22 ଜୁଲାଇ 2020, ବୁଧବାର – ଆଜି ଏହି ୬ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ମିଳିବ ଅଜସ୍ର ଖୁସି । ଆର୍ଥିକ କ୍ଷେତ୍ରରେ

22 ଜୁଲାଇ 2020, ବୁଧବାର – ଆଜି ଏହି ୬ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ମିଳିବ ଅଜସ୍ର ଖୁସି । ଆର୍ଥିକ କ୍ଷେତ୍ରରେ କରିବେ ଉନ୍ନତି । ପରିବାରରେ ସୁଖଶାନ୍ତି ବଜାୟ ରହିବ ।

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ମନୁଷ୍ୟ ଜୀବନ ପାଇଁ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ । ଜ୍ୟୋତିଷଙ୍କ ଅନୁସାରେ ଗ୍ରହ ନକ୍ଷେତ୍ରଙ୍କ ପରିବର୍ତ୍ତନ ସର୍ବଦା ଲାଗି ରହିଥାଏ । ଯାହାଫଳରେ ମନୁଷ୍ୟ ଜୀବନରେ ପରିବର୍ତ୍ତନ ଦେଖା ଯାଇଥାଏ । ଗ୍ରହର ସ୍ଥିତି ଠିକ ଥିଲେ ବ୍ୟକ୍ତିର ଜୀବନ ଠିକ ଚାଲିଥାଏ କିନ୍ତୁ ଗ୍ରହ ସ୍ଥିତି ଠିକ ନ ଥିଲେ, ବ୍ୟକ୍ତିର ଜୀବନରେ ସମସ୍ୟା ଲାଗି ରହିଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ଆଜିର ରାଶିଫଳରେ ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ଆପଣଙ୍କ ଉପରେ ଭରସା ରଖନ୍ତୁ ଏବଂ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ । ଦ୍ୱାଦଶ ଭାବରେ ଏକାଧିକ ଗ୍ରହ ଆପଣଙ୍କୁ ବ୍ୟୟବହୁଳ ଖର୍ଚ୍ଚାନ୍ତ କରାଇପାରେ । ଆପଣଙ୍କର ମଧୁର ବ୍ୟବହାରରେ ନୂଆ ଲକ୍ଷ୍ୟ ହାସଲ କରି ନେବେ । ଆକସ୍ମିକ ଅର୍ଥ ଲାଭ ସଙ୍ଗକୁ ଶାରିରୀକ ସୁସ୍ଥତା ମଧ୍ୟ ରହିବ, ଯାହାଫଳରେ ମନ ପ୍ରଫୁଲ୍ଲ ରହିବ । ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଲାଭ କରିବେ । ବିବାହିତ ଲୋକଙ୍କ ଲାଗି ଦିନଟି ବଢ଼ିଆ ରହିବ । କଫିରଙ୍ଗ । ଆରାଧନା: ମାଆ ରାମଚଣ୍ତୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ସତର୍କତାର ସହ କାର୍ଯ୍ୟ ନିର୍ବାହ କରନ୍ତୁ । ଶନି ଯୁକ୍ତ ଚନ୍ଦ୍ର ପ୍ରଭାବରେ ମାନସିକ ଶିଥିଳତା ସହ ସନ୍ଦେହଜନକ କାର୍ଯ୍ୟରେ ଲିପ୍ତ ରହିବାର ସୂଚନା ରହିଛି । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଅଫିସରେ ଆଖପାଖର ଲୋକଙ୍କ ସହିତ ସାବଧାନ ରହନ୍ତୁ । କିଛି ଲୋକଙ୍କ ସହ କାରବାର ସମ୍ବନ୍ଧୀୟ ଆଲୋଚନା କରିବେ । ସାମାଜିକ କାର୍ଯ୍ୟରେ ସହଭାଗିତା କରିବେ । ପରିବାର ସଦସ୍ୟଙ୍କ ସ୍ୱାସ୍ଥ୍ୟ ଅବସ୍ଥାକୁ ନେଇ ଚିନ୍ତିତ ରହିବେ । ଜୀବନସାଥୀଙ୍କ ସହଯୋଗ ପାଇବା ଫଳରେ ମନୋବଳ ଦୃଢ ହେବ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଚର୍ଚିକା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ଆପଣଙ୍କ ଭିତରେ ନୂଆ ଊର୍ଜା ସଂଚାର ହେବ । ରବି ସହ ମଙ୍ଗଳ ଓ ବୁଧ ମୁଖଭାବ ମଣ୍ଡନ କରି ଅପ୍ରିୟ ସତ୍ୟ ବାକ୍ୟ ପ୍ରୟୋଗପୂର୍ବକ ବନ୍ଧୁଙ୍କ ସହ ମତାନ୍ତରର କାରଣ ହେବ । ଚାକିରିଆଙ୍କ ପାଇଁ ଦିନଟି ଭଲ ରହିବ । କୌଣସି ନୂଆ ପରିଯୋଜନା ପୂରା କରିବା ଲାଗି ମନୋଯୋଗରେ କାମ କରିବେ । ସମାଜରେ ମାନ ସମ୍ମାନ ବଢ଼ିବ । ଆୟର ବୃଦ୍ଧି ଘଟିବ ଓ ଲାଭବାନ ହେବେ । ପରିସ୍ଥିତିରେ ପଡି କେତେକ କାମ ଇଚ୍ଛା ନ ଥିଲେ ମଧ୍ୟ କରିବାକୁ ବାଧ୍ୟ ହୋଇପାରନ୍ତି । ପରିବାର ଲୋକଙ୍କର ଆପଣଙ୍କ ଠୁଁ କିଛି ଆଶା ରହିବ । ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଦୁର୍ଗା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ଦିନଟି ଆପଣଙ୍କ ପାଇଁ ସକାରାତ୍ମକ ଫଳ ପ୍ରଦାନ କରିବ । ଚନ୍ଦ୍ର ଅନ୍ୟାନ୍ୟ ଗ୍ରହମାନଙ୍କ ସହ ବ୍ୟୟଭାବକୁ ଅବଲୋକନ କରୁଥିବା ଯୋଗୁଁ ଆପଣଙ୍କ କାମକୁ ଧୀର ମନ୍ଥର ଗତିରେ ଆଗକୁ ବଢ଼ାଇନେବ । ସ୍ଥିର ଭାବରେ କୌଣସି ସ୍ଥାନରେ ଦୀର୍ଘ ସମୟ ରହିପାରିବେ ନାହିଁ । ବ୍ୟବସାୟରେ ବଡ଼ ଫଇସଲା ନେବାକୁ ପଡ଼ିପାରେ । ଚାକିରୀ କ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ଜମି ଦଲାଲଙ୍କୁ ଯଥେଷ୍ଟ ଲାଭ ମିଳିବ । ପରିବାରର ସହମତି ନେଇ କାମ କଲେ ସମସ୍ୟାର ସରଳ ସମାଧାନ ହୋଇପାରିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ମଧ୍ୟ କରିପାରିବେ । ମହିଳାମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ହେବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଭୈରବୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ମନରେ ବିଶ୍ଵାସ ରଖନ୍ତୁ ଓ ଭଗବାନଙ୍କୁ ଆରୋଧନ କରନ୍ତୁ । ମଙ୍ଗଳ ସ୍ଵସ୍ଥାନରେ ଥିବାରୁ ପାରିବାରିକ ସ୍ତରରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତିି ବାସ୍ତବରେ ସେପରି କିଛି ହେବ ନାହିଁ । କୌଣସି କାମରେ ପିତୃତୁଲ୍ୟ ବ୍ୟକ୍ତିଙ୍କ ଠାରୁ ପୂରା ସହଯୋଗ ମିଳିବ । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପାରିବାରିକ ଜୀବନ ସବୁ ଦୃଷ୍ଟିରୁ ଭଲ ରହିବ । ଖାଦ୍ୟପାନୀୟ ପ୍ରତି ସଜାଗ ରହନ୍ତୁ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ଦୁର୍ଗା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ଦିନଟି ବଢ଼ିଆ ରହିବ । ଶୁକ୍ର ଆପଣଙ୍କୁ ଭୌତିକ ସୁଖସମ୍ପଦ ପ୍ରଦାନ କରିବାରେ ସାହାଯ୍ୟ କରିବେ । ବ୍ୟବସାୟରେ ନୂଆ ସଉଦା କରିବାର ସୁଯୋଗ ମିଳିବ । ଋଣମୁକ୍ତି ହେବେ ଓ କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସାମାଜିକ କାର୍ଯ୍ୟ ଲାଗି ଆପଣ ସମ୍ମାନିତ ହୋଇପାରନ୍ତି । ପରିବାର ଲୋକଙ୍କ ସହିତ ଆନନ୍ଦର ମୁହୂର୍ତ୍ତ ବିତାଇବେ । ସୁଖାଦ୍ୟ ଭୋଜନ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସମଲେଶ୍ଵରୀ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ଆଜି ଆପଣଙ୍କୁ ଭାଗ୍ୟର ସହଯୋଗ ମିଳିବ । ଅନୁକୂଳ ଗ୍ରହସ୍ଥିତି ଆପଣଙ୍କର ଦୈହିକ ସୁସ୍ଥତା ସଙ୍ଗକୁ କାର୍ଯ୍ୟସିଦ୍ଧି ମାଧ୍ୟମରେ ବନ୍ଧୁମିଳନ ଘଟାଇବ । କର୍ମକ୍ଷେତ୍ରରେ ନିଷ୍ଟାର ସହିତ କାର୍ଯ୍ୟ କରିବେ । ଅଫିସରେ କୌଣସି କାମ ପାଇଁ ଆପଣ ସମ୍ମାନିତ ହେବେ । ଆର୍ଥିକ ଦିଗଟି ପ୍ରାୟତଃ ଭଲ ରହିବ । ଅନ୍ୟର ବିବାଦୀୟ କଥାରେ ମୁଣ୍ଡ ପୁରନ୍ତୁ ନାହିଁ । ଜୀବନସାଥୀ ଆପଣଙ୍କ ସରଳତା ଉପରେ ପ୍ରଭାବିତ ହେବେ । ଖାଦ୍ୟପାନୀୟ ପ୍ରତି ସଜାଗ ରହନ୍ତୁ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ତାରିଣୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ଦିନଟି ଉତ୍ତମ ରହିବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । କିନ୍ତୁ ଦ୍ୱିତୀୟସ୍ଥ ଗ୍ରହ ଆପଣଙ୍କୁ ଅପବ୍ୟୟ, ବିରକ୍ତିବୋଧକ ରୁକ୍ଷ ବ୍ୟବହାର ଜନିତ ଅପ୍ରିୟତା ସୃଷ୍ଟି କରିପାରେ । ଅଫିସର ପରିବେଶ ସୁସ୍ଥ ରହିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି କାର୍ଯ୍ୟ କରିବେ । ସମାଜରେ ଜନକଲ୍ୟାଣ କାର୍ଯ୍ୟରେ ସହଭାଗୀତ କରିପାରନ୍ତି । ଆର୍ଥିକ ଦିଗରୁ ସୁବିଧା ଥିଲେ ମଧ୍ୟ ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଅମ୍ବିକା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ଦିନଟି ଆପଣଙ୍କ ପାଇଁ ସୁଖ ଓ ଶାନ୍ତିମୟ ରହିବ । ଉତ୍ତରାଷାଢା ନକ୍ଷତ୍ରର ସମସ୍ତ ଅଭିଳାଷ ପୂରଣ କରିବା ଦିଗରେ ଅନୁକୂଳ ପରିବେଶ ସୃଷ୍ଟି ହୋଇପାରେ । କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଦୈହିକ ଅସୁସ୍ଥତା ସଙ୍ଗକୁ ଆପଣଙ୍କ ଅପ୍ରିୟସତ୍ୟ କଥନ ଅଶାନ୍ତ ପରିସ୍ଥିତିକୁ ନିମନ୍ତ୍ରଣ କରିବ । ଛୋଟଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ ସୃଷ୍ଟି କରିପାରନ୍ତି । ଶୁଭରଙ୍ଗ: କ୍ରୀମ୍ ‌। ଆରାଧନା: ସୂର୍ଯ୍ୟଦେବ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ଆଜି ଭାଗ୍ୟର ସହଯୋଗ ବଳରେ ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ଧନଭାବସ୍ଥ ଶୁକ୍ର ଯୋଗୁଁ ଅର୍ଥଲାଭ, ବନ୍ଧୁଙ୍କ ଆଦର ଏବଂ ସମ୍ପର୍କ ସ୍ଥାପନର ଯୋଗ ରହିଛି । ବ୍ୟବସାୟରେ ନୂତନ ପରିଯୋଜନା ନେଇ କାର୍ଯ୍ୟ କରିବେ । ଅଫିସ ଆଲୋଚନାରେ ନୂଆ ଲୋକଙ୍କ ସହିତ ମିଶିବେ । ଅଷ୍ଟମସ୍ଥ ମଙ୍ଗଳ ହେତୁ ପାରିବାରିକ ସ୍ତରରେ ମନକଥା ମନରେ ରଖି ଲକ୍ଷ୍ୟ ହାସଲ ଦିଗରେ ଚେଷ୍ଟା କଲେ ନିଶ୍ଚିତ ଉପକୃତ ହେବେ । ଶୁଭରଙ୍ଗ: ଲାଲ । ଆରାଧନା: ବାବା ଲିଙ୍ଗରାଜ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ଆର୍ଥିକ ଦୃଷ୍ଟିରୁ ଦିନଟି ବହୁତ ଭଲ ରହିବ । ଶନି ଓ ଶୁକ୍ରଙ୍କ ଦୃଷ୍ଟି ସମ୍ବନ୍ଧ ଯୋଗୁ ଶାରୀରିକ ସୁସ୍ଥତା ସଙ୍ଗକୁ ପାରିବାରିକ ସ୍ଥିରତା ସୁସ୍ଥ ମାନସିକତା ସୃଷ୍ଟି କରିବ । ବନ୍ଧୁମାନଙ୍କ ସହଯୋଗରେ ଦୀର୍ଘଦିନରୁ ରହିଥିବା ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । କାର୍ଯ୍ୟ କ୍ଷେତ୍ରରେ ସୁଚାରୁରୂପେ କାମ କରିବେ । କିଛି ନୂଆ ସୁଯୋଗ ମିଳିପାରେ । ଅଫିସରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ପାରିବାରିକ କ୍ଷେତ୍ରରେ ଦ୍ଵନ୍ଦ ଦେଖାଦେବ । କେତେକ କ୍ଷେତ୍ରରେ ସବୁ ଜାଣି ଶୁଣି ନୀରବ ରହି କାମ କରିବାକୁ ବାଧ୍ୟ ହେବେ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ବିରଜା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ମନରେ ସକାରାତ୍ମକ ଭାବନା ନେଇ କାର୍ଯ୍ୟ କରନ୍ତୁ । ରାଶିର ଚତୁର୍ଥଭାବକୁ ଏକାଧିକ ଗ୍ରହ ଅବଲୋକନ କରୁଥିବା ଯୋଗୁଁ କର୍ମକ୍ଷେତ୍ର ସହ ପାରିବାରିକ ସ୍ଥିତିରେ ସାମାନ୍ୟ ଗୋଳିଆ ପରିସ୍ଥିତି ଦେଖାଦେବ । କିନ୍ତୁ ରାଶିରେ ପୂର୍ବଭାଦ୍ରପଦ୍‌ ନକ୍ଷତ୍ର ଯୋଗୁଁ ଏଜେନ୍ସି, ସାହିତ୍ୟ ଚର୍ଚ୍ଚା, ସଭାସମିତି, ମାଙ୍ଗଳିକ କାମରେ ପ୍ରଶଂସିତ ହେବେ । ପୁରୁଣା ଚିନ୍ତା ସମାପ୍ତ ହେବ । ଈର୍ଷା ପରାୟଣ ବ୍ୟକ୍ତିମାନେ ଆପଣଙ୍କ କାର୍ଯ୍ୟକଳାପକୁ ନିନ୍ଦା କରିପାରନ୍ତି । ଘରେ ସଦସ୍ୟମାନଙ୍କର ଆନନ୍ଦ ଉଲ୍ଲାସରେ ରହିବେ । ବୈବାହିକ ଜୀବନରେ ହସଖୁସିରେ ଦିନ ଅତିବାହିତ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

Leave a Reply

Your email address will not be published. Required fields are marked *