05 ଅପ୍ରେଲ୍ 2021, ସୋମବାର :- ମହାଦେବଙ୍କ କୃପାରୁ ଆଜି ୫ଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଚମକି ଉଠିବ ! କର୍ମକ୍ଷେତ୍ରରେ

05 ଅପ୍ରେଲ୍ 2021, ସୋମବାର :- ମହାଦେବଙ୍କ କୃପାରୁ ଆଜି ୫ଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଚମକି ଉଠିବ ! କର୍ମକ୍ଷେତ୍ରରେ

05 ଅପ୍ରେଲ୍ 2021, ସୋମବାର :- ମହାଦେବଙ୍କ କୃପାରୁ ଆଜି ୫ଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଚମକି ଉଠିବ ! କର୍ମକ୍ଷେତ୍ରରେ ମନୋବାଞ୍ଛିତ ଫଳ ପ୍ରାପ୍ତ କରିବେ ।

ଆଜି ଆମେ ଆପଣଙ୍କୁ ୦୫ ଅପ୍ରେଲ୍ ୨୦୨୧ ସୋମବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଆପଣଙ୍କର ମନରେ ଯେଉଁ ଭଳି ଉଚ୍ଚ ଆଶା ରହିଛି, ସେହି ଅନୁସାରେ କାର୍ଯ୍ୟ କରିବେ ଓ ସଫଳତା ମଧ୍ୟ ପାଇବେ । ଆଜି ହାତକୁ ନେଇଥିବା କାମଗୁଡିକ ସହଜରେ ସମ୍ପନ୍ନ କରିନେବେ । ପ୍ରତ୍ୟେକ ସମସ୍ୟାକୁ ଧୌର୍ଯ୍ୟର ସମ୍ମୁଖୀନ କରିବେ । ବ୍ୟବସାୟ, ପରିବହନ, ବାଣିଜ୍ୟ, କଳା, ସାହିତ୍ୟ, ଚଳଚ୍ଚିତ୍ର, ସଭାସମିତି, ସାମ୍ବାଦିକତା,ଏଜେନଶିପ୍‌ରୁ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ସ୍ଵାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ ମିଳିବ । ଉପରିସ୍ଥ ଅଧିକାରୀଙ୍କ ନିକଟରୁ ପ୍ରେରଣା ଓ ସହଯୋଗ ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି । ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ । ଅନ୍ୟର ବ୍ୟକ୍ତିଗତ ମାମଲାରେ ମୁଣ୍ଡ ପୁରାନ୍ତୁ ନାହିଁ । ସ୍ଵାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ଦେଖାଦେବାର ସମ୍ଭାବନା ରହିଛି । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବିରଜା ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଉପସ୍ଥିତ ବୁଦ୍ଧି ଖଟାଇ ଆପଣ ନିଜ କାର୍ଯ୍ୟଗୁଡିକ ଅନ୍ୟମାନଙ୍କ ଦ୍ଵାରା ସମ୍ପନ୍ନ କରିପାରିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ଆଶାନୁରୂପକ ଫଳ ପାଇବେ । ଆର୍ଥିକ ଜନିତ ସମସ୍ୟାରେ ସୁଧାର ଆସିବ । କର୍ମକ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ ସିନା ଶୁଭଫଳ ପାଇପାରିବେ ନାହିଁ । ସାମାଜିକ ସ୍ତରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ସଭାସମିତି, ସଙ୍ଗଠନ, ରାଜନୀତି, ପ୍ରଶାସନ, ଆଲୋଚନା କ୍ଷେତ୍ରରୁ ପ୍ରଶଂସିତ ହେବେ । ନିଜ ପରିସରର ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ । ସବୁ ପରିସ୍ଥିତିକୁ ହାଲୁକା ଭାବେ ଗ୍ରହଣ କରିବା ଠିକ୍‌ ହେବ ନାହିଁ । ସ୍ଵାସ୍ଥ୍ୟ ସମ୍ବନ୍ଧରେ ସଚେତ ରହନ୍ତୁ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବରଟି ଅପରାହ୍ନରେ ଶୁଣିବାକୁ ପାଇବେ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ତାରିଣୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଦିନଟି ଆପଣଙ୍କ ପାଇଁ ଶୁଭଦାୟକ ରହିବ । ପୂର୍ବ ଚିନ୍ତା କରିଥିବା ସୁପରିକଳ୍ପିତ ଯୋଜନାକୁ ବାସ୍ତବ ରୂପ ଦେବାରେ ସଫଳ ହେବେ । ବାଣିଜ୍ୟ, ବ୍ୟବସାୟ ପାଇଁ ଦିନଟି ଅନୁକୁଳ ସାବ୍ୟସ୍ତ ହେବ । ବ୍ୟବସାୟରେ ନୂଆ ପ୍ରସ୍ତାବ ଓ ନୂଆ ପ୍ରକଳ୍ପ ମିଳିପାରେ । ଆର୍ଥିକ ସ୍ଥିତି ମଜୁବତ ରହିବ । ଆକସ୍ମିକ ଭାବେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ । ସ୍ଵାର୍ଥସାଧନ ପରିପ୍ରେକ୍ଷୀରେ ଆକସ୍ମିକ ଭାବେ ନିଜ ଲୋକମାନେ ଶତ୍ରୁତା କରିପାରନ୍ତି । ଅଫିସରେ କାର୍ଯ୍ୟଭାର ବଢିବା କିନ୍ତୁ କର୍ତ୍ତୃପକ୍ଷଙ୍କ ସହାୟତା ପାଇବେ । ସଭାସମିତି, ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡ଼ିପାରେ । ଆକସ୍ମିକ ସମସ୍ୟା ହେତୁ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହୋଇପାରେ । ବାଦ ବିବାଦ, ଯୁକ୍ତି ତର୍କ ଠାରୁ ଦୂରେଇ ରୁହନ୍ତୁ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ରହିବ । ସ୍ତ୍ରୀଙ୍କ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ଯୋଗୁଁ ମନକୁ ଆଶ୍ଵସ୍ତି ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ସାମାନ୍ୟ ପ୍ରତିବନ୍ଧକ ଦେଖାଦେଲେ ମଧ୍ୟ କର୍ମକ୍ଷେତ୍ରରେ ଚେଷ୍ଟା ନିଷ୍ଫଳ ହେବ ନାହିଁ । କର୍ମ ସମ୍ପାଦନ ଓ ଅର୍ଥ ଲାଭର ଯୋଜନା କରିବାରେ ନିୟୋଜିତ ରହିପାରନ୍ତି । ବ୍ୟବସାୟ କ୍ଷେତ୍ରରେ ଅଂଶୀଦାରଙ୍କ ସହ ତର୍କବିତର୍କ ଯୋଗୁଁ ମନ ସାମୟିକ ଭଲ ରହିନପାରେ । କୌଣସି ମିଥ୍ୟା ଗୁଜବ ମନକୁ ଚହଲାଇ ଦେବା ସଙ୍ଗକୁ କର୍ମକ୍ଷେତ୍ରରେ ଲକ୍ଷ୍ୟ ପୂରଣ ଦିଗରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ପ୍ରତିବନ୍ଧକ ଓ ସମସ୍ୟା ସୃଷ୍ଟି କରିପାରନ୍ତି । ବନ୍ଧୁମାନଙ୍କ ସହ ଆଲୋଚନା କରିବାର ସୁଯୋଗ ଲାଭ କରି ଖୁସି ଅନୁଭବ କରିବେ । ସ୍ଵାସ୍ଥ୍ୟ ସମସ୍ୟା ପୂର୍ବପରି ରହିବ ମାତ୍ର ପୂର୍ଣ୍ଣତଃ ଆରୋଗ୍ୟ ଲାଭ କରି ନ ପାରନ୍ତି । ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ତାରିଣୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ନିଜକୁ ନିୟନ୍ତ୍ରଣାଧୀନରେ ରଖିବାକୁ ଚେଷ୍ଟାକୁ କରନ୍ତୁ । ଆଜି ବାଦବିବାଦ, କୋର୍ଟକଚେରି ମାମଲା, ଆର୍ଥିକ ସ୍ଥିତି ଓ ସ୍ତ୍ରୀଙ୍କ ସ୍ଵାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ । ବ୍ୟବସାୟ ବାଣିଜ୍ୟରେ ନାନା ପ୍ରକାର ବାଧାବିଘ୍ନର ସମ୍ମୁଖୀନ ହେବାକୁ ପଡିବ । କିନ୍ତୁ ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । ଅଫିସରେ କର୍ତ୍ତୃପକ୍ଷ ଆପଣଙ୍କ କାମକୁ ନେଇ ପ୍ରଶଂସା କରିବେ । କିନ୍ତୁ ମିତ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ସାମାଜିକ ସ୍ତରରେ, ଗଠନମୂଳକ କାମରେ, ସଭାସମିତିରେ ବନ୍ଧୁମାନଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି । ପରିବାରରେ ଭୁଲ୍ ବୁଝାମଣା କାରଣରୁ ସାମୟିକ ଉଦାସ ରହିବେ । ସ୍ଵାର୍ଥସାଧନ ପରିପ୍ରେକ୍ଷୀରେ ଆକସ୍ମିକ ଭାବେ ନିଜ ଲୋକମାନେ ଶତ୍ରୁତା କରିପାରନ୍ତି । ଜୀବନସାଥୀଙ୍କ ପରାମର୍ଶ ଗ୍ରହଣ କରି କେତେକାଂଶରେ ବେଶ୍ ଉପକୃତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ପ୍ରଭୁଙ୍କ ଆାରାଧନାରେ ମନକୁ ଶାନ୍ତି ମଳିବ । ଆପଣଙ୍କ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ କ୍ରମଶଃ ଦୂରେଇଯିବ । ଅର୍ଥନୈତିକ ଅଭିବୃଦ୍ଧି ସଙ୍ଗକୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । କିନ୍ତୁ ନିଜ ବ୍ୟବହାର୍ଯ୍ୟ ଅତ୍ୟାବଶ୍ୟକ ଜିନିଷଟି ଅପରକୁ ଦେଇ ଅପଦସ୍ତ ହୋଇପାରନ୍ତି । ବ୍ୟବସାୟରେ ପୂର୍ବ ପ୍ରସ୍ତୁତି ଅନୁୟାଯୀ କାର୍ଯ୍ୟ କରିଲେ ଲାଭପ୍ରଦ ହେବେ । ବ୍ୟବସାୟରେ ଉନ୍ନତି ସଙ୍ଗକୁ ମୂଲ୍ୟବାନ ଜିନିଷ କ୍ରୟ କରିପାରନ୍ତି । ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସମ୍ପର୍କ ଭଲ ରହିବ । ସଭାସମିତିରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଗୃହ, ଜମି ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ପରିବାର ସହିତ ହସଖୁସିରେ ଦିନ ଅତିବାହିତ କରିବେ । ବୈବାହିକ ଜୀବନ ଠିକ୍‌ଠାକ୍‌ ରହିବ । କିନ୍ତୁ ସ୍ଵାସ୍ଥ୍ୟ ସମସ୍ୟା ଯୋଗୁଁ ମାନସିକ ସ୍ତରରେ ଶାନ୍ତି ବ୍ୟାଘାତ ହେବ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ହର ପାର୍ବତୀ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଧାର୍ମିକ କାର୍ଯ୍ୟ ପ୍ରତି ମନରେ ଶ୍ରଦ୍ଧା ବଢ଼ିବ । ଦୀର୍ଘଦିନର ସ୍ଥଗିତ କାମକୁ ଆରମ୍ଭ କରିବା ପାଇଁ ମନସ୍ଥ କରିବେ । ନିଜ ସଂସ୍ଫର୍ଶରେ ଆସୁଥିବା ବନ୍ଧୁ ମାନଙ୍କ ପରାମର୍ଶ ଗ୍ରହଣ କରି କାମ କରିଲେ ବିଶେଷ ପରିମାଣରେ ଉପକୃତ ହେବେ । ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିିଙ୍କଠାରୁ ଦୂରେଇ ରହିବା ସହ ସତର୍କତା ରକ୍ଷା କରିବା ଭଲ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଆର୍ଥିକ ସ୍ଥିତି ମଜଭୁତ ରହିବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିିଭାବ ସୃଷ୍ଟି ହୋଇପାରେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ବାବା କପିଳାସ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ସ୍ଥଗିତ କାମକୁ ପୂରା ଦମରେ ସମ୍ପନ୍ନ କରିବାକୁ ମନସ୍ଥ କରିବେ । କିନ୍ତୁ ପାରିବାରିକ କଳହକୁ ମନ ଅଶାନ୍ତ ରହିବ । ବ୍ୟବସାୟ, ବାଣିଜ୍ୟରେ ଆର୍ଥିକ ସ୍ଥିତି ମାନ୍ଦା ରହିବ । କର୍ମକ୍ଷେତ୍ରରେ ଏକ ସାଧାରଣ କଥାକୁ କେନ୍ଦ୍ର କରି କଳହ ଉପୁଜିପାରେ । ସହକର୍ମୀଙ୍କ ଅନୁପସ୍ଥିତି ଯୋଗୁଁ ଅଫିସରେ କାର୍ଯ୍ୟଭାର ଅଧିକ ରହିବ । ଉଚ୍ଚାଧିକାରୀ ଆପଣଙ୍କ ସ୍ଥଗିତ କାର୍ଯ୍ୟ ସକାଶେ ଆପଣଙ୍କୁ କୈଫତ୍ ମାଗିବେ । ଅପ୍ରିୟ ସତ୍ୟ ଭାଷଣରୁ ନିବୃତ୍ତ ରହିବା ଭଲ ହେବ । ସମାଜରେ ସମୂହସ୍ଵାର୍ଥକୁ ପ୍ରାଧାନ୍ୟ ଦେବା କାରଣରୁ ଭାବମୂର୍ତ୍ତି ଉଜ୍ଜ୍ୱଳିତ ହେବ । ଆନୁଷ୍ଠାନିକ କାମରେ କିମ୍ବା ସଭାସମିତିରେ ସମ୍ମାନ ଲାଭ ଓ ପଦ ମର୍ଯ୍ୟଦା ବୃଦ୍ଧି ପାଇବ । ଆତ୍ମୀୟ ତଥା ନିକଟ ସମ୍ପର୍କୀୟଙ୍କ ହତାଦର ଭାବରୁ ସାମୟିକ ଦୁଃଖିତ ହୋଇପାରନ୍ତି । ପରିବାରରେ ଭୁଲ୍ ବୁଝାମଣା କାରଣରୁ ପରସ୍ପର ମଧ୍ୟରେ ସମ୍ପର୍କ ଭଲ ରହିବ ନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଧୌର୍ଯ୍ୟ ଧରି କାର୍ଯ୍ୟ କରନ୍ତୁ, କାମ ଗୁଡିକ ବିଳମ୍ବରେ ସମ୍ପାଦିତ ହେବା ଯୋଗୁଁ ମନ ଚଞ୍ଚଳ ରହିବ ନାହିଁ । ଦିନଟି ଆପଣଙ୍କ ପାଇଁ ଖଟାମିଠା ରହିବ । ପ୍ରତ୍ୟେକ କ୍ଷେତ୍ରରେ ନାନା ପ୍ରକାର ବାଦବିଘ୍ନର ସମ୍ମୁଖୀନ ମଧ୍ୟ ଦେଇ ଗତି କରିବାକୁ ପଡିବ । ସ୍ଵାସ୍ଥ୍ୟ ସମସ୍ୟା ପୂର୍ବପରି ରହିବ ପୂର୍ଣ୍ଣମାତ୍ରରେ ଆରୋଗ୍ୟ ଲାଭ କରିପାରିବେ ନାହିଁ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ । ଆଜି ଇଚ୍ଛା ନଥିଲେ ମଧ୍ୟ ଏହିପରି କେତେକ କାମ ବାଧ୍ୟ ବାଧକତାରେ କରିବାକୁ ପଡ଼ିବ । ସଭାସମିତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ । କୋର୍ଟ କଚେରି ମାମଲା ଶୁଣାଣି ବିଳମ୍ବ ହେବ ଯୋଗୁଁ ମନ ବିସ୍ତପ ରହିବ । ପାରିବାରିକ ଜୀବନରେ ସୁଖଶାନ୍ତି ଅତୁଟ ଥିଲେ ମଧ୍ୟ ଭୁଲ୍‌ ବୁଝାମଣା କାରଣରୁ ହଠାତ୍‌ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଦିନଟି ସମ୍ୟକ ଖଟାମିଠା ରହିବ, ମନ ପ୍ରଫୁଲ୍ଲ ରହିବା ନାହିଁ । କେତେକ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ । ଅବଶ୍ୟ ବନ୍ଧୁମାନଙ୍କ ସହାନୁଭୂତି ଲାଭ କରିବା ଫଳରେ ବିବାଦୀୟ ଘଟଣା ଓ ଆର୍ଥିକ ସମସ୍ୟାର ସମାଧାନ ଘଟିପାରେ । ବ୍ୟବସାୟ କ୍ଷେତ୍ରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେକରିଛନ୍ତି ବାସ୍ତବରେ ସେପରି କିଛି ହେବନାହିଁ । କିନ୍ତୁ ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା କ୍ରମଶଃ ବୃଦ୍ଧି ପାଇବ । ଚାକିରିରେ ନିଷ୍ଠାର ସହିତ କାମ କଲେ ଭଲ ପରିଣାମ ମିଳିବ । ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଅପଚେଷ୍ଟା କରିବେ । କୌଣସି ପାରିବାରିକ ବ୍ୟତିକ୍ରମ କାରଣରୁ ଟେନସନ୍‌ କିିଛି ମାତ୍ରାରେ ଲାଗିରହିବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ପ୍ରଭୁ ହନୁମାନ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଦିନଟି ଆପଣଙ୍କ ଲାଗି ଖୁବ୍‌ ଭଲ ରହିବ । ଆଜି ଆପଣ କୌଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବାକୁ ଯାଇପାରନ୍ତି । ସ୍ଵଭାବରେ ବିନମ୍ର ହୋଇ ବରିଷ୍ଠଙ୍କ ସହିତ କଥାବାର୍ତ୍ତା କରନ୍ତୁ । ଚାକିରୀ କ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ଖୁସିରେ ରହିବେ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ଅଚାନକ ଧନପ୍ରାପ୍ତି ହେବ । ସାଙ୍ଗଠନିକ କାମ, ପରିବହନ, ରାଜନୀତି, ଆଇନ ଓ ଆନୁଷ୍ଠାନିକ କାମରେ ଶୁଭଫଳ ମିଳିବ । କେତେକ କ୍ଷେତ୍ରରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ । ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ନିଜର ଲୋକଙ୍କ କାର୍ଯ୍ୟ କଳାପ ନେଇ ବ୍ୟସ୍ତ ବିବ୍ରତ ହୋଇ ପାରନ୍ତି । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବିରଜା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ମନ ଚଞ୍ଚଳ ରହିବ । ପ୍ରତ୍ୟେକ କ୍ଷେତ୍ରରେ ଦୃଢ ପଦକ୍ଷେପ ନେଇ ଉନ୍ନତିର ପଥରେ ଅଗ୍ରସର ହେବେ । କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟକୁ ଅଧିନସ୍ଥ କର୍ମଚାରୀଙ୍କ ଦ୍ଵାରା ତ୍ୱରାନ୍ୱିତ କରିବେ । ଆଶା କରୁଥିବା ଦିଗରୁ ସାହାଯ୍ୟ ମିଳିବ । ଦୀର୍ଘ ଦିନରୁ ଭାଙ୍ଗି ପଡିଥିବା କୈାଣସି ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ । ଆପଣଙ୍କର କୌଣସି ସ୍ଵପ୍ନ ପୂରା ହେବ । ବ୍ୟବସାୟରେ ଆୟ ବୃଦ୍ଧିର ସମ୍ଭାବନା ରହିଛି । ଚାକିରିରେ କୌଣସି ବିଶେଷ ଦାୟିତ୍ଵ ଗ୍ରହଣ କରିବେ ଓ ସହକର୍ମୀମାନେ ସହଯୋଗର ହାତ ବଢାଇବେ । ପୁରୁଣା କାମଗୁଡ଼ିକର ସମୀକ୍ଷା କରିବେ, କିନ୍ତୁ ବିବାଦୀୟ ପରିସ୍ଥିତି ସୃଷ୍ଟିର ସମ୍ଭାବନା ରହିଛି । ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ର କରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହେବ । ଆଜିର ଯାତ୍ରା ଓ ସାନ୍ଧ୍ୟ ଭ୍ରମଣରେ ଅଭିଳଷିତ ଫଳ ପାଇବେ । ପାରିବାରିକ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ତାରିଣୀ ।

Leave a Reply

Your email address will not be published. Required fields are marked *