31 ଅକ୍ଟୋବର 2020, ଶନିବାର- ଆଜି ଶନିଦେବଙ୍କ କୃପାରୁ ଏହି ୫ଟି ରାଶିର ବ୍ୟକ୍ତିମାନଙ୍କ ଆର୍ଥିକ କ୍ଷେତ୍ରରେ କରିବେ

31 ଅକ୍ଟୋବର 2020, ଶନିବାର- ଆଜି ଶନିଦେବଙ୍କ କୃପାରୁ ଏହି ୫ଟି ରାଶିର ବ୍ୟକ୍ତିମାନଙ୍କ ଆର୍ଥିକ କ୍ଷେତ୍ରରେ କରିବେ ଯଥେଷ୍ଟ ଉନ୍ନତି । ପରିବାରରେ ସୁଖଶାନ୍ତିର ବାତାବରଣ ରହିବ ।

ଆଜି ଆମେ ଆପଣଙ୍କୁ ୩୧ ଅକ୍ଟୋବର ଶନିବାରର ରାଶିଫଳ କହିବାକୁ ଯାଉଛି । ରାଶିଚକ୍ର ମନୁଷ୍ୟ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଗ୍ରହର ପରିବର୍ତ୍ତନ ଫଳରେ ରାଶିଗୁଡିକ ଉପରେ ମଧ୍ୟ ଭଲ ହେଉ ବା ମନ୍ଦ, କିଛି ନା କିଛି ପ୍ରଭାବ ନିଶ୍ଚୟ ପଡିଥାଏ । ଗ୍ରହର ସ୍ଥିତି ଭଲ ଥିଲେ ବ୍ୟକ୍ତିର ଜୀବନରେ ଏହାର ସୁପ୍ରଭାବ ପଡିଥାଏ ଓ ବ୍ୟକ୍ତି ଉନ୍ନତି କରିଥାଏ କିନ୍ତୁ ଗ୍ରହ ସ୍ଥିତି ଭଲ ନ ଥିଲେ, ବ୍ୟକ୍ତିର ଜୀବନରେ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଲକ୍ଷ୍ୟ ପୂରଣ ସକାଶେ ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ କାମ ହାସଲରେ ବାଧା କାରଣରୁ ମାନସିକ ଅବସ୍ଥା ଭଲ ରହିବ ନାହଁ । ଆଜି ଅନୁକୂଳ ବାତାବରଣ ମଧ୍ୟରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ । ବ୍ୟବସାୟରେ ପୁଞି ଲଗାଣ କରନ୍ତୁ, ଲାଭ ହେବ । ବନ୍ଧୁମାନଙ୍କ ସହ ସତ୍‌ସଙ୍ଗ, ଧାର୍ମିକ ବାତାବରଣ, ସାଂଗଠନିକ କାର୍ଯ୍ୟ କିମ୍ବା ସାମୁହିକ କାମରେ ଯୋଗ ଦେଇପାରନ୍ତି । ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ । ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ । ମାଲିମକଦ୍ଦମା, ତର୍କବିତର୍କ, ସଭାସମିତି, ସଂଗଠନ, ନିର୍ମାଣ ଓ ପରିବହନ କ୍ଷେତ୍ରରୁ ଶୁଭଫଳ ପାଇବାର ଆଶା କରାଯାଇପାରେ । କୈାଣସି ଖଳ ଲୋକମାନଙ୍କ କଥାରେ ପଡି ହଇରାଣ ହରକତ ହୋଇପାରନ୍ତି । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ବିମଳା ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ । ବିଭିନ୍ନ କାରଣକୁ ନେଇ ମାନସିକ ସ୍ଥିରତା ରହିବ ନାହିଁ । ଆନୁଷ୍ଠାନିକ କାର୍ଯ୍ୟରେ ଛୋଟ କଥାଟିକୁ କେନ୍ଦ୍ରକରି ମତାନ୍ତର ଘଟିପାରେ । ପୂର୍ବଯୋଜନା ଅନୁଯାୟୀ କର୍ମ କରନ୍ତୁ ଅବଶ୍ୟ କେତେକାଂଶରେ ସଫଳତା ପାଇବେ । କାହାରି ସାହାଯ୍ୟରେ ଆପଣଙ୍କ ଯୋଜନା ସଫଳ ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଅଫିସରେ ନୂଆ ଦାୟିତ୍ଵକୁ ଭଲ ଭାବରେ ନିର୍ବାହ କରିବେ । ଆନୁଷ୍ଠାନିକ କାର୍ଯ୍ୟରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ଦାମ୍ପତ୍ୟ ଜୀବନରେ ଅଶାନ୍ତିର ଝଡ଼ ଦୂର ହୋଇଯିବ । ସନ୍ତାନଙ୍କ ସଫଳତା ହେତୁ ଗୌରବାନ୍ୱିତ ଅନୁଭବ କରିବେ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ମାଣିକେଶ୍ଵରୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଉପସ୍ଥିତ ବୁଦ୍ଧି ଓ କୌଶଳରେ ଅର୍ଥ ପାଇବା ସକାଶେ ଚେଷ୍ଟା କରି ଆଶାକୁ ଚରିତାର୍ଥ କରିପାରନ୍ତି । ଅସୁବିଧାରେ ପଡିଥିବା ଲୋକଟି ପ୍ରତି ଦୟାଭାବ ପୋଷଣ କରି ପ୍ରଶଂସାଭାଜନ ହେବେ । ଅଫିସ୍‌ କାମରେ ସହକର୍ମୀଙ୍କ ସହ ବିବାଦ ବୃଦ୍ଧି ହେବ, ମାତ୍ର ଆପଣଙ୍କୁ ଅନ୍ୟମାନେ ସାହାଯ୍ୟ କରିବେ । ଆଜିର କାମରେ ଆବଶ୍ୟକତାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହେବେ । ରାଜନୀତି ଓ ଅନ୍ୟାନ୍ୟ ଅନୁଷ୍ଟାନିକ କ୍ଷେତ୍ରରେ ମିଥ୍ୟା ଅଭିଯୋଗରେ ଫଶୀ ପାରନ୍ତି, ତେଣୁ ସାବଧାନ ଅବଲମ୍ବନ କରିବା ଆବଶ୍ୟକ । ଆନୁଷ୍ଠାନିକ କ୍ଷେତ୍ରରେ ଉଚ୍ଚବର୍ଗର ଲୋକମାନଙ୍କ ସଂସ୍ପର୍ଶରେ ଆସି ପାରନ୍ତି । ପରିବାରରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିଯିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ମନରେ ଆତ୍ମା ବିଶ୍ଵାସ ବୃଦ୍ଧି ହେବ । ସ୍ୱାସ୍ଥ୍ୟ ଜନିତ କୌଣସି ସମସ୍ୟା ହେବ ନାହିଁ, ଜାରି ରଖିଥିବା ଚେଷ୍ଟାରେ ନିଷ୍କିତ ସଫଳତା ପାଇବେ, ଋଣସୂତ୍ର ମାଧ୍ୟମରେ ଅର୍ଥଲାଭ କରିବେ । କର୍ମକ୍ଷେତ୍ର କିମ୍ବା ପରିବାରରେ ଜଣେ ବନ୍ଧୁଙ୍କ ଉପସ୍ଥିତକୁ କେନ୍ଦ୍ର କରି ଝଗଡା ଲାଗିପାରେ । ଅଫିସରେ କାର୍ଯ୍ୟଭାର ଅଧିକ ଯୋଗୁଁ ସମ୍ୟକ ମନ ବିଚଳିତ ରହିବ । ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ, କୌଣସି କାରଣ ନ ଥାଇ ଅନ୍ୟମାନେ ଆପଣଙ୍କୁ ଦୋଷ ଦେଇପାରନ୍ତି । ମାଲିମକଦ୍ଦମାରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି । ପରିବାର ସହିତ ହସଖୁସିରେ ଦିନଟି ଅତିବାହିତ କରିବେ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ସନ୍ତୋଷୀମାତା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଭଲ ରହିବ । ମାଙ୍ଗଳିକ କାର୍ଯ୍ୟ ଯେପରି କି ଜନସେବାରେ ନିଜକୁ ନିୟୋଜିତ କରାଇବେ ଓ ସମାଜରେ ସମ୍ମାନିତ ହେବେ । କାର୍ଯ୍ୟକାରିତା ଉପରେ ଧ୍ୟାନକୁ ସାମାନ୍ୟ ବୃଦ୍ଧି କରିବାର ଆବଶ୍ୟକତା ଅଛି । ଚାକିରି କ୍ଷେତ୍ରରେ ଉଚ୍ଚାଧିକାରୀ ଆପଣଙ୍କ କାର୍ଯ୍ୟରେ ପ୍ରଶଂସିତ ହେବେ । ଯେକୌଣସି କ୍ଷେତ୍ରରେ ମଧ୍ୟ ତୁରନ୍ତ ନିଷ୍ପତ୍ତି ନିଅନ୍ତୁ ନାହିଁ । ସଭାସମିତିରେ ସମ୍ମାନିତ ହେବେ କିନ୍ତୁ ଏଥିପାଇଁ ଲବି କରିବାକୁ ପଡିବ । ପରିସ୍ଥିତି ବଶତଃ ଦୁଇ ପଇସା ଜାଗାରେ ଛ’ପଇସା ଖର୍ଚ୍ଚ କରିବାକୁ ବାଧ୍ୟ ହେବେ । ପାରିବାରିକ ଜୀବନରେ ଭୁଲ୍‌ ବୁଝାମଣା କାରଣରୁ ସମ୍ପର୍କରେ ତିକ୍ତତା ଦେଖାଦେଇପାରେ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ବିମଳା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ସକାରାତ୍ମକ ଭାବନାରେ ରହନ୍ତୁ, ଦିନଟି ଆପଣଙ୍କ ପାଇଁ ଲାଭଦାୟକ ରହିବ । ଆପଣ ଲକ୍ଷ୍ୟ ହାସଲରେ କୃତକାର୍ଯ୍ୟ ହେବେ କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତି ବଶତଃ ଚାପର ସମ୍ମୁଖୀନ ହେବେ । ବ୍ୟବସାୟରେ ଉତ୍ଥାନ pସ୍ଥଗିତ ଥିବା କାର୍ଯ୍ୟକୁ ପୂର୍ଣ୍ଣ କରିବାରେ ବନ୍ଧୁଙ୍କ ସହଯୋଗ ମିଳିବ । ଉଚ୍ଚ ପଦାଧିକାରୀଙ୍କ ଚାପ କିମ୍ବା ଗୁରୁଦାୟିତ୍ୱ ଫଳରେ କର୍ମକ୍ଷେତ୍ରରେ କାର୍ଯ୍ୟ ବୃଦ୍ଧି ପାଇପାରେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବାରେ ସହକର୍ମୀଙ୍କ ଉଦାରତା ମୁଖ୍ୟ ଭୂମିକା ଗ୍ରହଣ କରିବ । ଗୁପ୍ତ ଶତ୍ରୁମାନେ ଆପଣଙ୍କର ଭାବମୂର୍ତ୍ତିକୁ ଖରାପ କରିବା ପାଇଁ ଆପଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି । ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି । ପାରିବରରେ ସୁଖଶାନ୍ତି ବଜାୟ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଅମ୍ବିକା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଦିନଟି ଆପଣଙ୍କ ପାଇଁ ଖଟାମିଠା ରହିବା । ବିବାଦରେ ବିଜୟ ଲାଭ କରିବେ କିନ୍ତୁ ସ୍ତ୍ରୀଙ୍କ ସ୍ଵାସ୍ଥ୍ୟହାନି ଓ ଯାତ୍ରା ସ୍ଥଗିତ ରହିପାରେ । ବିଭିନ୍ନ ପ୍ରକାର କାମରେ ଅନୁପ୍ରବେଶ କରି ମନକୁ ଭାରାକ୍ରାନ୍ତ କରିପାରନ୍ତି । କର୍ମକ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ । ଆନୁଷ୍ଠାନିକ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ଓ ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ଏଜେନ୍ସିପରୁ ଖୁସି ରହିବେ । ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବାର ଆଶା ରହିଛି। ପ୍ରଶାସନିକ ସ୍ତରରେ ଆଲୋଚନା ଫଳପ୍ରଦ ହେବ । ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ । ନିଜର ଭୁଲ୍‌ ବୁଝାମଣାରୁ ଆକସ୍ମିକ ଭାବରେ ପାରିବାରିକ କଳହର ସମ୍ଭାବନା ରହିଁଛି । ଶୁଭରଙ୍ଗ: ଧଳା । ଆରାଧନା: ରାମଚଣ୍ଡୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଆପଣଙ୍କ ଚିନ୍ତାଧାରା ଅନୁଯାୟୀ ପାରିପାର୍ଶ୍ୱିକ ପରିସ୍ଥିତି ଅନୁକୂଳ ରହିବ । ପ୍ରତ୍ୟେକ ସ୍ଥଳରେ ବନ୍ଧୁମାନେ ସହଯୋଗର ହାତ ବଢାଇବେ । ଉଚ୍ଚପଦାଧିକାରୀ ଆପଣଙ୍କ ଉପରେ ପ୍ରସନ୍ନ ରହିବେ । ପଦୋନ୍ନତି ପାଇବାର ସମ୍ଭାବନା ରହିଛି । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ବୃତ୍ତିଗତ କାର୍ଯ୍ୟ ହେଉ ଅବା ଅଫିସ କାର୍ଯ୍ୟରେ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଭଲ ଭାବରେ ଚିନ୍ତା କରନ୍ତୁ । ସାମାଜିକ ସ୍ତରରେ ମାନ-ପ୍ରତିଷ୍ଠା ବୃଦ୍ଧି ପାଇବ । ପରିସ୍ଥିତିରେ ପଡି ଅନାବଶ୍ୟକ ଭାବରେ ଖର୍ଚ୍ଚ ପରିମାଣ ଦ୍ଵିଗୁଣା ହୋଇପାରେ । ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଘରୋଇ କଳହକୁ ନେଇ ଅଶାନ୍ତି ଲାଗିରହିବା ପଛରେ ପାରିବାରିକ ମତାନ୍ତରହିଁ ମୁଖ୍ୟ କାରଣ ହେବ । ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖା ଦେଇପାରେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଭଦ୍ରକାଳୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଦିନର ଅଧିକାଂଶ ସମୟ ସମସ୍ୟା ଭିତର ଦେଇ ଗତି କରୁଥିବା କାରଣରୁ ଅଧିକାଂଶ ସମୟ ଅନ୍ୟମନସ୍କ ରହିବେ । କର୍ମକ୍ଷେତ୍ରରେ ବାରମ୍ବାର ଚେଷ୍ଟା କରି ମଧ୍ୟ ଅସଫଳତା ହେତୁକ ଅପୂରଣୀୟ ଆଶା ଓ ଅଭିଳାଷ ମନରେ ସମ୍ୟକ କ୍ରୋଧ ସୃଷ୍ଟି କରିପାରେ । ବ୍ୟବସାୟ ଓ ବାଣିଜ୍ୟରେ ଆର୍ଥିକ ସ୍ଥିତି ମାନ୍ଦା ରହିବ । ତଥାପି ଆର୍ଥିକ ସମସ୍ୟାକୁ ପରିବାରରେ କୌଣସି ଅସୁବିଧା ହେବ ନାହିଁ । ନିର୍ମାଣାଧୀନ ଗୃହ, ରାସ୍ତାକାମ, ହଠାତ୍‌ କିଛିଦିନ ସକାଶେ ଅଟକି ପାରେ । ବନ୍ଧୁମାନେ ସାମୟିକ ସହଯୋଗକୁ ନିଜର ସ୍ଵାର୍ଥ ସାଧନ ଦିଗରେ ଲଗାଇପାରନ୍ତି । ପିଲାଙ୍କ ସ୍ଵାସ୍ଥ୍ୟହାନି, ବନ୍ଧୁଙ୍କ ଅଭିଯୋଗ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ରହିପାରନ୍ତି । ପଡୋଶୀମାନେ କାନ୍ଥବାଡରେ ଲୁଗାଛାଟି କଳହ କରିବାର ଉପକ୍ରମ କରିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଆପଣ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେହି କ୍ଷେତ୍ରରେ ବିଶେଷ କିଛି ଅସୁବିଧା ହେବ ନାହିଁ । ବନ୍ଧୁ ଓ ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । ବ୍ୟବସାୟରେ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କୌଣସି ନୂତନ କାର୍ଯ୍ୟାରମ୍ଭ କରିବା ପାଇଁ ଯୋଜନା କରିବେ । କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇବା ଫଳରେ ମନୋବଳ ବୃଦ୍ଧି ପାଇବ । ଆଜି ସମାଜରେ ଆପଣଙ୍କ ମାନସମ୍ମାନରେ ଦାଗ ଲାଗିପାରେ । ମାଙ୍ଗଳିକ କିମ୍ବା ସାଂସ୍କୃତିକ ମହୋତ୍ସବରେ ଅଂଶଗ୍ରହଣ କରିବେ । ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କ ଭଲ ରହିବ । ପିତାମାତାଙ୍କ ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତିତ ରହିବେ । ଅପରାହ୍ନେ ଦୀର୍ଘଦିନର ଆଶା ଫଳବତୀ ହେବ । ପରିବାରର ପରିସ୍ଥିତିକୁ ଆଖି ଆଗରେ କେତେକ ସ୍ଥଳରେ ନୀରବତା ରହିବାକୁ ବାଧ୍ୟ ହେବେ । ଶୁଭରଙ୍ଗ : ମେରୁନ । ଆରାଧନା : ପ୍ରଭୁ ହନୁମାନ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ସତର୍କତା ଅଭାବରୁ ହଠାତ୍‌ କଳହ, ପ୍ରତିହିଂସା, ବାଦବିବାଦ, ଧନହାନି ଓ ବିଭିନ୍ନ ପ୍ରକାରର ସମସ୍ୟା ଭିତରକୁ ଟାଣି ହୋଇପାରନ୍ତି । ଆଜି ଯଦି ଆପଣ କୌଣସି କାର୍ଯ୍ୟରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି, ତେବେ ଅଭିଜ୍ଞ ବ୍ୟକ୍ତିମାନଙ୍କ ଠାରୁ ପରାମର୍ଶ ନିଅନ୍ତୁ । ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ୱନା ମିଳିବା ସଙ୍ଗକୁ ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ସମସ୍ୟା ସମାଧାନ ହୋଇଯିବ । ଅତ୍ୟଧିକ ପାରିବାରିକ ଖର୍ଚ୍ଚ ଯୋଗୁଁ ମନରେ ସରସତା ରହିବ ନାହିଁ । ରାଜନୀତି, ସଭାସମିତି ତଥା ସାଙ୍ଗଠନିକ କାର୍ଯ୍ୟ କିମ୍ବା ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ । ନୂତନ ଜିନିଷ କ୍ରୟ କରିବା ସକାଶେ ମନ ବଳାଇବେ । ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ସହଧର୍ମୀଙ୍କ ପରାମର୍ଶ ପାଇ କେତେକ କାର୍ଯ୍ୟ ସହଜରେ ସମ୍ପାଦନ କରିପାରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଆଜି ବ୍ୟବସାୟ କ୍ଷେତ୍ରରେ ଧନ ଲାଭ ସଙ୍ଗେ ସଙ୍ଗେ ସମାଜରେ ପ୍ରତିଷ୍ଠା ବୃଦ୍ଧି ପାଇବ । ଶାନ୍ତଶିଷ୍ଟର ସହିତ ନିଜ କାର୍ଯ୍ୟକୁ ପରିଚାଳନା କରନ୍ତୁ । କୌଣସି କ୍ଷେତ୍ରରେ ଉତ୍ତେଜନାରେ ପ୍ରକାଶ କରନ୍ତୁ ନାହିଁ । ଏପରି କି କର୍ମକ୍ଷେତ୍ରରେ ଏବଂ ପରିବାର ମଧ୍ୟରେ ନିଜର ପ୍ରତିକ୍ରିୟା ହଠାତ୍‌ ପ୍ରକାଶ କରନ୍ତୁ ନାହିଁ । ଆନୁଷ୍ଠାନିକ କାମ, ପ୍ରଶାସନିକ ସ୍ତରରେ କିମ୍ବା ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ପାଇ ଆଗେଇ ଯିବେ । ବୃଥା ତର୍କବିତର୍କ ଓ ବାଦବିବାଦ ଏବଂ ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୁରନ୍ତୁ ନାହିଁ, ନଚେତ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ପରିବାରର ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ ପାଇଁ ଚେଷ୍ଟା କରିବେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

Be the first to comment

Leave a Reply

Your email address will not be published.


*