30 ନଭେମ୍ବର 2020, ସୋମବାର :- କାର୍ତ୍ତିକ ପୂର୍ଣ୍ଣିମା ! ଆଜି ମହାଦେବଙ୍କ ଆଶୀର୍ବାରୁ ଆଜି ଏହି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ

30 ନଭେମ୍ବର 2020, ସୋମବାର :- କାର୍ତ୍ତିକ ପୂର୍ଣ୍ଣିମା ! ଆଜି ମହାଦେବଙ୍କ ଆଶୀର୍ବାରୁ ଆଜି ଏହି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ

30 ନଭେମ୍ବର 2020, ସୋମବାର :- କାର୍ତ୍ତିକ ପୂର୍ଣ୍ଣିମା ! ଆଜି ମହାଦେବଙ୍କ ଆଶୀର୍ବାରୁ ଆଜି ଏହି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭଦାୟକ ରହିବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ ।

ଆଜି ଆମେ ଆପଣଙ୍କୁ ୩୦ ନଭେମ୍ବର ସୋମବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବ । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ପ୍ରତ୍ୟେକ ଦୃଷ୍ଟିକୋଣରୁ ଦିନଟି ଆପଣଙ୍କ ପାଇଁ ଭଲ ରହିବ । ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଆଜି ସ୍ଵାସ୍ଥ୍ୟ ଓ ପାରିବାରିକ ସ୍ଥିତି ଭଲ ରହିବ । ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ । କର୍ମକ୍ଷେତ୍ରରେ ବିରୋଧାଭାସ ରହିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ବାଣିଜ୍ୟକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ଅଫିସରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଓ ସମ୍ମାନ ଅକ୍ଷୁର୍ଣ୍ଣ ରହିବ । ସହକର୍ମୀ, ବନ୍ଧୁ କିମ୍ବା ଅନ୍ୟର ବିବାଦୀୟ କଥାରେ ମଧ୍ୟସ୍ଥତା କରନ୍ତୁ ନାହିଁ, ନଚେତ ସମସ୍ୟାକୁ ନିମନ୍ତ୍ରଣ କରିବା ସଦୃଶ ହୋଇପାରେ । ପରିବାରରେ ହସଖୁସିର ବାତାବରଣ ରହିବ । ସ୍ତ୍ରୀଙ୍କର ସ୍ଵାସ୍ଥ୍ୟ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭଦ୍ରକାଳୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚ କରିବାକୁ ପଛଘୁଞ୍ଚା ଦେବେ ନାହିଁ । ବାଣିଜ୍ୟ ଓ ବାଣିଜ୍ୟ କ୍ଷେତ୍ରରେ ଉପୁଜୁଥିବା ସମସ୍ୟା କାରଣରୁ ବ୍ୟସ୍ତତା ରହିବେ । ବନ୍ଧୁ ଓ ସହକର୍ମୀଙ୍କ ସାହାଯ୍ୟ ପାଇ ସ୍ଥଗିତ ଥିବା କାର୍ଯ୍ୟକୁ ପୂରଣ କରିବେ । ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ଭଲ ରହିବ ଯାହାଫଳରେ କର୍ମକ୍ଷେତ୍ରରେ ପଦୋନ୍ନତିର ହେବର ସମ୍ଭାବନା ରହିଛି । ସଭାସମିତିରେ ମନ୍ଥର ଗତିରେ କାମ କରିବା ଭଲ ହେବ । କୌଣସି ବିବାଦୀୟ ତର୍କବିତର୍କରେ ଯୋଗ ଦେଲେ ମଧ୍ୟ ନୀରବ ଦର୍ଶକ ସାଜି ରହିବା ଭଲ ହେବ । କୌଣସି ଆତ୍ମୀୟଙ୍କ ସମ୍ପର୍କରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ପରିବାର ମଧ୍ୟରେ ପତିଆରା ଦେଖାନ୍ତୁ ନାହିଁ, କାରଣ ଭଲ ବଦଳରେ ତାହା ମନ୍ଦରେ ପରିଣତ ହେବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ସାମଲେଶ୍ୱରୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଆପଣ ଟିକେ ଭାବପ୍ରବଣ ହୋଇପାରନ୍ତି । ନବମସ୍ଥ ରବିଙ୍କ ଯୋଗୁଁ ପାରିବାରିକ ଖର୍ଚ୍ଚର ପରିମାଣ ବୃଦ୍ଧି ଯୋଗୁଁ ମନରେ ସରସତା ରହିବ ନାହିଁ । ମିଠା କଥା କହି ସହକର୍ମୀଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ । ତଥାପି ସତର୍କ ନ ରହିଲେ ପରିସ୍ଥିତି ବଦଳି ଯାଇପାରେ । ବ୍ୟବସାୟ ଓ ବ୍ୟଣିଜ୍ୟରେ ଉତ୍ଥାନପତନ ଲାଗିରହିବ । ଆଜି କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବାରେ ନିବୃତ୍ତ ରହନ୍ତୁ । ବେଖାତିର ମନୋଭାବ ଯୋଗୁଁ ଉଚ୍ଚାଧିକାରୀ ଆପଣଙ୍କ ଉପର ଉଚ୍ଚାଧିକାରୀ ରାଗି ପାରନ୍ତି । ସାମାଜିକ ସମାରୋହରେ ସହଭାଗିତା କରିବାର ସୁଯୋଗ ମିଳିବ । ପରିବାରରେ କେତେକ କଥାକୁ ଠିକ୍‌ ଭାବରେ ନ ବୁଝି କିମ୍ବା ସାମାନ୍ୟ କଥାକୁ କେନ୍ଦ୍ର କରି କଳହ ଲାଗିପାରେ । ଶୁଭରଙ୍ଗ: ବାଦାମୀ । ଆରାଧନା: ସୂର୍ଯ୍ୟଦେବ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ବିଭିନ୍ନ ପ୍ରକାର ସମସ୍ୟାକୁ କେନ୍ଦ୍ର କରି ମାନସିକ ସ୍ତରରେ ଅସ୍ଥିରତା ରହିବେ । କର୍ମସ୍ଥ ଶୁକ୍ର ଯୋଗୁଁ ବ୍ୟୟ ବୃଦ୍ଧି ସଙ୍ଗେ ସଙ୍ଗେ ପରିବହନରେ ସମସ୍ୟା ଦେଖାଦେଇପାରେ । କର୍ମକ୍ଷେତ୍ରରେ ସହକର୍ମୀମାନେ ଆପଣଙ୍କ ବିରୋଧରେ ଷଢଯନ୍ତ୍ର କରିପାରନ୍ତି । ଅଫିସରେ ସମକର୍ମୀମାନେ ଆପଣଙ୍କୁ ସହଯୋଗ କରିବେ କିନ୍ତୁ ସହକର୍ମୀଙ୍କ କାର୍ଯ୍ୟକଳାପରେ ତ୍ରୁଟିବିଚ୍ୟୁତି କାରଣରୁ ଆପଣଙ୍କ ଲଘୁକ୍ରୋଧ ସମ୍ପର୍କହାନି ସୃଷ୍ଟି କରିପାରେ । ରାଜନୀତି କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଉତ୍ତମ ଯୋଜନାବଦ୍ଧ କରି ଅଗ୍ରସର ହେବାର ସମ୍ଭାବନା ରହିଛି । ସଙ୍ଗଠନ କିମ୍ବା ନିର୍ମାଣ ଓ ପରିବହନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ବନ୍ଧୁମାନଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍‌ କାମ କରିପାରନ୍ତି । ପରିବହନରେ ସମସ୍ୟା ରହିବ, କିନ୍ତୁ ବିଶେଷ କିଛି ଅସୁବିଧା ହେବନାହିଁ । ଶୁଭରଙ୍ଗ: ହଳଦିଆ । ଆରାଧନା: ପ୍ରଭୁ ହନୁମାନ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଅଧିକାଂଶ ସମୟରେ ମାନସିକ ଦୁଶ୍ଚିନ୍ତା ମନକୁ କବଳିତ କରି ରଖିବ । ଆପଣ ଅନ୍ୟମାନଙ୍କ ଫୁସୁଲାଫୁସୁଲି କଥାରେ ଉତ୍‌ଫୁଲ୍ଲିତ ହୋଇ କାମ କରିଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡିପାରେ । ଆଜି ଦିନଟିରେ ବ୍ୟବସାୟ ଓ ପରିବହନରେ କୌଣସି ବାଧାପ୍ରାପ୍ତ ହେବନାହିଁ । ଆର୍ଥିକ ସ୍ଥିତିରେ ସୁଧୁର ଆସିବା ଯୋଗୁଁ ମନରେ ସମ୍ୟକ୍ ଖୁସୀ ଅନୁଭବ କରିବେ । ଅଫିସ କାମକୁ ନେଇ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହୋଇପାରନ୍ତି । ବିଭିନ୍ନ ଯୋଜନା ସମ୍ପର୍କୀୟ ଆଲୋଚନା, ଜମିଜମା କାରବାର ସକାଶେ ବ୍ୟସ୍ତତା ବଢିଯିବ । ପରିବାର ଭିତରେ ସମସ୍ୟା ଦେଇ ଗତିକଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । କିନ୍ତୁ ବୃଥା ସନ୍ଦେହ କାରଣରୁ ନିଜଲୋକମାନଙ୍କୁ ଭୁଲ୍‌ ବୁଝତ୍ପାରନ୍ତି । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ବଗଳାମୁଖୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ପୂର୍ବରୁ କରିଥିବା ପରିଶ୍ରମର ଫଳ ଆପଣଙ୍କୁ ପ୍ରାପ୍ତି ହେବ । ରବି ଓ ଶନିଙ୍କ ପ୍ରଭାବରେ ସଙ୍ଘର୍ଷମୟ ସ୍ଥିତି ମଧ୍ୟଦେଇ କାର୍ଯ୍ୟହାସଲ କରିବେ । ବ୍ୟବସାୟରେ ଆର୍ଥିକ ସ୍ଥିତି ମାନ୍ଦା ରହିବ କିନ୍ତୁ କ୍ଷତି ସହିବାକୁ ପଡିବ ନାହିଁ । କର୍ମକ୍ଷେତ୍ରରେ ଫାଇଲ୍ କାମ ବୃଦ୍ଧି ପାଇବା କାରଣରୁ ଘର ପାଇଁ ସମୟ ପାଇବେ ନାହିଁ । ଅଶ୍ଳେଷା ନକ୍ଷତ୍ର ସକାଶେ ସାମୟିକ ଭାବରେ ପ୍ରିୟଜନଙ୍କ ଅନୁପସ୍ଥିତି କିମ୍ବା ଭାଇଙ୍କ ଅଭାବ ଅସୁବିଧାକୁ କେନ୍ଦ୍ରକରି ମନ ସାମୟିକ ଅଶାନ୍ତ ରହିପାରେ । ଆଇନ ଅଦାଲତ, ପ୍ରକାଶନ ଓ ପ୍ରଶାସନ କ୍ଷେତ୍ରରେ ଶୁଭଫଳ ପାଇବେ । ସବୁ ପ୍ରକାର ସୁବିଧାଥିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଆପଣଙ୍କ ଭୁଲ୍‌ ନିଷ୍ପତି ହିଁ ସମସ୍ୟାକୁ ବଢାଇ ଦେଇପାରେ । ଅପରିଚିତ ଲୋକଟି ମିତ୍ରତା ଛଳରେ ପାଖେଇ ଆସି ଦୁଶ୍ଚିନ୍ତା ବଢ଼ାଇପାରେ । ପରିବାରରେ କାହାରି ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତିତ ରହିବେ । ଶୁଭରଙ୍ଗ: ଧଳା । ଆରାଧନା: ସନ୍ତୋଷୀ ମାତା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଆର୍ଥିକ ଅନଟନ, ଶାରୀରିକପୀଡା ଯୋଗୁଁ ମନରେ ଆନନ୍ଦ ଉଲ୍ଲାସ ରହିବ ନାହିଁ । ଧନାଧିପ ବ୍ୟୟଭାବସ୍ଥ ହେତୁ ଅଭାବନୀୟ ପରିସ୍ଥିତି ସଙ୍ଗକୁ କେତେକ ଆକସ୍ମିକ ଅପ୍ରୀତିକର ପରିସ୍ଥିତିର ସମ୍ମୁଖୀନ କରିବାକୁ ପଡିପାରେ । ବ୍ୟବସାୟରେ ଆୟ ବ୍ୟୟର କୌଣସି ତାଳମେଳ ରହିବ ନାହିଁ । କାର୍ଯ୍ୟ ହାସଲ ନିମନ୍ତେ ଖର୍ଚ୍ଚାନ୍ତ ହେବ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଆଲୋଚନା ପରିସରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ଅନ୍ୟମାନଙ୍କ ସହ ଆଲୋଚନା କରିବା ଭଲ ହେବ । ଋଣ ଓ ପରୋକ୍ଷ ଶତ୍ରୁତା ମାନସିକ ସ୍ଥିତିକୁ ବିପନ୍ନ କରିପାରେ । ପାରସ୍ପରିକ ମତଭେଦ କିମ୍ବା ପରିବାରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ଦୁର୍ଗା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ଏକାଧିକ କାମ ହାତକୁ ନେବେ ସତ କିନ୍ତୁ କୌଣସି କାମକୁ ମଧ୍ୟ ପୂର୍ଣ୍ଣାଙ୍ଗ ରୂପେ ସମ୍ପାଦନ କରିପାରିବେ ନାହିଁ । ଅନ୍ୟମନସ୍କତାରୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନୀର ସୂଚନା ରହିଛି । ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରେ ଅର୍ଥ ଆଣିବାକୁ ପଡିପାରେ । ସାମାଜିକ ସ୍ତରରେ ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ । କେତେକ ଅପୂରଣୀୟ ଆଶା ମାନସିକ ସ୍ତରକୁ ନିରୁତ୍ସାହିତ କରିବ । ରାଜନୀତିରେ, ସାଙ୍ଗଠନିକ କାର୍ଯ୍ୟରେ, ସଭା ସମିତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ପାରିବାରିକ ସଦସ୍ୟଙ୍କ ସହଯୋଗରେ କେତେକାଂଶରେ ଉପକୃତ ହେବେ । ସ୍ଵାସ୍ଥ୍ୟ ସମ୍ବନ୍ଧରେ ସଚେତ ରହନ୍ତୁ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ତାରିଣୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଦେବାଦେବୀଙ୍କୁ ଆରୋଧନ କରନ୍ତୁ, ମନକୁ ଶାନ୍ତ ମିଳିବ ଓ ସମ୍ଭାବ୍ୟ ସଙ୍କଟ ଦୂର ହେବ । ସମୟ ପ୍ରତ୍ୟେକ ଦିଗରୁ ଅନୁକୂଳ ରହିଥିଲେ ମଧ୍ୟ କେତେକ କ୍ଷେତ୍ରରେ ନିଜ ଭୁଲ୍ କାର୍ଯ୍ୟକଳାପ ଯୋଗୁଁ ସମସ୍ୟା ସୃଷ୍ଟି ହୋଇପାରେ । କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଯୋଗୁଁ ବିଶେଷ ଅଗ୍ରଗତି ହୋଇ ପାରିବ ନାହିଁ । ଆର୍ଥିକ ସ୍ଥିତ ଅତି ଶୋଚନୀୟ ରହିବ । ଆବଶ୍ୟକତା ପୂରଣ କରିବା ପାଇଁ ଧାର ଉଧାର କରିବାକୁ ପଡିପାରେ । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି କିନ୍ତୁ କିଛି ଅସୁବିଧା ହେବନାହିଁ । ନିଜର ପୂର୍ବ ଦୈନନ୍ଦିନ ଜୀବନଚର୍ଯ୍ୟାକୁ ବଦଳାଇବାକୁ ବାଧ୍ୟ ହୋଇପାରନ୍ତି । ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଭୋଳାନାଥ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଭାଗ୍ୟର ସହଯୋଗ ପାଇ ଆଗକୁ ବଢିବେ । ଉଚ୍ଚସ୍ଥାନରେ ଶୁକ୍ର ଥିବା ଯୋଗୁଁ ମନୋରଞ୍ଜନ ସମେତ ଭୋଗବିଳାସରେ ଦିନ ଅତିବାହିତ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ସାମାଜିକ ସ୍ତରରେ ଜନକଲ୍ୟାଣ କାର୍ଯ୍ୟରେ ଲିପ୍ତ ରହିବେ । ପ୍ରତିଦ୍ୱନ୍ଦ୍ୱୀମାନଙ୍କ ସହିତ ବାଦ-ବିବାଦ ଟାଳିବାକୁ ଚେଷ୍ଟା କରିବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖିବ, ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ । ଶୁଭେତ୍ସୁମାନଙ୍କ ସାନ୍ନିଧ୍ୟ ଲାଭକରି ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ । ଜମିଜମା କିମ୍ବା ଘର ସୀମାକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟା ଦୂର ହେବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ମାଣିକେଶ୍ଵରୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ ନ ଚଳିଲେ ନିନ୍ଦା, ଅପମାନ ପାଇପାରନ୍ତି । ନିକଟ ସମ୍ପର୍କୀୟଙ୍କ ସାହାର୍ଯ୍ୟ ଲାଭ କରି ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ । ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ଦେଖାଦେବାରୁ ବ୍ୟସ୍ତତା ପ୍ରକାଶ କରିପାରନ୍ତି । ଅଫିସ୍‌ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ସାମାଜିକ ସ୍ତରରେ ଗତକାଲିର ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବ । ଆନୁଷ୍ଠାନିକ କ୍ଷେତ୍ରରେ କିମ୍ବା ସାଂଗଠନିକ କ୍ଷେତ୍ରରେ କିଛି ନୂତନ ଦିଗଦର୍ଶନ ଦେଇ ଲୋକମାନଙ୍କ ପ୍ରିୟଭାଜନ ହେବେ । ବନ୍ଧୁଙ୍କ ସାହାଯ୍ୟରେ ବକେୟା ଅର୍ଥ ଆଦାୟ କରିବାରେ ସମର୍ଥ ହେବେ । ପାରିବାରିକ ଜୀବନରେ ଉଚିତ ବୁଝାମଣା ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଚର୍ଚ୍ଚିକା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ରହିବ । ଆଧ୍ୟାତ୍ମିକ ପରିବେଶରେ ସତ୍‌ସଙ୍ଗୀଙ୍କ ସାନ୍ନିଧ୍ୟରେ ସମୟ ଅତିବାହିତ କରିବେ । ଆନୁଷ୍ଠାନିକ କାମରେ କିମ୍ବା ସଭାସମିତିରେ ସମ୍ମାନ ଲାଭ ଓ ପଦ ମର୍ଯ୍ୟଦା ବୃଦ୍ଧି ପାଇବ । ବ୍ୟବସାୟ କ୍ଷେତ୍ରରେ ଆପଣଙ୍କୁ ଲାଭ ମିଳିବ । ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀମାନଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ନିତ କରିବ । କିନ୍ତୁ ପାରିବାରିିକ ପ୍ରତିରୋଧ ହେତୁ କେତେକ କାମ ଅଟକି ଯାଇପାରେ । ଅଫିସରେ ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ନିର୍ଦ୍ଧାରିତ ସମୟରେ ସଂପୂର୍ଣ୍ଣ କରିବାରେ କୌଣସି ଅସୁବିଧା ହେବ ନାହିଁ । ବାଦ-ବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଆକସ୍ମିକ ଭାବରେ ସ୍ନାୟବିକ ଦୁର୍ବଳତା ଅନୁଭବ କରିବେ, ଯାହା ମାନସିକ ଦୁଶ୍ଚିନ୍ତାର କାରଣ ହେବ । ବୈବାହିକ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

Leave a Reply

Your email address will not be published. Required fields are marked *