2 ଅଗଷ୍ଟ 2020, ରବିବାର- ଗ୍ରହ ନକ୍ଷତ୍ରର ଶୁଭଦୃଷ୍ଟି ଯୋଗୁଁ ଆଜି ଏହି ୬ଟି ରାଶିର ବ୍ୟକ୍ତିଙ୍କୁ ଆର୍ଥିକ ସ୍ଥିତିରେ ସୁଧାର

2 ଅଗଷ୍ଟ 2020, ରବିବାର- ଗ୍ରହ ନକ୍ଷତ୍ରର ଶୁଭଦୃଷ୍ଟି ଯୋଗୁଁ ଆଜି ଏହି ୬ଟି ରାଶିର ବ୍ୟକ୍ତିଙ୍କୁ ଆର୍ଥିକ ସ୍ଥିତିରେ ସୁଧାର ଆସିବା । ପରିବାରରେ ହସଖୁସିର ବାତାବରଣ ରହିବ ।

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ମନୁଷ୍ୟ ଜୀବନ ପାଇଁ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ । ଜ୍ୟୋତିଷଙ୍କ ଅନୁସାରେ ଗ୍ରହ ନକ୍ଷେତ୍ରଙ୍କ ପରିବର୍ତ୍ତନ ସର୍ବଦା ଲାଗି ରହିଥାଏ । ଯାହାଫଳରେ ମନୁଷ୍ୟ ଜୀବନରେ ପରିବର୍ତ୍ତନ ଦେଖା ଯାଇଥାଏ । ଗ୍ରହର ସ୍ଥିତି ଠିକ ଥିଲେ ବ୍ୟକ୍ତିର ଜୀବନ ଠିକ ଚାଲିଥାଏ କିନ୍ତୁ ଗ୍ରହ ସ୍ଥିତି ଠିକ ନ ଥିଲେ, ବ୍ୟକ୍ତିର ଜୀବନରେ ସମସ୍ୟା ଲାଗି ରହିଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ଆଜିର ରାଶିଫଳରେ ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ଆଜିର ଦିନଟି ନୂତନ କର୍ମାରମ୍ଭ, ଯାତ୍ରା, ବାଣିଜ୍ୟାରମ୍ଭ ପାଇଁ ପ୍ରସ୍ତୁତି କ୍ଷେତ୍ରରେ ସଫଳତା ପ୍ରଦାନ କରିବ । ଆଜି ରାଶିରେ ଚନ୍ଦ୍ର ଆପଣଙ୍କୁ ଉଚ୍ଚ ସମ୍ମାନ, କାର୍ଯ୍ୟସାଧନ, ମିତ୍ରତା ବୃଦ୍ଧିରେ ସହାୟକ ହେବ । ଲକ୍ଷ୍ୟ ପୂରଣ ଦିଗରେ କାମ କରିବେ । ନୂତନ ଭାବରେ ଆରମ୍ଭ କରିବାକୁ ଯାଉଥିବା କାମଟିରେ ସାମାନ୍ୟ ପ୍ରତିବନ୍ଧକ ସୃଷ୍ଟି ହେବା ଆଶଙ୍କା ରହିଛି, ତଥାପି କାର୍ଯ୍ୟ ପୂର୍ଣ୍ଣ କରିପାରିବେ । ଆର୍ଥିକ ଦୃଷ୍ଟିକୋଣରୁ ଦିନଟି ବେଶ୍ ଭଲ ରହିବ । ସମୟାନୁବର୍ତ୍ତିତା ଓ ଶୃଙ୍ଖଳା ରକ୍ଷା କରିବା ଦିଗରେ ପ୍ରଶାସନିକ ସ୍ତରରେ ଉଦ୍ୟମ କରି ପ୍ରଶଂସିତ ହୋଇପାରନ୍ତି । ଅପରିଚିତ ଲୋକଙ୍କ ସହିତ ସମ୍ପର୍କ ସୃଷ୍ଟି ହେବ, ଯାହା ଦ୍ଵାରା ଭବିଷ୍ୟତରେ ଲାଭ ମିଳିବ । ପାରିବାରିକ ଜୀବନ ସୁଖମୟ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ଭଗବାନଙ୍କ ଉପରେ ବିଶ୍ଵାସ ରଖନ୍ତୁ; ସମସ୍ତ କାର୍ଯ୍ୟ ଯଥାବିଦ୍ଧି ସମୟରେ ସମାପ୍ତ ହେବ । ବକ୍ରୀ ଶନି କେତୁଯୁକ୍ତ ହୋଇ ରାଶିକୁ ଅବଲୋକନ କରୁଥିବାରୁ ସବୁ ଭଲ ଥିଲେ ମଧ୍ୟ ବ୍ୟବସାୟ ବାଣିଜ୍ୟ ମାନ୍ଦା ରହିବ, ବନ୍ଧୁଙ୍କ ସହ ଶତ୍ରୁତା ହୋଇପାରେ, ପୁଅ ଝିଅଙ୍କ ପାଠପଢା ସମସ୍ୟାକୁ ନେଇ ଚିନ୍ତିତ ରହିବେ । କର୍ମକ୍ଷେତ୍ରରେ ଶତ୍ରୁତା କାରଣରୁ ଅଶାନ୍ତ ବାତାବରଣ ସୃଷ୍ଟି ହେବା ଆଶଙ୍କା ରହିଛି । ଆର୍ଥିକ ସ୍ଥିତି ମାନ୍ଦା ରହିବ । ବନ୍ଧୁ ଓ ସହକର୍ମୀଙ୍କ ଠାରୁ ଧାର କରଜ କରିବାକୁ ବାଧ୍ୟ ହେବେ । ସାଧାରଣ କଥାକୁ କେନ୍ଦ୍ର କରି ପରିବାର ମଧ୍ୟରେ ବାକ୍‌ଯୁଦ୍ଧ ଲାଗିବାର ଆଶଙ୍କା ରହିଛି । ପାରିବାରିକ ଜୀବନରେ ସ୍ତ୍ରୀର ପୂର୍ଣ୍ଣ ସମର୍ଥନ ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ସୁଖଦାୟକ ରହିବ । ଶୁକ୍ରଙ୍କ ପ୍ରଭାବରେ ଆରୋଗ୍ୟ ଲାଭ କରିବେ, ବନ୍ଧୁଙ୍କ ସ୍ନେହ ପାଇବେ ଓ ନିକଟ ସମ୍ପର୍କୀୟଙ୍କ ଠାରୁ ଆଦର ସମ୍ମାନ ପାଇ ଅତ୍ୟନ୍ତ ଖୁସି ହେବେ । ଆପଣ ଚୁପଚାପ ରହି ନିଜ କାର୍ଯ୍ୟରେ ଧ୍ୟାନ କେନ୍ଦ୍ରୀଭୂତ କରନ୍ତୁ; ଅବିଳମ୍ବେ ସଫଳତା ପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପରେ ବାଧା ପ୍ରତିରୋଧ ଦେଖାଦେଇ ପାରେ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ରହିବ । ଅଫିସରେ କାର୍ଯ୍ୟଭାର ଅଧିକ ଥିଲେ ମଧ୍ୟ ସହକର୍ମୀଙ୍କୁ କଅଁଳ କଥା କହି ସେମାନଙ୍କ ଦ୍ଵାରା ନିଜ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟରେ ସମ୍ପାଦନ କରିପାରିବେ । ବନ୍ଧୁଙ୍କ ସହିତ କୌଣସି ଖାସ୍‌ ବିଷୟ ଉପରେ କଥାବର୍ତ୍ତା ହେବେ । ଭୁଲ୍‌ବଶତଃ ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ସମାଲୋଚିତ ହୋଇପାରନ୍ତି । ଘରୋଇ ଜୀବନରେ ସୁଖ ଓ ସୁବିଧା ବୃଦ୍ଧି ହେବ । ଶୁଭରଙ୍ଗ: ଘିଅରଙ୍ଗ । ଆରାଧନା: ମାଆ ସମଲେଶ୍ଵରୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ଭାଗ୍ୟର ସହଯୋଗ ପାଇବେ । ତୃତୀୟାଧିପ ରାଶିରେ ରହିଥିବାରୁ ସହକର୍ମୀ କିମ୍ବା ଆତ୍ମୀୟମାନଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ ଏବଂ ଆପଣଙ୍କୁ ଉଚ୍ଚାସନ, ନୂତନ କର୍ମନିଯୁକ୍ତି, ଶୁଭଖବର ଏବଂ ଆତ୍ମୀୟଙ୍କ ଆଦର ଗୌରବ ପ୍ରାପ୍ତ କରାଇବ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇପାରେ । ଅଫିସ ସହକର୍ମୀଙ୍କ ସହ ମିଳିମିଶି ଓ ସମସ୍ତଙ୍କ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି । ଅଫସିରେ ଅଧିକାରୀଙ୍କୁ ଆପଣଙ୍କ ନିଜର ଅଭିଯୋଗ ଜଣାଇପାରିବେ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ରୋଗପୀଡ଼ା ଭୋଗ କରୁଥିବା ବ୍ୟକ୍ତିଙ୍କ ଶାରୀରିକ ଅବସ୍ଥାରେ ଉନ୍ନତି ଘଟିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ଦିନଟି ସବୁ ଦିଗରୁ ଶୁଭଫଳ ଦେବ । ଆପଣ ନିଜ ବ୍ୟବହାର ଦ୍ଵାରା ଅନ୍ୟର ହୃଦୟ ଜିଣିବେ । ଗ୍ରହ ସ୍ଥିତିର ଅନୁକୂଳତା ଆପଣଙ୍କ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ, ନୂତନ ବନ୍ଧୁତ୍ଵ ସ୍ଥାପନ ଯୋଗୁଁ ମନ ଖୁସି ରଖିବ । କୌଣସି କାମରୁ ଆଜି ବଡ଼ ଫାଇଦା ହେବ । ବ୍ୟବସାୟ ସହିତ ସଂଲଗ୍ନ କାମରେ କିଛି ଲୋକଙ୍କ ସହ ଆଲୋଚନା କରିବେ । ଅଫିସର ସୁସ୍ଥ ବାତାବରଣ କାର୍ଯ୍ୟ କରିବାର ଗତିକୁ ତ୍ଵରାନ୍ଵିତ କରିବ । କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ । ମାନସିକ ସ୍ତରରେ କେତେକେ ସମସ୍ୟା ଲାଗି ରହିଥିଲେ ମଧ୍ୟ ପରିବାରରେ ନୀରବତା ରହିବାକୁ ବାଧ୍ୟ ହେବେ । ସ୍ଵାଦିଷ୍ଟ ଖାଦ୍ୟ ଭୋଜନ କରିବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଅମ୍ବିକା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ଆଜି ଆପଣଙ୍କ ମନରେ ଆତ୍ମବିଶ୍ଵାସ ଅଧିକ ରହିବ । ଅଷ୍ଟମସ୍ଥ ଚନ୍ଦ୍ର ଅବସ୍ଥାନ କରିଥିବା ଯୋଗୁଁ ଜଟିଳ ପରିସ୍ଥିତିକୁ ସଜାଡ଼ି ନେବାରେ ସହାୟକ ହେବ । କ୍ୟାରିଅରରେ ଆଗକୁ ବଢ଼ିବା ଲାଗି ଚେଷ୍ଟା କରିବେ । ବ୍ୟବସାୟର ଆୟ ବ୍ୟୟ ପ୍ରାୟ ସମାନ ରହିବ । ଚାକିରୀ ଜୀବିମାନେ ନିଜ କ୍ଷେତ୍ରରେ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ । ଆଗାମୀ ଆନୁଷ୍ଠାନିକ ଉତ୍ସବ ନିମନ୍ତେ ପରିବାରର ସଦସ୍ୟଙ୍କ ସହିତ ଚିନ୍ତା କରିବେ । ପରିବାରରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ସୁଖଦାୟକ ରହିବ । ଶୁକ୍ର ଓ ଚନ୍ଦ୍ର କେନ୍ଦ୍ର ସ୍ଥାନରେ ରହି ଆପଣଙ୍କୁ ସାମଗ୍ରିକ ସୁଖ, ସୁବିଧା ଯୋଗାଇ କାର୍ଯ୍ୟ ସାଧିତ କରାଇବେ । ବ୍ୟବସାୟୀରେ ଆର୍ଥିକ ସ୍ଥିତି ଚଳନୀୟ ରହିବ । ବ୍ୟବସାୟରେ ଲାଗିଥିବା ସଙ୍କଟ ଦୂର ହେବ । ଅଫିସରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । ଆଜି ନୂଆ ଲୋକଙ୍କ ସହିତ ସାକ୍ଷାତ କରିବେ । ବିଭିନ୍ନ ସମସ୍ୟା ରହିଥିଲେ ମଧ୍ୟ ଅର୍ଥନୈତିକ, ସାମାଜିକ, ଆନୁଷ୍ଠାନିକ କ୍ଷେତ୍ର ସକାଶେ କୌଣସି ଅସୁବିଧା ସୃଷ୍ଟି ହେବ ନାହିଁ । ଶନି ଓ ରାହୁ ପ୍ରଭାବରେ ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ଭଲ ସମ୍ପର୍କ ଥିବା ବନ୍ଧୁମାନେ ଭୁଲ୍‌ ବୁଝିପାରନ୍ତି । ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ସମଲେଶ୍ଵରୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ଧୌର୍ଯ୍ୟ ଧରି କାର୍ଯ୍ୟ କରନ୍ତୁ । ବିବାଦୀୟ ପରିସ୍ଥିତି ଲାଗି ରହିବା ହେତୁ ଅଭାବ ନ ଥିଲେ ମଧ୍ୟ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ । ନୂଆ କାମଧନ୍ଦା ସମ୍ବନ୍ଧରେ ବିଚାର କରିବା ଲାଗି ଦିନଟି ଭଲ । ଫାଇଦା ହାସଲ ପାଇଁ ନିକଟ ସମ୍ପର୍କୀୟମାନେ ଫନ୍ଦିଫିକର କରିବା ଲାଗି ମନ ବଳାଇ ପାରନ୍ତି । ଅଫିସ ହେଉ ଅବା ବ୍ୟବସାୟ, ସାଧାରଣ କଥାରେ ବିରକ୍ତି ପ୍ରକାଶ କରିବା ଦ୍ୱାରା ତାହା ନିଜ ପାଇଁ ଅନିଷ୍ଟକର ପରିସ୍ଥିତି ସୃଷ୍ଟି କରିପାରେ । ଆଜି ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ । ଆପଣଙ୍କର ଆଶା ଓ ଅଭିଳାଷ ପୂରଣ ଦିଗରେ ବନ୍ଧୁମାନେ ଆବଶ୍ୟକ ସାହାଯ୍ୟ, ସହଯୋଗ କରିବେ । ବୈବାହିକ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଆଖଣ୍ତଳମଣି ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ସକାରାତ୍ମକ ଭାବନା ନେଇ କାର୍ଯ୍ୟ କରନ୍ତୁ । ଚନ୍ଦ୍ରଙ୍କ ସ୍ଥିତି ପ୍ରଭାବରେ ଆପଣଙ୍କ ବିଚାରଧାରାର ପରିବର୍ତ୍ତନ ପ୍ରତ୍ୟେକ କ୍ଷେତ୍ରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି କରିବ । କର୍ମକ୍ଷେତ୍ରରେ ଛୋଟିଆ କଥାକୁ କେନ୍ଦ୍ର କରି କଳହ ହୋଇପାରେ । ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ଭୁଲ୍‌ ବୁଝାମଣାରୁ ପାରିବାରିକ କଳହକୁ କେନ୍ଦ୍ରକରି ଭାବପ୍ରବଣ ହୋଇପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭଦ୍ରକାଳୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ଆପଣଙ୍କ ଊର୍ଜାର ସ୍ତର ବଢ଼ିବ । ରବିଙ୍କ ସ୍ଥିତି ପ୍ରଭାବରେ ବନ୍ଧୁମାନଙ୍କ ସାହାଯ୍ୟ ଲାଭ କରି ନିଜକୁ ଧନ୍ୟ ମନେ କରିବେ । ଆର୍ଥିକ ଲାଭ ଓ ଉନ୍ନତି ଯୋଗ ପ୍ରବଳ ରହିଛି । ବହୁତ ଦିନରୁ ରହିଯାଇଥିବା ବକେୟା ଟଙ୍କା ଆଜି ଅପରାହ୍ନରେ ପାଇବେ । ବ୍ୟବସାୟୀମାନେ କାରବାରରେ ପ୍ରଚୁର ଲାଭବାନ୍ ହେବେ । ଯିଏ ଯେତେ ଶତ୍ରୁତା କରି ପ୍ରତିବନ୍ଧକ ସୃଷ୍ଟି କଲେ ମଧ୍ୟ ଆପଣଙ୍କର କୌଣସି କ୍ଷତି ହେବନାହିଁ । ଅଫିସରେ ଗୁରୁତ୍ୱପୂର୍ଣ୍ଣ କାମଗୁଡ଼ିକ ସମ୍ପର୍କରେ ଆଲୋଚନା ସମାପ୍ତ ହୋଇପାରେ । ସ୍ଵାର୍ଥସାଧନ ସକାଶେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇପାରନ୍ତି । ବୈବାହିକ ଜୀବନ ଭଲ ରହିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଭୈରବୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ଆପଣଙ୍କର କାମ ମନ୍ଥର ଗତିରେ ପୂରା ହେବାର ସମ୍ଭାବନା ରହିଛି । ଶନିଙ୍କ ସୁପ୍ରଭାବରେ ସ୍ଵାସ୍ଥ୍ୟ ମୋଟାମୋଟି ଭଲ ରହିବ ଏବଂ ଚିନ୍ତା କରୁଥିବା କାର୍ଯ୍ୟରେ ବାଧାବିଘ୍ନ ଦୂରେଇଯିବ କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ ନତୁବା ଆକସ୍ମିକ ଭାବରେ କଳହ ଦେଖାଦେଇପାରେ । ବିଶେଷ କାମରେ ମିତ୍ରଙ୍କ ଠାରୁ ବଢ଼ିଆ ପରାମର୍ଶ ପାଇବେ । ବ୍ୟବସାୟରେ ଉନ୍ନତି ପାଇଁ ଯଥେଷ୍ଟ ଧ୍ୟାନ ଦେବେ । ଅଫିସ୍‌ କାମର ଚାପ ପ୍ରଭାବରୁ ଟେନ୍‌ସନ କିିଛି ମାତ୍ରାରେ ଲାଗି ରହିବ । ପାରିବାରିକ ସମସ୍ୟା ରହିଥିଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହୋଇପାରିବେ । ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ପ୍ରଭୁ ହନୁମାନ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ଦିନଟି ଆପଣଙ୍କ ଲାଗି ମାଧ୍ୟମ ଧରଣର ଫଳ ପ୍ରଦାନ କରିବ । ମୁଖଭାବରେ ଚନ୍ଦ୍ର ଥିବାରୁ ଆପଣଙ୍କ ମଧୁର ବଚନ ଓ ମନଲୋଭା କଥାରେ ଅନ୍ୟମାନଙ୍କର ମନକୁ ସହଜରେ କିଣିନେବେ । କିନ୍ତୁ କାର୍ଯ୍ୟକ୍ଷେତ୍ରରେ ବିବାଦୀୟ ସ୍ଥିତି ଉତ୍ପନ୍ନ ହୋଇପାରେ । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେବାକୁ ଚେଷ୍ଟା କରି ପାରନ୍ତି । ବ୍ୟବସାୟିକ କ୍ଷେତ୍ରରେ ଆୟ ବ୍ୟୟ ପ୍ରାୟ ସମାନ ରହିବ । ଯେକୌଣସି କାର୍ଯ୍ୟକୁ ତରବାରିଆ ହୋଇ କରନ୍ତୁ ନାହିଁ କିମ୍ବା ତରବାରିଆ ନିଷ୍ପତ୍ତି ନିଅନ୍ତୁ ନାହିଁ । ଈର୍ଷାପରାୟଣ ଆତ୍ମୀୟଙ୍କ ମିଥ୍ୟା ଗୁଜବ ସାମୟିକ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ । ନିଜ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମହାଦେବ ।

Leave a Reply

Your email address will not be published. Required fields are marked *