27 ଅଗଷ୍ଟ 2020, ଗୁରୁବାର- ଆଜି ୬ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭଦାୟକ ରହିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ ।

27 ଅଗଷ୍ଟ 2020, ଗୁରୁବାର- ଆଜି ୬ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭଦାୟକ ରହିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ ।

27 ଅଗଷ୍ଟ 2020, ଗୁରୁବାର- ଆଜି ୬ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଶୁଭଦାୟକ ରହିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଦୁଃଖ କଷ୍ଟ ଦୂର ହେବ ।

ଆମେ ଆପଣଙ୍କୁ ୨୭ ଅଗଷ୍ଟ, ଗୁରୁବାରର ରାଶିଫଳ କହିବାକୁ ଯାଉଛି । ରାଶିଚକ୍ର ମନୁଷ୍ୟ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଏହାର ପ୍ରଭାବ ବ୍ୟକ୍ତିଙ୍କ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଗ୍ରହର ପରିବର୍ତ୍ତନ ଫଳରେ ରାଶିଗୁଡିକ ଉପରେ ମଧ୍ୟ ଭଲ ହେଉ ବା ମନ୍ଦ କିଛି ନା କିଛି ପ୍ରଭାବ ନିଶ୍ଚୟ ପଡିଥାଏ । ଗ୍ରହର ସ୍ଥିତି ଭଲ ଥିଲେ ବ୍ୟକ୍ତିର ଜୀବନରେ ଏହାର ସୁପ୍ରଭାବ ପଡିଥାଏ ଓ ବ୍ୟକ୍ତି ଉନ୍ନତି କରିଥାଏ କିନ୍ତୁ ଗ୍ରହ ସ୍ଥିତି ଭଲ ନ ଥିଲେ, ବ୍ୟକ୍ତିର ଜୀବନରେ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଥାଏ । ଜୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ଆଜି କୌଣସି ସମସ୍ୟା ଆପଣଙ୍କୁ ବିଚଳିତ କରି ପାରିବ ନାହିଁ । ମଙ୍ଗଳଙ୍କ ପ୍ରଭାବରୁ ଆରୋଗ୍ୟ ଲାଭ ହେତୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ । ବିଭିନ୍ନ ପ୍ରତିବନ୍ଧକ ଓ ପରୋକ୍ଷ ଶତ୍ରୁତା ରହିଥିଲେ ମଧ୍ୟ ଆପଣଙ୍କ କାମ ଉପରେ କୌଣସି କୁପ୍ରଭାବ ପଡିବ ନାହିଁ । କିନ୍ତୁ କୌଣସି ବ୍ୟକ୍ତିଙ୍କ ସହ ମନାନ୍ତର ହୋଇପାରେ । କର୍ମକ୍ଷେତ୍ରରେ ସମସ୍ୟା ଦୂରେଇ ଯିବ । ଆର୍ଥିକ କ୍ଷେତ୍ରରେ ମଧ୍ୟ ପରିବର୍ତ୍ତନ ଆସିବ । ଅଫିସରୁ ଆସିବା ବେଳକୁ ନିଜ ମନ ପସନ୍ଦର ଜିନିଷଟି କିଣିବାରେ ସମର୍ଥ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଦେଖା ଯାଇପରେ । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । ଇଚ୍ଛା ବିରୋଧରେ କୌଣସି କାମକରି ପଶ୍ଚାତ୍ତାପ କରିପାରନ୍ତି । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ମଙ୍ଗଳା ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ଦିନଟି ଆପଣଙ୍କ ଲାଗି ଅତି ଉତ୍ତମ ରହିବ । ଚନ୍ଦ୍ର ଗୁରୁଦୃଷ୍ଟିରେ ରହିଥିବାରୁ ଯାତ୍ରାରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ସମସ୍ତ କାର୍ଯ୍ୟ ସହଜରେ ସମ୍ପନ୍ନ ହେବ । ଅଫିସରେ ଲାଗି ରହିଥିବା ଦ୍ଵନ୍ଦ ଦୂର ହେବ ଏବଂ ସହକର୍ମୀଙ୍କ ସହଯୋଗ ମଧ୍ୟ ପାଇବେ । ଆର୍ଥିକ ସ୍ଥିତିରେ କ୍ରମଶଃ ସୁଧାର ଆସିବା ଯୋଗୁଁ ମନରେ ଆନନ୍ଦର ଲୋହରି ଖେଳି ଉଠିବ । ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ନଚେତ ଆଗାମୀ ଦିନରେ ଅସୁବିଧାରେ ପଡ଼ିପାରନ୍ତି । ଜୀବନସାଥୀ ଆପଣଙ୍କ କଥାରେ ପ୍ରଭାବିତ ହେବେ । ବୈବାହିକ ଜୀବନ ଆନନ୍ଦମୟ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ଆତ୍ମା ବିଶ୍ଵାସ ବଜାୟ ରଖନ୍ତୁ, ଭଗବାନଙ୍କୁ ସ୍ମରଣ କରନ୍ତୁ ଦିନଟି ଭଲରେ କଟିବ । ରବିଙ୍କ ଦୁର୍ବଳତା ଆପଣଙ୍କ ସ୍ଵାସ୍ଥ୍ୟ ଅବସ୍ଥା ନିର୍ଦ୍ଦେଶିତ କରୁଥିଲେ ମଧ୍ୟ ଅନ୍ୟମାନଙ୍କ ସହାୟତାରେ ଆଶା ପୂରଣ ହୋଇପାରିବ । ଦୀର୍ଘଦିନ ହେଲା ଆର୍ଥିକ ଅନଟନ ମଧ୍ୟ ଦେଇ ଗତି କରୁଥିବା ଯୋଗୁଁ ମାନସିକ ଶାନ୍ତି ବ୍ୟାହତ ହୋଇପାରେ । ନୀଚସ୍ଥ ଶୁକ୍ର ପ୍ରଭାବରେ ଯାହା କଲେ ମଧ୍ୟ ସୁଫଳ ମିଳିବ ନାହିଁ । ବ୍ୟବସାୟରେ ଆର୍ଥିକ ସ୍ଥିତି ମାନ୍ଦା ରହିବା ସଙ୍ଗେ ସଙ୍ଗେ ସମସ୍ୟା ବହୁଳ ରହିବ । ଅଫିସରେ ମଧ୍ୟ କାର୍ଯ୍ୟ ଚାପ ସଙ୍ଗେ ସଙ୍ଗେ ଉଚ୍ଚଧିକାରୀଙ୍କ କ୍ଷୁବ୍ଧ କଥାବାର୍ତ୍ତା ମନକୁ ବିଚଳିତ କରିବ । ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇ ପରିସ୍ଥିତିକୁ ଲାଘବ କରିବେ । ପରିବାରରେ ପାରସ୍ପରିକ ସହଯୋଗ ପରିବେଶକୁ ସରସ, ସୁନ୍ଦର କରିବାରେ ସହାୟକ ହେବ । ଜୀବନ ସାଥିଙ୍କ ପୂର୍ଣ୍ଣ ସହଯୋଗ ଫଳରେ ମନକୁ ସମ୍ୟକ ଶାନ୍ତି ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ଶାରୀରିକ ଓ ମାନସିକ ଦୃଷ୍ଟି କୋଣରୁ ମନ ଭଲ ରହିଲେ ମଧ୍ୟ ଆର୍ଥିକ ଦୃଷ୍ଟି କୋଣରୁ ମନ ଅସ୍ଥିର ରହିବ । ଦୀର୍ଘଦିନ ପରିଶ୍ରମର ସାର୍ଥକତା ସ୍ଵରୂପ ସଫଳତା ଯୋଗୁଁ ମନରେ ଆନନ୍ଦ ଅନୁଭବ କରିବେ । ସାମୟିକ ଭାବେ ଅର୍ଥ ସଂକଟ କାର୍ଯ୍ୟ କ୍ଷେତ୍ରରେ ପ୍ରତିବାନ୍ଧକ ସାଜିପାରେ । କାର୍ଯ୍ୟକ୍ଷେତ୍ରରେ କିଛି ପରିବର୍ତ୍ତନ ଆସିବା ଯାହା ଭବିଷ୍ୟତରେ ଲାଭ ହୋଇପାରେ । ଚାକିରି କରୁଥିବା କର୍ମଜୀବିଙ୍କ ଉପରେ ମଧ୍ୟ କାର୍ଯ୍ୟର ଚାପ ବୃଦ୍ଧି ପାଇବ, ଯାହାଫଳରେ କର୍ମବିମୁଖୀ ମନୋଭାବ ଦେଖାଯାଇପାରେ । ଭଲ ସମ୍ପର୍କ ରହିଥିବା କୌଣସି ଭଦ୍ର ମହିଳାଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି । ଅପରାହ୍ନରେ ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ବଢ଼ିଆ ରହିବ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ମାଆ ଭୈରବୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ହେବାର ସମ୍ଭାବନା । ଆଜି ଶୁକ୍ରଙ୍କ ସ୍ଥାନ ପ୍ରଭାବରୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ନିଜ ପରିସରରେ ରହୁଥିବା ବ୍ୟକ୍ତିମାନଙ୍କ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ । ଆର୍ଥିକ ସ୍ୱଚ୍ଛଳତା ଫେରି ପାଇବେ । ସଫଳତା ପାଇବା ଦିଗରେ ଅଗ୍ରସର ହେବେ । କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍ ଦେବାକୁ ପଡ଼ିପାରେ । ସାମୂହିକ କାର୍ଯ୍ୟରେ ନିଜକୁ ସାମିଲ୍‌ କରି ପରିବାର ପାଇଁ ସମୟ ଦେଇପାରିବେ ନାହିଁ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଶାରଳା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ଧାର୍ମିକ ତଥା ଆଧ୍ୟାତ୍ମିକ କାର୍ଯ୍ୟରେ ସମୟ ବିତିବ । ରାଶିରେ ବୁଧଙ୍କ ଅବସ୍ଥିତି ଯୋଗୁଁ ବନ୍ଧୁଙ୍କ ସହାୟତାରେ ଅର୍ଥ ଲାଭ ଅବଶ୍ୟମ୍ଭାବୀ ଅଟେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରି ନିଅନ୍ତୁ ନତୁବା ପରେ ପଶ୍ଚାତ୍ତାପ କରିବାକୁ ପଡ଼ିପାରେ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ପୁରୁଣା ବନ୍ଧୁଙ୍କ ସହିତ ଫୋନ ଯୋଗେ କଥାବାର୍ତ୍ତା କରିବେ, ବନ୍ଧୁମାନଙ୍କ ପ୍ରଶଂସା ସୂଚକ ବାକ୍ୟ ଆପଣଙ୍କୁ ଭାବ ବିଭୋର କରାଇପାରେ । ବକେୟା ଅର୍ଥ ଆଦାୟ କରିବାକୁ ଯାଇ ବିବାଦରେ ଫସି ଯାଇପାରନ୍ତି । ପାଖ ପଡ଼ୋଶୀଙ୍କ ଘରୋଇ କଳହକୁ ନେଇ ନିଜ ଘରେ ଅଶାନ୍ତି ଲାଗିରହିବ । ତେଣୁ ଅନ୍ୟର ବ୍ୟକ୍ତିଗତ ବା ବିବାଦୀୟ ଘଟଣାରେ ମୁଣ୍ଡ ନ ପୁରାଇବା ଭଲ ହେବ । ଦାମ୍ପତ୍ୟ ଜୀବନରେ ସମଞ୍ଜସ୍ୟତା ରହିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଚର୍ଚ୍ଚିକା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ଇଷ୍ଟ ଦେବୀଙ୍କୁ ସ୍ମରଣ କରନ୍ତୁ, ସମସ୍ତ ବାଧା ବିଘ୍ନ ଦୂରେଇ ଯିବ । ଚନ୍ଦ୍ରଙ୍କ ଦୁର୍ବଳତା କାରଣରୁ ସାମୟିକ ମନ ମାନ୍ଦା ରହିଲେ ମଧ୍ୟ ବନ୍ଧୁମାନଙ୍କ ଆଶ୍ୱାସନାରୁ ମନ ବଦଳିଯିବ । ପାରିବାରିକ କ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସହ ସମ୍ପର୍କ ହାନି ଯୋଗୁଁ ଚିନ୍ତା ପ୍ରକଟ କରିପାରନ୍ତି । ପ୍ରତିଦ୍ୱନ୍ଦ୍ୱିତା କିମ୍ବା ବିରୁଦ୍ଧାଚରଣ କରୁଥିବା ବ୍ୟକ୍ତିଟି ଦୋଷାରୋପ କରି ସମସ୍ୟାକୁ ବଢାଇ ଦେଇପାରନ୍ତି । କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ୱାସୀ ମନେ କରିବେ । ସହକର୍ମୀ କିମ୍ବା ବନ୍ଧୁଙ୍କ ନିକଟରୁ ଧାରା କରଜ କରିବାକୁ ପଡିବ । ପରିବାର ସଦସ୍ୟଙ୍କ ସହିତ କୌଣସି ଗୁରୁତ୍ଵପୂର୍ଣ୍ଣ ବିଷୟ ଉପରେ ଆଲୋଚନା କରିବେ । ସ୍ଵାସ୍ଥ୍ୟ ସମସ୍ୟା ଗୁରୁତର ନ ହେଲେ ମଧ୍ୟ ବିଶେଷ ଭଲ ରହି ନ ପାରେ । ବୈବାହିକ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା : ମାଆ ଭୈରବୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ଦିନଟି ଆପଣଙ୍କ ଖଟାମିଠା ରହିବ । ବୁଧ ଷଷ୍ଠଭାବସ୍ଥ ଯୋଗୁ ଯେକୌଣସି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିପାରିଲେ ଭଲ । କର୍ମକ୍ଷେତ୍ରରେ ଲାଗି ରହିଥିବା ବ୍ୟତିକ୍ରମ ବିଷୟକୁ ଚିନ୍ତାକରି ମନ ବିଚଳିତ ରହିବ । ଅଫିସରେ ଆପଣଙ୍କର ଦାୟିତ୍ଵ ବୃଦ୍ଧି ହେବାର ସମ୍ଭାବନା । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆର୍ଥିକ ସ୍ଥିତି ମାଧ୍ୟମ ରହିବ । ବନ୍ଧୁବର୍ଗଙ୍କ ସକାଶେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ । ମନର ଦୁଃଖକୁ ଲୁଚାଇ ରଖି ହସି ହସି କଥା କହିବାର ଅପଚେଷ୍ଟା କରି ଧରାପଡ଼ି ଯାଇପାରନ୍ତି । ଜୀବନ ସାଥିଙ୍କ ସହ ମନର ଦୁଃଖ ପ୍ରକାଶ କରିବେ ଯାହାଫଳରେ ମନକୁ ସାମୟିକ ଆଶ୍ଵସ୍ତି ମିଳିବ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ଶ୍ରୀଗଣେଶ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ସକାରାତ୍ମକ ମନୋଭାବ ନେଇ କାମ କରନ୍ତୁ; ସଫଳତା ପାଇବେ । କର୍ମ ସ୍ଥାନରେ ବୁଧ ଓ ମଙ୍ଗଳ ଦୃଷ୍ଟି ଆକର୍ଷଣ ଫଳରେ ସାମାଜିକ ସମ୍ମାନ ଓ ସଦିଚ୍ଛା ଯଥେଷ୍ଟ ପାଇବେ । ରବିଙ୍କ ଦୁର୍ବଳତା କାରଣରୁ ଧନହାନି ଓ କର୍ମକ୍ଷେତ୍ରରେ ଚାପ ମାନସିକ ଶାନ୍ତିକୁ ନଷ୍ଟ କରିବାର ଆଶଙ୍କା ରହିଛି । ବନ୍ଧୁଙ୍କ ମିଥ୍ୟା ପ୍ରତିଶ୍ରୁତି ଦେଇ ମନରେ ଗଭୀର ଆଘାତ ପହଞ୍ଚିବ । ସାମାଜିକ କାର୍ଯ୍ୟରେ ସହଭାଗିତା କରିବେ । କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ । ଅଫିସର ଆଲୋଚନା କ୍ଷେତ୍ରରେ ନିଜର ପ୍ରାଧାନ୍ୟତା ବଜାୟ ରହିବେ । କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ, ନଚେତ ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି । ସ୍ଵାର୍ଥ ସାଧନରେ ନିରାଶ ହୋଇ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ସଙ୍କଟରୁ ମୁକୁଳିବା ପାଇଁ ଇଷ୍ଟଦେବୀଙ୍କୁ ଆରୋଧନ କରନ୍ତୁ । ରାଶିରେ ରାହୁଙ୍କ ସ୍ଥିତି କାରଣରୁ ବିବାଦୀୟ ଚିନ୍ତାଧାରା ସାଙ୍ଗକୁ ସ୍ଵାସ୍ଥ୍ୟ ସମସ୍ୟା ଦେଖାଦେଇପାରେ । ନିକଟ ସମ୍ପର୍କୀୟମାନଙ୍କ ସହ ସୁସମ୍ପର୍କ ସ୍ଥାପନ କରିବା ପାଇଁ ଚେଷ୍ଟା କରିଲେ ମଧ୍ୟ ସେମାନେ ଆପଣଙ୍କ ପ୍ରସ୍ତାବକୁ ଏଡାଇ ଦେବେ । କର୍ମକ୍ଷେତ୍ରରେ ଗୋଟିଏ ପରେ ଗୋଟିଏ ସମସ୍ୟା ଲାଗି ରହିବା ଫଳରେ ମନରେ ସରସତା ରହିବା ନାହିଁ । ଅଫିସରେ ଅଟକି ଯାଇଥିବା କିଛି କାମ ପାଇଁ ଅପଦସ୍ଥ ହୋଇପାରନ୍ତି । ଆନୁଷ୍ଠାନିକ କିମ୍ବା ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । କେତେକ କ୍ଷେତ୍ରରେ ସୁଯୋଗ ହାତ ଛଡା ହେବା ଫଳରେ ମନରେ ବିଷାଦ ଭାବନା ଜନ୍ମିବ । ପାରିବାରିକ କ୍ଷେତ୍ରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ । ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ବାବା ଆଖଣ୍ତଳମଣି ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ । ପ୍ରତିକୂଳ ଗ୍ରହଙ୍କ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ଓ କାର୍ଯ୍ୟରେ ଦ୍ୱନ୍ଦ୍ୱାତ୍ମକ ସ୍ଥିତି ଉପୁଜିବ । ପ୍ରତ୍ୟେକ କ୍ଷେତ୍ରରେ ଆଶା ଓ ବିଶ୍ୱାସ ନେଇ ଆଗକୁ ମାଡ଼ି ଚାଲନ୍ତୁ, ଅବଶ୍ୟ ଉପକୃତ ହେବେ । ବନ୍ଧୁଙ୍କ କଥାକୁ ସହଜରେ ଗ୍ରହଣ କଲେ କର୍ମକ୍ଷେତ୍ରରେ ସମସ୍ୟାରୁ ମୁକୁଳି ଯାଇପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ ନତୁବା ଆକସ୍ମିକ ଭାବରେ କଳହ ସୃଷ୍ଟି ହୋଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ମନର ବଳ ଖୁବ୍‌ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରି ପାରିବେ । ଚାକିରୀ କ୍ଷେତ୍ରରେ ବରିଷ୍ଠ ଅଧିକାରୀ ଅସନ୍ତୁଷ୍ଟ ହୋଇପାରନ୍ତି । ପରିବାର ସହ ସମୟ ଅତିବାହିତ କରିବେ । ଅଯଥା ଧନ ଖର୍ଚ୍ଚରୁ ବଞ୍ଚିତ ରହିବକୁ ଚେଷ୍ଟା କରନ୍ତୁ । ଜୀବନସାଥୀଙ୍କ ପୁରା ସମର୍ଥନ ଓ ସହଯୋଗ ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ଜୀବନସାଥୀଙ୍କ ସମର୍ଥନ ପାଇ ମନୋବଳକୁ ଦୃଢ କରିବେ । ରାଶିରେ ଚନ୍ଦ୍ରର ଅବସ୍ଥାନ ଯୋଗୁଁ କାର୍ଯ୍ୟ କରିବା ନିମନ୍ତେ ଆଗ୍ରହ ପ୍ରକାଶ କରିବେ କିନ୍ତୁ ଅର୍ଥାଭାବ କାରଣରୁ ଦୁଃଖଦ ପରିସ୍ଥିତିର ସମ୍ମୁଖୀନ ହେବାକୁ ପଡ଼ିପାରେ । ପରୋକ୍ଷ ଶତ୍ରୁତା ଯୋଗୁଁ କାର୍ଯ୍ୟରେ ବିଭିନ୍ନ ପ୍ରକାର ପ୍ରତିବାନ୍ଧକ ଓ ସମସ୍ୟା ସୃଷ୍ଟି ହୋଇପାରେ । ଆଜି କୌଣସି ସମାରୋହରେ ଯୋଗ ଦେଇପାରନ୍ତି । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାକୁ ଉଦ୍ୟମ କରିବେ । ଅଫିସରେ ନିଜ କର୍ତ୍ତବ୍ୟକୁ ସୂଚାରୁ ରୂପେ ପାଳନ କରିଲେ ମଧ୍ୟ ଉପରିସ୍ଥ କର୍ମଚାରୀ ଅଯଥା କ୍ରୋଧ ପ୍ରକାଶ କରିପାରନ୍ତି । ସ୍ନାୟବିକ ଦୁର୍ବଳତା ଅନୁଭବ କରି କର୍ମକ୍ଷେତ୍ରରୁ ଓହରି ଆସିପାରନ୍ତି । ପାଖ ପଡ଼ୋଶୀଙ୍କ ସହ ସମ୍ପର୍କକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ଅଶାନ୍ତି ସୃଷ୍ଟି ହେବାର ସୂଚନା ରହିଛି । ଜୀବନ ସାଥିଙ୍କ ପୂର୍ଣ୍ଣ ସହଯୋଗ ପାଇବେ । ଶୁଭରଙ୍ଗ: ଗୋଲାପି । ଆରାଧନା: ସନ୍ତୋଷୀ ମାତା ।

Leave a Reply

Your email address will not be published. Required fields are marked *