08 ମଇ 2021, ଶନିବାର :- ଆଜି ଏହି ୫ଟି ରାଶିର ବ୍ୟକ୍ତି ସତର୍କତାର ସହ ଦିନଚର୍ଯ୍ୟା କରନ୍ତୁ । ପାଦେ ପାଦେ ନାନା ପ୍ରକାର

08 ମଇ 2021, ଶନିବାର :- ଆଜି ଏହି ୫ଟି ରାଶିର ବ୍ୟକ୍ତି ସତର୍କତାର ସହ ଦିନଚର୍ଯ୍ୟା କରନ୍ତୁ । ପାଦେ ପାଦେ ନାନା ପ୍ରକାର

08 ମଇ 2021, ଶନିବାର :- ଆଜି ଏହି ୫ଟି ରାଶିର ବ୍ୟକ୍ତି ସତର୍କତାର ସହ ଦିନଚର୍ଯ୍ୟା କରନ୍ତୁ । ପାଦେ ପାଦେ ନାନା ପ୍ରକାର ବାଧାବିଘ୍ନର ସମ୍ମୁଖୀନ ହେବାକୁ ପଡିବ । ଆର୍ଥିକ ସଙ୍କଟ ଉତ୍କଟ ରୂପ ନେଇପାରେ ।

ଆଜି ଆମେ ଆପଣଙ୍କୁ ୦୮ ମଇ ୨୦୨୧ ଶନିବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଦିନଟି ଆପଣଙ୍କ ପାଇଁ ଶୁଭଦାୟକ ରହିବ । ରାଶିରେ ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରୁ ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯତ୍ନ କରିବେ । ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବା ସହ ଧର୍ମକାର୍ଯ୍ୟ ଓ ଆନୁଷ୍ଠାନିକ କ୍ଷେତ୍ରରେ ସାମିଲ୍‌ ହୋଇପାରନ୍ତି । ବ୍ୟବସାୟ ଓ ବାଣିଜ୍ୟରେ ସ୍ଥିତି ମଧ୍ୟମ ଧରଣର ରହିବ । ଅଫିସରେ ପରସ୍ପରକୁ ସହଯୋଗ କରି କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । କିନ୍ତୁ କଥାରେ, ବ୍ୟବହାରରେ ଶାଳୀନତା ରକ୍ଷା ନ କଲେ ଓଲଟା ଫଳ ପାଇବେ । ଅଫିସ ପରିସରରେ ଆୟୋଜିତ ବୈଠକରେ ନିଜର ମନ୍ତବ୍ୟ ଉପସ୍ଥାନ କରିବାର ସୁଯୋଗ ପାଇବେ । ଅନ୍ୟର ବିବାଦୀୟ ମାମଲାରେ ମୁଣ୍ଡ ପୁରନ୍ତୁ ନାହିଁ । ପରିବାରରେ ସୁଖଶାନ୍ତି ଅତୁଟ ରହିବା କିନ୍ତୁ ଆପଣଙ୍କ ଖୁସିକୁ ସହ୍ୟ କରିନପାରି ଆତ୍ମୀୟମାନେ ପରୋକ୍ଷରେ ଶତ୍ରୁତା କରିପାରନ୍ତି । ବୈବାହିକ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ତାରିଣୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ସ୍ଵାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସଙ୍ଗକୁ ପ୍ରକଳ୍ପ କାର୍ଯ୍ୟରେ ଅଗ୍ରଗତି ଘଟିବ । ଶୁକ୍ର ଦ୍ୱାଦଶାଧିପଙ୍କ ଦୃଷ୍ଟିରେ ଥିବାରୁ ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବ । ବ୍ୟବସାୟ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଆଶାତୀତ ସଫଳତା ପାଇବେ । ଆଜି ଅଫିସରେ ଏପରି କିଛି ବିଶେଷ କାର୍ଯ୍ୟ ରହିବ ନାହିଁ । ସହକର୍ମୀଙ୍କ ସହ ସୁଖଦୁଃଖ ବାଣ୍ଟିବାର ସୁଯୋଗ ପାଇବେ । ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଦଉଡ କରିବାକୁ ପଡିପାରେ । ବନ୍ଧୁଙ୍କ ସହଯୋଗରେ ଦୀର୍ଘ ଦିନରୁ ଲାଗିଥିବା ସମସ୍ୟାର ସମାଧାନ ହୋଇଯିବ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ପରିବାରରେ ପିଲାମାନଙ୍କ ଭବିଷ୍ୟତ ଓ ସ୍ଵାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ସୂର୍ଯ୍ୟଦେବ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଦିନଟି ଅତି ସୁଖଦାୟକ ରହିବ । କିନ୍ତୁ ଶନିଙ୍କ ନକ୍ଷତ୍ରସ୍ଥ ବୁଧ ଯୋଗୁଁ ମନର ଭାବକୁ ବନ୍ଧୁଙ୍କ ନିକଟରେ ପ୍ରକାଶ କରିବାକୁ ସଂକୋଚବୋଧ କରିବେ । କର୍ମକ୍ଷେତ୍ରରେ ଅପୂରଣୀୟ ଆଶା ଓ ଅଭିଳାଷକୁ ଆଜି ପୂର୍ଣ୍ଣ କରିବାରେ ବନ୍ଧୁ ଜଣକ ସାହାଯ୍ୟ କରିବେ । ଅଫିସ ଅବା କର୍ମକ୍ଷେତ୍ରରେ ସହମତିରେ କାର୍ଯ୍ୟ କରିଲେ ସମ୍ମାନ ଓ ପଦମର୍ଯ୍ୟାଦା ଅକ୍ଷୁର୍ଣ୍ଣ ରହିବ । ଆଲୋଚନା ପରିସର, ଆନୁଷ୍ଠାନିକ କାମ, ସଭା ସମିତିରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ନିୟନ୍ତ୍ରଣାଧୀନ କରିନେବେ । ଯାହାଫଳରେ ନିଜ ପଦମର୍ଯ୍ୟାଦା ଅକ୍ଷୁର୍ଣ୍ଣ ରହିବ । କୌଣସି ବ୍ୟକ୍ତି ନିକଟରେ ବାକି ରହିଥିବା ଟଙ୍କାକୁ କେନ୍ଦ୍ରକରି କଳହ ସୃଷ୍ଟି ହେବାର ସମ୍ଭାବନା ରହିଛି । କିନ୍ତୁ କୌଣସି କାରଣବଶତଃ ନିର୍ମାଣାଧୀନ କାର୍ଯ୍ୟ ଅଧାରେ ଅଟକିଯାଇପାରେ । ପରିବାରରେ କାହାରି ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତିତ ରହିବେ । ସହଧର୍ମୀଙ୍କ ପୂର୍ଣ୍ଣ ସମର୍ଥ ଯୋଗୁଁ ମନୋବଳ ଦୃଢ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

କୌଣସି ଅତୀତ କେତେକ ଘଟଣାକୁ ବାରମ୍ବାର ସ୍ମରଣ କରି ମାନସିକ ସ୍ତରରେ ଅସୁସ୍ଥତା ଅନୁଭବ କରିବେ । ଆଜି କେନ୍ଦ୍ରାଧିପ ସପ୍ତମସ୍ଥ ହେତୁ କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । କିନ୍ତୁ କାମ କରିବା ପାଇଁ ମନରେ ଇଚ୍ଛା ଜାଗ୍ରତ ହେବ ନାହିଁ । ଯାହାଫଳରେ କେତେକ ସୁଯୋଗ ହାତପାହାନ୍ତରୁ ଖୋସି ଯାଇପାରେ । ବ୍ୟବସାୟ, ବାଣିଜ୍ୟରେ ଆର୍ଥିକ କ୍ଷେତ୍ରରେ ବିଶେଷ କିଛି ପ୍ରଭାବ ପଡିବ ନାହିଁ । ଅଫିସିଆଲି କାମଗୁଡିକ ସହକର୍ମୀ ଓ ଅଧିନସ୍ଥ କର୍ମଚାରୀଙ୍କ ସହଯୋଗ ଲାଭ କରି ସହଜ ଓ ସୁବିଧାରେ ସମ୍ପର୍ଣ୍ଣ କରିନେବେ । ସାମାଜିକ ସ୍ତରରେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି । ରାଜନୈତିକ କ୍ଷେତ୍ରରେ ଥିବା ବ୍ୟକ୍ତିବିଶେଷମାନେ ସାମାଜିକ କାର୍ଯ୍ୟକାଳପରେ ଭାଗ ନେଇପାରନ୍ତି । ଅର୍ଥକୁ କେନ୍ଦ୍ର କରି ନିକଟ ସମ୍ପର୍କୀୟମାନଙ୍କ ସହ ତର୍କବିତର୍କ ହୋଇପାରେ । ପରିବାର ସଦସ୍ୟଙ୍କ ସହଯୋଗ ପାଇବା ଫଳରେ ମନକୁ ସମ୍ୟକ ଆଶ୍ଵସ୍ତି ମିଳିବ । ଶୁଭରଙ୍ଗ: ନୀଲ । ଆରାଧନା: ମାଆ ଅମ୍ବିକା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ମାନସିକ ଓ ଶାରୀରିକ ଦୃଷ୍ଟିକୋଣରୁ ପ୍ରତିକୂଳ ପ୍ରଭାବଜନିତ ଯୋଗୁଁ ମନରେ ସରସତା ରହିବ ନାହିଁ । ଆଜି ରାଶିରେ ପାପଗ୍ରହର ପ୍ରଭାବ ଯୋଗୁଁ ପ୍ରତ୍ୟେକ ସ୍ଥଳରେ କେତେକ ଅପ୍ରୀତିକର ଘଟଣାର ସମ୍ମୁଖୀନ କରିବାକୁ ପଡିବ । କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ । କର୍ମକ୍ଷେତ୍ରରେ ନାନାବିଧ ସମସ୍ୟାର ସମ୍ମୁଖୀନ କରିବାକୁ ପଡିବ । ଅଫିସରେ କାର୍ଯ୍ୟଭାର ଅଧିକ ରହିବା ଓ ଉଚ୍ଚାଧିକାରୀ ଆପଣଙ୍କୁ କାର୍ଯ୍ୟକୁ ନାନା ପ୍ରକାର ସମାଲୋଚନା କରିପାରନ୍ତି । ଆଲୋଚନା ପରିସର ଓ ସଭାସମିତିରେ ଯେତେ ଭଲ କଥା କହିଥିଲେ ମଧ୍ୟ ଶତ୍ରୁତା ଆଚରଣ କରୁଥିବା ବ୍ୟକ୍ତିମାନେ ଆପଣଙ୍କୁ ନିନ୍ଦା ଓ ଅପବାଦ କରିବେ । ତେଣୁ ନୀରବ ରଖିବା ଶ୍ରେୟସ୍କର ହେବେ । ରାଜନୀତି ତଥା ପ୍ରଶାସନିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଉଭୟ ସ୍ଵାମୀ ଓ ସ୍ତ୍ରୀଙ୍କ ମଧ୍ୟ ମତଭେଦ ଦେଖାଦେବାର ସମ୍ଭାବନା ରହିଛି । ଶୁଭରଙ୍ଗ: ଧଳା । ଆରାଧନା: ବାବା ଭୋଳାନାଥ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

କର୍ମକ୍ଷେତ୍ରରେ କାମଗୁଡିକ ବିଳମ୍ବରେ ସମ୍ପନ୍ନ ହେବା ଯୋଗୁଁ ଅନ୍ୟକୁ ଦାୟୀ କରି ବିରକ୍ତି ପ୍ରକାଶ କରିପାରନ୍ତି । ପାପଯୁକ୍ତ ଚତୁର୍ଥସ୍ଥାନ ଯୋଗୁଁ ଘରୋଇ ବ୍ୟାପାରକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହିବ ନାହିଁ । ଅଭାବନୀୟ ପରିସ୍ଥିତି ଥିଲେ ମଧ୍ୟ ଧୌର୍ଯ୍ୟ ଧରି କାମ କରିବାକୁ ପଡିବ । ବ୍ୟବସାୟ ବାଣିଜ୍ୟରେ ଆର୍ଥିକ ସ୍ଥିତି ସାମାନ୍ୟ ମାନ୍ଦା ରହିବ । ତଥାପି ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ । ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ । ସାମାଜିକ କାର୍ଯ୍ୟରେ ସହଭାଗିତା କରିପାରନ୍ତି । ସଭାସମିତି ଓ ମନୋରଞ୍ଜନାଦି କାର୍ଯ୍ୟକ୍ରମରେ ସାମିଲ୍‌ ହୋଇପାରନ୍ତି । ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, କାରଣ ଏହି ଦିଗପ୍ରତି ଧ୍ୟାନ ଦେଲେ ନିଜ ଲୋକଙ୍କୁ ସନ୍ଦେହ କରିବେ । ସ୍ଵାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭରଙ୍ଗ: ହଳଦିଆ । ଆରାଧନା: ପ୍ରଭୁ ହନୁମାନ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଅନ୍ୟ ବ୍ୟକ୍ତିଙ୍କ ଉପରେ ଭରସା କଲେ ନିଜେ ହିଁ ଅସୁବିଧାରେ ପଡିବେ । ଆଜି ଶୁକ୍ର ରାଶିର ତୃତୀୟସ୍ଥ ସ୍ଥାନ ଅବସ୍ଥାନ କରିଥିବା ଯୋଗୁଁ ସମାଜର ବରିଷ୍ଠ ଓ ସମ୍ମାନନୀୟ ବ୍ୟକ୍ତିଙ୍କ ସାହାଯ୍ୟ ଓ ସହଯୋଗ ପାଇ ଦୁଃସାଧ୍ୟ କାର୍ଯ୍ୟକୁ ସାଧନ କରିବାରେ ସମର୍ଥ ହେବେ । ବ୍ୟବସାୟ ଓ ବାଣିଜ୍ୟରେ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିଦ୍ୱନ୍ଦ୍ୱିତା ଦେଖାଦେଇପାରେ । କର୍ମକ୍ଷେତ୍ରରେ ତରବାରିଆ ହୋଇ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ, ଅନ୍ୟଥା ଅସୁବିଧାରେ ପଡିପାରନ୍ତି । ଅଫିସ କାର୍ଯ୍ୟାଳୟରେ ସୁସ୍ଥ ବାତାବରଣ ଥିଲେ ମଧ୍ୟ ସହକର୍ମୀଙ୍କ ସହ ସୁସମ୍ପର୍କ ରହିନପାରେ । ଆନୁଷ୍ଠାନିକ, ମାଙ୍ଗଳିକ କିମ୍ବା ସଭାସମିତିରେ ଯୋଗଦେଇ ପ୍ରଶଂସିତ ହେବେ । କୌଣସି ଜିନିଷ କ୍ରୟ କରିବା ସକାଶେ ହଠାତ୍‌ ମୋଟା ଅର୍ଥର ଆବଶ୍ୟକତା ପଡିପାରେ । ପାରିବାରିକ ସମସ୍ୟାକୁ ନେଇ ମାନସିକ ସ୍ଥିତି ଠିକ୍ ରହିବା ନାହିଁ । ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ । ଶୁଭରଙ୍ଗ: ଆକାଶିଆ ନୀଳ । ଆରାଧନା: ମାଆ ଦୁର୍ଗା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଆପଣଙ୍କ ମନରେ ସକାରାତ୍ମକ ଚିନ୍ତାଧାରା ବଜାୟ ରହିବ । ସ୍ଵସ୍ଥାନରେ ଶନି ଅବସ୍ଥାନ କରିଥିବା ଯୋଗୁଁ ପରିବାରରେ ସୁଖ ଶାନ୍ତି ପୁନଶ୍ଚ ଫେରି ଆସିବ । କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ । ଅଫିସ୍‌ କାମରେ କେତେକ ଅସ୍ଵାଭାବିକ ଘଟଣାକୁ କେନ୍ଦ୍ର କରି ଚିନ୍ତିତ ରହିବେ । ଆର୍ଥିକ ସ୍ଥିତି ଦୁର୍ବଳ ରହିବ । କୌଣସି ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ । ହାତକୁ ନେଇ ଥିବା କାର୍ଯ୍ୟକୁ ତ୍ୱରାନ୍ୱିତ କରିବାରେ ନିକଟ ସମ୍ପର୍କୀୟମାନେ ପ୍ରତିରୋଧ ସୃଷ୍ଟି କରିବେ । କୌଣସି ଅପରିଚିତ ବ୍ୟକ୍ତିଙ୍କୁ ବିଶ୍ୱାସ କରି ଖାଲରେ ପଡ଼ିପାରନ୍ତି । ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିବେ । ପାରିବାରିକ ଶାନ୍ତି ଓ ସୁସ୍ଥତା ସାମାନ୍ୟ ବ୍ୟାହତ ହେଲେ ମଧ୍ୟ ପରବର୍ତ୍ତୀ ସମୟରେ ସବୁ କିଛି ଠିକ୍‌ ହୋଇଯିବ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ଶାରଳା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଭଗବାନଙ୍କୁ ଆରୋଧନ କରନ୍ତୁ, ସମ୍ଭାବ୍ୟ ସଙ୍କଟ ଦୂର ହେବ । ସପ୍ତମ କେନ୍ଦ୍ରରେ ବଳବାନ୍‌ ରାହୁ ଥିବାରୁ ପ୍ରତିଦ୍ୱନ୍ଦ୍ୱିତା କିମ୍ବା ବିବାଦରେ ପଶିଲେ ଅପଦସ୍ଥ ହେବେ । ଅଧିକାଂଶ ସମୟ ମାନସିକ ଅବସାଦରେ କାଟିବ । କର୍ମକ୍ଷେତ୍ରରେ କାର୍ଯ୍ୟ କରିବା ନିମନ୍ତେ ଉତ୍ସାହପ୍ରଦ ଦେଖାଦେବ ନାହିଁ । ନିର୍ମାଣ, ଚୁକ୍ତିପତ୍ର, ମାଲିମକଦ୍ଦମା, ବ୍ୟବସାୟ, ଯାତ୍ରା ଆଦି କ୍ଷେତ୍ରରେ ମଧ୍ୟମ ଧରଣର ଫଳ ପାଇବେ । ଅଫିସ କାର୍ଯ୍ୟାଳୟରେ ସହକର୍ମୀଙ୍କ ସହ ତିକ୍ତତା ବୃଦ୍ଧି ପାଇବ । ଆକସ୍ମିକ ଭାବେ ଆର୍ଥିକ ଅଭାବ ଯୋଗୁଁ ଇଚ୍ଛା ପୂରଣରେ ବାଧା ସୃଷ୍ଟି ହେବ । ପାରିବାରରେ ପ୍ରତିକୂଳ ପରିସ୍ଥିତି ଯୋଗୁଁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ । ପାଖ, ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିମଳା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଅଭିଜ୍ଞ ଓ ବୟସ୍କ ବ୍ୟକ୍ତିଙ୍କ ପରାମର୍ଶ ନେଇ କାର୍ଯ୍ୟ କରନ୍ତୁ, ଅପେକ୍ଷାକୃତ ଭଲ ଫଳ ପାଇବେ । ମୁଖଭାବରେ ଚନ୍ଦ୍ର ଓ ମଙ୍ଗଳଙ୍କ ସ୍ଥିତି ଯୋଗୁଁ ନିଜର ଲୋକମାନଙ୍କ ତର୍କବିତର୍କ ଲାଗି ପାରେ । ବ୍ୟବସାୟ, ବାଣିଜ୍ୟରେ କାରବାର ଭଲ ରହିଲେ ମଧ୍ୟ ଆର୍ଥିକ ସ୍ଥିତି ପୂର୍ବପରି ରହିବ । ଅଫିସରେ ନିଜ କାର୍ଯ୍ୟକୁ ନିଷ୍ଠାର ସହ ସମ୍ପାଦନ କରି ଉଚ୍ଚାଧିକାରୀଙ୍କ ପ୍ରିୟପାତ୍ର ହେବେ । ଅଧସ୍ତନ କର୍ମଚାରୀମାନେ ଯେତେ ପ୍ରକାରର ସମସ୍ୟା ସୃଷ୍ଟି କଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ଦକ୍ଷତା ଓ ସଚ୍ଚୋଟତା ହେତୁ ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଆପଣ କୌଶଳ ପ୍ରୟୋଗ କରି ନିଜ ଲୋକ ମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ । ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ରହି କାମ କରିବା ଭଲ ହେବ । ସ୍ଵାସ୍ଥ୍ୟ ସମସ୍ୟା କେତେକାଂଶରେ ନିୟନ୍ତ୍ରଣାଧୀନ ରହିବ । ଦାମ୍ପତ୍ୟ ଜୀବନ ପ୍ରେମମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ବିବାଦୀୟ ପରିସ୍ଥିତିରେ ଦୃଢ ପଦକ୍ଷେପ ନେଇ ବିଜୟୀ ଲାଭ କରିବେ । ରାଶ୍ୟାଧିପ ତୃତୀୟ ସ୍ଥାନରେ ଅବସ୍ଥାନ କରିଥିବା ଯୋଗୁଁ କର୍ମକ୍ଷେତ୍ରରେ ଅଭାବନୀୟ ପରିସ୍ଥିତି ଦେଖାଦେଲେ ମଧ୍ୟ ଧୌର୍ଯ୍ୟର ସହ କାର୍ଯ୍ୟ କରି ପ୍ରଶଂସିତ ହେବେ । ବ୍ୟବସାୟ, ବାଣିଜ୍ୟ କ୍ଷେତ୍ର ଆଶାତୀତ ସଫଳତା ପାଇବେ । ଅଫିସର ଫାଇଲ ସମ୍ବନ୍ଧୀୟ କାର୍ଯ୍ୟ ବୃଦ୍ଧି ହୋଇପାରେ । କିନ୍ତୁ ପରିସ୍ଥିତିକୁ ଯେତିକି ଜଟିଳ ମନେ କରିଛନ୍ତି ବାସ୍ତବରେ ସେପରି କିଛି ହେବ ନାହିଁ । ସହକର୍ମୀ ଓ ଉଚ୍ଚାଧିକାରୀଙ୍କ ସହଯୋଗ ପାଇବା ଫଳରେ ଫାଇଲ ସମ୍ବନ୍ଧୀୟ କାର୍ଯ୍ୟକୁ ଯଥାବିଧି ସମୟରେ ସମ୍ପନ୍ନ କରିବାରେ ସମର୍ଥ ହେବେ । ପ୍ରଶାସନିକ, ସାମାଜିକ ତଥା ଆନୁଷ୍ଠାନିକ କ୍ଷେତ୍ରରେ ଦକ୍ଷତା ବୃଦ୍ଧି ହେତୁ ପ୍ରଶଂସିତ ହେବେ । ସମସ୍ୟା ଲାଗି ରହିଥିଲେ ମଧ୍ୟ ପରିବାର ଭିତରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ବୈବାହିକ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ବ୍ୟକ୍ତିଗତ ସମସ୍ୟା ରହିଥିଲେ ମଧ୍ୟ ସାମାଜିକ ସ୍ତରରେ ଉନ୍ନତମାନର ଫଳ ପାଇ ଖୁସି ରହିବେ । ରାହୁ ଓ ଶୁକ୍ରଙ୍କ ଚତୁର୍ଥସ୍ଥିତିଜନିତ ପାରିବାରିକ କ୍ଷେତ୍ରରେ କିଛିଟା ଅଭାବ ଓ ଅସୁବିଧାର ପରିଲକ୍ଷିତ ହେବ । ଆଜିର ଯାତ୍ରା, ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃୃଷ୍ଟି ହୋଇପାରେ । କର୍ମକ୍ଷେତ୍ରରେ ସତର୍କତାରେ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ । ଅଫିସରେ ସହକର୍ମୀଙ୍କ ସହ ସମ୍ପର୍କ ଭଲ ରହିବା ଫଳରେ କାର୍ଯ୍ୟଗୁଡିକ ନିର୍ଦ୍ଧାରିତ ସମୟ ପୂର୍ବରୁ ଶେଷ କରିବାରେ କୌଣସି ଅସୁବିଧା ହେବ ନାହିଁ । ପୂର୍ବରୁ ଲାଗିରହିଥିବା ବିବାଦର ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ଅବଦାନ ଗୁରୁତ୍ୱପୂର୍ଣ୍ଣ ରହିବ । ସାହିତ୍ୟ, ସଙ୍ଗୀତ, କଳା, ଆଲୋଚନା, ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସା ପ୍ରାପ୍ତି ଘଟିବ । ବ୍ୟର୍ଥ ବାଦ-ବିବାଦ କିମ୍ବା ଚର୍ଚ୍ଚାରେ ନ ପଡ଼ିବା ଭଲ । ପରିବାର ମଧ୍ୟରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ଗମ୍ଭୀର ରୂପ ନେଇପାରେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଶାରଳା ।

Leave a Reply

Your email address will not be published. Required fields are marked *