03 ଜୁଲାଇ, ଶନିବାରର ରାଶିଫଳ :- ଆଜି ୭ଟି ରାଶିର ବ୍ୟକ୍ତି କର୍ମକ୍ଷେତ୍ରରେ ଯଥେଷ୍ଟ ଉନ୍ନତି କରିବେ । ଆକସ୍ମିକ ଆର୍ଥିକ

03 ଜୁଲାଇ, ଶନିବାରର ରାଶିଫଳ :- ଆଜି ୭ଟି ରାଶିର ବ୍ୟକ୍ତି କର୍ମକ୍ଷେତ୍ରରେ ଯଥେଷ୍ଟ ଉନ୍ନତି କରିବେ । ଆକସ୍ମିକ ଆର୍ଥିକ

03 ଜୁଲାଇ, ଶନିବାରର ରାଶିଫଳ :- ଆଜି ୭ଟି ରାଶିର ବ୍ୟକ୍ତି କର୍ମକ୍ଷେତ୍ରରେ ଯଥେଷ୍ଟ ଉନ୍ନତି କରିବେ । ଆକସ୍ମିକ ଆର୍ଥିକ ଲାଭର ଯୋଗ ରହିଚ୍ଚି ।

ଆଜି ଆମେ ଆପଣଙ୍କୁ ୦୩ ଜୁଲାଇ ୨୦୨୧ ଶନିବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ରଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ :

ଦୈହିକ ସୁସ୍ଥତା ସାଙ୍ଗକୁ ବନ୍ଧୁବର୍ଗଙ୍କ ସାହାଯ୍ୟ, ସହଯୋଗ କାର୍ଯ୍ୟ ହାସଲ ଦିଗରେ ସହାୟକ ହେବ । ଅର୍ଥସଙ୍କଟ ଲାଗିରହୁଥିବାରୁ ମାନସିକ ଅସ୍ଥିରତା ଭିତରେ ଚଳିବାକୁ ବାଧ୍ୟ ହେବେ । ବ୍ୟବସାୟ ବାଣିଜ୍ୟରେ କାରବାର ମାନ୍ଦା ରହିବ । କର୍ମକ୍ଷେତ୍ରରେ ପ୍ରଶାସନିକ ସମସ୍ୟାକୁ କେନ୍ଦ୍ର କରି ଅନ୍ତଦ୍ଦର୍‌ବନ୍ଦ୍ୱ ସୃଷ୍ଟି ହୋଇପାରେ । ଅଫିସରେ ସହକର୍ମୀଙ୍କ ସହ ସମ୍ପର୍କ ଭଲ ରହିବ । ଉଚ୍ଚାଧିକାରୀ ଆପଣଙ୍କ କାର୍ଯ୍ୟରେ ପ୍ରଶଂସିତ ହେବେ । ସାମାଜିକ କାର୍ଯ୍ୟରେ ଖଳ ପ୍ରକୃତିର ଲୋକଙ୍କ ଯୋଗୁଁ ଆପଣଙ୍କୁ ସମାଲୋଚନା ଓ ବିତର୍କର ସାମ୍ନା କରିବାକୁ ପଡିପାରେ । ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁଁ ଚିନ୍ତା କରିଥିବା କାମଗୁଡିକ ଠିକ୍‌ଭାବେ ସମ୍ପନ୍ନ ହେବ ନାହିଁ । ପୁରାତନ ରୋଗ ପୀଡ଼ା ଅନୁଭବ କରିପାରନ୍ତି । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଶାରଳା ।

ବୃଷ :

ଦେବାଦେବୀଙ୍କୁ ଆରୋଧନ କରନ୍ତୁ, ମନକୁ ଶାନ୍ତି ମିଳିବ । କର୍ମ ସ୍ଥାନରେ ବକ୍ରୀ ବୃହସ୍ପତି ରହିଥିବାରୁ କୌଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇବେ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ଖାମଖିଆଲି କାର୍ଯ୍ୟପଦ୍ଧତି ଫଳରେ କାମଗୁଡ଼ିକ ବିଶୃଙ୍ଖଳିତ ହୋଇଯାଇପାରେ । ବ୍ୟସାବୟରେ ନାନା ପ୍ରକାର ସମସ୍ୟାର ସମ୍ମୁଖିନ ହେଲେ ମଧ୍ୟ ଧୌର୍ଯ୍ୟହରା ହେବେ ନାହିଁ । ପଦସ୍ଥ ବ୍ୟକ୍ତିଙ୍କ ସହ ଭୁଲ୍‌ ବୁଝାମଣା ଓ ଅସାବଧାନତା କାରଣରୁ କେତେକ ସୁଯୋଗ ହାତଛଡ଼ା ହୋଇପାରେ । ସାମାଜିକ ସ୍ତରରେ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ମରୀଚିକା ପଛରେ ଦୌଡିବାକୁ ପଡିପାରେ । ବାକ୍ ଅସଂଯମତା ଯୋଗୁଁ ସଭାସମିତିରେ ଅପଦସ୍ଥ ହୋଇପାରନ୍ତି । ପରିବାରରେ କାହାରି ସ୍ୱାସ୍ଥ୍ୟ ସମସ୍ୟା ନେଇ ମନ ଚିନ୍ତିତ ରହିବ । ବୈବାହିକ ଜୀବନରେ ସୁଖଶାନ୍ତି ଅତୁଟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ମିଥୁନ :

ଅତ୍ୟଧିକ କାର୍ଯ୍ୟ ହେତୁ ବ୍ୟସ୍ତବିବ୍ରତ ରହିବେ । ତୃତୀୟାଧିପ ରାଶିରେ ଥିବାରୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ । ବ୍ୟବସାୟ, ପ୍ରଶାସନ, କଳା, ସାହିତ୍ୟ ଚର୍ଚ୍ଚା, ସଙ୍ଗୀତ ଆସରରେ ନିଜକୁ ହଜାଇ ଦେଇପାରନ୍ତି । ଅଫିସରେ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଅଫିସରେ ଜଣେ ଅଧସ୍ତନ କର୍ମଚାରୀ ପ୍ରତିବାଦର ସ୍ଵର ଉଠାଇପାରନ୍ତି ଓ ଆପଣଙ୍କୁ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି । ସଭାସମିତରେ ପୁରସ୍କୃତ ହେବା ଫଳରେ ଆନନ୍ଦ ଅନୁଭବ କରିବେ । ପରିବହନ ଓ ନିର୍ମାଣାଧୀନ କାମରେ ସଫଳତା ହାସଲକରିବେ । ବୈବାହିକ ଜୀବନରେ ମଧୁରତା ବଜାୟ ରହିବ । କିନ୍ତୁ ପାରିବାରିକ କ୍ଷେତ୍ରରେ କେତେକ ସମସ୍ୟା ନେଇ ଚିନ୍ତିତ ରହିପାରନ୍ତି । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଦୁର୍ଗା ।

କର୍କଟ :

ନକରାତ୍ମକ ଚିନ୍ତାଧାରା ମନକୁ କଳୂଷିତ କରିବ । ବ୍ୟବସାୟରେ କ୍ଷତି, ଶତୃ ବୃଦ୍ଧି, ଆର୍ଥିକ କ୍ଷେତ୍ରରେ ଅବନତି ଘଟିବ । କର୍ମକ୍ଷେତ୍ରରେ କୌଣସି ବ୍ୟକ୍ତି ସ୍ଵାର୍ଥ ହାସଲ ଲାଗି ଆପଣଙ୍କୁ ଅସ୍ତ୍ର ରୂପେ ବ୍ୟବହାର କରିବାକୁ ଚେଷ୍ଟା କରିବେ । ଅଫିସରେ କାର୍ଯ୍ୟର ଚାପ ଅଧିକ ରହିବ ଓ ସହକର୍ମୀଙ୍କ ସହ ସାମୟିକ ମନାନ୍ତର ସୃଷ୍ଟି ହୋଇପାରେ । ସାମାଜିକ କାର୍ଯ୍ୟସ୍ଥଳରେ ଅନ୍ୟମାନଙ୍କ ସାହାଯ୍ୟ ଓ ସହଯୋଗ ପାଇ କାର୍ଯ୍ୟ ହାସଲ କରିବେ । ଯାହାଫଳରେ ଲୋକସମ୍ପର୍କ ବୃଦ୍ଧି ପାଇବା ସାଙ୍ଗକୁ ବନ୍ଧୁବତ୍ସଳ ହେବେ । ଭ୍ରମଣ କାଳରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି । ମନୋରଞ୍ଜନ ପ୍ରୀତିପ୍ରଦ ହେବା ସାଙ୍ଗକୁ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ଅତୀତର କେତେକ କଥାକୁ କେନ୍ଦ୍ର କରି ଦାମ୍ପତ୍ୟ ସୁଖରେ ବାଧା ଉପୁଜିପାରେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ତାରିଣୀ ।

ସିଂହ :

ବିଭିନ୍ନ ପ୍ରକାର ସମସ୍ୟାକୁ କେନ୍ଦ୍ର କରି ଚିନ୍ତାମଗ୍ନ ମଧ୍ୟରେ ଦିନଟି ଅତିବାହିତ କରିବାକୁ ପଡିବ । କେତୁର କୁପ୍ରଭାବରୁ ଆକସ୍ମିକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ । କର୍ମକ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ । ଆନୁଷ୍ଠାନିକ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ଓ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ଏଜେନ୍ସିପରୁ ଖୁସି ରହିବେ । ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ ଓ ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାରେ ବିଳମ୍ବ ହୋଇପାରେ । ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ । ରୋଗ, ଋଣ ଓ ଶତ୍ରୁତା ବିଷୟ ଚିନ୍ତନରେ ସମୟ କାଟିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ । ଶୁଭରଙ୍ଗ: ଧଳା । ଆରାଧନା: ରାମଚଣ୍ଡୀ ।

କନ୍ୟା :

ଆର୍ଥିକ ଦୃଷ୍ଟିକୋଣରୁ ଦିନଟି ଭଲ ରହିବ । କର୍ମଭାବ ଶୁଭଦୃଷ୍ଟି ହେତୁ କାମଗୁଡିକ ଶୃଙ୍ଖଳିତ ରହିବ ଏବଂ ଅନୁକୂଳ ପରିବେଶ ସୃଷ୍ଟି ହେବ । ସାଙ୍ଗସାଥୀ ମାନଙ୍କର ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । ବ୍ୟବସାୟ ଓ ବାଣିଜ୍ୟରୁ ଲାଭବାନ୍‌ ହେବେ ଓ ପରିସ୍ଥିତି ବଦଳି ଯିବାରୁ ଏକପ୍ରକାର ଖୁସି ଅନୁଭବ କରିବେ । ସାମାଜିକ ସ୍ତରରେ କିମ୍ବା କର୍ମକ୍ଷେତ୍ରରେ ଉଚିତ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ଅବେହଳା ଓ ଆଳସ୍ୟ ଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି । କୌଣସି ନିକଟ ସମ୍ପର୍କିୟମାନେ ନିଜ ନିଜର ଫାଇଦା ହାସଲ କରିବା ପାଇଁ ଆପଣଙ୍କୁ ଫୁସୁଲାଫୁସୁଲି କରିବେ । ଛୋଟିଆ ଛୋଟିଆ ସମସ୍ୟାକୁ ବାଦ୍ ଦେଲେ ପାରିବାରିକ କ୍ଷେତ୍ରରେ ସ୍ଥିତି ଭଲ ରହିବ । ଖାଇବା ପିଇବାର ଧ୍ୟାନ ଦିଅନ୍ତୁ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

ତୁଳା :

ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆର୍ଥିକ ସମସ୍ୟା ଦୂରେଇବାରେ ଜଣେ ବନ୍ଧୁ ସାହାଯ୍ୟ କରିପାରନ୍ତି । କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ ସିନା ଶୁଭଫଳ ପାଇପାରିବେ ନାହିଁ । ମନ ବୁଝିଲା ଭଳି କଥା କହି ଶତ୍ରୁଠାରୁ ମଧ୍ୟ କାମ ହାସଲ କରିନେବେ । କିନ୍ତୁ ଅଫିସରେ ଭିନ୍ନ ପରିସ୍ଥିତିର ସାମ୍ନା କରିବାକୁ ପଡିବ । ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହୋଇପାରେ, ତେଣୁ ସତର୍କତାର ସହ ଦିନଚର୍ଯ୍ୟା କରିବା ଭଲ, କିଛି କହିବା ପୂର୍ବରୁ ଭାବିବା ଉଚିତ । ଅପରାହ୍ନେ ଦୀର୍ଘଦିନର ଆଶା ଫଳବତୀ ହେବ । ପାରିବାରିକ ଆଲୋଚନା କ୍ଷେତ୍ରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ । ଶୁଭରଙ୍ଗ : ମେରୁନ । ଆରାଧନା : ପ୍ରଭୁ ହନୁମାନ ।

ବିଛା :

ଆଜିର ଦିନଟି ଆପଣଙ୍କ ନିମନ୍ତେ ଅତି ଉତ୍ତମ ରହିବ । ଆପଣଙ୍କ ସ୍ଵଭାବ ଓ ବ୍ୟବହାର ଲୋକଙ୍କୁ ଆକୃଷ୍ଟ କରିବ । ବ୍ୟବସାୟ, ବାଣିଜ୍ୟରେ କାରବାର ଭଲ ରହିବ । କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ଜଟିଳ ପରିସ୍ଥିତିକୁ ସୁଧାରିନେଇ ପାରିବେ । ଅଫିସରେ କାର୍ଯ୍ୟର ଚାପ ଅଧିକ ରହିଲେ ମଧ୍ୟ ସହକର୍ମୀଙ୍କ ସହଯୋଗରେ କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ ଓ ନିର୍ଦ୍ଧାରିତ ସମୟରେ କାର୍ଯ୍ୟକୁ ସଂପୂର୍ଣ୍ଣ କରିବାରେ ସମର୍ଥ ହେବେ । ପରୋକ୍ଷ ଶତ୍ରୁତା କାରଣରୁ କେତେକ ସୁଯୋଗ ହାତପାହାନ୍ତାରୁ ଖସି ଯାଇପାରେ । ପରିବହନ କ୍ଷେତ୍ରରେ ଲାଭ କମ୍‌ ମିଳିଲେ ମଧ୍ୟ ଆଗାମୀ କ୍ଷେତ୍ର ପ୍ରସ୍ତୁତ ହୋଇ ରହିବ । ଆର୍ଥିକ ନେଣଦେଣ କ୍ଷେତ୍ରରେ ସତର୍କ ରୁହନ୍ତୁ, ନତୁବା ପଶ୍ଚାନ୍ତରେ ଅନୁତାପ କରିବାକୁ ପଡ଼ିପାରେ । ପରିବାରରେ ଶାନ୍ତଶିଷ୍ଟର ବାତାବରଣ ବଜାୟ ରହିବ । ବୈବାହିକ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ବିରଜା ।

ଧନୁ :

ଅତ୍ୟଧିକ କାର୍ଯ୍ୟ ହେତୁ ବ୍ୟସ୍ତବିବ୍ରତ ରହିବେ । ବୁଧଙ୍କ ରାଶିରେ ରବି ଥିବାରୁ ବନ୍ଧୁଙ୍କ ସହ ଭ୍ରମଣ, କ୍ରୀଡା ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ମଜି ରହିବେ । ବ୍ୟବସାୟ ବାଣିଜ୍ୟରେ ସ୍ଥିତି ଭଲ ରହିବା ସଙ୍ଗେସଙ୍ଗେ ଆର୍ଥିକ ଲାଭର ଯୋଗ ରହିଛି । ଆଜି ଯେଉଁ ଅବସର ମିଳିଛି ତାହର ଫାଇଦା ଉଠାନ୍ତୁ । ଅଫିସରେ ଜଣେ ଅଧସ୍ତନ କର୍ମଚାରୀ ପ୍ରତିବାଦର ସ୍ଵର ଉଠାଇପାରେ ଓ ଆପଣଙ୍କୁ ଅସୁବିଧାରେ ପକାଇବାକୁ ଚେଷ୍ଟା କରିବ । ସଭାସମିତ, ବୈଠକରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ନିୟନ୍ତ୍ରନ୍ଧିନ କରିନେବେ । ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିବ । ବୈବାହିକ ଜୀବନରେ ମଧୁରତା ବଜାୟ ରହିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଦୁର୍ଗା ।

ମକର :

ପୁରୁଣା କଥାକୁ ନେଇ ଟିକେ ଚିନ୍ତିତ ରହି ପାରନ୍ତି । ନୀଚସ୍ଥ ମଙ୍ଗଳ ହେତୁକ ପାରିବାରିକ ସ୍ତରରେ ଭୁଲ୍‌ ବୁଝାମଣାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ବାଣିଜ୍ୟ ଓ ବ୍ୟବସାୟରେ ସ୍ଥିତି ସାମାନ୍ୟ ମାନ୍ଦା ରହିବ । କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ କିନ୍ତୁ ମାନସିକ ସ୍ତରରେ ସମ୍ପୂର୍ଣ୍ଣ ଖୁସୀ ହୋଇପାରିବେ ନାହିଁ । ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ । କଳା, କ୍ରୀଡ଼ା,ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ରାଜନୀତି ଓ ସାହିତ୍ୟକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପରିବାରରେ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁମାନଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି । ଶୁଭରଙ୍ଗ: ଧୂସର । ବାବା କପିଳାସ ।

କୁମ୍ଭ :

ଧାର୍ମିକ କାର୍ଯ୍ୟକଳାପରେ ସମୟ ଅତିବାହିତ କରିବେ । ଆଜିର ଚନ୍ଦ୍ର ଅଷ୍ଟମାଧିପଙ୍କ ନକ୍ଷତ୍ରସ୍ଥ ହେତୁ ବାକ୍‌ ଅସଂଯମତାରୁ ସୁସମ୍ପର୍କ ବ୍ୟାହାତ ହେବ । କର୍ମକ୍ଷେତ୍ର ଅଧିନସ୍ଥ କର୍ମଚାରୀଙ୍କ କାର୍ଯ୍ୟକଳାପ ଯୋଗୁଁ କେତେକ ବ୍ୟତିକ୍ରମ ଦେଖାଦେବ । ଆର୍ଥିକ ସ୍ଥିତି ମାନ୍ଦା ରହିବ । ଅଫିସର ସ୍ଥଗିତ କାର୍ଯ୍ୟକୁ ସହକର୍ମୀଙ୍କ ସହଯୋଗରେ ସମ୍ପାଦନ କରିବେ । ପ୍ରକୃତ ଘଟଣା ନବୁଝି ପାଖପଡୋଶୀ କିମ୍ବା ଉପରିସ୍ଥ କର୍ମଚାରୀ କ୍ରୋଧ ପ୍ରକାଶ କରିପାରନ୍ତି । ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିବେ । ଶାରୀରିକ ଓ ମାନସିକ ସୁସ୍ଥତା ପ୍ରାୟତଃ ପୂର୍ବଭଳି ଅକ୍ଷୁଣ୍ଣ ରହିବ । ନିଜର ସମ୍ପର୍କୀୟମାନଙ୍କ ଦ୍ୱାରା କୌଣସି ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି । ଶୁଭରଙ୍ଗ: ବାଦାମି । ଆରାଧନା: ହନୁମାନ ।

ମୀନ :

ଆଜି ଆପଣଙ୍କ ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ । ସ୍ଵଗୃହାଭିମୁଖୀ ଗୁରୁ ହେତୁ ବିଭିନ୍ନ ଯୋଜନା କରି ପରିସ୍ଥିତିକୁ ସୁଧାରିବାର ପ୍ରଯତ୍ନ କରି ପାରନ୍ତି । କର୍ମକ୍ଷେତ୍ର, ସଭାସମିତିରେ ଟେନ୍‌ସନ କିଛି ମାତ୍ରାରେ ଲାଗିରହିବ । ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି । ଚାକିରି କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ କିନ୍ତୁ ଉଚ୍ଚାଧିକାରୀ ଆପଣଙ୍କ କାର୍ଯ୍ୟକଳାପ ଉପରେ ରୁଷ୍ଟ ହୋଇପାରନ୍ତି । ଆନୁଷ୍ଠାନିକ କ୍ଷେତ୍ରରେ ପରିସ୍ଥିତିକୁ ଯେତେଟା ଜଟିଳ ମଣୁଛନ୍ତି ବାସ୍ତବରେ ସେପରି ହେବନି । ଶାରୀରିକ ଦୁର୍ବଳତା ଯୋଗୁଁ କେତେକ କାମ ଅଧାରେ ଅଟକି ଯାଇପାରେ । ପାରିବାରିକ କ୍ଷେତ୍ରରେ ଭାଇ, ଭଉଣୀଙ୍କ ସାହାଯ୍ୟ ପ୍ରତିଶ୍ରୁତି ମିଳିବା କାରଣରୁ ମନକୁ ଆଶ୍ୱସ୍ତି ମିଳିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ବିମଳା ।

Leave a Reply

Your email address will not be published. Required fields are marked *