06 ଅପ୍ରେଲ୍ 2021, ମଙ୍ଗଳବାର :- ଆଜି ଏହି ୫ଟି ରାଶିର ବ୍ୟକ୍ତିଙ୍କ ଦୁଃଖକଷ୍ଟ ଦୂର ହେବ । ଆର୍ଥିକ କ୍ଷେତ୍ରରେ ସୁଧାର

06 ଅପ୍ରେଲ୍ 2021, ମଙ୍ଗଳବାର :- ଆଜି ଏହି ୫ଟି ରାଶିର ବ୍ୟକ୍ତିଙ୍କ ଦୁଃଖକଷ୍ଟ ଦୂର ହେବ । ଆର୍ଥିକ କ୍ଷେତ୍ରରେ ସୁଧାର

06 ଅପ୍ରେଲ୍ 2021, ମଙ୍ଗଳବାର :- ଆଜି ଏହି ୫ଟି ରାଶିର ବ୍ୟକ୍ତିଙ୍କ ଦୁଃଖକଷ୍ଟ ଦୂର ହେବ । ଆର୍ଥିକ କ୍ଷେତ୍ରରେ ସୁଧାର ଆସିବା ସହ କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟରେ ସଂପୂର୍ଣ୍ଣ କରିବେ ।

ଆଜି ଆମେ ଆପଣଙ୍କୁ ୦୬ ଅପ୍ରେଲ୍ ୨୦୨୧ ମଙ୍ଗଳବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ରହିବ । ରାଶିରେ ଶୁକ୍ର ପ୍ରଭାବ ଯୋଗୁଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କେତେକ କାମ ସହଜରେ ହାସଲ କରିବେ । ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ । କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ । ଆଜିର ବ୍ୟବସାୟ, ବାଣିଜ୍ୟରେ ଆଶାତୀତ ଉନ୍ନତି କରିବେ । ଅଫିସରେ କାର୍ଯ୍ୟର ଚାପ ଅଧିକ ରହିଲେ ମଧ୍ୟ ସହକର୍ମୀଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । ସାମାଜିକ ସ୍ତରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । ପାରିବାରିକ ଜୀବନରେ ଉଚିତ୍‌ ବୁଝାମଣା ରହିବା ହେତୁ ମନକୁ ଶାନ୍ତି ମିଳିବ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ, ପୁରାତନ ରୋଗର ପାଦୁର୍ଭାବ ଦେଖାଦେଇପାରେ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ଗାୟତ୍ରୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ବିଭିନ୍ନ ପ୍ରକାରରର ସମସ୍ୟାକୁ କେନ୍ଦ୍ରକରି ବିଶେଷ କିଛି ଅସୁବିଧା ନ ଥିଲେ ମଧ୍ୟ ମାନସିକ ସ୍ଥିତି ଭଲ ରହିବ ନାହିଁ । କର୍ମସ୍ଥ ବୃହସ୍ପତି ଯୋଗୁଁ ପରିସ୍ଥିତି ପଡି ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଦୀର୍ଘ ଦିନରୁ ପରିକଳ୍ପନା କରିଥିବା ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଅଫିସରେ ସହକର୍ମୀଙ୍କ ସହଯୋଗ ପାଇବେ ଓ ଉଚ୍ଚାଧିକାରୀ ଆପଣଙ୍କ କାମରେ ସନ୍ତୁଷ୍ଟ ରହିବେ । ବନ୍ଧୁଙ୍କ ଦ୍ଵାରା ପ୍ରଭାବିତ ହୋଇ ଧାର୍ମିକ କାର୍ଯ୍ୟ ପ୍ରତି ମନ ଆକର୍ଷିତ ହେବ । ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡର ରୋଗରେ କଷ୍ଟ ପାଇବେ । ପରିବାରରେ ସୁଖଶାନ୍ତି ବଜାୟ ରହିବ । ଦାମ୍ପତ୍ୟ ଜୀବନରେ ଉଭୟ ସ୍ଵାମୀ ଓ ସ୍ତ୍ରୀ ପରସ୍ପରକୁ ସାହାଯ୍ୟ ସହଯୋଗ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ମନରେ ସକାରାତ୍ମକ ଭାବନା ରଖନ୍ତୁ । ଧନାଧିପତି ଅଷ୍ଟମସ୍ଥ ଓ ପାପଗ୍ରହ ଯୁକ୍ତ କାରଣରୁ ଅଭାବ ଅନଟନ ମାନସିକ ଶାନ୍ତିକୁ ନଷ୍ଟ କରିପାରେ । ପରୋକ୍ଷ ଶତ୍ରୁତା ଆଚରଣ କରୁଥିବା ବ୍ୟକ୍ତିମାନେ ଆପଣଙ୍କୁ ଅସୁବିଧାରେ ପକାଇବା ପାଇଁ ଚେଷ୍ଟା କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରଚାର ପ୍ରସାର କରିବା ଲାଗି ଚେଷ୍ଟା କରିବେ । କୌଣସି ମିଥ୍ୟା ଗୁଜବ ଖବର ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ । ସମାଜରେ ଜନହିତ କାର୍ଯ୍ୟରେ ଯୋଗେ ଦେବେ । ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମନାନ୍ତର ଘଟିବାର ସୂଚନା ରହିଛି । ସାମାଜିକ କାର୍ଯ୍ୟରେ ଆପଣଙ୍କର ରୁଚି ବଢ଼ିବ । ପାରିବାରିକ ସମସ୍ୟା ଥିଲେ ମଧ୍ୟ ଆପଣଙ୍କ ନୀରବ ରହିବେ । ଆପଣଙ୍କ ପ୍ରତ୍ୟେକ କାର୍ଯ୍ୟରେ ବନ୍ଧୁମାନଙ୍କ ସହଯୋଗ ଅବିସ୍ମରଣୀୟ ରହିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଅମ୍ବିକା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ମନରେ ଆତ୍ମ ବିଶ୍ଵାସ ରଖନ୍ତୁ, ଇଷ୍ଟଦେବୀଙ୍କୁ ସ୍ମରଣ କରନ୍ତୁ । ଏକାଦଶସ୍ଥ ମଙ୍ଗଳ ଯୋଗୁଁ କର୍ମକ୍ଷେତ୍ରରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । କଥାବାର୍ତ୍ତାରେ ସଂଯମତା ନ ରଖିଲେ ବିଭିନ୍ନ ପ୍ରକାରର ସମସ୍ୟା ଜାଲରେ ଛନ୍ଦି ହୋଇପାରନ୍ତି । ଦୀର୍ଘଦିନରୁ ଆଶା କରିଥିବା ଦିଗରୁ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ୱିତ କରିବେ । ଅଫିସର କାର୍ଯ୍ୟଭାରକୁ ନେଇ ଚିନ୍ତିତ ରହିବେ । କିନ୍ତୁ ଅପରାହ୍ନରେ ଉଚ୍ଚାଧିକାରୀଙ୍କ ସାନ୍ନିଧ୍ୟ ଲାଭ କରିବା ଫଳରେ ମନକୁ ଆଶ୍ଵସ୍ତି ମିଳିବ । ଆନୁଷ୍ଠାନିକ କାମ, ଗୃହ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣତା ରହିବ । ପ୍ରଶାସନିକ ସ୍ତରରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ କୌଶଳପୂର୍ଣ୍ଣ କଥା କହି ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ପ୍ରେମ ସମ୍ବନ୍ଧ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ମନରେ ଆତ୍ମବିଶ୍ଵାସ ରଖନ୍ତୁ, ସଫଳତା ହାସଲ କରିବା ସମୟ ସାପେକ୍ଷ ହୋଇପାରେ । କେତୁଙ୍କ ପ୍ରଭାବରେ ପାରିବାରିକ ସ୍ତରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ନିଜର ଦକ୍ଷତା ବଳରେ ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ । ବ୍ୟବସାୟରେ ସ୍ଥିତି ଭଲ ଥିଲେ ମଧ୍ୟ ଆର୍ଥିକ ଅବସ୍ଥାରେ ବିଶେଷ କିଛି ଉନ୍ନତି ପରିଲକ୍ଷିତ ହେବ ନାହିଁ । ଅଫିସରେ ଉଚ୍ଚାଧିକାରୀ ଆପଣଙ୍କ କାର୍ଯ୍ୟକୁ ତର୍ଜମା କରିପାରନ୍ତି ଏବଂ ଅଯଥାରେ ଭୁଲ୍ ବାହାର କରି ସମାଲୋଚତ କରିବେ । ଅବଶ୍ୟ ସମାଜରେ ଆପଣଙ୍କ ସ୍ଥିତି ମଜବୁତ ରହିବ ଓ ଜନକଲ୍ୟାଣ କାର୍ଯ୍ୟ କରି ପ୍ରଶଂସିତ ହେବ । ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ପାରିବାରିକ କ୍ଷେତ୍ରରେ କେତେକ ଅପ୍ରତିକର ଘଟଣାକୁ ନେଇ ମନରେ ବିରକ୍ତିଭାବ ଜାତ ହେବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ବାବା କପିଳାସ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ପରିଶ୍ରମ ମୁତାବକ ପାରିଶ୍ରମିକ ପାଇବା କଷ୍ଟକର ହୋଇପାରେ । ପୁଷ୍ୟା ନକ୍ଷତ୍ର ପ୍ରଭାବରେ କର୍ମକ୍ଷେତ୍ର ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗର ଅଭାବ ରହିବ ନାହିଁ । ବ୍ୟବସାୟ ବାଣିଜ୍ୟରେ ନାନା ପ୍ରକାର ବାଧାବିଘ୍ନର ସମ୍ମୁଖୀନ କରିବାକୁ ପଡିପାରେ । କିନ୍ତୁ ଆଜି ଅଫିସର ବାତାବରଣ ସୁସ୍ଥ ରହିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ଓ ସହଯୋଗ କରି ମଜାମଉଜରେ ଦିନଟି ଅତିବାହିତ କରିବେ । ସଭାସମିତିରେ କିମ୍ବା ଆଲୋଚନା ପରିସରରେ ନୀରବତା ରହିବା ଶ୍ରେୟସ୍କର ହେବ । ଆର୍ଥିକ ସ୍ଥିତି ମାନ୍ଦା ରହିବା କାରଣରୁ ଧାରା କରଜ କରିବାକୁ ବାଧ୍ୟ ହେବେ । କ୍ରୋଧ ଉପରେ ମଧ୍ୟ ନିୟନ୍ତ୍ରଣ ରଖନ୍ତୁ ଓ ବାଦବିବାଦ, ଯୁକ୍ତିତର୍କ ଠାରୁ ଦୂରେଇ ରୁହନ୍ତୁ । ପୂର୍ବରାଗ ଶୁଝାଇବାକୁ ଯାଇ ମିତ୍ରମାନେ ଶତ୍ରୁତା ଆଚରଣ କରିବେ । ସ୍ଵାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବାରୁ ଏକପ୍ରକାର ଆମତ୍ତୃପ୍ତି ଅନୁଭବ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ଵରୀ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଇଷ୍ଟଦେବୀଙ୍କୁ ସ୍ମରଣ କରନ୍ତୁ, ସମ୍ଭାବ୍ୟ ସଙ୍କଟ ଦୂର ହୋଇଯିବ । ଚନ୍ଦ୍ରଙ୍କ ଅଶୁଭତ୍ୱ କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ବାଧାବିଘ୍ନର ସମ୍ମୁଖୀନ ହେବା ଫଳରେ ମାନସିକ ସ୍ଥିତି ବିଶେଷ ଭଲ ରହିବ ନାହିଁ । ବ୍ୟବସାୟ ଓ ବାଣିଜ୍ୟରେ ନାନା ପ୍ରକାର ବାଧାବିଘ୍ନର ସମ୍ମୁଖୀନ ହେବାକୁ ପଡିବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ଚାପର ବଶବର୍ତ୍ତୀ ହୋଇ କେତେକ କାମ କରିବାକୁ ବାଧ୍ୟ ହେବେ । ଆର୍ଥିକ ସ୍ଥିତି ମାନ୍ଦା ରହିଲେ ମଧ୍ୟ ଘରୋଇ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ବନ୍ଧୁଙ୍କ ନିକଟରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଅନ୍ୟର ବିବାଦୀୟ ପରିସ୍ଥିତିରେ ମୁଣ୍ଡ ପୁରାଇଲେ ସମସ୍ୟାକୁ ନିମନ୍ତ୍ରଣ କରିବା ସଦୃଶ ହେବ । ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ଅତୀତର କେତେକ ଘଟଣାକୁ ନେଇ ବୈବାହିକ ଜୀବନରେ ମତଭେଦ ଦେଖାଦେଇପାରେ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଦୁର୍ଗା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଦିନଟି ମାଶ୍ରଣ ଫଳ ପ୍ରଦାନ କରିବ । ଶନିଙ୍କ ଦଶମଦୃଷ୍ଟି ପ୍ରଭାବରୁ ପରିବାରର ଅଭିଯୋଗକୁ ନେଇ ଅନୁତାପ କରିବାକୁ ପଡିପାରେ । କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ନିଜର ଆତ୍ମୀୟ ମାନଙ୍କ ସହ ଆଲୋଚନା କରିପାରନ୍ତି । କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ଯୋଗୁଁ ପାଦେ ପାଦେ ସମସ୍ୟା ଓ ପ୍ରତିବନ୍ଧକର ସମ୍ମୁଖୀନ ହେବେ । ବ୍ୟବସାୟିକ କ୍ଷେତ୍ରରେ ଆର୍ଥିକ ସ୍ଥିତି ଦୁର୍ବଳ ରହିବ । ସହକର୍ମୀଙ୍କ ସହ ଅର୍ଥକୁ କେନ୍ଦ୍ର କରି ବାଦବିବାଦ ଦେଖାଦେଇପାରେ । ମାନସିତ ଅସ୍ଥିରତା ହେତୁ ଅଫିସର କେତେକ କାମରେ ସମ୍ୟକ ଗତିରୋଧ ଦେଖାଦେଇପାରେ । ଉଚ୍ଚାଧିକାରୀ ଆପଣଙ୍କ କାର୍ଯ୍ୟକୁ ନେଇ ତର୍ଜମା କରିପାରନ୍ତି । ଦୀର୍ଘଦିନରୁ ଲାଗି ରହିଥିବା ଜମିଜମା ବିବାଦର ଆଶୁ ଅବସାନ ଘଟିବ । ସହଧର୍ମୀଙ୍କ ସହଯୋଗ ଫଳରେ ମନୋବଳ ଦୃଢ ହେବ । ସ୍ୱାସ୍ଥ୍ୟ ଦ୍ରୁଷ୍ଟିରୁ ଅସୁସ୍ଥତା ଅନୁଭବ କରିପାରନ୍ତି । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଚର୍ଚ୍ଚିକା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ରହିବ । ଗ୍ରହମାନଙ୍କ ସୁପ୍ରଭାବ ଫଳରେ ପାରିବାରିକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ହେବା ସହ କର୍ମକ୍ଷେତ୍ରରେ ମନୋବାଞ୍ଛିତ ଫଳ ପ୍ରାପ୍ତ କରିବେ । ବ୍ୟବସାୟ ବାଣିଜ୍ୟରେ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଅଫିସ କାର୍ଯ୍ୟକୁ ନେଇ ସାମୟିକ ଚିନ୍ତିତ ରହିବେ । ବନ୍ଧୁମାନଙ୍କ ସହ ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରାଇବେ । ସଭାସମିତି କିମ୍ବା ଆଲୋଚନା ପରିସରରେ ଏପରି କେତେକ ଘଟଣାର ସମ୍ମୁଖୀନ କରିବେ ଯାହାଫଳରେ ମାନସିକ ଦ୍ୱନ୍ଦ୍ୱର ଶିକାର ହୋଇପାରନ୍ତି । ଆକସ୍ମିକ ଭାବେ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଅନ୍ୟର ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ପରିବାରରେ ସ୍ନେହ, ଶ୍ରଦ୍ଧା ଅତୁଟ ରହିବ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଦୁର୍ଗା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ପୂଜା ପାଠରେ ଅଧିକାଂଶ ସମୟ ଅତିବାହିତ କରିବେ । ଶାରୀରିକ ଅସୁସ୍ଥତା ସଙ୍ଗକୁ ପାରିବାରିକ ଅଶାନ୍ତି ଦେଖାଦେଇପାରେ । ବ୍ୟବସାୟ, ବାଣିଜ୍ୟରେ ନାନା ପ୍ରକାର ସମସ୍ୟା ଦେଖାଦେଲେ ମଧ୍ୟ ଧୌର୍ଯ୍ୟହରା ନ ହୋଇ ସାହସିକତାର ସହ ସମସ୍ୟାର ସମ୍ମୁଖୀନ କରିବେ । ସମସ୍ୟାର ସମାଧାନ ନିମନ୍ତେ ବନ୍ଧୁ ଓ ସହକର୍ମୀମାନେ ସହଯୋଗର ହାତ ବଢିଆବେ । ଅଫିସର କେତେକ ସହକର୍ମୀମାନେ ନିଜ ନିଜର ଲକ୍ଷ୍ୟ ହାସଲ କରିବା ପାଇଁ ଆପଣଙ୍କୁ ଫୁସୁଲାଫୁସୁଲି କରିବେ ଓ ଆପଣଙ୍କ ଜୟଗାନ କରିବେ । ପାରସ୍ପରିକ ମତଭେଦ କାରଣରୁ ଅଫିସରେ କିମ୍ବା ଆଲୋଚନା କ୍ଷେତ୍ରର ନିଷ୍ପତ୍ତି ଅମୀମାଂସିତ ହୋଇ ରହିଯାଇପାରେ । ଆଗାମୀ ଦିନର ଆନୁଷ୍ଠାନିକ କାମଗୁଡିକ ଯେପରି ସୁବିଧାରେ ସମ୍ପନ୍ନ ହୋଇପାରିବ, ସେଥିସକାଶେ ଯୋଜନା ପ୍ରସ୍ତୁତ କରିବେ । ପରିବାରରେ ଏକ ସାଧାରଣ କଥାରେ କ୍ଷୁବ୍ଧ ହେବା ଫଳରେ ଅଶାନ୍ତିର ବାତାବରଣ ଦେଖାଦେଇପାରେ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ସୂର୍ଯ୍ୟଦେବ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଦିନଟି ମଧୁରମୟ ରହିବା । କର୍ମକ୍ଷେତ୍ରରେ ମଉଜିଆ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବ୍ୟକ୍ତି ସାହାଯ୍ୟ କରିବେ । କାର୍ଯ୍ୟ କ୍ଷେତ୍ରରେ ସୁଚାରୁରୂପେ କାମ କରିବେ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ କିନ୍ତୁ କର୍ମକ୍ଷେତ୍ରରେ କେହି ଜଣେ ପ୍ରତିବାଦର ସ୍ଵର ଉଠାଇ ପାରନ୍ତି । ପାରିବାରିକ କ୍ଷେତ୍ରରେ ନିଜର ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହେବେ ଓ କାର୍ଯ୍ୟସିଦ୍ଧି ଅବଶ୍ୟ ଘଟିବ । ଦୂରଦର୍ଶିତା ଅଭାବରୁ କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ବନ୍ଧୁମାନଙ୍କ ସାହାଯ୍ୟରୁ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ । ସ୍ତ୍ରୀଙ୍କ ସ୍ବାସ୍ଥ୍ୟହାନି ଯୋଗୁଁ ମନ ଅଶାନ୍ତ ରହିବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ବାବା ଭୋଳାନାଥ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ପ୍ରତ୍ୟେକ କ୍ଷେତ୍ରରେ ଧୌର୍ଯ୍ୟ ଧରି କାର୍ଯ୍ୟ କରନ୍ତୁ । ଦ୍ୱାଦସ୍ଥ ବୃହସ୍ପତି ଓ ପାପଗ୍ରହ ଯୁକ୍ତ ଚନ୍ଦ୍ର ହେତୁ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିଲେ ମଧ୍ୟ ଚିନ୍ତା ହଟିବ ନାହିଁ । କଳକାରଖାନା, ଜଳଜାତ ଦ୍ରବ୍ୟ, ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ ହେବେ । ଚାକିରୀ କ୍ଷେତ୍ରରେ ମଧ୍ୟ ଭଲ ସ୍ଥିତି ରହିବ । ସମାଜରେ ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ । କୌଣସି ନୂଆ ବ୍ୟବସାୟ ଆରମ୍ବ କରିବା ପାଇଁ ମନରେ କଳ୍ପନା ବାନ୍ଧିବେ । ରାଜନୈତିକ ଦୁଃସ୍ଥିତି କୂଟନୀତି ବଳରେ ସମାଧାନ କରିବେ । କିନ୍ତୁ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ଅବଶ୍ୟ ଫେରିବା ବାଟରେ ବନ୍ଧୁ ଠାରୁ ଅର୍ଥ ସାହାଯ୍ୟ ପାଇ ଖୁସୀ ହେବେ । ପାରିବାରିକ କ୍ଷେତ୍ରରେ ମନ ଅସ୍ଥିର ରହିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ହନୁମାନ ।

Leave a Reply

Your email address will not be published. Required fields are marked *