08 ଅପ୍ରେଲ୍ 2021, ଗୁରୁବାର :- ମାଆ ଲକ୍ଷ୍ମୀଙ୍କ କୃପାଶୀର୍ବାଦରୁ ୬ଟି ରାଶିର ବ୍ୟକ୍ତିମାନେ ନୂତନ କର୍ମ ସଂସ୍ଥାନର ସୁଯୋଗ

08 ଅପ୍ରେଲ୍ 2021, ଗୁରୁବାର :- ମାଆ ଲକ୍ଷ୍ମୀଙ୍କ କୃପାଶୀର୍ବାଦରୁ ୬ଟି ରାଶିର ବ୍ୟକ୍ତିମାନେ ନୂତନ କର୍ମ ସଂସ୍ଥାନର ସୁଯୋଗ

08 ଅପ୍ରେଲ୍ 2021, ଗୁରୁବାର :- ମାଆ ଲକ୍ଷ୍ମୀଙ୍କ କୃପାଶୀର୍ବାଦରୁ ୬ଟି ରାଶିର ବ୍ୟକ୍ତିମାନେ ନୂତନ କର୍ମ ସଂସ୍ଥାନର ସୁଯୋଗ ମିଳିବ । କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟକୁ ସଂପୂର୍ଣ୍ଣ କରିବା ସହ ଆର୍ଥିକ କ୍ଷେତ୍ରରେ ସୁଧାର ଆସିବ…

ଆଜି ଆମେ ଆପଣଙ୍କୁ ୦୮ ଅପ୍ରେଲ୍ ୨୦୨୧ ଗୁରୁବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଲକ୍ଷ୍ୟପ୍ରାପ୍ତ ଦିଗକୁ ଅଗ୍ରସର ହେବେ ଏବଂ ଲକ୍ଷ୍ୟ ପ୍ରାପ୍ତି ମଧ୍ୟ କରିପାରନ୍ତି । କୌଣସି କଥାକୁ ଠିକ୍‌ ଭାବରେ ନ ବୁଝି ଅଯଥା ବିରକ୍ତି ପ୍ରକାଶ କରିବେ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବନାହିଁ । ଅଫିସରେ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ । ମିଳିମିଶି କାମ କରିବା ଫଳରେ ମନ ଆନନ୍ଦିତ ରହିବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିନେବେ । ଅଭାବ ଅନଟନ ନ ଥିଲେ ମଧ୍ୟ ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀଙ୍କ ସହଯୋଗ ଅଭାବରୁ ଅଶାନ୍ତ ରହିବେ । ନିଜ ଲୋକମାନେ ବିଶ୍ଵାସ ଘାତକତା କରିବେ । ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଇଷ୍ଟଦେବଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି । ନିଜର ଦକ୍ଷତାକୁ ଭିତ୍ତି କରି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ । ବ୍ୟବସାୟୀମାନେ କର୍ମକ୍ଷେତ୍ରରେ ଆଶାତୀତ ଫଳ ପାଇବେ । କିନ୍ତୁ କର୍ମକ୍ଷେତ୍ରରେ କେହି ଜଣେ ପ୍ରତିବାଦର ସ୍ଵର ଉଠାଇ କାମରେ ବିଘ୍ନ ଘଟାଇ ପାରନ୍ତି । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହିତ ସୁ-ସମ୍ପର୍କ ସ୍ଥାପନ କରିବେ । ଆୟ ବୃଦ୍ଧି ହେବା ଫଳରେ ମନ ଆନନ୍ଦିତ ରହିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ଶୁଭ । କେତେକ କ୍ଷେତ୍ରରେ ଇଚ୍ଛା ନଥିଲେ ମଧ୍ୟ ପରିସ୍ଥିତିରେ ପଡ଼ି ଅତ୍ୟଧିକ ଖର୍ଚ୍ଚାନ୍ତ କରିବାକୁ ପଡିପାରେ । ପାରସ୍ପରିକ ବୁଝାମଣା ମଧ୍ୟରେ ପରିବାରରେ ଶାନ୍ତି ଫେରିଆସିବ । ଶାରୀରିକ ସୁସ୍ଥତା ଅକ୍ଷୁର୍ଣ୍ଣ ରହିବ । ବନ୍ଧୁବାନ୍ଧବଙ୍କ ସହିତ ହସଖୁସିରେ ଦିନ ଅତିବାହିତ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମଙ୍ଗଳା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ମନରୁ ନକରାତ୍ମକ ଚିନ୍ତାଧାରା ବାହାର କରିଦିଅନ୍ତୁ, ନିଜ ଉପରେ ବିଶ୍ଵାସ ରଖନ୍ତୁ । ମାନସିକ ଅସ୍ଥିରତା ମଧ୍ୟରେ ସମୟ କଟାଇବେ । ଯାତ୍ରାରେ, ବିବାଦୀୟ ପରିସ୍ଥିତିରେ, ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶକୁ ହେୟ ମନେ କରିବା ଠିକ୍‌ ହେବନି । ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଅଫିସରେ ଗୁରୁତ୍ବ ପୂର୍ଣ୍ଣ କୌଣସି ଫଇସଲାକୁ ନେଇ ଉଚ୍ଛାଧିକାରୀ ଆପଣଙ୍କ ଉପରେ ରୁଷ୍ଟ ହୋଇପାରନ୍ତି । କଳା, ସାହିତ୍ୟ, ସାମ୍ବାଦିକତା, ଏଜେନ୍ସିପ୍‌ ଓ କ୍ରୀଡ଼ା, ଚଳଚ୍ଚିତ୍ର ପ୍ରଭୃତିରେ ଥିବା ସମସ୍ୟା ସମାଧାନ ହୋଇଯିବ । ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଭଦ୍ରକାଳୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଜୀବନକୁ ସକାରାତ୍ମକ ବନାନ୍ତୁ । ବନ୍ଧୁ ଗହଣରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି । ପାରିବାରିକ କ୍ଷେତ୍ରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ । କର୍ମକ୍ଷେତ୍ରରେ ଉଦ୍ୟମ ଓ ଚେଷ୍ଟାଦ୍ୱାରା ସାଫଲ୍ୟ ହେବ । କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବ୍ୟକ୍ତି ସାହାଯ୍ୟ କରିବେ । ବୃତ୍ତିଗତ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ । ନିଜ ଦକ୍ଷତାରୁ ଉଚ୍ଚ-ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀମାନଙ୍କ ସାନ୍ନିଧ୍ୟରେ ଆସିବେ । କାର୍ଯ୍ୟାଳୟର ଜଟିଳ ପରିସ୍ଥିତିକୁ ସରଳ କରି ପ୍ରଶଂସା ପାଇବେ । ଆୟ ଅନୁପାତରେ ଖର୍ଚ୍ଚର ମାତ୍ରା ଅଧିକ ହେବ । ଆକସ୍ମିକ ଧନହାନୀ ହୋଇପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ଆଶାଜନକ ଫଳ ଲାଭକରି ଖୁସୀ ରହିବେ । ଦୀର୍ଘ ଦିନରୁ ସନ୍ଧାନ ପାଉନଥିବା ତଥା ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭଦ୍ରକାଳୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ କିନ୍ତୁ ବୁଧ ଷଡ଼ାଷ୍ଟକ ସ୍ଥିତିରେ ଥିବା ଶନିଙ୍କ ନକ୍ଷତ୍ରରେ ରହିଥିବାରୁ ଚେଷ୍ଟା କରୁଥିବା କାମଗୁଡିକ ସହଜରେ ହୋଇ ପାରିବ ନାହିଁ । ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ, କିନ୍ତୁ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କାର୍ଯ୍ୟପନ୍ଥା ବୃଦ୍ଧି କରାଇବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣ ହେବ । ଯୁବକ ଯୁବତୀମାନଙ୍କର ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ । ବିଭିନ୍ନ ପ୍ରକାର ଅସ୍ଵାଭାବିକ ପରିସ୍ଥିତିକୁ ସାମ୍‌ନା କରିବାକୁ ପଡ଼ିପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଆଜି ଆପଣ ନୂଆ ବିଚାରରେ ପରିପୂର୍ଣ୍ଣ ହୋଇପାରନ୍ତି ଓ ଆପଣଙ୍କ ମାନସିକ ଶକ୍ତି ଏହାର ଚ଼ରମ ସୀମାରେ ରହିବ । ଅଫିସରେ ନିଜ କାମକୁ ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ କରିବେ । ଇ‌ଲେକ୍ଟ୍ରୋନିକ୍ସ ସାମଗ୍ରୀ କିଣିବା ଲାଗି ଦିନଟି ଶୁଭ । ଧାର୍ମିକ କାର୍ଯ୍ୟଗୁଡ଼ିକରେ ଏବଂ ଉପାସନାର ପଛରେ ଧନ ଖର୍ଚ୍ଚ ହୋଇପାରେ । ଜୀବନସାଥୀଙ୍କ ସହିତ ଫିଲ୍ମ ଦେଖିବାକୁ ଯିବେ । ବ୍ୟବସାୟ, ବାଣିଜ୍ୟ ପାଇଁ ଦିନଟି ଭଲ ରହିବ ଏବଂ ଆମଦନୀ ଭଲ ହେବାର ସଂକେତ ମଧ୍ୟ ରହିଛି । ପରିବାରିକ ସୁଖଶାନ୍ତି ବଜାୟ ରହିବ । ସହଧର୍ମୀଙ୍କ ସହ ଅଧିକ ସମୟ ଅତିବାହିତ କରିବେ । ପ୍ରେମ ସମ୍ବନ୍ଧରେ ସାଥୀର ମନକୁ ଛୁଇଁଲାଭଳି କଥା ହୋଇପାରେ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ମାଆ ଗାୟତ୍ରୀ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଭଗବାନଙ୍କ ଉପରେ ଭରଷା ରଖନ୍ତୁ, ସମସ୍ତ କାର୍ଯ୍ୟରେ ପୂର୍ଣ୍ଣ ସଫଳତା ପାଇବେ । ବ୍ୟବସାୟିକ ସ୍ଥିତି କେତେକାଂଶରେ ଚିନ୍ତାଜନକ ସ୍ଥିତିକୁ ଆସି ଯାଇପାରେ କିନ୍ତୁ କୌଣସି ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ସହଯୋଗୀଙ୍କ ସହଯୋଗ ପାଇଲେ ମଧ୍ୟ ଉଚ୍ଚଧିକାରୀଙ୍କ ଠାରୁ ନିନ୍ଦିତ ହୋଇପାରନ୍ତି । ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନକ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବେ । ହଠାତ କୌଣସି ଲମ୍ବା ଯାତ୍ରାରେ ଯାଇପାରନ୍ତି । ଅଭାବ ଦୂର ପାଇଁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି । ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ବିବାଦୀୟ ଘଟଣା ଠାରୁ ଦୂରେଇ ରହିବା ଭଲ ହେବ । ଶୁଭରଙ୍ଗ: ମେରୁନ୍ । ଆରାଧନା: ମାଆ ଭୈରବୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଆପଣଙ୍କ ମନ ଧାର୍ମିକ କାର୍ଯ୍ୟରେ ଲାଗି ରହିବ । ପୂର୍ବ ସ୍ଥିରୀକୃତ କୌଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇବେ । ବ୍ୟବସାୟରେ ଆର୍ଥିକ ସ୍ଥିତି ମଜବୁତ ରହିବା । ଚାକିରୀ କ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ଖୁସିରେ ରହିବେ । ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଦଉଡ କରିବାକୁ ପଡ଼ିବ ।ଘର ପରିବାରର ଲୋକଙ୍କ ପୂର୍ଣ ସହଯୋଗ ମିଳିବ । ଘରେ ଏବଂ ବାହାରେ ଖୁସିର ବାତାବରଣ ରହିବ । ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବାରୁ ବ୍ୟସ୍ତତା ବୃଦ୍ଧି ପାଇପାରେ । ସାମୟିକ ପୁରାତନ ରୋଗରୁ ପୀଡ଼ା ଅନୁଭବ କରିପାରନ୍ତି । ସାମାଜିକ କାର୍ଯ୍ୟରେ ଭାଗ ନେବେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଶାରଳା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ପ୍ରତିକୂଳ ଗ୍ରହଙ୍କ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ର ଓ କାର୍ଯ୍ୟ ଦ୍ୱନ୍ଦ୍ୱାତ୍ମକ ସ୍ଥିତିରେ ରହିବ । ଆଗାମୀ ସମୟରେ ମିଶ୍ରିତ ଫଳ ମିଳିବ । ବନ୍ଧୁଙ୍କ କଥାକୁ ସହଜରେ ଗ୍ରହଣ କଲେ କର୍ମକ୍ଷେତ୍ରରେ ସମସ୍ୟାରୁ ମୁକୁଳି ଯାଇପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ ନତୁବା ଆକସ୍ମିକ ଭାବରେ କଳହ ଲାଗିପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ମନର ବଳ ଖୁବ୍‌ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରି ପାରିବେ । ଚାକିରୀ କ୍ଷେତ୍ରରେ ବରିଷ୍ଠ ଅଧିକାରୀ ଅସନ୍ତୁଷ୍ଟ ହୋଇପାରନ୍ତି । ଶିକ୍ଷା, ଆନୁଷ୍ଠାନିକ କାମ, ଲେଖାପଢ଼ା ଓ ଗବେଷଣା କ୍ଷେତ୍ରରୁ ଶୁଭଫଳ ପାଇବେ । ପରିବାର ସହ ସମୟ ଅତିବାହିତ କରିବେ । ଧନ ଖର୍ଚ୍ଚ ହୋଇପାରେ । ତେଣୁ ଭାବି ବିଚାରି ଖର୍ଚ୍ଚ କରନ୍ତୁ । ଜୀବନସାଥୀଙ୍କ ପୁରା ସମର୍ଥନ ଓ ସହଯୋଗ ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

କର୍ମକ୍ଷେତ୍ର ପ୍ରତି ଗ୍ରହଦୃଷ୍ଟି ପ୍ରଭାବ, ଅସଜଡ଼ା ସ୍ଥିତିକୁ ସଜାଡି ନେବାରେ ସାହାଯ୍ୟ କରିବ । ମାଆ ଲକ୍ଷ୍ମୀଙ୍କ କୃପାରୁ ଆପଣଙ୍କ ଭାଗ୍ୟ ଚମକିବ । କୌଣସି ବଡ଼ ସମସ୍ୟାର ସମାଧାନ ହେବ । ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମଗୁଡିକୁ ସଫଳତାର ସହ ସମ୍ପନ୍ନ କରିବେ । ଧନ ଉପାର୍ଜନର ଯୋଜନା ଗୁଡିକ ସଫଳ ହେବ । ମିତ୍ରଙ୍କ ସହଯୋଗ ମିଳିବ । ଯାତ୍ରା, ବ୍ୟବସାୟ, ମାଲି ମକଦ୍ଦମା, ସଙ୍ଗଠନ, ଲେଖାପଢ଼ାରେ ସମସ୍ୟା ସମାଧାନ ହୋଇଯିବ । କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ସକାଶେ ମନ ବଳାଇପାରନ୍ତି । ସମାଜରେ ମାନସମ୍ମାନ ବଜାୟ ରହିବ । ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ମନ ଅସ୍ଥିର ରହିବା କାରଣରୁ କାମଗୁଡିକ ସମ୍ପନ୍ନ ହେବା କଷ୍ଟକର ହୋଇପାରେ । ଜୀବନସାଥୀଙ୍କ ପୂର୍ଣ ସହଯୋଗ ପାଇବେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ସମଲେଶ୍ବରୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଆପଣଙ୍କୁ ଧନ ସମ୍ବନ୍ଧୀୟ କ୍ଷେତ୍ରରେ ସତର୍କତା ଅବଲମ୍ବନ କରିବା ପାଇଁ ଚେଷ୍ଟା କରନ୍ତୁ, କାରଣ ବୁଧଙ୍କ ସହ ରାହୁ ଓ ମଙ୍ଗଳ ଏକାଧାରରେ ଦୈହିକ ସ୍ଵସ୍ଥ୍ୟ ଓ ମାନସିକ ସ୍ଥିତିକୁ ବିଗାଡି ଦେଇପାରନ୍ତି । ଶୀଘ୍ରତାର ସହକାରେ କୌଣସି ମହତ୍ୱପୂର୍ଣ କାର୍ଯ୍ୟ କରନ୍ତୁ ନାହିଁ, ସ୍ୱାସ୍ଥ୍ୟ କ୍ଷେତ୍ରରେ ଅତ୍ୟଧିକ ଖର୍ଚ୍ଚ କରିବା ପାଇଁ ପଡି ପାରେ । ଋଣ ପରିଶୋଧ କରିବା ସକାଶେ ବିଭିନ୍ନ ପ୍ରକାର ଧନ୍ଦା କରିବା ଲାଗି ମନ ବଳାଇବେ ଓ ନିଜର ଆମଦାନୀ ବଢାଇବା ପାଇଁ ଚେଷ୍ଟା କରି ପାରନ୍ତି । କର୍ମକ୍ଷେତ୍ରରେ ଜଣେ ବନ୍ଧୁ ଆଜି ଆପଣଙ୍କର ମାର୍ଗଦର୍ଶକ ସାଜି ପାରନ୍ତି । ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭଦ୍ରକାଳୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଲକ୍ଷ୍ୟପ୍ରାପ୍ତ ଦିଗକୁ ଅଗ୍ରସର ହେବେ । ମନ ଭିତରେ ଦୁଃଖ ରହିଥିଲେ ମଧ୍ୟ ହସି ହସି କହିବା କାରଣରୁ କାମ ହାସଲ କରିବାରେ ଅସୁବିଧା ହେବ ନାହିଁ । ପ୍ରତିଟି କାମ ସୁରୁଖୁରୁରେ କରିବେ । ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଠାରୁ ପ୍ରଶଂସା ପାଇବେ । ଗତକାଲି ଠାରୁ ଆପଣ ଯେଉଁ କଥା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । କର୍ମ କ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମିଳିବ । ଆପଣଙ୍କ ପ୍ରାର୍ଥନାକୁ ଉଚ୍ଚଅଧିକାରୀ ଗୁରୁତ୍ଵର ସହିତ ବିଚାର କରିବେ । ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ । ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ । ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

Leave a Reply

Your email address will not be published. Required fields are marked *