23 ଜୁଲାଇ 2020, ଗୁରୁବାର- ଆଜି ଏହି ୬ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ମିଳିବ ଅଜସ୍ର ଖୁସି । ଆର୍ଥିକ କ୍ଷେତ୍ରରେ କରିବେ

23 ଜୁଲାଇ 2020, ଗୁରୁବାର- ଆଜି ଏହି ୬ଟି ରାଶି ସମ୍ପର୍ଣ୍ଣ ବ୍ୟକ୍ତିଙ୍କୁ ମିଳିବ ଅଜସ୍ର ଖୁସି । ଆର୍ଥିକ କ୍ଷେତ୍ରରେ କରିବେ ଉନ୍ନତି । ପରିବାରରେ ସୁଖଶାନ୍ତି ବଜାୟ ରହିବ ।

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ମନୁଷ୍ୟ ଜୀବନ ପାଇଁ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ । ଜ୍ୟୋତିଷଙ୍କ ଅନୁସାରେ ଗ୍ରହ ନକ୍ଷେତ୍ରଙ୍କ ପରିବର୍ତ୍ତନ ସର୍ବଦା ଲାଗି ରହିଥାଏ । ଯାହାଫଳରେ ମନୁଷ୍ୟ ଜୀବନରେ ପରିବର୍ତ୍ତନ ଦେଖା ଯାଇଥାଏ । ଗ୍ରହର ସ୍ଥିତି ଠିକ ଥିଲେ ବ୍ୟକ୍ତିର ଜୀବନ ଠିକ ଚାଲିଥାଏ କିନ୍ତୁ ଗ୍ରହ ସ୍ଥିତି ଠିକ ନ ଥିଲେ, ବ୍ୟକ୍ତିର ଜୀବନରେ ସମସ୍ୟା ଲାଗି ରହିଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ଆଜିର ରାଶିଫଳରେ ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ଧାର୍ମିକ ତଥା ଆଧ୍ୟାତ୍ମିକ କାର୍ଯ୍ୟରେ ସମୟ ବିତିବ । ରାଶିରେ ବୁଧଙ୍କ ଅବସ୍ଥିତି ଯୋଗୁଁ ବନ୍ଧୁଙ୍କ ସହାୟତାରେ ଅର୍ଥ ଲାଭ ଅବଶ୍ୟମ୍ଭାବୀ ଅଟେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରି ନିଅନ୍ତୁ ନତୁବା ପରେ ପଶ୍ଚାତ୍ତାପ କରିବାକୁ ପଡ଼ିପାରେ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ପୁରୁଣା ବନ୍ଧୁଙ୍କ ସହିତ ଫୋନ ଯୋଗେ କଥାବାର୍ତ୍ତା କରିବେ, ବନ୍ଧୁମାନଙ୍କ ପ୍ରଶଂସା ସୂଚକ ବାକ୍ୟ ଆପଣଙ୍କୁ ଭାବ ବିଭୋର କରାଇପାରେ । ପାଖ ପଡ଼ୋଶୀଙ୍କ ଘରୋଇ କଳହକୁ ନେଇ ନିଜ ଘରେ ଅଶାନ୍ତି ଲାଗିରହିବ । ତେଣୁ ଅନ୍ୟର ବ୍ୟକ୍ତିଗତ ବା ବିବାଦୀୟ ଘଟଣାରେ ମୁଣ୍ଡ ନ ପୁରାଇବା ଭଲ ହେବ । ଦାମ୍ପତ୍ୟ ଜୀବନରେ ସମଞ୍ଜସ୍ୟତା ରହିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଚର୍ଚ୍ଚିକା ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ଇଷ୍ଟ ଦେବୀଙ୍କୁ ସ୍ମରଣ କରନ୍ତୁ, ସମସ୍ତ ବାଧା ବିଘ୍ନ ଦୂରେଇ ଯିବ । ଚନ୍ଦ୍ରଙ୍କ ଦୁର୍ବଳତା କାରଣରୁ ସାମୟିକ ମନ ମାନ୍ଦା ରହିଲେ ମଧ୍ୟ ବନ୍ଧୁମାନଙ୍କ ଆଶ୍ୱାସନାରୁ ମନ ବଦଳିଯିବ । ପାରିବାରିକ କ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିପାରନ୍ତି । ପ୍ରତିଦ୍ୱନ୍ଦ୍ୱିତା କିମ୍ବା ବିରୁଦ୍ଧାଚରଣ କରୁଥିବା ବ୍ୟକ୍ତିଟି ଦୋଷାରୋପ କରି ସମସ୍ୟାକୁ ବଢାଇ ଦେଇପାରନ୍ତି । କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ୱାସୀ ମନେ କରିବେ । ସହକର୍ମୀ କିମ୍ବା ବନ୍ଧୁଙ୍କ ନିକଟରୁ ଧାରା କରଜ କରିବାକୁ ପଡିବ । ପରିବାର ସଦସ୍ୟଙ୍କ ସହିତ କୌଣସି ଗୁରୁତ୍ଵପୂର୍ଣ୍ଣ ବିଷୟ ଉପରେ ଆଲୋଚନା କରିବେ । ବୈବାହିକ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା : ମାଆ ଭୈରବୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ନିଜ ଉପରେ ବିଶ୍ଵାସ ରଖନ୍ତୁ, ନକରାତ୍ମକ ଚିନ୍ତାଧାରାରୁ ଦୂରେଇ ରୁହନ୍ତୁ, ଆତ୍ମବିଶ୍ଵାସର ସହ କାର୍ଯ୍ୟ କରନ୍ତୁ । ଦୁର୍ବଳ କର୍ମାଧିପତି ସଙ୍ଗକୁ ନୀଚସ୍ଥ ଚନ୍ଦ୍ର ପ୍ରଭାବରେ କୌଣସି କାମରେ ସଫଳତା ପାଇବା କଷ୍ଟକର ହୋଇପାରେ । କାର୍ଯ୍ୟହାନି ସକାଶରୁ ମାନସିକ ଅବସାଦ ଯୋଗୁଁ କୌଣସି କାମରେ ମଧ୍ୟ ଉତ୍ସାହପ୍ରଦ ରହିବା ନାହିଁ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ବନ୍ଧୁ ଓ ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ । ପରିବାରରେ ସନ୍ତାନଙ୍କ ସହ ହସଖୁସିରେ ଜୀବନ ଅତିବାହିତ କରିବେ । ବୈବାହିକ ଜୀବନରେ ମଧୁରତା ବଜାୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଆଖଣ୍ଡଳମଣି ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ଦିନଟି ଆପଣଙ୍କ ଲାଗି ଭଲ ରହିବ କିନ୍ତୁ ବୁଧ ଷଡ଼ାଷ୍ଟକ ସ୍ଥିତିରେ ଥିବା ଶନିଙ୍କ ନକ୍ଷତ୍ରରେ ରହିଥିବାରୁ ଚେଷ୍ଟା କରୁଥିବା କାମଗୁଡିକ ସହଜରେ ହୋଇ ପାରିବ ନାହିଁ । ଆର୍ଥିକ ସ୍ଥିତି ମାନ୍ଦା ରହିବ । ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ସତ୍ତ୍ୱେ କାର୍ଯ୍ୟଭାରକୁ ନେଇ ଚିନ୍ତିତ ରହିବେ । ବିଭିନ୍ନ ପ୍ରକାର ଅସ୍ଵାଭାବିକ ପରିସ୍ଥିତିକୁ ସାମ୍‌ନା କରିବାକୁ ପଡ଼ିପାରେ । କାମ ହାସଲ କରିବା ସକାଶେ ଅନୁକୂଳ ସୁ୍‌ଯୋଗ ସୃଷ୍ଟି ହେବ କିନ୍ତୁ ଧୀରେ ସୁସ୍ଥେ କରିବା ଭଲ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ଆଜି ଆପଣଙ୍କ ମାନସିକ ଶକ୍ତି ଏହାର ଚ଼ରମ ସୀମାରେ ରହିବ । ଷଷ୍ଠସ୍ଥ ଶୁଭଚନ୍ଦ୍ର ପ୍ରଭାବ ଯୋଗୁଁ ଖର୍ଚ୍ଚାନ୍ତ ବଢିପାରେ ହେଲେ ଅଟକି ରହିଥିବା କାର୍ଯ୍ୟଗୁଡିକୁ ସଂପୂର୍ଣ୍ଣ କରିବା ପାଇଁ ନିଷ୍ପତ୍ତି ନେବେ । ଅଫିସରେ ନିଜ କାମରେ ମନୋଯୋଗ ଦେବେ । ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ । ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡିପାରନ୍ତି । ଧାର୍ମିକ କାର୍ଯ୍ୟ ଅଥଚ ଉପାସନା ଦିଗରେ ମନ ଲାଗି ରହିବ । ଜୀବନସାଥୀଙ୍କ ସହିତ ମନୋରଞ୍ଜନ କାର୍ଯ୍ୟକ୍ରମର ଆନନ୍ଦ ଉପଭୋଗ କରିବେ । ଆର୍ଥିକ କ୍ଷେତ୍ରରେ ସୁଧାର ଆସିପାରେ । ଶାରୀରିକ ସ୍ଵାସ୍ଥ୍ୟ ସମସ୍ୟା ସୁଧୁରିବା ସଙ୍ଗେ ସଙ୍ଗେ ପରିବାରରେ ହସଖୁସିର ବାତାବରଣ ବଜାୟ ରହିବ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ମାଆ ଗାୟତ୍ରୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ଦିନଟି ଆପଣଙ୍କ ଲାଗି ମିଶ୍ରଣ ଫଳ ପ୍ରଦାନ କରିବା । ଧନାଧିପ ଶୁକ୍ର ପାପଗ୍ରହ ରାହୁ ନକ୍ଷତ୍ରସ୍ଥ ହେତୁ ଅର୍ଥ ସମ୍ପର୍କିତ ବିବାଦ ବୃଦ୍ଧିର ଆଶଙ୍କା ରହିଛି । ଶାରୀରିକ ସୁସ୍ଥତା ଥିଲେ ମଧ୍ୟ ମାନସିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହେବ । କର୍ମକ୍ଷେତ୍ରରେ ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ । ଘରୋଇ ଆବଶ୍ୟତା କାରଣରୁ ବନ୍ଧୁ ଓ ନିକଟ ସମ୍ପର୍କୀୟଙ୍କ ଠାରୁ ଧାରା କରଜ କରିବାକୁ ବାଧ୍ୟ ହେବେ । ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ପରିବାର ସଦସ୍ୟଙ୍କ ସହଯୋଗ ପାଇବେ । ଶୁଭରଙ୍ଗ: ହଳଦିଆ । ଆରାଧନା: ହନୁମାନ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ଭୁଲ ବୁଝାମୁଣା ଓ ଅଯଥା ସନ୍ଦେହ ମନକୁ ଅସ୍ତବ୍ୟସ୍ତ କରିପାରେ । ଚତୁର୍ଥାଧିପତି ଅଷ୍ଟମାଧିପତିଙ୍କ ନକ୍ଷତ୍ରରେ ରହିଥିବାରୁ ପାରିବାରିକ କ୍ଷେତ୍ରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ । ଆର୍ଥିକ ସ୍ଥିତି ମାନ୍ଦା ରହିବ । କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଜଣେ ବ୍ୟକ୍ତି ସାହାଯ୍ୟ କରିବେ । ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ କେତେକ କାର୍ଯ୍ୟ କରିବା ପାଇଁ ବାଧ୍ୟ ହେବେ । ଯେତେ ଭଲ କାମ କରିଲେ ମଧ୍ୟ ମଧ୍ୟ ଈର୍ଷାନ୍ୱିତ ଲୋକେ ଆପଣଙ୍କୁ ନିନ୍ଦା ହିଁ କରିବେ । ପରିବାରରେ ବିଶୃଙ୍ଖଳିତ ପରିସ୍ଥିତି ଲାଗି ରହିବା ଫଳରେ କର୍ମକ୍ଷେତରେ କେତେକ ବ୍ୟତିକ୍ରମ ଦେଖାଦେଇପାରେ । ସହଧର୍ମୀଙ୍କ ସହଯୋଗରେ ମନୋବଳ ଟାଣ ରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ବିରଜା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ମନରେ ଆତ୍ମା ବିଶ୍ଵାସ ବୃଦ୍ଧି ପାଇବ । ଚନ୍ଦ୍ରଙ୍କ କୋଣଭାବରେ ଶୁକ୍ର ହେତୁ ମନ ଅନୁଯାୟୀ କାମ ହାସଲ କରିବାରେ ଅସୁବିଧା ହେବନାହିଁ । କିନ୍ତୁ ଅଫିସରେ କାର୍ଯ୍ୟଭାର ଅଧିକ ରହିବ ଓ କାର୍ଯ୍ୟକୁ ନେଇ ଚିନ୍ତା ମଧ୍ୟ ଲାଗି ରହିବ । ବ୍ୟବସାୟ ବାଣିଜ୍ୟରେ ଆର୍ଥିକ ସ୍ଥିତି ଭଲ ରହିବ । ସାମାଜିକ କାର୍ଯ୍ୟ ଅର୍ଥାତ ଜନକଲ୍ୟାଣ କାର୍ଯ୍ୟରେ ସହଭାଗିତା କରିପାରନ୍ତି । ପାରିବାରିକ ସ୍ତରରେ ବୃଥା ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ । ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ନୀଚାଂଶରେ ଦେବଗୁରୁ ରହିଥିବାରୁ କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବାକୁ ପଡିପାରେ । ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ । ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ପ୍ରତିବନ୍ଧକ ମଧ୍ୟରେ କାମ ହାସଲ କରିବେ । କର୍ମକ୍ଷେତ୍ରରେ ଅଟକିଥିବା କାର୍ଯ୍ୟ ସକାଶେ କୈଫତ୍ ଦେବାକୁ ପଡିବ । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରିବାକୁ ବାଧ୍ୟ ହେବେ । ଈର୍ଷାପରାୟଣ ହୋଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ଶାରୀରିକ ସ୍ଵାସ୍ଥ୍ୟ ସମସ୍ୟା ସୁଧୁରି ଯିବ ଯୋଗୁଁ ମନ ପ୍ରଫୁଲ୍ଲିତ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିମଳା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ପ୍ରତ୍ୟେକ କ୍ଷେତ୍ରରେ ଦ୍ୱନ୍ଦ୍ୱାତ୍ମକ ସ୍ଥିତିରେ ରହିବ । ଦ୍ୱାଦଶଭାବରେ କର୍ମାଧିପ ଥିବାରୁ କର୍ମକ୍ଷେତ୍ରର ଅସଫଳକୁ ନେଇ ବନ୍ଧୁଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ । ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ ନତୁବା ଆକସ୍ମିକ ଭାବରେ କଳହ ଲାଗିପାରେ । କର୍ମକ୍ଷେତ୍ରରେ ମନୋବଳ ଖୁବ୍‌ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରି ପାରିବେ । କିନ୍ତୁ ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ଅସନ୍ତୁଷ୍ଟ ହୋଇପାରନ୍ତି । ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ । ଜୀବନସାଥୀଙ୍କ ପୁରା ସମର୍ଥନ ଓ ସହଯୋଗ ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ଦିନଟି ଆପଣଙ୍କ ପାଇଁ ମିଶ୍ରଣ ଫଳ ପ୍ରଦାନ କରିବ । ଚତୁର୍ଥସ୍ଥ ରବି ଓ ବୁଧଙ୍କ ଯୋଗୁଁ ପୂର୍ବରୁ ପରିକଳ୍ପିତ ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ଚେଷ୍ଟିତ କରିବେ । ସମସ୍ୟା ଲାଗି ରହିଥିଲେ ମଧ୍ୟ ଆପଣଙ୍କ କୌଣସି କାମ ଅଟକି ରହିବ ନାହିଁ । ଆର୍ଥିକ ସ୍ଥିତି ପ୍ରତି ଧ୍ୟାନ ଦେବା ଉଚିତ୍ । ଗୋଟିଏ ସ୍ଥାନରେ ଦୀର୍ଘ ସମୟ ରହିବା ଆପଣଙ୍କ ପାଇଁ ସମସ୍ୟାର କାରଣ ହୋଇପାରେ । ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ । ଫାଇଲ ସମ୍ବନ୍ଧୀୟ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିବା ପରି ଆଶଙ୍କା ଦେଖାଦେବ । ସ୍ଵାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ରଖନ୍ତୁ । ଶୁଭରଙ୍ଗ: ସବୁଜ । ଆରାଧନା: ବାବା ଭୋଳାନାଥ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ଆଜି କୌଣସି ସମସ୍ୟାକୁ ନେଇ ବିଚଳିତ ହୋଇପାରନ୍ତି । ଚନ୍ଦ୍ର ପାପଗ୍ରହ ଦୃଷ୍ଟିରେ ଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ବାଧାବିଘ୍ନର ସମ୍ମୁଖନ ହେବାକୁ ପଡିବ । ହଠାତ୍‌ ଜଣେ ବନ୍ଧୁଙ୍କ ଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଅବସ୍ଥା ଦେଖି ବ୍ୟବସ୍ଥା କରନ୍ତୁ, ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିପାରନ୍ତି । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ । ଅବହେଳା ଜନିତ ସ୍ଵାସ୍ଥ୍ୟ ସମସ୍ୟା ମନୋନବଳକୁ ଦୁର୍ବଳ କରିପାରେ ଓ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇପାରନ୍ତି । ଛୋଟିଆ ଛୋଟିଆ କଥାକୁ କେନ୍ଦ୍ରୀ କରି ଅଯଥାରେ ପରିବାର ମଧ୍ୟ ଅଶାନ୍ତିର ଝଡ ସୃଷ୍ଟି ହୋଇପାରେ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ତାରିଣୀ ।

Leave a Reply

Your email address will not be published. Required fields are marked *