30 ଜୁଲାଇ 2020, ଗୁରୁବାର- ମାଆ ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ୪ଟି ରାଶିର ବ୍ୟକ୍ତିଙ୍କୁ କର୍ମକ୍ଷେତ୍ରରେ ମିଳିବ

30 ଜୁଲାଇ 2020, ଗୁରୁବାର- ମାଆ ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ୪ଟି ରାଶିର ବ୍ୟକ୍ତିଙ୍କୁ କର୍ମକ୍ଷେତ୍ରରେ ମିଳିବ ପ୍ରଶଂସା । ପୂର୍ଣ୍ଣ ହେବ ମନୋବାଞ୍ଛା !

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ମନୁଷ୍ୟ ଜୀବନ ପାଇଁ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ । ଜ୍ୟୋତିଷଙ୍କ ଅନୁସାରେ ଗ୍ରହ ନକ୍ଷେତ୍ରଙ୍କ ପରିବର୍ତ୍ତନ ସର୍ବଦା ଲାଗି ରହିଥାଏ । ଯାହାଫଳରେ ମନୁଷ୍ୟ ଜୀବନରେ ପରିବର୍ତ୍ତନ ଦେଖା ଯାଇଥାଏ । ଗ୍ରହର ସ୍ଥିତି ଠିକ ଥିଲେ ବ୍ୟକ୍ତିର ଜୀବନ ଠିକ ଚାଲିଥାଏ କିନ୍ତୁ ଗ୍ରହ ସ୍ଥିତି ଠିକ ନ ଥିଲେ, ବ୍ୟକ୍ତିର ଜୀବନରେ ସମସ୍ୟା ଲାଗି ରହିଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ଆଜିର ରାଶିଫଳରେ ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ଆପଣଙ୍କୁ ଧନ ସମ୍ବନ୍ଧୀୟ କ୍ଷେତ୍ରରେ ସତର୍କତା ଅବଲମ୍ବନ କରିବା ପାଇଁ ଚେଷ୍ଟା କରନ୍ତୁ, କାରଣ ରାହୁ ଓ ଚନ୍ଦ୍ର ତୃତୀୟସ୍ଥ ହେତୁ କାର୍ଯ୍ୟହାନି ସଙ୍ଗେ ସଙ୍ଗେ ମାନସିକ ସ୍ଥିତିକୁ ବିଗାଡି ଦେଇପାରନ୍ତି । କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟାର ସମ୍ମୁଖୀନ ହେବେ ଯାହାଫଳରେ ବିବ୍ରତ ବୋଧ ଅନୁଭବ କରି ପାରନ୍ତି । ସହକର୍ମୀଙ୍କ ସହାନୁଭୂତି ଯୋଗୁଁ କାମଗୁଡିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ । ଋଣ ପରିଶୋଧ କରିବା ସକାଶେ ବିଭିନ୍ନ ପ୍ରକାର ଧନ୍ଦା କରିବା ଲାଗି ମନ ବଳାଇବେ ଓ ନିଜର ଆମଦାନୀ ବଢାଇବା ପାଇଁ ଚେଷ୍ଟା କରି ପାରନ୍ତି । ଅସୁସ୍ଥତାବଶତଃ କେତେକ ଅତ୍ୟାବଶ୍ୟକ କାମଗୁଡିକ ସ୍ଥଗିତ ରହିଯାଇପାରେ । ପାରସ୍ପରିକ ଭୁଲ୍‌ ବୁଝାମଣା କାରଣରୁ ଅତି ଭଲ ସମ୍ପର୍କ ରହିଥିବା ବନ୍ଧୁଙ୍କ ନିକଟରୁ ଅନାଦର ପାଇପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭଦ୍ରକାଳୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ଦିନଟି ଆପଣଙ୍କ ପାଇଁ ଶୁଭଦାୟକ ରହିବ । ବୁଧଙ୍କ ସ୍ଥିତି ପ୍ରଭାବରୁ ଆପଣଙ୍କ ଆଶା ପୂରଣ ଅବଶ୍ୟ ହୋଇପାରିବ । ଆଗାମୀ ସମୟ ଆପଣଙ୍କ ପାଇଁ ଲାଭବାନ ହେବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ, ବିଶେଷ ଉପକୃତ ହେବେ । କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରି ପ୍ରଶଂସିତ ହେବେ କିନ୍ତୁ ଆଜି ପାଖ ପଡୋଶୀ କିିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରି ଅନୁତାପ କରିପାରନ୍ତି । ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ । ଗୃହ ସଜ୍ଜା, ଗାଡି ମରାମତି, ପୁରୁଣା ଘରକୁ ସଜାଡିବାରେ ମନୋନିବେଶ କରିପାରନ୍ତି । ଅର୍ଥନୈତିକ ଅଭିବୃଦ୍ଧି ଓ ନୂତନ ବସ୍ତ୍ରଭୂଷଣ ଲାଭ ଯୋଗୁଁ ମନ ଖୁସୀ ରହିବ । ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ଆତ୍ମା ବିଶ୍ଵାସ ଦୃଢ଼ ରହିବ । ଚନ୍ଦ୍ରଙ୍କ କୋଣଭାବରେ ଶୁକ୍ର ହେତୁ ମନ ଅନୁଯାୟୀ କାମ ହାସଲ କରିବାରେ ଅସୁବିଧା ହେବନାହିଁ । କିନ୍ତୁ ବ୍ୟସ୍ତତା ମଧ୍ୟରେ ଆନୁଷ୍ଠାନିକ କାର୍ଯ୍ୟର ପୂର୍ବ ପ୍ରସ୍ତୁତି ନିକଟ ସମ୍ପର୍କୀୟମାନଙ୍କ ସହାୟତାରେ ସମ୍ପନ୍ନ କରିବେ । ଆକସ୍ମିକ ଭାବରେ ରାସ୍ତାରେ ଯିବା ସମୟରେ ଟଙ୍କା ବା ସ୍ଵର୍ନ୍ନାଭୂଷଣ ମିଳିପାରେ । ବ୍ୟବସାୟ କ୍ଷେତ୍ରରେ ଆର୍ଥିକ ସ୍ଥିତି ଭଲ ରହିବ । ନିଜର ଲୋକମାନେ ଈର୍ଷାପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାକୁ ଚେଷ୍ଟା କରିପାରନ୍ତି । ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ । ପରିବାରରେ ପିଲାଙ୍କ ଆଚରଣର ପରିବର୍ତ୍ତନ କାରଣରୁ ମନେ ମନେ ବିରକ୍ତି ଅନୁଭବ କରିପାରନ୍ତି । ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ । ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ଦିନଟି ପ୍ରେମଭାର ରହିବ । ଆଜି ରାଶିରେ ଚନ୍ଦ୍ର ଅବସ୍ଥାନ ଯୋଗୁଁ ମାନସିକସ୍ତର ବହୁତ ଭଲ ରହିବ । ତଥାପି ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ତୁଲାଇ ନେବାକୁ ବାଧ୍ୟ ହେବେ । ନିକଟ ସମ୍ପର୍କୀୟମାନେ କାଳେ ଦେବାକୁ ପଡିବ, ଏହି କାରଣରୁ ପାଖ ମାଡିବେ ନାହିଁ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । କିଛିଟା ବ୍ୟତିକ୍ରମ ମଧ୍ୟରେ ସ୍ବାସ୍ଥ୍ୟରେ ଉନ୍ନତି, ଶତ୍ରୁମାନଙ୍କ ଅଧୋଗତି, ବିବାଦର ଅବସାନ, ଋଣ ପରିଶୋଧ ପ୍ରଭୃତିରୁ ଖୁସି ମିଳିବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବା କାରଣରୁ ସାମୟିକ ଆଶ୍ୱସ୍ତିଲାଭ କରିପାରନ୍ତି । ଆକସ୍ମିକ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ । ଶୁଭରଙ୍ଗ: ଧଳା । ଆରାଧନା: ମହାଲକ୍ଷ୍ମୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ମନରୁ ନକରାତ୍ମକ ଚିନ୍ତାଧାରା ଦୂର କରନ୍ତୁ । ଚନ୍ଦ୍ରଙ୍କ ଦ୍ୱାଦଶସ୍ଥ ଶନି ଆପଣଙ୍କ ବିଚାର ଧାରାକୁ ପ୍ରଭାବିତ କରିପାରେ । ଉତ୍ସାହର ସହିତ ସବୁ କାମ କରିବେ । ବିଭିନ୍ନ ଲୋକଙ୍କ ସହିତ ମିଶିବେ । ନିକଟସ୍ଥ ବ୍ୟକ୍ତି ବିଶେଷଙ୍କ ସାହାଯ୍ୟ ସହଯୋଗ ସମସ୍ୟାର ସରଳ ସମାଧାନ କରିବାରେ ସାହାଯ୍ୟ କରିବ, ଯାହାଦ୍ୱାରା ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ପାଇଁ ରାସ୍ତା ମିଳିଯିବା । ଆର୍ଥିକ ଦିଗରୁ ଉପକୃତ ହେବେ ଓ ସ୍ଥଗିତ କାମଗୁଡିକୁ ତ୍ୱରାନ୍ୱିତ କରିବାରେ ସମର୍ଥ ହେବେ । ବ୍ୟବସାୟରେ ସ୍ଥିତି ଭଲ ରହିବ । କର୍ମକ୍ଷେତ୍ରରେ ଅପୂର୍ବ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି । ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପରିବାରରେ ପାରସ୍ପରିକ ସହଯୋଗ ପରିବେଶକୁ ସରସ, ସୁନ୍ଦର କରିବାରେ ସହାୟକ ହେବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଶୁଭରଙ୍ଗ: ଗୋଲାପି । ଆରାଧନା: ସନ୍ତୋଷୀ ମାତା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ଆପଣଙ୍କ ଆଗାମୀ ସମୟ ମିଶ୍ରଫଳ ପ୍ରଦାନ କରିବ । ଶୁକ୍ରଙ୍କ ସୁପ୍ରଭାବରୁ ଅର୍ଥଲାଭ ସହ ମନୋରଞ୍ଜନ କାର୍ଯ୍ୟକ୍ରମରେ ଯୋଗଦେଇ ବନ୍ଧୁ ଗହଣରେ ପ୍ରଶଂସିତ ହେବେ । ସ୍ଵାସ୍ଥ୍ୟ ସମସ୍ୟା ସୁଧୁରି ଯାଇ ନିୟନ୍ତ୍ରଣ ମଧ୍ୟରେ ରହିବ । ଆପଣଙ୍କ ଆମଦାନୀରେ ବୃଦ୍ଧି ହୋଇପାରେ । ସଫଳତା ପାଇବା ପାଇଁ ଆପଣ ବହୁ ଚେଷ୍ଟା କରି ପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ । ପରିବାରର କେତେକ ବ୍ୟତିକ୍ରମ ଓ ଆର୍ଥିକ ସମସ୍ୟାକୁ ବୁଝାମଣା ଭିତିରେ ସୁଧାରି ନେବେ । ପରକଥାରେ ମନ ଦେଇ ନିଜ କାମକୁ ଅବହେଳା କରିପାରନ୍ତି କିମ୍ବା ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡିବେ । ଜୀବନସାଥୀଙ୍କ ସହ ମନାନ୍ତର ହୋଇପାରେ । ସ୍ଵାର୍ଥସାଧନ ସକାଶେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ଆଜି କୌଣସି ସମସ୍ୟା ଆପଣଙ୍କୁ ବିଚଳିତ କରି ପାରିବ ନାହିଁ । ରାଶ୍ୟାଧିପତିଙ୍କ ଉଚ୍ଚାବସ୍ଥାନ ଯୋଗୁଁ ଅର୍ଥ ସମ୍ପର୍କିତ ଏବଂ କର୍ମକ୍ଷେତ୍ରରେ ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ । ବିଭିନ୍ନ ପ୍ରତିବନ୍ଧକ ଓ ପରୋକ୍ଷ ଶତ୍ରୁତା ରହିଥିଲେ ମଧ୍ୟ ଆପଣଙ୍କ କାମ ପାଇଁ ତାହାର କୌଣସି କୁପ୍ରଭାବ ରହିବ ନାହିଁ । କିନ୍ତୁ କୌଣସି ବ୍ୟକ୍ତିଙ୍କ ସହ ମନାନ୍ତର ହୋଇପାରେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଦେଖା ଯାଇପରେ । କର୍ମକ୍ଷେତ୍ରରେ ସମସ୍ୟା ଦୂରେଇ ଯିବ । ଆର୍ଥିକ କ୍ଷେତ୍ରରେ ମଧ୍ୟ ପରିବର୍ତ୍ତନ ଆସିବ । ଅଫିସରୁ ଆସିବା ବେଳକୁ ଘରର ବରୋଦା ଅନୁଯାୟୀ ଜିନିଷ ଆଣିପାରନ୍ତି । ବିନା ଖର୍ଚ୍ଚରେ କିମ୍ବା ସରଳ ଓ ସହଜରେ କୌଣସି କାମ ହାସଲ କରିବା ଆଜି ଦୁରୂହ ହୋଇପାରେ । ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ୱିତ କରିବା ସହ ଆକସ୍ମିକ ଭାବରେ ଜଣେ ବନ୍ଧୁଙ୍କ ଠାରୁ ଯଥେଷ୍ଟ ସହାୟତା ପାଇବେ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ମଙ୍ଗଳା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ମଙ୍ଗଳ ଓ ଶୁକ୍ରଙ୍କ ସୁପ୍ରଭାବ ଯୋଗୁଁ କର୍ମକ୍ଷେତ୍ରରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ । ଆଜିର ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତା ଆପଣଙ୍କ ସକାଶେ ବିଶେଷ ଅନୁକୂଳ ରହିବ । ପରିବାର ଓ କର୍ମକ୍ଷେତ୍ରରେ ରହିଥିବା ବ୍ୟତିକ୍ରମ ବିଷୟ ଚିନ୍ତାକରି ମନ ବିଚଳିତ ରହିବ । ଆପଣଙ୍କୁ ଶତ୍ରୁମାନଙ୍କ ଠାରୁ ଦୁରେଇ ରହିବା ଉଚିତ୍ । କୌଣସି ସ୍ଥାନରେ ନିବେଶ କରିବା ପାଇଁ ଚାହିଁଲେ ପରାମର୍ଶ ନେଇ ନିବେଶ କରନ୍ତୁ । ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରୁ ସମସ୍ୟା ଓ ପ୍ରତିବନ୍ଧକ ଦୂର ହୋଇଯିବ । ରାଜନୀତିରେ ଓ ସାଂଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି । ଆତ୍ମୀୟମାନଙ୍କ ସହ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ । ଆଜି କୌଣସି ଖୁସି ଖବର ପାଇବାର ଆଶା ରହିଛି ଏହା ସଙ୍ଗକୁ ସନ୍ତାନଙ୍କ କୃତିତ୍ୱ ପାଇଁ ଗର୍ବ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଆଖଣ୍ତଳମଣି ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ବିଭିନ୍ନ ପ୍ରକାରର ସମସ୍ୟା ଲାଗି ରହିଲେ ମଧ୍ୟ ନିୟନ୍ତ୍ରଣାଧୀନ ରହିବ । ସମାଗମ ସ୍ଥିତିରେ ଚନ୍ଦ୍ର ଯୋଗୁଁ ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ ମନରେ ସରସତା ରହିବ ନାହିଁ । ଆର୍ଥିକ ସ୍ଥିତି ପ୍ରତି ଧ୍ୟାନ ଦେବା ଉଚିତ୍ । ବ୍ୟବସାୟ କିମ୍ବା ପରିବହନରେ ଲାଭ ହେବା ବଦଳରେ କ୍ଷତିରେ ହିଁ ପଡ଼ିବେ । ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ପ୍ରତିଟି କ୍ଷେତ୍ରରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ ଯାହାକି ପରିସ୍ଥିତିକୁ ସରଗରମ କରି ରଖିବ । ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରୁହନ୍ତୁ, ନଚେତ ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି । ସ୍ଵାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ରଖନ୍ତୁ । ଘର ପାଇଁ ମୂଲ୍ୟବାନ ଦ୍ରବ୍ୟ ଆଣିପାରନ୍ତି । ଶୁଭରଙ୍ଗ: ସବୁଜ । ଆରାଧନା: ବାବା ଲୋକନାଥ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

କର୍ମକ୍ଷେତ୍ର ପ୍ରତି ଗ୍ରହଦୃଷ୍ଟି ପ୍ରଭାବ, ଅସଜଡ଼ା ସ୍ଥିତିକୁ ସଜାଡି ନେବାରେ ସାହାଯ୍ୟ କରିବ । ମାଆ ଲକ୍ଷ୍ମୀଙ୍କ କୃପାରୁ ଆପଣଙ୍କ ଭାଗ୍ୟ ଚମକିବ । କୌଣସି ବଡ଼ ସମସ୍ୟାର ସମାଧାନ ହେବ । ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମଗୁଡିକୁ ସଫଳତାର ସହ ସମ୍ପନ୍ନ କରିବେ । ଧନ ଉପାର୍ଜନର ଯୋଜନା ଗୁଡିକ ସଫଳ ହେବ । ମିତ୍ରଙ୍କ ସହଯୋଗ ମିଳିବ । ବିବାଦୀୟ ଘଟଣା ମନରେ ସ୍ଥାନ ପାଇବା ହେତୁ ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବେ । କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ସକାଶେ ମନ ବଳାଇପାରନ୍ତି । ସମାଜରେ ମାନସମ୍ମାନ ବଜାୟ ରହିବ । ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ମନ ଅସ୍ଥିର ରହିବା କାରଣରୁ କାମଗୁଡିକ ସମ୍ପନ୍ନ ହେବା କଷ୍ଟକର ହୋଇପାରେ । ଜୀବନସାଥୀଙ୍କ ପୂର୍ଣ ସହଯୋଗ ପାଇବେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ସମଲେଶ୍ବରୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ଆଜି ପ୍ରତ୍ୟେକ କାମକୁ ଆତ୍ମୀୟତାର ସହ ସମ୍ପନ୍ନ କରି ପ୍ରଶଂସିତ ହେବେ । ପ୍ରତିକୂଳ ଗ୍ରହଙ୍କ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ର ଓ କାର୍ଯ୍ୟ ଦ୍ୱନ୍ଦ୍ୱାତ୍ମକ ସ୍ଥିତିରେ ରହିବ । ଆଗାମୀ ସମୟରେ ମିଶ୍ରିତ ଫଳ ମିଳିବ । ବନ୍ଧୁଙ୍କ କଥାକୁ ସହଜରେ ଗ୍ରହଣ କଲେ କର୍ମକ୍ଷେତ୍ରରେ ସମସ୍ୟାରୁ ମୁକୁଳି ଯାଇପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ମାପିଚୁପି ଚଳିବା ଭଲ ନତୁବା ଆକସ୍ମିକ ଭାବରେ କଳହ ଲାଗିପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । କର୍ମକ୍ଷେତ୍ରରେ ମନର ବଳ ଖୁବ୍‌ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରି ପାରିବେ । ଚାକିରୀ କ୍ଷେତ୍ରରେ ବରିଷ୍ଠ ଅଧିକାରୀ ଅସନ୍ତୁଷ୍ଟ ହୋଇପାରନ୍ତି । ପରିବାର ସହ ସମୟ ଅତିବାହିତ କରିବେ । ଧନ ଖର୍ଚ୍ଚ ହୋଇପାରେ । ତେଣୁ ଭାବି ବିଚାରି ଖର୍ଚ୍ଚ କରନ୍ତୁ । ଜୀବନସାଥୀଙ୍କ ପୁରା ସମର୍ଥନ ଓ ସହଯୋଗ ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ଆଜିର କର୍ମକ୍ଷେତ୍ରରେ କିମ୍ବା ସଭାସମିତିରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭକରି ଖୁସି ହେବେ । ପୁନର୍ବସୁ ନକ୍ଷତ୍ରସ୍ଥ ଚନ୍ଦ୍ର କର୍ମକ୍ଷେତ୍ର, ପରିବାର ଓ ଆର୍ଥିକ ଦିଗ ସକାଶେ କିଛିଟା ବ୍ୟତିକ୍ରମ ମଧ୍ୟ ପରିଲକ୍ଷିତ ହୋଇପାରେ । ବିଶେଷ କରି ଖର୍ଚ୍ଚ ପରିମାଣ ବୃଦ୍ଧି । ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ସାମାଜିକ ସ୍ତରରେ ବନ୍ଧୁଙ୍କ ସହଯୋଗ ଆଶା ନିରର୍ଥକ ହେବନାହିଁ । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା କରି ପାରନ୍ତି । ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ । ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ ଯାହାକି ସମସ୍ୟା ସୃଷ୍ଟି କରିପାରେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।

Leave a Reply

Your email address will not be published. Required fields are marked *