05 ଅକ୍ଟୋବର 2020, ସୋମବାର- ମହାଦେବଙ୍କ କୃପାରୁ ଆଜି ଏହି ୫ଟି ରାଶିର ବ୍ୟକ୍ତ କର୍ମକ୍ଷେତ୍ରରେ କରିବେ ଯଥେଷ୍ଟ

05 ଅକ୍ଟୋବର 2020, ସୋମବାର- ମହାଦେବଙ୍କ କୃପାରୁ ଆଜି ଏହି ୫ଟି ରାଶିର ବ୍ୟକ୍ତ କର୍ମକ୍ଷେତ୍ରରେ କରିବେ ଯଥେଷ୍ଟ ଉନ୍ନତି । ଚାକିରିରେ ପଦୋନ୍ନତିର ଯୋଗ ରହିଛି । ପରିବାରରେ ହସଖୁସିର ବାତାବରଣ ରହିବ ।

ଆଜି ଆମେ ଆପଣଙ୍କୁ ୦୫ ଅକ୍ଟୋବର ସୋମବାରର ରାଶିଫଳ କହିବାକୁ ଯାଉଛି । ରାଶିଚକ୍ର ମନୁଷ୍ୟ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଏହାର ପ୍ରଭାବ ବ୍ୟକ୍ତିଙ୍କ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଗ୍ରହର ପରିବର୍ତ୍ତନ ଫଳରେ ରାଶିଗୁଡିକ ଉପରେ ମଧ୍ୟ ଭଲ ହେଉ ବା ମନ୍ଦ କିଛି ନା କିଛି ପ୍ରଭାବ ନିଶ୍ଚୟ ପଡିଥାଏ । ଗ୍ରହର ସ୍ଥିତି ଭଲ ଥିଲେ ବ୍ୟକ୍ତିର ଜୀବନରେ ଏହାର ସୁପ୍ରଭାବ ପଡିଥାଏ ଓ ବ୍ୟକ୍ତି ଉନ୍ନତି କରିଥାଏ କିନ୍ତୁ ଗ୍ରହ ସ୍ଥିତି ଭଲ ନ ଥିଲେ, ବ୍ୟକ୍ତିର ଜୀବନରେ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

କର୍ମକ୍ଷେତ୍ରରେ କାର୍ଯ୍ୟକୁ ନେଇ ମନରେ ବ୍ୟସ୍ତତା ବଢିବାର ସମ୍ଭାବନା ରହିଛି । ଧୌର୍ଯ୍ୟ ଧରି ପରିସ୍ଥିତିର ମୁକାବିଲା କରନ୍ତୁ, ପରିସ୍ଥିତି ନିୟନ୍ତ୍ରଣାଧୀନ ହୋଇପାରିବ । ବ୍ୟବସାୟରେ ସ୍ଥିତି ମାନ୍ଦା ରହିବା କାରଣରୁ ଆର୍ଥିକ ସ୍ଥିତି ଦୁର୍ବଳ ହୋଇପାରେ । ଅଫିସରେ କୌଣସି କାମ ତରବାରିଆ ହୋଇ କରନ୍ତୁ ନାହିଁ । ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି । ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି । ମନୋରଞ୍ଜନ କାର୍ଯ୍ୟକ୍ରମରେ ଖର୍ଚ୍ଚାନ୍ତ ଅଧିକ ହୋଇପାରେ । ଆଜି ଇଚ୍ଛା ନଥିଲେ ମଧ୍ୟ ଏହିପରି କେତେକ କାମ ବାଧ୍ୟ ବାଧକତାରେ କରିବାକୁ ପଡ଼ିବ । ଘର କଥା ହେଉ କିମ୍ବା କର୍ମକ୍ଷେତ୍ର ସବୁ କାମ ଗୋଳିଆ ସ୍ଥିତ ମଧ୍ୟରେ ସମାପନ କରିବାକୁ ପଡିବ । ଅତ୍ୟଧିକ ଭ୍ରମଣଜନିତ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ହର ପାର୍ବତୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ସମାଜ ସମ୍ମାନନୀୟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ଭାଇ, ବନ୍ଧୁ ଓ ସମ୍ପର୍କୀୟ ଲୋକମାନଙ୍କୁ ଆପଣାର କରିବାରେ ସଫଳ ହେବେ । ପ୍ରତ୍ୟେକ କ୍ଷେତ୍ରରେ କାହଁଳିଆ କଥା କହି ପରିସ୍ଥିତିକୁ ଆୟତ କରିବାରେ ସକ୍ଷମ ହେବେ । ବ୍ୟବସାୟରେ ସ୍ଥିତି ମାନ୍ଦା ରହିଲେ ମଧ୍ୟ ଆର୍ଥିକ କ୍ଷେତ୍ରରେ କୌଣସି ଅଭାବ ଅସୁବିଧା ହେବ ନାହିଁ । କିନ୍ତୁ ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଦଉଡ କରିବାକୁ ପଡିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ପ୍ରତିଶ୍ରୁତି ପାଇବା ଫଳରେ ମନକୁ ଆଶ୍ୱସ୍ତି ମିଳିବ । ନୂଆ ଜମିର ଅଗ୍ରୀମ ଟଙ୍କା ଦେବା ପୂର୍ବରୁ ଦଲିଲକୁ ଭଲଭାବେ ପଢ଼ିନିଅନ୍ତୁ । ଘରର କେତେକ ବ୍ୟତିକ୍ରମ ବିଷୟକୁ ନେଇ ଚିନ୍ତା ପ୍ରକଟ କରି ପାରନ୍ତି । ପରିବାରରେ ସୁଖ ଶାନ୍ତି ବଢ଼ିବ । ଶୁଭରଙ୍ଗ: ନୀଳ । ଆରାଧନା: ମାଆ ଭୈରବୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ପ୍ରାୟତଃ ଅଧିକାଂଶ ସମୟରେ ଭୁଲ୍‌ ବୁଝାମଣା ଯୋଗୁଁ ଛୋଟିଆ ଛୋଟିଆ କଥାରେ କଳହ ଲାଗିପାରେ । ହାତକୁ ନେଇଥିବା କାର୍ଯ୍ୟକୁ ସମ୍ପାଦନ କରିବାରେ ସମର୍ଥ ହେବେ । ବ୍ୟବସାୟରେ ଆୟ ବ୍ୟୟ ପ୍ରାୟ ସମାନ ରହିବ । କାର୍ଯ୍ୟକ୍ଷେତ୍ରରେ ନିଷ୍ଠାର ସହିତ କାର୍ଯ୍ୟ କରିବେ । କର୍ତ୍ତୃପକ୍ଷ ଆପଣଙ୍କ ଉପରେ ବହୁତ ଖୁସି ରହିବେ । ଅଫିସରେ ଆୟୋଜିତ ବୈଠକରେ ଉପଯୁକ୍ତ ମନ୍ତବ୍ୟ ଦେଇ ପ୍ରଶଂସିତ ହେବେ । ସଭାସମିତିରେ ପ୍ରିୟକଥା କହି ସମସ୍ୟାକୁ ସୁଧାରି ନେବେ । କେତେକ କ୍ଷେତ୍ରରେ ହାତରୁ ଖାଇ ପର ପଛରେ ଦୌଡିବାକୁ ପଡିପାରେ । ପାରିବାରିକ ଅସ୍ଥିରତା ଲାଗି ରହିବା କାରଣରୁ ମନ ଭାରକ୍ରାନ୍ତ ରହିବ । ସ୍ଵାସ୍ଥ୍ୟ ପୂର୍ବପରି ରହିବ ଅବଶ୍ୟ କିନ୍ତୁ ବିଶେଷ ଅସୁବିଧା ହେବ ନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଧବଳେଶ୍ଵର ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଅନ୍ୟମାନଙ୍କ କଥାକୁ ପ୍ରାଧାନ୍ୟ ଦିଅନ୍ତୁ ହେଲେ ନିଜ ବିବେକ ଅନୁସାରେ କାର୍ଯ୍ୟ କରନ୍ତୁ । ଭାବପ୍ରବଣତା ବଶତଃ ଆଜି ଅନେକ କାଳ୍ପନିକ ଆଶା ଓ କାମନା ମନ ଭିତରେ ଉଜ୍ଜୀବିତ ହୋଇପାରେ । ବିଭିନ୍ନ କ୍ଷେତ୍ରରୁ ଅର୍ଥ ପାଇବେ ସତ, କିନ୍ତୁ ମାନସିକ ଶାନ୍ତି ପାଇବେ ନାହିଁ । ଧର୍ମସଙ୍କଟରେ ପଡ଼ି କେତେକ କ୍ଷେତ୍ରରେ ଠିକ୍‌ ନିଷ୍ପତ୍ତି ଆପଣ ନେଇପାରିବେ ନାହିଁ । ଆର୍ଥିକ ସ୍ଥିତି ଶୋଚନୀୟ ରହିବ । ଅଫିସରେ ପ୍ରତିକୂଳ ପରିସ୍ଥିତିରେ କାର୍ଯ୍ୟଭାର ଅଧିକ ରହିବ ଅନ୍ୟପଟେ ସହକର୍ମୀଙ୍କ ଈର୍ଷାପରାୟଣ ମନୋଭାବ ଯୋଗୁଁ କାମ କରିବାକୁ ଇଚ୍ଛା ହେବ ନାହିଁ । ସାମୂହିକ କାର୍ଯ୍ୟ ଓ ଆନୁଷ୍ଠାନିକ ଆଲୋଚନାରେ ଲକ୍ଷ୍ୟ ହାସଲ କରିବେ । ପରିବାରର ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଦାଂପତ୍ୟ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଭବିଷ୍ୟତକୁ ଆଖି ଆଗରେ ରଖି କାର୍ଯ୍ୟ ନିର୍ଦ୍ଧାରିତ କରିବେ । ନିଜର ବୁଦ୍ଧି ଓ କୌଶଳକୁ ପାଥେୟ କରି କାର୍ଯ୍ୟ ହାସଲ କରିବାରେ ସମର୍ଥ ହେବେ । ପୂର୍ବ ପ୍ରସ୍ତୁତି ଯୋଜନା ଅନୁସାରେ କାର୍ଯ୍ୟ କରିବେ ଓ ସଫଳତା ମଧ୍ୟ ପାଇବେ । କୌଣସି ନୂତନ କାର୍ଯ୍ୟରେ ହାତକୁ ନେବାକୁ ସ୍ଥିର କରିବେ । ପରୋକ୍ଷ ଶତ୍ରୁତା ଯୋଗୁଁ କର୍ମକ୍ଷେତ୍ରରେ ବାଧା ଉପୁଜିବ ତଥାପି କାମ ଅଟକିବ ନାହିଁ । ଅଫିସରେ ଉଚ୍ଚାଧିକାରୀଙ୍କ ସହ ସମ୍ପର୍କ ଭଲ ରହିବ । ବକେୟା ଅର୍ଥ ଆଦାୟ କରିବାକୁ ଯାଇ ତର୍କବିତର୍କର ସମ୍ମୁଖୀନ ହୋଇପାରନ୍ତି । ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁ ମନରେ ସରସତା ରହିବ ନ ପାରେ । ପରିବାରରେ ଭ୍ରାତୃବର୍ଗଙ୍କ ସହିତ କଳହ ଉପୁଜିପାରେ ନଚେତ ସମସ୍ୟାର ଘେରରେ ଛନ୍ଦି ହୋଇପାରନ୍ତି । ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ସୂର୍ଯ୍ୟଦେବ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ବନ୍ଧୁମାନଙ୍କ ସହ ହସଖୁସିର ଦିନଟି ଅତିବାହିତ କରିବେ । ବନ୍ଧୁଙ୍କ ଠାରୁ ଯାହା ଆଶା କରୁଛନ୍ତି ତାହା ଅବଶ୍ୟ ପାଇବେ । ତରବାରିଆ ନ ହୋଇ ଧୀରସ୍ଥିରରେ କାର୍ଯ୍ୟ କରନ୍ତୁ, ସଫଳତା ନିଶ୍ଚୟ ପାଇବେ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିଲେ, ଅସୁବିଧାରେ ପଡ଼ିବେ । ଦୀର୍ଘ ଦିନରୁ ବ୍ୟବସାୟ ବାଣିଜ୍ୟରେ ଲାଗିଥିବା ସମସ୍ୟା ବନ୍ଧୁଙ୍କ ଦ୍ଵାରା ସମାଧାନ ହୋଇପାରିବ । ଦୀର୍ଘଦିନର ଚେଷ୍ଟା ପରେ ଆଜି ଋଣ ପରିଶୋଧ କରିବାକୁ ଚେଷ୍ଟା କରିବେ । ସରକାରୀ ସ୍ତରରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇବେ । ନିଜ ଆତ୍ମୀୟ ସ୍ଵଜନମାନଙ୍କ ପରୋକ୍ଷ ଶତ୍ରୁତା ଯୋଗୁଁ ମନ ବିଚଳିତ ରହିବ । ପ୍ରେମ ସମ୍ବନ୍ଧରେ ମଧୁରତା ବଢ଼ିବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବିରଜା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ରହିବ । କର୍ମକ୍ଷେତ୍ରରେ ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡିପାରନ୍ତି । ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟକର ହୋଇପାରେ । ବ୍ୟବସାୟରେ ଆର୍ଥିକ ସ୍ଥିତିରେ ସୁଧାର ଆସିବା । ବ୍ୟବସାୟକୁ ଭିତ୍ତି କରି ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ଆକସ୍ମିକ ଭାବରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି କଳହ ଉପୁଜିପରେ । ଅଫିସରେ ସହକର୍ମୀମାନଙ୍କ ସହଯୋଗ ସାହାଯ୍ୟର ଅଭାବ ରହିବ ନାହିଁ । କେତେକ ବନ୍ଧୁଙ୍କ କାର୍ଯ୍ୟକୁ ନା ପସନ୍ଦ କରିପାରନ୍ତି । ସାମାଜିକ କାର୍ଯ୍ୟରେ ଭାଗ ନେବେ । ବୈବାହିକ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଶାରଳା ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ଆପଣଙ୍କୁ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ । ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣକରି ଉପକୃତ ହୋଇପାରନ୍ତି । କୌଣସି ନୂତନ କାର୍ଯ୍ୟାରମ୍ଭ ସକାଶେ ମନରେ ତତ୍ପରତା ବଢିପାରେ । କର୍ମକ୍ଷେତ୍ରରେ ମଧ୍ୟାହ୍ନ ପରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ । କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣରୁ ନିବୃତ୍ତ ରହିବା ଭଲ ହେବ । ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରି ବିଜୟୀ ହେବେ । ପରିବାରର ବୟୋସ୍କ ବ୍ୟକ୍ତିଙ୍କ ଯୁକ୍ତି ଗ୍ରହଣ କରିବାକୁ ବାଧ୍ୟ ହେବେ । ଜୀବନସାଥୀଙ୍କ ସହ ମତଭେଦ ଦେଖାଦେଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ମନରେ ଧାର୍ମିକ କାର୍ଯ୍ୟ ପ୍ରତି ଶ୍ରଦ୍ଧା ବଢ଼ିବ । ଅନ୍ୟମାନଙ୍କ ସକାଶେ ଯେତେ ଉଦାର ମନୋଭାବ ପୋଷଣକଲେ ମଧ୍ୟ ସେମାନଙ୍କ ଚିନ୍ତାଧାରାକୁ ବଦଳାଇବା ସମ୍ଭବପର ହେବନାହିଁ । ବ୍ୟବସାୟରେ ଆଶାତୀତ ଉନ୍ନତି କରିବେ । ଅଫିସରେ ସୁସ୍ଥ ବାତାବରଣ ରହିବ । ସହକର୍ମୀଙ୍କ ସହ ହସଖୁସିରେ ଦିନ ଅତିବାହିତ କରିବେ । କିନ୍ତୁ ଅଫିସରେ ଆୟୋଜିତ ବୈଠକରେ ଅପ୍ରିୟ ସତ୍ୟ ଭାଷଣରୁ ନିବୃତ୍ତ ରୁହନ୍ତୁ ନଚେତ୍ ଅନର୍ଥ ଅବଶ୍ୟମ୍ଭାବୀ । ସାରା ଦିନ କାର୍ଯ୍ୟବ୍ୟସ୍ତ ଯୋଗୁଁ ମନ ଖୁସୀ ରହିବା ନାହିଁ । ଶାରୀରିକ ସୁସ୍ଥତା ଫେରିପାଇବେ ଯୋଗୁଁ ମନକୁ ଆଶ୍ଵସ୍ତି ମିଳିବ । ପାରିବାରକି କ୍ଷେତ୍ରରେ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ନ ପାରେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ପ୍ରଭୁ ହନୁମାନ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

ଜଣେ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ବ୍ୟବସାୟ, ବାଣିଜ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାର ସମ୍ମୁଖୀନ ହେବେ । ତଥାପି ଧୌର୍ଯ୍ୟ ଧରି ସମସ୍ୟାର ସରଳ ସମାଧାନ ନିମନ୍ତେ ବନ୍ଧୁଙ୍କ ସାହାଯ୍ୟ ଲୋଡିବେ । ଅଫିସ କାର୍ଯ୍ୟାଳୟରେ ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ହିଁ ଶୁଣିବେ । ସମାଜରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ରାଜନୀତିରେ ଥିବା ବ୍ୟକ୍ତିମାନେ ସାମାଜିକ ଜନକଲ୍ୟାଣ କାର୍ଯ୍ୟରେ ନିଜକୁ ନିଯୋଜିତ କରାଇବେ । ଅନ୍ୟର ବିବାଦୀୟ କଥାରେ ମୁଣ୍ଡ ପୁରନ୍ତୁ ନାହିଁ । ପଡୋଶୀଙ୍କ ସହ ଟଙ୍କା ପାଇସାକୁ କେନ୍ଦ୍ର କରି ଆକସ୍ମିକ କଳହ ସୃଷ୍ଟି ହେବାର ସୂଚନା ରହିଛି । ଛୋଟା ଛୋଟିଆ କଥାକୁ କେନ୍ଦ୍ର କରି ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି ହୋଇପାରେ । ସହଧର୍ମୀଙ୍କ ସହଯୋଗ ପାଇବେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ତାରିଣୀ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଆତ୍ମା ବିଶ୍ଵାସ ଦୃଦ୍ଧି ପାଇବ । କାର୍ଯ୍ୟକ୍ଷେତ୍ରରେ ନିଜ ଲୋକମାନଙ୍କ କାର୍ଯ୍ୟକଳାପ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ଆତ୍ମୀୟସ୍ଵଜନଙ୍କ ସହାୟତାରେ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ଆଜି ବନ୍ଧୁମାନଙ୍କ ସହ କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଆଲୋଚନା କରିବେ । ଆର୍ଥିକ ସ୍ଥିତି ମଜବୁତ ରହିବ । ନୂତନ ଭାବେ ଆରମ୍ଭ କରିବାକୁ ଥିବା କାର୍ଯ୍ୟ ସକାଶେ ତପତ୍ରତା ପ୍ରକାଶ କରିପାରନ୍ତି । ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ୱିତ କରିବ । ଉପରିସ୍ଥ ଅଧିକାରୀଙ୍କ ନିକଟରୁ ପ୍ରେରଣା ଓ ସହଯୋଗ ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିପାରନ୍ତି । ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ । ସଭାସମିତି, ଆଲୋଚନା କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡ଼ିପାରେ । ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଭୁଲ୍‌ ବୁଝାମଣା କାରଣରୁ ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେଇପାରେ । ଶୁଭରଙ୍ଗ: ଗୋଲାପୀ । ଆରାଧନା: ମାଆ ମାଣିକେଶ୍ଵରୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଦିନଟି ଆପଣଙ୍କୁ ମିଶ୍ରଣ ଫଳ ପ୍ରଦାନ କରିବ । ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବେ । କର୍ମକ୍ଷେତ୍ରରେ ଏକାଧିକ କାମରେ ହାତକୁ ନେଇ ବ୍ୟସ୍ତତା ଅନୁଭବ କରିବେ । ପ୍ରୟାସ କରୁଥିବା କାର୍ଯ୍ୟରେ ସଫଳତା ନିଶ୍ଚୟ ମିଳିବ । ଅଫିସରେ ସହକର୍ମୀଙ୍କ ଅସହଯୋଗ ମନୋଭାବ ଯୋଗୁଁ କାର୍ଯ୍ୟ କରିବାର ଶୈଳୀ ମନ୍ଥର ହୋଇଯିବ । ବନ୍ଧୁଙ୍କ ସହ ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନାନ୍ତର ସୃଷ୍ଟି ହୋଇପାରେ । ପ୍ରସାଶନ ଓ ରାଜନୀତିରେ ଥିବା ବ୍ୟକ୍ତି ବିଶେଷମାନେ ନିଜର ସ୍ଥଗିତ ଥିବା କାମ ସଂପୂର୍ଣ୍ଣ କରିବାରେ ସମର୍ଥ ହେବେ । ପାଖ ପଡ଼ୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । କର୍ମଜଞ୍ଜାଳ ବଢିବା କାରଣରୁ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ । ବାଦବିବାଦ, ଯୁକ୍ତିତର୍କ ଠାରୁ ଦୂରେଇ ରହିବା ଭଲ । ଶୁଭରଙ୍ଗ: ଲାଲ୍ । ଆରାଧନା: ପ୍ରଭୁ ହନୁମାନ ।

Be the first to comment

Leave a Reply

Your email address will not be published.


*