05 ନଭେମ୍ବର 2020, ଗୁରୁବାର – ଆଜି ୫ଟି ରାଶିର ବ୍ୟକ୍ତିଙ୍କ ଜୀବନରେ ଆସିବ ଅଜସ୍ର ଖୁସି ! ସ୍ଥଗିତ କାର୍ଯ୍ୟକୁ ସଂପୂର୍ଣ୍ଣ

05 ନଭେମ୍ବର 2020, ଗୁରୁବାର – ଆଜି ୫ଟି ରାଶିର ବ୍ୟକ୍ତିଙ୍କ ଜୀବନରେ ଆସିବ ଅଜସ୍ର ଖୁସି ! ସ୍ଥଗିତ କାର୍ଯ୍ୟକୁ ସଂପୂର୍ଣ୍ଣ କରିବେ ଓ ବକେୟା ଅର୍ଥ ଆଦାୟ କରିବାରେ ହେବେ ସମର୍ଥ ।

ଆଜି ଆମେ ଆପଣଙ୍କୁ ୦୫ ନଭେମ୍ବର ଗୁରୁବାରର ରାଶିଫଳ କହିବାକୁ ଯାଉଛି । ରାଶିଚକ୍ର ମନୁଷ୍ୟ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଗ୍ରହର ପରିବର୍ତ୍ତନ ଫଳରେ ରାଶିଗୁଡିକ ଉପରେ ମଧ୍ୟ ଭଲ ହେଉ ବା ମନ୍ଦ, କିଛି ନା କିଛି ପ୍ରଭାବ ନିଶ୍ଚୟ ପଡିଥାଏ । ଗ୍ରହର ସ୍ଥିତି ଭଲ ଥିଲେ ବ୍ୟକ୍ତିର ଜୀବନରେ ଏହାର ସୁପ୍ରଭାବ ପଡିଥାଏ ଓ ବ୍ୟକ୍ତି ଉନ୍ନତି କରିଥାଏ କିନ୍ତୁ ଗ୍ରହ ସ୍ଥିତି ଭଲ ନ ଥିଲେ, ବ୍ୟକ୍ତିର ଜୀବନରେ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ, ଯାହାଫଳରେ ମନ ଖୁସି ରହିବ । ଭାଗ୍ୟସ୍ଥାନକୁ ଚନ୍ଦ୍ରଙ୍କ ଦୃଷ୍ଟି ଯୋଗୁଁ କାରବାରରେ ପରିବର୍ତ୍ତନ ଆଣିବା ଲାଗି ଚେଷ୍ଟା କରିବେ ଏବଂ ସଫଳ ହେବେ । ବ୍ୟବସାୟ, ବାଣିଜ୍ୟରେ ସ୍ଥିତି ଭଲ ଭଲ ରହିବ । ଅଫିସ୍ କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି । ନିଜର କାର୍ଯ୍ୟଦକ୍ଷତା କାରଣରୁ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । ଆଶା କରିଥିବା ଦିଗରୁ ଅର୍ଥ କିମ୍ବା ଶୁଭ ଖବର ପାଇ ଖୁସୀ ହେବେ । କିନ୍ତୁ ପ୍ରଶାସନିକ ସ୍ତରରେ ବୁଝାମଣା ନେଇ ତିକ୍ତତା ସୃଷ୍ଟି ହୋଇପାରେ । ନିକଟ ସମ୍ପର୍କୀୟଙ୍କ ସହ ବାଦବିବାଦ, ଯୁକ୍ତିତର୍କ ଯୋଗୁଁ ଚିନ୍ତା ବଢିପାରେ । ପାରିବାରିକ କାମରେ ସଫଳତା ପାଇବା କ୍ଷେତ୍ରରେ ଜଣେ ପୁରାତନ ବନ୍ଧୁ ସାହାଯ୍ୟ ମିଳିବ । ସ୍ଵାସ୍ଥ୍ୟ ପ୍ରାୟତଃ ଠିକ୍‌ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ଲକ୍ଷ୍ୟ ସ୍ଥଳରେ ପହଞ୍ଚିବା ପାଇଁ ଅକ୍ଲାନ୍ତ ପରିଶ୍ରମ କରିବେ । ଚନ୍ଦ୍ରଙ୍କ ନକ୍ଷତ୍ରରେ ଶୁକ୍ର ଆପଣଙ୍କୁ ବୈଷୟିକ ସୁଖ, ସମ୍ପଦ ପ୍ରଦାନ କରିବାରେ ସହାୟକ ହେବେ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବନାହିଁ । ତଥାପି କୌଣସି କାମ ହାସଲ ସକାଶେ ଅନ୍ୟମାନଙ୍କୁ ମନେଇବାକୁ ବିଭିନ୍ନ ପ୍ରକାର ଚେଷ୍ଟା କରି ସଫଳତା ହାସଲ କରିବେ । କର୍ମକ୍ଷେତ୍ରରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ । ସାମାଜିକ ସ୍ତରରେ ହାତକୁ ନେଇଥିବା ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ । ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ପରିବାରରେ ହସଖୁସି ବାତାବରଣ ମଧ୍ୟରେ ଦିନ ଅତିବାହିତ କରିବେ । ପୁରାତନ ରୋଗପୀଡା ଓ ଆତ୍ମୀୟଙ୍କ ବିରୁଦ୍ଧାଚରଣ ବିଷୟରେ ଚିନ୍ତିତ ରହିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଦିନଟି ପ୍ରେମଭାର ରହିବ । ରାଶିରେ ଚନ୍ଦ୍ରଥିବାରୁ ମାନସିକ ସ୍ତର ବହୁତ ଭଲ ରହିବ । ନିକଟ ସମ୍ପର୍କୀୟମାନେ କାଳେ ଦେବାକୁ ପଡିବ, ଏହି କାରଣରୁ ପାଖ ମାଡିବେ ନାହିଁ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କଲେ ଯଥେଷ୍ଟ ଉପକୃତ ହେବେ । କର୍ମକ୍ଷେତ୍ରର ସମସ୍ୟାଗୁଡ଼ିକ ଶିଥିଳତା ପଡ଼ିଯିବା କାରଣରୁ ମନରେ ଉତ୍ସାହ ବୃଦ୍ଧି ପାଇବ । କିନ୍ତୁ ଅଟକି ରହିଥିବା କାମ ସକାଶେ ଅନୁତାପ କରିବେ । କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିପାରନ୍ତି । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପାରିବାରିକ ଖର୍ଚ୍ଚର ପରିମାଣ ବୃଦ୍ଧି ଯୋଗୁଁ ମନରେ ସରସତା ରହିବ ନାହିଁ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବା କାରଣରୁ ସାମୟିକ ଆଶ୍ୱସ୍ତିଲାଭ କରିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଧ୍ୟାନ ଓ ଯୋଗ ମାଧ୍ୟମରେ ଆପଣ ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ । ଦଶମ ଚନ୍ଦ୍ର ହେତୁ କୌଣସି ନୂତନ ପରିବେଶରେ ସଦାବସ୍ଥାନରୁ ନିଜକୁ ଭାଗ୍ୟବାନ୍ ମନେ କରିପାରନ୍ତି । ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ । ବ୍ୟବସାୟୀ ମାନେ କର୍ମକ୍ଷେତ୍ରରେ ଉର୍ନ୍ନତି କରିବେ । ସରକାରୀ କର୍ମଚାରୀମାନେ ଅଫିସରେ ସହକର୍ମୀମାନଙ୍କ ସହିତ ସୁସମ୍ପର୍କ ବଜାୟ ରଖିବେ । କାର୍ଯ୍ୟ ସାଧନରେ ନିଜ ଲୋକଙ୍କ ତରଫରୁ ସହଯୋଗ ପାଇବାରେ କୌଣସି ଅସୁବିଧା ରହିବ ନାହିଁ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ଶୁଭ । ନିର୍ମାଣାଧୀନ ଗୃହ, ରାସ୍ତାକାମ ହଠାତ୍‌ କିଛିଦିନ ସକାଶେ ଅଟକି ରହିଯାଇପାରେ । ପାଖପଡୋଶୀ କିମ୍ବା ଅନ୍ୟଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ କରି ପାରନ୍ତି । ପରିବାର ଭିତରେ ବିନା କାରଣରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ । ଶାରୀରିକ ଅସୁସ୍ଥତା ଯୋଗୁଁ ଚିନ୍ତିତ ରହିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ରବିଙ୍କ ନକ୍ଷତ୍ରସ୍ଥ ବୃହସ୍ପତି ଯୋଗୁଁ ପାରିବାରିକ ଅଶାନ୍ତି କ୍ଷେତ୍ରରେ ଭୁଲ୍ ବୁଝାମଣା ହିଁ ପ୍ରଧାନ କାରଣ ହେବ । ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବାରେ ବନ୍ଧୁ ସାହାଯ୍ୟ କରିବେ । ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମଗୁଡିକୁ ସଫଳତାର ସହ ସମ୍ପନ୍ନ କରିବାରେ କୌଣସି ଅସୁବିଧା ହେବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରିବେ । କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ସକାଶେ ମନ ବଳାଇପାରନ୍ତି । ଆନୁଷ୍ଠାନିକ କାମରେ ନୀଚ ମନୋଭାବର ବ୍ୟକ୍ତିିଙ୍କ ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହେବାର ସୂଚନା ରହିଛି । ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଗୃହ, ଜମିଜମା ସମ୍ବନ୍ଧୀୟ ବିଷୟରେ ଯୋଗାଯୋଗ କଲେ ଅବଶ୍ୟ ଉପକୃତ ହେବେ । ପରିବାର ସଦସ୍ୟଙ୍କ ରୁଗ୍‌ଣ ସ୍ଵାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ମନରେ ଏକପ୍ରକାର ଖୁସି ଅନୁଭବ କରିବେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ସମଲେଶ୍ଵରୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ମନ ଅସ୍ଥିର ରହିବ । ସମାଗମ ସ୍ଥିତିରେ ଚନ୍ଦ୍ର ଯୋଗୁ ଅଧିକାଂଶ ସମୟ ଅନ୍ୟମସ୍କ ରହିବେ । ଆର୍ଥିକ ସ୍ଥିତି ପ୍ରତି ଧ୍ୟାନ ଦେବା ଉଚିତ୍ । ବ୍ୟବସାୟ କିମ୍ବା ପରିବହନରେ ଲାଭ ହେବା ବଦଳରେ କ୍ଷତି ସହ୍ୟ କରିବାକୁ ପଡିବ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଖର୍ଚ୍ଚଭାର ଅଧିକ ହେବା ଯୋଗୁଁ ଚିନ୍ତାପ୍ରକଟ କରିବେ କିନ୍ତୁ କୌଣସି ଉପାୟ ପାଇବେ ନାହିଁ । ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ଼ ଉଠିବା ପରି ଆଶଙ୍କା ଦେଖାଦେବ । ସ୍ଵାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ରଖନ୍ତୁ । ପାଖ ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ଶୁଭରଙ୍ଗ: ସବୁଜ । ଆରାଧନା: ବାବା ଲୋକନାଥ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଧୌର୍ଯ୍ୟ ଧରି କାର୍ଯ୍ୟ କରନ୍ତୁ । ଷଷ୍ଠାଭାବସ୍ଥ ମଙ୍ଗଳ ହେତୁ ପତ୍ନୀଙ୍କ କ୍ଷୋଭ, ସନ୍ତାନଙ୍କ ବେଖାତିର କାମ ସଙ୍ଗକୁ ଭାବପ୍ରବଣତାଜନିତ ମାନସିକ ସ୍ଥିରତାକୁ ଭଙ୍ଗ କରିପାରେ । ତଥାପି ବନ୍ଧୁ ଓ ସହକର୍ମୀଙ୍କ ସାହାଯ୍ୟ ପାଇ କେତେକ କେତେକ କର୍ମକ୍ଷେତ୍ରରେ ପରିସ୍ଥିତିକୁ ସୁଧାରିବାକୁ ଚେଷ୍ଟା କରିବେ । ନୂତନ କର୍ମାରମ୍ଭ ସକାଶେ ମନ ବଳାଇ ଆନୁସଙ୍ଗିକ ସାହାଯ୍ୟ, ସୁବିଧା ପାଇବେ । ବର୍ତ୍ତମାନ ସମୟରେ ଶତ୍ରୁମାନେ ମିତ୍ରତାର ହାତ ବଢିଇବେ । କିନ୍ତୁ ନିଜ ଗୁପ୍ତ କଥାକୁ ଗୁପ୍ତ ହିଁ ରଖନ୍ତୁ । ହଠାତ୍‌ କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହେବା ଠିକ୍‌ ହେବନାହିଁ । ପ୍ରଶାସନ, ପ୍ରକାଶନ, ଆଇନ କଳା ସାହିତ୍ୟରେ ସଫଳତା ପାଇପାରିବେ । ରାଜନୀତିରେ ଓ ସାଂଗଠନିକ କ୍ଷେତ୍ରରେ ବହୁତ ଜନକଲ୍ୟାଣ କାମ ହାତକୁ ନେଇ ପ୍ରଶଂସିତ ହୋଇପାରନ୍ତି । ଆତ୍ମୀୟମାନଙ୍କ ସହ ସନ୍ଦେହ ଓ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢିପାରେ । ମିତ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ପରିବାରରେ ପ୍ରତ୍ୟେକ ପରିସ୍ଥିତିକୁ ହାଲୁକା ଭାବେ ଗ୍ରହଣ କରିବା ପରକ୍ଷଣରେ ଅସୁବିଧାର କାରଣ ହୋଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଆଖଣ୍ତଳମଣି ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଶୁକ୍ର ନକ୍ଷତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁଁ ଆପଣ ମାନସିକ ସ୍ତରରେ ଆନନ୍ଦ ଅନୁଭବ କରିବେ । ବ୍ୟବସାୟ ବାଣିଜ୍ୟରେ ସ୍ଥିତି ଭଲ ରହିବ । ଆର୍ଥିକ ସ୍ଵଚ୍ଛଳତା ଫେରିଆସିବା କାରଣରୁ ସାମୟିକ ଆତ୍ମତୃପ୍ତି ଲାଭ କରିବେ । ଉପରିସ୍ଥଙ୍କ ନିକଟରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ କରିବେ । ଅନ୍ୟର ବିବାଦୀୟ କଥାରେ, ଶତ୍ରୁତା କରୁଥିବା ବ୍ୟକ୍ତିକୁ ଓ ଅନ୍ୟର ଅର୍ଥ ସମ୍ପର୍କୀୟ ସମସ୍ୟାରେ ମଧ୍ୟସ୍ଥତା କରନ୍ତୁ ନାହିଁ । ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସତ୍‌ସଙ୍ଗ କିମ୍ବା ଆଧ୍ୟାତ୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ରାସ୍ଥାରେ ପାଦଦେବା ଅସୁବିଧାର କାରଣ ହୋଇପାରେ । ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବା କାରଣରୁ ସାମୟିକ ଆଶ୍ୱସ୍ତି ଲାଭ କରିପାରନ୍ତି । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଶାରଳା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଦିନଟି ଆପଣଙ୍କୁ ମିଶ୍ରଫଳ ପ୍ରଦାନ କରିବ । ରାଶିରେ ଦ୍ୱାଦଶସ୍ଥ ଶନି ଆପଣଙ୍କ ବିଚାର ଧାରାକୁ ପ୍ରଭାବିତ କରିପାରେ । କିନ୍ତୁ ବନ୍ଧୁଚାରଙ୍କ ସାହାଯ୍ୟ ଓ ସହଯୋଗର ଅଭାବ ରହିବ ନାହିଁ । ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ । ଯାହାଦ୍ୱାରା ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ପାଇଁ ରାସ୍ତା ମିଳିଯିବା । କର୍ମକ୍ଷେତ୍ରରେ କାର୍ଯ୍ୟଭାର ଅଧିକ ରହିବା ସଙ୍ଗେ ସଙ୍ଗେ ସ୍ଥଗିତ କାର୍ଯ୍ୟ ପାଇଁ ଉଚ୍ଚାଧିକାରୀଙ୍କୁ କୈଫତ୍ ଦେବାକୁ ପଡିବ । ଆର୍ଥିକ ଦିଗକୁ ପରିସ୍ଥିତି ଅତି ଶୋଚନୀୟ ରହିବ, ତଥାପି ଧାର କରଜ କରି ପାରିବାରିକ ପରିସ୍ଥିତିକୁ ନିୟନ୍ତ୍ରଣାଧୀନ କରିବାରେ ସମର୍ଥ ହେବେ । ସଭାସମିତିରେ ଏପରି କିଛି ପ୍ରସ୍ତାବ ଦେବେ, ଯାହା ବନ୍ଧୁମାନଙ୍କ ମନକୁ ବେଶ୍‌ ଆକର୍ଷିତ କରିବ । ପାରିବାରିକ ସମସ୍ୟାକୁ ସୁଧାରି ନେବାରେ ପାଖ, ପଡୋଶୀମାନେ ସାହାର୍ଯ୍ୟ କରିବେ । ଶୁଭରଙ୍ଗ: ଗୋଲାପି । ଆରାଧନା: ସନ୍ତୋଷୀ ମାତା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଇଷ୍ଟଦେବୀଙ୍କୁ ଆରୋଧନ କରନ୍ତୁ, ସମ୍ଭାବ୍ୟ ସଙ୍କଟ ଦୂର ହେବ । ପାରିବାରିକ କ୍ଷେତ୍ରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । କର୍ମକ୍ଷେତ୍ରରେ ଉଦ୍ୟମ ଓ ଚେଷ୍ଟା ଦ୍ୱାରା କିଛି ମାତ୍ରାରେ ଉପକୃତ ହୋଇପାରନ୍ତି । ଯେତେ ପ୍ରକାର ଭଲ କାମ କଲେ ମଧ୍ୟ ଶତ୍ରୁତା, ଈର୍ଷାପରାୟଣ, ଅସୁସ୍ଥତା ଓ ଅଭାବବୋଧ ଯୋଗୁଁ ମନ ଭାରାକ୍ରାନ୍ତ ରହିବ । ଆପଣ ଯେଉଁଥି ପାଇଁ ଆଶଙ୍କା କରୁଛନ୍ତି ସେହି କ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରନ୍ତୁ । ଆର୍ଥିକ ସ୍ଥିତି ସମ୍ୟକ ମାନ୍ଦା ରହିପାରେ । ନିଜ ଲୋକମାନଙ୍କ ବେଖାତିର ମନୋଭାବ କାରଣରୁ କଷ୍ଟ ଅନୁଭବ କରିବେ । ଅନ୍ୟର ଅଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୁରବା ଅର୍ଥ ସମସ୍ୟାକୁ ନିମନ୍ତ୍ରଣ କରିବା । ପିଲାମାନଙ୍କ ପଢାପଢି ସମସ୍ୟା ନେଇ ଚିନ୍ତିତ ରହିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେଲେ ମଧ୍ୟ ମାନସିକ ସ୍ତରରେ ଅସ୍ଥିରତା ଲାଗିରହିବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ହନୁମାନ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ମନରେ ଆତ୍ମା ବିଶ୍ଵାସ ବଢିବ । ଶାରୀରିକ ସୁସ୍ଥତା ଅକ୍ଷୁର୍ଣ୍ଣ ରହିଲେ ମଧ୍ୟ ଶତ୍ରୁରାଶିସ୍ଥ ଶନି ହେତୁ କାର୍ଯ୍ୟରେ ବିଘ୍ନ ଘଟିପାରେ । ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସାନ୍ନିଧ୍ୟ ପ୍ରାପ୍ତ କରିପାରନ୍ତି । ବ୍ୟବସାୟ କ୍ଷେତ୍ରରେ ସ୍ଥିତି ଭଲ ରହିଲେ ମଧ୍ୟ ଆୟ ବ୍ୟୟର ତାଳମେଳ ରହିବ ନାହିଁ । ଅଫିସରେ ସହକର୍ମୀମାନଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ । ଆର୍ଥିକ ସ୍ଥିତି ସେତେଟା ଭଲ ନ ଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ । ଜଣେ ପଡ଼ୋଶୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ । ପରିବାରର ଛୋଟିଆ ଛୋଟିଆ କଥାରେ ନିଜର ମନ୍ତବ୍ୟ ଦେଇ ନିଜେ ହିଁ ସମାଲୋଚିତ ହେବକୁ ପଡିବ । ଅବଶ୍ୟ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇ କାମ ହାସଲ କରିପାରନ୍ତି । ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ପୂଜାପାଠରେ ଅଧିକ ସମୟ ବିତିବ । ରାଶିରେ ମଙ୍ଗଳ ଓ କର୍ମସ୍ଥ ବୃହସ୍ପତିଙ୍କ ଯୋଗୁଁ ସ୍ୱାସ୍ଥ୍ୟ ସମସ୍ୟା ସୁଧୁରି ଯିବ ଓ ଯାହା ଚାହୁଁଛନ୍ତି ତାହା ପାଇବାରେ ଅସୁବିଧା ରହିବ ନାହିଁ । ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ । କର୍ମକ୍ଷେତ୍ରରେ କିମ୍ବା ସଭାସମିତିରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭକରି ଖୁସି ହେବେ । ସହକର୍ମୀମାନଙ୍କ ସହ ବାଦବିବାଦ କ୍ରମେ ଜଟିଳ ହେବ, ତଥାପି ଆପଣଙ୍କ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । କାରବାରରେ ଆପଣଙ୍କୁ ଫାଇଦା ହେବ । ଭାବପ୍ରବଣ ବଶତଃ ବନ୍ଧୁଙ୍କ ଗହଣରେ ଭିନ୍ନ ପ୍ରକାରର କଥାବାର୍ତ୍ତା କରି ଅପଦସ୍ଥ ହୋଇପାରନ୍ତି । ଶାରୀରିକ ସୁସ୍ଥତା ଥିଲେ ମଧ୍ୟ ମାନସିକସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ଦେଖାଦେଇପାରେ । ଶୁଭରଙ୍ଗ: ସବୁଜ । ଆରାଧନା: ହର ପାର୍ବତୀ ।

Be the first to comment

Leave a Reply

Your email address will not be published.


*