30 ମାର୍ଚ୍ଚ 2021, ମଙ୍ଗଳବାର :- ଆଜି ୪ଟି ରାଶିର ବ୍ୟକ୍ତିଙ୍କ ଆର୍ଥିକ ସ୍ଥିତିରେ ଆସିବ ସୁଧାର । କର୍ମକ୍ଷେତ୍ରରେ ସ୍ଥଗିତ

30 ମାର୍ଚ୍ଚ 2021, ମଙ୍ଗଳବାର :- ଆଜି ୪ଟି ରାଶିର ବ୍ୟକ୍ତିଙ୍କ ଆର୍ଥିକ ସ୍ଥିତିରେ ଆସିବ ସୁଧାର । କର୍ମକ୍ଷେତ୍ରରେ ସ୍ଥଗିତ

30 ମାର୍ଚ୍ଚ 2021, ମଙ୍ଗଳବାର :- ଆଜି ୪ଟି ରାଶିର ବ୍ୟକ୍ତିଙ୍କ ଆର୍ଥିକ ସ୍ଥିତିରେ ଆସିବ ସୁଧାର । କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟକୁ ପୂର୍ଣ୍ଣ କରିବା ସଙ୍ଗେ ସଙ୍ଗେ ସମାଜରେ ମାନସମ୍ମାନ ବୃଦ୍ଧି ପାଇବ ।

ଆଜି ଆମେ ଆପଣଙ୍କୁ ୩୦ ମାର୍ଚ୍ଚ ୨୦୨୧ ମଙ୍ଗଳବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ସୁବିଧା ସୁଯୋଗ ପାଇଲେ ମଧ୍ୟ ଲକ୍ଷ୍ୟପୂରଣରେ ଚଳିତ ପରିସ୍ଥିତି ତାହା ସହଜରେ କରାଇ ଦେବ ନାହିଁ । ବିଭିନ୍ନ ଲୋକଙ୍କ ସହିତ ମିଶିବେ । କିଛି ନୂଆ କରିବା ଲାଗି ଚିନ୍ତା କରିବେ । ବ୍ୟବସାୟ ବାଣିଜ୍ୟରେ କାରବାର ମଧ୍ୟମ ଧରଣର ରହିବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ଅଫିସରେ କାହାକୁ କିଛି ନକହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ । ସଭାସମିତିରେ, ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ । ଅଭାବନୀୟ ପରିସ୍ଥିତି କ୍ରମଶଃ ବଦଳିଯିବ ଓ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଅବଶ୍ୟ ପାଇବେ । ପାରିବାରିକ କ୍ଷେତ୍ରରେ ସମସ୍ୟା ଥିଲେ ମଧ୍ୟ ନୀରବ ରହିବକୁ ବାଧ୍ୟ ହେବେ । ସ୍ତ୍ରୀଙ୍କ ପରାମର୍ଶରେ ଚଳିଲେ କେତେକାଂଶରେ ଉପକୃତ ହେବେ । ଶୁଭରଙ୍ଗ: ଧଳା । ମାଆ ଶାରଳା ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ଆଜି ଆପଣଙ୍କ ମନ ଅନୁଯାୟୀ କାର୍ଯ୍ୟ କରିଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । କିନ୍ତୁ ଅଯଥା ଯୁକ୍ତିତର୍କରୁ ଦୂରେଇ ରହି ଘର ଭିତରେ ସତର୍କରେ ନ ଚଳିଲେ ବିବାଦୀୟ ସ୍ଥିତି ସୃଷ୍ଟି ହୋଇପାରେ । ଚାକିରି ସମ୍ବନ୍ଧିତ ମନୋକାମନା ପୂରା ହେବ । ବ୍ୟବସାୟର ସାମାନ୍ୟ ପରିବର୍ତ୍ତନରେ ଯଥେଷ୍ଟ ଲାଭ ପାଇବେ । ଜମିଜମା, ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ସମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ । ପରିବାରରେ ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ଚିନ୍ତିତ ହେବେ । ବନ୍ଧୁଙ୍କ ଆଶ୍ୱାସନା ଲାଭ କରି ଗୃହ, ଭୂମି, ଗାଡିମୋଟର ସମ୍ପର୍କୀୟ ଦୁଃଚିନ୍ତା ଦୂର ହେବ । ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ । ଦାଂପତ୍ୟ ସମ୍ବନ୍ଧ ମଧୁର ହେବ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ଚର୍ଚ୍ଚିକା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ମାନସିକ ଅସ୍ଥିରତା ମଧ୍ୟ ଦେଇ ଗତି କରିବେ । କର୍ମକ୍ଷେତ୍ରରେ ସହକର୍ମୀଟିର ଭୁଲ୍‌ ବୁଝାମଣାକୁ ସୁଧାରି ନେବାରେ ସମର୍ଥ ହେବେ । ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ମିଥ୍ୟା ଅଭିଯୋଗ ସକାଶେ ମନରେ ଅଶାନ୍ତି ଲାଗିରହିବ । ବ୍ୟବସାୟ ବାଣିଜ୍ୟରେ କେତେକ ପ୍ରତିବନ୍ଧକର ସମ୍ମୁଖୀନ କରିବାକୁ ପଡିବ । ଆଜି ଅଫିସରେ ଏକ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନରେ ସହକର୍ମୀଙ୍କ ସହ ବିତର୍କ ସୃଷ୍ଟି ହୋଇପାରେ । ଦୀର୍ଘ ଦିନରୁ ଅଟକି ଥିବା କାମଟି ବନ୍ଧୁଙ୍କ ସହାୟତାରେ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ । ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ । କୋର୍ଟକଚେରୀ ମାମଲାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ କରିନେବେ । ପାରିବାରିକ ସମସ୍ୟା ସୁଧାରିବା କ୍ଷେତ୍ରରେ ବନ୍ଧୁମାନଙ୍କ ସହଯୋଗର ଅଭାବ ରହିବ ନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ସାମୟିକ ଦୈହିକ ଦୁର୍ବଳତା ଯୋଗୁଁ କର୍ମକ୍ଷେତ୍ରରେ ମନରେ ଆଗ୍ରହ ଜନ୍ମିବ ନାହିଁ । ଭାବିଚିନ୍ତି କାମ କରନ୍ତୁ, ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବ । ବ୍ୟବସାୟ, ବାଣିଜ୍ୟରେ ସ୍ଥିତି ମାନ୍ଦା ରହିବ । ଆର୍ଥିକ ଅନଟନ ରହିଥିଲେ ମଧ୍ୟ ପରିସ୍ଥିତିକୁ ସମ୍ଭାଳି ନେବେ । ଅଫିସରେ ସହକର୍ମୀଙ୍କ ଓ ଅନ୍ୟମାନଙ୍କ ସହିତ ତାଳମେଳ ବଢ଼ିଆ ରହିବ । ଅସମ୍ପୂର୍ଣ୍ଣ କାମଟିକୁ ପୂର୍ଣ୍ଣାଙ୍ଗ ରୂପ ଦେବା ସକାଶେ ଚେଷ୍ଟିତ ହେବେ । ସଭା ସମିତିରେ କିମ୍ବା ଆନୁଷ୍ଠାନିକ କାମରେ ଯୋଗ ଦେଲେ ମଧ୍ୟ ବିପକ୍ଷଙ୍କ ମନ୍ତବ୍ୟକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ଅନ୍ୟର ପ୍ରରୋଚନାରେ ପ୍ରଭାବିତ ହୋଇ ଭୁଲ୍‌ କାମରୁ ଦୂରେଇ ନ ରହିଲେ ହଇରାଣରେ ପଡିପାରନ୍ତି । ଅର୍ଥ ସମ୍ପର୍କକୁ ନେଇ ବିବାଦ ଦେଖାଦେଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ପ୍ରତ୍ୟେକ କାମକୁ ସାହସର ସହ ସମ୍ପନ୍ନ କରିବାରେ ସଫଳତା ହାସଲ କରିବେ । ଦୀର୍ଘଦିନରୁ ଅଟକି ରହିଥିବା ଅମୀମାଂସୀତ ସମସ୍ୟାଟି ଆକସ୍ମିକ ଭାବରେ ଆଜି ସମାଧାନ ହୋଇଯିବ । ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଆଶାତୀତ ଫଳ ପାଇବେ । ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ସକାଶେ ଚେଷ୍ଟା ଅବ୍ୟାହତ ରଖନ୍ତୁ ଅବଶ୍ୟ ସମୟାନ୍ତରେ ଆଶା ପୂରଣ ହୋଇଯିବ । ଅଫିସରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ନିଜେ ପ୍ରଶଂସିତ ହେବେ । ଆକସ୍ମିକ ଭାବରେ ଦୂରଯାତ୍ରା କରିବାକୁ ପଡିପାରେ । ସଭାସମିତିରେ ବିତର୍କ ଜନିତ ସାମୟିକ ଅସ୍ଥିରତାର ସୂଚନା ମଧ୍ୟ ରହିଛି । ରାଜନୀତି କ୍ଷେତ୍ରରେ ସମର୍ଥକମାନଙ୍କ ଶୁଭ କାମନାରୁ ଖୁସି ରହିବେ । ପରିବାରରେ ମତ ପାର୍ଥକ୍ୟ କାରଣରୁ ଅଶାନ୍ତି ଉପୁଜିବ । ପୁରାତନ ରୋଗ ପୀଡ଼ାରୁ ଉପସମ ପାଇବେ । ଶୁଭରଙ୍ଗ: ଲାଲ । ଆରାଧନା: ଶ୍ରୀଗଣେଶ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଆଜି ଆପଣ ଏକାଧାରାରେ ମାନସିକ, ଶାରୀରିକ, ଓ ଆର୍ଥିକ ଦିଗରୁ ଉନ୍ନତମାନର ଫଳ ପାଇବେ । ଦୀର୍ଘ ଦିନର ଆଶା ପୂରଣ ହେବା ସଙ୍ଗକୁ ସମ୍ପର୍କୀୟଙ୍କ ଶୁଭ ସୂଚନା ପାଇ ଅତ୍ୟନ୍ତ ଖୁସି ହେବେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଅଫିସରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଆପଣଙ୍କର କୌଣସି ଆଶା ପୂରା ହେବ । ସମାଜରେ ଆପଣଙ୍କ ପ୍ରତିଷ୍ଠା ବଢ଼ିବ ଓ ଉପହାର ମିଳିପାରେ । ବହୁ ଦିନରୁ ରହିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । କୋର୍ଟକଚେରି ମାମଲାରେ ସମସ୍ୟା ସମାଧାନ ହୋଇଯିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପରିବାର ଓ ପରିବହନରେ ମତାନ୍ତରଜନିତ କଳହର ସମ୍ଭାବନାକୁ ଏଡିହେବ ନାହିଁ । ସ୍ଵାସ୍ଥ୍ୟ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସନ୍ତୋଷୀମାତା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବାର ସମ୍ଭାବନା ରହିଛି । ସମସ୍ୟା ଲାଗି ରହିଥିଲେ ମଧ୍ୟ କର୍ମକ୍ଷେତ୍ରରେ ପରିସ୍ଥିତିକୁ ସମ୍ଭାଳି ନେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗର ଅଧିକାରୀ ବୃନ୍ଦଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ସାଙ୍ଗଠନିକ କାର୍ଯ୍ୟରେ ଅଗ୍ରଗତି କରିବାର ସୂଚନା ରହିଛି ଓ ବୈଷୟିକ କ୍ଷେତ୍ରର ସ୍ଥିତି ନୈରାଶ୍ୟଜନକ ହେବ । ଆଲୋଚନା ପରିସରରେ କଥା କଟାକଟି ହେତୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ସମାଜରେ ଜନ ହିତକର କାର୍ଯ୍ୟ କରି, ପ୍ରଶଂସିତ ହେବେ । ସଭାସମିତିରେ କିମ୍ବା ଆଲୋଚନା ପରିସରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ପୁରାତନ ରୋଗପୀଡା ହେତୁ ଅସୁସ୍ଥତା ଅନୁଭବ କରିବେ । ପାରିବାରିକ ଜୀବନରେ ଉଚିତ ବୁଝାମଣାଜନିତ ଶାନ୍ତି ଫେରି ଆସିଲେ ମଧ୍ୟ ଆତ୍ମୀୟମାନଙ୍କ କାର୍ଯ୍ୟକଳାପ ଓ ବ୍ୟବହାରକୁ ପସନ୍ଦ କରିବେ ନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୂର୍ଗା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ସମସ୍ୟା ଭିତରେ ବୁଡି ରହିଥିଲେ ମଧ୍ୟ କାମର ଚାପ ଅଧିକ ଯୋଗୁଁ ବିଶ୍ରାମ ନେବାକୁ ମଧ୍ୟ ସମୟ ମିଳିବ ନାହିଁ । ସ୍ଵାର୍ଥସାଧନ ପରିପ୍ରେକ୍ଷୀରେ ମିତ୍ରମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିପାରନ୍ତି । ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବାରେ ବନ୍ଧୁ ସାହାଯ୍ୟ କରିବେ । ଚାକିରି କରୁଥିବା ବ୍ୟକ୍ତିଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ । ସ୍ଥଗିତ ଥିବା କାମ ଅତିଶୀଘ୍ର ପୂରା ହୋଇଯିବ । ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ । ଦୀର୍ଘଦିନରୁ ଅଟଳି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇ ପାରନ୍ତି । ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ନିଜ ପରିସରରେ ନିଜର ଲୋକମାନେ ମିଥ୍ୟା ଅଭିଯୋଗ କରିପାରନ୍ତି । ପରିବାରିକ ସୁଖଶାନ୍ତି ବଜାୟ ଥିଲେ ମଧ୍ୟ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ହେବାର ସମ୍ଭାବନା ରହିଛି । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ତାରିଣୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରନ୍ତୁ, ଅବଶ୍ୟ ଉପକାର ମିଳିବ । ଦୀର୍ଘଦିନର ଅପୂରଣୀୟ ଆଶା ମନକୁ ବାରମ୍ବାର ଆଲୋଡନ କରିବା କାରଣରୁ ମାନସିକ ଅଶାନ୍ତି ଅନୁଭବ କରିବେ । ବ୍ୟବସାୟରେ ଆର୍ଥିକ ସ୍ଥିତି ମାନ୍ଦା ରହିବ । ଅଫିସରେ ସାଧାରଣ କଥାକୁ କେନ୍ଦ୍ରକରି ଅଯଥା ବାକ୍‌ ବିତଣ୍ଡା ସୃଷ୍ଟି ହେବାର ଆଶଙ୍କା ରହିଛି । ଆଇନ, ଅଦାଲତ ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତି ଜୋରଦାର କରି ପାରନ୍ତି । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି,ଏଣୁ ସାବଧାନ ରହିବା ଭଲ । ପରିବାରରେ ଭୁଲ୍‌ ବୁଝାମଣା କାରଣରୁ ଆପଣଙ୍କ ଉପରକୁ ଦୋଷ ଆସିପାରେ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଶାରଳା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଆପଣଙ୍କ ଲାଗି ଦିନଟି ଉତ୍ସାହପୂର୍ଣ୍ଣ ରହିବ । ସେବା ଓ ପରୋପକାର କାମ ଯୋଗୁଁ ବିଶିଷ୍ଟ ବ୍ୟକ୍ତିମାନଙ୍କ ଦ୍ୱାରା ସମ୍ମାନିତ ହେବେ । ଉପରିସ୍ଥଙ୍କର ସୌଜନ୍ୟରୁ କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅଟକି ରହିଥିବା କାମଟି ଆଜି ସଂପୂର୍ଣ୍ଣ କରିନେବେ । ବୃତ୍ତିଗତ କର୍ମରେ ଅଧିନସ୍ଥ କର୍ମଚାରୀମାନଙ୍କ ସହଯୋଗ ସାହାଯ୍ୟରେ କାମଗୁଡିକ ଯଥାଶୀଘ୍ର ସଂପୂର୍ଣ୍ଣ କରିନେବେ । ଅନ୍ୟକୁ କଅଁଳ କଥା କହି କାମ ହାସଲ କରିବାରେ ସମର୍ଥ ହେବେ । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ । ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ । ଆକସ୍ମିକ ଭାବେ ଉପୁଜିଥିବା ସମସ୍ୟାର ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିବେ । କଚେରୀ ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି । ପାରିବାରିକ କ୍ଷେତ୍ରରେ କୌଣସି ସମସ୍ୟାକୁ ସହଜରେ ସମାଧାନ କରିବାରେ ସଫଳ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଗୁପ୍ତେଶ୍ଵର ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଧୈର୍ଯ୍ୟ ଧରି କାମ କରନ୍ତୁ ସଫଳତା ନିଶ୍ଚୟ ପାଇବେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବାରେ ପ୍ରତିବନ୍ଧକ ରହିବ ନାହିଁ । ବ୍ୟବସାୟ, ବାଣିଜ୍ୟରେ କାରବାର ଭଲ ରହିବ ଏବଂ କର୍ମଜିବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ହସଖୁସିରେ ଦିନଟି ବିତାଇବେ । ଚାକିରୀ କ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ଆଜିର ଯାତ୍ରା ପ୍ରଶାସନ, ଆଇନ କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି । ସାମୂହିକ ଆଲୋଚନାରେ କିମ୍ବା ପରକଥାରେ ମୁଣ୍ଡ ପୂରାଇ ସମସ୍ୟାକୁ ଡାକି ଆଣନ୍ତୁ ନାହିଁ । କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । କୌଣସି ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ବୈବାହିକ ଜୀବନରେ ଉଭୟ ସ୍ଵାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମୁଣା ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଦିନଟି ଆପଣଙ୍କ ଲାଗି ଅତି ଉତ୍ତମ ରହିବ । ସ୍ଵାସ୍ଥ୍ୟ ଅବସ୍ଥାରେ ଉନ୍ନତି ଘଟିବା ସହ ପ୍ରତ୍ୟେକ କାମକୁ ଶୃଙ୍ଖଳିତ ଭାବରେ ସମ୍ପନ୍ନ କରିବେ । ବ୍ୟବସାୟ ବାଣିଜ୍ୟକୁ କେନ୍ଦ୍ର କରି ରାଜ୍ୟ ବାହାରକୁ ଯାଇପାରନ୍ତି । ଅଫିସରେ ସହକର୍ମୀଙ୍କ ସହ ସମ୍ପର୍କ ଭଲ ରହିବ । ଆର୍ଥିକ ସ୍ଥିତି ମଜବୁତ ଥିବା କାରଣରୁ ନୂତନ ଘର, ଜମି କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ଆନୁଷ୍ଠାନିକ କାର୍ଯ୍ୟ, ସଭାସମିତି, ବନ୍ଧୁ ମିଳନ ପାଇଁ ଦିନଟି ଭଲ ରହିବ । କିନ୍ତୁ ଛୋଟ ଛୋଟ କଥାକୁ କେନ୍ଦ୍ରକରି ମନାନ୍ତର ଜନିତ ମାନସିକ ଅଶାନ୍ତିର ଆଶଙ୍କା ରହିଛି । ଭଟ୍ଟା ପଡିଯାଇଥିବା ବନ୍ଧୁଙ୍କ ସହ ସମ୍ପର୍କ ପୁଣି ଯୋଡି ହୋଇଯିବ । ପାରିବାରିକ ସ୍ତରରେ ଅନ୍ୟମାନଙ୍କ କାର୍ଯ୍ୟକଳାପ ମନରେ ଅସନ୍ତୋଷ ସୃଷ୍ଟି କରିବ । ବୈବାହିକ ଜୀବନ ସୁଖମୟ ରହିଲେ ମଧ୍ୟ ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ମଙ୍ଗଳ ।

Leave a Reply

Your email address will not be published. Required fields are marked *