03 ଜାନୁୟାରୀ 2021, ରବିବାର :- ସୂର୍ଯ୍ୟଦେବଙ୍କ କୃପା ୫ଟି ରାଶି ବ୍ୟକ୍ତିଙ୍କୁ ମିଳିବ ଅଜସ୍ର ଖୁସି ! କର୍ମକ୍ଷେତ୍ରରେ

03 ଜାନୁୟାରୀ 2021, ରବିବାର :- ସୂର୍ଯ୍ୟଦେବଙ୍କ କୃପା ୫ଟି ରାଶି ବ୍ୟକ୍ତିଙ୍କୁ ମିଳିବ ଅଜସ୍ର ଖୁସି ! କର୍ମକ୍ଷେତ୍ରରେ

03 ଜାନୁୟାରୀ 2021, ରବିବାର :- ସୂର୍ଯ୍ୟଦେବଙ୍କ କୃପା ୫ଟି ରାଶି ବ୍ୟକ୍ତିଙ୍କୁ ମିଳିବ ଅଜସ୍ର ଖୁସି ! କର୍ମକ୍ଷେତ୍ରରେ ମନୋବାଞ୍ଛା ପୂରଣ ହେବ ।

ଆଜି ଆମେ ଆପଣଙ୍କୁ ୦୩ ଜାନୁୟାରୀ ୨୦୨୧ ରବିବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବ । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତିକୁ ସଜାଡ଼ିବାରେ ସମର୍ଥ ହେବେ ଓ ସୁବିଧାରେ କାମ ସମ୍ପନ୍ନ ହେବନାହିଁ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଗ୍ରହକଙ୍କ ସୁଅ ଛୁଟିବ, ଲାଭ ମଧ୍ୟ ଭଲ ହେବ । ଚାକିରି କ୍ଷେତ୍ରରେ ଉଚ୍ଚାଧିକାରୀ ଆପଣଙ୍କ ଉପରେ ପ୍ରସନ୍ନ ରହିବେ । ଏହା ସଙ୍ଗେସଙ୍ଗେ ଗବେଷଣା, ଅନୁସନ୍ଧାନ, କୃଷି ଓ ରାଜନୀତିରେ ଚେଷ୍ଟା ସଫଳ ହେବ । ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହୋଇପାରନ୍ତି । ମାଲିମୋକଦ୍ଦମାରେ ଆପୋସ ବୁଝାମୁଣା ଦ୍ଵାରା ମାମଲାର ସମାଧାନ ହୋଇଯିବ । ଅବଶ୍ୟ ସାମୟିକ ଅସ୍ଥିରତା ସାଙ୍ଗକୁ ଆର୍ଥିକ ବ୍ୟୟବହୁଳତା ମନକୁ ଭାରାକ୍ରାନ୍ତ କରିପାରେ । ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ବଦାନ୍ୟତା ଅବିସ୍ମରଣୀୟ ରହିବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଚର୍ଚ୍ଚିକା ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଅଧିକାଂଶ ସମୟ ଅନ୍ୟମନସ୍କତା କାରଣରୁ କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ଦେଖାଦେଇପାରେ । ନିଜର ଆତ୍ମୀୟ ସ୍ଵଜନମାନେ ଆପଣଙ୍କ ଉଦ୍ୟମରେ ପ୍ରତିବନ୍ଧକ ସୃଷ୍ଟି କରିପାରନ୍ତି କିନ୍ତୁ ଆପଣ ନିଜର ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ବେରୋଜଗାର ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି କମ୍ପାନୀରେ ଚାକିରି ମିଳିବାର ଖବର ଇଣ୍ଟରନେଟ ଜରିଆରେ ପାଇବେ । ବ୍ୟାବସାୟିକ କାମରେ ରାଜ୍ୟ ବାହାରକୁ ଯିବାର ଯୋଜନା ପ୍ରସ୍ତୁତ କରିବେ । ଅଫିସରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରୁହନ୍ତୁ, ନତୁବା ଅଯଥା ଅଶାନ୍ତି ସୃଷ୍ଟି ହେବାର ଆଶଙ୍କା ରହିଛି । ସାମାନ୍ୟ କଥାରେ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ । ଆପଣଙ୍କର ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବାରୁ ଖୁସି ହୋଇପାରନ୍ତି । ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସାମଲେଶ୍ଵରୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଭଗବାନଙ୍କ ଉପରେ ବିଶ୍ଵାସ ରଖନ୍ତୁ; ଆପଣଛାଏଁ ସବୁ ଠିକ ହୋଇଯିବ । କେତେକ ଅନିଚ୍ଛାକୃତ କାର୍ଯ୍ୟ ପରିସ୍ଥିତିକୁ ବିଗିଡ଼ି ଦେଇପାରେ । ବାରମ୍ବାର ସମସ୍ୟା ବୃଦ୍ଧି ପାଉଥିବାରୁ ଅନ୍ୟମାନଙ୍କ ପ୍ରତି ମନରେ ଭୁଲ ଧାରଣା ସୃଷ୍ଟି ହେବ । ବ୍ୟବସାୟରେ ସାମାନ୍ୟ ଅଧଃଗତି ଦେଖାଦେଇପାରେ । ନୂତନ ବ୍ୟବସାୟ ନିମନ୍ତେ ବନ୍ଧୁଙ୍କ ସହ ମିଶି ପରିକଳ୍ପନା ଯୋଜନା କରିପାରନ୍ତି । ଅଫିସରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ । ସାମାଜିକ କାର୍ଯ୍ୟରେ ମହତ୍ଵପୂର୍ଣ୍ଣ ଭୂମିକା ନିର୍ବାହ କରିବେ । ପାରିବାରିକ ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବାକୁ ବାଧ୍ୟ ହେବେ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ସମସ୍ୟାକୁ ଆହୁରି ଉତ୍ତେଜିତ କରିପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଗାୟତ୍ରୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଦିନଟି ଆପଣଙ୍କ ଲାଗି ଲାଭପ୍ରଦ ରହିବ । ନୂଆ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ । ପ୍ରତ୍ୟେକ କାମରେ ପରିବାର ଓ ବନ୍ଧୁଙ୍କ ସାହାଯ୍ୟ ପାଇବେ । ବିଭିନ୍ନ ସମସ୍ୟା ରହିଥିଲେ ମଧ୍ୟ ଅର୍ଥନୈତିକ, ସାମାଜିକ, ଆନୁଷ୍ଠାନିକ କ୍ଷେତ୍ର ସକାଶେ କୌଣସି ଅସୁବିଧା ସୃଷ୍ଟି ହେବନାହିଁ । ନିଃସ୍ଵାର୍ଥ ଭାବରେ ସମାଜ ସେବାରେ ନିଜକୁ ସାମିଲ କରିବେ । ଅଫିସରେ କୌଣସି କାମକୁ ନେଇ ଚିନ୍ତିତ ରହିପାରନ୍ତି । ବ୍ୟବସାୟରେ ଆଶାତୀତ ଫଳ ପାଇବେ । ସାଥୀରେ କାମ କରୁଥିବା ଲୋକେ ଆପଣଙ୍କ ଉପରେ ଖୁସି ରହିବେ । ସାମ୍ବାଦିକତା, ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ଯାତ୍ରା ସମୟରେ ଯାନବାହନରେ ସତର୍କତା ଅବଲମ୍ବନ କରନ୍ତୁ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ମହାଲକ୍ଷ୍ମୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ସତର୍କତାର ସହ ଦିନଚର୍ଯ୍ୟା କରନ୍ତୁ, ଅନ୍ୟଥା ବିବାଦୀୟ ସ୍ଥିତି ଉତ୍ପନ୍ନ ହୋଇପାରେ । ଆପଣଙ୍କ ବ୍ୟବହାର କଠୋର ହେବା କାରଣରୁ ସମସ୍ୟାର ଆଶଙ୍କା ରହିଛି । ବ୍ୟବସାୟ କ୍ଷେତ୍ରରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି । ସରକାରୀ ଆଦେଶପ୍ରାପ୍ତ ହୋଇ କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇ ପାରନ୍ତି । ପୁଞ୍ଜି ନିବେଶ ମାମଲାରେ ଆପଣଙ୍କୁ କୌଣସି ନୂଆ ପରାମର୍ଶ ମିଳିପାରେ । ସମାଜର ବରିଷ୍ଠ ବ୍ୟକ୍ତିଙ୍କ ସହଯୋଗରେ ଆନୁଷ୍ଠାନିକ କାର୍ଯ୍ୟ ପ୍ରତି ମନରେ ତପତ୍ରତା ବୃଦ୍ଧି ପାଇବ । ବନ୍ଧୁମାନଙ୍କ ନିମନ୍ତ୍ରଣକ୍ରମେ ଧର୍ମଚର୍ଚ୍ଚା, ସତ୍-ସଙ୍ଗରେ ଯୋଗ ଦେଇପାରନ୍ତି । ଅର୍ଥକୁ କେନ୍ଦ୍ରକରି ପରିବାରରେ ଭାଇ ଭାଇ ମଧ୍ୟ କଳହ ଦେଖାଦେବାର ସମ୍ଭାବନା ରହିଛି । ଦୀର୍ଘଦିନରୁ ଖୋଜୁଥିବା ଜିନିଷର ସନ୍ଧାନ ପାଇବା ପାଇଁ ବ୍ୟାକୁଳତା ବଢ଼ିପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଇଷ୍ଟଦେବୀଙ୍କୁ ଆରାଧନା କରନ୍ତୁ, ମନରେ ଆତ୍ମା ବିଶ୍ଵାସ ବଢିବ । ବ୍ୟବସାୟରେ ମାନ୍ଦା ସ୍ଥିତି, ବନ୍ଧୁଙ୍କ ମଧ୍ୟରେ ଶତ୍ରୁତା ସୃଷ୍ଟି ଏବଂ ପୂର୍ବରୁ ସ୍ଥିରୀକୃତ ହୋଇଥିବା ପୁଅ ଝିଅଙ୍କ ବିବାହ ପ୍ରସ୍ତାବରେ ସମ୍ୟକ ବାଧା ଉପୁଜିପାରେ । ଚାକିରି କ୍ଷେତ୍ରରେ ମଧ୍ୟ ସହକର୍ମୀ ଓ ଉଚ୍ଚାଧିକାରୀଙ୍କ ସମାଲୋଚନାର ପାତ୍ର ହୋଇପାରନ୍ତି । ପ୍ରତିରୋଧ କାରଣରୁ ନିର୍ମାଣାଧୀନ କାର୍ଯ୍ୟ, ନୂତନ ପ୍ରକଳ୍ପ ସ୍ଥଗିତ ରହିପାରେ । ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ । ପ୍ରତ୍ୟେକ କ୍ଷେତ୍ରରେ ଛୋଟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ । ନିଜ ସହଧର୍ମୀଙ୍କ ପୂର୍ଣ୍ଣ ସହଯୋଗ ବଳରେ ଆପଣ ନିଜକୁ ସମ୍ଭାଳି ନେବେ । ସ୍ଵାସ୍ଥ୍ୟ ସମ୍ବନ୍ଧରେ ସଚେତ ରହନ୍ତୁ । ପାରିବାରିକ ଜୀବନରେ ତାଳମେଳ ବଜାୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଆର୍ଥିକ ଦୃଷ୍ଟିକୋଣରୁ ଦିନଟି ଆପଣଙ୍କ ପାଇଁ ଶୁଭଦାୟକ ରହିବ । ଆଜିର ଯାତ୍ରାରେ, ସଫଳତା ପାଇବା ସହ ଆବଶ୍ୟକତା ମଧ୍ୟ ପୂରଣ କରିପାରିବେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବିବ୍ରତ ହୋଇପାରନ୍ତି କିନ୍ତୁ ବନ୍ଧୁ ଓ ସହକର୍ମୀଙ୍କ ସାହାଯ୍ୟରେ ଉପକୃତ ହେବେ । ବ୍ୟବସାୟ, ବାଣିଜ୍ୟରେ କାରବାର ଭଲ ରହିବ । ଆପଣଙ୍କ କାର୍ଯ୍ୟଶୈଳୀ ଦେଖି ଅଫିସ୍ କର୍ତ୍ତୃପକ୍ଷ ଅତ୍ୟନ୍ତ ଖୁସି ହେବେ । କିନ୍ତୁ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ । ସାମାଜିକ ସ୍ତରରେ ଉପୁଜିଥିବା ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିପାରନ୍ତି । ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହୋଇପାରନ୍ତି । ପରିବାରରେ ସୁସ୍ଥ ବାତାବରଣ ଥିଲେ ମଧ୍ୟ ସ୍ଵାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ସାମୟିକ ମତଭେଦ ଉପୁଜିପାରେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ବ୍ୟସ୍ତତା ମଧ୍ୟରେ ଦିନଟି ଅତିବାହିତ ହେବ । ଆଜି ପରିସ୍ଥିତିକୁ ଆଖି ଆଗରେ ରଖି ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ନିୟନ୍ତ୍ରଣାଧୀନ କରିବାକୁ ପଡିବ । କର୍ମକ୍ଷେତ୍ରରେ ନାନା ପ୍ରକାର ବାଧାବିଘ୍ନର ସମ୍ମୁଖୀନ ହେବାକୁ ପଡିବ । ତେଣୁ ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ କିଛି ମାତ୍ରାରେ ଉପକୃତ ହୋଇପାରନ୍ତି । ଅଫିସ୍‌ କାମର ଚାପ ପ୍ରଭାବରୁ ଟେନ୍‌ସନ କିିଛି ମାତ୍ରାରେ ଲାଗି ରହିବ । ସାମାଜିକ କ୍ଷେତ୍ରରେ ଓ ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । ସଭାସମିତିରେ ଅପ୍ରିୟ ସତ କଥା କହି ପ୍ରିୟଜନଙ୍କ ଶତ୍ରୁତାର ପାତ୍ର ହେବେ । ଅବିବାହିତଙ୍କ ଲାଗି ବିବାହର ନୂଆ ପ୍ରସ୍ତାବ ଆସିବ । ପରିବାରରେ ଛୋଟିଆ ଛୋଟିଆ କଥାକୁ ନେଇ କଳହ ଦେଖାଦେଇପାରେ । ଅନିୟମିତ ଆହାର ଯୋଗୁ ସ୍ଵାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ କାଳୀଜାଇ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଦିନଟି ଆପଣଙ୍କ ପାଇଁ ମିଶ୍ରଣ ଫଳ ପ୍ରଦାନ କରିବ । ମନରେ ଯାହା ଭାବୁଛନ୍ତି ତାହା ଶୀଘ୍ର ସମାପନ କରିଦିଅନ୍ତୁ, ଅନ୍ୟଥା ପରିସ୍ଥିତି ବଦଳି ଯାଇପାରେ । ପରୋକ୍ଷ ଶତ୍ରୁତା ହେବୁ କାର୍ଯ୍ୟରେ ପ୍ରତିବନ୍ଧକ ହେତୁ ବିଚଳିତବୋଧ ଅନୁଭବ କରିବେ । ଆର୍ଥିକ ସ୍ଥିତି ମାନ୍ଦା ରହିବ । ଅଫିସରେ ସହକର୍ମୀଙ୍କ ସହ ସମ୍ପର୍କ ଭଲ ରହିଲେ ମଧ୍ୟ ଅପରାହ୍ନରେ ଅସହଯୋଗ କରିବେ ଓ ଆପଣଙ୍କ ଉପରେ ମିଥ୍ୟା ଆରୋପ ଲଗାଇପାରନ୍ତି, ଯାହାଫଳରେ ମନରେ କ୍ଷୁବ୍ଧ ଜାତ ହେବ । ସଭାସମିତି, ଆଲୋଚନା କ୍ଷେତ୍ରରେ ସବୁ ଜାଣିଶୁଣି ନୀରବ ରହିବାକୁ ବାଧ୍ୟ ହେବେ । ରାଜନୀତି ତଥା ପ୍ରଶାସନିକ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ । ନୂତନ କର୍ମସଂସ୍ଥାନ ପାଇଁ ମନ ବଳାଇବେ । ପରିବାରରେ କାହାର ସ୍ଵାସ୍ଥ୍ୟ ସମସ୍ୟା ଯୋଗୁଁ ବିବ୍ରତ ହେବେ । ଜୀବନସାଥୀଙ୍କ ସହଯୋଗରେ ମନୋବଳ ଟାଣ ହେବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଧାର୍ମିକ କାର୍ଯ୍ୟରେ ସହଯୋଗ କରନ୍ତୁ, ସବୁ ସମସ୍ୟାର ସମାଧାନ ହୋଇଯିବ । ଦିନର ଅଧିକାଂଶ ସମୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ । ନୂଆ ଲୋକଙ୍କ ସହିତ ମିଶିବେ । ବ୍ୟବସାୟରେ ସଫଳତା ପାଇବେ । କିନ୍ତୁ ଅଧିକ ପରିଶ୍ରମ କରିବାକୁ ପଡ଼ିବ । ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ । ଅଫିସରେ ପ୍ରତୀକ୍ଷିତ ଖବରଟି ସହକର୍ମୀଙ୍କ ଠାରୁ ପାଇ ଖୁସି ହେବେ । ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବା ସହ ସମସ୍ୟା ସମାଧାନ କରିପାରିବେ । ଯାତୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ପାରିବାରିକ ସ୍ତରରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବ ନାହିଁ । ପରିବାର ସଦସ୍ୟଙ୍କ ମଧ୍ୟରେ ପରସ୍ପର ମଧ୍ୟରେ ଅସମଞ୍ଜସ୍ୟତା ଯୋଗୁଁ ମାନସିକ ସ୍ତରରେ ଅଶାନ୍ତି ଅନୁଭବ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀଗଣେଶ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ନିଜ ଉପରେ ବିଶ୍ଵାସ ରଖନ୍ତୁ; ସକାରାତ୍ମକ ଭାବନା ଘେନି କାମ କରନ୍ତୁ । କର୍ମକ୍ଷେତ୍ରରେ ଗୁଜବ ମାନସିକ ସ୍ଥିରତାକୁ ବିକ୍ଷିପ୍ତ କରିପାରେ । ଅବଶ୍ୟ କର୍ମକ୍ଷେତ୍ରର ଦୁଃସାହସିକ ପଦକ୍ଷେପ ବିବଦମାନ ସ୍ଥିତିର ମୁକାବିଲା କରିବେ ଓ କେତେକାଂଶରେ ଉପକୃତ ହେବେ । ବାଣିଜ୍ୟ, ବ୍ୟବସାୟରେ ସ୍ଥିତି ମଧ୍ୟମ ଧାରଣର ରହିବ । ଅଫିସରେ ସହକର୍ମୀମାନେ ଅସହଯୋଗ କରିବା ଦ୍ୱାରା କେତେକ କାମ ବିଳମ୍ବରେ ସମ୍ପନ୍ନ ହେବ । କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ତ୍ୱେ କେତେକ କାମ କରିବାକୁ ବାଧ୍ୟ ହେବେ । ଅର୍ଥ କିମ୍ବା ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢ଼ିଯାଇପାରେ । ସାମାଜିକ କାର୍ଯ୍ୟରେ ଅଧିକ ସମୟ ଅତିବାହିତ କରିବା ଫଳରେ ଆତ୍ମୀୟ ସ୍ଵଜନମାନଙ୍କ ଦ୍ଵାରା ସମାଲୋଚିତ ହୋଇପାରନ୍ତି । ପାରିବାରିକ କ୍ଷେତ୍ରରେ କେତେକ ସମସ୍ୟା ବିଷୟରେ ଅବଗତ ହେଲେ ମଧ୍ୟ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ । ଶୁଭରଙ୍ଗ: ଲାଲ୍ । ଆରାଧନା: ବାବା ଭୋଳନାଥ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଆପଣଙ୍କର ମାନସିକ ଶାନ୍ତି ବଜାୟ ରହିବ । ଆପଣଙ୍କ ମନ ଭୁଲାଣିଆ କଥାରେ ଶତ୍ରୁମାନେ ମଧ୍ୟ ମିତ୍ରତାର ବନ୍ଧନରେ ଛନ୍ଦି ହୋଇଯିବେ । ବ୍ୟବସାୟିକ ସ୍ଥିତି ପ୍ରାୟତଃ ଭଲ ରହିବ । ଅର୍ଥଲାଭ ସାଙ୍ଗକୁ ସାମାଜିକ ସ୍ତରରେ ସମ୍ମାନ ଲାଭ ଯୋଗ ରହିଛି । ଆପଣ କୌଣସି ନୂଆ କାମ ପାଇଁ ଯୋଜନା ପ୍ରସ୍ତୁତ କରିପାରନ୍ତି । କର୍ମକ୍ଷେତ୍ରରେ ଅସଫଳ କାମଗୁଡ଼ିକର ସମୀକ୍ଷା କରିବେ ଓ ଅସଂଗତି ଦୂର କରିବାର ପ୍ରଯତ୍ନ କରିବେ । ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନୋରଞ୍ଜନ ଉପଭୋଗ୍ୟ ହୋଇନପାରେ । ପୂର୍ବବିବାଦକୁ ଦୋହରାଇ ନିକଟ ସମ୍ପର୍କୀୟଙ୍କ ସହ ମନମାଳିନ୍ୟ ହୋଇପାରେ । କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହୋଇପାରନ୍ତି । ସ୍ଵାସ୍ଥ୍ୟର ଅବନତି ମାନସିକ ଦୁଶ୍ଚିନ୍ତାର କାରଣ ହୋଇପାରେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଗାୟତ୍ରୀ ।

Leave a Reply

Your email address will not be published. Required fields are marked *