02 ଫେବୃୟାରୀ 2021, ମଙ୍ଗଳବାର :- ପ୍ରଭୁ ହନୁମାନଙ୍କ କୃପାରୁ ଆଜି ଏହି ୪ଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଚମକି

02 ଫେବୃୟାରୀ 2021, ମଙ୍ଗଳବାର :- ପ୍ରଭୁ ହନୁମାନଙ୍କ କୃପାରୁ ଆଜି ଏହି ୪ଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଚମକି

02 ଫେବୃୟାରୀ 2021, ମଙ୍ଗଳବାର :- ପ୍ରଭୁ ହନୁମାନଙ୍କ କୃପାରୁ ଆଜି ଏହି ୪ଟି ରାଶିର ବ୍ୟକ୍ତିଙ୍କ ଭାଗ୍ୟ ଚମକି ଉଠିବ, ସମସ୍ତ ଇଚ୍ଛା ପୂରଣ ହେବ । ମାଆ-ବାପାଙ୍କ ମିଳିବ ଆଶୀର୍ବାଦ ।

ଆଜି ଆମେ ଆପଣଙ୍କୁ ୦୨ ଫେବୃୟାରୀ ୨୦୨୧ ମଙ୍ଗଳବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ରଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ପ୍ରଭୁଙ୍କ ଆାରାଧନାରେ ମନକୁ ଶାନ୍ତି ମଳିବ । ଆଜି କର୍ମକ୍ଷେତ୍ରରେ ଅଧୁରା ରହିଥିବା କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିପାରିବେ । ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ । ଅପରିଚିତଙ୍କ ସହିତ ସମ୍ପର୍କ ସୃଷ୍ଟି ହେବ ଯାହା ଦ୍ଵାରା ଭବିଷ୍ୟତରେ ଲାଭ ମିଳିବ । ବ୍ୟବସାୟରେ ସ୍ଥିତି ଚାଳଣିୟ ରହିବ । ଲାଭ ନ ହେଲେ ମଧ୍ୟ କ୍ଷତି ସହ୍ୟ କରିବାକୁ ପଡିବ ନାହିଁ । ଅଫିସରେ କତୃପକ୍ଷ ଆପଣଙ୍କ ସପକ୍ଷରେ ରହିବେ । ରାଜନୀତିରେ ସଫଳତା ମିଳିବ । ସମାଜରେ ମାନ-ସମ୍ମାନ ବୃଦ୍ଧି ହେବ । ସଭାସମିତି, ଯାତ୍ରା ଓ ବନ୍ଧୁମିଳନରେ ସମୟ କଟାଇବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । ବୈବାହିକ ଜୀବନ ଠିକ୍‌ଠାକ୍‌ ରହିବ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ହର ପାର୍ବତୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଆଜି ଆପଣଙ୍କୁ ଭାଗ୍ୟର ସହଯୋଗ ମିଳିବ । ଆପଣ କୌଶଳକ୍ରମେ କାର୍ଯ୍ୟ ହାସଲ କରିବେ । ନୂଆ ବେପାର ଲାଗି ଯାତ୍ରା ଲାଭପ୍ରଦ ରହିବ । କର୍ମକ୍ଷେତ୍ରରେ ପୂର୍ବରୁ ଅଟକି ରହିଥିବା କାମଗୁଡ଼ିକ ତ୍ୱରାନ୍ୱିତ କରାଇବାରେ ଚେଷ୍ଟିତ ହେବେ । ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ । ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ । ଆଶା କରୁଥିବା ଦିଗରୁ ଧନପ୍ରାପ୍ତି ହୋଇପାରେ । ସ୍ଵରାଶିସ୍ଥ ଚନ୍ଦ୍ର ଆତ୍ମୀୟମାନଙ୍କ ସ୍ନେହ, ଶ୍ରଦ୍ଧା ଓ ସଦିଚ୍ଛା ଦାନରେ ସହାୟକ ହୋଇପାରନ୍ତି । ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସକାରାତ୍ମକ ଫଳ ପାଇବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣ କରି ଆନନ୍ଦ ଅନୁଭବ କରିବେ । ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ସୂର୍ଯ୍ୟଦେବ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ । କାମକୁ ପୂରା କରିବା ଲାଗି ନୂଆ ଉପାୟ ବାହାର କରିବେ । ନୂଆ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ । ଅଫିସରେ ଦିନଟି ଭଲରେ କଟିବ । ଉପରିସ୍ଥ ଅଧିକାରୀ ଆପଣଙ୍କ ଉପରେ ପ୍ରସନ୍ନ ରହିବେ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ । ବ୍ୟବସାୟରେ ନୂତନ ଚିନ୍ତାଧାରା ପ୍ରୟୋଗ କରି ପରିବହନ ଓ ବ୍ୟବସାୟିକ ସ୍ଥିତିକୁ ସୁଦୃଢ଼ ହେବ । ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଘରୋଇ ଜୀବନରେ ସୁଖ ଓ ସୁବିଧା ବୃଦ୍ଧି ହେବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ବିରଜା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ରହିବା । ସଫଳତା ପୂର୍ବକ ସମସ୍ତ କାର୍ଯ୍ୟ ସମ୍ପାଦନ କରିବେ । ପରିବାର ସହିତ ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯାଇପାରନ୍ତି । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଏବଂ ବ୍ୟବସାୟର ପ୍ରଚାର ପ୍ରସାର ପାଇଁ ଯୋଜନା ମଧ୍ୟ କରିବେ । ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ । ଆପଣଙ୍କୁ କୌଣସି ବଡ଼ ଖୁସି ଖବର ମିଳିବ । ଅବିବାହିତଙ୍କ ଲାଗି ସୁନ୍ଦର ବିବାହ ପ୍ରସ୍ତାବ ଆସିବ । ଚନ୍ଦ୍ରଙ୍କ ସ୍ଵଗୃହାବଲୋକନ ହେତୁ ସ୍ଵାସ୍ଥ୍ୟ ପ୍ରାୟତଃ ଭଲ ରହିବା ସଙ୍ଗକୁ କଳ୍ପନା ବିଳାସୀ ହୋଇପାରନ୍ତି । ପାରିବାରିକ କ୍ଷେତ୍ରରେ ଦୀର୍ଘଦିନର ଆଶା ଫଳବତୀ ହେବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଅମ୍ବିକା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଆପଣଙ୍କ ମନ ଧର୍ମକାର୍ଯ୍ୟରେ ଅଧିକ ଲାଗି ରହିବ । ଗ୍ରହପ୍ରଭାବରେ ଆଜି ଆପଣଙ୍କ ବିଚାରଧାରା ବିକ୍ଷିପ୍ତ ହୋଇପାରେ । ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହୋଇପାରେ । ଧନ ସ˚ପଦ ମାମଲାରେ ବୁଦ୍ଧିମତ୍ତାରେ କାମ କରନ୍ତୁ । କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମକରି ଅଭିଳଷିତ ଜିନିଷ ହାସଲ କରିବେ । କୌଣସି ନୂଆ ପରିଯୋଜନା ଲାଗି ଆପଣଙ୍କ ମନରେ କଳ୍ପନା ଆସିବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବାର ଯୋଗ ରହିଛି । ପାରିବାରିକ ଆବଶ୍ୟକତାକୁ ନେଇ ବ୍ୟୟର ମାତ୍ରା କ୍ରମଶଃ ବୃଦ୍ଧି ହେତୁ ମାନସିକ ଅବସାଦ ବୃଦ୍ଧି ପାଇବ । ଦାଂପତ୍ୟ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ବିରଜା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ସମସ୍ୟାର ସମାଧାନ ପାଇଁ ନୂଆ କୌଶଳ ଅବଲମ୍ବନ କରିବେ । କର୍ମସ୍ଥାନକୁ ଏକାଧିକ ଗ୍ରହ ଦେଖୁଥିବାରୁ ଲକ୍ଷ୍ୟ ହାସଲ କରିବା ପରିପ୍ରେକ୍ଷୀରେ ମିଠା କଥା କହି ବନ୍ଧୁଙ୍କୁ ଆପଣାର କରିବେ । ବ୍ୟବସାୟରେ ଆର୍ଥିକ ସ୍ଥିତି ମାଧ୍ୟମ ଧାରଣର ରହିବ । ବ୍ୟବସାୟର ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । ଅଫିସରେ ଅନ୍ୟମାନଙ୍କ ସହିତ ଆପଣଙ୍କର ତାଳମେଳ ବଢ଼ିଆ ବଜାୟ ରହିବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ମାଲିମୋକଦ୍ଦମା ମାମଲାରେ ରାୟ ଆପଣଙ୍କ ସପକ୍ଷରେ ଯିବ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ପାରିବାରିକ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଶାରଳା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଆଜି ଆପଣଙ୍କ ସହିତ ଅନ୍ୟମାନଙ୍କ ସଂପର୍କ ଭଲ ରହିବ । ରାଶିରେ ମଙ୍ଗଳ ଓ ବୁଧ ଏକତ୍ର ଅବସ୍ଥାନ ଯୋଗୁଁ ଆପଣଙ୍କୁ ଅର୍ଥ, ସମ୍ମାନ, ବନ୍ଧୁଙ୍କ ସହାନୁଭୂତି ସହ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ମଧ୍ୟ ସଫଳତା ମିଳିବ । ଶତ୍ରୁମାନେ ଆପଣଙ୍କର କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ । ନୂଆ ଲୋକଙ୍କ ସହିତ ସାକ୍ଷାତ୍‌ ଆଲୋଚନାରେ ଆପଣଙ୍କୁ ଫାଇଦା ହେବ । କୌଣସି କାମ ସମ୍ବନ୍ଧୀୟ ଯାତ୍ରା ଲାଭଦାୟକ ରହିବ । ନିଃସ୍ଵାର୍ଥ ଭାବରେ ସମାଜ ସେବାରେ ନିଜକୁ ସାମିଲ କରିବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ ନୂଆ ଦାୟିତ୍ଵ ମିଳିପାରେ । ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ମାର୍ଗର ଅନୁସରଣ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ଗାୟତ୍ରୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ । ଆପଣଙ୍କ ମିଷ୍ଟ ବ୍ୟବହାରରେ ସବୁ କାର୍ଯ୍ୟ ପୂରା କରିନେବେ । ଆପଣଙ୍କୁ କୌଣସି ନୂଆ ପରିଯୋଜନା ମିଳିପାରେ । ଦୀର୍ଘ ଦିନରୁ ଲାଗିଥିବା ଆର୍ଥିକ ଚିନ୍ତା ଦୂର ହେବ । ବ୍ୟବସାୟରେ ସାମାନ୍ୟ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ । ସମାଜରେ ଆପଣଙ୍କର ମାନ ସମ୍ମାନ ବଢ଼ିବ । ସରକାରୀ ଚାକିରିଆଙ୍କର ଆର୍ଥିକ ପକ୍ଷ ମଜଭୁତ ହେବ । ରାଜନୀତି କ୍ଷେତ୍ରରେ ପଦୋନ୍ନତି ହେବାର ସମ୍ଭାବନା ଅଛି । ନୂଆ ବାହନ କିଣିବା ଲାଗି ମନ ବଳାଇବେ । ପାରିବାରିକ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହୋଇପାରେ । ଜୀବନସାଥୀଙ୍କ ସହିତ ରାତ୍ରିଭୋଜନ ପାଇଁ ବାହାରକୁ ଯିବେ । ପ୍ରେମିକ ପ୍ରେମିକାମାନଙ୍କର ମନ ପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ଶ୍ରୀଗଣେଶ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଆପଣଙ୍କର ସକାରାତ୍ମକ ବ୍ୟବହାର ଲୋକଙ୍କୁ ପ୍ରଭାବିତ କରିବ । ବ୍ୟବସାୟ କାରବାରରେ ଆର୍ଥିକ ସ୍ଥିତି ମାନ୍ଦା ରହିବ । ଅଫିସରେ କୌଣସି ଖାସ୍‌ କାମ ଅଧୁରା ରହିପାରେ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଆପଣଙ୍କୁ ବନ୍ଧୁବାନ୍ଧବଙ୍କ ଠାରୁ ଆର୍ଥିକ ସାହାଯ୍ୟ ମିଳିବ । ବାହାର କାମରେ ଗଲାବେଳେ ବାହନ ସାବଧାନତାର ସହ ଚଳାନ୍ତୁ । ବାଦ ବିବାଦ ଓ ମାଲିମକଦ୍ଦମା ଠାରୁ ଯଥାସମ୍ଭବ ଦୂରେଇ ରୁହନ୍ତୁ । ସ୍ଵାସ୍ଥ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହୋଇପାରେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ମନକୁ ଶାନ୍ତ ରଖନ୍ତୁ, କାର୍ଯ୍ୟରେ ସଫଳତା ମିଳିବ । ଚନ୍ଦ୍ର ପ୍ରଭାବରେ ଆଜି ସକାଳୁ ସକାଳୁ ଯାତ୍ରା କରିବାକୁ ପଡିପାରେ । ଆପଣ ଚୁପଚାପ ରହି ନିଜ କାର୍ଯ୍ୟରେ ଧ୍ୟାନ କେନ୍ଦ୍ରୀଭୂତ କରନ୍ତୁ; ବିଳମ୍ବ ହେଲେ ବି ସବୁ ଠିକ୍‌ ହୋଇଯିବ । ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପରେ ବାଧା ପ୍ରତିରୋଧ ଦେଖାଦେଇ ପାରେ । ପୁରୁଣା ଗ୍ରାହକଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ । ଆର୍ଥିକ ସ୍ଥିତିରେ ଉଠାଣ ଗଡ଼ାଣ ଲାଗି ରହିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ । ପ୍ରେମ ବ୍ୟାପାର ପାଇଁ ଦିନଟି ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ସଫଳତା ଆପଣଙ୍କୁ ଅପେକ୍ଷା କରି ରହିଛି । ଯେଉଁ କାମ ହାତକୁ ନେବେ ନିଶ୍ଚିତ ଲାଭ ପାଇବେ । ଅସମ୍ପୂର୍ଣ୍ଣ କାର୍ଯ୍ୟ, ବନ୍ଧୁମାନଙ୍କ ଈର୍ଷାପରାୟଣତା, ପାରିବାରିକ କିଛିଟା ସମସ୍ୟା ହେତୁ ଶାନ୍ତି ବ୍ୟାହତ ହୋଇପାରେ । ବ୍ୟବସାୟରେ ଉନ୍ନତି ପାଇଁ ଯଥେଷ୍ଟ ଧ୍ୟାନ ଦେବେ ଏବଂ ବ୍ୟବସାୟରେ ସୁଧାର ମଧ୍ୟ ଆସିବ । ଆପଣ ଅଫିସର କାମ ସମ୍ବନ୍ଧୀୟ ଯାତ୍ରାରେ ଯାଇପାରନ୍ତି । ରାଜନୀତି, ଖେଳ, ବିଦ୍ୟା ଓ କୃଷିକ୍ଷେତ୍ରରେ ଆଦୃତ ହେବେ । କୌଣସି ଗୁରୁତ୍ବପୂର୍ଣ୍ଣ କାଗଜପତ୍ରକୁ ନେଇ କାମ ଅଧାରେ ଅଟକି ଯିବ । ଅପରାହ୍ନରେ ଜଣେ ହିତୈଷୀଙ୍କ ସଙ୍ଗ ଲାଭରୁ ଖୁସି ରହିବେ । ଶୁଭରଙ୍ଗ: ନୀଳ । ଆରାଧନା: ସନ୍ତୋଷୀମାତା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ସମାଜରେ ଆପଣଙ୍କ ସ୍ଥିତି ଭଲ ରହିବ । ଲୋକେ ଆପଣଙ୍କର ଗୁଣଗାନ କରିବେ । ନୂଆ ସ୍ରୋତରୁ ଆପଣଙ୍କୁ ଧନପ୍ରାପ୍ତି ହେବ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ । ଚାକିରି ସମ୍ବନ୍ଧରେ ଭଲ ଖବର ପାଇବେ । ଗଣମାଧ୍ୟମରେ କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ବଢ଼ିଆ ରହିବ । ରଜନୀତି କ୍ଷେତ୍ରରେ ଥିବା ଲୋକମାନେ କୂଟନୀତି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ପ୍ରତ୍ୟେକ ସ୍ତରରେ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ଜୀବନସାଥୀଙ୍କ ସହିତ ସମ୍ବନ୍ଧରେ ସାମଞ୍ଜସ୍ୟ ବଜାୟ ରହିବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ପ୍ରଭୁ ହନୁମାନ ।

Leave a Reply

Your email address will not be published. Required fields are marked *