30 ଅଗଷ୍ଟ 2020, ରବିବାର – ଆଜି ସୂର୍ଯ୍ୟଦେବଙ୍କ ଆଶୀର୍ବାଦରୁ ୫ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ପ୍ରତିଟି କାର୍ଯ୍ୟରେ

30 ଅଗଷ୍ଟ 2020, ରବିବାର – ଆଜି ସୂର୍ଯ୍ୟଦେବଙ୍କ ଆଶୀର୍ବାଦରୁ ୫ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ପ୍ରତିଟି କାର୍ଯ୍ୟରେ

30 ଅଗଷ୍ଟ 2020, ରବିବାର – ଆଜି ସୂର୍ଯ୍ୟଦେବଙ୍କ ଆଶୀର୍ବାଦରୁ ୫ଟି ରାଶିର ବ୍ୟକ୍ତିଙ୍କୁ ମିଳିବ ପ୍ରତିଟି କାର୍ଯ୍ୟରେ ସଫଳତା । ଆର୍ଥିକ ଦିଗରୁ ସ୍ଵଚ୍ଛଳତା ରହିବେ ।

ଆମେ ଆପଣଙ୍କୁ ୩୦ ଅଗଷ୍ଟ, ରବିବାରର ରାଶିଫଳ କହିବାକୁ ଯାଉଛି । ରାଶିଚକ୍ର ମନୁଷ୍ୟ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଏହାର ପ୍ରଭାବ ବ୍ୟକ୍ତିଙ୍କ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଗ୍ରହର ପରିବର୍ତ୍ତନ ଫଳରେ ରାଶିଗୁଡିକ ଉପରେ ମଧ୍ୟ ଭଲ ହେଉ ବା ମନ୍ଦ କିଛି ନା କିଛି ପ୍ରଭାବ ନିଶ୍ଚୟ ପଡିଥାଏ । ଗ୍ରହର ସ୍ଥିତି ଭଲ ଥିଲେ ବ୍ୟକ୍ତିର ଜୀବନରେ ଏହାର ସୁପ୍ରଭାବ ପଡିଥାଏ ଓ ବ୍ୟକ୍ତି ଉନ୍ନତି କରିଥାଏ କିନ୍ତୁ ଗ୍ରହ ସ୍ଥିତି ଭଲ ନ ଥିଲେ, ବ୍ୟକ୍ତିର ଜୀବନରେ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଥାଏ । ଜୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ଆଜି ଆପଣଙ୍କ ଜିଦ୍ଦି ସ୍ଵଭାବ ଆପଣଙ୍କ ପରିବାର ସଦସ୍ୟଙ୍କ ଅଶାନ୍ତିର କାରଣ ହୋଇପାରେ । ରାଶିରେ ଚନ୍ଦ୍ରଙ୍କ ସୁପ୍ରଭାବରେ ଆପଣଙ୍କ କାମକୁ ସହଜରେ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ । କେତେକ କ୍ଷେତ୍ରରେ ସମୟର ଅପବ୍ୟବହାର କରିବେ, ପରେ ଅନୁତାପ କରିବେ । ବ୍ୟବସାୟରେ ଆର୍ଥିକ ସ୍ଥିତି ଭଲ ରହିବ । ଅଫିସରେ ଉଚ୍ଚାଧିକାରୀ କୌଣସି ଗୁରୁ ଦାୟିତ୍ଵ ଅର୍ପଣ କରିପାରନ୍ତି । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । କିନ୍ତୁ ପରିବାରରେ ଛୋଟିଆ ଛୋଟିଆ କଥାକୁ କେନ୍ଦ୍ର କରି ମନରେ ବିଭ୍ରାନ୍ତ ଲାଗିରହିବ । ବାହାରି ଲୋକଙ୍କ କଥା ଶୁଣିଲେ ଅସୁବିଧାରେ ପଡ଼ିପାରନ୍ତି । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଶାରଳା ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ଆଜି ଆପଣ ସାଂସାରିକ ମୋହ ଆକର୍ଷଣ ଠାରୁ ଦୂରେ ରହିବେ । ବ୍ୟୟାଧିପ ମଙ୍ଗଳ ଯୋଗୁଁ ଆଜି ଆପଣ କୌଣସି ମୂଲ୍ୟବାନ ଜିନିଷ କ୍ରୟ କରିବା ପାଇଁ ମନସ୍ଥ କରିବେ । ବନ୍ଧୁଙ୍କ ପରାମର୍ଶକୁ ଶ୍ରେୟ ମନେକରି କାମ କରି ଚାଲିଲେ କେତେକାଂଶରେ ଉପକୃତ ହୋଇପାରନ୍ତି । ସମୟର ସଦୁପଯୋଗ କରନ୍ତୁ, ବ୍ୟବସାୟରେ ସୁଯୋଗକୁ ହାତଛଡା କରନ୍ତୁ ନାହିଁ । ଆଜି କର୍ମକ୍ଷେତ୍ରରେ ପ୍ରତିଟି ମୂହୁର୍ତ୍ତରେ ପ୍ରତିଦ୍ୱନ୍ଦିତା ମନୋଭାବ ଦେଖାଦେବ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । ସମାଜର ବରିଷ୍ଠ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ପରିବାରିକ ସମସ୍ୟାର ଗୁରୁତ୍ୱକୁ ଉପଲବ୍ଧି କରି ଉପଯୁକ୍ତ ପଦକ୍ଷେପ ନେବା । ପୁରାତନ ରୋଗର ପାଦୁର୍ଭାବ ବଢିପାରେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ସମଲେଶ୍ୱରୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ଆଜି ପରିବାର ସଦସ୍ୟଙ୍କ ସମର୍ଥନ ପାଇବେ । ଆଜି ରାଶିରେ ବଳବାନ୍‌ ବୁଧ ଅବସ୍ଥାନ କରିଥିବା ଯୋଗୁଁ କର୍ମକ୍ଷେତ୍ରରେ ଓ ସମାଜରେ ପ୍ରଶଂସିତ ହେବ । ଆପଣଙ୍କୁ ମନରେ ଆତ୍ମବିଶ୍ଵାସ ଓ ସଚ୍ଚୋଟତା ଯୋଗୁଁ ପ୍ରତି କ୍ଷେତ୍ରରେ ଆଗକୁ ବଢ଼ିବା ସହଜ ହେବ । ବ୍ୟବସାୟରେ ଅଗ୍ରଗତି କରିବେ କିନ୍ତୁ ବ୍ୟବସାୟ ସମ୍ବନ୍ଧୀୟ ଉନ୍ନତିମୂଳକ ପଦକ୍ଷେପରେ ବିଭିନ୍ନ ପ୍ରକାର ପ୍ରତିରୋଧର ସମ୍ମୁଖୀନ କରିବାକୁ ପଡିବ । ବ୍ୟବସାୟର ବିସ୍ତାର ପାଇଁ ଲୋକଙ୍କୁ ବିଭିନ୍ନ ପ୍ରକାର କଥା କହି ବୁଝାଇବାକୁ ପଡିବ । ଅଫିସ କାମ ନିର୍ଦ୍ଦିଷ୍ଟ ସମୟରେ ପୂରା କରିବା‌େର ସକ୍ଷମ ହେବେ । ଆଜି ଅଫିସରେ ସମସ୍ତଙ୍କ ସହିତ ହସାସୁଖୀରେ ଦିନ ଅତିବାହିତ କରିବେ । ପରିବାରରେ ଶାନ୍ତିର ବାତାବରଣ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

କର୍ମକ୍ଷେତ୍ରରେ ପ୍ରଭାବ ବିସ୍ତାର କରିପାରନ୍ତି । ଦ୍ୱିତୀୟ ଭାବରେ ରବି ଓ ମଙ୍ଗଳ ଆପଣଙ୍କ ବ୍ୟବହାରକୁ କଠୋର କରିଦେବା କାରଣରୁ କେତେକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ତଥାପି ମନ ପ୍ରସନ୍ନ ରହିବ । ବିଶେଷ କରି ଆଜି କାହାରି ସହିତ କୌଣସି ଯୁକ୍ତିତର୍କ ନକରିବା ଭଲ ଅନ୍ୟଥା ଆପଣ ବିବାଦ ଘେରରେ ଛନ୍ଦି ହୋଇପାରନ୍ତି । ବ୍ୟବସାୟରେ ଆର୍ଥିକ ସ୍ଥିତି ମାନ୍ଦା ରହିଲେ ମଧ୍ୟ କରଜ କରିବାକୁ ପଡିବ ନାହିଁ । ଅଫିସରେ କାର୍ଯ୍ୟର ଚାପ ଅଧିକ ରହିବ । କୌଣସି ନୂଆ ପରିଯୋଜନା ଲାଗି ମନରେ କଳ୍ପନା ଆସିବ । ତେଣୁ ଧୈର୍ଯ୍ୟର ସହ କାର୍ଯ୍ୟ କରନ୍ତୁ । ଦୀର୍ଘ ଦିନରୁ ଲାଗି ରହିଥିବା ପାରିବାରିକ ସ୍ଥିତି ବନ୍ଧୁଙ୍କ ଦ୍ଵାରା ସମାଧାନ ହେବ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଆଖଣ୍ତଳମଣି ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ଆଜିର ଦିନଟି ନୂତନ କର୍ମାରମ୍ଭ, ଯାତ୍ରା, ବାଣିଜ୍ୟାରମ୍ଭ ପାଇଁ ପ୍ରସ୍ତୁତି କ୍ଷେତ୍ରରେ ସଫଳତା ପ୍ରଦାନ କରିବ । ଦୈହିକ ସୁସ୍ଥତା ପୂର୍ଣ୍ଣମାତ୍ରାରେ ରହିଥିଲେ ମଧ୍ୟ ମନରେ ଆଶଙ୍କା ରହିବ । ଆଜି ନିଜ ପରିସରରେ ରହୁଥିବା ବ୍ୟକ୍ତିମାନଙ୍କ ପରାମର୍ଶ ଓ ସହଯୋଗରୁ ସମସ୍ୟା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ପାଇଁ ବନ୍ଧୁ ସାହାଯ୍ୟ କରିବେ । କିନ୍ତୁ କର୍ମକ୍ଷେତ୍ରରେ ଅପରାହ୍ନରେ ମିଥ୍ୟା ଅଭିଯୋଗରେ ଫସି ଯାଇପାରନ୍ତି । ବ୍ୟବସାୟରେ ମନୋବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ । ନୂଆ ଚୁକ୍ତିପତ୍ର ହେବ । ସାମାଜିକ ସ୍ତରରେ ନୀତିଗତ କାମରୁ ପ୍ରଶଂସିତ ହେବେ । ଦାମ୍ପତ୍ୟ ଜୀବନ ପ୍ରେମମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ଚତୁର୍ଥକେନ୍ଦ୍ରସ୍ଥ ଶନିଙ୍କ ପ୍ରଭାବରୁ କେତେକ ଅନିଚ୍ଛାକୃତ କାରଣ ଯୋଗୁଁ ପରିସ୍ଥିତି ଆପଣଙ୍କ ବିପକ୍ଷରେ ଯାଇପାରେ । ଭବିଷ୍ୟତକୁ ସୁଧାରିବା ଲାଗି ନୂଆ ପଦକ୍ଷେପ ନେବେ । ବ୍ୟବସାୟରେ ଲାଭ-କ୍ଷତି ପ୍ରତି ଭ୍ରୂକ୍ଷେପ କରିବେ ନାହିଁ । ଯାହାଫଳରେ ଆପଣଙ୍କ ସରଳତାର ସୁଯୋଗ ନେଇ କୋଣସି ବ୍ୟକ୍ତି ଲାଭ ଉଠାଇ ପାରନ୍ତି । କର୍ମକ୍ଷେତ୍ର ଓ ଅଫିସରେ କଠିନ ପରିଶ୍ରମ କରି ନିର୍ଦ୍ଧାରିତ ସମୟରେ ନିଜ କାର୍ଯ୍ୟକୁ ସମାପନ କରିବେ । ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ମନୋବଳାଇବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବନ୍ଧୁଙ୍କ ସହ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ନିଜର ଅବହେଳା ହେତୁ ସ୍ବାସ୍ଥ୍ୟ ସମସ୍ୟା ଗୁରୁତର ହୋଇପାରେ । ଶୁଭରଙ୍ଗ: ଫିକା ଲାଲ । ଆରାଧନା: ପ୍ରଭୁ ହନୁମାନ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ଦିନଟି ଆପଣଙ୍କ ପାଇଁ ଶୁଭଦାୟକ ରହିବ । ରାଶିରେ ରାଜଯୋଗ ସଂଘଟିତ ହୋଇଥିବାରୁ ଗତକାଲି ଠାରୁ ଯେଉଁ ସବୁ କାର୍ଯ୍ୟ କରିବା ପାଇଁ ଚିନ୍ତା କରିଥିଲେ ଆଜି ସେହି କାର୍ଯ୍ୟଗୁଡିକ ସହଜରେ ସମ୍ପାଦନ କରିପାରିବେ । ଆପଣ ନୀରବ ରହି ନିଜ କାର୍ଯ୍ୟରେ ଧ୍ୟାନ କେନ୍ଦ୍ରୀଭୂତ କରନ୍ତୁ; ଅବିଳମ୍ବେ ସଫଳତା ପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଆର୍ଥିକ ସ୍ଥିତିରେ ଯଥେଷ୍ଟ ଉନ୍ନତି କରିବେ । ଅର୍ଥ ସମ୍ପର୍କିତ ଆଲୋଚନା ଓ ପରିବହନରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ । ଅଫିସର ଆଲୋଚନା ବୈଠକରେ ଯୁକ୍ତିଯୁକ୍ତ କଥା କହି ପ୍ରଶଂସିତ ହେବେ । କେତେକ କ୍ଷେତ୍ରରେ କଅଁଳ କଥା କହି ପରିସ୍ଥିତିକୁ ସୁଧାରି ନେଇପାରନ୍ତି । ବୈବାହିକ ଜୀବନ ପ୍ରେମମୟ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଭଦ୍ରକାଳୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ଭଗବାନଙ୍କୁ ସ୍ମରଣ କରନ୍ତୁ; ମାନସିକ ଶାନ୍ତି ମିଳିବ । ଆଜିର ଚନ୍ଦ୍ର ପାପଗ୍ରହ ମଧ୍ୟସ୍ଥ ଯୋଗୁଁ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇବା କଷ୍ଟକର ହେବ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ବ୍ୟବସାୟରେ ତ୍ଵରିତ ଫଇସଲା ନେଲେ ଅସୁବିଧାରେ ପଡ଼ିପାରନ୍ତି । କର୍ମକ୍ଷେତ୍ରରେ ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ଆର୍ଥିକ ଦୃଷ୍ଟିକୋଣରୁ ଦିନଟି ମାନ୍ଦା ରହିବ । ଅବଶ୍ୟ ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବାରେ ନିକଟ ସମ୍ପର୍କୀୟ ମାନଙ୍କ ଅବଦାନ ଅତୁଳନୀୟ ରହିବ । ସ୍ୱାସ୍ଥ୍ୟ ସମସ୍ୟା ଗୁରୁତର ନ ହେଲେ ମଧ୍ୟ ବିଶେଷ ଭଲ ରହି ନ ପାରେ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ଅମ୍ବିକା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ଦିନଟି ଆପଣଙ୍କ ପାଇଁ ଖଟା ମିଠା ରହିବ । ପରିବାରରେ ପାରସ୍ପରିକ ସାହାଯ୍ୟ, ସହଯୋଗ ଓ ସଦିଚ୍ଛା ଲାଭ କରି ଖୁସି ରହିବେ । ଅଫିସରେ ଅପ୍ରିୟ ସତ କଥା କହିବାରୁ ଦୂରେଇ ରୁହନ୍ତୁ, ନଚେତ ଅଯଥା ଅଶାନ୍ତି ସୃଷ୍ଟି ହେବାର ଆଶଙ୍କା ରହିଛି । କୌଣସି ବିଷୟ ଉପରେ ଉଚ୍ଚଧିକାରୀଙ୍କ ସହିତ କଥାବାର୍ତ୍ତା କରିବେ । ବ୍ୟବସାୟ ପ୍ରଚାର ପ୍ରସାର କରି ଆର୍ଥିକ ସ୍ଥିତି ମଜବୁତ କରିପାରିବେ । ସାମାଜିକ ସ୍ତରରେ ଜନକଲ୍ୟାଣ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । କୌଣସି ସହକର୍ମୀ କିମ୍ବା ବନ୍ଧୁଙ୍କ ବ୍ୟକ୍ତିଗତ ମାମଲାରେ ମୁଣ୍ଡ ନ ପୁରାଇବା ଭଲ । ପାରିବାରରେ ସୁଖଶାନ୍ତି ବିରାଜମାନ କରିବ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ବିରଜା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ବିବାଦୀୟ ପରିସ୍ଥିତି ଲାଗି ରହିବା ହେତୁ ଅଭାବ ନ ଥିଲେ ମଧ୍ୟ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ । କର୍ମକ୍ଷେତ୍ରରେ ଭୁଲ୍‌ ବୁଝାମଣା କାରଣରୁ ଛୋଟ କଥାକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ । ବ୍ୟବସାୟରେ ଆର୍ଥିକ ଅବସ୍ଥା ମାନ୍ଦା ରହିବ । ଅଫିସରେ ଦୀର୍ଘ ଦିନରୁ ଅଟକିଥିବା କାର୍ଯ୍ୟ ସକାଶେ ଉଚ୍ଚାଧିକାରୀଙ୍କୁ କୈଫତ୍ ଦେବାକୁ ପଡିବ । କିନ୍ତୁ ସହକର୍ମୀଙ୍କ ସହଯୋଗରେ ଟେନସନ୍‌ କିିଛି ମାତ୍ରାରେ କମିବାର ସମ୍ଭାବନା ରହିଛି । ଅପରାହ୍ନରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ସାମୟିକ କଳହ ସୃଷ୍ଟି ହୋଇପାରେ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ବୈବାହିକ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: ଲାଲ୍ । ଆରାଧନା: ପ୍ରଭୁ ହନୁମାନ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ଦିନଟି ଆପଣଙ୍କ ପାଇଁ ଖାଟାମିଠା ରହିବ । ରାହୁ ଯୁକ୍ତ ମଙ୍ଗଳ ହେତୁ ପ୍ରତ୍ୟେକ କାର୍ଯ୍ୟରେ ବିବାଦୀୟ ସ୍ଥିତି ଉତ୍ପନ୍ନ ହୋଇପାରେ । ବିଭିନ୍ନ ଅସୁବିଧାରେ ବୁଡ଼ି ରହିଥିବା ସମୟରେ ନିଜ ଲୋକମାନେ ଦାଉ ସାଜିବେ । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇବାକୁ ଚେଷ୍ଟା କରିବେ । ବ୍ୟବସାୟିକ କ୍ଷେତ୍ରରେ ଆୟ ବ୍ୟୟ ପ୍ରାୟ ସମାନ ରହିବ । ଅଫିସରେ ଆପଣଙ୍କୁ କୌଣସି ବଡ଼ ଦାୟିତ୍ଵ ମିଳିବା ସଙ୍ଗେ ସଙ୍ଗେ କାର୍ଯ୍ୟ ଚାପ ମଧ୍ୟ ବଢିଯିବ । ସହକର୍ମୀମାନଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ଯାହାକି ନିଜ ପାଇଁ କ୍ଷତିର କାରଣ ହୋଇପାରେ । ତର୍କ ବିତର୍କ, ବାଦ ବିବାଦ ଠାରୁ ଦୂରେଇ ରୁହନ୍ତୁ । ପୁରାତନ ରୋଗର ପାଦୁର୍ଭାବ ବଢିବାର ସମ୍ଭାବନା ରହିଛି । କୌଣସି ଗୁଜବ ଖବର ପାଇଁ ବ୍ୟସ୍ତ ହୋଇପଡିବେ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ହର ପାର୍ବତୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ମନୋବଳ ଦୃଢ ରହିବ । ରବିଙ୍କ ସ୍ଥିତି ପ୍ରଭାବରେ ବନ୍ଧୁମାନଙ୍କ ସହାନୁଭୂତିର ସୁଯୋଗ ଲାଭ କରି ନିଜକୁ ଧନ୍ୟ ମନେ କରିବେ । ଆର୍ଥିକ ଲାଭ ଓ ଉନ୍ନତିର ଯୋଗ ରହିଛି । ବ୍ୟବସାୟୀମାନେ କାରବାରରେ ପ୍ରଚୁର ଲାଭବାନ୍ ହେବେ । କିନ୍ତୁ ବ୍ୟବସାୟରେ କ୍ରମଶଃ ସମସ୍ୟା ବଢି ବଢି ବଡ଼ ଆକାର ଧାରଣ କରିବାର ସମ୍ଭାବନା ରହିଛି । ଅଫିସରେ ଗୁରୁତ୍ୱପୂର୍ଣ୍ଣ କାମଗୁଡ଼ିକ ସମ୍ପର୍କରେ ଆଲୋଚନା କରିବେ । ସାମାଜିକ ସ୍ତରରେ ଜନହିତକର କାର୍ଯ୍ୟରେ ନିଜକୁ ଲିପ୍ତ ରଖିବେ । ପ୍ରକୃତ ଘଟଣା ନ ବୁଝି ପଡୋଶୀ କ୍ରୋଧ ପ୍ରକାଶ କରିପାରନ୍ତି । ବୈବାହିକ ଜୀବନ ଭଲ ରହିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଭୈରବୀ ।

Leave a Reply

Your email address will not be published. Required fields are marked *