28 ଅକ୍ଟୋବର 2020, ବୁଧବାର- ଗଣେଶଙ୍କ କୃପାରୁ ଆଜି ଏହି ୪ଟି ରାଶିର ବ୍ୟକ୍ତିଙ୍କ ସମସ୍ତ ଦୁଃଖକଷ୍ଟ ଦୂର ହେବ ଏବଂ

28 ଅକ୍ଟୋବର 2020, ବୁଧବାର- ଗଣେଶଙ୍କ କୃପାରୁ ଆଜି ଏହି ୪ଟି ରାଶିର ବ୍ୟକ୍ତିଙ୍କ ସମସ୍ତ ଦୁଃଖକଷ୍ଟ ଦୂର ହେବ ଏବଂ କର୍ମକ୍ଷେତ୍ରରେ ପଦୋନ୍ନତି କରିବେ ।

ଆଜି ଆମେ ଆପଣଙ୍କୁ ୨୮ ଅକ୍ଟୋବର ବୁଧବାରର ରାଶିଫଳ କହିବାକୁ ଯାଉଛି । ରାଶିଚକ୍ର ମନୁଷ୍ୟ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଗ୍ରହର ପରିବର୍ତ୍ତନ ଫଳରେ ରାଶିଗୁଡିକ ଉପରେ ମଧ୍ୟ ଭଲ ହେଉ ବା ମନ୍ଦ, କିଛି ନା କିଛି ପ୍ରଭାବ ନିଶ୍ଚୟ ପଡିଥାଏ । ଗ୍ରହର ସ୍ଥିତି ଭଲ ଥିଲେ ବ୍ୟକ୍ତିର ଜୀବନରେ ଏହାର ସୁପ୍ରଭାବ ପଡିଥାଏ ଓ ବ୍ୟକ୍ତି ଉନ୍ନତି କରିଥାଏ କିନ୍ତୁ ଗ୍ରହ ସ୍ଥିତି ଭଲ ନ ଥିଲେ, ବ୍ୟକ୍ତିର ଜୀବନରେ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଆଜି ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ପଡିବ । ଶନି ଦୃଷ୍ଟ ଚନ୍ଦ୍ରଙ୍କ ଯୋଗୁ ବିଭିନ୍ନ ପ୍ରକାର ସମସ୍ୟା ନେଇ ମାନସିକ ଦ୍ୱନ୍ଦ୍ୱ ଲାଗିରହିବ । କର୍ମକ୍ଷେତ୍ରରେ କାର୍ଯ୍ୟ ଦେଖାଦେଇଥିବା ସମସ୍ୟାର ସମାଧାନ କରିବାରେ ବନ୍ଧୁମାନେ ସାହାଯ୍ୟ କରିବେ । ଅଫିସରେ କାର୍ଯ୍ୟ ଚାପ ଯୋଗୁଁ ସ୍ଵସ୍ଥ୍ୟାବସ୍ଥରେ ଅବନତି ଦେଖାଦେବ । ସଭାସମିତି, ଆଲୋଚନା ପରିସରରେ ମୌନତା ରହିବା ଶ୍ରେୟସ୍କର ହେବ । ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିବେ । ବିଶେଷ କରି ତର୍କବିତର୍କ, ବାଦବିବାଦ ଠାରୁ ଦୂରେଇ ରହିବା ଭଲ ହେବ । ପାରିବାରିକ ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାର୍ଯ୍ୟ କରନ୍ତୁ, ନଚେତ୍ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ତାରିଣୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

କୌଣସି କଥାକୁ ମନରେ ଦ୍ଵନ୍ଦ ସୃଷ୍ଟି ହେବ । ରାଶିରେ ନୀଚସ୍ଥ ଶୁକ୍ରଙ୍କ ଯୋଗୁଁ ପରିସ୍ଥିତି ଠିକ୍‌ ରହିଲେ ମଧ୍ୟ ପ୍ରତ୍ୟେକ ସ୍ଥଳର ଶେଷ ସମୟରେ ନିଜ ନିଷ୍ପତ୍ତି ବଦଳାଇବେ । ବ୍ୟବସାୟ ବାଣିଜ୍ୟରେ ସ୍ଥିତି ମାନ୍ଦା ରହିବ । କର୍ମକ୍ଷେତ୍ରରେ ନାନା ପ୍ରକାର ସମସ୍ୟା ସୃଷ୍ଟି କରିପାରନ୍ତି । ଈର୍ଷାପରାୟଣ ବନ୍ଧୁମାନେ ଅସହଯୋଗ ମନୋବୃତ୍ତି ପୋଷଣ କରିବେ । କୁଟନୈତିକ କୌଶଳ ପ୍ରୟୋଗ କରି କାର୍ଯ୍ୟ ହାସଲ କରିବାରେ ସମର୍ଥ ହେବେ । ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ ଏବଂ ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ । ବିବାଦୀୟ ଘଟଣାର ପୃଷ୍ଠଭୂମି ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ । ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କଟକଚଣ୍ତୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ । ଚନ୍ଦ୍ର ଓ ବୁଧଙ୍କ ଷଡ଼ାଷ୍ଟକ ସ୍ଥିତିଜନିତ ପ୍ରତ୍ୟେକ କାମ ଯୁକ୍ତିତର୍କ ମଧ୍ୟରେ ସମାହିତ ହେବ । ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ । କର୍ମକ୍ଷେତ୍ରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଯଥା ଅଶାନ୍ତ ବାତାବରଣ ସୃଷ୍ଟି ହୋଇପାରେ । ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ଵାରା ଆପଣଙ୍କର ପ୍ରଶଂସିତ ହେବ । ଅଧିକାଂଶ ସମୟରେ ଭୁଲ୍‌ ବୁଝାମଣାରୁ ଟିକିଏ ଟିକିଏ କଥାରେ କଳହ ଲାଗିପାରେ । ଦୈହିକ ସୁସ୍ଥତା ସାଙ୍ଗକୁ ବନ୍ଧୁମାନଙ୍କ ସହାନୁଭୂତି କାମ ପାଇଁ ପ୍ରେରଣ ଯୋଗାଇବ । ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ, ଯାହାକି ସମସ୍ୟାର କାରଣ ହୋଇପାରେ । ପରିବାରଜନ ଓ ଘନିଷ୍ଟ ବନ୍ଧୁଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ଶ୍ରୀଗଣେଶ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ମନରେ ଅନେକ ଆଶା ଓ କଲ୍ପନା ନେଇ ଦିନଟି ଶୁଭାରମ୍ଭ କରିବେ । ରାଶିରେ ଚନ୍ଦ୍ରର ଅବସ୍ଥାନ ଯୋଗୁଁ କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ରହିବ । କେତେକ କ୍ଷେତ୍ରରେ ମିଥ୍ୟା ପ୍ରତିଶୃତି ଦେଇ କାର୍ଯ୍ୟ ହାସଲ ପାଇଁ ଚେଷ୍ଟା କରିପାରନ୍ତି । ସମସ୍ତ ପ୍ରକାରର ସୁବିଧା ରହିଥିଲେ ମଧ୍ୟ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିର ପଥରେ ବାଧକ ସାଜିବେ । ପରିସ୍ଥିତି ବଦଳି ଯାଇଥିବାରୁ ଆଶା କରିଥିବା ଦିଗରୁ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ । ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ପାରିବାରିକ ସମସ୍ୟା ବାରମ୍ବାର ମନକୁ ଆନ୍ଦୋଳିତ କରିବା, ଯାହାଫଳରେ ମନ ଭଲ ରହିବା ନାହିଁ । ସହଧର୍ମୀଙ୍କ ସହ ସମ୍ପର୍କ ଭଲ ରହିବ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ଗାୟତ୍ରୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଉତ୍ଥାନପତନ ମଧ୍ୟ ଦେଇ ଗତି କରିଲେ ମଧ୍ୟ ସାମାଜିକ ସ୍ତରରେ ମାନସମ୍ମାନ ଲାଭ କରିବେ । କର୍ମସ୍ଥ ରାହୁଙ୍କ ହେତୁ ଉପସ୍ଥିତ ବୁଦ୍ଧି ଖଟାଇ କୌଶଳରେ କାମ ହାସଲ କରିବାରେ ସମର୍ଥ ହେବେ । ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା ସଙ୍ଗେ ସଙ୍ଗେ ସମସ୍ୟା ମଧ୍ୟ ବୃଦ୍ଧି ପାଇବ । ଅଫିସର କେତେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ସଂପୂର୍ଣ୍ଣ ନ ହେବା ଯୋଗୁଁ ମନରେ ସରସତା ରହିବ ନାହିଁ କିନ୍ତୁ ସହକର୍ମୀଙ୍କ ସହଯୋଗ ପାଇ କାର୍ଯ୍ୟକୁ ତ୍ୱରାନ୍ୱିତ କରିବେ । ଆର୍ଥିକ ସ୍ଥିତି ଦୁର୍ବଳ ରହିବା ସଙ୍ଗେ ସଙ୍ଗେ କଠିନ ଶ୍ରମଜନିତ ସାମୟିକ ଦୁର୍ବଳତାଜନିତ ଅସୁସ୍ଥତା ଅନୁଭବ କରିପାରନ୍ତି । ଅଭାବ ଅସୁବିଧା ନ ଥିଲେ ମଧ୍ୟ ପୂର୍ବର କେତେକ କଥାକୁ ନେଇ ନିକଟ ସମ୍ପର୍କୀୟଙ୍କ ସହ କଳହ କିମ୍ବା ସମ୍ପର୍କ ହାନୀ ହୋଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ମହାଦେବ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ । ଶୁକ୍ର ଧନାଧିପ ରାଶିସ୍ଥ ହେତୁ ଦୀର୍ଘଚେଷ୍ଟା ପରେ ଆଜି ଋଣସୂତ୍ରରେ ହିଁ ଅର୍ଥଲାଭ କରିବେ । ବ୍ୟବସାୟ ଜନିତ ସଂପୂର୍ଣ୍ଣ ହେବାକୁ ଯାଉଥିବା କାମରେ ସାମାନ୍ୟ ବାଧା ସୃଷ୍ଟି ହେବ । ଆୟ ଅନୁସାରେ ଖର୍ଚ୍ଚ ଅଧିକ ହେବ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ନିକଟରୁ ସାହାଯ୍ୟ ପ୍ରତିଶ୍ରୁତି ମିଳିବ ଯୋଗୁଁ ମନରୁ ଦୁଶ୍ଚିନ୍ତା କିଛି ମାତ୍ରା କମିଯିବ । କିନ୍ତୁ ପ୍ରତ୍ୟେକ ପରିସ୍ଥିତିରେ ନିଜକୁ ଖାପାଖୁଆଇ ଚଳିବାକୁ ପଡିବ ଓ ନିଜ କ୍ରୋଧକୁ ନିୟନ୍ତ୍ରଣରେ ରଖିବାକୁ ପଡିବ । ସହକର୍ମୀ କିମ୍ବା ପାଖ ପଡୋଶୀଙ୍କ ବିବାଦୀୟ ଘଟଣାରେ ମୁଣ୍ଡ ପୁରନ୍ତୁ ନାହିଁ । ମତାନ୍ତର ଜନିତ ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ବିରଜା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ମନରେ ଅଯଥା ଚିନ୍ତା କରି କାର୍ଯ୍ୟ ପ୍ରତି ଅବହେଳା କରିପାରନ୍ତି । ପାପଗ୍ରହ ମଧ୍ୟସ୍ଥ ବୃହସ୍ପତି ହେତୁ ଆକସ୍ମିକଭାବେ ଦୀର୍ଘଦିନର ସମ୍ପର୍କ ଛିନ୍ନହେବା ସୂଚନା ରହିଛି । କର୍ମକ୍ଷେତ୍ରରେ ନିକଟ ସମ୍ପର୍କୀୟ ବନ୍ଧୁଙ୍କ ସହାୟତା ଲାଭ କରି କେତେକାଂଶରେ ଉପକୃତ ହୋଇପାରନ୍ତି ଏବଂ ଆପଣ ନିଜ ପୂର୍ବ ପରିକଳ୍ପିତ ଯୋଜନା ଓ ଚିନ୍ତାଧାରା ଅନୁଯାୟୀ କାମଗୁଡିକ କରନ୍ତୁ, ସଫଳତା ପାଇବେ । ଅଫିସ କାମରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ଅର୍ଥ ସଂକଟ ହେତୁ ମନରେ ସରସତା ରହିବ ନାହିଁ । ଭୁଲ୍‌ ବୁଝାମଣା ଓ ବୃଥା ସନ୍ଦେହ କାରଣରୁ ପାରିବାରିକ ଅଶାନ୍ତିଜନିତ ଅନ୍ୟମନସ୍କ ରହିପାରନ୍ତି । ନିଜ ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚିତ୍ର କ୍ଷେତ୍ରରେ ସଫଳତା ହାସଲ କରିବେ । ଦାମ୍ପତ୍ୟ ଜୀବନରେ ପରସ୍ପରକୁ ସହଯୋଗ କରିବେ, ଯାହାଫଳରେ ସମ୍ପର୍କ ବୃଦ୍ଧି ହେବ । ଶୁଭରଙ୍ଗ: ଲାଲ୍ । ଆରାଧନା: ପ୍ରଭୁ ହନୁମାନ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ । ରାଶିର ତୃତୀୟସ୍ଥ ସ୍ଥାନରେ ଶନିଙ୍କ ଅବସ୍ଥାନ ଯୋଗୁଁ କଳହ ସାଙ୍ଗକୁ ପାରିବାରିକ ଅଶାନ୍ତି କର୍ମକ୍ଷେତ୍ରରେ କାର୍ଯ୍ୟ କରିବାର ଶୈଳୀକୁ ମନ୍ଥର କରିପାରେ । ଆଳସ୍ୟ ଓ ଅବହେଳା ଯୋଗୁଁ କେତେକ କାର୍ଯ୍ୟ ହାତରୁ ଖସିଯାଇପାରେ । ବ୍ୟବସାୟରେ ନୂଆ ସମ୍ଭାବନା ଅନ୍ୱେଷଣ କରିବେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ । କୌଣସି ବିଷୟକୁ ନେଇ ମନରେ ବାରମ୍ବାର ଆଲୋଡନଜନିତ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କାର୍ଯ୍ୟ କରିପାରନ୍ତି । କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ ଆଲୋଚନା ପରିପ୍ରେକ୍ଷୀରେ ନିକଟ ସମ୍ପର୍କୀୟମାନଙ୍କ ପରାମର୍ଶ ଲୋଡ଼ିପାରନ୍ତି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଶାରଳା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଆଜି ଆପଣ ଉନ୍ନତିର ଏକ ନୂତନ ମାର୍ଗ ଅନୁସରଣ କରିବେ । ଏକାଦଶସ୍ଥ ଗ୍ରହମାନେ ଆପଣଙ୍କ ଆଶା ଓ ଅଭିଳାଷକୁ ପୂରଣ କରିବାରେ ସମର୍ଥ ହେବେ । ବ୍ୟସ୍ତତାରେ ରହିବା ସତ୍ତ୍ବେ ପରିବାର ସଦସ୍ୟଙ୍କ ସହିତ ସମୟ ଅତିବାହିତ କରିବା ପାଇଁ ଅବସର ପାଇବେ । କର୍ମକ୍ଷେତ୍ରର ଆଲୋଚନା ଅବସରରେ ବନ୍ଧୁଙ୍କୁ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । କେତେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଅଫିସ୍‌ରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି । ଆଗୁଆ ପଦକ୍ଷେପ ଗ୍ରହଣ କଲେ ମଧ୍ୟ ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବା ସମ୍ଭାବନା । ପ୍ରଶାସନ ଓ ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ହେବ । ଶାରିରୀକ ଅସୁସ୍ଥତାରେ ଉନ୍ନତି ପରିଲକ୍ଷିତ ହେବ । ପରିବାରରେ ହସଖୁସିର ବାତାବରଣ ରହିବ । ଶୁଭରଙ୍ଗ: ମେରୁନ । ଆରାଧନା: ଶ୍ରୀଗଣେଶ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଦିନଟି ଆପଣଙ୍କୁ ମାଧ୍ୟମ ଫଳ ପ୍ରଦାନ କରିବା । ରାଶିରେ ଚନ୍ଦ୍ରଙ୍କ ପ୍ରଭାବରୁ ଶାରୀରିକ ଦୁର୍ବଳତା ସାଙ୍ଗକୁ ଅତ୍ୟାଧିକ ଖର୍ଚ୍ଚ ଯୋଗୁଁ ଚିନ୍ତିତ ରହିବେ । କର୍ମକ୍ଷେତ୍ରରେ ବନ୍ଧୁ କିମ୍ବା ସହକର୍ମୀମାନଙ୍କ ସହ ତିକ୍ତତା ଦେଖାଦେବ । କିନ୍ତୁ ବ୍ୟବସାୟ, ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ଉଚ୍ଚପଦସ୍ଥ ବ୍ୟକ୍ତି ବିଶେଷମାନଙ୍କ ନିକଟରୁ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ । ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ । ପାରିବାରିକ କ୍ଷେତ୍ରରେ ବୃଥା ସନ୍ଦେହ ଓ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବାର ସମ୍ଭାବନା ରହିଛି । ପଡୋଶୀଙ୍କ ସହାୟତା ଲାଭ କରି ମାନସିକ ଅସୁସ୍ଥିକୁ ଦୂରେଇବାର ଚେଷ୍ଟା କରିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଇଷ୍ଟଦେବୀଙ୍କୁ ଆରୋଧନ କରନ୍ତୁ, ସମ୍ଭାବ୍ୟ ସଙ୍କଟ ଦୂର ହେବ । ଦ୍ୱିତୀୟସ୍ଥ ମଙ୍ଗଳ ଯୋଗୁଁ ନିଜ ଲୋକମାନଙ୍କ କାର୍ଯ୍ୟକଳାପକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି । ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବା କାରଣରୁ ମାନସିକ ସ୍ତରରେ ପ୍ରସନ୍ନତା ଅନୁଭବ କରିବେ । କିନ୍ତୁ ଈର୍ଷାପରାୟଣ ବ୍ୟକ୍ତିମାନଙ୍କ ଦ୍ୱାରା ସାମାଜିକ ସ୍ତରରେ ଅସମ୍ମାନିତ ହୋଇପାରନ୍ତି । ବ୍ୟବସାୟ ଓ ପରିବହନରେ ଶିଥିଳତା କାରଣରୁ ସାମୟିକ ବିଷାଦିତ ରହିପାରନ୍ତି । ଆର୍ଥିକ ସ୍ଥିତି ପୂର୍ବ ଭଳି ରହିବ । ଅଫିସରେ ସହକର୍ମୀମାନଙ୍କ ଅସହଯୋଗ ମନୋବୃତ୍ତି ଯୋଗୁଁ ମନରେ ସରସତା ରହିବ ନାହିଁ । ବନ୍ଧୁଙ୍କ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ । ପରିବାରର ସଦସ୍ୟଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି । ଶୁଭରଙ୍ଗ: ଘିଅରଙ୍ଗ । ଆରାଧନା: ମାଆ ବିରଜା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଚନ୍ଦ୍ରମଙ୍ଗଳ ସଂଯୋଗରୁ ଦୀର୍ଘଦିନର ଅଭିଳାଷ ପୂରଣ ହେବା ସାଙ୍ଗକୁ ଆର୍ଥିକ ଉନ୍ନତିର ମାର୍ଗ ସୁଗମ ହୋଇଯିବ । କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଉପସ୍ଥିତ ବୁଦ୍ଧି ଖଟାଇ ଓ କୌଶଳ ପ୍ରୟୋଗ କରି କାମ ହାସଲ କରିବେ । ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇବେ । କେତେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ବ୍ୟବସାୟରେ ଧନଲାଭର ସଙ୍କେତ ମିଳିବ । ସାମାଜିକ ସ୍ତରରେ ବୁଝାମଣା ଠିକ୍‌ ରହିବ । ଗୃହସୀମା, ନିର୍ମାଣ, ଘରଭଡ଼ା କିମ୍ବା ଗୁରୁତ୍ୱପୂର୍ଣ୍ଣ ଆଲୋଚନାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ । ଜୀବନସାଥୀଙ୍କ ସହିତ ସମୟ ଭଲରେ କଟିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ରାମଚଣ୍ତୀ ।

Be the first to comment

Leave a Reply

Your email address will not be published.


*