09 ଜାନୁୟାରୀ 2021, ଶନିବାର :- ଆଜି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭଦାୟକ ରହିବ । ଆର୍ଥିକ

09 ଜାନୁୟାରୀ 2021, ଶନିବାର :- ଆଜି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭଦାୟକ ରହିବ । ଆର୍ଥିକ

09 ଜାନୁୟାରୀ 2021, ଶନିବାର :- ଆଜି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭଦାୟକ ରହିବ । ଆର୍ଥିକ ସମ୍ବନ୍ଧୀୟ କ୍ଷେତ୍ରରେ ବିଶେଷ ଉନ୍ନତି କରିବେ ।

ଆଜି ଆମେ ଆପଣଙ୍କୁ ୦୯ ଜାନୁୟାରୀ ୨୦୨୧ ଶନିବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବ । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଆଜି ଆପଣଙ୍କ ଚତୁଃପାର୍ଶ୍ଵରେ ପାଦେ ପାଦେ ବିପଦର କରାଲ ଛାୟା ଘେରି ରହିବ । ଅବଶ୍ୟ କେତେକ ବନ୍ଧୁ ସହଯୋଗର ହାତ ବଢାଇବେ । କର୍ମକ୍ଷେତ୍ରରେ ଉତ୍ଥାନ-ପତନ ଲାଗିରହିବ । କାହାରିକୁ ସଂପୂର୍ଣ୍ଣ ରୂପେ ବିଶ୍ଵାସ କରି, ନିଜେ ଅସୁବିଧାରେ ପଡ଼ିପାରନ୍ତି । ଜଗିରଖି କାର୍ଯ୍ୟ କରନ୍ତୁ । କୌଣସି ବିପଦପୂର୍ଣ୍ଣ କାର୍ଯ୍ୟ ହାତକୁ ନିଅନ୍ତୁ ନାହିଁ । ଆର୍ଥିକ କ୍ଷେତ୍ରରେ ମଧ୍ୟ ସ୍ଥିତି ଶୋଚନୀୟ ରହିବ । ଅଫିସରେ କାର୍ଯ୍ୟର ଚାପ ସଙ୍ଗେସଙ୍ଗେ ଫାଇଲ କାମକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ପ୍ରଶାସନ, ସଭାସମିତି, ନିର୍ମାଣ, ଆଇନ ତଥା ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ । ନିଜର ସମ୍ପର୍କୀମାନଙ୍କ ଦ୍ୱାରା କୌଣସି ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି । ପାରିବାରିକ କ୍ଷେତ୍ରରେ ସହମତି ଓ ସରଳ ବୁଝାମଣା ହେତୁ ବାତାବରଣ ଶୃଙ୍ଖଳିତ ରହିବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ତାରିଣୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ମନରେ ଆତ୍ମବିଶ୍ୱାସ ଓ ଇଚ୍ଛା ଶକ୍ତି ବୃଦ୍ଧି ପାଇବ । ଆଜି ଆପଣଙ୍କ ମନରେ ଯେଉଁ ଉତ୍ସାହ ଓ ପ୍ରେରଣା ରହିଛି, ଏହାକୁ ଆଧାର କରି ଅନେକମାନଙ୍କୁ ଆଗକୁ ବଢିବାରେ ସାହାଯ୍ୟ କରିବେ । ସବୁକିଛି ଭଲ ଥିଲେ ମଧ୍ୟ କର୍ମକ୍ଷେତ୍ରରେ ଧାଆଁ ଦଉଡ କରିବାକୁ ପଡିବ । ବ୍ୟବସାୟୀକ କ୍ଷେତ୍ରରେ ଆପଣ ଯେଉଁ ପ୍ରୟାସ ଜାରି ରଖନ୍ତି, ତାହାକୁ ଆଜି ତ୍ୱରାନ୍ୱିତ କରିବେ । ବ୍ୟବସାୟରେ ସ୍ଥିତି ଭଲ ରହିବ । ଅଫିସରେ ସ୍ଥିତି ଭଲ ରହିବ ସଙ୍ଗେସଙ୍ଗେ ପଦୋନ୍ନତିର ସମ୍ଭାବନା ରହିଛି । ନିର୍ମାଣ ଓ ପରିବନ କ୍ଷେତ୍ରରେ କେତେକ ପ୍ରତିବନ୍ଧକର ସମ୍ମୁଖୀନ କରିବାକୁ ପଡିପାରେ । ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ । ଜୀବନସାଥୀ ଓ ପରିବାର ସଦସ୍ୟଙ୍କ ସହିତ କିଛି ଖୁସିର ମୁହୂର୍ତ୍ତ ଉପଭୋଗ କରିବେ । ଆପଣ ଶାରୀରିକ ଓ ମାନସିକ ସ୍ତରରେ ସୁସ୍ଥ ଅନୁଭବ କରିବେ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଚର୍ଚ୍ଚିକା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଅନ୍ୟମାନଙ୍କ ମନକୁ ସୁହାଇଲା ଭଳି ମଧୁର କଥା କହି ପରକୁ ମଧ୍ୟ ଆପଣାର କରିପାରିବେ । ବ୍ୟବସାୟୀମାନଙ୍କୁ ଆକସ୍ମିକ ଧନ ଲାଭର ଯୋଗ ରହିଛି । ବେରୋଜଗାର ଥିବା ବ୍ୟକ୍ତି ବିଶେଷମାନେ ନୂତନ କରମକ୍ଷେତ୍ରରେ ନିଯୁକ୍ତି ପାଇବାର ଯଥେଷ୍ଟ ସମ୍ଭାବନା ରହିଛି । ଅଫିସ କାର୍ଯ୍ୟାଳୟରେ ସହକର୍ମୀଙ୍କ ସହଯୋଗିତା ହେତୁ ମାନସିକ ସ୍ଥିତି ଠିକ୍‌ ରହିବ କିନ୍ତୁ ଉଚ୍ଚାଧିକାରୀଙ୍କ ସହ ମତପାର୍ଥକ୍ୟ ହୋଇପାରେ । ସଭାସମିତି କିମ୍ବା ଆଲୋଚନା କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ନିୟନ୍ତ୍ରଣାଧୀନ କରିନେବେ । ସାମାଜିକ ଜନକଲ୍ୟାଣ ଭଳି କାର୍ଯ୍ୟରେ ନିଜକୁ ସାମିଲ କରିବେ । ଆପଣଙ୍କ କାର୍ଯ୍ୟକୁ ସହଧର୍ମୀ ସମେତ ପରିବାର ବର୍ଗ ମଧ୍ୟ ସମର୍ଥନ କରିବେ । ସ୍ୱାସ୍ଥ୍ୟ ଜନିତ ସମସ୍ୟାକୁ ନେଇ ଆପଣ ବିଚଳିତ ହୋଇପାରନ୍ତି । ଶୁଭରଙ୍ଗ : ସବୁଜ । ଆରାଧନା: ମାଆ ଗାୟତ୍ରୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ । ଆର୍ଥିକ କ୍ଷେତ୍ରରେ ସୁଧାର ଆସିବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ବ୍ୟବସାୟକୁ ବିସ୍ତାର କରିବାକୁ ଆପଣ ଏକ ନୂଆ ରଣନୀତି ପ୍ରସ୍ତୁତ କରିବେ । କର୍ମକ୍ଷେତ୍ରରେ ଆପଣ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବ ନାହିଁ । ଅଫିସରେ ସହକର୍ମୀଙ୍କ ସହ ଯୁକ୍ତିତର୍କ ଜନିତ ମନାନ୍ତର ସୃଷ୍ଟି ହୋଇପାରେ । ସାମାଜିକ ସ୍ତରରେ ନିଜ ମାନସମ୍ମାନ ଅକ୍ଷୁର୍ଣ୍ଣ ରହିବ । ପରିବହନ ତଥା ନିର୍ମାଣକ୍ଷେତ୍ରରେ ପ୍ରତିବନ୍ଧକ ସୃୃଷ୍ଟି ହେଲେ ମଧ୍ୟ କାମ ସ୍ଥଗିତ ରହିବ ନାହିଁ । ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରିବା, ଆପଣଙ୍କ ପାଇଁ ମହଙ୍ଗା ହୋଇପାରେ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ଅତ୍ୟଧିକ ଟେନସନ ହେତୁ ରକ୍ତଚାପ ମଧ୍ୟ ବଢିପାରେ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ସମଲେଶ୍ଵରୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ସାଙ୍ଗମାନଙ୍କ ମଧ୍ୟରେ ଥିବା ସମ୍ପର୍କରେ ଅଧିକ ଦୃଢତା ଆସିବ । ବନ୍ଧୁଙ୍କ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ । କୌଣସି ନୂତନ କର୍ମାରମ୍ଭ ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିବେ । ଅଫିସରେ ସୁବିଧାରେ କାମ ହାସଲ କରିବା କଷ୍ଟକର ହୋଇପାରେ । ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ । ଖଳ ଲୋକଙ୍କ କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । କଳା, ସଙ୍ଗୀତ, କ୍ରୀଡା ଓ ଚଳଚ୍ଚିତ୍ର ତଥା ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ । ପରିବାରରେ ବଡ଼ମାନଙ୍କ ସହିତ ମନମାଳିନ୍ୟ ନ ହେଉ, ଏଥିପ୍ରତି ଧ୍ୟାନ ରଖନ୍ତୁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ଵରୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ପୂଜାପାଠରେ ଅଧିକ ସମୟ ବିତିବ । ପରିସ୍ଥିତିରେ ପଡି ମନ କଥା ମନ ଭିତରେ ରଖି ଓ ନିଜ କାମ ପଛରେ ପକାଇ ପର ପାଇଁ ନିଜେ ହଇରାଣରେ ପଡିପାରନ୍ତି । କର୍ମକ୍ଷେତ୍ରରେ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଅଫିସର ଅସଜଡା କାମକୁ ଆଜି ହିଁ ସଜାଡି ନେବା ପାଇଁ ଚେଷ୍ଟା କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ । ସଭାସମିତି, ପରିବହନ, ସାହିତ୍ୟ କ୍ଷେତ୍ରରୁ ସୁଫଳ ମିଳିବ । ଅନ୍ୟପକ୍ଷରେ ଦୀର୍ଘଦିନର ଆଶା ଫଳବତୀ ହେବ କିନ୍ତୁ ଏଥି ସକାଶେ ଆପଣଙ୍କୁ କିଛି ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ । ସ୍ଵାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଦିନଟି ଆପଣଙ୍କ ପାଇଁ ଉଭୟ ସୁଖ ଓ ଦୁଃଖ ମିଶ୍ରଣ ଫଳ ପ୍ରଦାନ କରିବା । କର୍ମାରମ୍ଭରେ ସଂକଟରେ ସମ୍ମୁଖୀନ ହେଲେ ହେଁ ଯୁକ୍ତି ଯୁକ୍ତ କଥା କହି କାମ ହାସଲ କରିବେ । ବହୁତ ଦିନର ସୁଚିନ୍ତିତ ଯୋଜନାକୁ ବାସ୍ତବ ରୂପ ଦେବା ଦିଗରେ ଚେଷ୍ଟା କରି ସଫଳ ହେବେ । କାର୍ଯ୍ୟବ୍ୟସ୍ତ ଯୋଗୁ ମଜା ମଉଜ କରିବାକୁ ଅବସର ପାଇବେ ନାହିଁ । ଆର୍ଥିକ ସଙ୍କଟ ଥିଲେ ମଧ୍ୟ ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ । ଆକସ୍ମିକ ସମସ୍ୟା ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ । ବନ୍ଧୁଗହଣରେ ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବିରଜା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ପୂର୍ବ ପରିକଳ୍ପିତ ଯୋଜନାଗୁଡିକ ବିରିଡି ଯିବାକୁ ମନ ଦୁଃଖ ହୋଇପାରେ । ନିଜର ବନ୍ଧୁମାନଙ୍କ ଅନୁକମ୍ପାରୁ କଳା, ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର, ସାହିତ୍ୟ, ସାମ୍ବାଦିକତାରେ ପ୍ରଶଂସିତ ହେବେ । ସାମାଜିକ ସ୍ତରରେ କିମ୍ବା କର୍ମକ୍ଷେତ୍ରରେ ଉଚିତ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଆର୍ଥିକ ମାଧ୍ୟମ ଧାରଣର ରହିବ । ଅଫିସରେ ସହକର୍ମୀଙ୍କ ପୂର୍ଣ୍ଣ ସହଯୋଗ ପାଇବେ । କର୍ମକ୍ଷେତ୍ରରେ ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ । ଅସାବଧାନତା ଯୋଗୁଁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିବାର ସମ୍ଭାବନା ଯଥେଷ୍ଟ ରହିଛି । ଖାଇବା ପିଇବାର ଧ୍ୟାନ ଦିଅନ୍ତୁ । ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ବହୁପୂର୍ବରୁ ସ୍ଥିରୀକୃତ କାର୍ଯ୍ୟକ୍ରମ ଅନୁଯାୟୀ ଆଜି ହଠାତ୍‌ ଘରେ ବନ୍ଧୁମିଳନର ଆୟୋଜନ କରିପାରନ୍ତି । ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ନ ରହିଲେ ଆପଣଙ୍କ ପାଇଁ ସମସ୍ୟା ସୃଷ୍ଟିର ହେତୁ ସ୍ଵରୂପ ହେବ । ଅଫିସ୍‌ କାମରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ବିଭିନ୍ନ ଯୋଜନାର ପରିକଳ୍ପନା କରିବେ । ବ୍ୟାପାରରେ ଭାଗିଦାରୀ ସହିତ ସମ୍ବନ୍ଧ ଖରାପ ନ ହେଉ, ଏହାର ଧ୍ୟାନ ରଖିବେ । ଆତ୍ମୀୟ ମାନଙ୍କଠାରୁ ସ୍ନେହ, ଶ୍ରଦ୍ଧା ଓ ଅନୁରକ୍ତିି ଲାଭ କରିବେ । ବିବାଦୀୟ ଘଟଣାର ଦିଗ ହଠାତ୍‌ ବଦଳି ଯାଇପାରେ । କୌଣସି ନିକଟତମ ବ୍ୟକ୍ତିଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ କଟକଚଣ୍ତୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଦିନଟି ଆପଣଙ୍କ ପାଇଁ ଖଟାମିଠା ରହିବା । ବ୍ୟବସାୟ, ନିର୍ମାଣ, କଚେରି ମାମଲା ପ୍ରଭୃତି ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ । ଅଫିସରେ ସ୍ଥିତି ଭଲ ଥିଲେ ମଧ୍ୟ ସହକର୍ମୀଙ୍କ ସହ ସମ୍ୟକ ମନାନ୍ତର ସୃଷ୍ଟି ହୋଇପାରେ । ଆଲୋଚନାରେ, ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ରାଜନୀତି ଓ ଅନ୍ୟାନ୍ୟ ଅନୁଷ୍ଟାନିକ କ୍ଷେତ୍ରରେ ମିଥ୍ୟା ଅଭିଯୋଗରେ ଫଶୀ ପାରନ୍ତି, ତେଣୁ ସାବଧାନ ଅବଲମ୍ବନ କରିବା ଆବଶ୍ୟକ । ଆନୁଷ୍ଠାନିକ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ବନ୍ଧୁଙ୍କ ସମ୍ମୁଖରେ ମନ କଥାକୁ ଲୁଚାଇ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିପାରନ୍ତି । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ । ଶୁଭରଙ୍ଗ: ଧଳା । ଆରାଧନା: ରାମଚଣ୍ଡୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଆପଣଙ୍କ ଜୀବନରେ ସକାରାତ୍ମକ ପରିବର୍ତ୍ତନ ହେବ । ପ୍ରତ୍ୟେକ କ୍ଷେତ୍ରରେ ନକାରାମତ୍କ ଚିନ୍ତାଧାରା ଅଶାନ୍ତିର କାରଣ ପାଲଟିଯିବାର ଆଶଙ୍କା ରହିଛି । ପଦସ୍ଥବ୍ୟକ୍ତିଙ୍କ ସହାୟତାରେ ଅଭିଳାଷ ସମୟାନ୍ତରେ ପୂରଣ ହୋଇଯିବ । ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ । ଅଫିସ୍‌ରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଜୀବନରେ ମଉଜ ମଜଲିସ ପାଇଁ ସୁନ୍ଦର ଅବସର ମିଳିବ । ନିଜର ବ୍ୟବହାର ଓ ଜୀବନ ଶୈଳୀକୁ ପରିବର୍ତ୍ତନ କରିବେ । ପରିବାରରେ ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ । ପରିବାରରେ ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ତାରିଣୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ହାତକୁ ନେଇଥିବା କାମଗୁଡିକ ସୁବିଧାରେ ହାସଲ କାରଣରୁ ଏଜ ପ୍ରକାର ଆଶ୍ୱସ୍ତି ଅନୁଭବ କରିବେ । କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ନଜର ଆସିବ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ । ପାରିବାରିକ ସମସ୍ୟା ଅତି ସହଜରେ ସମାଧାନ ହେବ କିନ୍ତୁ କୌଣସି ଏକ ଅଶୋଭନୀୟ କଥାବାର୍ତ୍ତା ଉପରେ ନିୟନ୍ତ୍ରଣ ରଖନ୍ତୁ । ପ୍ରିୟ ବନ୍ଧୁ ଆପଣଙ୍କୁ ସୁନ୍ଦର ଉପହାର ଦେଇପାରନ୍ତି । ବିଦ୍ୟାର୍ଥିମାନେ ପାଠପଢାରେ ଅବହେଳା କରିବେ ।ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

Leave a Reply

Your email address will not be published. Required fields are marked *