09 ଜୁନ୍ 2021, ବୁଧବାର :- ଆଜି ସତୋଟି ରାଶିର ବ୍ୟକ୍ତି ପ୍ରତ୍ୟେକ କ୍ଷେତ୍ରରୁ ମିଳିବ ସଫଳତା ! ଆର୍ଥିକ କ୍ଷେତ୍ରରେ

09 ଜୁନ୍ 2021, ବୁଧବାର :- ଆଜି ସତୋଟି ରାଶିର ବ୍ୟକ୍ତି ପ୍ରତ୍ୟେକ କ୍ଷେତ୍ରରୁ ମିଳିବ ସଫଳତା ! ଆର୍ଥିକ କ୍ଷେତ୍ରରେ

09 ଜୁନ୍ 2021, ବୁଧବାର :- ଆଜି ସତୋଟି ରାଶିର ବ୍ୟକ୍ତି ପ୍ରତ୍ୟେକ କ୍ଷେତ୍ରରୁ ମିଳିବ ସଫଳତା ! ଆର୍ଥିକ କ୍ଷେତ୍ରରେ ସ୍ଵଚ୍ଛଳତା ଆସିବା ସହ ପରିବାରରେ ହସଖୁସିର ବାତାବରଣ ରହିବ ।

ଆଜି ଆମେ ଆପଣଙ୍କୁ ୦୯ ମଇ ୨୦୨୧ ବୁଧବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଭଲ ରହିବ । କୌଣସି କାମ ଅଟକି ରହିବ ନାହିଁ । ସମ୍ମାନନୀୟ ଓ ଅଭିଜ୍ଞ ବ୍ୟକ୍ତିଙ୍କ ସହ ଦେଖାସାକ୍ଷତ ହେବ । କାରବାର ଭଲ ରହିବା ସହ ଆର୍ଥିକ ସ୍ଥିତି ମଧ୍ୟ ମଜବୁତ ରହିବ । ନୂଆ ସ୍ରୋତରୁ ଧନପ୍ରାପ୍ତି କରିବେ । କିନ୍ତୁ କର୍ମକ୍ଷେତ୍ରରେ କୌଣସି ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ । ଅଫିସରେ ସହକର୍ମୀଙ୍କ ସହମତିରେ କାର୍ଯ୍ୟ କରିଲେ ଉପକୃତ ହେବେ । ସାମାଜରେ ଆପଣଙ୍କର ଜନହିତ କାର୍ଯ୍ୟ ଯୋଗୁଁ ସମାଜରେ ଆପଣଙ୍କର ମାନସମ୍ମାନ ବୃଦ୍ଧି ପାଇବ । ବନ୍ଧୁ ଗହଣରେ ଆନୁଷ୍ଠାନିକ କାମ ସକାଶେ ତପତ୍ରତା ବୃଦ୍ଧି ପାଇବ । ଅନ୍ୟର ବିବାଦୀୟ ମାମଲାରେ ମୁଣ୍ଡ ପୁରାନ୍ତୁ ନାହିଁ ଏବଂ ଆର୍ଥିକ ନେଣଦେଣ କରନ୍ତୁ ନାହିଁ । ପାରିବାରିକ କ୍ଷେତ୍ରରେ ମତାନ୍ତରଜନିତ ଅନର୍ଥ ସୃଷ୍ଟି ସମ୍ଭାବନା ରହିଛି । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଗାୟତ୍ରୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଆଧ୍ୟାତ୍ମିକ ଦିଗରେ ମନ ଲାଗି ରହିବ । ଯେଉଁ କାମ ହାତକୁ ନେବେ ନିଶ୍ଚିତ ଲାଭ ପାଇବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ସଭାସମିତି, ବାଣିଜ୍ୟ, ବ୍ୟବସାୟ, ପରିବହନ, ଶିଳ୍ପ ଓ ଏଜେନ୍ସିପରୁ ଖୁସି ରହିବେ । ଆଜି ପ୍ରତ୍ୟେକ କ୍ଷେତ୍ରରେ ମନ ଚାହୁଁଥିବା କାର୍ଯ୍ୟ କରିବେ ଓ ସଫଳତା ହାସଲ କରିବେ । ସରକାରୀ ସ୍ତରରୁ ଆଶା କରୁଥିବା ଶୁଭଖବର ପାଇ ଅତ୍ୟନ୍ତ ଖୁସି ହୋଇପାରନ୍ତି । ସହକର୍ମୀ ଓ ବନ୍ଧୁଙ୍କ ଦ୍ଵାରା ପ୍ରଭାବିତ ହୋଇ ସମାଜ ସେବା ପରି କାର୍ଯ୍ୟରେ ଯୋଗ ଦେଇପାରନ୍ତି । ରାଜନୀତି କ୍ଷେତ୍ରରେ ଉଚ୍ଚ କତୃପକ୍ଷଙ୍କ ସହଯୋଗ ପାଇବେ । ବନ୍ଧୁଙ୍କ ସମ୍ମୁଖରେ ପାରିବାରିକ କଥାକୁ ଲୁଚାଇ ରଖି ହସି ହସି କଥା କହିବେ । ଦାମ୍ପତ୍ୟ ଜୀବନରେ ଉତ୍ଥାନପତନ ଲାଗିରହିବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ବାଙ୍କେଶ୍ଵରୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଆପଣଙ୍କ କଠୋରକଥା ବନ୍ଧୁଙ୍କ ମନରେ କଷ୍ଟ ଦେବ । କିନ୍ତୁ ପରବର୍ତ୍ତୀ ସମୟରେ ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ । ବ୍ୟବସାୟରେ ନୂଆ ସମ୍ଭାବନା ଅନ୍ୱେଷଣ କରିବେ । ସହକର୍ମୀଙ୍କ ସାହାଯ୍ୟ ନେଇ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି । ଆଲୋଚନା ପରିସରରେ କିମ୍ବା ସଭାସମିତିରେ ମନ ପାଉ ନ ଥିଲେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ ଆଲୋଚନା ପରିପ୍ରେକ୍ଷୀରେ ନିକଟ ସମ୍ପର୍କୀୟମାନେ ଆପଣଙ୍କ ପରାମର୍ଶ ଲୋଡ଼ି ପାରନ୍ତି । ସ୍ଵାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଶାରଳା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ମନରେ ସକାରାତ୍ମକ ଭାବନାନେଇ କର୍ମସ୍ଥଳକୁ ଓହ୍ଲାଇବେ । କର୍ମକ୍ଷେତ୍ରରେ ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟ କାରବାରରେ ଯଥେଷ୍ଟ ଉନ୍ନତି କରିବେ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଅଫିସରେ କୌଣସି ସିନିୟରଙ୍କ ସହାୟତାରେ ସ୍ଥଗିତ ଥିବା କାମ ପୂରା ହୋଇଯିବ । ନିର୍ମାଣ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । କେତେକ କ୍ଷେତ୍ରରେ ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ । ପ୍ରକାଶନ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ପରିବାରରେ କାହାର ସ୍ଵାସ୍ଥ୍ୟ ସମସ୍ୟା ବୃଦ୍ଧି ପାଇବା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଢ଼ିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ । ଯେଉଁ କାର୍ଯ୍ୟରେ ହାତକୁ ନେବେ ସେଥିରେ ନିଶ୍ଚୟ ଉପକୃତ ପାଇବେ । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ଅଫିସରେ କାର୍ଯ୍ୟ ଚାପ ଅଧିକ ରହିଲେ ମଧ୍ୟ ସହକର୍ମୀଙ୍କ ସହ ହସଖୁସିରେ କାର୍ଯ୍ୟ କରିବେ, ଯାହାଫଳରେ କାର୍ଯ୍ୟର ଚାପ ଅନୁଭବ କରିବେ ନାହିଁ । ଉଚ୍ଚାଧିକାରୀଙ୍କ ସାନ୍ନିଧ୍ୟ ଲାଭ କରି ସ୍ଥଗିତ କାର୍ଯ୍ୟକୁ ସଂପୂର୍ଣ୍ଣ କରିବେ । ସାଙ୍ଗଠନିକ କାର୍ଯ୍ୟରେ କିମ୍ବା ଆନୁଷ୍ଠାନିକ କାମରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଅନ୍ୟର ବିବାଦୀୟ ପରିସ୍ଥିତିରେ ମଧ୍ୟସ୍ଥ କରନ୍ତୁ ନାହିଁ । ପାରିବାରିକ କଳହକୁ ନେଇ ମାନସିକ ଶାନ୍ତି ବ୍ୟାହତ ହେବ । ଶୁଭରଙ୍ଗ: କଫି ରଙ୍ଗ । ଆରଧନା: ସନ୍ତୋଷୀ ମାତା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ । କର୍ମକ୍ଷେତ୍ରରେ ସ୍ଥିତି ଆପଣ ଯେଉଁ ପରି ଭାବୁଛନ୍ତି ବାସ୍ତବରେ ସେହିପରି କିଛି ହେବ ନାହିଁ । ବ୍ୟବସାୟ ବାଣିଜ୍ୟରେ କାରବାରରେ ସ୍ଥିତି ଭଲ ରହିବ । ଆଜି ଏକାଧାରରେ ଅର୍ଥ ଲାଭ ସଙ୍ଗକୁ ବିଶିଷ୍ଟ ବ୍ୟକ୍ତିିଙ୍କ ଦ୍ୱାରା ସମ୍ମାନ ପାଇପାରନ୍ତି । ଅଫିସରେ ଦୁଃସାହସିକ ପଦକ୍ଷେପ ଗ୍ରହଣ କରି ସମସ୍ତଙ୍କ ପ୍ରିୟପାତ୍ର ହୋଇପାରିବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ । କିନ୍ତୁ ନିଜର ବନ୍ଧୁବାନ୍ଧବ କିମ୍ବା ଆତ୍ମୀୟମାନେ ବିରୋଧାତ୍ମକ କଥା କହିପାରନ୍ତି । ପ୍ଲଟିଂ କାରବାର ଓ ନିର୍ମାଣଧୀନ କାର୍ଯ୍ୟରେ ଆଶାନୁରୂପକ ଫଳ ପାଇବେ । ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଉଭୟ ସ୍ଵାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ମନାନ୍ତର ସୃଷ୍ଟି ହୋଇପାରେ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଭୈରବୀ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ନୀଚସ୍ଥ ମଙ୍ଗଳଙ୍କ ଯୋଗୁ ଅଭାବ ନ ଥିଲେ ମଧ୍ୟ ନିଜର ପ୍ରିୟବ୍ୟକ୍ତିଙ୍କଠାରୁ ବହୁ ଦୂରେ ରହି ଚିନ୍ତିତ ରହିବେ । ବାହାର ଲୋକଙ୍କ ପ୍ରଶଂସାରେ ଉତ୍‌ଫୁଲ୍ଲ ହୋଇ କାର୍ଯ୍ୟ କରିଲେ କ୍ଷତି ପଡ଼ିପାରନ୍ତି । ଆପଣଙ୍କୁ ଫୁସୁଲାଫୁସୁଲି କରି ଅନ୍ୟମାନେ ନିଜ ଫାଇଦା ହାସଲ ପାଇଁ ଚେଷ୍ଟା କରିପାରନ୍ତି । କର୍ମକ୍ଷେତ୍ରରେ ଆଶାନୁରୁପ ଫଳ ପାଇବା କଷ୍ଟକର ହୋଇପାରେ । ଅଫିସ କାର୍ଯ୍ୟାଳୟରେ ଯେତେ ଭଲ କାମ କରିଲେ ମଧ୍ୟ ଉଚ୍ଚାଧିକାରୀଙ୍କ ଠାରୁ ପ୍ରଶଂସା ବଦଳରେ ଅପମାନିତ ହେବାକୁ ପଡିବ । କିନ୍ତୁ ସହକର୍ମୀଙ୍କ ସହଯୋଗ ମିଳିବ ଯୋଗୁଁ ମନକୁ ଆଶ୍ଵସ୍ତି ମିଳିବ । ସାମାଜିକ ସ୍ତରରେ ନୀତିଗତ କାମରୁ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ଡାକ୍ତରଙ୍କ ପରାମର୍ଶ ନେବା ଶ୍ରେୟସ୍କର ହେବେ । ପରିବାରରେ ଛୋଟିଆ ଛୋଟିଆ ସମସ୍ୟାକୁ କେନ୍ଦ୍ର କରି ପାଟି ଖୋଲିଲେ, ପରିସ୍ଥିତି ଭିନ୍ନ ରୂପ ନେଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ଵରୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଦେବାଦେବୀଙ୍କୁ ଆରୋଧନ କରନ୍ତୁ, ସମ୍ଭାବ୍ୟ ସଙ୍କଟ ଦୂରେ ହେବ । ନିକଟସ୍ଥ ଲୋକମାନେ ଅଯଥା ଦୋଷାରୋପ କରିବେ, ଯାହାଫଳରେ ମାନସିକ ସ୍ତରରେ ବିଚଳିତ ହୋଇପାରନ୍ତି । ଈର୍ଷାପରାୟଣ ବ୍ୟକ୍ତିମାନେ ଉପରେ ଭଲ କଥା କହି ପଛରେ ଚେର କାଟିବା ଭଳି କାର୍ଯ୍ୟ କରିବେ । ବ୍ୟବସାୟ ବାଣିଜ୍ୟରେ ନାନା ପ୍ରକାର ବାଧାବିଘ୍ନର ସମ୍ମୁଖୀନ ହେବାକୁ ପଡିବ । ସାଧାରଣ ଯୁକ୍ତିତର୍କକୁ କେନ୍ଦ୍ର କରି ଅଫିସରେ ସହକର୍ମୀଙ୍କ ସହ ମନାନ୍ତର ସୃଷ୍ଟି ହୋଇପାରେ । ସାମାଜିକ କାର୍ଯ୍ୟରେ ଆପଣଙ୍କର ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିବ, ଯାହାଫଳରେ ଲୋକଙ୍କ ମଧ୍ୟରେ ଆପଣଙ୍କ ମାନସମ୍ମାନ ବୃଦ୍ଧି ପାଇବ । ବାଦବିବାଦ, ଯୁକ୍ତିତର୍କରେ ବିପକ୍ଷମାନଙ୍କ ଦ୍ଵାରା ସମାଲୋଚିତ ହେବାକୁ ପଡିବ । ସ୍ଵାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ରଖନ୍ତୁ । ପରିବାରରେ ସୁସ୍ଥ ବାତାବରଣ ରହିବ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଚର୍ଚିକା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଅଭାବ ଅସୁବିଧା ନ ଥିଲେ ମଧ୍ୟ ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ । ସ୍ଥଗିତ କାମକୁ ସଂପୂର୍ଣ୍ଣ କରିବାରେ ପରିବାର ସଦସ୍ୟଙ୍କ ସହଯୋଗ ମିଳିପାରେ । କର୍ମକ୍ଷେତ୍ରରେ ଜଗି ରହି କାର୍ଯ୍ୟ କରିବାକୁ ବାଧ୍ୟ ହେବେ । ସହକର୍ମୀ କିମ୍ବା ଅଧିନସ୍ଥ କର୍ମଚାରୀଙ୍କ ମନମୁଖୀ କାର୍ଯ୍ୟକଳାପ ଯୋଗୁଁ ମନରେ ସରସତା ରହିବ ନାହିଁ । ଅନାବଶ୍ୟ ଯୁକ୍ତିତର୍କ ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ । ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନେ ଜନସେବା ରେ ନିଜକୁ ନିଯୁକ୍ତି କରିବେ । ପାରିବାରିକ ସ୍ତରରେ ଜଞ୍ଜାଳ ବୃଦ୍ଧି ପାଇବ । ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡର ରୋଗରେ କଷ୍ଟ ପାଇବେ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଗାୟତ୍ରୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ମନରେ ଅଜସ୍ର ଚିନ୍ତା ଲାଗିରହିବ । ମଙ୍ଗଳଙ୍କ ଦୁର୍ବଳତା କାରଣରୁ ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । କର୍ମକ୍ଷେତ୍ରସ୍ଥ ଗତକାଲିର ଘଟଣାବଳୀ ମନକୁ ବିବ୍ରତ କରିପାରେ । ବ୍ୟବସାୟ, ବାଣିଜ୍ୟରେ ସ୍ଥିତି ମାଧ୍ୟମ ଧାରଣର ରହିବ । କର୍ମକ୍ଷେତ୍ରରେ ଦୀର୍ଘଦିନର ଶତ୍ରୁତା ବିବାଦୀୟ ପରିସ୍ଥିତି ସୃଷ୍ଟି କରିପାରେ । ଅଫିସରେ ସହକର୍ମୀଙ୍କ ସହ ସମ୍ପର୍କ ଭଲ ରହିବ । ଆନୁଷ୍ଠାନିକ କାମ, ସଭାସମିତି, ଆଲୋଚନା ପରିସରରେ ବନ୍ଧୁମାନଙ୍କ ସହ ପ୍ରୀତିପ୍ରଦ ସମ୍ପର୍କ ସ୍ଥାପିତ ହେବ । ପ୍ରଶାସନିକ ସ୍ତରରେ କିମ୍ବା ପ୍ରକାଶନ କ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେଇପାରେ । ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଆସିଲେ ହେଁ ବିଶେଷ ଅସୁବିଧା ହେବ ନାହିଁ । କିନ୍ତୁ ପରିବାର ଲୋକଙ୍କ ସହିତ କଥା କହିବା ବେଳେ ଭାଷା ଉପରେ ସଂଯମ ରଖନ୍ତୁ । ପଡୋଶୀଙ୍କ ପ୍ରତିବାଦରୁ କାମ ଅବରୋଧ ଦେଖାଦେଇପାରେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଦିନଟି ସୁଖଦାୟକ ରହିଲେ ମଧ୍ୟ କେତେକ କ୍ଷେତ୍ରରେ ସାମୟିକ ବିବାଦ ଲାଗିରହିବ । କର୍ମକ୍ଷେତ୍ରରେ ସମସ୍ୟା ଲାଗି ରହିଥିଲେ ମଧ୍ୟ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । କୌଣସି ନୂତନ ଯୋଜନା ଉପରେ ବନ୍ଧୁଙ୍କ ସହ ଆଲୋଚନା କରିବେ । ଅଫିସରେ ଅଧିକାରୀବର୍ଗଙ୍କ ଆଦେଶରେ ଅଧିକ ସମୟ ପର୍ଯ୍ୟନ୍ତ କାମ କରିବାକୁ ପଡିବ । ସାମାଜିକ ସମାରୋହରେ ସହଭାଗିତା କରିବାର ସୁଯୋଗ ମିଳିବ । ସହକର୍ମୀଙ୍କ ସାନ୍ନିଧ୍ୟ ଲାଭ କରି କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବଧ୍‌ ହେବେ । ପରିବାରରେ ସାଧାରଣ କଥାକୁ ବଡ ଆକାରରେ ଚିନ୍ତା କରି ବ୍ୟସ୍ତ ରହିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମଙ୍ଗଳା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଆର୍ଥିକ ଦୃଷ୍ଟିକୋଣରୁ ଦିନଟି ଭଲ ରହିବ । ଅଫିସ କାର୍ଯ୍ୟକୁ ଓ ଅଫିସିଆଲି ଫାଇଲପାତ୍ରକୁ ନେଇ କିଛି ଟେନସନ ଲାଗିରହିବ କିନ୍ତୁ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ଶିଳ୍ପ, ବାଣିଜ୍ୟ, ଯାତ୍ରା, ରାଜନୀତି, ପ୍ରଶାସନକ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବେ । ଶତୃ ଓ ବିରୋଧୀମାନେ କର୍ମକ୍ଷେତ୍ରରେ କେତେକ ସମସ୍ୟା ସୃଷ୍ଟି କରିପାରନ୍ତି । ଅର୍ଥ ସଂପର୍କିତ ଚୁକ୍ତିପତ୍ର କିମ୍ବା ବିନିଯୋଗ କଲେ ଲାଭବାନ ହେବେ । ସାମାଜିକ ସ୍ତରରେ ହାତକୁ ନେଇଥିବା କାର୍ଯ୍ୟକୁ ନିର୍ଦ୍ଧାରିତ ସମୟରେ କାର୍ଯ୍ୟକୁ ସମ୍ପାଦନ କରିପାରିବେ । ଜୀବନସାଥୀଙ୍କ ସହଯୋଗରେ ପାରିବାରିକ କ୍ଷେତ୍ରରେ ଦେଖାଇଦେଇଥିବା ସମସ୍ୟାକୁ ସମାଧାନ କରିବାରେ ସମର୍ଥ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ରାମଚଣ୍ତୀ ।

Leave a Reply

Your email address will not be published. Required fields are marked *