07 ମାର୍ଚ୍ଚ 2021, ରବିବାର :- ସୂର୍ଯ୍ୟଦେବଙ୍କ କୃପାରୁ ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭଦାୟକ ରହିବ । ପ୍ରତ୍ୟେକ

07 ମାର୍ଚ୍ଚ 2021, ରବିବାର :- ସୂର୍ଯ୍ୟଦେବଙ୍କ କୃପାରୁ ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭଦାୟକ ରହିବ । ପ୍ରତ୍ୟେକ

07 ମାର୍ଚ୍ଚ 2021, ରବିବାର :- ସୂର୍ଯ୍ୟଦେବଙ୍କ କୃପାରୁ ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭଦାୟକ ରହିବ । ପ୍ରତ୍ୟେକ କ୍ଷେତ୍ରରେ ମିଳିବ ସଫଳତା !

ଆଜି ଆମେ ଆପଣଙ୍କୁ ୦୭ ମାର୍ଚ୍ଚ ୨୦୨୧ ରବିବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ହସଖୁସିରେ ଦିନଟି ଅତିବାହିତ କରିବେ । ଅନ୍ୟକୁ ମଧୁର କଥା କହି କୌଶଳକ୍ରମେ କାର୍ଯ୍ୟ ହାସଲ କରିନେବେ । କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାର୍ଯ୍ୟ କରନ୍ତୁ, ନଚେତ୍ ନାନା ପ୍ରକାର ସମସ୍ୟାର ସମ୍ମୁଖିନ ହେବାକୁ ପଡିବ । ବାଣିଜ୍ୟ ଓ ବ୍ୟବସାୟରେ ସମସ୍ୟା ଲାଗି ରହିଥିଲେ ମଧ୍ୟ ତାହା ବିଶେଷ ଉତ୍କୃଷ୍ଟରୂପ ନେବ ନାହିଁ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରି ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ । କର୍ମକ୍ଷେତ୍ରରେ ଆବଶ୍ୟକତା ଉପଲବ୍ଧି କରି ଏକାଧିକ କାମ ହାତକୁ ନେଇ ବ୍ୟଥିତ ହୋଇପାରନ୍ତି । ଯାନ୍ତ୍ରିକ ଶିଳ୍ପ ଓ ପ୍ରଶାସନ, ଆଇନ ଓ ଅଦାଲତ ତଥା ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ । ଗୃହସୀମା, ନିର୍ମାଣ, ଜମିଜମା କାରବାରରେ ସମସ୍ୟାମୁକ୍ତ ରହିବେ । ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ । ବାଦବିବାଦ, ଯୁକ୍ତିତର୍କ ଠାରୁ ଦୂରେଇ ରୁହନ୍ତୁ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ମନରେ ଆତ୍ମବିଶ୍ଵାସ ଓ ସଚ୍ଚୋଟତା ପାଇଁ ଉନ୍ନତିପଥରେ ଅଗ୍ରସର ହେବେ । ପରୋକ୍ଷ ଶତ୍ରୁତା ଯୋଗୁଁ ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପରେ ବାଧା ପ୍ରତିରୋଧ ଦେଖାଦେଇପାରେ । କର୍ମକ୍ଷେତ୍ରରେ ନିର୍ଦ୍ଦିଷ୍ଟ ସମୟରେ କାମ ପୂରା କରିବାରେ ସକ୍ଷମ ହେବେ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ଆଶାନୁରୂପକ ଫଳ ପାଇବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଦୀର୍ଘ ଦିନର ଅଭିଳଷିତ ଦ୍ରବ୍ୟ କ୍ରୟ କରିବାରେ ସଫଳ ହେବେ । ଶୁଭରଙ୍ଗ: ସବୁଜ । ଆରାଧନା: ମହାଲକ୍ଷ୍ମୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଆଜିର ଦିନଟି ନୂତନ କର୍ମାରମ୍ଭ, ଯାତ୍ରା, ବାଣିଜ୍ୟାରମ୍ଭ ପାଇଁ ପ୍ରସ୍ତୁତି କ୍ଷେତ୍ରରେ ସଫଳତା ପ୍ରଦାନ କରିବ । କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ପାଇଁ ବନ୍ଧୁ ସାହାଯ୍ୟ କରିବେ । ବ୍ୟବସାୟରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ । ଆଜିର ଯାତ୍ରାରେ ସଫଳତା ପାଇବେ, କିନ୍ତୁ ସମସ୍ୟା ଭିତର ଦେଇ ଯିବାକୁ ପଡ଼ିବ । କଚେରି ମାମଲା କିମ୍ବା ଜମିଜମା ସମ୍ପର୍କିତ ବିବାଦ ହେତୁ ଦୁଶ୍ଚିନ୍ତା ବଢ଼ିପାରେ । ପ୍ରିୟଜନଙ୍କ ସହଯୋଗ ମିଳିବ । ବ୍ୟବସାୟ ସମ୍ବନ୍ଧୀୟ କୌଣସି ନୂଆ ଚୁକ୍ତିପତ୍ର ସ୍ଵାକ୍ଷର କରିବେ । ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିବେ । ପରିବାରରେ ସୁଖଶାନ୍ତିର ବାତାବରଣ ବଜାୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ପରିବାରର ବୟୋଜ୍ୟେଷ୍ଠଙ୍କ ଆଶୀର୍ବାଦ ପାଇବେ, ଦିନଟି ମଙ୍ଗଳୟ ରହିବ । ବ୍ୟବସାୟୀମାନେ କର୍ମ କ୍ଷେତ୍ରରେ ସର୍ତକତା ଅବଲମ୍ବନ କରନ୍ତୁ ଏବଂ ନିଜ କଥାବାର୍ତ୍ତାରେ ନିୟନ୍ତ୍ରଣ ରଖାନ୍ତୁ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ପରୋକ୍ଷ ଶତ୍ରୁତା ହେତୁ କର୍ମକ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ କରିବାକୁ ପଡିପାରେ । ଅଫିସରେ ଆପଣଙ୍କ କାର୍ଯ୍ୟ କରିବାର ଶୈଳୀ ଦେଖି ସମସ୍ତେ ପ୍ରଶଂସା କରିପାରନ୍ତି । କିନ୍ତୁ ଅଫିସରେ ପୂର୍ବରୁ ସ୍ଥଗିତ ଥିବା କାର୍ଯ୍ୟ ସକାଶେ ଉଚ୍ଚାଧିକାରୀଙ୍କୁ କୈଫତ୍ ଦେବାକୁ ପଡିବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ । ବନ୍ଧୁଙ୍କ ସହିତ ମଉଜ ମଜାମଜଲିସରେ ସମୟ ଅତିବାହିତ କରିବେ । ସନ୍ତାନଙ୍କ କାର୍ଯ୍ୟକଳାପ ଯୋଗୁଁ ମନ ବିସ୍ତାପ ରହିବ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଆଖଣ୍ତଳମଣି ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଭଲ ରହିବ । ଦୈହିକ ସୁସ୍ଥତା ସଙ୍ଗକୁ ମାନସିକ ସ୍ତରରେ ସୁସ୍ଥ ଅନୁଭବ କରିବେ । ଆପଣଙ୍କ ଆତ୍ମୀୟ ସ୍ଵଜନମାନେ ଆପଣ ଉଦ୍ୟମ କରୁଥିବା କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି କରିପାରନ୍ତି କିନ୍ତୁ ଧୌର୍ଯ୍ୟହରା ନ ହୋଇ ନିଜର ଯୋଜନା ମୁତାବକ କାର୍ଯ୍ୟ କରିଲେ କୌଣସି ପ୍ରକାର ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ ନାହିଁ । ଅଫିସରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରୁହନ୍ତୁ, ନତୁବା ଅଯଥା ଅଶାନ୍ତି ସୃଷ୍ଟି ହେବାର ଆଶଙ୍କା ରହିଛି । ସଭାସମିତି କିମ୍ବା ବନ୍ଧୁ ଗହଣରେ ଗଠନ ମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ । ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ କାର୍ଯ୍ୟସାଧନ କରିବେ । ଅଜଣା ବ୍ୟକ୍ତିଙ୍କ ଦ୍ୱାରା ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ଆପଣ ନିଜ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଦିନଟି ଆପଣଙ୍କ ଲାଗି ମାଧ୍ୟମ ଧରଣର ଫଳ ପ୍ରଦାନ କରିବ । ଆଜିର ଚନ୍ଦ୍ର ପାପଗ୍ରହ ମଧ୍ୟସ୍ଥ ଯୋଗୁ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇପାରିବେ ନାହିଁ । ଜିନିଷ ପାଇବାର ସମ୍ଭାବନା ନ ଥିଲେ ମଧ୍ୟ ମରୀଚିକା ପଛରେ ଗୋଡ଼ାଇ ହତାଶ ହେବେ । ଯଦିଓ ବିଶେଷ କିଛି ଗୁରୁତର ସମସ୍ୟା ନାହିଁ, ତଥାପି ସାମୟିକ ଭାବେ ଅସୁସ୍ଥତା ଅନୁଭବ କରିବେ । ଅଟକି ରହିଯାଇଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ ହେବ । ବ୍ୟବସାୟିକ କ୍ଷେତ୍ରରେ ଆୟ ବ୍ୟୟ ପ୍ରାୟ ସମାନ ରହିବ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ଗଣମାଧ୍ୟମରେ କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ବଢ଼ିଆ ରହିବ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । କୌଣସି ଅଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ହନୁମାନ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ବିବାଦୀୟ ପରିସ୍ଥିତି ଲାଗି ରହିବା ହେତୁ ଅଭାବ ନ ଥିଲେ ମଧ୍ୟ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ । ନୂଆ କାମଧନ୍ଦା ସମ୍ବନ୍ଧରେ ବିଚାର କରିବା ଲାଗି ଦିନଟି ଭଲ । ଫାଇଦା ହାସଲ ପାଇଁ ନିକଟ ସମ୍ପର୍କୀୟମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇପାରନ୍ତି । ବନ୍ଧୁଙ୍କ ପ୍ରାୟୋଜିତ କୌଣସି ଆନୁଷ୍ଠାନିକ କାର୍ଯ୍ୟରେ ବ୍ୟସ୍ତ ରହିବାକୁ ପଡ଼ିପାରେ । ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ । ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ । ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ନିର୍ମାଣମୂଳକ କାର୍ଯ୍ୟ ସୁବିଧାରେ ହାସଲ କରିବା ପାଇଁ କଷ୍ଟକର ହୋଇପଡ଼ିବ । ବୈବାହିକ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଆଜି ଆପଣଙ୍କ ମନରେ ଆତ୍ମବିଶ୍ଵାସ ଦୃଢ ରହିବ । ଲୋକପ୍ରିୟତା ବୃଦ୍ଧି ପାଇବା ସଙ୍ଗକୁ ସାମାଜିିକ ସ୍ତରରେ ପ୍ରଶଂସିତ ହେବେ । କିନ୍ତୁ କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ । ବ୍ୟବସାୟ ଓ ଚାକିରିରେ ପୁରୁଣା ବିବାଦ ସମାପ୍ତ ହେବ । କିନ୍ତୁ ଦୂରଦର୍ଶିତା ଅଭାବରୁ କେତେକ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନ ରୂପ ନେଇପାରେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଉପରେ ପୂର୍ଣ୍ଣ ସହଯୋଗ ମିଳିବ କିନ୍ତୁ ଅଫିସରେ ଯେଉଁ କାମ କରିଛନ୍ତି ତାର ଶ୍ରେୟ ଅନ୍ୟ କାହାରକୁ ଦିଆଯିବ ଯାହାଫଳରେ ମନରେ ସରସତା ରହିବ ନାହିିଁ । ବେରୋଜଗାର ଥିବା ଯୁବପିଡିଙ୍କୁ କୌଣସି କମ୍ପାନୀରୁ ଚାକିରିର ଖବର ଆସିପାରେ । ପାରିବାରିକ କ୍ଷେତ୍ରରେ ନିଜର ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହୋଇପାରନ୍ତି । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ମାଣିକେଶ୍ଵରୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ମନରେ ସକାରାତ୍ମକ ଭାବନା ବଜାୟ ରଖନ୍ତୁ । ଧୈର୍ଯ୍ୟ ଧରି କାମ କରନ୍ତୁ; ସଫଳ ନିଶ୍ଚୟ ହେବେ । କର୍ମକ୍ଷେତ୍ରରେ ସତର୍କତା ରକ୍ଷା ନ କଲେ ଅର୍ଥହାନି ଓ ଶରୀର ପୀଡ଼ାରୁ କଷ୍ଟ ପାଇବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ସ୍ଥଗିତ କାମକୁ ପୂରା ଦମ୍ ରେ କରିବା ପାଇଁ ନିଷ୍ପତ୍ତି ନେବେ । ମନ ଅସ୍ଥିର ରହିବା କାରଣରୁ ସହକର୍ମୀଙ୍କ ସହ ସମ୍ପର୍କ ଭଲ ରହିବ ନାହିଁ । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେବାକୁ ଚେଷ୍ଟା କରି ପାରନ୍ତି । ବନ୍ଧୁ ଗହଣରେ ସାଧାରଣ ଘଟଣାକୁ ନେଇ ମନସ୍ତାପ କରିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ସନ୍ତୋଷୀମାତା । ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ହନୁମାନ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଦିନଟି ଆପଣଙ୍କ ପାଇଁ ଖଟାମିଠା ରହିବ । କିନ୍ତୁ ଭୁଲ୍‌ ବୁଝାମଣାଜନିତ ଛୋଟ ଛୋଟ ଘଟଣାକୁ କେନ୍ଦ୍ରକରି ପରିବାରରେ ମନାନ୍ତର ସୃଷ୍ଟି ହୋଇପାରେ । ବ୍ୟବସାୟ କ୍ଷେତ୍ରରେ ଯେତେ ପରିଶ୍ରମ କରିଲେ ମଧ୍ୟ ଆୟ ବୃଦ୍ଧିର କୌଣସି ସମ୍ଭାବନା ହିଁ ନାହିଁ । ଆର୍ଥିକ ସ୍ଥିତି ମାନ୍ଦା ରହିବ । କର୍ମକ୍ଷେତ୍ରରେ ଦାୟିତ୍ଵ ବୃଦ୍ଧି ହେବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ । କିନ୍ତୁ ସହକର୍ମୀମାନେ ଆପଣଙ୍କ ସପକ୍ଷରେ ଯୁକ୍ତି ବଢିବେ । ଈର୍ଷାପରାୟଣ ହୋଇ ନିକଟରେ ରହୁଥିବା ଆତ୍ମୀୟ ସ୍ଵଜନମାନେ ଶତ୍ରୁତା ଆଚରଣ କରିପାରନ୍ତି । ମନ ଉଦାସ ରହିବ ଫଳରେ ପରିବାର ସଦସ୍ୟଙ୍କ ଅନୁରୋଧବଶତଃ ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିପାରନ୍ତି । ପଡ଼ୋଶୀମାନେ ଭଲ କଥା କହିଲେ ମଧ୍ୟ ପଛରେ ବିଭିନ୍ନ କଥା କହି ପାରନ୍ତି । ସହଧର୍ମୀଙ୍କ ପ୍ରେରଣା ଓ ସହଯୋଗରେ କେତେକାଂଶ ଉପକୃତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ୱରୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଦିନଟି ଠିକ୍‌ଠାକ୍‌ ରହିବ । ସମସ୍ୟା ସମାଧାନ କ୍ଷେତ୍ରରେ ଧୀରସ୍ଥିରରେ କାମ କରି ପରିସ୍ଥିତିକୁ ନିୟନ୍ତ୍ରଣାଧୀନ କରିବାରେ ସମର୍ଥ ହେବେ । କୌଣସି ବିଷୟ ଉପରେ ବରିଷ୍ଠଙ୍କ ସହିତ କଥାବାର୍ତ୍ତା କରିବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତ ହେବେ । ଶିଳ୍ପ, ବାଣିଜ୍ୟ ଶେୟାର, ବଜାର କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ବିଳମ୍ବ ହେଲେ ମଧ୍ୟ ଲକ୍ଷ୍ୟସ୍ଥଳରେ ପହଞ୍ଚିବାରେ କୌଣସି ଅସୁବିଧା ହେବ ନାହିଁ । ରାଜନୀତିକ୍ଷେତ୍ରରେ ଜନସେବାରେ ନିଜକୁ ସାମିଲ କରାଇବେ, ଯାହାଫଳରେ ଲୋକସମ୍ପର୍କ ବୃଦ୍ଧି ପାଇବ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଆର୍ଥିକ ନେଣଦେଣକୁ ଭିତ୍ତି କରି ନିକଟ ସମ୍ପର୍କୀୟଙ୍କ ସହ ମନାନ୍ତର ସୃଷ୍ଟି ହୋଇପାରେ । ଅତୀତର କେତେକ ଘଟଣାକୁ ସ୍ମରଣ କରି ମନ ସାମୟିକ ଉଦାସ ରହିବ । ପାରିବାରିକ ଜୀବନ ସୁଖ ଓ ଶାନ୍ତିରେ କଟିବ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ବିରଜା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଧାର୍ମିକ କାର୍ଯ୍ୟପ୍ରତି ମନରେ ଆଗ୍ରହ ବଢିବ । ପ୍ରତ୍ୟେକ କ୍ଷେତ୍ରରେ ଆପଣ ଅଧୈର୍ଯ୍ୟ ନ ହୋଇ ପରିସ୍ଥିତିର ମୁକାବିଲା କରିପାରିଲେ ଉପକୃତ ହେବେ । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟ, ବାଣିଜ୍ୟରେ ନାନାପ୍ରକାର ବାଧାବିଘ୍ନର ସମ୍ମୁଖୀନ କରିବାକୁ ପଡିବ । କର୍ମକ୍ଷେତ୍ରରେ ସାବଧାନତା ଅବଲମ୍ବନତା ସହ କାର୍ଯ୍ୟ କରନ୍ତୁ । ପ୍ରତିବନ୍ଧକ କାରଣରୁ ଚେଷ୍ଟା କରୁଥିବା କାମଟି ସମ୍ପୂର୍ଣ୍ଣ ହୋଇପାରିବ ନାହିଁ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସଦସ୍ୟଙ୍କ ସହ ଆଲୋଚନା କରନ୍ତୁ । ଆଜି ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ । ଦାମ୍ପତ୍ୟ ଜୀବନରେ ଉଭୟ ପତି ଓ ପତ୍ନୀ ସହଯୋଗ ଭିତ୍ତିରେ କାର୍ଯ୍ୟ କରି, ପାରିବାରିକ ସମସ୍ୟାକୁ ସମାଧାନ କରିବାରେ ସମର୍ଥ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

Leave a Reply

Your email address will not be published. Required fields are marked *