06 ମଇ 2021, ଗୁରୁବାର :- ଆଜି ଏହି ୪ଟି ରାଶିର ବ୍ୟକ୍ତିଙ୍କୁ କର୍ମକ୍ଷେତ୍ରରେ ମିଳିବ ସହକର୍ମୀଙ୍କ ସହଯୋଗ ! ଆର୍ଥିକ

06 ମଇ 2021, ଗୁରୁବାର :- ଆଜି ଏହି ୪ଟି ରାଶିର ବ୍ୟକ୍ତିଙ୍କୁ କର୍ମକ୍ଷେତ୍ରରେ ମିଳିବ ସହକର୍ମୀଙ୍କ ସହଯୋଗ ! ଆର୍ଥିକ

06 ମଇ 2021, ଗୁରୁବାର :- ଆଜି ଏହି ୪ଟି ରାଶିର ବ୍ୟକ୍ତିଙ୍କୁ କର୍ମକ୍ଷେତ୍ରରେ ମିଳିବ ସହକର୍ମୀଙ୍କ ସହଯୋଗ ! ଆର୍ଥିକ କ୍ଷେତ୍ରରେ ସୁଧାର ଆସିବା ସହ ମନୋବାଞ୍ଛିତ ଫଳ ପ୍ରାପ୍ତି କରିବେ । ପରିବାରରେ ସୁଖଶାନ୍ତିର ବାତାବରଣ ରହିବ ।

ଆଜି ଆମେ ଆପଣଙ୍କୁ ୦୬ ମଇ ୨୦୨୧ ଗୁରୁବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଆଜି ଆପଣଙ୍କ କଥାବାର୍ତ୍ତରେ କଠୋରତା ଯୋଗୁଁ ବନ୍ଧୁ ଓ ସହକର୍ମୀଙ୍କ ସହ ଉଚ୍ଚବଚ୍ଚା ହେବାର ସମ୍ଭାବନା ରହିଛି । ବ୍ୟବସାୟ, ବାଣିଜ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଯୋଗୁଁ ମନରେ ସରସତା ରହିବ ନାହିଁ । କିନ୍ତୁ ଅଭିଜ୍ଞ ବ୍ୟକ୍ତିଙ୍କ ସହ ଦେଖାସାକ୍ଷାତ କରି ଉଚିତ ପରାମର୍ଶ ନେଇ କାର୍ଯ୍ୟ କରିବେ ଓ କର୍ମକ୍ଷେତ୍ରରେ ସ୍ଥିତିରେ ସୁଧାର ଆଣିବେ । ଆକସ୍ମିକ ଭାବରେ କୌଣସି କ୍ଷେତ୍ରରେ ପୁଞ୍ଜି ନିବେଶ କରନ୍ତୁ ନାହିଁ । ଆର୍ଥିକ ନେଣଦେଣ ନ କରିବା ଭଲ, ଅନ୍ୟଥା ପରିସ୍ଥିତି ଭିନ୍ନ ରୂପ ନେଇପାରେ । କେତେକ କ୍ଷେତ୍ରରେ ଇଚ୍ଛା ବିରୁଦ୍ଧରେ କାମ କରି ଅନୁତାପ କରିବାକୁ ପଡ଼ିପାରେ । ପାରିବାରିକ, ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନାରେ ସଫଳତା ଲାଭ କରିବାରେ ଅସୁବିଧା ହେବନାହିଁ । ଆର୍ଥିକ ଚିନ୍ତା ଦୂର ହେବା ସହ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ଆତ୍ମୀୟଙ୍କ ଆରୋଗ୍ୟ ପାଇଁ ଚିନ୍ତା ବଢ଼ିପାରେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଚର୍ଚ୍ଚିକା ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କଲେ ଅଳ୍ପ ସମୟ ମଧ୍ୟରେ ସବୁ ଠିକ୍‌ ହୋଇଯିବ । ବିଭିନ୍ନ ପ୍ରକାର ପ୍ରତିବନ୍ଧକ ଓ ପରୋକ୍ଷ ଶତ୍ରୁତା ଲାଗିରହିଥିବା ସତ୍ତ୍ୱେ ମଧ୍ୟ ଆପଣଙ୍କ କାମ ପାଇଁ ତାହାର କୌଣସି କୁପ୍ରଭାବ ରହିବ ନାହିଁ । ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ମଧ୍ୟ ସହଜରେ ନିୟନ୍ତ୍ରଣାଧୀନ କରିପାରିବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟ ଲାଭ କରି ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ସାମାଜିକ ଜନକଲ୍ୟାଣ କାର୍ଯ୍ୟରେ ନିଜକୁ ସାମିଲ କରିବାର ସୁଯୋଗ ମିଳିବ । ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା, କଳା, ସାହିତ୍ୟ ଓ ସଭାସମିତିରେ ସମସ୍ୟା ସମାଧାନ କରିବାରେ ସମର୍ଥ ହେବେ । ନିଜ ଆତ୍ମୀୟ ସ୍ଵଜନମାନେ ଈର୍ଷାନ୍ଵିତ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବା ପାଇଁ ଚେଷ୍ଟା କରିବେ । ଅନ୍ୟର ବିବାଦୀୟ ପରିସ୍ଥିତିରେ ମଧ୍ୟସ୍ଥତା କରନ୍ତୁ ନାହିଁ । ପଡ଼ୋଶୀଙ୍କ ସହ ସମ୍ପର୍କ ଭଲ ରହିବ । ପାରିବାରିକ ସୁଖ ନିମନ୍ତେ କେତେକ କ୍ଷେତ୍ରରେ ଜାଣିଶୁଣି ନୀରବ ରହିବାକୁ ବାଧ୍ୟ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ । ଯେଉଁ କାମରେ ହାତ ଦେବେ ସେଥିରେ ସଫଳତା ନିଶ୍ଚିତ ପାଇବେ କିନ୍ତୁ ପରୋକ୍ଷ ଶତ୍ରୁତା ଯୋଗୁଁ କର୍ମକ୍ଷେତ୍ରରେ ପାଦେ ପାଦେ ସମସ୍ୟା ଓ ପ୍ରତିବନ୍ଧକ ମଧ୍ୟ ଦେଇ ଗତି କରିବାକୁ ପଡିବ । ତଥାପି ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ । କୌଶଳ ଓ ବୁଦ୍ଧି ପ୍ରୟୋଗ କରି ଅନ୍ୟମାନଙ୍କ ଦ୍ଵାରା କାର୍ଯ୍ୟ ହାସଲ କରିବାରେ ସମର୍ଥ ହେବେ । ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ । ଆଲୋଚନା ପରିସରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କର ଉନ୍ନତି ହେବ । କଳା, ସାହିତ୍ୟ, ସଙ୍ଗୀତ ତଥା ଚଳଚ୍ଚିତ୍ର, ସାମ୍ବାଦିକତା କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ । ପାରିବାରିକ କ୍ଷେତ୍ରରେ ପରସ୍ପର ମଧ୍ୟରେ ସ୍ନେହ, ଶ୍ରଦ୍ଧା ଅତୁଟ ରହିବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ବାବା ଭୋଳାନାଥ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଉତ୍ସାହର ସହିତ ସମସ୍ତ କାର୍ଯ୍ୟକୁ ସୁରୁଖୁରୁରେ ସମ୍ପାଦନ କରିପାରିବେ ଏବଂ କ୍ରୋଧକୁ ନିୟନ୍ତ୍ରଣ କରିପାରିଲେ ଲୋକପ୍ରିୟତା ବୃଦ୍ଧି ପାଇବ । ଦୀର୍ଘଦିନର ପ୍ରତୀକ୍ଷା ପରେ କୌଣସି ସୂଚନା ଲାଭ କରି ଅପୂର୍ବ ଆନନ୍ଦ ଅନୁଭବ କରିବେ । ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ । ନିକଟସ୍ଥ ବ୍ୟକ୍ତି ବିଶେଷଙ୍କ ସାହାଯ୍ୟ ସହଯୋଗ ସମସ୍ୟାର ସରଳ ସମାଧାନ କରିବାରେ ସାହାଯ୍ୟ କରିବ । ଯାହାଦ୍ୱାରା ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ପାଇଁ ରାସ୍ତା ମିଳିଯିବା । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି । ବ୍ୟବସାୟ, ବାଣିଜ୍ୟରେ ଆଶାତୀତ ଫଳ ପାଇବେ । ସଭାସମିତିରେ କିମ୍ବା ଅଫିସରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ । ବନ୍ଧୁଙ୍କ ଦ୍ଵାରା ପ୍ରଭାବିତ ହୋଇ ସାମାଜିକ କାର୍ଯ୍ୟରେ ସହଭାଗିତା କରିବେ । ଆଇନ, ଅଦାଲତ ତଥା ଆନୁଷ୍ଠାନିକ କ୍ଷେତ୍ରରୁ ସଫଳତା ପାଇବେ । ଭୁଲ୍‌ ବୁଝାମଣା ହେତୁ ପରିବାରରେ ଟଣାଓଟରା ଦେଖାଦେଇପାରେ । ଶୁଭରଙ୍ଗ: ଗୋଲାପି । ଆରାଧନା: ସନ୍ତୋଷୀ ମାତା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଦିନଟି ଆନନ୍ଦଦାୟକ ରହିବ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତି ବିଶେଷଙ୍କର ସହଯୋଗ ପାଇ ସମସ୍ୟା ସମାଧାନ କରିବାରେ ସଫଳ ହେବେ । ବ୍ୟବସାୟ ଓ ବାଣିଜ୍ୟ ପୂର୍ବ ପ୍ରସ୍ତୁତି ଯୋଜନାମୁତାବକ କାମ କରିଲେ ଯଥେଷ୍ଟ ଉପକୃତ ହେବେ । କର୍ମକ୍ଷେତ୍ରରେ ଅଧିନସ୍ଥ କର୍ମଚାରୀମାନେ ସାହାଯ୍ୟ ଓ ସହଯୋଗର ହାତ ବଢାଇବେ, ଯାହାଦ୍ୱାରା ସ୍ଥଗିତ କାର୍ଯ୍ୟକୁ ଯଥାବିଧି ସମୟରେ ସମ୍ପର୍ଣ୍ଣ କରିବେ ସମର୍ଥ ହେବେ । ଅଫିସ୍‌ରେ ହଠାତ୍‌ କାୈଣସି ଖବର ପାଇ ଖୁସି ହେବେ । ଜମିଜମା, ମାଲିମକଦ୍ଦମା, ମାଙ୍ଗଳିକ କାର୍ଯ୍ୟ ସମ୍ପର୍କୀୟ ଆଲୋଚନାରେ ଅଗ୍ରଗତି ପରିଲକ୍ଷିତ ହୋଇପାରେ । ନିର୍ମାଣମୂଳକ ଯୋଜନାରେ ଆଗେଇ ପାରିବେ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ପରିବାର ସଦସ୍ୟଙ୍କ ପୂର୍ଣ୍ଣ ସହଯୋଗ ପାଇବା ଫଳରେ ମନୋବଳ ଦୃଢ ରହିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ମହାଲକ୍ଷ୍ମୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଆତ୍ମା ବିଶ୍ଵାସ ଦୃଢ଼ ରହିବ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବା ଭଳି ମାନ୍ୟତା ଦେବେ । ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । କିନ୍ତୁ ଭାବିଚିନ୍ତି କାର୍ଯ୍ୟ ନ କଲେ ଅସୁବିଧାରେ ପଡିପାରନ୍ତି । ବ୍ୟବସାୟରେ ନୂଆ ରଣନୀତି ପ୍ରୟୋଗ କରି, ଆର୍ଥିକ ସ୍ଥିତିକୁ ମଜବୁତ କରିବେ । ସହକର୍ମୀ ଇର୍ଷାନ୍ଵିତ ହେଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ଲେଖାପଢ଼ା ତଥା ପ୍ରକାଶନ, ରଚନାତ୍ମକ କାର୍ଯ୍ୟ, ସାହିତ୍ୟ, ସଙ୍ଗୀତ ଓ ସତ୍‌ସଙ୍ଗ କ୍ଷେତ୍ରରେ ଆତ୍ମତୃପ୍ତି ପାଇବେ । ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ । ସ୍ତ୍ରୀଙ୍କ ପରାମର୍ଶ ନେଇ କାର୍ଯ୍ୟ କଲେ ବିଶେଷ ଭାବରେ ଉପକୃତ ହେବେ । ପରିବାରରେ ପିଲାଙ୍କ ଆଚରଣର ପରିବର୍ତ୍ତନ କାରଣରୁ ମନେ ମନେ ବିରକ୍ତି ଅନୁଭବ କରିପାରନ୍ତି । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ତାରିଣୀ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଆତ୍ମୀୟସ୍ଵଜନ ଓ ବନ୍ଧୁଙ୍କ ଠାରୁ ସାହାଯ୍ୟ ଓ ସହଯୋଗ ପାଇବା ଫଳରେ ମନକୁ ଆଶ୍ଵସ୍ତି ମିଳିବ । ଆଜି ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । କର୍ମକ୍ଷେତ୍ରରେ ଆପୋଷ ବୁଝାମୁଣା ଦ୍ଵାରା ସମସ୍ୟାର ସମାଧାନ କରିନେବେ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ପ୍ରାଧାନ୍ୟ ଦେଇ କାମ କରିବେ ଓ ପ୍ରଶଂସିତ ମଧ୍ୟ ହେବେ । ଅଫିସରେ ସ୍ଥଗିତ କାର୍ଯ୍ୟ ପାଇଁ ଉଚ୍ଚାଧିକାରୀଙ୍କୁ କୈଫତ୍ ଦେବାକୁ ପଡିପାରେ । ଆଜି ପାଖ ପଡୋଶୀ କିିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ନିକଟ ସମ୍ପର୍କୀୟଙ୍କ ସ୍ଵସ୍ଥ୍ୟାବସ୍ଥାରେ ଅବନତି ଯୋଗୁଁ ଚିନ୍ତା ପ୍ରକୋଟ କରିବେ । ଚେଷ୍ଟା କରୁଥିବା କାମ ଓ କୋର୍ଟକଚେରୀ କ୍ଷେତ୍ରରେ ସଫଳତା ମିଳିବ ଏବଂ ଜମି ବିବାଦରେ ଉପକୃତ ହେବେ । ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ । କଳହ, ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ । ପାରିବାରିକ ପରିବେଶ ଶାନ୍ତିମୟ ରହିବ । ଶୁଭରଙ୍ଗ: ନାରଙ୍ଗି । ଆରାଧନା: ମାଆ ଶାରଳା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଯୋଜନା ମୁତବକ କାର୍ଯ୍ୟ କରିବା କଷ୍ଟକର ହେବ । କାରଣ ସହକର୍ମୀ ଓ ବନ୍ଧୁମାନେ ନିଜ ନିଜର ସ୍ଵାର୍ଥ ହାସଲ ସକାଶେ ଆପଣଙ୍କୁ ଅସୁବିଧାରେ ଠେଲି ଦେଇପାରନ୍ତି । କର୍ମକ୍ଷେତ୍ର ଓ ପରିବାରରେ ବିଭିନ୍ନ ପ୍ରକାରର ସମସ୍ୟାଗୁଡିକ ସମ୍ମୁଖୀନ କରିନପାରି ବ୍ୟସ୍ତବିବ୍ରତ ହୋଇପାରନ୍ତି । ଅଫିସରେ ଉଚ୍ଚାଧିକାରୀଙ୍କ ସାନ୍ନିଧ୍ୟ ଲାଭ କରି ସ୍ଥଗିତ କାର୍ଯ୍ୟକୁ ସମ୍ପନ୍ନ କରିବାରେ ସମର୍ଥ ହେବେ । ଆର୍ଥିକ ସ୍ଥିତି ଶୋଚନୀୟ ରହିବ । ଋଣ ପରିଶୋଧ କରିବା ସକାଶେ ବିଭିନ୍ନ ପ୍ରକାର ଧନ୍ଦା କରିବା ଲାଗି ମନ ବଳାଇବେ । କର୍ମକ୍ଷେତ୍ରରେ ପୁରୁଣା କଥାକୁ ନେଇ ସହକର୍ମୀଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ଜନକଲ୍ୟାଣ କାର୍ଯ୍ୟରେ ନିଜକୁ ସାମିଲ କରି, ଲୋକ ସମ୍ପର୍କ ବୃଦ୍ଧି କରିବେ । ସ୍ଵାସ୍ଥ୍ୟଜନିତ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହେବ ସହ ପରିବାରରେ ସୁଖଶାନ୍ତିର ବାତାବରଣ ରହିବ । ଜୀବନସାଥୀଙ୍କ ସହିତ ପ୍ରୀତିଭୋଜନକୁ ଯିବେ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ବାବା ଲିଙ୍ଗରାଜ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ । ନୂତନ ଭାବେ କରିବାକୁ ଯାଉଥିବା କାମରେ ପ୍ରତିବନ୍ଧକ ଯୋଗୁଁ ଅଗ୍ରଗତି କରିପାରିବେ ନାହିଁ । କେତେକ କ୍ଷେତ୍ରରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ କରି ପାରିବେ । ଚାକିରୀରେ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ । ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ସାମାଜିକ ସ୍ତରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ । ସଭାସମିତି ଆଲୋଚନା ପରିସରରେ ଯୁକ୍ତିଯୁକ୍ତ କଥା କହି ସମସ୍ତଙ୍କ ଆଦରଣୀୟ ହେବେ । ସମାଜସେବା, ଲୋକସମ୍ପର୍କ, ଧାର୍ମିକ ଅନୁଷ୍ଠାନରେ ଯୋଗ ଦେଇପାରନ୍ତି । ନିକଟ ସମ୍ପର୍କୀୟମାନେ ନିଜ ସ୍ଵାର୍ଥ ହାସଲ କରିବା ସକାଶେ କଅଁଳିଆ କଥା କହିବେ । ପାରିବାରିକ ସମସ୍ୟା ସୁଧାର ଆସିବ । ବୈବାହିକ ଜୀବନରେ ମଧୁରତା ବଢ଼ିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଲିଙ୍ଗରାଜ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ । ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ ନତୁବା ଆକସ୍ମିକ ଭାବରେ କଳହ ଲାଗିପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ମନର ବଳ ଖୁବ୍‌ ଟାଣ ରହିବ ଓ ସ୍ଥଗିତ କାମକୁ ପୂରାଦମରେ ଶେଷ କରିବା ପାଇଁ ନିଷ୍ପତ୍ତି ନେବେ । ସରକାରୀ କ୍ଷେତ୍ରରୁ ଲାଭର ଆଶା ନେଇ ଉତ୍‌ଫୁଲ୍ଲିତ ହେବେ । ସାମାଜିକ ସ୍ତରରେ କେତେକ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି । ଶିକ୍ଷା, ଆନୁଷ୍ଠାନିକ କାମ, ଲେଖାପଢ଼ା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ । ପରିବାର ସହ ଅଧିକ ସମୟ ଅତିବାହିତ କରିବେ । ସନ୍ଧ୍ୟାରେ ପରିବାର ସଦସ୍ୟଙ୍କ ସହ ଘରେ ଆଗାମୀ ଦିନରେ ଆୟୋଜିତ ହେବାକୁ ଥିବା ମାଙ୍ଗଳିକ କାର୍ଯ୍ୟ ସକାଶେ ଆଲୋଚନା କରିବେ । ଜୀବନସାଥୀଙ୍କ ପୁରା ସମର୍ଥନ ଓ ସହଯୋଗ ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଆଜି ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁ ଓ ସହକର୍ମୀଙ୍କ ସହଯୋଗ ମିଳିବ । ବ୍ୟବସାୟ, ବାଣିଜ୍ୟରେ ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ । କିନ୍ତୁ ବାଣିଜ୍ୟ, ବ୍ୟବସାୟରେ ଆୟ ତୁଳନାରେ ବ୍ୟୟ ଅଧିକ ହେବାର ସମ୍ଭାବନା ରହିଛି । ଅଫିସରେ ସୁସ୍ଥ ବାତାବରଣ ରହିବ ଓ ସହକର୍ମୀମାନେ ସହଯୋଗ କରିବା ଫଳରେ କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । କଥାବାର୍ତ୍ତା ଓ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥରେ ଛନ୍ଦି ହୋଇପାରନ୍ତି । ସାମାଜିକ ସ୍ତରରେ ଯାହା କହିବେ ବିରୋଧୀମାନେ ପରୋକ୍ଷଣରେ ଓଲଟ ବୁଝିବେ ଏବଂ ମରମ କଥାଟି କହି ପରୋକ୍ଷ ଶତ୍ରୁତାକୁ ନିମନ୍ତ୍ରଣ କରିବେ । ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ମନ ଅସ୍ଥିର ରହିବା କାରଣରୁ କାମଗୁଡିକ ସମ୍ପନ୍ନ ହେବା କଷ୍ଟକର ହୋଇପାରେ । ଜୀବନସାଥୀଙ୍କ ପୂର୍ଣ ସହଯୋଗ ପାଇବେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ସମଲେଶ୍ଵରୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ମନ କଥା ମନରେ ଲୁଚାଇ ନିଷ୍ଠାର ସହ ନିଜ କାର୍ଯ୍ୟକୁ ସମ୍ପାଦନ କରିବେ । ବ୍ୟବସାୟ କିମ୍ବା ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ହିଁ ପଡ଼ିବେ । ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ । ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ । ଅଫିସରେ ସାଧାରଣ କଥାକୁ କେନ୍ଦ୍ର କରି ସହକର୍ମୀଙ୍କ ସହ ମନାନ୍ତର ଭାବନା ସୃଷ୍ଟି ହେବାର ସମ୍ଭାବନା ରହିଛି । ସଭାସମିତି ଓ ଆଲୋଚନା ପରିସରରେ ପକ୍ଷଭୁକ୍ତ କରିବାକୁ ନେଇ ବିବାଦୀୟ ପରିସ୍ଥିତିର ସମ୍ମୁଖୀନ କରିବାକୁ ପଡିବ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଥିବା ସମସ୍ୟାର ସମାଧାନ ହେବ । କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ, ନଚେତ ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି । ସାମୟିକ ଅସୁସ୍ଥତା କାରଣରୁ ସ୍ନାୟବିକ ଦୁର୍ବଳତା ଅନୁଭବ କରିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

Leave a Reply

Your email address will not be published. Required fields are marked *