28 ଅଗଷ୍ଟ 2020, ଶୁକ୍ରବାର- ଆଜି ଏହି ୮ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଲାଭଦାୟକ ରହିବ । ଆର୍ଥିକ କ୍ଷେତ୍ରରେ କରିବେ ଉନ୍ନତି । ବାଦବିବାଦ, ଯୁକ୍ତିତର୍କ

28 ଅଗଷ୍ଟ 2020, ଶୁକ୍ରବାର- ଆଜି ଏହି ୮ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଲାଭଦାୟକ ରହିବ । ଆର୍ଥିକ କ୍ଷେତ୍ରରେ କରିବେ ଉନ୍ନତି । ବାଦବିବାଦ, ଯୁକ୍ତିତର୍କ

28 ଅଗଷ୍ଟ 2020, ଶୁକ୍ରବାର- ଆଜି ଏହି ୮ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଲାଭଦାୟକ ରହିବ । ଆର୍ଥିକ କ୍ଷେତ୍ରରେ କରିବେ ଉନ୍ନତି । ବାଦବିବାଦ, ଯୁକ୍ତିତର୍କ ଠାରୁ ଦୂରେଇ ରୁହନ୍ତୁ ।

ଆମେ ଆପଣଙ୍କୁ ୨୮ ଅଗଷ୍ଟ, ଶୁକ୍ରବାରର ରାଶିଫଳ କହିବାକୁ ଯାଉଛି । ରାଶିଚକ୍ର ମନୁଷ୍ୟ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଏହାର ପ୍ରଭାବ ବ୍ୟକ୍ତିଙ୍କ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଗ୍ରହର ପରିବର୍ତ୍ତନ ଫଳରେ ରାଶିଗୁଡିକ ଉପରେ ମଧ୍ୟ ଭଲ ହେଉ ବା ମନ୍ଦ କିଛି ନା କିଛି ପ୍ରଭାବ ନିଶ୍ଚୟ ପଡିଥାଏ । ଗ୍ରହର ସ୍ଥିତି ଭଲ ଥିଲେ ବ୍ୟକ୍ତିର ଜୀବନରେ ଏହାର ସୁପ୍ରଭାବ ପଡିଥାଏ ଓ ବ୍ୟକ୍ତି ଉନ୍ନତି କରିଥାଏ କିନ୍ତୁ ଗ୍ରହ ସ୍ଥିତି ଭଲ ନ ଥିଲେ, ବ୍ୟକ୍ତିର ଜୀବନରେ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଥାଏ । ଜୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ସମାଜର ଅନୁଭବୀ ବ୍ୟକ୍ତିଙ୍କ ପରାମର୍ଶ ପାଇବେ, ଯାହାଫଳରେ ମନ ପ୍ରସନ୍ନ ରହିବ । ଆଜି ଚନ୍ଦ୍ର ଷଷ୍ଠାଧିପତି ନକ୍ଷତ୍ରସ୍ଥ ହେତୁ ଭୁଲ ନିଷ୍ପତ୍ତି ସମସ୍ୟା ସୃଷ୍ଟି କରିବ କିନ୍ତୁ ଅପରାହ୍ନରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟିରେ ହଠାତ୍‌ ସଫଳତା ପାଇବେ । ବେପାର ମାମଲାରେ ମନରେ ନୂଆ ନୂଆ ବିଚାର ଆସିବ । ନୂତନ କର୍ମାରମ୍ଭ ପ୍ରୀତିପଦ ହେବାରୁ ମାନସିକ ସ୍ତରରେ ବହୁତ ଖୁସୀ ରହିବେ । କର୍ମକ୍ଷେତ୍ରରେ ଅଧିକାରୀ ବର୍ଗ ଆପଣଙ୍କ ପକ୍ଷରେ ରହିବେ । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢ଼ିବ । ନୀରବ ନ ରହି ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟା କଲେ କେତେକାଂଶରେ ଉପକୃତ ହେବେ । ନେଣଦେଣକୁ କେନ୍ଦ୍ରକରି ନିକଟ ସମ୍ପର୍କୀୟମାନଙ୍କ ସହ ବିବାଦ ବଢ଼ିପାରେ । ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ମାଣିକେଶ୍ଵରୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ଭାଗ୍ୟ ବଦଳାଇବା ପାଇଁ ସମୟ ଭଲ । କର୍ମାଧିପ ଷଷ୍ଠାଧିପଙ୍କ ସଂଯୋଗ କାରଣରୁ ମନ ଚାହୁଁଥିବା କାମଟି ଠିକ୍‌ ସମୟରେ ସମ୍ପାଦିତ ହୋଇଯିବ । ପରୋକ୍ଷଭାବେ ଶତ୍ରୁତା କରୁଥିବା ଅନେକ ଲୋକ ଆପଣଙ୍କ ପଛରେ କିଛି ନା କିଛି ଅସୁବିଧା ସୃଷ୍ଟି କରିବା ପାଇଁ ପ୍ରୟାସ କରିବେ । ବ୍ୟବସାୟରେ ଭଲ ସୁଯୋଗ ପାଇବେ । ସାମାଜରେ ଲୋକ ସଂପର୍କ ବୃଦ୍ଧି ପାଇବ । ବେକେୟା ଅର୍ଥ ଆଦାଯ କରିବାରେ ସକ୍ଷମ ହେବେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ଭଲ ରହିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ବଜାୟ ରହିବ । ଆଲୋଚନା ଓ ସମାଲୋଚନା ମଧ୍ୟରେ ପାରିବାରିକ ସମସ୍ୟାକୁ ସମାଧାନ କରିବାରେ ସମର୍ଥ ହେବେ । ପୂରାତନ ରୋଗର ଉପଶମ ଓ ବନ୍ଧୁ ସମାଗମ ହେବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ନାରାୟଣୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ଆଶା ଅନୁଯାୟୀ ପରିବାର ଲୋକଙ୍କର ସାହାଯ୍ୟ ମିଳିବ । ଦ୍ୱାଦଶ ଭାବରେ ଏକାଧିକ ଗ୍ରହ ଆପଣଙ୍କ ମନକୁ ବିଭିନ୍ନ ଦୁଃଶ୍ଚିନ୍ତା ଜନିତ ଅସ୍ଥିରତା ପ୍ରଦାନ କରିବେ । କିନ୍ତୁ ସହକର୍ମୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଅଫିସରେ ସହକର୍ମୀଙ୍କ ପୂର୍ଣ୍ଣ ସମର୍ଥନ ପାଇବା ସଙ୍ଗେ ସଙ୍ଗେ ଉଚ୍ଚାଧିକାରୀଙ୍କ ଠାରୁ ପ୍ରଶଂସିତ ହେବେ । କିନ୍ତୁ ସରକାରୀ ସ୍ତରରେ ଅତ୍ୟଧିକ କାର୍ଯ୍ୟ ଯୋଗୁଁ ବିଚଳିତ ବୋଧ ଅନୁଭବ କରିପାରନ୍ତି । ଅସାବଧାନତା ବଶତଃ କୌଣସି ଦ୍ରବ୍ୟ ନଷ୍ଟ ହୋଇପାରେ । ପରିବାରରେ ଘଟିଯାଇଥିବା କେତେକ ଅତୀତ ଘଟଣାକୁ ସ୍ମରଣ କରି ଅନୁତାପ କରିବେ । ସ୍ୱାସ୍ଥ୍ୟ ସମ୍ବନ୍ଧରେ ସଚେତନ ରହନ୍ତୁ । ଦାମ୍ପତ୍ୟ ଜୀବନ ବଢିଆ ରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଦୁର୍ଗା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ଦିନଟି ଆପଣଙ୍କ ପାଇଁ ବିଶେଷ ଫଳଦାୟୀ ସାବ୍ୟସ୍ତ ହେବ । ମନରେ ଲାଗି ରହିଥିବା ନକାରାତ୍ମକ ଚିନ୍ତାଧାରା ସମାପ୍ତ ହୋଇଯିବ । ଚନ୍ଦ୍ରଙ୍କ ଶୁଭତ୍ୱ କାରଣରୁ ପାରିବାରିିକ ସମସ୍ୟାର ସରଳ ସମାଧାନ ହେବ ଫଳରେ ମନକୁ ଆନନ୍ଦ ମିଳିବ । ଆଜି କିଛି ନୂଆ ଶିଖିବାର ଅବସର ମିଳିବ । ବ୍ୟବସାୟରେ ପୁରୁଣା ବିବାଦ ସମାପ୍ତ ହୋଇଯିବ । ଆର୍ଥିକରେ ସୁଧାର ଆସିବା । ମନ ମତାନ୍ତର ଯୋଗୁଁ ଭଲ ସମ୍ପର୍କ ଥିବା ବନ୍ଧୁଟି ସହ କଳହ ଉପୁଜିପାରେ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ । ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ରାଜନୀତି କ୍ଷେତ୍ରରେ ଯେଉଁମାନେ ସକ୍ରିୟ ଅଛନ୍ତି, ସେମାନଙ୍କୁ ଲାଭ ପ୍ରାପ୍ତ ହେବ । ବନ୍ଧୁ ଓ ଭାଇଙ୍କ ସହଯୋଗ ପାଇବେ । କିନ୍ତୁ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ପରେ ମନରେ ବିରକ୍ତିଭାବ ସୃଷ୍ଟି ହେବ । ବୈବାହିକ ଜୀବନ ସୁଖପ୍ରଦ ରହିବ । ଶୁଭରଙ୍ଗ: ଗୋଳାପୀ । ଆରାଧନା: ମାଆ ବିମଳା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ । ମଙ୍ଗଳ ଚତୁର୍ଥାଧିପତି ନକ୍ଷତ୍ରସ୍ଥ ଯୋଗୁଁ ପ୍ରତିଟି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ହଇରାଣ ପଡ଼ିପାରନ୍ତି । ଜୀବନରେ କିଛି କରିବା ପାଇଁ ମନରେ ନୂଆ ଭାବନା ଉଦ୍ରେକ ହେବ । ମହତ୍ତ୍ବପୂର୍ଣ୍ଣ କଥା ଉପରେ ଲୋକମାନଙ୍କ ସହିତ ଆଲୋଚନା କରିବାର ସୁଯୋଗ ମିଳିବ । କାମ କରିବା ଦିଗରେ ଯଥେଷ୍ଟ ଉତ୍ସାହ ମିଳିବ । କର୍ମକ୍ଷେତ୍ରରରେ ବନ୍ଧୁତ୍ଵ ଲାଭ ଓ ପଦୋନ୍ନତିର ସୂଚନା ପାଇବେ । ନିଜର ଦକ୍ଷତା ହେତୁ ସଭାସମିତିରେ ବୁଦ୍ଧିଜୀବୀ ମାନଙ୍କ ଦ୍ୱାରା ପ୍ରଶଂସିତ ହେବେ । ପୂର୍ବ ବିବାଦକୁ କେନ୍ଦ୍ରକରି ନିଜର ଲୋକମାନେ ଦୂରେଇ ଯିବା କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । ସ୍ଵାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ, ନତୁବା ଅସୁବିଧାର ସମ୍ମୁଖୀନ ହେବେ । ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ଅମ୍ବିକା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ଆପଣଙ୍କ ଦୃଢ଼ ମନୋବଳ ଜରୁରୀ କାମରେ ସଫଳତା ଆଣିବ । ବଳବାନ୍‌ ରାଶ୍ୟାଧିପ ଚତୁର୍ଥକେନ୍ଦ୍ରରେ ଅବସ୍ଥାନ କରୁଥିବାରୁ ସାମାଜିକ ସ୍ତରରେ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଏବଂ ବିଜ୍ଞ ବ୍ୟକ୍ତିମାନଙ୍କର ପ୍ରଶଂସାର ପାତ୍ର ହେବେ । ଅନ୍ୟମନସ୍କ କିମ୍ବା ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ବଣିକ୍ୟ, ବ୍ୟବସାୟରେ କୌଣସି ଅସୁବିଧା ହେବ ନାହିଁ । ଚାକିରିଆଙ୍କ ପାଇଁ ଦିନଟି ଠିକ୍‌ ରହିବ । ସାମାଜିକ ସ୍ତରରେ ଜିଦ୍‌ରେ ଅଟଳ ରହି ସମସ୍ୟାକୁ ନିମନ୍ତ୍ରଣ କରି ପାରନ୍ତି । ରାଜନୀତି କ୍ଷେତ୍ରରେ ପ୍ରସିଦ୍ଧି ବଢ଼ିବ । ପରିବାର ସଦସ୍ୟମାନଙ୍କ ସହିତ ପାରସ୍ପରିକ ସାମଞ୍ଜସ୍ୟ ଗଠନ ହେବ କିନ୍ତୁ ପରିବାର ଲୋକଙ୍କ ସହିତ କଥା କହିବା ସମୟରେ ଭାଷା ଉପରେ ସଂଯମତା ରଖନ୍ତୁ । ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ । ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ଵରୀ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ଆଜି ଆପଣଙ୍କର ଆଶା ନିଶ୍ଚିତ ପୂରଣ ହେବ । ଅଷ୍ଟମସ୍ଥ ଚନ୍ଦ୍ର ମନରେ ଅସ୍ଥିରତା ସୃଷ୍ଟି କରିବ କିନ୍ତୁ ଆର୍ଥିକ ଦିଗରୁ କୌଣସି ଅସୁବିଧା ହେବ ନାହିଁ । କାର୍ଯ୍ୟକ୍ଷେତ୍ରରେ ଅଧିକାରୀବର୍ଗ ଆପଣଙ୍କ ପକ୍ଷରେ ରହିବେ । ଅନ୍ୟମାନଙ୍କ ପରାମର୍ଶ ଆପଣଙ୍କ ଲାଗି ଲାଭପ୍ରଦ ହେବ । ବ୍ୟବସାୟ ସମ୍ବନ୍ଧରେ ଭଲ ଖବର ପାଇବେ । ଚାକିରିଆଙ୍କ ପାଇଁ ଦିନଟି ଠିକ୍‌ ରହିବ । ପ୍ରତ୍ୟେକ କ୍ଷେତ୍ରରେ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବାରେ କୌଣସି ଅସୁବିଧା ରହିବ ନାହିଁ । ଅଫିସ୍‌ କାମ ହେଉ ଅବା ଅନ୍ୟ କିଛି କାର୍ଯ୍ୟ ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ । ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି । ଆପଣଙ୍କ ପ୍ରତି ଅସହିଷ୍ଣୁତା ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ । ଶତ୍ରୁଙ୍କ ଗତିବିଧି ଉପରେ ନଜର ରଖନ୍ତୁ । ଶୁଭରଙ୍ଗ: ଧଳା । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀଗଣେଶ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ । ଭାଗ୍ୟାଧିପ ରାଶିରେ ଅବସ୍ଥାନ କରିଥିବା ଯୋଗୁଁ ଦୀର୍ଘଦିନରୁ ଅଟକି ଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ । ଆଜି ଆପଣଙ୍କର ଆଶା ନିଶ୍ଚିତ ପୂରଣ ହେବ । ଅନ୍ୟମାନଙ୍କ ପରାମର୍ଶ ଆପଣଙ୍କ ଲାଗି ଲାଭପ୍ରଦ ହେବ । ବ୍ୟବସାୟ ସମ୍ବନ୍ଧିତ ଜରୁରୀ ଫଇସଲା ନେବେ । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାରର ପ୍ରତିବନ୍ଧକକୁ ଦୂରେଇବାରେ ସମର୍ଥ ହେବ । ଚାକିରିଆଙ୍କ ପାଇଁ ଦିନଟି ଅତ୍ୟନ୍ତ ଭଲ ରହିବ । ରାଜନୈତିକ ମହତ୍ୱଆକାଂକ୍ଷା ପୂରା ହେବ ଓ ଉଚ୍ଚପ୍ରଶଂସିତ ହେବେ । ସମାଜରେ ଆପଣଙ୍କୁ ମାନ ସମ୍ମାନ ମିଳିବ । ନିକଟ ସମ୍ପର୍କୀୟ ମାନେ ନିଜର ଫାଇଦା ନ ହେବ ଫଳରେ ସେମାନେ ପଖାତଡ ମଢିବେ ନାହିଁ । ପରିବାରରେ ଛୋଟିଆ ଛୋଟିଆ କଥାକୁ କେନ୍ଦ୍ର କରି ଅଶାନ୍ତିର ବାତାବରଣ ସୃଷ୍ଟି ହୋଇପାରେ । ବୈବାହିକ ଜୀବନ ପ୍ରେମମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀଗଣେଶ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ମନରେ ସକାରାତ୍ମକ ଚିନ୍ତାଧାରା ନେଇ କାର୍ଯ୍ୟ କରନ୍ତୁ । ସ୍ଵସ୍ଥାନରେ ଶନି ଷଷ୍ଠଭାବସ୍ଥ ଯୋଗୁଁ ପରୋକ୍ଷ ଶତ୍ରୁତା ବୃଦ୍ଧି ପାଇବ । ଯାହାଫଳରେ ଭଲ କାମ କଲେ ମଧ୍ୟ ସମସ୍ତଙ୍କ ସମ୍ମୁଖରେ ସମାଲୋଚିତ ହେବା । କର୍ମକ୍ଷେତ୍ରରେ ଯେତେ ଭଲ କାମ କରିଲେ ମଧ୍ୟ ଉଚ୍ଚାଧିକାରୀଙ୍କ ବ୍ୟବହାର ଆପଣଙ୍କ ମନକୁ ବ୍ୟାହତ କରିବ । ଆର୍ଥକ ଆର୍ଥିକ ସ୍ଥିତି ପୂର୍ବଭଳି ରହିବ । କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ । ଆଜି ଅଫିସରେ ଉଚ୍ଚାଧିକାରୀଙ୍କ ସହ କୌଣସି ବିଷୟକୁ ନେଇ ଯୁକ୍ତିତର୍କ ହୋଇପାରେ । କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ, ନଚେତ ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି । ଆପଣଙ୍କ ଅତି ନିଜର ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ପାରିବାରିକ ଜୀବନ ସୁଖମୟ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ନମ୍ର ସ୍ୱଭାବ ପାଇଁ ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହେବେ । ପାପଗ୍ରହର ପ୍ରଭାବ ଯୋଗୁଁ ପରିବାର ମଧ୍ୟ ଭୁଲ୍ ବୁଝାମୁଣାକୁ କେନ୍ଦ୍ର କରି ଶାନ୍ତିର ପରିବେଶ ଭଙ୍ଗ ହୋଇପାରେ । ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିବ, ଯାହାଫଳରେ ଆର୍ଥିକ ବିଭିନ୍ନ ପ୍ରକାର ସମସ୍ୟା ଦେଖାଦେଇପାରେ । ବନ୍ଧୁଙ୍କ ସହ ଯୋଗାଯୋଗ ପାଇ ନୂତନ କର୍ମସସ୍ଥାନ ପାଇଁ ମନ ବୋଲାଇବେ । ବ୍ୟବସାୟରେ ଆର୍ଥିକ ସ୍ଥିତି ମାନ୍ଦା ରହିଲେ ମଧ୍ୟ କୌଣସି ପ୍ରକାର ଅଭାବ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ ନାହିଁ । ଅଫିସରେ ଉଚ୍ଚ କତୃପକ୍ଷ ଆପଣଙ୍କୁ କାର୍ଯ୍ୟକୁ ତର୍ଜମା କରିବେ ଓ ଆପଣଙ୍କ କାର୍ଯ୍ୟ କଳାପ ଦେଖି ପ୍ରଶଂସା ମଧ୍ୟ କରିବେ । ମଧ୍ୟାହ୍ନରେ କର୍ମକ୍ଷେତ୍ରରେ ବନ୍ଧୁ କିମ୍ବା ସହକର୍ମୀମାନଙ୍କ ସହ ତିକ୍ତତା ଦେଖାଦେଇପାରେ । ପରୋପକାର ମନୋଭାବରୁ ପଡ଼ୋଶୀମାନେ ପ୍ରଶଂସା କରିପାରନ୍ତି । ଶାରୀରିକ ଅସୁସ୍ଥତା ରହିବେ । ଶୁଭରଙ୍ଗ: କ୍ରୀମ । ଆରାଧନା: ମାଆ ଭୈରବୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ହେବାର ସମ୍ଭାବନା । ଅନ୍ୟର କଥାକୁ ଧୌର୍ଯ୍ୟର ସହ ଶୁଣନ୍ତୁ । ଆଜି ରାଶିରେ ଶୁକ୍ରଙ୍କ ଅବସ୍ଥାନ ପ୍ରଭାବରୁ କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପୂର୍ବରୁ ପ୍ରୟାସ କରୁଥିବା କାମଟି ସମ୍ପୂର୍ଣ୍ଣ ହୋଇଯିବ, ଯାହାଫଳରେ ମନ ଖୁସି ରହିବ । ଆପଣ ନିଜ କାମରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଦେବେ । ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ । ସମ୍ମାନିତ ଲୋକଙ୍କ ସହିତ ଯୋଗାଯୋଗ ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ । କିନ୍ତୁ ସତର୍କତାର ସହ ଦିନଚର୍ଯ୍ୟା କରନ୍ତୁ, ଆପଣଙ୍କ କୌଣସି ବନ୍ଧୁ ବା ପରିବାର ଲୋକଙ୍କ ଦ୍ଵାରା ସାମାଜରେ ଆପଣଙ୍କ ମାନ-ସମ୍ମାନରେ ଦାଗ ଲାଗିପାରେ । ସାମୟିକ ସ୍ଵାସ୍ଥ୍ୟହାନି କାମକୁ ପ୍ରତିରୋଧ କରିବାର ଆଶଙ୍କା ରହିଛି । ଶୁଭରଙ୍ଗ: ନୀଳ । ଆରାଧନା: ବାବା ଲିଙ୍ଗରାଜ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ଆପଣଙ୍କ ମନ ଆଧ୍ୟାତ୍ମିକ ଦିଗରେ ଅଧିକ ଲାଗି ରହିବ । ବୁଧଙ୍କ ପ୍ରଭାବରେ ବନ୍ଧୁଙ୍କ ମାଧ୍ୟମରେ ଅର୍ଥର ଆବଶ୍ୟକତା ପୂରଣ ହୋଇଯିବ । ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହେବ । କାମରେ ଏକାଗ୍ରତା କାରଣରୁ ଆପଣଙ୍କୁ ସଫଳତା ମିଳିବ । ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ବିଭିନ୍ନ ସୂତ୍ରରୁ ରୋଜଗାର କରିବେ ଏବଂ ଋଣ ପରିଶୋଧର ଯୋଜନା କରିପାରନ୍ତି । ସାମାଜିକ କାର୍ଯ୍ୟରେ ଆପଣଙ୍କର ମାନସମ୍ମାନ ବୃଦ୍ଧି ପାଇବ । ପରିବାରରେ ସମସ୍ୟା ଲାଗି ରହିଥିଲେ ମଧ୍ୟ ଅନ୍ୟ କାର୍ଯ୍ୟରେ ନିଜକୁ ନିୟୋଜିତ କରିବାକୁ ବାଧ୍ୟ ହେବେ । ବିବାହିତଙ୍କ ଲାଗି ଦିନଟି ବହୁତ ବଢ଼ିଆ ରହିବ । ସମ୍ପର୍କୀୟଙ୍କ ଠାରୁ ଶୁଭ ଖବର ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

Leave a Reply

Your email address will not be published. Required fields are marked *