7 ଅଗଷ୍ଟ 2020, ଶୁକ୍ରବାର- ଆଜି ଏହି ୫ଟି ରାଶିର ବ୍ୟକ୍ତିଙ୍କ ପାଇଁ ବିପଦର ଆଶଙ୍କା ରହିଛି । ଶତ୍ରୁମାନଙ୍କ ଷଢଯନ୍ତ୍ରର

7 ଅଗଷ୍ଟ 2020, ଶୁକ୍ରବାର- ଆଜି ଏହି ୫ଟି ରାଶିର ବ୍ୟକ୍ତିଙ୍କ ପାଇଁ ବିପଦର ଆଶଙ୍କା ରହିଛି । ଶତ୍ରୁମାନଙ୍କ ଷଢଯନ୍ତ୍ରର ଶିକାର ହୋଇପାରନ୍ତି । ସତର୍କତାର ସହ ଦିନଚର୍ଯ୍ୟା କରନ୍ତୁ ।

ଗ୍ରହ ନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଯାହାର ପ୍ରଭାବ ବ୍ୟକ୍ତିଙ୍କ ଉପରେ ପଡିଥାଏ । ଯାହା ଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଗ୍ରହର ପରିବର୍ତ୍ତନ ଫଳରେ ରାଶି ଗୁଡିକ ଉପରେ ମଧ୍ୟ କିଛି ନା କିଛି ପ୍ରଭାବ ପଡିଥାଏ । ଗ୍ରହର ସ୍ଥିତି ଭଲ ଥିଲେ ବ୍ୟକ୍ତିର ଜୀବନରେ ଏହାର ସୁପ୍ରଭାବ ପଡିଥାଏ ଓ ବ୍ୟକ୍ତି ଉନ୍ନତି କରିଥାଏ କିନ୍ତୁ ଗ୍ରହ ସ୍ଥିତି ଭଲ ନ ଥିଲେ, ବ୍ୟକ୍ତିର ଜୀବନରେ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଥାଏ । ଜୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାରରେ ବ୍ୟକ୍ତିର ଭବିଷ୍ୟତ ବିଷୟରେ କୁହାଯାଇପାରେ । ଯେପରି କି ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ସମୟ ଓ ସ୍ଥିତି ଆପଣଙ୍କ ଅନୁସାରେ ବଦଳି ଯିବ । ବ୍ୟବସାୟ ବୃଦ୍ଧି ଲାଗି ବନ୍ଧୁ ସହଯୋଗ କରିବେ । ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ମଜଭୁତ ହେବ । ବ୍ୟବସାୟ ବାଣିଜ୍ୟରେ ନୂଆ ଅର୍ଡର ବା ଏଗ୍ରୀମେଣ୍ଟ କରିପାରିବେ । କିଣାବିକା କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି । ଅଫିସ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ତଥାପି ଧୌର୍ଯ୍ୟର ସହ ସମସ୍ତ ସମସ୍ୟାକୁ ଶାନ୍ତିପୂର୍ବକ ସମାଧାନ କରି ପାରିବେ ଓ କଷ୍ଟରୁ ମୁକ୍ତି ପାଇବେ । ଅତୀତର ଘଟଣାକୁ ସ୍ମରଣ କରି ସନ୍ଧ୍ୟାରେ ଉଦାସୀନ ହୋଇ ବସି ରହିବେ । ପରିବାରରେ ଶାନ୍ତି ବଜାୟ ରହିବ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ମାଆ ପାର୍ବତୀ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ଦୁଃଖ ପ୍ରକାଶ କରନ୍ତୁ ନାହିଁ । ସୁଖପରେ ଦୁଃଖ ନିଶ୍ଚୟ ଆସିବ । ପାପଗ୍ରହ ପ୍ରଭାବରୁ ଆପଣଙ୍କ ଭଲ କାମର ପ୍ରଶଂସା ବଦଳରେ ନିନ୍ଦୁକ ଗୋଷ୍ଠୀ ଓ ଈର୍ଷାପରାୟଣ ବ୍ୟକ୍ତିମାନେ ନିନ୍ଦା ଓ ଅପମାନିତ କରିପାରନ୍ତି । ଶତ୍ରୁଙ୍କ ଗତିବିଧି ଉପରେ ନଜର ରଖନ୍ତୁ । ଅଯଥା ତର୍କବିତର୍କ କରନ୍ତୁ ନାହିଁ । ବାଣିଜ୍ୟ, ବ୍ୟବସାୟରେ କିଛିଟା ସମସ୍ୟା ଦେଖା ଦେଇପାରେ । କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ । ବାକି ରଖିଥିବା ଲୋକଟିକୁ ବକେୟା ମାଗିବା କାରଣରୁ ପରିସ୍ଥିତି ଉତ୍ତେଜନା ମୂଳକ ହୋଇପାରେ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ । ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗ ହେବ । ଶୁଭରଙ୍ଗ: ଧଳା । ଆରାଧନା: ବାବା ଆଖଣ୍ତଳମଣି ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ନିଜ କର୍ତ୍ତବ୍ୟକୁ ସୂଚାରୁ ରୂପେ ସମ୍ପାଦନ କରନ୍ତୁ । ସପ୍ତମାଧିପତି ନିଜ ଭାବରୁ ଅଷ୍ଟମସ୍ଥ ହେତୁ ଆଜି କର୍ମକ୍ଷେତ୍ରରେ ସମସ୍ୟା ଲାଗିରହିବ । ଲୋକଙ୍କ ଠାରୁ ଅଧିକ ସହଯୋଗର ଆଶା କରନ୍ତୁ ନାହିଁ । ବ୍ୟବସାୟରେ ତ୍ଵରିତ ନିଷ୍ପତି ନେବା ଠିକ୍ ହେବ ନାହିଁ । କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ଆଦେଶାନୁସାରେ ଅନ୍ୟତ୍ର ସ୍ଥାନକୁ ଯିବାକୁ ପଡିବ । ଈର୍ଷାପରାୟଣ ମନୋବୃତ୍ତି ନେଇ ଖଳପ୍ରକୃତି ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି । ଅନ୍ୟର ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୁରନ୍ତୁ ନାହିଁ । ସ୍ଵାସ୍ଥ୍ୟରେ ଉନ୍ନତି ଘଟିବାର ଲକ୍ଷ୍ୟ କରି ସାମୟିକ ଆଶ୍ୱସ୍ତି ଲାଭ କରିବେ । ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ହନୁମାନ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ଜୀବନରେ କିଛି କରିବା ପାଇଁ ମନରେ ନୂଆ ଭାବନା ଉଦ୍ରେକ ହେବ । ମହତ୍ତ୍ବପୂର୍ଣ୍ଣ କଥା ଉପରେ ଲୋକମାନଙ୍କ ସହିତ ଆଲୋଚନା କରିବାର ସୁଯୋଗ ମିଳିବ । ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ । କର୍ମକ୍ଷେତ୍ରରରେ ସହକର୍ମୀ ଓ ଉଚ୍ଚାଧିକାରୀଙ୍କ ସହଯୋଗ ପାଇବେ । ନିଜର ଦକ୍ଷତା ହେତୁ ସଭାସମିତିରେ ବୁଦ୍ଧିଜୀବୀ ମାନଙ୍କ ଦ୍ୱାରା ପ୍ରଶଂସିତ ହେବେ । ସାମାଜିକସ୍ତରରେ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ । ପରୋକ୍ଷ ଶତ୍ରୁତା ହେତୁ କର୍ମକ୍ଷେତ୍ରରେ ସମ୍ୟକ ବାଧା ଉପୁଜିପାରେ । ସ୍ଵାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ, ନତୁବା ଅସୁବିଧାର ସମ୍ମୁଖୀନ ହେବେ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ସୂର୍ଯ୍ୟଦେବ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ଦିନଟି ଆପଣଙ୍କ ପାଇଁ ଅନୁକୂଳ ରହିବ । ବଳବାନ୍‌ ରାଶ୍ୟାଧିପ ଚତୁର୍ଥକେନ୍ଦ୍ରରେ ଅବସ୍ଥାନ କରୁଥିବାରୁ ସାମାଜିକ ସ୍ତରରେ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ । କାମରେ କୌଣସି ପ୍ରକାର ବାଧାବିଘ୍ନର ସମ୍ମୁଖୀନ ହେବାକୁ ପଡିବ ନାହିଁ କିନ୍ତୁ ଯେତେ ଚେଷ୍ଟା କଲେ ମଧ୍ୟ ଯୋଜନା ଗୁଡିକ ଠିକ୍‌ ଭାବେ କାର୍ଯ୍ୟକାରୀ ହେବା ସମସ୍ୟାବହୁଳ ହୋଇପାରେ । ଚାକିରିଆଙ୍କ ପାଇଁ ଦିନଟି ଠିକ୍‌ ରହିବ । କୌଣସି ବିଜାତୀୟ ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ । ବନ୍ଧୁଙ୍କ ଠାରୁ କୌଣସି ପ୍ରଶ୍ନର ଉତ୍ତର ବୁଝିବାର ସାହାଯ୍ୟ ମିଳିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ପରିବାର ଲୋକଙ୍କ ସହିତ କଥା କହିବା ସମୟରେ ଭାଷା ଉପରେ ସଂଯମତା ରଖନ୍ତୁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ଖୁସି ରହିବା ପାଇଁ ଚେଷ୍ଟା କରିଲେ ମଧ୍ୟ ମନ ବିଭିନ୍ନ ପ୍ରକାର ଆଶଙ୍କା ଉପୁଜିବ । ରାଶିରେ କେତୁ ଅବସ୍ଥାନ ଯୋଗୁଁ କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଦେଖାଦେବ ଏବଂ ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କ ହାନୀର ସମ୍ଭାବନା ରହିଛି । ଅସମର୍ଥିତ ସୂତ୍ରରୁ ବିଭ୍ରାନ୍ତିକର ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଅଫିସରେ ସହକର୍ମୀ କିମ୍ବା ଆତ୍ମୀୟମାନଙ୍କ ପରାମର୍ଶରେ ମନକୁ ସାନ୍ତ୍ୱନା ମିଳିବ । ପାରିବାରିକ କ୍ଷେତ୍ରର କୌଣସି ଅତୀତ କଥା ମନକୁ ବାରମ୍ବାର ଆଲୋଡିତ କରିବ । ଅର୍ଥ ସମ୍ପର୍କୀୟ କଥା ହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ । ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ । ଶୁଭରଙ୍ଗ: ମ୍ୟାଜଣ୍ତା । ଆରାଧନା: ସନ୍ତୋଷୀ ମାତା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ଆତ୍ମା ବିଶ୍ୱାସ ବୃଦ୍ଧି ପାଇବ କିନ୍ତୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଲେ ମଧ୍ୟ କାର୍ଯ୍ୟ ହାସଲ କରିବା ସକାଶେ କୌଣସି ବିଶେଷ ଅସୁବିଧା ହେବ ନାହିଁ । ବନ୍ଧୁଙ୍କ ପରାମର୍ଶରେ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ସାହିତ୍ୟ ଚର୍ଚ୍ଚା, ସାମ୍ବାଦିକତା, ଆଧ୍ୟାତ୍ମିକ ଆଲୋଚନା କ୍ଷେତ୍ରରେ ପ୍ରଶଂସିତ ହେବେ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ପାରିବାରିକ ଜୀବନରେ ଭୁଲ୍‌ ବୁଝାମଣା କାରଣରୁ ମତାନ୍ତର ସୃଷ୍ଟିହେବ । ଶୁଭରଙ୍ଗ: ଲାଲ । ଆରାଧନା: ହନୁମାନ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ଆପଣଙ୍କ ମନ ଆଧ୍ୟାତ୍ମିକ ଦିଗରେ ଅଧିକ ଲାଗି ରହିବ । ଦେହ ଭଲ ରହିଲେ ମଧ୍ୟ ସାମୟିକ ଭାବରେ ମାନସିକ ଅଶାନ୍ତି ଲାଗିରହିବ । ବୁଧଙ୍କ ପ୍ରଭାବରେ ବନ୍ଧୁଙ୍କ ମାଧ୍ୟମରେ ଅର୍ଥର ଆବଶ୍ୟକତା ପୂରଣ ହୋଇଯିବ । ଅଫିସରେ କାର୍ଯ୍ୟଭାର ଅଧିକ ଥିଲେ ମଧ୍ୟ ନିଷ୍ଠାର ସହିତ କାର୍ଯ୍ୟ ସମ୍ପାଦନ କରିବେ । କାମ ହାସଲ ସକାଶେ ଅନୁକୁଳ ବାତାବରଣ ସୃଷ୍ଟି ହେବ ଫଳରେ ମନକୁ ଆନନ୍ଦ ମିଳିବ । ସାମାଜିକ କାର୍ଯ୍ୟ କିମ୍ବା ଜନକଲ୍ୟାଣ କାର୍ଯ୍ୟରେ ଆପଣଙ୍କର ଭୂମିକା ପାଇଁ ମାନସମ୍ମାନ ବୃଦ୍ଧି ହେବ । ପରିବାରରେ ସମସ୍ୟା ଲାଗି ରହିଥିଲେ ମଧ୍ୟ ଅନ୍ୟ କାର୍ଯ୍ୟରେ ନିଜକୁ ନିୟୋଜିତ କରିବାକୁ ବାଧ୍ୟ ହେବେ । ପରିସ୍ଥିତି ସହ ଖାପାଖୁଆଇ ଚାଲିବା ଭଲ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ଵରୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ଆପଣଙ୍କ ନମ୍ର ସ୍ୱଭାବ ଓ ବ୍ୟବହାରରେ ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହେବେ କିନ୍ତୁ କୌଣସି କଥା ବୁଝାଇବାରେ ତ୍ରୁଟି ହୋଇପାରେ । ପରିସ୍ଥିତିକୁ ସୁଧାରି ନେବାରେ ଅଷ୍ଟମସ୍ଥ ମଙ୍ଗଳ ପ୍ରତିବନ୍ଧକ ସୃଷ୍ଟି କରିବେ । ଆର୍ଥିକ ସ୍ଥିତିରେ ଉତ୍ଥନପତନ ମଧ୍ୟ ଦେଇ ଗତି କରିବ । ଅଟକିଥିବା କାର୍ଯ୍ୟକୁ ଧୈର୍ଯ୍ୟ ଓ ସାହସ ସହିତ ସଂପୂର୍ଣ୍ଣ କରିବାକୁ ପ୍ରୟାସ କରିବେ । ନିଜଲୋକଙ୍କ ଶତ୍ରୁତା ଫଳରେ ମନରେ କ୍ଷୋଭ ଓ ହତାଶଭାବ ଦେଖାଦେବ । କେତେକ କ୍ଷେତ୍ରରେ ଆପଣ ଠିକ୍‌ ନିଷ୍ପତ୍ତି ନେଇ ପାରିବେ ନାହିଁ ଜହଫଳରେ ପରିବାର ଲୋକମାନଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ଅଜୀର୍ଣ୍ଣଜନିତ ଆମାଶୟ ଦେଖାଦେଇପାରେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଦୁର୍ଗା ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ଆଜି ବିଭିନ୍ନ ପ୍ରକାର ବାଧାବିଘ୍ନର ସମ୍ମୁଖୀନ ହୋଇପାରନ୍ତି । ବୁଧ ଓ ରାହୁ ଜନିତ ପାରିବାରିିକ ସମସ୍ୟାର ସମାଧାନର ଆଶା କ୍ଷୀଣ ହୋଇପାରେ । ମୂଲ୍ୟହୀନ କଥାକୁ ଗୁରୁତ୍ୱଦେଇ କର୍ମ କ୍ଷେତ୍ରରେ ଅସ୍ଥିରତା ସୃୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ କର୍ମର ପ୍ରସ୍ତୁତି ସମ୍ପର୍କରେ, କାର୍ଯ୍ୟକ୍ରମ ଚୁଡାନ୍ତ କରିବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ କାଳଙ୍କ ଲାଗିବାର ସମ୍ଭାବନା ରହିଛି । ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯିବ । ଘରେ ସଦସ୍ୟମାନଙ୍କର ଉତ୍ସାହରେ ସମ୍ୟକ ସୁଖ ଅନୁଭବ କରିବେ । ପର କଥା ଶୁଣିଲେ ପରିବାର ମଧ୍ୟରେ ଅଶାନ୍ତି ଉପୁଜିବା ସୁନିଶ୍ଚିତ । ସହଧର୍ମୀଙ୍କ ପୂର୍ଣ୍ଣ ସହଯୋଗ ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିରଜା ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ନକାରାତ୍ମକ ଚିନ୍ତା ମନରୁ ବାହାର କରି ଦିଅନ୍ତୁ । ଆଜି ଆନୁଷ୍ଠାନିକ କ୍ଷେତ୍ରରେ ଧର୍ମକାର୍ଯ୍ୟ ପାଇଁ ପ୍ରେରଣା ମିଳିପାରେ । ଅବହେଳା କାରଣରୁ କେତେକ ଗୁରୁତ୍ୱପୂର୍ଣ୍ଣ କାମ ଅଟକି ଯିବା ସକାଶେ ଅନୁତାପ କରିବାକୁ ପଡିବ । ଜୀବନସାଥୀଙ୍କ ପରାମର୍ଶ ନେଇ କାମ କରନ୍ତୁ, କେତେକାଂଶରେ ଉପକୃତ ମିଳିବ । ସାମାଜିକ ସ୍ତରରେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭର ସୁଯୋଗ ମିଳିବ । ଆର୍ଥିକ ସ୍ଥିତି ମାଧ୍ୟମ ଧାରଣ ରହିବ । ବନ୍ଧୁମାନଙ୍କ ଅସହିଷ୍ଣୁ ମନୋଭାବରୁ ମାନସିକ ଶାନ୍ତି ବ୍ୟାହତ ହୋଇପାରେ । ଘରୋଇ କ୍ଷେତ୍ରରେ ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ପ୍ରତ୍ୟେକ ଦୃଷ୍ଟି କୋଣରୁ ଦିନଟି ଆପଣଙ୍କ ଭଲ ରହିଲେ ମଧ୍ୟ ପ୍ରତିରୋଧର ସାମ୍‌ନା କରି ଧ୍ୟୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିବେ । ବ୍ୟବସାୟରେ କିଛି ନୂଆ ସଉଦା କରିବା ଲାଗି ଚିନ୍ତା କରିବେ । କୌଣସି ସିନିୟରଙ୍କ ସହଯୋଗରେ ସ୍ଥଗିତ ଥିବା କାମ ପୂରା ହୋଇଯିବ । ଅଫିସରେ ଯେତେ ଭଲ କାମ କରିଲେ ମଧ୍ୟ ଅଧିକାରୀଙ୍କ ଠାରୁ ପ୍ରଶଂସା ବଦଳରେ ନିନ୍ଦା ମିଳିବ । ବିନୟପୂର୍ଣ୍ଣ କଥା କହି କେତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲ୍‌କା କରିବାରେ ସମର୍ଥ ହେବେ । ଘର ପରିବାରରେ ବାତାବରଣ ଶାନ୍ତିମୟ ରହିବ । ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ । ବାଦ ବିବାଦ, ଯୁକ୍ତିତର୍କ ଠାରୁ ଦୂରେଇ ରୁହନ୍ତୁ । ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ତାରିଣୀ ।

Be the first to comment

Leave a Reply

Your email address will not be published.


*