24 ଜୁଲାଇ 2020, ଶୁକ୍ରବାର- ଆଜି ଏହି ୬ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ଭାଗ୍ୟ ପୂର୍ଣ୍ଣ ସହଯୋଗ । ଅଟକିଥିବା କାର୍ଯ୍ୟକୁ

24 ଜୁଲାଇ 2020, ଶୁକ୍ରବାର- ଆଜି ଏହି ୬ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ଭାଗ୍ୟ ପୂର୍ଣ୍ଣ ସହଯୋଗ । ଅଟକିଥିବା କାର୍ଯ୍ୟକୁ ସପୂର୍ଣ୍ଣ କରିବେ ।

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ମନୁଷ୍ୟ ଜୀବନ ପାଇଁ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ । ଜ୍ୟୋତିଷଙ୍କ ଅନୁସାରେ ଗ୍ରହ ନକ୍ଷେତ୍ରଙ୍କ ପରିବର୍ତ୍ତନ ସର୍ବଦା ଲାଗି ରହିଥାଏ । ଯାହାଫଳରେ ମନୁଷ୍ୟ ଜୀବନରେ ପରିବର୍ତ୍ତନ ଦେଖା ଯାଇଥାଏ । ଗ୍ରହର ସ୍ଥିତି ଠିକ ଥିଲେ ବ୍ୟକ୍ତିର ଜୀବନ ଠିକ ଚାଲିଥାଏ କିନ୍ତୁ ଗ୍ରହ ସ୍ଥିତି ଠିକ ନ ଥିଲେ, ବ୍ୟକ୍ତିର ଜୀବନରେ ସମସ୍ୟା ଲାଗି ରହିଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ଆଜିର ରାଶିଫଳରେ ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ଦିିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ । ଚନ୍ଦ୍ରକେନ୍ଦ୍ରରେ ଶୁକ୍ର ଥିବାରୁ ଆର୍ଥିକ ଅଭିବୃଦ୍ଧି ସଙ୍ଗକୁ, ବନ୍ଧୁ ମିଳନ ଓ ଘରେ ମନୋରଞ୍ଜନ କାର୍ଯ୍ୟକ୍ରମର ମଜା ନେଇପାରିବେ । ଅଫିସରେ ଅଧିକାରୀ ବର୍ଗ ଆପଣଙ୍କ ସପକ୍ଷରେ ଯୁକ୍ତି ବଢିବେ । କୌଣସି ନୂତନ କର୍ମାରମ୍ଭ କରିବେ ଯାହାଫଳରେ ମାନସିକ ସ୍ତରରେ ଅତ୍ୟନ୍ତ ଖୁସି ଅନୁଭବ କରିବେ । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ ଏବଂ ଲୋକଙ୍କ ଠାରୁ ଆଦର ସମ୍ମାନ ପାଇବେ । ଆର୍ଥିକ ସ୍ଥିତି ପୂର୍ବପରି ଅକ୍ଷୁଣ୍ଣ ରହିବ । ପାରିବାରିକ କ୍ଷେତ୍ରରେ ଅଶାନ୍ତି ଲାଗିରହିବା ଫଳରେ ମାନସିକ ସ୍ତରରେ ସମ୍ୟକ ବିଚଳିତ ହୋଇପାରନ୍ତି । ଜୀବନ ସାଥୀଙ୍କ ସହ ସମ୍ପର୍କ ଭଲ ରହିବ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ସମଲେଶ୍ଵରୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ଧୌର୍ଯ୍ୟ ଧରି କାର୍ଯ୍ୟ କରନ୍ତୁ, ସଫଳତା ନିଶ୍ଚୟ ମିଳିବ । ରାହୁ ଓ ବୁଧ ଧନସ୍ଥ ଯୋଗୁଁ ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କକୁ ନେଇ ବିବାଦ ସୃଷ୍ଟି ହୋଇପାରେ । ରାଶିରେ ପ୍ରତିକୂଳ ସ୍ଥିତି ଯୋଗୁଁ ମନ ଚାହୁଁଥିବା କାମଟି ଠିକ୍‌ ସମୟରେ ସଂପୂର୍ଣ୍ଣ ହୋଇପାରିବ ନାହିଁ । ପରୋକ୍ଷ ଶତ୍ରୁତା କରୁଥିବା ଲୋକମାନେ ଆପଣଙ୍କୁ ଅସୁବିଧାରେ ପକାଇବା ପାଇଁ ଚେଷ୍ଟା କରିପାରନ୍ତି । କର୍ମକ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟ ହାତକୁ ନେଇ ବିଚଳିତ ହୋଇଯିବେ । ସହକର୍ମୀମାନଙ୍କ ଠାରୁ କୌଣସି ସହଯୋଗ ଆଶା କରିବା ବୃଥା । ସାମାଜିରେ ସଂପର୍କ ବଢ଼ିବ । ପୂରାତନ ରୋଗର ପୁନଃ ଶିକାର ହୋଇପାରନ୍ତି । ପରିବାର ସଦସ୍ୟଙ୍କ ସାହାଯ୍ୟ ସହଯୋଗ ପାଇବେ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ସନ୍ତୋଷୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ନକାରାତ୍ମକ ଚିନ୍ତା ମନରୁ ବାହାର କରି ଦିଅନ୍ତୁ । ସପ୍ତମାଧିପତି ନିଜ ଭାବରୁ ଅଷ୍ଟମସ୍ଥ ହେତୁ ଆଜି କର୍ମକ୍ଷେତ୍ରରେ ସମସ୍ୟା ଲାଗି ରହିବ । କିନ୍ତୁ ଧନଭାବସ୍ଥ ଚନ୍ଦ୍ର ଓ ମଙ୍ଗଳର ଯୋଗ ପ୍ରଭାବରେ ଆଜି ଯାହାକୁ ଯାହା ମାଗିବେ ସେହି ବ୍ୟକ୍ତି କଦାପି ମନା କରି ପାରିବ ନାହିଁ । ନିଜ କାମ ପଛକୁ ପକାଇ ଅସୁବିଧାରେ ଥିବା ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ । କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ରହିବ । ସାମାଜିକ ସ୍ତରରେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭର ସୁଯୋଗ ଲାଭ କରିବେ । ସାଧାରଣ ଘଟଣାକୁ ଅତିରଞ୍ଜିତ କରି ଓ ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି । ସ୍ଵାସ୍ଥ୍ୟ ପ୍ରତି ଟିକେ ସତର୍କ ରହନ୍ତୁ । ଶୁଭରଙ୍ଗ: ଫିକା ହଳଦିଆ। ଆରାଧନା: ଶ୍ରୀଗଣେ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ଜୀବନରେ କିଛି କରିବା ପାଇଁ ମନରେ ନୂଆ ଭାବନା ଉଦ୍ରେକ ହେବ । ସ୍ଵାସ୍ଥ୍ୟଗତ ସମସ୍ୟା ସଙ୍ଗକୁ ମାନସିକ ସ୍ତରରେ କୈାଣସି ଅପୂର୍ଣ୍ଣ ଇଛା ଦିନଟିକୁ ଉପଭୋଗ୍ୟ କରାଇପାରିବ ନାହିଁ । କିନ୍ତୁ ଆନୁଷ୍ଠାନିକ କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇବେ । କର୍ମକ୍ଷେତ୍ରରରେ ସହକର୍ମୀଙ୍କ ସହଯୋଗ ପାଇଁ କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ପୂର୍ବ ବିବାଦକୁ କେନ୍ଦ୍ରକରି ନିଜର ଲୋକମାନେ ଦୂରେଇ ଯିବା କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । ସ୍ଵାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ, ନତୁବା ଅସୁବିଧାର ସମ୍ମୁଖୀନ ହେବେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧରେ ନୂତନତ୍ଵ ଆସିବ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ସୂର୍ଯ୍ୟଦେବ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ । ବଳବାନ୍‌ ରାଶ୍ୟାଧିପ ଚତୁର୍ଥକେନ୍ଦ୍ରରେ ଅବସ୍ଥାନ କରୁଥିବାରୁ ସାମାଜିକ ସ୍ତରରେ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ । କିନ୍ତୁ ବିଭିନ୍ନ ପ୍ରକାରର ସମସ୍ୟା ଜାଲରେ ଛନ୍ଦିହୋଇ ମାନସିକ ସନ୍ତୁଳନ ହରାଇବେ । କାମ କରିବା ଗତିରେ ଯଥେଷ୍ଟ ଉତ୍ସାହ ମିଳିବ । ଚାକିରିଆଙ୍କ ପାଇଁ ଦିନଟି ଠିକ୍‌ ରହିବ । ସାମାଜିକ ସ୍ତରରେ ଜିଦ୍‌ରେ ଅଟଳ ରହି ସମସ୍ୟାକୁ ନିମନ୍ତ୍ରଣ କରି ପାରନ୍ତି । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଆର୍ଥିକ ଅବସ୍ଥାରେ ଶୋଚନୀୟ ରହିଥିଲେ ମଧ୍ୟ ପାରିବାରିକ ସ୍ଥିରତା କାରଣରୁ ମାନସିକ ଶାନ୍ତି ଅନୁଭବ କରିବେ । ଅନ୍ୟ କଥା ଶୁଣି କାର୍ଯ୍ୟ କରିଲେ ଅସୁବିଧାରେ ପଡ଼ିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମହାଲକ୍ଷ୍ମୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ବୁଧ ପାପଗ୍ରହ ଯୁକ୍ତ ହେତୁ ବାରମ୍ବାର ସ୍ଵାସ୍ଥ୍ୟ ସମସ୍ୟା ଲାଗି ରହିବ ଏବଂ ପ୍ରାତଃରେ କୈାଣସି ଖବର ପାଇ ମନରେ ବିସ୍ମୟଭାବ ସୃଷ୍ଟି ହେବ । ବ୍ୟବସାୟ ବାଣିଜ୍ୟରେ ସ୍ଥିରତା ବଜାୟ ରହିବ । କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ଆତ୍ମୀୟମାନଙ୍କ ପରାମର୍ଶ ପାଇବେ ଯାହାଫଳରେ ମନକୁ ସାନ୍ତ୍ୱନା ମିଳିବ । କର୍ମକ୍ଷେତ୍ରରେ କାମଗୁଡିକ ବିଳମ୍ବ ହେବାରୁ ଅନ୍ୟକୁ ଦାୟୀ କରି ବିରକ୍ତି ପ୍ରକାଶ କରିବେ । ନିକଟ ସମ୍ପର୍କୀୟମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ପେଟ ଜନିତ ଯନ୍ତ୍ରଣା ଓ ମୁଣ୍ଡ ବ୍ୟଥା ପରି କେତେକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ବିରଜା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ଆପଣ ନିଜର କାମକୁ ଠିକ୍‌ ଭାବେ ନିର୍ବାହ କରିବେ । ବୁଧ ଏକାଦଶରେ ଚନ୍ଦ୍ର ଥିବାରୁ ଆଜି ଯାହା ଚାହୁଁଛନ୍ତି ତାହା ନିଶ୍ଚିତ ପାଇବେ । କିନ୍ତୁ ଆଜି ଯେଉଁ କାର୍ଯ୍ୟ କରୁଛନ୍ତି ବୁଝିବିଚାରି କରନ୍ତୁ ଅଚେତ ସମସ୍ୟାକୁ ନିମନ୍ତ୍ରଣ କରିବା ସଦୃଶ ହେବ । ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ । ରାଜନୀତି, ସଂଗଠନ, ଆଲୋଚନା କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ । ପ୍ରତ୍ୟେକ କ୍ଷେତ୍ରରେ କୌଶଳପୂର୍ଣ୍ଣ କଥା କହି କାମ ହାସଲ କରି ପାରିବେ । ପରିବାର ଭିତରେ କଳହ ଲାଗିପାରେ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଗାୟତ୍ରୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ଧୌର୍ଯ୍ୟର କାର୍ଯ୍ୟ କରନ୍ତୁ, କୌଣସି କାର୍ଯ୍ୟକୁ ନେଇ ବିଚଳିତ ହୁଅନ୍ତୁ ନାହିଁ । ରାଶିରେ ମଙ୍ଗଳ ଷଷ୍ଠସ୍ଥାନସ୍ଥ ଯୋଗୁଁ ପାରିପାର୍ଶ୍ୱିକ ପରିସ୍ଥିତି ମାନସିକ ଅସୁସ୍ଥତାର କାରଣ ହେବ । ତେଣୁ ଶତ୍ରୁତା କରୁଥିବା ବ୍ୟକ୍ତି ଓ ନିଜ ଆତ୍ମୀୟ ବନ୍ଧୁ ପ୍ରତି ସତର୍କ ରୁହନ୍ତୁ । ଅର୍ଥ ସମ୍ପର୍କୀୟ ଚିନ୍ତା କରୁଥିବା କାମରେ ସଫଳତା ବିଳମ୍ବରେ ମିଳିବ । କଳା, ସାହିତ୍ୟ, ରାଜନୀତି କ୍ଷେତ୍ରରେ ବେଶ୍‌ ଆଦୃତି ସହ ପ୍ରତିଷ୍ଠା ମିଳିବ । ପ୍ରତ୍ୟେକ କ୍ଷେତ୍ରରେ ପର ଉପରେ ନିର୍ଭର କରିବା କାରଣରୁ କେତେକ ବ୍ୟତିକ୍ରମ ଦେଖାଦେଇ ପାରେ । ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ସ୍ତ୍ରୀଙ୍କ ସହ ମତାନ୍ତର ଘଟିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ଦେବାଦେବୀଙ୍କ ଧ୍ୟାନ, ମନରେ ସକାରାତ୍ମକ ଶକ୍ତି ସଂଚାର ସୃଷ୍ଟି କରିବ । ଏକାଧିକ ଗ୍ରହ ଗହଣରେ ଚନ୍ଦ୍ର ଅବସ୍ଥାନ ଯୋଗୁଁ ଦୈହିକ ସୁସ୍ଥତା ସଙ୍ଗେ ସଙ୍ଗେ ମାନସିକ ସ୍ଥିରତା ବଜାୟ ରହିବ । କର୍ମକ୍ଷେତ୍ରରରେ ସହକର୍ମୀଙ୍କ ସହଯୋଗ ଲାଭ କରିବେ । ଭୁଲ ବୁଝାମଣା କାରଣରୁ ପରିବାରର ସଦସ୍ୟମାନେ ଆପଣଙ୍କୁ ଭିନ୍ନ ଦୃଷ୍ଟିକୋଣରୁ ବିଚାର କରି ପାରନ୍ତି । ସାମାଜିକ ସ୍ତରରେ ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ନିଜର ଗୁପ୍ତକଥା, କଳାଧନ ବିଷୟରେ ଆଲୋଚନା କରି ଘରର ସଦସ୍ୟମାନଙ୍କ ସହ ଅଯଥାରେ ଯୁକ୍ତିତର୍କ କରିପାରନ୍ତି । ବନ୍ଧୁତ୍ଵ ସମ୍ପର୍କକୁ ଦୃଢ କରିବା ପାଇଁ ଯେତେ ଭଲ କାମ କଲେ ମଧ୍ୟ ବନ୍ଧୁବର୍ଗଙ୍କ ଠାରୁ ସମାଲୋଚନା ହେବାକୁ ପଡିପାରେ । ଆର୍ଥିକ ସ୍ଥିତି ଶୋଚନୀୟ ରହିବ । ଦେଖାଚାହିଁ ଖର୍ଚ୍ଚ କରନ୍ତୁ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ନମ୍ର ସ୍ୱଭାବ ପାଇଁ ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହେବେ । ରବିଙ୍କ ପ୍ରଭାବରେ ଆର୍ଥିକ ସ୍ଥିତିରେ ସୁଧାର ଆସିବା ସଙ୍ଗେ ସଙ୍ଗେ ବିଶିଷ୍ଟବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଲାଭ କରିବେ । ଅଫିସରେ ଉଚ୍ଚ କତୃପକ୍ଷ ଆପଣଙ୍କୁ କାର୍ଯ୍ୟକୁ ତର୍ଜମା କରିବେ ଓ ସମାଲୋଚିତ ହେବାକୁ ମଧ୍ୟ ପଡିବ । ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ ଓ ସମାଜ ସେବାରେ ନିଜକୁ ନିୟୋଜିତ କରାଇବେ । ନିଜଲୋକଙ୍କ ଶତ୍ରୁତା କରିବା ଫଳରେ ମନକୁ ଆଘାତ ଲାଗିବ । ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ । ପଡୋଶୀ କେହି ପ୍ରତିବାଦ କରି ଅଶାନ୍ତ ପରିସ୍ଥିତି ସୃଷ୍ଟି କରିପାରନ୍ତି । ଜୀବନସାଥୀଙ୍କ ଠାରୁ ଖୁସି ମିଳିପାରେ । ଶୁଭରଙ୍ଗ: ଆକାଶୀ ନୀଳ । ଆରାଧନା: ମାଆ ଅମ୍ବିକା ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ଶୁକ୍ର ରାଶିରେ ରହିଥିବାରୁ ସ୍ଵାସ୍ଥ୍ୟ ଭଲ ରହିବା ସଙ୍ଗେ ସଙ୍ଗେ ଆର୍ଥିକ ସ୍ଥିତିରେ ମଧ୍ୟ ସୁଧାର ଆସିବ । ସ୍ଥଗିତ ଥିବା କେତେକ କାମ ବନ୍ଧୁଙ୍କ ସାହାଯ୍ୟରେ ପୂରା କରିବେ । କର୍ମକ୍ଷେତ୍ରରେ ବା ଅଫିସରେ କୌଣସି ତରବରିଆ ପଦକ୍ଷେପ ବା ନିଷ୍ପତ୍ତି ନେଲେ ଅସୁବିଧାରେ ପଡ଼ିପାରନ୍ତି । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ବଜାୟ ରହିବ । ପୂରାତନ ରୋଗର ଉପଶମ ମିଳିବ । ନିଜ କାମ ପଛକୁ ପକାଇ ପଡୋଶୀଙ୍କ ଘରୋଇ କଥାରେ ମୁଣ୍ଡ ପୂରାଇଲେ ସମାଲୋଚିତ ହେବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ମନ ପ୍ରସନ୍ନ ରହିବ, ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ରବି ଓ ଶୁକ୍ରଙ୍କ ଶୁଭତ୍ୱ କାରଣରୁ ଧୈର୍ଯ୍ୟ ଓ ସାହସିକତା ପ୍ରଦର୍ଶନ କରି ପ୍ରତ୍ୟେକ କାର୍ଯ୍ୟକୁ ସୁଚାରୁ ରୂପେ ସମ୍ପାଦନ କରିପାରିବେ । ଉପରିସ୍ଥଙ୍କ ସାହାଯ୍ୟରୁ କର୍ମକ୍ଷେତ୍ରର ସମସ୍ୟା ସମାଧାନ ହେବା ସଙ୍ଗେ ସଙ୍ଗେ ଟେନସନ୍‌ ମଧ୍ୟ କମିଯିବ । ପରୋକ୍ଷ ଶତ୍ରୁତା କାରଣରୁ ସମସ୍ୟା ଆସିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । କୌଣସି ଅଭାବ ନ ଥିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ମନକୁ ବିଚଳିତ କରିପାରେ । ଭୁଲ୍‌ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହୋଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ହନୁମାନ ।

Leave a Reply

Your email address will not be published. Required fields are marked *