29 ମାର୍ଚ୍ଚ 2021, ସୋମବାର :- ଆଜି କନ୍ୟା ରାଶି ସମେତ ଅନ୍ୟ ୫ଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟରେ ହେବ ପରିବର୍ତ୍ତନ !

29 ମାର୍ଚ୍ଚ 2021, ସୋମବାର :- ଆଜି କନ୍ୟା ରାଶି ସମେତ ଅନ୍ୟ ୫ଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟରେ ହେବ ପରିବର୍ତ୍ତନ !

29 ମାର୍ଚ୍ଚ 2021, ସୋମବାର :- ଆଜି କନ୍ୟା ରାଶି ସମେତ ଅନ୍ୟ ୫ଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟରେ ହେବ ପରିବର୍ତ୍ତନ ! ପ୍ରତ୍ୟେକ କ୍ଷେତ୍ରରେ ମିଳିବ ସୁଖଶାନ୍ତି ଓ କର୍ମକ୍ଷେତ୍ରରେ ମନୋବାଞ୍ଛା ହେବ ପୂରଣ !

ଆଜି ଆମେ ଆପଣଙ୍କୁ ୨୯ ମାର୍ଚ୍ଚ ୨୦୨୧ ସୋମବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି ହେବ । ଆଜିର ଚନ୍ଦ୍ର ପାପଗ୍ରହ ମଧ୍ୟସ୍ଥ ଯୋଗୁ କର୍ମକ୍ଷେତ୍ରରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ । ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି, ଏଣୁ ସତର୍କ ରହିବା ଭଲ । କଳା, ସାହିତ୍ୟ, ମନୋରଞ୍ଜନ, ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ସରକାରୀ ନେଣଦେଣରେ ଆପଣଙ୍କୁ ଲାଭ ମିଳିବ । ନୂଆ ଚାକିରି ମିଳିବାର ଯୋଗ ରହିଛି । ନିର୍ମାଣ, ନୂତନ କର୍ମାରମ୍ଭ ଅଟକି ଯିବ । ପୂର୍ବାହ୍ନରେ ସାଧାରଣ କଥାକୁ କେନ୍ଦ୍ରକରି ସାଙ୍ଗସାଥୀ କିମ୍ବା ବନ୍ଧୁଙ୍କ ସହ ଝଗଡ଼ା ଲାଗିପାରେ । ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ ପ୍ରତିଶ୍ରୁତି ଦେବେ କିନ୍ତୁ ଦରକାର ସମୟରେ ପାଖରେ ନ ଥିବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବିରଜା ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

କେତେକ କାର୍ଯ୍ୟ ଅଟକିଯିବା କାରଣରୁ ମନରେ ବିଭ୍ରାନ୍ତ ସୃଷ୍ଟି ହୋଇପାରେ । ରାଶ୍ୟାଧିପ ନୀଚ୍ଚାରୋହୀ କାରଣରୁ ଶାରୀରିକ ଦୁର୍ବଳତା ଯୋଗୁଁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ । ସ୍ଥଗିତ କାମକୁ ପୂରାଦମରେ କରିବା ପାଇଁ ନିଷ୍ପତ୍ତି ନେବେ । ଚାକିରିରେ ନିଷ୍ଠାର ସହିତ କାମ ଭଲ ପରିଣାମ ମିଳିବ । ସ୍ତ୍ରୀଙ୍କ ସ୍ଵାସ୍ଥ୍ୟହାନୀ, ବ୍ୟବସାୟିକ ଦିଗପ୍ରତି ସମସ୍ୟା ସୃଷ୍ଟି କରିବେ । ଯୌଥ ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ । ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତିି ବିଶେଷ ସହାୟତା କରିବେ । ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, କଳା, କ୍ରୀଡ଼ା, ଚଳଚ୍ଚିତ୍ର ସାହିତ୍ୟ କ୍ଷେତ୍ର ବିଶେଷ ମନ୍ଦ ରହିବ । ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ମତାନ୍ତର ଅଶାନ୍ତିର ମାତ୍ରାକୁ ବଢାଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ହନୁମାନ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ବ୍ୟବସାୟ, ବାଣିଜ୍ୟରେ ସନ୍ତୋଷଜନକ ପରିଣାମ ପାଇବେ । ଉଚ୍ଚାରୋହୀ ବୁଧ ପ୍ରଭାବରେ ଶାରୀରିକ ସୁସ୍ଥତା ସହ କର୍ମକ୍ଷେତ୍ରରେ ଥିବା ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଟଙ୍କା ପଇସା ସମ୍ପର୍କିତ ଝମେଲାର ସମ୍ମୁଖୀନ ହେବେ । ଯେତେ ମିଠା କଥା କହିବେ ସେତେ ଲାଭ ପାଇବେ । ଅର୍ଥ ଉପାର୍ଜନରେ ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ଆଲୋଚନାରେ ଭାଗନେଇ ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କରି ଉପକୃତ ହୋଇପାରନ୍ତି । ସଭାସମିତି, ଜମିଜମା ଏବଂ ପିଲାଙ୍କ କଥା ନେଇ ଉନ୍ନତମାନର ଫଳ ପାଇବେ । ପରିବାରର ସହଯୋଗ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବାରେ ସାହାଯ୍ୟ କରିବ । ଅଳଙ୍କାର ଓ ସୌଖୀନ ଦ୍ରବ୍ୟ କ୍ରୟ ପାଇଁ ମନ ବଳାଇବେ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଆଜି ବନ୍ଧୁଙ୍କ ନିକଟରୁ ଅର୍ଥ ପାଇବେ ସତ କିନ୍ତୁ ମାନସିକ ଶାନ୍ତି ହରାଇବେ । ଚନ୍ଦ୍ର ନବମସ୍ଥ ପାପଗ୍ରହ ସ୍ଥାନରେ ଅବସ୍ଥାନ କରିଥିବା ଯୋଗୁଁ, ଯେଉଁ କର୍ମାରମ୍ଭ କଲେ ମଧ୍ୟ ସଫଳତା ପାଇବେ । ଦୀର୍ଘଦିନରୁ ଭାଙ୍ଗି ପଡିଥିବା କୈାଣସି ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ । ବ୍ୟବସାୟ ବାଣିଜ୍ୟରେ କାରବାର ଭଲ ରହିବ । ଆୟ ବୃଦ୍ଧିର ସମ୍ଭାବନା ରହିଛି । ସଭାସମିତି କିମ୍ବା ସାଂଗଠନିକ କ୍ଷେତ୍ରରେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ । ଭାବପ୍ରବଣବଶତଃ ଓଲଟା କଥା କହି ବନ୍ଧୁ ଗହଣରେ ଅପଦସ୍ଥ ହୋଇପାରନ୍ତି । ଆନୁଷ୍ଠାନିକ କାର୍ଯ୍ୟ ଓ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ । ପରିବାର ଲୋକଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ତାରିଣୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ସାମାନ୍ୟ ବିଳମ୍ବରେ ପାଇଯିବେ । କର୍ମକ୍ଷେତ୍ରରେ ବାଧା ଉପୁଜିଲେ ବିକାମ ଅଟକିବ ନାହିଁ । ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ । ଈର୍ଷା ପରାୟଣ ବ୍ୟକ୍ତିମାନଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । କର୍ମକ୍ଷେତ୍ରରେ ସହଯୋଗୀଙ୍କ ସହାୟତାରେ ମାନ ପ୍ରତିଷ୍ଠା ବୃଦ୍ଧି ହେବ । ସାମାଜିକ ସ୍ତରରେ ପ୍ରତିଯୋଗିତା କିମ୍ବା ବିବାଦୀୟ ଘଟଣାରେ ବିଜୟୀ ହେବେ । ପରିସ୍ଥିତିରେ ପଡି ହଠାତ୍‌ ବହୁତ୍‌ ଗୁଡିଏ ଟଙ୍କା ଖର୍ଚ୍ଚ କରି ଦୁଃଖିତ ହେବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା କରିବେ । ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଗାୟତ୍ରୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଆଜି ଯାହା କରିବେ ଭାବିଚିନ୍ତି କରନ୍ତୁ । ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ ସଫଳତା ହାସଲ ଲାଭ କରିବେ । ପୂର୍ବ ପ୍ରତିଶ୍ରୁତି ଅନୁଯାୟୀ ବନ୍ଧୁଙ୍କ ନିକଟରୁ ଅର୍ଥ ସାହାଯ୍ୟ ଲାଭ କରିବାର ସୁଯୋଗ ମିଳିବ । ଦୀର୍ଘଦିନର ଚେଷ୍ଟା ପରେ ଋଣ ସୂତ୍ରରେ ଆଜି ହିଁ ଅର୍ଥଲାଭ କରିବେ । ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ସ୍ଥିତି ମାନ୍ଦା ରହିବ ନାହିଁ, ତଥାପି ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ । ଛୋଟ ଛୋଟ କଥାକୁ କେନ୍ଦ୍ରକରି ଅଫିସର ସହକର୍ମୀଙ୍କ ସହ ମତଭେଦ ଦେଖାଦେଇପାରେ । ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ । ସଭାସମିତି, ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡ଼ିପାରେ । ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରବାରେ କଠୋର ଶ୍ରମ କରିବାକୁ ପଡିପାରେ । ଆକସ୍ମିକ ସମସ୍ୟା ହେତୁ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହୋଇପାରେ । ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ସୂର୍ଯ୍ୟଦେବ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

କାମରେ ସଫଳତା ଲାଗି ପୂରା ଊର୍ଜା ଲଗାଇବାକୁ ପଡ଼ିବ । ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ଚେଷ୍ଟା କରୁଥିବା କାମ, ଅର୍ଥ ସମ୍ପର୍କ ପ୍ରଭୃତି ପ୍ରତ୍ୟେକ ଦିଗରୁ ଶୁଭଫଳ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଆଳସ୍ୟ ଓ ଅବହେଳା ସଙ୍ଗକୁ କାଳ କ୍ଷେପଣ ନୀତି ହେତୁ ସଫଳତା ପାଇବା କଷ୍ଟକର ହୋଇପଡିବ । ନିଜର ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । କାର୍ଯ୍ୟବ୍ୟସ୍ତ ଯୋଗୁଁ ମିଶିବାକୁ ଆସିଥିବା ସହକର୍ମୀଙ୍କ ସହ ଆଲୋଚନା କରିବାର ଅବସର ପାଇବେ ନାହିଁ । କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଶଂରେ ଭଲ ରହିବ । ସହଯୋଗୀଙ୍କ ସହାୟତାରେ ମାନସମ୍ମାନ ବୃଦ୍ଧି ପାଇବ । କୌଣସି ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ । ପାରିବାରିକ ପରିସ୍ଥିତି ସୁଖଦମୟ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଶାରଳା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଭୁଲ୍‌ ବୁଝାମଣା ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି କରାଇପାରେ । କର୍ମକ୍ଷେତ୍ରରେ ସମସ୍ୟା ମଧ୍ୟ ଦେଇ କାର୍ଯ୍ୟ ହାସଲ କରିବେ । ସାମାଜିକ କାର୍ଯ୍ୟରେ ଆପଣଙ୍କର ଭୂମିକା ପାଇଁ ମାନସମ୍ମାନ ବଢ଼ିବ । ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ଦେଖାଦେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି । ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଚାକିରି ଖୋଜୁଥିବା ବ୍ୟକ୍ତି ବିଶେଷଙ୍କୁ ବଢ଼ିଆ ଚାକିରି ମିଳିବ । ବନ୍ଧୁମାନଙ୍କ ପ୍ରେରଣାରେ ସତ୍‌ସଙ୍ଗ କିମ୍ବା ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ । ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରି ଆପଣ ବିଜୟୀ ହେବେ । ପରିବାରର ଛୋଟିଆ ଛୋଟିଆ କଥାକୁ ମୁଣ୍ଡ ପୁରନ୍ତୁ ନାହିଁ । ଭୁଲ୍‌ ବୁଝାମଣା ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି କରାଇପାରେ । କିନ୍ତୁ ସହଧର୍ମୀଙ୍କ ସହ ତାଳମେଳ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

କର୍ମକ୍ଷେତ୍ରରେ ଅନ୍ୟର ସରଳ କଥାକୁ ବିଶ୍ୱାସ କଲେ ହଇରାଣରେ ପଡିପାରନ୍ତି । ଧୈର୍ଯ୍ୟଧରି ପରିସ୍ଥିତିର ମୁକାବିଲା କରନ୍ତୁ ସଫଳ ହେବେ । ବିଳାସ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ କରିପାରନ୍ତି । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଆର୍ଥିକ ସ୍ଥିତି ମଜଭୁତ ରହିବ । ସରକାରୀ ସ୍ତରରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବେ । ପରିବହନ କ୍ଷେତ୍ରରେ ଆଶାନୁରୂପ ସୁଫଳ ପାଇବେ । ପଡୋଶୀଙ୍କ ସହ ଟଙ୍କା ପାଇସାକୁ କେନ୍ଦ୍ର କରି ଆକସ୍ମିକ କଳହ ସୃଷ୍ଟି ହେବାର ସୂଚନା ରହିଛି । ଶାରୀରିକ ସୁସ୍ଥତା ଫେରିପାଇବା ସଙ୍ଗକୁ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ମିଳିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବିରଜା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ପରିବାରରେ ଭୁଲ ବୁଝାମଣା ନେଇ ଅଶାନ୍ତି ଓ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ତିକ୍ତତା ଦେଖାଦେଇପାରେ । ଆପଣ ଭାବିଥିବା କାମ ସଂପୂର୍ଣ୍ଣ ହେବ । ପରିବାରର ବିଭିନ୍ନ ପ୍ରକାରର ବ୍ୟୟ ବରାଦର ଭରଣା କରିବା ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ । କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ । କେତେକ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ । ବାଣିଜ୍ୟ, ବ୍ୟବସାୟ ଓ ସାହିତ୍ୟ, କଳା,ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ । କଳାକାରଙ୍କୁ ଫିଲ୍ମ ବା କାର୍ଯ୍ୟକ୍ରମରେ ଅନୁବନ୍ଧ ମିଳିବ । ମିତ୍ରଙ୍କ ଠାରୁ ସୁସମ୍ବାଦ ପାଇବେ । ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ । ପରିବାର ଲୋକଙ୍କ ସହିତ ଖୁସିର ମୁହୂର୍ତ୍ତ ବିତେଇବେ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ଶ୍ରୀଗଣେଶ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଭୁଲ୍‌ ବୁଝାମଣା ଯୋଗୁଁ ଛୋଟିଆ ଛୋଟିଆ କଥାରେ କଳହ ଲାଗିପାରେ । ନିଜର ଲୋକମାନଙ୍କ କାର୍ଯ୍ୟକଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ହାତକୁ ନେଇଥିବା କାର୍ଯ୍ୟକୁ ସମ୍ପାଦନ କରିବାରେ ସମର୍ଥ ହେବେ । ବ୍ୟବସାୟରେ ଆୟ ବ୍ୟୟ ପ୍ରାୟ ସମାନ ରହିବ । କର୍ତ୍ତୃପକ୍ଷ ଆପଣଙ୍କ ଉପରେ ବହୁତ ଖୁସି ରହିବେ । ଅଫିସରେ ଆୟୋଜିତ ବୈଠକରେ ଉପଯୁକ୍ତ ମନ୍ତବ୍ୟ ଦେଇ ପ୍ରଶଂସିତ ହେବେ । ସଭାସମିତିରେ ପ୍ରିୟକଥା କହି ସମସ୍ୟାକୁ ସୁଧାରି ନେବେ । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । ପାରିବାରିକ ଅସ୍ଥିରତା ଲାଗି ରହିବା କାରଣରୁ ମନ ଭାରକ୍ରାନ୍ତ ରହିବ । ସ୍ଵାସ୍ଥ୍ୟ ପୂର୍ବପରି ରହିବ ଅବଶ୍ୟ କିନ୍ତୁ ବିଶେଷ ଅସୁବିଧା ହେବ ନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଧବଳେଶ୍ଵର ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ । ବ୍ୟବସାୟରେ ଆଶାତୀତ ଉନ୍ନତି କରିବେ । ଅଫିସରେ ସୁସ୍ଥ ବାତାବରଣ ରହିବ । ସହକର୍ମୀଙ୍କ ସହ ହସଖୁସିରେ ଦିନ ଅତିବାହିତ କରିବେ । କିନ୍ତୁ ଅଫିସରେ ଆୟୋଜିତ ବୈଠକରେ ଅପ୍ରିୟ ସତ୍ୟ ଭାଷଣରୁ ନିବୃତ୍ତ ରୁହନ୍ତୁ ନଚେତ୍ ଅନର୍ଥ ଅବଶ୍ୟମ୍ଭାବୀ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ । ଅନ୍ୟମାନଙ୍କ ସକାଶେ ଯେତେ ଉଦାର ମନୋଭାବ ପୋଷଣକଲେ ମଧ୍ୟ ସେମାନଙ୍କ ଚିନ୍ତାଧାରାକୁ ବଦଳାଇବା ସମ୍ଭବପର ହେବନାହିଁ । ପାରିବାରକି କ୍ଷେତ୍ରରେ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ପ୍ରଭୁ ହନୁମାନ ।

Leave a Reply

Your email address will not be published. Required fields are marked *