03 ଫେବୃୟାରୀ 2021, ବୁଧବାର :- ଆଜି ଏହି ୫ଟି ରାଶିର ବ୍ୟକ୍ତିଙ୍କୁ ଧନସମ୍ପତ୍ତି, ସ୍ୱାସ୍ଥ୍ୟଜନିତ ଚିନ୍ତା ଓ ପାରିବାରିକ

03 ଫେବୃୟାରୀ 2021, ବୁଧବାର :- ଆଜି ଏହି ୫ଟି ରାଶିର ବ୍ୟକ୍ତିଙ୍କୁ ଧନସମ୍ପତ୍ତି, ସ୍ୱାସ୍ଥ୍ୟଜନିତ ଚିନ୍ତା ଓ ପାରିବାରିକ

03 ଫେବୃୟାରୀ 2021, ବୁଧବାର :- ଆଜି ଏହି ୫ଟି ରାଶିର ବ୍ୟକ୍ତିଙ୍କୁ ଧନସମ୍ପତ୍ତି, ସ୍ୱାସ୍ଥ୍ୟଜନିତ ଚିନ୍ତା ଓ ପାରିବାରିକ ସମସ୍ୟାରୁ ମିଳିବ ମୁକ୍ତି । କର୍ମକ୍ଷେତ୍ରରେ ଯଥେଷ୍ଟ ଉନ୍ନତି କରିବେ ।

ଆଜି ଆମେ ଆପଣଙ୍କୁ ୦୩ ଫେବୃୟାରୀ ୨୦୨୧ ବୁଧବାରର ରାଶିଫଳ କହିବାକୁ ଯାଉଛି । ପ୍ରତ୍ୟେକ ମନୁଷ୍ୟ ଜୀବନରେ ରାଶିଚକ୍ରର ମହତ୍ଵ ରହିଛି । ରାଶିଫଳ ମାଧ୍ୟମରେ ଆମ୍ଭେମାନେ ଭବିଷ୍ୟତ ଘଟଣାଗୁଡ଼ିକ ବିଷୟରେ ପୂର୍ବାନୁମାନ କରିପାରିବା । ଗ୍ରହନକ୍ଷେତ୍ରଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି; ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକୁ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଆଜି ଆପଣ ନିଜର ସଫଳତାକୁ ନେଇ ଆଶ୍ଵସ୍ତି ଅନୁଭବ କରିବେ । ସ୍ଵରାଶିସ୍ଥ ଚନ୍ଦ୍ର ଯୋଗୁ ଆପଣ ପାରିବାରିକ ସ୍ତରରେ ସହଧର୍ମୀଙ୍କ ସହଯୋଗ ପାଇବା ସଙ୍ଗେ ସଙ୍ଗେ ଯଥେଷ୍ଟ ପ୍ରେମ ପାଇବେ । କୌଣସି ନୂଆ କାମଟିଏ ଆରମ୍ଭ କରିବା ସକାଶେ ବ୍ୟୟ ଅଟକଳ କରିବେ । ବ୍ୟବସାୟରେ ପୂର୍ବରୁ ହୋଇଥିବା ଫଇସଲା ଲାଭପ୍ରଦ ହେବ । ଅଫିସ୍‌ କାମରେ ଅନ୍ୟମାନଙ୍କ ସହ ବୁଝାମଣା କରି କାର୍ଯ୍ୟକୁ ସହଜରେ ସମ୍ପାଦନ କରିପାଇବେ । ପ୍ରକାଶନ, ପ୍ରଶାସନ, ସଙ୍ଗଠନ ଓ ରାଜନୈତିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଜୀବନସାଥୀଙ୍କ ସହଯୋଗରେ ସ୍ଥଗିତ ଥିବା କାମ ଠିକ୍‌ ହୋଇଯିବ । ଆର୍ଥିକ ମାମଲାରେ ଲାଭ ମିଳିବ । ପ୍ରିୟ ବନ୍ଧୁଙ୍କ ସହିତ ବୁଲିବାରେ ଅଧିକ ସମୟ ବିତେଇବେ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ଭଦ୍ରକାଳୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଦେବ ଦର୍ଶନ ଯୋଗ ରହିଛି । ଆପଣଙ୍କ ମନ ଆଧ୍ୟାତ୍ମିକ ଦିଗରେ ଲାଗି ରହିବ । କର୍ମସ୍ଥାନରେ ବୁଧଙ୍କ ସ୍ଥିତିରୁ କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇ ପାରନ୍ତି । ବେପାର ବଣିଜରେ ଉନ୍ନତି ହେବ । ଅଟକିର ରହିଯାଇଥିବା କାମ ଗୁଡିକ ଆଜି ସୁବିଧାରେ ସମ୍ପାଦନ କରିପାରିବେ । ସଭା ସମିତି, କଚେରି ମାମଲା, ଚୁକ୍ତିପତ୍ର ଓ କଳା ସାହିତ୍ୟରେ ପ୍ରସଂଶିତ ହେବେ । ଅପରାହ୍ନରେ ଆପଣଙ୍କୁ କୌଣସି ମହତ୍ତ୍ଵପୂର୍ଣ୍ଣ ସମାଚାର ମିଳିବ । ପରିବାରରେ ଭାଇ ଭଉଣୀଙ୍କ ସହିତ ଉତ୍ତମ ବୁଝାମଣା ରହିବ । ସନ୍ତାନଙ୍କ ଉନ୍ନତିରେ ଖୁସି ହୋଇପାରନ୍ତି । ଶାରୀରିକ ଦୁର୍ବଳତା ଯୋଗୁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ସୂର୍ଯ୍ୟଦେବ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଆଜି ଆପଣଙ୍କ ପାଇଁ ଦିନଟି ଖଟାମିଠା ରହିବ । ଧନାଧିପ ବ୍ୟୟଭାବସ୍ଥ ଯୋଗୁ ଅର୍ଥନୈତିକ ସ୍ଥିତି ବଗିଡିଯାଇପାରେ । ବ୍ୟବସାୟ ନିମନ୍ତେ ଦୂରକୁ ଯାତ୍ରା କରିବାକୁ ପଡିପାରେ । ବନ୍ଧୁଙ୍କ ପରାମର୍ଶକୁ ଯଦି ଗ୍ରହଣ କରିବେ ତେବେ ସ୍ଥଗିତ କାମକୁ ତ୍ୱରାନ୍ବିତ କରି ପାରନ୍ତି । ଆର୍ଥିକ ସ୍ଥିତି ମାନ୍ଦା ରହିଲେ ମଧ୍ୟ ପରିବାର ଉପରେ କୌଣସି କୁପ୍ରଭାବ ପଡିବ ନାହିଁ । ଅଫିସରେ ଅଧିକାରୀଙ୍କ ସହଯୋଗ ପ୍ରାପ୍ତ ହେବ । ଜମିରେ ଲାଗି ରହିଥିବା ବିବାଦ ସମାଧାନ ହେବ । ମଧ୍ୟାହ୍ନ ପରେ ପରିବାରରେ ଲାଗି ରହିଥିବା ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ । ଯାତ୍ରା ସମୟରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବାର ଆଶଙ୍କା ରହିଛି । ଆପଣଙ୍କର ବୈବାହିକ ଜୀବନ ଭଲ ରହିବ । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ବିରଜା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ନିଜ ଇଷ୍ଟ ଦେବୀଙ୍କୁ ଆରାଧନା କରନ୍ତୁ, ସବୁ ସମସ୍ୟାର ସମାଧାନ ହୋଇଯିବ । ଶୁକ୍ର ଓ ବୁଧଙ୍କ ସମ୍ପର୍କରୁ ବୁଦ୍ଧିଜିବୀ ମାନଙ୍କ ସହ ମନୋରନ କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି । ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା ରହିଛି । ଆଜି ସକାଳୁ ସକାଳୁ ଘରୋଇ କାମ ସଙ୍ଗକୁ ଅଫିସ୍‌ କାମର ଜଞ୍ଜାଳ ବଢିଯିବ, ଫଳରେ ବ୍ୟସ୍ତତା ମଧ୍ୟରେ ସମୟ କଟାଇବେ । ଭୁଲ୍‌ ବୁଝାମଣା ବଶତଃ ବହୁତ ଦିନରୁ ଭାଙ୍ଗିଯାଇଥିବା ସମ୍ପକଟି ପୁନଃ ପ୍ରତିଷ୍ଠିତ ହେବ, ଫଳରେ ଏକ ପ୍ରକାର ଆଶ୍ୱସ୍ତି ଅନୁଭବ କରିବେ । ଆପଣଙ୍କୁ ପ୍ରେମ ପ୍ରସଙ୍ଗରେ ସଫଳତା ମିଳିପାରେ ।ଶୁଭରଙ୍ଗ: ନୀ ଳ। ଆରାଧନା: ମାଆ ସମଲେଶ୍ଵରୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

କୌଣସି ପୁରୁଣା କଥାକୁ ନେଇ ଅଶାନ୍ତିରେ ରହିପାରନ୍ତି । ଆଶା ଅନୁସାରେ ପରିବାର ଲୋକଙ୍କ ଠାରୁ ସାହାଯ୍ୟ ପାଇପାରିବେ ନାହିଁ । ଉଚ୍ଚାରୋହୀ ଶୁକ୍ର ହେତୁ ଆପଣଙ୍କ ଉଦ୍ଦେଶ୍ୟ ପରିପୂର୍ଣ୍ଣତା ଲାଭ କରିବ । ସେୟାର ବଜାରରେ ପୁଞ୍ଜି ନିବେଶ କରିବା ଅଥବା ନୂଆ କାରବାରରେ ଅର୍ଥ ନିବେଶ ପାଇଁ ବିଚାର କରିବେ । ଆପଣଙ୍କୁ ଏକକାଳୀନ ଅନେକ କାମ ସମ୍ଭାଳିବାକୁ ପଡ଼ିବ । କର୍ମକ୍ଷେତ୍ରରେ ଅନ୍ୟ ମାନଙ୍କ ଠାରୁ କିଛି ଖବର ଶୁଣି କିମ୍ବା ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । ଅଚାନକ କୌଣସି ବନ୍ଧୁଙ୍କ ଘରକୁ ଯିବାକୁ ପଡ଼ିପାରେ । ଲାଗି ରହିଥିବା ବିବାଦୀୟ ଘଟଣାରେ ଅବଶ୍ୟ ବିଜୟୀ ହେବେ । କିନ୍ତୁ ଆଜି କୌଣସି ବିବାଦୀୟ କାର୍ଯ୍ୟରେ ଅର୍ଥାତ ଅନ୍ୟର ଝାମଲାରେ ମୁଣ୍ଡ ପୁରନ୍ତୁ ନାହିଁ । କୌଣସି ବ୍ୟକ୍ତି ଆପଣଙ୍କ ଜୀବନରେ ଖୁସି ନେଇ ଆସିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଆର୍ଥିକ ଲାଭ ଓ ଉନ୍ନତି ଯୋଗ ପ୍ରବଳ ରହିଛି । ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଯାତ୍ରା ସରଳ ଓ ସହଜସାଧ୍ୟ ରହିବ । ଆପଣଙ୍କ କାମରେ ସକାରାତ୍ମକ ନଜର ଆସିବ । କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିବା ସକାଶେ ଦୂରଯାତ୍ରା କରି ଅଭିଳଷିତ ଜିନିଷ ପାଇବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ବ୍ୟବସାୟୀଙ୍କୁ ବଡ଼ ଅର୍ଡର୍ ମିଳିବ । ସାମାଜିକ କାର୍ଯ୍ୟରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଆର୍ଥିକ ସ୍ଥିତି, ବୈବାହିକ ସମ୍ପର୍କ, ସାମୂହିକ କାର୍ଯ୍ୟ ଓ ଆନୁଷ୍ଠାନିକ ଆଲୋଚନାରେ ଲକ୍ଷ୍ୟ ହାସଲ କରିବେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ । ଶୁଭରଙ୍ଗ: ମେରୁନ। ଆରାଧନା : ପ୍ରଭୁ ହନୁମାନ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ । ମଙ୍ଗଳଙ୍କ ପ୍ରଭାବରୁ ଆର୍ଥିକ ସ୍ଥିତି ଭଲ ରହିବ କିନ୍ତୁ କଠୋର ଅନୁଶାସନ ପରିବାର ଓ କର୍ମକ୍ଷେତ୍ର ପାଇଁ ସମସ୍ୟା ସୃଷ୍ଟି କରିବ । ନିଜ ସଂସ୍ଫର୍ଶରେ ଆସୁଥିବା ବନ୍ଧୁ ମାନଙ୍କ ପରାମର୍ଶ ଗ୍ରହଣ କଲେ ବିଶେଷ ପରିମାଣରେ ଉପକୃତ ହେବେ । ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତିିଙ୍କଠାରୁ ଦୂରେଇ ରହିବା ସହ ସତର୍କତା ରକ୍ଷା କରିବା ଭଲ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଆର୍ଥିକ ସ୍ଥିତି ମଜଭୁତ ରହିବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଅଶ୍ଳେଷା ନକ୍ଷତ୍ର ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିିଭାବ ସୃଷ୍ଟି ହୋଇପାରେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ବାବା କପିଳାସ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଭାଗ୍ୟର ସହଯୋଗ ପାଇ ଉନ୍ନତି ପଥରେ ଅଗ୍ରସର ହେବେ । ମଙ୍ଗଳଓ ଚନ୍ଦ୍ରଙ୍କ ଶୁଭତ୍ୱ କାରଣରୁ ପ୍ରଭାବରେ ଦେହ ଓ ମନ ସୁସ୍ଥ ରହିବ । ବ୍ୟବସାୟରେ ଆର୍ଥିକ ସ୍ଥିତି ଭଳି ରହିବ । ପ୍ରିୟ ବନ୍ଧୁଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି । ଗୃହ, ଜମି ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଦିନ ଭିତରେ କାର୍ଯ୍ୟବ୍ୟସ୍ତ ଯୋଗୁ ମନ ଖୁସୀ କରିବାର ଅବସର ପାଇବେ ନାହିଁ । ସଭାସମିତି, ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡ଼ିପାରେ । ଆକସ୍ମିକ ସମସ୍ୟା ହେତୁ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ । ପ୍ରେମ ସଂପର୍କ ନିବିଡ଼ ହେବ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ଅମ୍ବିକା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ସାମାନ୍ୟ ପ୍ରତିବନ୍ଧକ ଦେଖାଦେଲେ ମଧ୍ୟ କର୍ମକ୍ଷେତ୍ରରେ ଚେଷ୍ଟା ନିଷ୍ଫଳ ହେବ ନାହିଁ । ହସ୍ତା ନକ୍ଷତ୍ର କନ୍ୟା ରାଶି ପ୍ରତିବନ୍ଧକ ମଧ୍ୟ ଦେଇ ଚଳିବାକୁ ପଡ଼ିବାର ଆଶଙ୍କା ରହିଛି । ମନରେ ଲାଗି ରହିଥିବା ଓଲଟପାଲଟ ଚିନ୍ତାଧାରା ସମାପ୍ତ ହୋଇଯିବ । ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଅଂଶୀଦାର ବ୍ୟବସାୟୀଙ୍କ ସହ ତର୍କବିତର୍କ ହେତୁକ ମନ ସାମୟିକ ଭଲ ରହି ନ ପାରେ । ସ୍ବାସ୍ଥ୍ୟ ସମସ୍ୟା ପୂର୍ବପରି ରହିବ ମାତ୍ର ପୂର୍ଣ୍ଣତଃ ଆରୋଗ୍ୟଲାଭ କରି ନ ପାରନ୍ତି । ପାରିବାରିକ ଜୀବନରେ ସ୍ନେହ, ଶ୍ରଦ୍ଧା ଓ ଆଦରର ଅଭାବ ଅନୁଭବ କରିବେ । ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି । କଳା, ସାହିତ୍ୟ କ୍ଷେତ୍ରରୁ ସୁଫଳ ମିଳିବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଦୁର୍ଗା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ହଠାତ୍‌ ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କକୁ ନେଇ ବିବାଦ ଦେଖାଦେଇ ପାରେ । ରାଶିରେ ପାପଗ୍ରହ ଓ ଦ୍ୱିତୀୟସ୍ଥ ବୁଧ ଆପଣଙ୍କୁ ଅପ୍ରିୟସତ୍ୟ କଥା କୁହାଇ ସମସ୍ୟା ଓ ସମ୍ପର୍କକୁ ନଷ୍ଟ କରିପାରନ୍ତି । ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ବ୍ୟବସାୟ ମାନ୍ଦା ରହିଲେ ମଧ୍ୟ କ୍ଷତି ସହିବାକୁ ପଡିବ ନାହିଁ କିନ୍ତୁ କୌଣସି ଘନିଷ୍ଟ ବନ୍ଧୁଙ୍କ ଠାରୁ ହଠାତ କରଜ କରିବାକୁ ପଡିପାରେ । ସାମାଜିକ ସ୍ତରରେ ସମ୍ମାନନୀୟ ବ୍ୟକ୍ତିି ବିଶେଷ ସହାୟତା କରିବେ । ଭଲ ସମ୍ପର୍କ ନ ଥିବା ଆତ୍ମୀୟମାନେ ପଛରେ ବିଭିନ୍ନ ପ୍ରକାରର କଟୁ କଥା କହିବେ । ଘରେ ଅସାବଧାନତା ଯୋଗୁ ଦ୍ରବ୍ୟ ନଷ୍ଟ କିମ୍ବା ଧନ ହାନି ଘଟିପାରେ । ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ । ପ୍ରେମ ସମ୍ବନ୍ଧରେ ଗଭୀରତା ବୃଦ୍ଧି ହେବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ନିଜ ଉପରେ ବିଶ୍ଵାସ ରଖନ୍ତୁ ଏବଂ ନିଜ କର୍ତ୍ତବ୍ୟ ମୁତବକ କାର୍ଯ୍ୟ କରିଚାଳନ୍ତୁ । ଅଭାବ ଅସୁବିଧା ଥିଲେ ମଧ୍ୟ ଶୁକ୍ରଙ୍କ ଯୋଗୁ ଆପଣଙ୍କ ସୁଖମୟ ଜୀବନର ଦିନଚର୍ଯ୍ୟା ବାଧାପ୍ରାପ୍ତ ହେବନାହିଁ । କର୍ମକ୍ଷେତ୍ର ପ୍ରତି ଶନି ଓ ରାହୁଙ୍କ କୁପ୍ରଭାବଜନିତ ସମସ୍ୟା ଓ ପାରିବାରିକ ସ୍ତରରେ ବିଭିନ୍ନ ପ୍ରକାର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ ତଥାପି ବିଭ୍ରାନ୍ତ ହୁଅନ୍ତୁ ନାହିଁ, ଦିନଟି ଆପଣଙ୍କ ଲାଗି ଅତି ଉତ୍ତମ ରହିବ । ଚନ୍ଦ୍ର ପ୍ରଭାବରେ ବନ୍ଧୁମାନଙ୍କୁ ମଧୁର ବାକ୍ୟ କହି କାର୍ଯ୍ୟ ହାସଲ କରିନେବେ । ଆପଣଙ୍କ ଉନ୍ନତି ପଥରେ ଲାଗି ରହିଥିବା ବାଧା ଦୂର ହେବ । ଷ୍ଟକ ଓ ମିଚ୍ୟୁଆଲ୍‌ଫଣ୍ତରେ ନିବେଶ ଲାଭଦାୟକ ରହିବ । ଆପଣଙ୍କୁ ଚାକିରି ମିଳିବା ଯୋଗ ରହିଛି । ସାମାଜିକ ସ୍ତରରେ ସମ୍ମାନ ଲାଭ କରିପାରନ୍ତି ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ଶୁଭରଙ୍ଗ: କଫି । ଆରାଧନା: ମାଆ ଅମ୍ବିକା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ରହିବ । ବୃହସ୍ପତି ପାପଗ୍ରହଯୁକ୍ତ କାରଣରୁ ଉଦ୍ୟମ ସଫଳ ଦିଗରେ ଜଣେ କୃଷ୍ଣବର୍ଣ୍ଣର ବ୍ୟକ୍ତି ସାହାଯ୍ୟ କରିବେ । ଆନୁଷ୍ଠାନିକ କାମରେ କିମ୍ବା ସଭାସମିତିରେ ସମ୍ମାନ ଲାଭ ଓ ପଦ ମର୍ଯ୍ୟଦା ବୃଦ୍ଧି ପାଇବ । ବ୍ୟବସାୟ କ୍ଷେତ୍ରରେ ଆୟ ବ୍ୟୟ ପ୍ରାୟ ସମାନ ରହିବ । ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀମାନଙ୍କ ସହଯୋଗ ପାଇବେ ଓ କର୍ମକ୍ଷେତ୍ର ଅଟକିଥିବା କାର୍ଯ୍ୟକୁ ତ୍ୱରାନ୍ନିତ କରିବେ । ବାଦ-ବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଆଜିର ଯାତ୍ରାରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବଜାୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

Leave a Reply

Your email address will not be published. Required fields are marked *