25 ଜୁଲାଇ 2020, ଶନିବାର- ଶନିଦେବଙ୍କ ଆଶୀର୍ବାଦରୁ ଆଜି ଏହି ୪ଟି ରାଶିର ବ୍ୟକ୍ତିଙ୍କ ମନ ପ୍ରସନ୍ନ ରହିବ ।

25 ଜୁଲାଇ 2020, ଶନିବାର- ଶନିଦେବଙ୍କ ଆଶୀର୍ବାଦରୁ ଆଜି ଏହି ୪ଟି ରାଶିର ବ୍ୟକ୍ତିଙ୍କ ମନ ପ୍ରସନ୍ନ ରହିବ । ମନୋରଞ୍ଜନ କାର୍ଯ୍ୟକ୍ରମ ପ୍ରତି ଆକର୍ଷିତ ହେବେ ।

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ମନୁଷ୍ୟ ଜୀବନ ପାଇଁ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ । ଜ୍ୟୋତିଷଙ୍କ ଅନୁସାରେ ଗ୍ରହ ନକ୍ଷେତ୍ରଙ୍କ ପରିବର୍ତ୍ତନ ସର୍ବଦା ଲାଗି ରହିଥାଏ । ଯାହାଫଳରେ ମନୁଷ୍ୟ ଜୀବନରେ ପରିବର୍ତ୍ତନ ଦେଖା ଯାଇଥାଏ । ଗ୍ରହର ସ୍ଥିତି ଠିକ ଥିଲେ ବ୍ୟକ୍ତିର ଜୀବନ ଠିକ ଚାଲିଥାଏ କିନ୍ତୁ ଗ୍ରହ ସ୍ଥିତି ଠିକ ନ ଥିଲେ, ବ୍ୟକ୍ତିର ଜୀବନରେ ସମସ୍ୟା ଲାଗି ରହିଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ଆଜିର ରାଶିଫଳରେ ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ଆପଣଙ୍କ ଲାଗି ବଢ଼ିଆ ଦିନଟିଏ । ଶୁକ୍ରଙ୍କ ନକ୍ଷତ୍ରରେ ଚନ୍ଦ୍ରଙ୍କ ଅବସ୍ଥାନ ହେତୁ ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଆପଣଙ୍କ ପାଇଁ ସୁଖଦ ଅନୁଭୂତି ଆଣିଦେବ । ଅର୍ଥଲାଭ ସାଙ୍ଗକୁ କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସହଯୋଗ ପାଇବେ । ନିଜ ବ୍ୟବହାରରେ ଆପଣ ଲୋକଙ୍କ ମନ ଜିଣି ନେବେ । କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା କରିବା ପାଇଁ ନିଷ୍ପତି ନେଇପାରନ୍ତି । ଶାରୀରିକ ଏବଂ ମାନସିକ ଫୁର୍ତ୍ତି ଅନୁଭବ କରିବେ । ପରିବାର ସହିତ ଅଧିକ ସମୟ ଅତିବାହିତ କରିବେ । କୌଣସି ଅପରିଚିତ ବ୍ୟକ୍ତିଙ୍କୁ ବିଶ୍ୱାସ କରି ଖାଲରେ ପଡ଼ିପାରନ୍ତି । ବିବାଦୀୟ ଘଟଣାରେ କୈାଣସି ନିର୍ଦ୍ଦିଷ୍ଟ ପକ୍ଷକୁ ସମର୍ଥନ କରିବା ଠିକ୍‌ ହେବ ନାହିଁ । ଶୁଭରଙ୍ଗ:ଲାଲ । ଆରାଧନା: ମାଆ ଭୈରବୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ରହିବ । ତୃତୀୟାଧିପ ଅଷ୍ଟମଭାବସ୍ଥ ଭାଗ୍ୟାଧିପଙ୍କ ଦୃଷ୍ଟିପଥରେ ରହିଥିବା ଯୋଗୁଁ ବନ୍ଧୁଙ୍କ ମାଧ୍ୟମରେ କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଦୂରେଇ ଯିବ । କର୍ମକ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ କିନ୍ତୁ ମାନସିକ ସ୍ତରରେ ସମ୍ପୂର୍ଣ୍ଣ ଖୁସୀ ହୋଇପାରିବେ ନାହିଁ । ଅଫିସରେ ଟେନ୍‌ସନ କମିଯିବ, ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ବାକ୍‌ ଅସଂଯମତା ଯୋଗୁଁ ସୁସମ୍ପର୍କ ବ୍ୟାହତ ହୋଇପାରେ । ପାରିବାରିକ ଅସହଯୋଗ ଯୋଗୁଁ କାମଗୁଡିକ ଆଗକୁ ବଢ଼ି ନ ପାରେ । ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ । ଶୁଭରଙ୍ଗ: ଧୂସର । ବାବା କପିଳାସ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ଦିନଟି ଆପଣଙ୍କ ପାଇଁ ଲାଭଦାୟକ ରହିବ କିନ୍ତୁ ବିଭିନ୍ନ ପ୍ରକାରର ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ଥିତି ଠିକ୍‌ ରହିନପାରେ । ମୁଖଭାବରେ ସୂର୍ଯ୍ୟଙ୍କ ସ୍ଥିତି ଯୋଗୁଁ କର୍ମକ୍ଷେତ୍ରରେ ବୀରତ୍ଵର ସହ ପ୍ରତ୍ୟେକ କାର୍ଯ୍ୟକୁ ସମ୍ପାଦନ କରିବାକୁ ଚେଷ୍ଟା କରିବେ । ଆପଣଙ୍କ କାର୍ଯ୍ୟରେ ଉଚ୍ଚାଧିକାରୀ ଓ ସହକର୍ମୀମାନେ ପ୍ରସନ୍ନ ରହିବେ । ଅଫିସର ଆଲୋଚନା ବୈଠକରେ ଯୁକ୍ତିଯୁକ୍ତ କଥା କହି ସମସ୍ତଙ୍କ ପ୍ରିୟ ପାତ୍ର ହୋଇପାରିବେ । ଅବହେଳା ଯୋଗୁଁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ । ଆକସ୍ମିକ ଭାବରେ ମୂଲ୍ୟବାନ୍‌ ଦ୍ରବ୍ୟ ପାଇପାରନ୍ତି । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଅଯଥା ବାଦବିବାଦ, ଯୁକ୍ତିତର୍କ ଠାରୁ ଦୂରେଇ ରୁହନ୍ତୁ । ପାରିବାରିକ ସ୍ଥିତିରେ ସୁଦୃଢ ହେବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ବିମଳା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ମାନସିକ ସ୍ତରରେ ବ୍ୟଗ୍ରତା ଓ ଅସ୍ଥିରତା ଆଜିର ମୁଖ୍ୟ ସମସ୍ୟା ରୂପେ ଦେଖାଦେବ । ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁଁ ମାନସିକ ଅସ୍ଥିରତା କାରଣରୁ ବିଶୃଙ୍ଖଳା ଘଟିପାରେ । କିନ୍ତୁ ପରିସ୍ଥିତି ଯାହା ହେଉ ନା କାହିଁକି, ଆଜି ଆପଣଙ୍କ ହାତକୁ ନେଇଥିବା କାମ ଶେଷ କରିବାକୁ ବାଧ୍ୟ ହେବେ । ଆର୍ଥିକ ସ୍ଥିତି ମାନ୍ଦା ରହିବ । କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ଯୋଗୁଁ କେତେକ କାର୍ଯ୍ୟରେ ବ୍ୟତିକ୍ରମ ଦେଖାଦେଇପାରେ । ଭସଭାସମିତି କିମ୍ବା ଅଫିସ୍‌ କାମରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି । ନ୍ଧୁମାନଙ୍କ ସହାନୁଭୂତି ଲାଭ କରିବା ସହ ସ୍ଵାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବ । ପରିବାରର ସଦସ୍ୟଙ୍କ ସହ ହସଖୁସିରେ ଦିନଟି ଅତିବାହିତ କରିବେ । ବୈବାହିକ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ତାରିଣୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ଆପଣଙ୍କ ଅନ୍ତରାତ୍ମା ପ୍ରଖର ରହିବ । ଶୁକ୍ରଙ୍କ ଶୁଭତ୍ୱରୁ ସନ୍ତାନଙ୍କ ଗୌରବରେ ଗୌରବାନ୍ୱିତ ହୋଇପାରନ୍ତି ଓ ପରିବାରରେ ହସଖୁସିର ବାତାବରଣ ଦେଖାଦେବ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାରର କୈାଶଳ ଅବଲମ୍ବନ କରି ଆଶା ପୂରଣ କରିବାକୁ ଚେଷ୍ଟା କରିବେ ଓ ବରିଷ୍ଠ ବ୍ୟକ୍ତିଙ୍କ ସହଯୋଗ ପାଇପାରନ୍ତି । ନିଜର କଥା ଓ ବ୍ୟବହାରରେ ସଂଯମତା ଅବଲମ୍ବନ କଲେ ଉପକୃତ ହୋଇପାରିବେ । ମଧ୍ୟାହ୍ନ ପରେ ସେପରି କିଛି ବଡ ଧରଣର ଅସୁବିଧା ନ ହେଲେ ମଧ୍ୟ ମନ ଅସ୍ଥିର ରହିବ । ପରିବାରରେ ଛୋଟ ଛୋଟ କଥାକୁ ଧରି ବସିଲେ ଅଯଥା କଳହ ଉପୁଜିବ । ନିଦ୍ରା ଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ଶୁଭରଙ୍ଗ: ଘିଅରଙ୍ଗ । ଆରାଧନା: ମାଆ ତାରିଣୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ । ଗ୍ରହ ସ୍ଥିତିର ପ୍ରତିକୂଳତା କାରଣରୁ ଆଜି ଯାହା କହିବେ କିମ୍ବା ଯାହା ସବୁ ଭାବିଚିନ୍ତି, ତାହା କାର୍ଯ୍ୟକାରୀ କରିବା କାଠିକର ପାଠ । ଦୀର୍ଘଦିନର ଅପୂରଣୀୟ ଆଶା ମନକୁ ବାରମ୍ବାର ଆଲୋଡନ କରି ଅଶାନ୍ତି ସୃଷ୍ଟି କରିପାରେ । ଋଣ ସୂତ୍ରରେ ଅର୍ଥଲାଭ କରିବେ । ଅଫିସରେ ସହକର୍ମୀମାନେ ସହଯୋଗ କରିବା ପାଇଁ ପ୍ରତିଶ୍ରୁତି ଦେବେ । ଅର୍ଥ ସମସ୍ୟା ଯୋଗୁଁ ମନ ଭଲ ରହିବ ନାହିଁ । ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଚର୍ଚ୍ଚିକା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ମନରେ ସକାରାତ୍ମକ ଭାବନା ନେଇ କାର୍ଯ୍ୟ କରନ୍ତୁ । ବୁଧ ନକ୍ଷତ୍ରସ୍ଥ ମଙ୍ଗଳ ଯୋଗୁଁ ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ । ଆଜି ଆପଣଙ୍କୁ ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଗୁଡିକ ଶେଷ କରିବା ପାଇଁ ଉପରିସ୍ଥ ଅଧିକାରୀ ଆଦେଶ ଦେଇପାରନ୍ତି । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଅଭାବରୁ ମନ ଭଲ ଲାଗିବ ନାହିଁ । ଆର୍ଥିକ ଅନଟନ, ପାରିବାରିକ ଅସନ୍ତୋଷ, କାର୍ଯ୍ୟହାନି, ବାକି ରହିଥିବା ଟଙ୍କା ପରିଶୋଧ ସକାଶେ ମନ ଅସ୍ଥିର ରହିବ । ଚିତ୍ରା ନକ୍ଷତ୍ରର ଭୁଲ୍‌ ବୁଝାମଣାଜନିତ ସାମୟିକ ମତାନ୍ତର ପାରିବାରିକ ପରିବେଶକୁ ଗମ୍ଭୀର କରିଦେଇପାରେ । ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମିଯାଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଚର୍ଚ୍ଚିକା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ସବୁ କଥାରେ ଭାବିଚିନ୍ତି କାମ କରିବା ଭଲ ହେବ, ଅନ୍ୟଥା କେତେବେଳେ କେଉଁ ପ୍ରକାର ସମସ୍ୟା ଆସିଯାଇପାରେ । ଭାଗ୍ୟାଧିପ କେନ୍ଦ୍ରସ୍ଥ ଯୋଗୁଁ ଯେଉଁ କାମରେ ହାତ ଦେଲେ ମଧ୍ୟ ସଫଳତା ଅବଶ୍ୟମ୍ଭାବୀ । ଅସାମାଜିକ ବ୍ୟକ୍ତିଙ୍କ ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି । ଆର୍ଥିକ ସ୍ଥିତି ପୂର୍ବ ଭଳି ରହିବ । ଅଫିସରେ ନିର୍ଦ୍ଦିଷ୍ଠ ସମୟରେ କାର୍ଯ୍ୟଗୁଡିକ ପୂରଣ ହୋଇଯିବ ଯୋଗୁଁ ଉଚ୍ଚାଧିକାରୀଙ୍କ ଠାରୁ ପ୍ରଶଂସିତ ହେବେ । ବିଗତ ଦିନର କୌଣସି ଘଟଣା ସକାଶେ ଅପରାହ୍ନରେ ଟେନସନ୍‌ ବଢିପାରେ । ପରିବାର ସହିତ ହସଖୁସିରେ ଦିନଟି ଅତିବାହିତ କରିବେ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ଶାରଳା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

କୌଣସି କଥା ନ ବୁଝି ପ୍ରତ୍ୟେକ କଥାରେ ହଁ ଭରିବା ସମସ୍ୟାର କାରଣ ହୋଇପାରେ । ଶନିଙ୍କ ପ୍ରଭାବରୁ ପ୍ରତ୍ୟେକ କଥାକୁ ଜାଣିଶୁଣି ନୀରବତା ଅବଲମ୍ବନରୁ ଭତ୍ସିତ ହୋଇପାରନ୍ତି । କର୍ମକ୍ଷେତ୍ରରେ ଅବହେଳା ଯୋଗୁଁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହେବେ । ବ୍ୟବସାୟିକ ପରିସ୍ଥିତି ପ୍ରାୟତଃ ଏକ ପ୍ରକାର ଚଳନୀୟ ରହିବ । ବହୁ ଦିନରୁ ଚିନ୍ତା କରିଥିବା ଯୋଜନାଟିକୁ କାର୍ଯ୍ୟକାରୀ କରିବାରେ ପ୍ରତିବନ୍ଧକ ଦୂରେଇଯିବ । ଆପଣ ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ । ସ୍ୱାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ । ବୈବାହିକ ଜୀବନ ଠିକ୍‌ଠାକ୍‌ ରହିବ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ହର ପାର୍ବତୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ । କର୍ମାଧିପ କୋଣଭାବସ୍ଥ ସ୍ଵଗୃହୀ ଯୋଗୁଁ ଆଜି କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । ପୂର୍ବ ଯୋଜନା ଅନୁଯାୟୀ କର୍ମ କରନ୍ତୁ ଅବଶ୍ୟ କେତେକାଂଶରେ ସଫଳତା ପାଇବେ । ଅଫିସରେ ନିଷ୍ଠାର ସହ କାର୍ଯ୍ୟ ନିର୍ବାହ କରିବେ ଯାହାଫଳରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଯେକୌଣସି ପ୍ରକାରେ ହେଉ ନା କାହିଁକି ଅର୍ଥ ସଂଗ୍ରହ କରିବାରେ ତତ୍ପରତା ପ୍ରକାଶ କରିବେ । ଘରେ ହେଉ କିମ୍ବା ବାହାରେ ଆଜି ସାଧାରଣ କଥାରେ କଳହର ସମ୍ଭାବନା ରହିଛି । ପୁରାତନ ରୋଗର ପୀଡ଼ା ଯୋଗୁଁ କାମ କରିବାକୁ ନିରୁତ୍ସାହିତ କରିପାରନ୍ତି । ଦାମ୍ପତ୍ୟ ଜୀବନରେ ଅଶାନ୍ତିର ଝଡ଼ ଦୂର ହୋଇଯିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ପ୍ରତ୍ୟେକ କ୍ଷେତ୍ରରେ ଠିକ୍ ବୁଝାମଣା ରହିବା ହେତୁ ବିବାଦ ଦୂରେଇ ଯିବ ଓ କାର୍ଯ୍ୟଗୁଡିକ ମଧ୍ୟ ସହଜରେ ହାସଲ କରିପାରିବେ । ଶ୍ରବଣା ନକ୍ଷତ୍ର ଅବହେଳା ଯୋଗୁଁ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି । ନିକଟ ଭବିଷ୍ୟତରେ ଆପଣଙ୍କ ଆଶା ଓ ଅଭିଳାଷ ଅବଶ୍ୟ ପୂରଣ ହୋଇଯିବ । ମନୋବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହି କର୍ମକ୍ଷେତ୍ରରେ ଅଶାନ୍ତି ସୃଷ୍ଟି କରିପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ ହାସଲ କରିବେ । ଅର୍ଥ ସମସ୍ୟା ପ୍ରଗତିର ପଥରୋଧ କରିବା ଭଳି ପରିସ୍ଥିତି ସୃଷ୍ଟି କରିବ । ସାଧାରଣ ଯୁକ୍ତିତର୍କଜନିତ ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖା ଦେଇପାରେ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ବାବା କପିଳାସ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ଭଗବାନଙ୍କ ଉପରେ ବିଶ୍ଵାସ ରଖନ୍ତୁ ଓ ସ୍ମରଣ କରନ୍ତୁ; ସମ୍ଭାବ୍ୟ ସଙ୍କଟ ଦୂର ହେବ । କୌଣସି ଅସୁବିଧା ନ ଥିଲେ ମଧ୍ୟ କେତେକ ଅପୂରଣୀୟ ଆଶା ମନକୁ ବ୍ୟତିବ୍ୟସ୍ତ କରିପାରେ । ପାପଗ୍ରହଯୁକ୍ତ ବୁଧଙ୍କ ଯୋଗୁଁ ପାରିବାରିକ ସମସ୍ୟା ସମାଧାନର ଚିନ୍ତାକରି ମନୋବଳ ଭାଙ୍ଗିଯିବ ସ୍ଵାସ୍ଥ୍ୟହାନି ମଧ୍ୟ କର୍ମକ୍ଷେତ୍ରରେ ପ୍ରତିବନ୍ଧକର ବାତାବରଣ ସୃଷ୍ଟି କରିପୋରେ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଅଯଥାରେ ଅପମାନିତ ହେବେ । ଆନୁଷ୍ଠାନିକ କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ଦାମ୍ପତ୍ୟ ଜୀବନରେ ବୁଝାମଣା ଠିକ୍‌ ରହିବ । ଆର୍ଥିକ ଅନଟନ ଥିଲେ ମଧ୍ୟ ଧାରକରଜ କରି କାମ ଚଳାଇନେବାକୁ ବାଧ୍ୟ ହେବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

Leave a Reply

Your email address will not be published. Required fields are marked *