08 ଫେବୃୟାରୀ 2021, ସୋମବାର :- ମହାଦେବଙ୍କ ଆଶୀର୍ବାଦରୁ ଆଜି ୭ଟି ରାଶିର ବ୍ୟକ୍ତି କର୍ମକ୍ଷେତ୍ରରେ କରିବେ

08 ଫେବୃୟାରୀ 2021, ସୋମବାର :- ମହାଦେବଙ୍କ ଆଶୀର୍ବାଦରୁ ଆଜି ୭ଟି ରାଶିର ବ୍ୟକ୍ତି କର୍ମକ୍ଷେତ୍ରରେ କରିବେ

08 ଫେବୃୟାରୀ 2021, ସୋମବାର :- ମହାଦେବଙ୍କ ଆଶୀର୍ବାଦରୁ ଆଜି ୭ଟି ରାଶିର ବ୍ୟକ୍ତି କର୍ମକ୍ଷେତ୍ରରେ କରିବେ ଆଶାତୀତ ଉନ୍ନତି । ପୂର୍ଣ୍ଣ ହେବ ସମସ୍ତ ମନୋବାଞ୍ଛା ।

ଆଜି ଆମେ ଆପଣଙ୍କୁ ୦୮ ଫେବୃୟାରୀ ୨୦୨୧ ସୋମବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ରଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ । ବ୍ୟବସାୟ ବାଣିଜ୍ୟରେ ଉତ୍ଥାନପନ ଲାଗିରହିବ । ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମାନମନାନ୍ତର ଦେଖା ଦେଇପାରେ । ଆର୍ଥିକ ସ୍ଥିତି ଦୁର୍ବଳ ରହିବ । ଆବଶ୍ୟକତା ପୂରଣ ସକାଶେ ଧାରକରଜ ଲାଗି ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ । ଭ୍ରମଣଜନିତ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ । ଗୁରୁଜନଙ୍କ ପରାମର୍ଶ କ୍ରମେ ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟା ସମାଧାନ ଘଟିବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ବାବା କପିଳାସ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଦିନଚର୍ଯ୍ୟାରେ ପରିବର୍ତ୍ତନ କରିବା ଲାଗି ଚିନ୍ତା କରିବେ । ଆଜି ଆପଣ କୌଣସି ଖାସ୍‍ ବ୍ୟକ୍ତିଙ୍କ ସହିତ ସାକ୍ଷାତ୍‍ ଆଲୋଚନା କରିବେ, ଯାହା ଭବିଷ୍ୟତରେ ଆପଣଙ୍କୁ ଲାଭ ମିଳିବ । ବ୍ୟବସାୟ ସମ୍ବନ୍ଧରେ ଯାତ୍ରା କରିବାକୁ ପଡ଼ିପାରେ । ଅଫିସରେ ଆନଙ୍କୁ କାର୍ଯ୍ୟ ଶୈଳୀରେ ଉଚ୍ଚାଧିକାରୀ ପ୍ରଶଂସିତ ହେବେ ଓ କୌଣସି ଗୁରୁ ଦାୟିତ୍ଵ ଅର୍ପଣ କରିପାରନ୍ତି । ପରିବାର ସଦସ୍ୟମାନଙ୍କ ସହିତ ପାରସ୍ପରିକ ସାମଞ୍ଜସ୍ୟତା ରହିବ । ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ । ଅଫିସରୁ ଆସିବା ବେଳକୁ ନିଜ ମନ ପସନ୍ଦର ଜିନିଷଟି କିଣିବାରେ ସମର୍ଥ ହୋଇପାରନ୍ତି । ସତ୍‌ସଙ୍ଗ, କଳା, ସାହିତ୍ୟ ଓ ସଭା ସମିତିରେ ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ନିକଟ ସମ୍ପର୍କୀୟମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ତାରିଣୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

କାମ ପ୍ରତି ଆପଣଙ୍କ ମନରେ ଆଗ୍ରହ ଆସିବ । ଗ୍ରହସ୍ଥିତିର ସୁପ୍ରଭାବ ଯୋଗୁଁ ଆଜିର ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ ପ୍ରଭୃତି କ୍ଷେତ୍ରରେ ଆଶାତୀତ ଉନ୍ନତି କରିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସ୍ଥିତି ଭଲ ରହିବା ସହ କର୍ମକ୍ଷେତ୍ରରେ ମନୋବଳ ଖୁବ୍‌ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରି ପାରିବେ । ଅଫିସରେ ଅତ୍ୟଧିକ କାମ ଥିବା ଯୋଗୁଁ ଚିନ୍ତିତ ରହିବେ । ଆକସ୍ମିକ କଳହ ସାଙ୍ଗକୁ ସହକର୍ମୀ କିମ୍ବା ପଡ଼ୋଶୀ ମାନଙ୍କ ସହ ସମ୍ପର୍କରେ ବିଭ୍ରାଟ ଘଟିବ । ପରିବାର ମଧ୍ୟରେ ନାନା ସମସ୍ୟା ମଧ୍ୟଦେଇ ଗତିକଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । ଆପଣଙ୍କର ଭଲ ବ୍ୟବହାରରେ ଆଖପାଖର ଲୋକେ ଖୁସି ରହିବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ପ୍ରଭୁ ହନୁମାନ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ପ୍ରତ୍ୟେକ କ୍ଷେତ୍ରରେ ଭାଗ୍ୟର ସହଯୋଗ ପାଇବେ । ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଯାତ୍ରା ସରଳ ଓ ସହଜସାଧ୍ୟ ରହିବ । କୌଣସି ଅତୀତ ଘଟଣା ସକାଶେ ଅନୁତାପ କରିପାରନ୍ତି । ବନ୍ଧୁମାନଙ୍କ ଆଶ୍ୱାସନା କ୍ରମେ ଅର୍ଥ ସମ୍ପର୍କୀୟ କୌଣସି ଅନୁଚିନ୍ତା ସାୟାହ୍ନେ ଦୂର ହେବ । ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ । ଅଫିସରେ ସହଯୋଗୀଙ୍କ ସହଯୋଗ ଲାଭ କରି କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ଆର୍ଥିକ ସ୍ଥିତି, ବୈବାହିକ ସମ୍ପର୍କ, ସାମୂହିକ କାର୍ଯ୍ୟ ଓ ଆନୁଷ୍ଠାନିକ ଆଲୋଚନାରେ ଲକ୍ଷ୍ୟ ହାସଲ କରିବେ । ଦାଂପତ୍ୟ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଭଗବାନଙ୍କୁ ସ୍ମରଣ କରନ୍ତୁ, ସମ୍ଭାବ୍ୟ ସଙ୍କଟ ଦୂର ହେବ । ଅଷ୍ଟମସ୍ଥ ରାହୁଯୁକ୍ତ ଚନ୍ଦ୍ର ଯୋଗୁଁ ଧନହାନୀ, କଳହ କିମ୍ବା ମାନସିକ ଅଶାନ୍ତି ଦୁଶ୍ଚିନ୍ତାର କାରଣ ହେବ । କର୍ମକ୍ଷେତ୍ରରେ ନାନା ପ୍ରକାର ବାଧାବିଘ୍ନର ସମ୍ମୁଖୀନ କରିବାକୁ ପଡିବ । କିନ୍ତୁ ବ୍ୟବସାୟ ଜନିତ ଯାତ୍ରା ମଙ୍ଗଳମୟ ହେବ ଓ ଲକ୍ଷ୍ୟ ହାସଲ କରିବାରେ କୌଣସି ପ୍ରକାରର ଅସୁବିଧା ହେବ ନାହିଁ । ମନ ବୁଝିଲା ଭଳି କଥା କହି ଅର୍ଥ ଯୋଗାଡ଼ ସକାଶେ ବିଭିନ୍ନ ପ୍ରକାରର ଯୋଜନା କରିବେ । ଅଫିସରେ ଆକସ୍ମିକ ଭାବେ ଏକ ସାଧାରଣ ଘଟଣାକୁ କେନ୍ଦ୍ର କରି ସହକର୍ମୀଙ୍କ ସହ ଉଚ୍ଚବାଚ ଘଟିପାରେ । ସମାଜର କିଛି ଖଳ ପ୍ରକୃତିର ଲୋକେ ଆପଣଙ୍କ କାର୍ଯ୍ୟକୁ ନେଇ ସମାଲୋଚନା କରିବେ ଓ ପଛରେ ନାନାଦି କଥା କହିବେ । ପାରିବାରିକ ଜୀବନ ସୁଖମୟ ହେବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ମାଣିକେଶ୍ଵରୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଅନ୍ୟମନସ୍କ କିମ୍ବା ଅସାବଧାନତା କାରଣରୁ କର୍ମକ୍ଷେତ୍ରରେ କେତେକ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଗତକାଲିଠାରୁ ଚିନ୍ତା କରିଥିବା କାମଗୁଡିକ ଆଜି ପରିସ୍ଥିତିବଶତଃ ବାସ୍ତବରେ ଓଲଟା ହେବାରୁ ଦୁଶ୍ଚିନ୍ତାଗ୍ରସ୍ତ ହୋଇପାରନ୍ତି । ତରବର ନ ହୋଇ କାମ କଲେ ସମସ୍ୟାର ସରଳ ସମାଧାନ ହେବାରେ ଅସୁବିଧା ରହିବ ନାହିଁ । ଆର୍ଥିକ ସ୍ଥିତି ଶୋଚନୀୟ ରହିବ । ଇଚ୍ଛା ନଥିଲେ ମଧ୍ୟ ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ରାଜନୀତିରେ, କଳା, ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ । ପାରିବାରିକ ଜୀବନ ଶାନ୍ତିମୟ ହେବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଆପଣଙ୍କ ମନରେ ଅନ୍ୟମାନଙ୍କ ପ୍ରତି ସହନଶୀଳତା ମନୋଭାବ ଉପୁଜିବା । ବ୍ୟବସାୟ ବାଣିଜ୍ୟରେ ସ୍ଥିତି ମାନ୍ଦା ରହିବ । ଅଫିସରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ ଏବଂ ମିଥ୍ୟା ଆରୋପ ଓ କଳଙ୍କ ମଧ୍ୟ ଲାଗିପାରେ । ଆଲୋଚନା କାଳରେ ଅନ୍ୟ ମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ପରୋକ୍ଷ ଶତ୍ରୁତା କାରଣରୁ ଆଜି ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହେବ । ରାଜନୀତିରେ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ସତ୍‌ସଙ୍ଗଜନିତ ଧର୍ମକାର୍ଯ୍ୟ ସକାଶେ ମନ ବଳିବ । ପାରିବାରିକ ସମସ୍ୟାରେ ଆପଣଙ୍କ ମନ୍ତବ୍ୟ ସକାରାତ୍ମକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଧବଳେଶ୍ଵର ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ନିଜ ଉପରେ ବିଶ୍ଵାସ ରଖନ୍ତୁ ଏବଂ ନିଜ କର୍ତ୍ତବ୍ୟ ମୁତବକ କାର୍ଯ୍ୟ କରିଚାଳନ୍ତୁ । ଧନାଧିପ ବ୍ୟୟଭାବସ୍ଥ ହେତୁ ଅଭାବନୀୟ ପରିସ୍ଥିତି ସଙ୍ଗକୁ କେତେକ ଆକସ୍ମିକ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡିପାରେ । ଆଜିର କାର୍ଯ୍ୟକୁ ତ୍ୱରାନ୍ୱିତ କରିବାରେ ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ । କୌଣସି ନୂତନ କାର୍ଯ୍ୟାରମ୍ଭ କରନ୍ତୁ ନାହିଁ ଏବଂ ଯେକୌଣସି କ୍ଷେତ୍ରରେ ହେଉନା କାହିଁକି, ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, ଯାହାଫଳରେ ସମସ୍ୟାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି । ଅଫିସ କାମରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ, ଫଳରେ କୈାଣସି କାମ ଉତ୍ସାହପ୍ରଦ ହେବ ନାହିଁ । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢିପାରେ । ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଆଜି ଦିନଟି ଆପଣଙ୍କ ପାଇଁ ଅନୁକୂଳ ରବିବ । ଦେବଗୁରୁ ବୃହସ୍ପତିଙ୍କ ଅନୁକମ୍ପାରୁ କୌଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇବେ । କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିଥିଲେ ମଧ୍ୟ ହାତକୁ ନେଇଥିବା କାର୍ଯ୍ୟଟିକୁ ଯଥା ସମୟରେ ସମ୍ପର୍ଣ୍ଣ କରିବାରେ କୌଣସି ଅସୁବିଧା ହେବ ନାହିଁ । ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ଅଫିସର ସହକର୍ମୀଙ୍କ ସହ ମନାନ୍ତର ସୃଷ୍ଟି ହୋଇପାରେ । କୋର୍ଟ କଚେରୀ ମାମଲାରେ ବିଳମ୍ବ ହେବ । ଆଜି ଅପରାହ୍ନରେ କୌଣସି ଶୁଭ ସମାଚାର ପାଇବେ । ପୁରାତନ ରୋଗର ପୀଡା ବୃଦ୍ଧି ପାଇପାରେ । ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଦିନଟି ଆପଣଙ୍କ ପାଇଁ ବଢ଼ିଆ ରହିବ । ସ୍ଵରାଶିସ୍ଥ ବଳବାନ୍‌ ଚନ୍ଦ୍ରଙ୍କ ପ୍ରଭାବ ଯୋଗୁଁ ଦୀର୍ଘ ଦିନରୁ ସ୍ଥଗିତ ରହିଥିବା କାମଗୁଡ଼ିକ ବନ୍ଧୁଙ୍କ ଦ୍ଵାରା ସୁବିଧାରେ ସମ୍ପନ୍ନ କରିପାରିବେ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । ସାମାଜିକ କାର୍ଯ୍ୟରେ ମହତ୍ଵପୂର୍ଣ୍ଣ ଭୂମିକା ନିର୍ବାହ କରିବେ । ସଭାସମିତି ଓ ଆଲୋଚନା ପରିସରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡ଼ିବେ । ଯେତେ ଭଲ କାମ କରନ୍ତୁ ନା କାହିଁକି ପରିବାର ମଧ୍ୟରେ ସମାଲୋଚିତ ହେବେ । ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷା କରି ଚଳିବାକୁ ବାଧ୍ୟ ହେବେ । ଜୀବନ ସାଥୀଙ୍କ ସମର୍ଥନ ଓ ପ୍ରେମ ପାଇବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ହର ପାର୍ବତୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

କେତେକ ବ୍ୟତିକ୍ରମ ଲାଗି ରହିଥିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ । ରାଶ୍ୟାଧିପ ନୀଚ୍ଚାରୋହୀ କାରଣରୁ ଶାରୀରିକ ଦୁର୍ବଳତା ଯୋଗୁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ । ନିଜର ଲୋକମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତିକି ଜଟିଳ ମନେ କରିଛନ୍ତି ବାସ୍ତବରେ ସେପରି କିଛି ହେବ ନାହିଁ । କିନ୍ତୁ ଅଫିସରେ କାର୍ଯ୍ୟଭାର ଅଧିକ ରହିବା ଫଳରେ ମନରେ ସରସତା ରହିବ ନାହିଁ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ପାଇବା ସହ ନିଜର ମାନସମ୍ମାନ ଓ ପଦମର୍ଯ୍ୟାଦା ଅକ୍ଷୁର୍ଣ୍ଣ ରହିବ । ଆର୍ଥିକ ନେଣଦେଣରେ ସାବଧାନତା ଅବଲମ୍ବନ କରନ୍ତୁ । ଦୀର୍ଘ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିବା ପାଇଁ ପ୍ରଯତ୍ନ କରିବେ ଓ ସଫଳତା ମଧ୍ୟ ପାଇବେ । ପରିବାର କାହାରି ସ୍ୱାସ୍ଥ୍ୟ ସମସ୍ୟା ନେଇ ମନ ଚିନ୍ତିତ ରହିବ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଦୁର୍ଗା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଦିନଟି ଆପଣଙ୍କ ଲାଗି ଖୁବ୍‌ ଭଲ ରହିବ । ଚନ୍ଦ୍ର କେନ୍ଦ୍ରରେ ଓ ରାଶିର ନବମରେ ଶନି ଥିବା ଯୋଗୁଁ ଆପଣ ମାଙ୍ଗଳିକ କାର୍ଯ୍ୟକ୍ରମରେ ନିଯୁକ୍ତ ହେବେ । ବ୍ୟବସାୟକୁ ଭିତ୍ତି କରି ଆଜି ଆକସ୍ମିକ ଭାବରେ ଦୂରସ୍ଥାନକୁ ଯିବାକୁ ପଡ଼ିପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସ୍ଥିତି ଭଲ ଥିଲେ ମଧ୍ୟ ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ଦେଖାଦେଇପାରେ । କିନ୍ତୁ ବନ୍ଧୁଙ୍କ ସହଯୋଗ ଲାଭ କରି ପରିସ୍ଥିତିକୁ ସୁଧାରୀ ନେବେ । ଅଫିସରେ ସହକର୍ମୀଙ୍କ ସହ ତାଳମେଳ ଭଲ ରହିବ । ଅଫିସରେ କର୍ତ୍ତୃତ୍ୱ ବଢିବ । ସମାଜରେ ଆପଣଙ୍କ ମାନସମ୍ମାନ ଅକ୍ଷୁର୍ଣ୍ଣ ରହିବ । ପାରିବାରିକ ସ୍ତରରେ ସାମୟିକ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଦିନଟି ପ୍ରାୟତଃ ଭଲରେ ବିତିବ । ନୂତନ ପ୍ରେମ ସମ୍ପର୍କ ସ୍ଥାପନ, ଉନ୍ନତମାନର ଆଲୋଚନା, ପାରିବାରିକ ସଦ୍-ଭାବ ଯୋଗୁଁ ମନ ପ୍ରସନ୍ନ ରହିବ । ଦାମ୍ପତ୍ୟ ଜୀବନ ପ୍ରେମମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

Leave a Reply

Your email address will not be published. Required fields are marked *