22 ମଇ 2020, ଶୁକ୍ରବାର- ଶନି ଜୟନ୍ତୀ ଅବସରରେ ଦୁର୍ଲଭ ସଂଯୋଗ ! ୯ଟି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଆସିବା ପରିବର୍ତ୍ତନ,

22 ମଇ 2020, ଶୁକ୍ରବାର- ଶନି ଜୟନ୍ତୀ ଅବସରରେ ଦୁର୍ଲଭ ସଂଯୋଗ ! ୯ଟି ରାଶିର ବ୍ୟକ୍ତିଙ୍କ ଆର୍ଥିକ କ୍ଷେତ୍ରରେ ଆସିବା ପରିବର୍ତ୍ତନ, ଦୁଃଖ କଷ୍ଟ ହେବ ଦୂର…

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ମନୁଷ୍ୟ ଜୀବନ ପାଇଁ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ । ଜ୍ୟୋତିଷଙ୍କ ଅନୁସାରେ ଗ୍ରହ ନକ୍ଷେତ୍ରଙ୍କ ପରିବର୍ତ୍ତନ ସର୍ବଦା ଲାଗି ରହିଥାଏ । ଯାହାଫଳରେ ମନୁଷ୍ୟ ଜୀବନରେ ପରିବର୍ତ୍ତନ ଦେଖା ଯାଇଥାଏ । ଗ୍ରହର ସ୍ଥିତି ଠିକ ଥିଲେ ବ୍ୟକ୍ତିର ଜୀବନ ଠିକ ଚାଲିଥାଏ କିନ୍ତୁ ଗ୍ରହ ସ୍ଥିତି ଠିକ ନ ଥିଲେ, ବ୍ୟକ୍ତିର ଜୀବନରେ ସମସ୍ୟା ଲାଗି ରହିଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ଆଜିର ରାଶିଫଳରେ ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ଧ୍ୟାନ ଓ ଯୋଗ ମାଧ୍ୟମରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ । ବୁଧ ଜନିତ ପାରିବାରିକ କ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ଆର୍ଥିକ ସ୍ଥିତିରେ ଯଥେଷ୍ଟ ସୁଧାର ଆସିବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ । ସାମାଜିକ କ୍ଷେତ୍ରରେ ଯଶ ମିଳିବ । ଆନୁଷ୍ଠାନିକ କାମରେ ନୂତନ ଦାୟିତ୍ୱ ହାତକୁ ନେଇ ପାରନ୍ତି । ଦାମ୍ପତ୍ୟ କଳହ ଦୂର ହେବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ଦେବୀମାତାଙ୍କ ଧ୍ୟାନ ମନରେ ସକାରାତ୍ମକ ଶକ୍ତି ସଂଚାର ସୃଷ୍ଟି କରିବ । ରାହୁ ଓ ଶନିଙ୍କ କୁପ୍ରଭାବ ଜନିତ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃୃଷ୍ଟି କରିବ, ଫଳରେ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହେବ । କାମରେ ଏକାଗ୍ରତାରୁ ଆପଣଙ୍କୁ ସଫଳତା ମିଳିବ । ପ୍ରଶାସନିକ କ୍ଷେତ୍ରରେ ଅଥବା ଆଲୋଚନା ପରିସରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ବିଭିନ୍ନ ସୂତ୍ରରୁ ରୋଜଗାର କରିବେ ଏବଂ ଋଣ ପରିଶୋଧର ଯୋଜନା କରିପାରନ୍ତି । ପରିବାରର ଆକସ୍ମିକ ଆବଶ୍ୟକତା ଖର୍ଚ୍ଚ ପରିମାଣକୁ ବୃଦ୍ଧି କରିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ହେବାର ସମ୍ଭାବନା । ଆଜି ଶୁକ୍ରଙ୍କ ସ୍ଥାନ ପ୍ରଭାବରୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ । ସଫଳତା ପାଇବା ଦିଗରେ ଅଗ୍ରସର ହେବେ । ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ । ସାମୂହିକ କାର୍ଯ୍ୟରେ ନିଜକୁ ସାମିଲ୍‌ କରି ପରିବାର ପାଇଁ ସମୟ ଦେଇପାରିବେ ନାହିଁ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଶାରଳା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ନମ୍ର ସ୍ୱଭାବ ପାଇଁ ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହେବେ । ପାପଗ୍ରହ ପ୍ରଭାବରେ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ, ଯାହାଫଳରେ ଆର୍ଥିକ ବିଭିନ୍ନ ପ୍ରକାର ସମସ୍ୟା ଦେଖାଦେଇପାରେ । ଅଫିସରେ ସାଧାରଣ କଥାକୁ ବଡ କରି ସହକର୍ମୀମାନେ କଳହର ମାତ୍ରାକୁ ବଢାଇ ଦେଇପାରନ୍ତି । ଅଫିସରେ ଉଚ୍ଚ କତୃପକ୍ଷ ଆପଣଙ୍କୁ କାର୍ଯ୍ୟକୁ ତର୍ଜମା କରିବେ ଓ ସମାଲୋଚିତ ହେବାକୁ ମଧ୍ୟ ପଡିବ । ନିଜଲୋକଙ୍କ ଶତ୍ରୁତା ଫଳରେ ମନରେ କ୍ଷୋଭ ଓ ହତାଶଭାବ ଦେଖା ଦେବ । ଶାରୀରିକ ଅସୁସ୍ଥତା ରହିବେ । ପାରିବାରିକ ପରିସ୍ଥିତିରେ ନୀରବ ରହିବା ଭଲ ହେବ । ଶୁଭରଙ୍ଗ: କ୍ରୀମ । ଆରାଧନା: ମାଆ ଭୈରବୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ଆଜି ଆପଣଙ୍କର ଆଶା ନିଶ୍ଚିତ ପୂରଣ ହେବ । ଅନ୍ୟମାନଙ୍କ ପରାମର୍ଶ ଆପଣଙ୍କ ଲାଗି ଲାଭପ୍ରଦ ହେବ । ଆର୍ଥିକ ସ୍ଥିତି ମଜବୁତ ରହିବ । ବ୍ୟବସାୟ ସମ୍ବନ୍ଧରେ ଭଲ ଖବର ପାଇବେ । ଚାକିରିଆଙ୍କ ପାଇଁ ଦିନଟି ଠିକ୍‌ ରହିବ । ପ୍ରତ୍ୟେକ କ୍ଷେତ୍ରରେ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବାରେ କୌଣସି ଅସୁବିଧା ରହିବ ନାହିଁ । ଅଫିସ୍‌ କାମରେ ଏପରି କି ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ । ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି । ଆପଣଙ୍କ ପ୍ରତି ଅସହିଷ୍ଣୁତା ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ । ଶତ୍ରୁଙ୍କ ଗତିବିଧି ଉପରେ ନଜର ରଖନ୍ତୁ । ଶୁଭରଙ୍ଗ: ଧଳା । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀଗଣେଶ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ଶାରୀରିକ ଓ ମାନସିକ ଦୃଷ୍ଟି କୋଣରୁ ମନ ଭଲ ରହିଲେ ମଧ୍ୟ ଆର୍ଥିକ ଦୃଷ୍ଟି କୋଣରୁ ମନ ଅସ୍ଥିର ରହିବ । ଦ୍ୱାଦଶରେ ମଙ୍ଗଳଙ୍କ ଯୋଗୁ ଆଜି ଅର୍ଥ ସଂକଟ ଦେଖାଦେବା କାରଣରୁ ଚାହୁଁଥିବା ଜିନିଷ ପାଇବେ ନାହିଁ । ଚାକିରି କରୁଥିବା କର୍ମଜୀବିଙ୍କ ଉପରେ ମଧ୍ୟ କାର୍ଯ୍ୟର ଚାପ ବୃଦ୍ଧି ପାଇବ, ଯାହାଫଳରେ କର୍ମବିମୁଖୀ ମନୋଭାବ ଦେଖାଯାଇପାରେ । ଭଲ ସମ୍ପର୍କ ରହିଥିବା କୌଣସି ଭଦ୍ର ମହିଳାଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ବଢ଼ିଆ ରହିବ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ମାଆ ଭୈରବୀ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ଆପଣଙ୍କ ଦୃଢ଼ ମନୋବଳ ଜରୁରୀ କାମରେ ସଫଳତା ମିଳିବ କିନ୍ତୁ କର୍ମଭାବସ୍ଥ ଶନି ଓ କେତୁ କର୍ମକ୍ଷେତ୍ରରେ ଗୁପ୍ତ ଶତ୍ରୁତା ସୃଷ୍ଟି କରିବ । କେତେକ କ୍ଷେତ୍ରରେ ଆପଣ ମନକଥା କାହାକୁ କହିପାରୁ ନ ଥିବେ କିମ୍ବା ସମାଧାନର ରାସ୍ତା ଖୋଜି ପାଇପାରୁ ନ ଥିବେ । କିଛି କାମରେ ଅନୁଭବୀ ବ୍ୟକ୍ତିଙ୍କ ସାହାଯ୍ୟ ମିଳିବ । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଏବଂ ବିଜ୍ଞ ବ୍ୟକ୍ତିମାନଙ୍କର ପ୍ରଶଂସାଭାଜନ ହେବେ । ଅନ୍ୟମନସ୍କ କିମ୍ବା ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ପରିବାରର କେତେକ ସମସ୍ୟାକୁ କେନ୍ଦ୍ର କରି ମାନସିକ ଅଶାନ୍ତି ଅନୁଭବ କରିପାରନ୍ତି । ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ଵରୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ଆତ୍ମା ବିଶ୍ୱାସ ବୃଦ୍ଧି ପାଇବ କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ କର୍ମକ୍ଷେତ୍ରରେ ସଫଳତା ପାଇବେ ଓ ପାରିବାରିକ ଜୀବନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ଆର୍ଥିକ ସ୍ଥିତି ପୂର୍ବ ଭଳି ହିଁ ରହିବ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ପୂର୍ବରୁ ଲାଗିରହିବା ଶାରୀରିକ ପୀଡା ସନ୍ଧ୍ୟା ସମୟରେ ଅସହନୀୟ ହୋଇପାରେ । ଦୀର୍ଘ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ । ଦାମ୍ପତ୍ୟ ଜୀବନ ପ୍ରେମପୂର୍ବକ ବିତିବ କିନ୍ତୁ ଭୁଲ୍‌ ବୁଝାମଣାରୁ ପାରିବାରିକ କଳହକୁ କେନ୍ଦ୍ର କରି ଭାବପ୍ରବଣ ହୋଇପାରନ୍ତି । ଶୁଭରଙ୍ଗ: ଲାଲ । ଆରାଧନା: ହନୁମାନ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ମନରେ ଲାଗି ରହିଥିବା ନକାରାତ୍ମକ ଚିନ୍ତାଧାରା ସମାପ୍ତ ହୋଇଯିବ । ଦ୍ୱାଦଶସ୍ଥ ରାହୁ ପ୍ରଭାବରେ ଇଚ୍ଛା ନ ଥିଲେ ମଧ୍ୟ ବାଧ୍ୟ ବାଧକତା ବଶତଃ କେତେକ କାର୍ଯ୍ୟ କରିବାକୁ ବାଧ୍ୟ ହେବେ । ଆର୍ଥିକ କ୍ଷେତ୍ରରେ ସମ୍ୟକ ଅଭାବ ପରିଲକ୍ଷିତ ହୋଇପାରେ । ଆଜି କିଛି ନୂଆ ଶିଖିବାର ଅବସର ମିଳିବ । କର୍ମକ୍ଷେତ୍ରରେ ଲାଗିଥିବା ପୁରୁଣା ବିବାଦ ସମାପ୍ତ ହୋଇଯିବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ । ନିଜ ଲୋକମାନଙ୍କ ଗହଣରେ ଦକ୍ଷତାର ସହ କାମ କରି ପ୍ରଶଂସିତ ହେବେ । ବନ୍ଧୁ ଓ ଭାଇଙ୍କ ସହଯୋଗ ପାଇବେ । ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଗାୟତ୍ରୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ପରିଶ୍ରମର ଉପଯୁକ୍ତ ପରିମାଣ ପାଇବେ । କର୍ମାଧିପତି ରାଶ୍ୟାଧିପତି ନକ୍ଷତ୍ରସ୍ଥ ଯୋଗୁ ପ୍ରତ୍ୟେକ କାମକୁ ଅନୁକୂଳ ବାତାବରଣ ମଧ୍ୟରେ ସମ୍ପନ୍ନ କରିପାରିବେ । କର୍ମକ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ରହିବ । କୌଣସି ବନ୍ଧୁ, ସହକର୍ମୀ ସହଯୋଗର ହାତ ବଢାଇବା ଫଳରେ କୌଣସି କାମ ଅଟକିବ ନାହିଁ । ଆଲୋଚନା ପରିସରରେ ବ୍ୟସ୍ତତା ଯୋଗୁଁ କେତେକ କାମ ଠିକ୍‌ ସମୟରେ କରି ପାରିବେ ନାହିଁ । ଭୁଲ୍‌ ବୁଝାମଣା କାରଣରୁ ପରିବାରରେ ଲାଗି ରହିଥିବା ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ସ୍ୱାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ । ଦାମ୍ପତ୍ୟ ଜୀବନ ବଢିଆ ରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଦୁର୍ଗା ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ । ମଙ୍ଗଳ ଚତୁର୍ଥାଧିପତି ନକ୍ଷତ୍ରସ୍ଥ ଯୋଗୁ ଯେ କୌଣସି କ୍ଷେତ୍ର ହେଉନା କାହିଁକି, ଆପଣ ତରବରିଆ ପଦକ୍ଷେପ ନେଲେ ବେଶି ହଇରାଣ ପଡ଼ିପାରନ୍ତି । କାମ କରିବା ଦିଗରେ ଯଥେଷ୍ଟ ଉତ୍ସାହ ମିଳିବ । ବନ୍ଧୁଙ୍କ ସାହାଯ୍ୟ ପାଇଁ ସ୍ଥଗିତ ଥିବା କାମ ସଂପୂର୍ଣ୍ଣ କରିବେ । ଚାକିରିଆଙ୍କ ପାଇଁ ଦିନଟି ଠିକ୍‌ ରହିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ବଜାୟ ରହିବ ଓ ନିଜ କ୍ରୋଧକୁ ନିୟନ୍ତ୍ରଣରେ ରଖିବାକୁ ଚେଷ୍ଟା କରନ୍ତୁ ନଚେତ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ସମାଜର ଅନୁଭବୀ ବ୍ୟକ୍ତିଙ୍କ ପରାମର୍ଶ ପାଇବେ, ଯାହାଫଳରେ ମନ ପ୍ରସନ୍ନ ରହିବ । ଆଜି ଚନ୍ଦ୍ର ଷଷ୍ଠାଧିପତି ନକ୍ଷତ୍ରସ୍ଥ ହେତୁ ଭୁଲ ନିଷ୍ପତ୍ତି ସମସ୍ୟା ସୃଷ୍ଟି କରିବ କିନ୍ତୁ ଅପରାହ୍ନରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟିରେ ହଠାତ୍‌ ସଫଳତା ପାଇବେ । କର୍ମକ୍ଷେତ୍ରରେ ଅଧିକାରୀ ବର୍ଗ ଆପଣଙ୍କ ପକ୍ଷରେ ରହିବେ । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ । ନୀରବ ନ ରହି ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟା କଲେ କେତେକାଂଶରେ ଉପକୃତ ହେବେ । ନେଣଦେଣକୁ କେନ୍ଦ୍ରକରି ନିକଟ ସମ୍ପର୍କୀୟମାନଙ୍କ ସହ ବିବାଦ ବଢ଼ିପାରେ । ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ମାଣିକେଶ୍ଵରୀ ।

Be the first to comment

Leave a Reply

Your email address will not be published.


*