05 ମାର୍ଚ୍ଚ 2021, ଶୁକ୍ରବାର :- ଆଜି ୬ଟି ରାଶିର ବ୍ୟକ୍ତି କର୍ମକ୍ଷେତ୍ରରେ କରିବେ ଯଥେଷ୍ଟ ଉନ୍ନତି । ଆର୍ଥିକ କ୍ଷେତ୍ରରେ

05 ମାର୍ଚ୍ଚ 2021, ଶୁକ୍ରବାର :- ଆଜି ୬ଟି ରାଶିର ବ୍ୟକ୍ତି କର୍ମକ୍ଷେତ୍ରରେ କରିବେ ଯଥେଷ୍ଟ ଉନ୍ନତି । ଆର୍ଥିକ କ୍ଷେତ୍ରରେ

05 ମାର୍ଚ୍ଚ 2021, ଶୁକ୍ରବାର :- ଆଜି ୬ଟି ରାଶିର ବ୍ୟକ୍ତି କର୍ମକ୍ଷେତ୍ରରେ କରିବେ ଯଥେଷ୍ଟ ଉନ୍ନତି । ଆର୍ଥିକ କ୍ଷେତ୍ରରେ ଆସିବା ସୁଧାର… ।

ଆଜି ଆମେ ଆପଣଙ୍କୁ ୦୫ ମାର୍ଚ୍ଚ ୨୦୨୧ ଶୁକ୍ରବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ମଧୁର କଥା କହି ଲୋକଙ୍କୁ ଆକର୍ଷିତ କରିବେ । ବ୍ୟବସାୟ, ବାଣିଜ୍ୟରେ ସ୍ଥିତି ଭଲ ରହିବ । ବନ୍ଧୁ ଓ ସହକର୍ମୀଙ୍କ ସାହାଯ୍ୟ ସହଯୋଗର କୌଣସି ଅଭାବ ରହିବ ନାହିଁ । ନୂତନ କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ । ଅଫିସରେ ସ୍ଥିତି ଭଲ ରହିଲେ ମଧ୍ୟ ଅପରାହ୍ନରେ କୌଣସି ଘଟଣାକୁ ନେଇ ସାମୟିକ ଚିନ୍ତିତ ରହିବେ । ସାମାଜିକ କ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ । ଆନୁଷ୍ଠାନିକ କାମ, ପରିବହନ କ୍ଷେତ୍ରରେ ଆଶାନୁରୂପକ ଫଳ ପାଇବେ । କୌଣସି ଗୁରୁତ୍ୱପୂର୍ଣ୍ଣ ବିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଆପଣଙ୍କ ଭବିଷ୍ୟତ ପାଇଁ ଭଲ ରହିବ । କେତେକ କ୍ଷେତ୍ରରେ ଯେସାକୁ ତେସା ନୀତି ଅବଲମ୍ବନ କରିବାକୁ ବାଧ୍ୟ ହେବେ । ବାଦବିବାଦ, ଯୁକ୍ତିତର୍କରେ ଯୁକ୍ତିଯୁକ୍ତ କଥା କହି ପ୍ରଶଂସିତ ହେବେ । ପରିବାରରେ କାହାରି ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତିତ ରହିବେ । ଶୁଭରଙ୍ଗ: ସବୁଜ । ଆରାଧନା: ବାବା ଗୁପ୍ତେଶ୍ଵର ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ମନ ଉଦାସ ରହିବ । କର୍ମକ୍ଷେତ୍ରରେ ବିଶ୍ରାମ ପାଇବାର ସୁଯୋଗ ପାଇବେ ନାହିଁ । ରାହୁ ଓ ମଙ୍ଗଳଙ୍କ ପ୍ରଭାବରୁ ବିବାଦମାନ ସ୍ଥିତିରୁ ସହସା ମୁକ୍ତି ମିଳିବ । ବୁଝାମଣା ଅଭାବରୁ ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ । କର୍ମକ୍ଷେତ୍ରରେ ଅନ୍ୟର କଥାକୁ ବିଶ୍ୱାସ କରି କାର୍ଯ୍ୟ କରିଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଈର୍ଷାପରାୟଣ ବ୍ୟକ୍ତିଙ୍କ ନିକଟରୁ ଦୂରେଇ ରହିବା ଭଲ । କର୍ମସ୍ଥଳରେ ଅନୁଭବୀ ବ୍ୟକ୍ତିଙ୍କ ସାହାଯ୍ୟ ମିଳିବ । ଅଫିସରେ ସାଧାରଣ ଯୁକ୍ତି-ବିତର୍କକୁ କେନ୍ଦ୍ର କରି ସହକର୍ମୀଙ୍କ ସହ ମନାନ୍ତର ଦେଖା ଦେଇପାରେ । ପାରିବାରିକ, ସାମାଜିକ ଓ ଆନୁଷ୍ଠାନିକ କ୍ଷେତ୍ର ସାମାନ୍ୟ ବ୍ୟତିକ୍ରମ ମଧ୍ୟରେ ମଧ୍ୟ ଦେଇ ଗତି କରିବାକୁ ପଡିବ । ବନ୍ଧୁଙ୍କ ପ୍ରତାରଣାପୂର୍ଣ୍ଣ କଥାରେ ମନ ଅସ୍ଥିର ରହିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ତାରିଣୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ । ଏକ ନିର୍ଦ୍ଦିଷ୍ଟ କାର୍ଯ୍ୟ ସକାଶେ ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ । କୌଣସି ପ୍ରକାରର ଅସୁବିଧା ନ ଥିଲେ ମଧ୍ୟ ପାପଗ୍ରହଙ୍କ କୁ-ପ୍ରଭାରୁ ଦୈହିକ ଓ ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ ନାହିଁ । ଫଳରେ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଶିଳ୍ପ ଓ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯତ୍ନ କରିବେ । ସମାଜରେ ଆପଣଙ୍କର ମାନ ସମ୍ମାନ ବଢ଼ିବ । ଆର୍ଥିକ କ୍ଷେତ୍ରରେ ସମ୍ୟକ ଅଭାବ ପରିଲକ୍ଷିତ ହୋଇପାରେ । ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ । ପରିବାରରେ ମତଭେଦ କାରଣରୁ କଳହ ସୃଷ୍ଟି ହୋଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଦୀର୍ଘଦିନରୁ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । କର୍ମକ୍ଷେତ୍ରରେ କାହାର ମନଗଢ଼ା କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ । ଆଜି କର୍ତ୍ତବ୍ୟର ସହ ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ କରିବାରେ ସମର୍ଥ ହେବେ । ବ୍ୟବସାୟ ମାଧ୍ୟମ ଧାରଣ ରହିବ । ଅଫିସ କିମ୍ବା ନିଜ ବୃତ୍ତିଗତ କର୍ମରେ କୌଣସି ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି । ଅଫିସରେ ସହକର୍ମୀଙ୍କ ସହ ସମ୍ପର୍କ ଭଲ ରହିବ କିନ୍ତୁ ଅଧସ୍ତନ କର୍ମଚାରୀମାନଙ୍କୁ ସନ୍ତୁଷ୍ଟ କରିବାକୁ ଯାଇ ଆପଣଙ୍କୁ ବହୁତ କଷ୍ଟ ସ୍ଵୀକାର କରିବାକୁ ପଡ଼ିବ । ସମାଜରେ ମାନସମ୍ମନ ବୃଦ୍ଧି ହେବ । ଯାତ୍ରାରେ ସତର୍କତା ଅଭାବରୁ ଧନହାନି କିମ୍ବା କଳହର ସୂଚନା ରହିଛି । ଜୀବନସାଥୀଙ୍କ ବ୍ୟବହାର ପ୍ରେମ ଭରା ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭଦ୍ରକାଳୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଧୌର୍ଯ୍ୟହରା ନ କାର୍ଯ୍ୟ କରନ୍ତୁ, ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟରେ ସଫଳତା ନିଶ୍ଚୟ ମିଳିବ । ବନ୍ଧୁମାନେ ଫୁସୁଲାଫୁସୁଲି କରି କାର୍ଯ୍ୟ ହାସଲ କରିବାକୁ ଉଦ୍ୟମ କରିବେ । ଶିଳ୍ପ, ପରିବହନ ଓ ବାଣିଜ୍ୟରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ଅଫିସରେ କାର୍ଯ୍ୟଭାର ଅଧିକ ରହିବ । ଯେତେ ଭଲ କାମ କରିଲେ ମଧ୍ୟ ସହକର୍ମୀମାନେ ଆପଣଙ୍କ କାର୍ଯ୍ୟକୁ ନେଇ ସମାଲୋଚିତ କରିବେ । ମଧ୍ୟାହ୍ନରେ ସରକାରୀସ୍ତରରୁ ପ୍ରତୀକ୍ଷା କରିଥିବା କାୈଣସି ଖବର ପାଇ ଖୁସି ହେବେ । ରାଜନୀତିରେ ନୂଆ ଦାୟିତ୍ଵ ଗ୍ରହଣ ପାରନ୍ତି । ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚବାର ଆଶା କ୍ଷୀଣ ହୋଇପାରେ । ଇଚ୍ଛା ନ ଥାଇ ମଧ୍ୟ ଘର ଅପେକ୍ଷା ବାହାରେ ବେଶୀ ସମୟ କଟାଇବାକୁ ପଡିପାରେ । ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ମାଆ ଭୈରବୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ନିଜ ପରିଶ୍ରମର ଉପଯୁକ୍ତ ପରିଶ୍ରମିକ ପାଇବେ । ସ୍ଥଗିତ କାମକୁ ପୂରାଦମ୍‌ରେ କରି ସଫଳତା ହାସଲ କରିବେ । ଯେତେ ପ୍ରକାରର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍‌ ସାମନା କରିବା ପାଇଁ ଚେଷ୍ଟା କରିବେ । ବ୍ୟବସାୟ, ପରିବହନ, ରପ୍ତାନି, ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ । ଅଫିସ କାର୍ଯ୍ୟରେ ଉଚ୍ଚଧିକାରୀଙ୍କ ସାନ୍ନିଧ୍ୟ ଲାଭ କରିବେ । ଅନ୍ୟମାନଙ୍କ ସହିତ କଥା କହିବା ସମୟରେ ଶଦ୍ଦ ଉପରେ ଧ୍ୟାନ ଦିଅନ୍ତୁ । ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ପାରିବାରିକ ଖର୍ଚ୍ଚର ପରିମାଣ ବୃଦ୍ଧି ଯୋଗୁଁ ମନରେ ସରସତା ରହିବ ନାହିଁ । ସାମାଜିକ ସ୍ତରରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ସାଧାରଣ କଥାକୁ କେନ୍ଦ୍ରକରି ଓ ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି । ଶୁଭରଙ୍ଗ: ସବୁଜ । ଆରାଧନା: ବାବା ଲିଙ୍ଗରାଜ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ । ଯାହାକୁ ନିଜର ମନେ କରୁଛନ୍ତି, ସେହିମାନେ ହିଁ ଆପଣଙ୍କ ପ୍ରଶଂସା ଓ ପ୍ରତିଷ୍ଠାକୁ ସହିପାରିବେ ନାହିଁ । ବ୍ୟବସାୟ ବାଣିଜ୍ୟରେ ସ୍ଥିତି ମାଧ୍ୟମ ଧାରଣର ରହିବା । କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ କାମ ଅର୍ପଣ କରିବେ । ଉପରିସ୍ଥ କର୍ମଚାରୀଙ୍କ ସହ ଯୁକ୍ତିତର୍କ କାରଣରୁ କୌଣସି ସମସ୍ୟା ଉପୁଜିବାର ଆଶଙ୍କାରେ ବିବ୍ରତ ହୋଇପାରନ୍ତି । ସଭାସମିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ପ୍ରିୟ ବନ୍ଧୁଙ୍କୁ ମନର କଥା କହିବେ । ସ୍ଵାଦିଷ୍ଠ ଖାଦ୍ୟ ଭୋଜନ କରିବେ । ଅର୍ଥନୈତିକ, ପାରିବାରିକ ସ୍ଥିତି କେତେକାଂଶରେ ଭଲ ରହିପାରେ । ସାମୟିକ କାର୍ଯ୍ୟରେ ବାଧା ସୃଷ୍ଟି କରିପାରେ । ପରିବାର ସୁଖ-ଶାନ୍ତିର ବାତାବରଣ ରହିବ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ବିରଜା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଆଜିର କର୍ମକ୍ଷେତ୍ରରେ ସାହାର୍ଯ୍ୟ ସହଯୋଗର ଅଭାବ ରହିବ ନାହିଁ । ଯେଉଁ କାମରେ ହାତ ଦେଇଛନ୍ତି ତାହାକୁ ଯେ କୌଣସି ପ୍ରକାରେ କରିବାରେ ସମର୍ଥ ହେବେ । ବାଣିଜ୍ୟ ଓ ବ୍ୟବସାୟ, ପରିବହନ, ଲେଖାପଢ଼ା ଓ ପ୍ରଶାସନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ନୂତନ ଭାବରେ ହାତକୁ ନେଇଥିବା କାମଟିକୁ ପୂର୍ଣ୍ଣାଙ୍ଗ କରିବାରେ ସଫଳ ହେବେ । ଅଫିସ କାମରେ ସହର ବାହାରକୁ ଯାଇପାରନ୍ତି । ଆଲୋଚନା ପରିସରରେ ବନ୍ଧୁଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ପ୍ରଦର୍ଶନ କରି ପ୍ରଶଂସିତ ହୋଇପାରନ୍ତି । ଜମିଜମା କିଣାବିକା, ପ୍ରକଳ୍ପ କାର୍ଯ୍ୟ, ସମସ୍ୟା ସମାଧାନ କ୍ଷେତ୍ରରେ ଚୁକ୍ତିପତ୍ର ସ୍ଵାକ୍ଷରିତ ହୋଇପାରେ । ବିଜାତୀୟବ୍ୟକ୍ତିଙ୍କ ସହ ବିଶେଷ ସଂସର୍ଗତାରୁ ଦୂରେଇ ନ ରହିଲ ସମାଲୋଚିତ ହେବାକୁ ପଡ଼ିପାରେ । ବିଭିନ୍ନ ପ୍ରକାରର ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ । ଶୁଭରଙ୍ଗ: ମେରୁନ୍ । ଆରାଧନା: ହର ପାର୍ବତୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ହାସଲ କରିବେ । କୌଣସି ଅଶାନ୍ତି ଆପଣଙ୍କ ପାଖକୁ ଆସିବ ନାହିଁ । କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ । ଅତୀତ କଥାକୁ ଚିନ୍ତା କରି ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେମିତି କିଛି ହେବନି । ବ୍ୟବ୍ୟବସାୟରେ ସଫଳତା ଅର୍ଜନ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଭାବିଥିବା କାମ ପୂରା କରିବାରେ ମିତ୍ରଙ୍କ ସହଯୋଗ ପାଇବେ । କାର୍ଯ୍ୟ କ୍ଷେତ୍ରରେ ଅଧିକାରୀ ବର୍ଗ ଆପଣଙ୍କ ପକ୍ଷରେ ରହିବେ । ସମାଜରେ ଆପଣଙ୍କର ପ୍ରତିଷ୍ଠା ବଜାୟ ରହିବ । ସଭାସମିତିରେ ବୁଦ୍ଧିଜୀବୀମାନଙ୍କ ଆଦରଣୀୟ ହେବେ । ଗ୍ରହମାନଙ୍କ ଅନୁକୂଳ ସ୍ଥିତିରୁ ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତାରେ ଅବଶ୍ୟ ସଫଳତା ହାସଲ କରିବେ। କାମ ହାସଲ ସକାଶେ ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ଅନୁଭବ କରିପାରନ୍ତି । ପାରିବାରିକ କ୍ଷେତ୍ରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ସମସ୍ୟାର ମୁଖ୍ୟ କାରଣ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଦିନଟି ଉତ୍ସାହପୂର୍ଣ୍ଣ ରହିବ । ସାମାଜିକ ସ୍ତରରେ ସ୍ଥଗିତ କାମକୁ ସମ୍ପୂର୍ଣ୍ଣ କରିବା ପାଇଁ ନିଷ୍ପତ୍ତି ନେବେ । ବ୍ୟବସାୟରେ ଆର୍ଥିକ ସ୍ଥିତି ମଜବୁତ ରହିବ । କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପରିବର୍ତ୍ତିତ ମନୋଭାବରୁ କିଛିଟା ହଇରାଣ ହୋଇପାରନ୍ତି । ବକେୟା ଅର୍ଥ, ଘର ଭଡା ଆଦାୟ କରିବା ସମୟରେ ସମ୍ୟକ ବିତର୍କର ସମ୍ମୁଖୀନ ହେବାକୁ ପଡିପାରେ । ନିର୍ମାଣଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ । ପରିବହନ କ୍ଷେତ୍ରରେ ଲାଗିରହିଥିବା ସମସ୍ୟା ଆପଣାଛାଏଁ ଦୂର ହେବ । ପୂର୍ବ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ । ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ହୋଇପାରେ । ପର ଉପରେ ନିର୍ଭର କରିବା କାରଣରୁ କେତେକ କାମ ହାତଛଡା ହୋଇପାରେ । ଜମି କିମ୍ବା ନୂଆ ଘର କିଣିବା ଲାଗି ଯୋଜନା କରିବେ । ସ୍ଵାସ୍ଥ୍ୟ ସମସ୍ୟାକୁ କେନ୍ଦ୍ରକରି ଚିନ୍ତିତ ରହିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ଵରୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଆଜି ଦିନଟି ଆପଣ ପାଇଁ ଅତି ଉତ୍ତମ ରହିବ । ଆପଣଙ୍କ ହସହସ ମୁହଁ ଓ ବିନୟପୂର୍ଣ୍ଣ ସାଦର ସମ୍ଭାଷଣ ଯୋଗୁଁ ବନ୍ଧୁ ପରିଜନଙ୍କ ହୃଦୟ ଜିଣିପରିବେ । ସ୍ଥଗିତ ଥିବା କାର୍ଯ୍ୟକୁ ବନ୍ଧୁଙ୍କ ଦ୍ଵାରା ସହଜରେ ପୂର୍ଣ୍ଣ କରିପାରିବେ । ବ୍ୟବସାୟ ବାଣିଜ୍ୟରେ ସ୍ଥିତି ଭଲ ରହିବ । କିନ୍ତୁ ହଠାତ୍ କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ସଭାସମିତି, ପ୍ରକାଶନ, ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ଈର୍ଷା ପରାୟଣ ବ୍ୟକ୍ତିମାନେ ଆପଣଙ୍କ ପ୍ରତିଷ୍ଠା ଓ ପ୍ରଶଂସାକୁ ସହ୍ୟ କରିନପାରି ଆପଣଙ୍କ ପଛରେ ଭିନ୍ନ ପ୍ରକାରର କୁଟ ମନ୍ତବ୍ୟ ଦେବେ । ପରିବାର ସଦସ୍ୟଙ୍କ ଔଚିତ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ଦାମ୍ପତ୍ୟ ଜୀବନରେ ଉଭୟ ଉଭଯଙ୍କୁ ସହଯୋଗ ଭିତ୍ତିରେ କାର୍ଯ୍ୟ କରିବେ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବା ନିତାନ୍ତ ଆବଶ୍ୟକ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଦିନଟି ଆପଣଙ୍କ ପାଇଁ ଖଟାମିଠା ରହିବ । ଭୋଗ ବିଳାସରେ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ । ରାଜନୀତିରେ ଦୃଢ ପୃଷ୍ଠପୋଷକତା ଯୋଗୁଁ ଆଗେଇ ଯିବେ । ଆଜି ଅତ୍ୟଧିକ ବ୍ୟୟବହୁଳ ହୋଇପାରେ । ଅବଶ୍ୟ ଚନ୍ଦ୍ରଙ୍କ ଦୃଷ୍ଟିରୁ ସୁସ୍ଥ ଚିନ୍ତାଧାରା ହେତୁ ପରିସ୍ଥିତି ପ୍ରତି ସଚେତନ ରହି କାମ କରିବା ଦ୍ୱାରା ପ୍ରତ୍ୟେକ ସମସ୍ୟାକୁ ଟାଳି ଦେଇ ପାରିବେ । ପରସ୍ପରିକ ମତଭେଦ କାରଣରୁ ଶିଳ୍ପ, ବ୍ୟବସାୟରେ ବିଦ୍ରୋହ ଓ ଅଶାନ୍ତିର ବହ୍ନି ଦେଖାଦେଇପାରେ । କୌଣସି ସମ୍ପର୍କୀୟ ଆପଣଙ୍କୁ ଉଧାର ମାଗି ପାରନ୍ତି । ସ୍ଵାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନ କଲେ ପରେ ଅନୁତାପ କରିବାକୁ ସମୟ ପାଇବେ ନାହିଁ । ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ । ପରିବାରରେ ସୁଖଶାନ୍ତି ବଜାୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ଆରାଧନା: ସୂର୍ଯ୍ୟଦେବ ।

Leave a Reply

Your email address will not be published. Required fields are marked *