27 ଫେବୃୟାରୀ 2020, ଗୁରୁବାର- ଗ୍ରହ ନକ୍ଷେତ୍ରର ସ୍ଥିତି ପରିବର୍ତ୍ତନ ଯୋଗୁଁ ୭ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ଦ୍ଵିଗୁଣିତ ଲାଭ ଏବଂ କର୍ମକ୍ଷେତ୍ରରେ

27 ଫେବୃୟାରୀ 2020, ଗୁରୁବାର- ଗ୍ରହ ନକ୍ଷେତ୍ରର ସ୍ଥିତି ପରିବର୍ତ୍ତନ ଯୋଗୁଁ ୭ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ଦ୍ଵିଗୁଣିତ ଲାଭ ଏବଂ କର୍ମକ୍ଷେତ୍ରରେ ପଦୋନ୍ନତିର ଯୋଗ ରହିଛି ।

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଜୋତିଷଙ୍କ ଅନୁସାରେ ଗ୍ରହ ନକ୍ଷେତ୍ରଙ୍କ ପରିବର୍ତ୍ତନ ସର୍ବଦା ଲାଗି ରହିଥାଏ । ଯାହାଫଳରେ ମନୁଷ୍ୟ ଜୀବନରେ ପରିବର୍ତ୍ତନ ଦେଖା ଯାଇଥାଏ । ଗ୍ରହର ସ୍ଥିତି ଠିକ ଥିଲେ ବ୍ୟକ୍ତିର ଜୀବନ ଠିକ ଚାଲିଥାଏ କିନ୍ତୁ ଗ୍ରହ ସ୍ଥିତି ଠିକ ନ ଥିଲେ, ବ୍ୟକ୍ତିର ଜୀବନରେ ସମସ୍ୟା ଲାଗି ରହିଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଠି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ମନରେ ସକାରାତ୍ମକ ଭାବନା ବଜାୟ ରଖନ୍ତୁ । କର୍ମଭାବସ୍ଥ କର୍ମାଧିପତି ଯୋଗୁଁ ପ୍ରତ୍ୟେକ ପ୍ରକାରର ବିବାଦୀୟ ପରିସ୍ଥିତିକୁ ଦୃଢ଼ ମୁକାବିଲା କରିବାରେ ସମର୍ଥ ହୋଇପାରିବେ । ପଡ଼ୋଶୀଙ୍କ ସହ ମିଷ୍ଟାଳାପରେ ଆଜି ଅଧିକାଂଶ ସମୟ କଟାଇବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତ ମଧ୍ୟ ହେବେ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଅଫିସ ତରଫରୁ ବାହାରକୁ ଯିବାର ସୁଯୋଗ ମିଳିବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭକାର୍ଯ୍ୟ ପରିପ୍ରେକ୍ଷୀରେ ଆତ୍ମୀୟମାନଙ୍କ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ମାଆ ତାରିଣୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ଘରେ ଧାର୍ମିକ କାର୍ଯ୍ୟର ଆୟୋଜନ କରିପାରନ୍ତି । ରବି ଓ ବୁଧ କେନ୍ଦ୍ରସ୍ଥ ଯୋଗୁଁ ପାରିବାରିକ ସମ୍ପର୍କୀୟ ଓ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ବ୍ୟବସାୟରେ ଆୟ ବୃଦ୍ଧି କରିବା ପାଇଁ ନୂଆ ନୂଆ ବିକଳ୍ପ ଅବଲମ୍ବନ କରିବେ ଓ କୃତକାର୍ଯ୍ୟ ମଧ୍ୟ ହେବେ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା । ଅଫିସରେ କାର୍ଯ୍ୟଭାର ଅଧିକ ହେତୁ ମନରେ ବିରକ୍ତି ଭାବ ଜାତ ହେବ । ଗୃହ, ଭୂମି, ଗାଡ଼ିମୋଟର, ପ୍ରେସ୍‌, ପବ୍ଲିିକେଶନ ସମ୍ପର୍କିତ ଦୁଶ୍ଚିନ୍ତା ବଢିପାରେ । ପରିବାର, ବ୍ୟବସାୟ, ସଭାସମିତି, ପରିବହନ, ପ୍ରଶାସନିକ କ୍ଷେତ୍ରରେ ସୁଫଳ ପାଇବେ । କଠୋର ଶ୍ରମ ଯୋଗୁ ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ । ସମ୍ପର୍କୀୟଙ୍କ କାମରେ ସାହାଯ୍ୟ କରି ଆତ୍ମ ସନ୍ତୋଷ ପାଇବେ । ପରିବାରରେ ବହୁତ ଦିନରୁ ଚାହିଁ ବସିଥିବା ପ୍ରତୀକ୍ଷିତ ଖବର ହଠାତ୍‌ ପାଇ ଖୁସି ହୋଇଯିବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବିରଜା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ଦିନଟି ଆପଣଙ୍କ ଲାଗି ମହତ୍ୱପୂର୍ଣ୍ଣ ରହିବ । କର୍ମସ୍ଥ ଶୁକ୍ର ଓ ଚନ୍ଦ୍ର ପ୍ରଭାବରୁ ଆର୍ଥିକ ଉନ୍ନତି ସହ ମନୋରଞ୍ଜନ ଉପକରଣ କ୍ରୟ କରିପାରନ୍ତି । ବ୍ୟବସାୟରେ ଆଶାତୀତ ଲାଭ ହୋଇପାରେ । ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ । ସରକାରୀ ସ୍ତରରୁ ଅର୍ଥ ସାହାଯ୍ୟ ପାଇବେ ଏବଂ ହଠାତ୍‌ କାୈଣସି ଖବର ପାଇ ଖୁସି ହେବେ । ଅଫିସର କୌଣସି ଗୁରୁତ୍ଵପୂର୍ଣ୍ଣ ବୈଠକରେ ଅପ୍ରିୟ ସତ୍ୟ କଥା ପ୍ରକାଶ କରି ସହକର୍ମୀଙ୍କ ସହ ପରୋକ୍ଷରେ ଶତ୍ରୁତା ହୋଇଯିବାର ସମ୍ଭାବନା ରହିଛି । ରାଜନୀତିରେ ପ୍ରାଧାନ୍ୟ ବଢ଼ିବ । ନିକଟ ସମ୍ପର୍କୀୟମାନଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ପରିବାର ସଦସ୍ୟଙ୍କ ସ୍ଵାସ୍ଥ୍ୟ ସକାଶେ ଚିନ୍ତିତ ରହିପାରନ୍ତି । ଆର୍ଥିକ ସ୍ଥିତି ଭଲ ରହିବା ସହ ଗୃହ, ବାହାନ ପ୍ରାପ୍ତିର ଯୋଗ ହୋଇପାରେ । ଜୀବନସାଥୀଙ୍କ ଠାରୁ ପର୍ଯ୍ୟାପ୍ତ ପ୍ରେମ ପାଇବେ । ଶୁଭରଙ୍ଗ: କଫିରଙ୍ଗ। ଆରାଧନା: ଶ୍ରୀକୃଷ୍ଣ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ବେଶ ଭଲ ରହିବ । ରାଶିରେ ବୁଧ ଓ ଶୁକ୍ର ରହିଥିବାରୁ ଆଜିର କର୍ମକ୍ଷେତ୍ରରେ ଯେକୌଣସି ପରିସ୍ଥିତି ଆସୁନା କାହିଁକି, ଆପଣ ସମସ୍ୟାକୁ ସୁଧାରି ନେଇ ପାରିବେ । ନୂତନ କର୍ମ ପ୍ରାପ୍ତି ହେବ । ଆର୍ଥିକ ସ୍ଥିତି ମଜବୁତ ରହିବ । ଚାକିରି ଜୀବିମାନେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବା କିନ୍ତୁ ଶାରୀରିକ ପରିଶ୍ରମ ଜନିତ କ୍ଳାନ୍ତି ଅନୁଭବ କରିବେ । ସଭାସମିତିରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ଫଳରେ ଧୈର୍ଯ୍ୟଚ୍ୟୁତି ଘଟିପାରେ । ପାରିବାରିକ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ । ମୁଖ ଭାବରେ ମଙ୍ଗଳ ଆପଣଙ୍କ ମାନସିକ ସ୍ତରରେ ବିରକ୍ତି ଭାବକୁ ରୁକ୍ଷ ବ୍ୟବହାରରେ ପରିଣତ କରିବ । ତେଣୁ କାହା ସହିତ ମଧ୍ୟ କଥାବାର୍ତ୍ତ ହେବ ବେଳେ ନିଜକୁ ନିୟନ୍ତ୍ରଣାଧୀନ ରଖନ୍ତୁ । ବନ୍ଧୁଙ୍କ ପ୍ରରୋଚନାରେ ବାରମ୍ବାର ସ୍ଥଗିତ ରହିଯାଉଥିବା କାର୍ଯ୍ୟ କୌଶଳ ଖଟାଇ ହାସଲ ପାଇଁ ଚେଷ୍ଟିତ ହେବେ । ଆଜି ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତାରେ ଅବଶ୍ୟ ସଫଳତା ସହ ଆର୍ଥିକ ଅଭିବୃଦ୍ଧି ଘଟିବ କିନ୍ତୁ କର୍ମକ୍ଷେତ୍ରରୁ ଫେରିବା ବାଟରେ ଅପରାହ୍ନେ କଳହର ସମ୍ମୁଖୀନ ହୋଇପାରନ୍ତି । ସରକାରୀ ଚାକିରି କରୁଥିବା କର୍ମଜୀବୀମାନେ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ଦାଂପତ୍ୟ ଜୀବନରେ ସୁଖଦ ସ୍ଥିତି ଗଢ଼ଣ ହେବ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ଇଷ୍ଟ ଦେବୀଙ୍କୁ ସ୍ମରଣ କରନ୍ତୁ, ସମସ୍ତ ବାଧା ବିଘ୍ନ ଦୂରେଇ ଯିବ । ପାପଗ୍ରହମାନେ ରାଶିରେ ରହିଥିବାରୁ ପାରିବାରିକ କ୍ଷେତ୍ରରେ ନିକଟ ସମ୍ପର୍କୀୟମାନଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ଆୟ ଅତ୍ୟଳ୍ପ ଓ ବ୍ୟୟ ଅଧିକ ହେବାର ସମ୍ଭାବନା । କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ୱାସୀ ମନେ କରିବେ । ଘରେ ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖା ଦେଇପାରେ । କଠୋର ଶ୍ରମ ଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ତଥାପି କେତେକ ନୂତନ କାମର ପରିକଳ୍ପନା କରି ସଫଳ ହେବେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧରେ ମଧୁରତା ବଜାୟ ରଖନ୍ତୁ । ଶୁଭରଙ୍ଗ: ଧଳା। ଆରାଧନା : ମାଆ ଭୈରବୀ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ କିନ୍ତୁ ବୁଧ ଷଡ଼ାଷ୍ଟକ ସ୍ଥିତିରେ ଥିବା ଶନିଙ୍କ ନକ୍ଷତ୍ରରେ ରହିଥିବାରୁ ଚେଷ୍ଟା କରୁଥିବା କାମଗୁଡିକ ସହଜରେ ହୋଇ ପାରିବ ନାହିଁ । ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ, କିନ୍ତୁ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । ବ୍ୟବସାୟରେ ନୂଆ ଚୁକ୍ତି କରିପାରନ୍ତି । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ସତ୍ତ୍ୱେ କାର୍ଯ୍ୟଭାରକୁ ନେଇ ଚିନ୍ତିତ ରହିବେ । ବିଭିନ୍ନ ପ୍ରକାର ଅସ୍ଵାଭାବିକ ପରିସ୍ଥିତିକୁ ସାମ୍‌ନା କରିବାକୁ ପଡ଼ିପାରେ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷାରେ ସକାରାତ୍ମକ ଫଳ ପାଇବେ । ଦୀର୍ଘଦିନରୁ ଚିନ୍ତା କରିଥିବା ଜମିଜମା କାରବାର ସମ୍ପର୍କିତ କାମଟି ହଠାତ୍‌ ହୋଇଯିବାର ପୂର୍ଣ୍ଣ ସମ୍ଭାବନା ରହିଛି । ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ବୟୋଜ୍ୟେଷ୍ଠଙ୍କ ଆଶୀର୍ବାଦ ପାଇବା ହେତୁ ମନକୁ ଶାନ୍ତି ମିଳିବ । ଦେବଗୁରୁଙ୍କ ସୁପ୍ରଭାବରେ ନିଜେ ଚାହୁଁଥବା କାମ ସକାଶେ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିବେ । ସବୁ କାମ ଠିକ୍‌ ଠିକ୍‌ ହେବ, କିନ୍ତୁ ସୁବିଧାରେ ନୁହେଁ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ । କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି । ଅଫିସ ତରଫରୁ ବାହାରକୁ ଯିବାର ସୁଯୋଗ ମିଳିବ । ପରିବାରରେ ପାରସ୍ପରିକ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି । ପ୍ରିୟତମଙ୍କ ସହିତ ବୁଝାମଣା ଠିକ୍‌ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ମହାଲକ୍ଷ୍ମୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ଦିନଟି ଆପଣଙ୍କ ଲାଗି ମିଶ୍ରଣ ଫଳ ପ୍ରଦାନ କରିବା । ମଙ୍ଗଳଙ୍କ ପ୍ରଭାବରେ ପ୍ରତାରିତ ହୋଇ ଅଭିଳଷିତ ଜିନିଷ ନ ପାଇବା କାରଣରୁ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା କ୍ରମଶଃ ହ୍ରାସ ପାଇପାରେ । ଶାରୀରିକ ସୁସ୍ଥତା ଥିଲେ ମଧ୍ୟ ମାନସିକସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହେବ । ସହକର୍ମୀମାନଙ୍କ ସହ ବାଦବିବାଦ କ୍ରମେ ଜଟିଳ ହେବ, ତଥାପି ଆପଣଙ୍କ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ଜଣେ ବନ୍ଧୁଙ୍କ ସହଯୋଗରୁ ନିର୍ମାଣାଧୀନ କାମଟି ସମ୍ପନ୍ନ କରିପାରିବେ । କ୍ରୀଡ଼ା କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ଲାଭର ସୁଯୋଗ ମିଳିବ । ଆବଶ୍ୟକତା ପୂରଣ ସକାଶେ ଧାର କରଜ କରି କାମ ତୁଲାଇ ନେବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଶାରଳା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ । ସପ୍ତମାଧିପ ଶୁକ୍ର ଭାଗ୍ୟସ୍ଥାନକୁ ଦେଖୁଥିବାରୁ ଆପଣଙ୍କ ଚିନ୍ତା ଓ ଭାବନା ବାସ୍ତବତାରେ ପରିଣତ ହୋଇପାରିବ । ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ । ଚାକିରୀରେ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ । କିନ୍ତୁ କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ସୂଚନା ରହିଛି । ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ସାମାଜିକ ସ୍ତରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ । ସଭାସମିତିରେ ଯୋଗ ଦେବେ । କୋର୍ଟ କଚେରୀ, ମାଲିମକଦ୍ଦମାର ରାୟ ବିଳମ୍ବ ହୋଇପାରେ । ପାରିବାରିକ ସମସ୍ୟା ସୁଧାର ଆସିବ । ବୈବାହିକ ଜୀବନରେ ମଧୁରତା ବଢ଼ିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଲିଙ୍ଗରାଜ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ମନରେ ସକାରାତ୍ମକ ଭାବନା ରଖନ୍ତୁ, ବିଳମ୍ବ ହେଲେ ମଧ୍ୟ ସଫଳତା ନିଶ୍ଚୟ ମିଳିବ । ରବି ଚତୁର୍ଥଭାବରେ ଥିବାରୁ ଆକସ୍ମିକ ସୃଷ୍ଟି ହୋଇଥିବା ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ଉପଦେଶକୁ ଅଗ୍ରାଧିକାର ଦେବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ । ବିଷମ ପରିସ୍ଥିତିରେ ମଧ୍ୟ ନମ୍ରଭାବ ପୋଷଣ କରି କର୍ମକ୍ଷେତ୍ରର ଉତ୍ତେଜନାକୁ ପ୍ରଶମିତ କରିପାରିବେ । ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଅଭାବ ଅସୁବିଧାକୁ ଦୂରେଇବାରେ ସମର୍ଥ ହେବେ । ସତର୍କତା ସହିତ ନ ଚଳିଲେ କାର୍ଯ୍ୟକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ପ୍ରେମ ପ୍ରସଙ୍ଗରେ ପ୍ରଗାଢ଼ତା ଆସିବ । ଦାମ୍ପତ୍ୟ ଜୀବନ ସୁଖଦମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ପ୍ରଭୁଙ୍କ ସ୍ମରଣରେ ମନ ସକରାତ୍ମକ ଊର୍ଜା ଜାତ ହେବ । ଦ୍ୱିତୀୟ ରାହୁ ଓ ଅଷ୍ଟମ ଶନି ପ୍ରଭାବରୁ ପରିସ୍ଥିତିର ତାଡନାରେ ଆକସ୍ମିକ ଭାବେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ । ସବୁ ସୁବିଧା ଥାଇ ମଧ୍ୟ କାମ ହାସଲ ନ ହେବା କାରଣରୁ ମାନସିକ ଅସ୍ଥିରତା ସୃଷ୍ଟିହେବ । ବ୍ୟବସାୟ ପାଇଁ ନୂଆ ସୁଯୋଗ ମିଳିବ । କୌଣସି ଉନ୍ନତିମୂଳକ କାମ ଲାଗି ମୋଟାଙ୍କର ଅର୍ଥ ଆବଶ୍ୟକ ପଡ଼ିପାରେ । ଅଫିସରେ ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିପାରନ୍ତି । ସବୁ କ୍ଷେତ୍ରରେ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ଶ୍ରୀଗଣେଶ ।

Be the first to comment

Leave a Reply

Your email address will not be published.


*