06 ଫେବୃୟାରୀ 2021, ଶନିବାର :-ଆଜି ୪ଟି ରାଶିର ବ୍ୟକ୍ତିଙ୍କ କ୍ୟାରିୟରରେ ହେବ ଯଥେଷ୍ଟ ଉନ୍ନତି ! ବେରୋଜଗାର

06 ଫେବୃୟାରୀ 2021, ଶନିବାର :-ଆଜି ୪ଟି ରାଶିର ବ୍ୟକ୍ତିଙ୍କ କ୍ୟାରିୟରରେ ହେବ ଯଥେଷ୍ଟ ଉନ୍ନତି ! ବେରୋଜଗାର

06 ଫେବୃୟାରୀ 2021, ଶନିବାର :-ଆଜି ୪ଟି ରାଶିର ବ୍ୟକ୍ତିଙ୍କ କ୍ୟାରିୟରରେ ହେବ ଯଥେଷ୍ଟ ଉନ୍ନତି ! ବେରୋଜଗାର ବ୍ୟକ୍ତିଙ୍କୁ ମିଳିବ କର୍ମ ନିଯୁକ୍ତିର ଅବସର ! ପରିବାରର ବାତାବରଣ ସୁସ୍ଥ ରହିବ ।

ଆଜି ଆମେ ଆପଣଙ୍କୁ ୦୬ ଫେବୃୟାରୀ ୨୦୨୧ ଶନିବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ରଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଦିନଟି ଅତି ସୁଖଦାୟକ ରହିବ । ରାଶିରେ ଚନ୍ଦ୍ର ସ୍ଥାନ ପରିବର୍ତ୍ତନ କରିବା ଫଳରେ ମାନସିକ ଟେନ୍‌ସନ ଲାଘବ ହେବ । ଅନ୍ୟମାନଙ୍କ ସହମତିରେ କାମ କରିବା ଫଳରେ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବ୍ୟବସାୟରେ ଉନ୍ନତି କରିବେ ଯାହାଫଳରେ ମନ ଆନନ୍ଦ ରହିବ । ଦୀର୍ଘ ଦିନରୁ ପ୍ରୟାସ କରୁଥିବା ସରକାରୀ କାମଟିରେ ଆଜି ସଫଳତା ମିଳିବ । କିଛି ଗୋଳମାଳିଆ ପରିସ୍ଥିତିରେ ମଧ୍ୟସ୍ଥତା କରିଥିବାରୁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ । କେତେକ କ୍ଷେତ୍ରରେ କିମ୍ବା ବନ୍ଧୁ ଗହଣରେ ଆତ୍ମବଡିମା ପ୍ରକାଶ କରି ଉପହସିତ ହେବାକୁ ପଡିପାରେ । ଭୁଲ୍‌ ବୁଝାମଣା, ବୃଥା ସନ୍ଦେହ ଯୋଗୁଁ ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ସତର୍କତାର ସହ ଦିନଚର୍ଯ୍ୟା କରନ୍ତୁ । ଶୁକ୍ର ପ୍ରଭାବରେ ଆଜିର ଯାତ୍ରା ସଫଳ ରହିବ ଓ ବନ୍ଧୁମିଳନ ଏବଂ ମନୋରଞ୍ଜନ କାର୍ଯ୍ୟରେ ଅଧିକାଂଶ ସମୟ ଅତିବାହିତ କରିବେ । ବ୍ୟବସାୟ ଓ ବାଣିଜ୍ୟରେ ସ୍ଥିତି ମାନ୍ଦା ରହିବ । ଆର୍ଥିକ ସ୍ଥିତି ଅତି ଶୋଚନୀୟ ରହିବ । ବନ୍ଧୁଙ୍କ ସହାୟତାରେ ଆର୍ଥ ପ୍ରାପ୍ତ କରିପାରିବେ । ଅଫିସରେ ନିଜ କାର୍ଯ୍ୟକୁ ନିଷ୍ଠାର ସହ ସମ୍ପାଦନ କରିଲେ ମଧ୍ୟ ଉଚ୍ଚାଧିକାରୀ ଆପଣଙ୍କ କାମରେ ସନ୍ତୁଷ୍ଟ ହେବେ ନାହିଁ । ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସନୀୟ କାମ କରି ବୁଦ୍ଧିଜୀବୀମାନଙ୍କ ଦୃଷ୍ଟି ଆକର୍ଷଣ କରିବେ । ପରିବାରରେ କୌଣସି ଛୋଟ ଘଟଣାରେ ମୁଣ୍ଡ ପୁରାଇ ସମସ୍ତଙ୍କ ଆଗରେ ସମାଲୋଚିତ ହୋଇପାରନ୍ତି । ସ୍ୱାସ୍ଥ୍ୟ ଜନିତ ସମସ୍ୟା କେତେକ ସ୍ଥଳରେ କାର୍ଯ୍ୟକୁ ଶିଥିଳ କରିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଆତ୍ମା ବିଶ୍ୱାସ ବଜାୟ ରଖନ୍ତୁ । ରାଶିରେ ରବିଙ୍କ ସ୍ଥିତି ଯୋଗୁଁ ଆକସ୍ମିକ ସୃଷ୍ଟି ହୋଇଥିବା ସମସ୍ୟାର ସମାଧାନ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିବେ । ବାଣିଜ୍ୟ, ବ୍ୟବସାୟରେ ଲାଭ ଅକ୍ଷୁଣ୍ଣ ରହିବ । ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ସାମୟିକ ଉପକୃତ ହେବେ । ଗଣମାଧ୍ୟମ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ବଢ଼ିଆ ରହିବ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ନୀତି ଅବଲମ୍ବନ କରନ୍ତୁ । ଆର୍ଥିକ ନେଣଦେଣକୁ କେନ୍ଦ୍ର କରି ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କ ହାନୀର ସୂଚନା ରହିଛି । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । କୌଣସି ଅଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ନୂତନ ବନ୍ଧୁତ୍ଵ ସମ୍ପର୍କ ସ୍ଥାପନ ହେବ । ଦ୍ୱାଦଶଚନ୍ଦ୍ର ହେତୁ ଦୂରଯାତ୍ରା କରିପାରନ୍ତି କିନ୍ତୁ ଆପଣ ଭୁଲ୍‌ ନିଷ୍ପତ୍ତି ନେଇ ପଶ୍ଚାନ୍ତେ ଅନୁତାପ କରିବେ । ଅବଶ୍ୟ ସାମାନ୍ୟ ବିଳମ୍ବିତ ସମୟରେ ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି । କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି । ତଥାପି ବନ୍ଧୁଙ୍କ ଜରିଆରେ ବ୍ୟବସାୟିକ କ୍ଷେତ୍ରରେ ସଫଳତା ପାଇବେ । କିନ୍ତୁ ଆର୍ଥିକ ସ୍ଥିତି ମାନ୍ଦା ରହିବ । ସଭାସମିତିରେ ଯୁକ୍ତିଯୁକ୍ତ କଥା କହି ପ୍ରଶଂସିତ ହେବେ । ପୂର୍ବଶତ୍ରୁତା ଓ କାର୍ଯ୍ୟ ସ୍ଥଗିତ ଯୋଗୁଁ ମନରେ ସରସତା ରହିବ ନାହିଁ । ଅନ୍ୟମାନଙ୍କ କଥା ଶୁଣି କାର୍ଯ୍ୟ କରିଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ପାରିବାରିକ ସମସ୍ୟା କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ଆଶ୍ଵାସନା ପାଇବା ଫଳରେ ମନକୁ ଏକ ପ୍ରକାର ଶାନ୍ତ ମିଳିବ । ଶୁଭରଙ୍ଗ: ଲାଲ୍ । ଆରାଧନା: ପ୍ରଭୁ ହନୁମାନ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ମନରେ ସକାରାତ୍ମକ ଭାବନା ବଜାୟ ରଖନ୍ତୁ । ବଳଶାଳୀ ବୁଧ ବୌଦ୍ଧିକତା ବୃଦ୍ଧି କରି ସାମାଜିକ ସ୍ତରରେ ସମ୍ମାନ ଓ ପ୍ରତିଷ୍ଠା ପ୍ରଦାନ କରାଇବ । ବିଭିନ୍ନ ସମସ୍ୟା ମଧ୍ୟରେ ବୁଡ଼ିରହି ନିଜର କାମଗୁଡ଼ିକୁ ସମ୍ପନ୍ନ କରିବାରେ ଅସୁବିଧା ହେବ ନାହିଁ । ଅଫିସ୍‌ କାମରେ ପରୋକ୍ଷ ଶତ୍ରୁତା ଆଚରଣ କରୁଥିବା କେତେକ ସହକର୍ମୀଙ୍କ ସହ ବିବାଦ ଦେଖାଦେଇପାରେ, କିନ୍ତୁ ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ । କାର୍ଯ୍ୟ ହାସଲ କରିବା ନିମନ୍ତେ ଖର୍ଚ୍ଚାନ୍ତ ହେବାକୁ ପଡିପାରେ । ରାଜନୀତି ଓ ଅନ୍ୟାନ୍ୟ ଅନୁଷ୍ଟାନିକ କ୍ଷେତ୍ରରେ ମିଥ୍ୟା ଅଭିଯୋଗରେ ଫଶୀ ପାରନ୍ତି, ତେଣୁ ସାବଧାନ ଅବଲମ୍ବନ କରିବା ଆବଶ୍ୟକ । ନିଜର ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା କାର୍ଯ୍ୟ ହାସଲ କରିବା ସକାଶେ ପୂର୍ଣ୍ଣ ସହଯୋଗ ମିଳିବ । ଶୁଭରଙ୍ଗ: ନୀଳ । ଆରାଧନା: ହନୁମାନ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଦିନଟି ଆପଣଙ୍କ ଲାଗି ଅତ୍ୟନ୍ତ ଭଲ ରହିବ । କର୍ମାଧିପ ଭାଗ୍ୟସ୍ଥ ହେତୁ ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ପ୍ରଯନତ୍ କଲେ ଚେଷ୍ଟା କଦାପି ବିଫଳ ହେବ ନାହିଁ । ନିଜ ମନୋମୁତାବକ କାର୍ଯ୍ୟ କରିବେ ଓ ସଫଳତା ମଧ୍ୟ ପାଇବେ । ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ । କର୍ମକ୍ଷେତ୍ରରେ ଉଚ୍ଚ ବର୍ଗର ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଗଠନମୂଳକ କିମ୍ବା ସାମୂହିକ କାମରେ ନିଜର ପଢିଆରା ସାବ୍ୟସ୍ତ କରିପାରିବେ । ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବ ଏବଂ ସାମାଜିକ ପ୍ରତିଷ୍ଠା ମଧ୍ୟ ଅକ୍ଷୁଣ୍ଣ ରହିବ । ଅସାବଧାନତା ଯୋଗୁଁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିବାର ସୂଚନା ରହିଛି । ସାଧାରଣ କଥାରେ ତର୍କ କାରଣରୁ ସ୍ତ୍ରୀଙ୍କ ସହ ସାମୟିକ ମତ ପାର୍ଥକ୍ୟ ଦେଖା ଦେଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ରୁଚି ସଂପନ୍ନ କାର୍ଯ୍ୟ କରି ମନକୁ ପ୍ରଫୁଲ୍ଲ ରଖିପାରିବେ । ବୃହସ୍ପତିଙ୍କ ପ୍ରଭାବରୁ ଶତ୍ରୁନାଶ, ଋଣ ପରିଶୋଧ ସଙ୍ଗକୁ ରୋଗପୀଡା ହ୍ରାସ ଘଟିବ । ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କାମ ହାସଲ କରିପାରିବେ । ବ୍ୟବସାୟିକ ସଫଳତା ସାଙ୍ଗକୁ ସାମାଜିକ ସ୍ତରରେ ଲୋକପ୍ରିୟତା ବୃଦ୍ଧି ପାଇବା ଫଳରେ ମନରେ ଖୁସି ଅନୁଭବ କରିବେ । ପ୍ରଶାସନିକ ସ୍ତରରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି । ବାକ୍ ଅସଂଯମତା ଯୋଗୁଁ ଅଫିସରେ ସହକର୍ମୀଙ୍କ ସହ ମତଭେଦ ଦେଖାଦେଇପାରେ । ତେଣୁ ନିଜ ବାଣୀକୁ ନିୟନ୍ତ୍ରଣ ରଖିବା ଭଲ ହେବ । ଦୀର୍ଘ ପଥ ଭ୍ରମଣ ଯୋଗୁଁ ସାମୟିକ ସ୍ଵାସ୍ଥ୍ୟରେ ଅସୁସ୍ଥତା ଅନୁଭବ କରିବେ । ପାରିବାରିକ ଜୀବନରେ ସୁଖଦ ଅନୁଭୂତିର ସୌଭାଗ୍ୟ ଅର୍ଜନ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ : ସବୁଜ । ଆରାଧନା: ମାଆ ଗାୟତ୍ରୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ । ନୀଚରୋହୀ ରାଶ୍ୟାଧିପ ଯୋଗୁଁ ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତିତ ରହିବ । ଆଜି ଯାହା କହିବେ କିମ୍ବା ଯାହା ସବୁ କରିବେ ଭଲ ଭାବରେ ଭାବିଚିନ୍ତି କରନ୍ତୁ, ଅନ୍ୟଥା ବିବାଦର ଘେରରେ ଛନ୍ଦି ହୋଇପାରନ୍ତି । ଦୀର୍ଘଦିନର ଅପୂରଣୀୟ ଆଶା ମନରେ ବାରମ୍ବାର ଆଲୋଡନ ସୃଷ୍ଟି କରିବ, ଯାହା ଅଶାନ୍ତିର କାରଣ ହେବ । ଋଣ ସୂତ୍ରରେ ଅର୍ଥଲାଭ କରିବେ । ଅଫିସରେ ସହକର୍ମୀମାନେ ସହଯୋଗ କରିବା ପାଇଁ ପ୍ରତିଶ୍ରୁତି ଦେବେ । ଆଜି ବ୍ୟବସାୟ ବାଣିଜ୍ୟ ସମ୍ଭାନ୍ଦୀୟ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ । ଅର୍ଥ ସମସ୍ୟା ଯୋଗୁଁ ମନ ଭଲ ରହିବ ନାହିଁ । ବନ୍ଧୁ ଗହଣରେ ସତ୍ୟ କଥା କହି ଅପମାନିତ ହୋଇପାରନ୍ତି । ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଚର୍ଚ୍ଚିକା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ରହିବ । ଶନିଙ୍କ ସୁପ୍ରଭାବରେ ଆନୁଷ୍ଠାନିକ କାମରେ ଅଗ୍ରଣୀ ହେବା ସହ ପାରିବାରିକ ସ୍ତରରେ ବନ୍ଧୁବର୍ଗଙ୍କ ସହାନୁଭୂତି ଲାଭ କରିବେ । କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକ ଆଜି ହିଁ ଶେଷ କରିବାକୁ ମନସ୍ଥକରି ସଫଳତା ହାସଲ କରିପାରିବେ । କର୍ମକ୍ଷେତ୍ରରେ କିଛି ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲଭାବରେ ଚିନ୍ତା କରନ୍ତୁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରି କେତେକାଂଶରେ ଋଣମୁକ୍ତ ହେବା ସୂଚନା ରହିଛି । ଅଫିସ ମଧ୍ୟରେ ପ୍ରାୟତଃ ସମସ୍ତଙ୍କ ସହ ମିତ୍ରତା ବନ୍ଧନରେ ଅବଦ୍ଧ ହେବେ । ଅନ୍ୟର ବିବାଦୀୟ ଘଟଣାରେ ମୁଣ୍ଡ ପୁରନ୍ତୁ ନାହିଁ । ଅସାବଧାନତା କାରଣରୁ ହାତ କିମ୍ବା ଗୋଡରେ ଆଘାତ ଲାଗିପାରେ । ପିତାଙ୍କ ସ୍ଵାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ମନକୁ ଆଶ୍ଵସ୍ତି ମିଳିବ । ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ଦାମ୍ପତ୍ୟ ସମ୍ବନ୍ଧ ବଢିଆ ରହିବ । ଶୁଭରଙ୍ଗ : କଫିରଙ୍ଗ । ଆରାଧନା: ମାଆ ମାଣିକେଶ୍ଵରୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ କିନ୍ତୁ କାମ ଅଟକିନ ନାହିଁ । ସାଧାରଣ ଘଟଣାକୁ କେନ୍ଦ୍ର କରି ଝଗଡ଼ା ଲାଗିଥିବା ଘଟଣାବଳୀ ମନକୁ ବିବ୍ରତ କରିପାରେ । ଧର୍ମକାର୍ଯ୍ୟରେ ବାଧା ଓ ଆତ୍ମୀୟଙ୍କ ସହ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ । କଳା, ସାହିତ୍ୟ, ଚଳଚ୍ଚିତ୍ର ଆଦି କ୍ଷେତ୍ରରେ ନିୟୋଜିତ କରାଇବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପ୍ରାପ୍ତି ହୋଇପାରେ । ଅଫିସରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପାରେ । ପାରିବାରିକ କ୍ଷେତ୍ରରେ ଖଳ ଲୋକଙ୍କ ଅନୁପ୍ରବେଶ ଯାହାକି କଳହକୁ ବଢ଼ାଇ ଦେଇପାରେ । ପ୍ରିୟ ବନ୍ଧୁ ଆପଣଙ୍କୁ ସୁନ୍ଦର ଉପହାର ଦେଇପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ବାବା ଆଖଣ୍ଡଳମଣି ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଦିନଟି ଅତି ସୁଖଦାୟକ ରହିବ । ଚନ୍ଦ୍ରଙ୍କ ରାଶି ପରିବର୍ତ୍ତନ ଯୋଗୁଁ ମାନସିକ ଟେନ୍‌ସନକୁ ଲାଘବ କରିଦେବ । ଶତଭିଷା ନକ୍ଷତ୍ର ପ୍ରତ୍ୟେକ କାମକୁ ଆତ୍ମୀୟତାର ସହ କରି ପ୍ରଶଂସିତ ହେବେ । ବ୍ୟବସାୟ, ଶିଳ୍ପ, ବାଣିଜ୍ୟ ଓ ପରିବହନରୁ ଆଶାନୁରୂପକ ଫଳ ପ୍ରାପ୍ତ କରିବେ । କର୍ମକ୍ଷେତ୍ରରେ ଅବା ଅଫିସରେ ଅନ୍ୟମାନଙ୍କ ସହମତିରେ କାମ କରିବା ଫଳରେ ସମ୍ମାନ ଓ ପଦମର୍ଯ୍ୟାଦା ଅକ୍ଷୁର୍ଣ୍ଣ ରହିବ । ଆନୁଷ୍ଠାନିକ କ୍ଷେତ୍ରରେ ବଦ୍‌ଖର୍ଚ୍ଚ ରୋକିବା ପାଇଁ ଚେଷ୍ଟିତ ହେବେ । ପରିସ୍ଥିତି ପ୍ରତି ଦୃଷ୍ଟି ଦେଇ କାମ କରି ଚାଲନ୍ତୁ ଅବଶ୍ୟ ସଫଳତା ପାଇବାରେ କୌଣସି ଅସୁବିଧା ରହିବ ନାହିଁ । ପୁରୁଣା ସମ୍ପର୍କ, ଜମିଜମା, ଗାଡ଼ି ମୋଟରରୁ ଭଲ ଲାଭ ପାଇବେ । ନିର୍ମାଣାଧୀନ କାର୍ଯ୍ୟ ସମସ୍ୟା ବହୁଳ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଆପଣ ଏବଂ ଆପଣଙ୍କର ସାଙ୍ଗ ମଧ୍ୟରେ ଥିବା ସମ୍ପର୍କରେ ଦୃଢତା ଆସିବ କିନ୍ତୁ ଅଧିକାଂଶ ସମୟରେ ବିଭିନ୍ନ ପ୍ରକାର ଦୁର୍ଭାବନା ବଢି ଚାଲିବା ହେତୁ ମନ ଓ କାମ ଶୃଙ୍ଖଳିତ ରହିବ ନାହିଁ । ସମାଜର ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବ୍ୟବସାୟରେ ନୂଆ ଅର୍ଡର ମିଳିବ । ଚାକିରି କରୁଥିବା ବ୍ୟକ୍ତିମାନଙ୍କ ଉପରେ ଉଚ୍ଚାଧିକାରୀଙ୍କ ଠାରୁ ପ୍ରଶଂସିତ ହେବେ । ସାମାଜିକ ସ୍ତରରେ ବନ୍ଧୁଙ୍କ ସହଯୋଗ ଓ ଆଶା ନିରର୍ଥକ ହେବ ନାହିଁ । ନୂତନ ଯାନ୍ତ୍ରିକ ଜିନିଷ କିମ୍ବା ଗୃହୋପକରଣ କ୍ରୟ କରିପାରନ୍ତି । ଗତକାଲିର ଘଟଣାବଳୀକୁ ନେଇ ରହିଥିବା ସମ୍ୟକ ଚିନ୍ତିତ ରହିବେ । କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ବନ୍ଧୁଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ଵରୀ ।

Leave a Reply

Your email address will not be published. Required fields are marked *