26 ଜୁଲାଇ 2020, ରବିବାର – ସୂର୍ଯ୍ୟଦେବଙ୍କ ଆଶୀର୍ବାଦରୁ ଆଜି ଏହି ୮ଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଚମକି ଉଠିବ । ଆର୍ଥିକ

26 ଜୁଲାଇ 2020, ରବିବାର – ସୂର୍ଯ୍ୟଦେବଙ୍କ ଆଶୀର୍ବାଦରୁ ଆଜି ଏହି ୮ଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଚମକି ଉଠିବ । ଆର୍ଥିକ ସ୍ତରରେ ସୁଧାର ଆସିବ ।

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ମନୁଷ୍ୟ ଜୀବନ ପାଇଁ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ । ଜ୍ୟୋତିଷଙ୍କ ଅନୁସାରେ ଗ୍ରହ ନକ୍ଷେତ୍ରଙ୍କ ପରିବର୍ତ୍ତନ ସର୍ବଦା ଲାଗି ରହିଥାଏ । ଯାହାଫଳରେ ମନୁଷ୍ୟ ଜୀବନରେ ପରିବର୍ତ୍ତନ ଦେଖା ଯାଇଥାଏ । ଗ୍ରହର ସ୍ଥିତି ଠିକ ଥିଲେ ବ୍ୟକ୍ତିର ଜୀବନ ଠିକ ଚାଲିଥାଏ କିନ୍ତୁ ଗ୍ରହ ସ୍ଥିତି ଠିକ ନ ଥିଲେ, ବ୍ୟକ୍ତିର ଜୀବନରେ ସମସ୍ୟା ଲାଗି ରହିଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ଆଜିର ରାଶିଫଳରେ ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ଆତ୍ମବିଶ୍ଵାସ ବଜାୟ ରଖନ୍ତୁ, ବିଳମ୍ବ ହେଲେ ମଧ୍ୟ ସଫଳତା ନିଶ୍ଚୟ ମିଳିବ । ମନରେ ବିଭିନ୍ନ ପ୍ରକାର ଓଲଟପାଲଟ ଚିନ୍ତାଧାରା ରହିବା ଓ ସମସ୍ତଙ୍କୁ ସନ୍ଦେହ ଦୃଷ୍ଟିରେ ହିଁ ଦେଖିବେ । ବ୍ୟବସାୟରେ ଲାଗିରହିଥିବା ସମସ୍ୟା ଗମ୍ଭୀର ରୂପା ଧାରଣ କରିପାରେ । ଆର୍ଥିକ ସ୍ଥିତି ମଧ୍ୟ ସଙ୍କଟାପର୍ଣ୍ଣ ରୂପା ଧାରଣ କରିପାରେ । ଧାର କରଜ କରି ମଧ୍ୟ ଆବଶ୍ୟକତାକୁ ପୂର୍ଣ୍ଣାଙ୍ଗ କରିବାରେ ସଫଳ ହୋଇନପାରନ୍ତି । ଚାକିରି କରୁଥିବା କର୍ମଜୀବୀ ମାନେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅପମାନିତ ହେବାକୁ ପଡିପାରେ । ଅବଶ୍ୟ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ସଙ୍ଗୀତକାରଙ୍କୁ ପ୍ରସିଦ୍ଧି ମିଳିବ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ସମଲେଶ୍ଵରୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ଆଜି ଆପଣ ଊର୍ଜାବାନ ଓ ସକ୍ରିୟ ରହିବେ । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ । ବ୍ୟବସାୟୀମାନଙ୍କ ଆର୍ଥିକସ୍ଥିତି ସୁଧାର ଆସିବା କିନ୍ତୁ ଗୁରୁତ୍ୱପୂର୍ଣ୍ଣ କାମଟିକୁ କରିନପାରି ଦୁଃଖ ଅନୁଭବ କରିପାରନ୍ତି । ଅଫିସରେ ଆପଣଙ୍କ କଥାକୁ କର୍ତ୍ତୃପକ୍ଷ ଗୁରୁତ୍ବ ଦେବେ । ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରିବେ । ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ପ୍ରସ୍ତୁତିପର୍ବ ଜୋରଦାର କରି ପାରନ୍ତି । ପାପଗ୍ରହ ମଧ୍ୟସ୍ଥ ଶୁକ୍ର ପ୍ରଭାବରେ ପାରିବାରିକ କ୍ଷେତ୍ର ବିବାଦ ବହୁଳ ରହିବ । ସୁଯୋଗ ପାଇଲେ ମଧ୍ୟ ମନୋରଞ୍ଜନ କାର୍ଯ୍ୟକ୍ରମ ଉପଭୋଗ୍ୟ ନ ହୋଇପାରେ । ଶୁଭରଙ୍ଗ: ଘିଅରଙ୍ଗ । ଆରାଧନା: ମାଆ ମଙ୍ଗଳା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ମନରେ ଆତ୍ମ ବିଶ୍ଵାସ ବୃଦ୍ଧି ପାଇଁ ଇଷ୍ଟ ଦେବୀଙ୍କୁ ସ୍ମରଣ କରନ୍ତୁ । ବ୍ୟୟଭାବସ୍ଥ ଶନି ଜନିତ ଦାମ୍ପତ୍ୟ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହେବ । ଖଳ ଲୋକମାନଙ୍କ ଦ୍ୱାରା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ । କର୍ମକ୍ଷେତ୍ରରେ ବିଗତ ଦିନ ମାନଙ୍କର ଘଟଣା ଗୁଡିକୁ ଅସ୍ଵାଭାବିକ ଭାବେ ଚିନ୍ତାର ବିଷୟ ପାଲଟିବ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ବଢିପାରେ । ଆନୁଷ୍ଠାନିକ କାମ, ଗୃହ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ । ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରତ୍ୟେକ କ୍ଷେତ୍ରରେ କୌଶଳପୂର୍ଣ୍ଣ କଥା କହି ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ପ୍ରେମ ସମ୍ବନ୍ଧ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀଗଣେଶ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ଦିନଟି ସକାରାତ୍ମକ ଫଳ ପ୍ରଦାନ କରିବ । ଶୁଭଭାବସ୍ଥ କର୍ମାଧିପ ଯୋଗୁ ଚେଷ୍ଟା କରୁଥିବା କାର୍ଯ୍ୟରେ ସଫଳତା ହାସଲ କରିବେ । ଆଜିର ଯାତ୍ରା, ପ୍ରଶାସନ, କଳା, ସାହିତ୍ୟ କ୍ଷେତ୍ରରେ ଦିନଟି ଭାରି ଭଲ ରହିବ । ବ୍ୟବସାୟରେ ପୂର୍ଣ୍ଣ ସଫଳତା ହାସଲ କରିବେ । ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ, କିନ୍ତୁ କିଛି ଲୋଭନୀୟ ପ୍ରତିଶ୍ରୁତି ପାଇ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ । କେତେକ କ୍ଷେତ୍ରରେ ଅପ୍ରିୟ ସତ୍ୟ କଥା ପ୍ରକାଶ କରି ସମସ୍ୟାକୁ ନିମନ୍ତ୍ରଣ କରିବେ । ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁ ସମ୍ପର୍କ କ୍ଷୁଣ୍ଣ ହେବା ଆଶଙ୍କା ରହିଛି । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ଭଗବାନଙ୍କୁ ସ୍ମରଣ କରନ୍ତୁ, ସମ୍ଭାବ୍ୟ ସଙ୍କଟ ଦୂର ହେବ । ଶନିଙ୍କ ଦୃଷ୍ଟିଜନିତ ଆକସ୍ମିକ ସମସ୍ୟା ଦେଖାଦେବା କାରଣରୁ ଚେଷ୍ଟା କରୁଥିବା କାର୍ଯ୍ୟରେ ଗତି ମନ୍ଥର ହେବ । ଭଲ ସମ୍ପର୍କ ଥିବା ବନ୍ଧୁମାନେ କ୍ରମଶଃ ଦୂରେଇ ରହୁଥିବାର ଅନୁଭବ କରିବେ । ଫଳରେ ମନ ଭଲ ରହିବ ନାହିଁ । ଅଫିସରେ କାହାକୁ କିଛି ନ କହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ । ଆର୍ଥିକ ସ୍ଥିତି ମାନ୍ଦା ରହିବ । ଆବଶ୍ୟକ ପୂରଣ କରିବା ସକାଶେ ବନ୍ଧୁ କିମ୍ବା ସହକର୍ମୀଙ୍କ ଠାରୁ ଧାରା କରଜ କରିପାରନ୍ତି । ପରିବାରରେ ଅସାବଧାନତା ହେତୁ ଦ୍ରବ୍ୟ ନଷ୍ଟ ଯୋଗୁଁ ମନରେ କ୍ଷୋଭ ପ୍ରକାଶ କରିପାରନ୍ତି । ପରିବାରରେ ଶାନ୍ତି ବଜାୟ ରହିବ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ତାରିଣୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ଧୌର୍ଯ୍ୟର ସହ କାର୍ଯ୍ୟ କରନ୍ତୁ । ଚନ୍ଦ୍ରଙ୍କ ସୁପ୍ରଭାବରୁ ଯେତେଟା ପରିସ୍ଥିତିକୁ ଜଟିଳ ମନେକରୁଛନ୍ତି ବାସ୍ତବରେ ସେପରି କିଛି ହେବ ନାହିଁ । ନିକଟ ସମ୍ପର୍କୀୟଙ୍କ ଠାରୁ ବାଧିଲାଭଳି କଥା ଶୁଣି ସବୁ ଆନନ୍ଦ ପାଣିଫୋଟକା ପରି କୁଆଡ଼େ ମିଳେଇଯିବ । କିନ୍ତୁ ଏଭଳି ପରିସ୍ଥିତିରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଛୋଟ ଛୋଟ ଘଟଣାକୁ କେନ୍ଦ୍ରକରି ପରିବାରରେ ମନାନ୍ତର ସୃଷ୍ଟି ହୋଇପାରେ । ନିକଟରେ ରହୁଥିବା ବ୍ୟକ୍ତିମାନେ ଶତ୍ରୁତା ଆଚରଣ କରିପାରନ୍ତି । ଦାଂପତ୍ୟ ସମ୍ବନ୍ଧ ମଧୁର ହେବ । ଶୁଭରଙ୍ଗ: ମେରୁନ । ଆରାଧନା: ପ୍ରଭୁ ହନୁମାନ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ । କର୍ମସ୍ଥ ଲାଭାଧିପ ହେତୁ ଉଦ୍ଦେଶ୍ୟ ସାଧିତ ହେବ ଏବଂ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ । ବ୍ୟବସାୟୀମାନେ ବେଶ ଲାଭବାନ ହେବେ ଏବଂ କର୍ମଜୀବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣରେ ହସଖୁସିରେ ଦିନଟି ବିତାଇବେ । ଚାକିରୀ କ୍ଷେତ୍ରରେ ଅଧିକାରୀଙ୍କ ଠାରୁ ସହଯୋଗ ମିଳିବ । ପାରିବାରିକ ସ୍ଥିତି ଭଲ ରହି ନ ପାରେ । ପାଖ, ପଡୋଶୀଙ୍କ ମୂଲ୍ୟହୀନ କଥାରେ ମୁଣ୍ଡ ପୂରାଇ ଶତ୍ରୁତାକୁ ନିମନ୍ତ୍ରଣ କରିପାରନ୍ତି । ଅବସର ସମୟରେ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ । ଶୁଭରଙ୍ଗ: ସବୁଜ ରଙ୍ଗ । ଆରାଧନା: ବିଷ୍ଣୁ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ଆପଣ ନିଜ ଉପରେ ଭରସା ରଖନ୍ତୁ ଏବଂ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ । ଅନୁକୂଳ ଗ୍ରହସ୍ଥିତିରୁ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ । ଅବଶ୍ୟ ସୁଚିନ୍ତିତ ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ତତ୍ପରତା ପ୍ରକାଶ କରିପାରନ୍ତି । କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ବ୍ୟବସାୟ ବାଣିଜ୍ୟର ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ପରିଶ୍ରମର ଯଥେଷ୍ଟ ଫାଇଦା ଆପଣଙ୍କୁ ମିଳିବ । ପୁରୁଣା ସମସ୍ୟା ଓ ପୁରୁଣା ରୋଗ ପୁନଃରାୟ ମୁଣ୍ଡ ଟେକିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରାତାରିଣୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ସକାରାତ୍ମକ ଭାବନାରେ ରହନ୍ତୁ, କାମ କରିବା ସହଜ ହେବ । ସ୍ଵଗୃହୀଚନ୍ଦ୍ର ଧନାଧିପ ଯୁକ୍ତ ହେତୁ ଅର୍ଥଲାଭ ସଙ୍ଗକୁ ମନୋରଞ୍ଜନ ପାଇଁ ଚେଷ୍ଟିତ ହେବେ । କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ଯାହାକି ବନ୍ଧୁ ଗହଣରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିବ । ଚାକିରୀ କରୁଥିବା ବ୍ୟକ୍ତିମାନେ ନିଜ କାର୍ଯ୍ୟଦକ୍ଷତା ବଳରେ, ସମସ୍ତଙ୍କ ପ୍ରିୟପାତ୍ର ହେବେ ଓ ପ୍ରଶଂସାର ପତ୍ର ହେବେ । ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡର ରୋଗରେ କଷ୍ଟ ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ଦିନଟି ଆପଣଙ୍କ ପାଇଁ ମାଧ୍ୟମ ଫଳ ପ୍ରଦାନ କରିବ । ଆଜିର ଚନ୍ଦ୍ର ଓ ମଙ୍ଗଳଙ୍କ ଦୃଷ୍ଟି ଫଳରେ ଆକସ୍ମିକ କଳହର କାରଣ ହୋଇପାରେ । ନକରାତ୍ମକ ଚିନ୍ତାଧାରା ଓ ମାନସିକ ଉତ୍ତେଜନା ମଧ୍ୟରେ ସାରା ଦିନ ଅତିବାହିତ କରିବେ । ବିଭିନ୍ନ ସମସ୍ୟାମୂଳକ ବିଷୟକୁ ଚିନ୍ତାକରି ଅନ୍ୟମନସ୍କ ରହିପାରନ୍ତି କିନ୍ତୁ ବନ୍ଧୁମିଳନ ମାଧ୍ୟମରେ ମନକୁ ଖୁସୀ ରଖିବ । କାର୍ଯ୍ୟବ୍ୟସ୍ତତା ଯୋଗୁଁ କୌଣସି ଗୋଟିଏ ସ୍ଥାନରେ ସ୍ଥିର ଭାବରେ ମଧ୍ୟ ରହି ପାରିବେ ନାହିଁ । ଆକସ୍ମିକ ଭାବରେ ସହକର୍ମୀଙ୍କ ସହ ଏକ ସାଧାରଣ କଥାକୁ ନେଇ କଳହ ଘଟିପାରେ । ପରିଶ୍ରମ ମୁତାବକ ଫଳ ନ ପାଇବା କାରଣରୁ ଭାବପ୍ରବଣତା ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଶାରଳା ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ସମସ୍ୟା ଓ ପ୍ରତିବନ୍ଧକ କାରଣରୁ ବିଭିନ୍ନ ପ୍ରକାରର ନକାରାମତ୍କ ଚିନ୍ତାଧାରା ମନକୁ ବିଭ୍ରାନ୍ତ କରାଇପାରେ । ଶଷଷ୍ଠସ୍ଥ ରବି ହେତୁ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ଅବଶ୍ୟ ପାଇବେ କିନ୍ତୁ ସାଧାରଣ ସମସ୍ୟା ମଧ୍ୟ ରହିବ । କାରବାର ବିସ୍ତାର ଲାଗି ନୂଆ ଯୋଜନା ପ୍ରସ୍ତୁତ କରିବେ । କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ । ଅଫିସରେ କେତେକ ଦିଗରୁ ଚାପର ସମ୍ମୁଖୀନ ହୋଇପାରନ୍ତି । ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କର ସମାଲୋଚିତ ହେବେ । ଆଲୋଚନା, ଚୁକ୍ତିପତ୍ରରେ ତରବରିଆ ପଦକ୍ଷେପ ଗ୍ରହଣ କରିବା ଠିକ୍‌ ହେବ ନାହିଁ । ପାରିବାରିକ କ୍ଷେତ୍ରରେ ନିଜର ପ୍ରାଧାନ୍ୟତା ଅକ୍ଷୁଣ୍ଣ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ଦିନଟି ସମ୍ୟକ କଷ୍ଟ ଦାୟକ ରହିବ । ଆପଣ ନୂଆ ଲକ୍ଷ ହାସଲ କରିବେ । ପାପଗ୍ରହ ପ୍ରଭାବରୁ କର୍ମକ୍ଷେତ୍ରରେ ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ । କାର୍ଯ୍ୟକ୍ଷେତ୍ରରେ ବିଭିନ୍ନ ପ୍ରକାର ବାଧାବିଘ୍ନ ମଧ୍ୟ ଦେଇ ଗତି କରିବାକୁ ପାଇବା । ବ୍ୟବସାୟରେ ଆର୍ଥିକ ସ୍ଥିତି ମାନ୍ଦା ରହିବ । ଚାକିରୀ କ୍ଷେତ୍ରରେ ଅତ୍ୟଧିକ କାର୍ଯ୍ୟଭାର ରହିବା ଫଳରେ ମନରେ ସରସତା ରହିବ ନାହିଁ । ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ଶନିଙ୍କ ଦୃଷ୍ଟିରେ ରବି ଓ ଚନ୍ଦ୍ର ରହିଥିବାରୁ ନିଜର ଅନ୍ୟମନସ୍କ ଓ ଭୁଲ୍‌ ବୁଝାମଣା ଯୋଗୁ ପାରିବାରିକ ଶାନ୍ତି ନଷ୍ଟ ହୋଇପାରେ । ବୈବାହିକ ଜୀବନ ହସଖୁସିରେ କଟିବ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ବିରଜା ।

Leave a Reply

Your email address will not be published. Required fields are marked *