02 ନଭେମ୍ବର 2020, ସୋମବାର- ମାସଗୁଡିକ ମଧ୍ୟରୁ ଶ୍ରେଷ୍ଠମାସ କାର୍ତ୍ତିକ ମାସର ପ୍ରଥମ ସୋମବାର, ମହାଦେବଙ୍କ କୃପାରୁ ୮ଟି ରାଶିର ବ୍ୟକ୍ତିଙ୍କୁ

02 ନଭେମ୍ବର 2020, ସୋମବାର- ମାସଗୁଡିକ ମଧ୍ୟରୁ ଶ୍ରେଷ୍ଠମାସ କାର୍ତ୍ତିକ ମାସର ପ୍ରଥମ ସୋମବାର, ମହାଦେବଙ୍କ କୃପାରୁ ୮ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ଭାଗ୍ୟର ସହଯୋଗ ! ଅନ୍ୟ ରାଶିର ବ୍ୟକ୍ତିମାନେ ସତର୍କତାର ସହ ଦିନଚର୍ଯ୍ୟା କରନ୍ତୁ, ନଚେତ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି ।

ଆଜି ଆମେ ଆପଣଙ୍କୁ ୦୨ ନଭେମ୍ବର ସୋମବାରର ରାଶିଫଳ କହିବାକୁ ଯାଉଛି । ରାଶିଚକ୍ର ମନୁଷ୍ୟ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଗ୍ରହର ପରିବର୍ତ୍ତନ ଫଳରେ ରାଶିଗୁଡିକ ଉପରେ ମଧ୍ୟ ଭଲ ହେଉ ବା ମନ୍ଦ, କିଛି ନା କିଛି ପ୍ରଭାବ ନିଶ୍ଚୟ ପଡିଥାଏ । ଗ୍ରହର ସ୍ଥିତି ଭଲ ଥିଲେ ବ୍ୟକ୍ତିର ଜୀବନରେ ଏହାର ସୁପ୍ରଭାବ ପଡିଥାଏ ଓ ବ୍ୟକ୍ତି ଉନ୍ନତି କରିଥାଏ କିନ୍ତୁ ଗ୍ରହ ସ୍ଥିତି ଭଲ ନ ଥିଲେ, ବ୍ୟକ୍ତିର ଜୀବନରେ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଭଗବାନଙ୍କୁ ସ୍ମରଣ କରନ୍ତୁ, ଦିନଟି ଭଲରେ କାଟିବ । ରାଶିର ଚତୁର୍ଥସ୍ଥାନରେ ରାହୁର ଅବସ୍ଥାନ ଯୋଗୁଁ ବନ୍ଧୁଙ୍କ ସହ ଅର୍ଥସମ୍ପର୍କକୁ ନେଇ ବିବାଦଗ୍ରସ୍ତ ହୋଇପାରନ୍ତି । ଅବଶ୍ୟ ବ୍ୟବସାୟରେ ସଫଳତା ହାସଲ କରିବେ କିନ୍ତୁ ପରିବହନରେ ସମସ୍ୟା ଲାଗି ରହିବ । ବହୁତ ଦିନରୁ ଲାଗି ରହିଥିବା ଘରୋଇ ସମାସ୍ୟାର ସମାଧାନ ସକାଶେ ଜଣେ ଆତ୍ମୀୟ ସାହାଯ୍ୟ କରିପାରନ୍ତି । ପୈତୃକ ସମ୍ପତ୍ତି ପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ଅଫିସରେ ଆପଣଙ୍କର ସ୍ଥିତି ମଜଭୁତ ହେବ । ସହକର୍ମୀମାନଙ୍କ ସହ ବିଭିନ୍ନ ପ୍ରକାରର ଆଲୋଚନାରେ ସମୟ ଅତିବାହିତ ହୋଇପାରେ । କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ-ବ୍ୟବହାର କରିବା କାଠିକର ପାଠ ହୋଇପାରେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଆପଣଙ୍କର ମନରେ ଯେଉଁ ଭଳି ଉଚ୍ଚ ଆଶା ରହିଛି ସେହି ଅନୁସାରେ କାର୍ଯ୍ୟରେ ସମ୍ପାଦନ କରିବାରେ କୃତକାର୍ଯ୍ୟ ହେବେ । ପ୍ରତ୍ୟେକ ସମସ୍ୟାକୁ ପ୍ରତିହତ କରି କର୍ମକ୍ଷେତ୍ରରେ ହାତକୁ ନେଇଥିବା କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ କରି ପାରିବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବ୍ୟବସାୟ, ପରିବହନ, ବାଣିଜ୍ୟ, କଳା, ସାହିତ୍ୟ, ଚଳଚ୍ଚିତ୍ର, ସଭାସମିତି, ସାମ୍ବାଦିକତା,ଏଜେନଶିପ୍‌ରୁ ପ୍ରଶଂସିତ ହେବେ । କିନ୍ତୁ ପାପ ଗ୍ରହର ପ୍ରଭାବରୁ କେତେକ କ୍ଷେତ୍ରରେ ମନୋବଳ ଦୁର୍ବଳ ହୋଇପାରେ । ମାନସିକ ଅସ୍ଥିରତା ସଙ୍ଗକୁ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଉଦାସ ରହିବ । ପରିବାରରେ ସାଧାରଣ କଥାରେ କ୍ଷୁବ୍ଧ ହୋଇ ସ୍ତ୍ରୀ ମୁହଁ ଫେରାଇ ନେଇପାରନ୍ତି । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ପ୍ରଭୁ ହନୁମାନ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଇଷ୍ଟଦେବୀଙ୍କୁ ଆରୋଧନ କରନ୍ତୁ; ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟଗୁଡିକ ସୁରୁଖୁରୁରେ ସମ୍ପାଦନ କରିବାରେ କୌଣସି ଅସୁବିଧା ହେବ ନାହିଁ । ପାରିବାରିକ ଅସ୍ଥିରତା କାରଣରୁ ମାନସିକ ସ୍ଵାସ୍ଥ୍ୟ ବିଶେଷ ଭଲ ରହି ନ ପାରେ । କର୍ମକ୍ଷେତ୍ରରେ ସମସ୍ୟା ହଠାତ୍‌ ଦେଖାଦେଇଥିବା କାରଣରୁ ମନ ମଧ୍ୟ ବିଚଳିତ ରହିବ । ଉପସ୍ଥିତ ବୁଦ୍ଧି ଖଟାଇ ବ୍ୟବସାୟୀମାନେ କୌଶଳରେ କାର୍ଯ୍ୟ ହାସଲ କରିନେବେ । କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହୋଇପାରନ୍ତି । ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ । ମାନସିକଚାପ ବୃଦ୍ଧି ପାଇବ । କଥାବାର୍ତ୍ତା ସମୟରେ ଅନ୍ୟମାନଙ୍କ ସହ ସଂଯମତା ରଖିବାକୁ ପଡିବ ନଚେତ ସମସ୍ୟାରେ ଛନ୍ଦି ହୋଇପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ପ୍ରତ୍ୟେକ ଦୃଷ୍ଟି କୋଣରୁ ଦିନଟି ଆପଣଙ୍କ ଲାଗି ଭଲ ରହିବ । ଆପଣଙ୍କ ରାଶିରେ ଶନିଙ୍କ ଅବସ୍ଥାନ ଯୋଗୁଁ ସହନଶୀଳତା ଓ ଉଦାର ମନୋଭାବ କାରଣରୁ ଅନ୍ୟମାନଙ୍କର ପ୍ରିୟପାତ୍ର ହୋଇପାରିବେ । ପାରିବାରିକ କ୍ଷେତ୍ରରେ ଉଲ୍ଲେଖନୀୟ କାମ କରି ଉଚ୍ଚ ପ୍ରଶଂସିତ ହେବେ । ବ୍ୟବସାୟରେ ଆୟ ବ୍ୟୟ ପ୍ରାୟ ସମାନ ରହିବ । କୌଣସି ନୂଆ କାମ ପାଇଁ ରାଜ୍ୟ ବାହାରକୁ ଯାଇପାରନ୍ତି । ଅଫିସରେ କାର୍ଯ୍ୟର ଚାପ ଅଧିକ ରହିବ । କିନ୍ତୁ କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଯାହାଫଳରେ ସକର୍ମୀମାନେ ଆପଣଙ୍କ ଉପରେ ଇର୍ଷାନ୍ଵିତ ହୋଇପାରନ୍ତି । ସଭାସମିତିରେ ଏକ ମାମୁଲି ଘଟଣାକୁ କେନ୍ଦ୍ର କରି ଉଚ୍ଚବାଚ ଘଟିପାରେ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଆଜି ଆପଣଙ୍କ ମନରେ ଆତ୍ମବିଶ୍ୱାସର ସ୍ତର ଉଚ୍ଚ ରହିବ । ମନରେ ଲାଗି ରହିଥିବା ଓଲଟପାଲଟ ଚିନ୍ତାର ଅବସାନ ଘଟିବ । କର୍ମାଧିପ ନୀଚରାଶିରେ ଥିବାରୁ ଆଜିର କାର୍ଯ୍ୟରେ କିଛିଟା ବ୍ୟତିକ୍ରମ ସୃଷ୍ଟିହୋଇପାରେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗୁରୁତ୍ଵ ଦେବେ ଯାହାଫଳରେ ଯଶ, ମାନ-ସମ୍ମାନ ବୃଦ୍ଧି ହେବ । ଚାକିରୀ ଜୀବିମାନେ ଅଫିସରେ ନିଷ୍ଠାର ସହିତ କାର୍ଯ୍ୟ କରିବେ ତଥାପି ଅପରାହ୍ନରେ ମିଥ୍ୟା ଦୋଷାରୋପର ଶିକାର ହୋଇପାରନ୍ତି । ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାରର କୌଶଳ ଅବଲମ୍ବନ କରିବାକୁ ପଡିପାରେ । ବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ପାରିବାରିକ କ୍ଷେତ୍ରରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ସନ୍ତୋଷୀ ମାତା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଯାହା ମନକୁ ଆସୁଛି କରି ଚାଲନ୍ତୁ କୌଣସି ପ୍ରକାରର ପ୍ରତିରୋଧ କିମ୍ବା ପ୍ରତିବନ୍ଧକ ରହିବ ନାହିଁ । ସ୍ଵାତୀ ନକ୍ଷେତ୍ରର ପ୍ରଭାବରେ ଅର୍ଥନୈତିକ ଅଭିବୃଦ୍ଧି ସହ କାର୍ଯ୍ୟସିଦ୍ଧି ଯୋଗୁଁ ମନରେ ଖୁସି ଅନୁଭବ କରିବେ । ଯଦିଓ କେତେକ ସମସ୍ୟା ଓ ପ୍ରତିବନ୍ଧକ ଆସିବ, ତଥାପି ଆରମ୍ଭ କରିଥିବା କାମଟି ଅଟକିବ ନାହିଁ । କଳା, ସାହିତ୍ୟ, ନୂତନ କାର୍ଯ୍ୟାରମ୍ଭ ଓ ଶିଳ୍ପ, ବ୍ୟବସାୟ, ପରିବହନରେ ଉନ୍ନତି କରିବେ । ପଇସା ନେଣଦେଣ ସାବଧାନତା ସହ କରନ୍ତୁ । ବାକ୍‌ ଅସଂଯମତା ଯୋଗୁ ବନ୍ଧୁଙ୍କ ସହ ସୁସମ୍ପର୍କ ବ୍ୟାହତ ହୋଇପାରେ । ସ୍ଵାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଭୁଲ୍‌ ବୁଝାମଣା ଓ ସନ୍ଦେହ କାରଣରୁ ପାରିବାରିକ ଅଶାନ୍ତି ଦେଖାଦେଇପାରେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହୋଇପାରେ । ହସ୍ତା ନକ୍ଷତ୍ରର ପ୍ରଭାବରେ ପ୍ରତିବନ୍ଧକ ମଧ୍ୟ ଦେଇ ଚଳିବାକୁ ପଡ଼ିବାର ଆଶଙ୍କା ରହିଛି । ସ୍ଵାସ୍ଥ୍ୟ ସମସ୍ୟା ପୂର୍ବପରି ରହିବ ମାତ୍ର ପୂର୍ଣ୍ଣତଃ ଆରୋଗ୍ୟ ଲାଭ କରି ନ ପାରନ୍ତି । ବ୍ୟବସାୟରେ ଆର୍ଥିକ ସ୍ଥିତି ମାନ୍ଦା ରହିବା ତଥାପି କ୍ଷତି ସହ୍ୟ କରିବାକୁ ପଡିବ ନାହିଁ । ଅଫିସରେ ଯେତେ ଭଲ କାମ କରିଲେ ମଧ୍ୟ ଶ୍ରେୟସ୍କର ଅନ୍ୟକୁ ମିଳିବ । ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି । ନିର୍ମାଣ, ଯୋଗାଯୋଗ, ସଙ୍ଗଠନ ଓ ପ୍ରଶାସନିକସ୍ତର ସମସ୍ୟାମୁକ୍ତ ରହିବ । ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ ସମସ୍ୟା ପ୍ରାୟତଃ ଆଗକୁ ବଢିପାରିବେ ନାହିଁ । ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ନିଜ ଉପରେ ବିଶ୍ଵାସ ରଖନ୍ତୁ ଏବଂ ନିଜ କର୍ତ୍ତବ୍ୟ ମୁତବକ କାର୍ଯ୍ୟ କରିଚାଳନ୍ତୁ । କର୍ମକ୍ଷେତ୍ର ପ୍ରତି ଶନି ଓ ରାହୁଙ୍କ କୁପ୍ରଭାବ ଯୋଗୁଁ ସମସ୍ୟାର ସମ୍ମୁଖୀନ କରିପାରନ୍ତି ଓ ପାରିବାରିକ ସ୍ତରରେ ବିଭିନ୍ନ ପ୍ରକାର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ତଥାପି କୌଣସି ବିଭ୍ରାନ୍ତ ହୁଅନ୍ତୁ ନାହିଁ, ଦିନଟି ଆପଣଙ୍କ ଲାଗି ଅତି ଉତ୍ତମ ରହିବ । ବନ୍ଧୁମାନଙ୍କୁ ମଧୁର ବାକ୍ୟ କହି କାର୍ଯ୍ୟ ହାସଲ କରିନେବେ । ଆପଣଙ୍କ ଉନ୍ନତି ପଥରେ ଲାଗି ରହିଥିବା ବାଧା ଦୂର ହେବ । ଷ୍ଟକ ଓ ମିଚ୍ୟୁଆଲ୍‌ଫଣ୍ତରେ ନିବେଶ ଲାଭଦାୟକ ରହିବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିପାରନ୍ତି ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ପ୍ରଶାସନିକ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବା ସହ ଆଲୋଚନା ଫଳପ୍ରଦ ହେବ । ଶୁଭରଙ୍ଗ: କଫି । ଆରାଧନା: ମାଆ ଅମ୍ବିକା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ପାରିବାରିକ ଅଶାନ୍ତି ରହିଥିଲେ ମଧ୍ୟ ପରିସ୍ଥିତିକୁ ଆଖି ଆଗରେ ରଖି କାମ କଲେ କୌଣସି ଅସୁବିଧା ହେବ ନାହିଁ । ପୁନର୍ବସୁ ନକ୍ଷତ୍ରରେ ପ୍ରଭାବରେ କର୍ମକ୍ଷେତ୍ରରେ ସମସ୍ୟା ଦୂର ହେବ । ଆକସ୍ମିକ ଭାବେ ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ସମ୍ବାଦ ଶୁଣି ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହୋଇପାରନ୍ତି । ଆନୁଷ୍ଠାନିକ ଅଥବା ପ୍ରଶାସନିକ ସ୍ତରରେ ଏପରି କି ଶିଳ୍ପ, ବାଣିଜ୍ୟରେ ମଧ୍ୟ ପ୍ରତିବନ୍ଧକକୁ ଦୂରେଇବାରେ ସମର୍ଥ ହେବେ । ବ୍ୟବସାୟରେ ପୁରୁଣା ବିବାଦ ସମାପ୍ତ ହୋଇଯିବ କିନ୍ତୁ ଆକସ୍ମିକ ସ୍ଥାନାନ୍ତର ସୂଚନା ମନକୁ ଭାରାକ୍ରାନ୍ତ କରିପାରେ । କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଆଜିର ପ୍ରତ୍ୟୁଷ ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ । ସନ୍ତାନଙ୍କ ଠାରୁ ସୁଖଦ ସମାଚାର ମିଳିବ । ପ୍ରେମ ପ୍ରସଙ୍ଗରେ ସଫଳତା ନିଶ୍ଚିତ ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଧର୍ମ କାର୍ଯ୍ୟରେ ସମୟ ବିତିବ । ଆଜି ଆର୍ଦ୍ରା ନକ୍ଷତ୍ର ଏହି ରାଶି ପାଇଁ ହଠାତ୍‌ ପରିସ୍ଥିତି ବଦଳିଯିବ । ଆଜି ଯାହା ଓ ଯେମିତି ଆଶା କରୁଛନ୍ତି ସେମିତି ହିଁ କରିବାରେ କୌଣସି ଅସୁବିଧା ହେବ ନାହିଁ । ନୂଆ ଲୋକଙ୍କ ସହିତ ପରିଚୟ ହେବ । ପ୍ରତିଷ୍ଠିତ ଲୋକଙ୍କ ସହିତ ସମ୍ପର୍କ ହେବ । ବ୍ୟବସାୟ ବୃଦ୍ଧି ଲାଗି ଆପଣଙ୍କ ମନରେ ଯେଉଁ ବିଚାର ଆସିବ ତାହା ସଫଳ ହେବ । ଆପଣଙ୍କୁ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ । ନୂଆ ଘର ବା ଭୂ-ସମ୍ପତ୍ତି କିଣିବା ଲାଗି ଯୋଜନା କରିବେ । ବିବାଦୀୟ ଘଟଣାରେ ପ୍ରତିଦ୍ୱନ୍ଦ୍ୱିତା କ୍ରମଶଃ ବୃଦ୍ଧି ପାଇବ । ପଡୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଅପଚେଷ୍ଟା କରିପାରନ୍ତି । ପରିବାରରେ ହସଖୁସିର ବାତାବରଣ ରହିବ । ଶୁଭରଙ୍ଗ: କମଳା ରଙ୍ଗ । ଆରାଧନା: ମାଣିକେଶ୍ଵରୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଭାଗ୍ୟର ସହଯୋଗ ପାଇ ଉନ୍ନତି ପଥରେ ଅଗ୍ରସର ହେବେ । ରୋହିଣୀ ନକ୍ଷତ୍ର ଯୋଗୁଁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରିୟ ବନ୍ଧୁଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି । ବ୍ୟବସାୟରେ ଆର୍ଥିକ ସ୍ଥିତି ଭଲ ରହିବ । ଗୃହ, ଜମି ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଦିନ ଭିତରେ କାର୍ଯ୍ୟବ୍ୟସ୍ତ ଯୋଗୁଁ ମନ ଖୁସୀ କରିବାର ଅବସର ପାଇବେ ନାହିଁ । ସଭାସମିତି, ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡ଼ିପାରେ । ଆକସ୍ମିକ ସମସ୍ୟା ହେତୁ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ । ପାରିବାରକି କ୍ଷେତ୍ରରେ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ । ନିକଟ ସମ୍ପର୍କୀୟ ମାନଙ୍କ ଈର୍ଷା ଓ ଅସୂୟା ଭାବ ଯୋଗୁଁ ବିଚଳିତବୋଧ କରିପାରନ୍ତି । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଅମ୍ବିକା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ପାରିବାରିକ ସ୍ଥିରତା ଓ କର୍ମକ୍ଷେତ୍ରର ସ୍ଥିତି ପ୍ରାୟତଃ ଅକ୍ଷୁଣ୍ଣ ରହିବ । ସ୍ୱଭାବ ଶାନ୍ତ ଓ ବ୍ୟବହାର ମିଷ୍ଟ ରହିବ । ଆଜି କୃତ୍ତିକା ନକ୍ଷତ୍ର ଯୋଗୁଁ ଆଶା କରୁଥିବା ଦିଗରୁ ସାହାଯ୍ୟ ଓ ସହଯୋଗ ମିଳିବ । ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମନୋଭାବ ଆପଣଙ୍କ ମନକୁ ପ୍ରଫୁଲ୍ଲିତ କରିବ । ଅର୍ଥଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ ଯୋଗୁଁ ମନ ଖୁସି ରହିବ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ବୈବାହିକ ଜୀବନ ସୁଖମୟ ରହିବ । ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ । ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାନ୍ତି । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଶାରଳା ।

Be the first to comment

Leave a Reply

Your email address will not be published.


*