7 ଜୁଲାଇ 2020, ମଙ୍ଗଳବାର- ଏହି ୬ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ମଙ୍ଗଳଦୟାକ ରହିବ । ଧନଲାଭର ଯୋଗ ରହିଛି

7 ଜୁଲାଇ 2020, ମଙ୍ଗଳବାର- ଏହି ୬ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ମଙ୍ଗଳଦୟାକ ରହିବ । ଧନଲାଭର ଯୋଗ ରହିଛି । ପାରିବାରିକ ଜୀବନରେ ସୁଖଶାନ୍ତି ବଜାୟ ରହିବ ।

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ମନୁଷ୍ୟ ଜୀବନ ପାଇଁ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ । ଜ୍ୟୋତିଷଙ୍କ ଅନୁସାରେ ଗ୍ରହ ନକ୍ଷେତ୍ରଙ୍କ ପରିବର୍ତ୍ତନ ସର୍ବଦା ଲାଗି ରହିଥାଏ । ଯାହାଫଳରେ ମନୁଷ୍ୟ ଜୀବନରେ ପରିବର୍ତ୍ତନ ଦେଖା ଯାଇଥାଏ । ଗ୍ରହର ସ୍ଥିତି ଠିକ ଥିଲେ ବ୍ୟକ୍ତିର ଜୀବନ ଠିକ ଚାଲିଥାଏ କିନ୍ତୁ ଗ୍ରହ ସ୍ଥିତି ଠିକ ନ ଥିଲେ, ବ୍ୟକ୍ତିର ଜୀବନରେ ସମସ୍ୟା ଲାଗି ରହିଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ଆଜିର ରାଶିଫଳରେ ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ପ୍ରଭୁଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ । ଗୁରୁଜନଙ୍କ ପ୍ରତି ମନରେ ପ୍ରେମଭାବ ରହିବ । ପାପଯୁକ୍ତ ଚନ୍ଦ୍ର ଓ ଦୁର୍ବଳ ମଙ୍ଗଳ ହେତୁ ମାନସିକ ସ୍ଥିତି ଦୁର୍ବଳ ରହିବା କାରଣରୁ ମନ ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ବିବାଦ ହୋଇପାରେ । ଅପରାହ୍ନରେ କୌଣସି ମିଥ୍ୟା ଅଭିଯୋଗରେ ଫସି ପାରନ୍ତି । ଇଚ୍ଛା ନ ଥାଇ ମଧ୍ୟ କେତେକ ପରିସ୍ଥିତିରେ ହାତରୁ ଖାଇ ପର ପାଇଁ ଖଟିବାକୁ ପଡିପାରେ । ପାରିବାରିକ କ୍ଷେତ୍ରରେ ମନକୁ ଆଘାତ ଲାଗିଲା ପରି କଥା ଶୁଣିବେ । ପୁରୁଣା ସମ୍ପର୍କରେ ତିକ୍ତତା ଆସିବ । ମାଲିମୋକଦ୍ଦମାରେ କ୍ଷତି ସହିବେ । ଶୁଭରଙ୍ଗ: ସବୁଜ । ଆରାଧନା: ସୂର୍ଯ୍ୟଦେବ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ଦିନଟି ଆପଣଙ୍କ ଅନୁକୂଳ ରହିବ । ଗୁରୁଦୃଷ୍ଟ ବୁଧ ଓ ଶୁକ୍ର ଯୋଗୁଁ ନିଜର ଜିଦ ବଳରେ ସମସ୍ୟାର ସମାଧାନ କରିବେ । ନୂଆ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ବ୍ୟବସାୟରେ ନୂତନ ଚିନ୍ତାଧାରା ପ୍ରୟୋଗ କରିବେ । ସରକାରୀ ଚାକିରିଆଙ୍କୁ ସହକର୍ମୀ ଓ ଉଚ୍ଚାଧିକାରୀଙ୍କ ସହଯୋଗୀ ଓ ସାହାଯ୍ୟ ମିଳିବ । ଧନସ୍ଥାନସ୍ଥ ପାପଗ୍ରହଙ୍କ କୁପ୍ରଭାବରୁ ଆର୍ଥିକ ସ୍ଥିତିରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇପାରେ । ଘରୋଇ ଜୀବନରେ ସୁଖ ଓ ସୁବିଧା ବୃଦ୍ଧି ହେବ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ବିରଜା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ସକାରାତ୍ମକ ଭାବନାରେ ରହନ୍ତୁ । ରାଶିରେ ବୁଧ ପାପଗ୍ରହ ରାହୁଯୁକ୍ତ ହୋଇଥିବାରୁ ସମୟ କ୍ରମରେ ନିଜର ବିଚାରଧାର ପରିବର୍ତ୍ତନ କରୁଥିବେ ଯାହା ମାନସିକ ଅସ୍ଥିରତାର କାରଣ ହେବ । ବ୍ୟବସାୟରେ ଆର୍ଥିକ ସ୍ଥିତି ମାନ୍ଦା ରହିବ । କର୍ମକ୍ଷେତ୍ରରେ ସହକର୍ମମାନେ ସାହାଯ୍ୟ ସହଯୋଗ ବଦଳରେ ମନକୁ ବଧିଲା ଭଳି କଥା କହିଲେ ଯାହାଫଳରେ ମନରେ କାର୍ଯ୍ୟ କରିବାର ଆଗ୍ରହ କମିଯିବ । ଜନସେବାରେ ନିଜକୁ ନିୟୋଜିତ କରିବେ । ପରିବାର ସଦସ୍ୟଙ୍କୁ ସନ୍ଦେହ ଚକ୍ଷୁରେ ଦେଖିବେ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ, ପୁରାତନ ରୋଗର ପନୁଃରାବୃତ୍ତି ହୋଇପାରେ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ଗାୟତ୍ରୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ଦିନଟି ଆପଣଙ୍କ ଲାଗି ସକାରାତ୍ମକ ରହିବ । ଏକାଦଶସ୍ଥ ଶୁକ୍ରଙ୍କ ଯୋଗୁଁ ବନ୍ଧୁ ଓ ସମ୍ପର୍କୀୟ ମାନଙ୍କ ସାହାଯ୍ୟ ସହଯୋଗ ଲାଭ କରି କାର୍ଯ୍ୟ ହାସଲ କରିପାରିବେ । ବ୍ୟବସାୟରେ ଉନ୍ନତି ଲାଗି ନୂଆ ରଣକୌଶଳ ପ୍ରସ୍ତୁତ କରିବେ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ମନରେ ଆଗ୍ରହ ଜନ୍ମିବ । ଦୀର୍ଘ ଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ । ଆର୍ଥିକ ସ୍ଥିତି ମଧ୍ୟ ମଜବୁତ ରହିବ । କିନ୍ତୁ ବାଦ-ବିବାଦ, ଯୁକ୍ତିତର୍କ ଠାରୁ ଦୂରେଇ ରୁହନ୍ତୁ । ମନର କଥା ମନରେ ରଖନ୍ତୁ; ସଫଳତା ପାଇବେ । କଠିନ ପରିଶ୍ରମ ହେତୁ ସାମୟିକ ଅସୁସ୍ଥତା ଅନୁଭବ କରିପାରନ୍ତି । ଶୁଭରଙ୍ଗ: ବାଦାମୀ । ଆରାଧନା: ମାଆ ମଙ୍ଗଳା ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ମାନସିକ ସ୍ତରରେ ଦିନଟି ଭଲ ରହିଲେ ମଧ୍ୟ ଟଙ୍କା ପଇସାକୁ ଅସ୍ତବ୍ୟସ୍ତ ହେବାକୁ ପଡିପାରେ । ରାହୁ ଯୁକ୍ତ ବୁଧ ହେତୁ ଟଙ୍କା ପଇସା ଯୋଗାଡ କରିବା ମଧ୍ୟ କାଠିକର ପାଠ ହେବ । ମାନସିକ ଅସ୍ଥିରତା କାରଣରୁ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଅବହେଳା କରିପାରନ୍ତି । କର୍ମକ୍ଷେତ୍ରରେ ମଧ୍ୟ ଗୋଟିଏ ପରେ ଗୋଟିଏ ସମସ୍ୟା ମୁଣ୍ଡ ଟେକି ଉଭା ହେବ, ଯାହାଫଳରେ ମନ ଆଦୌ ସରସତା ରହିବ ନାହିଁ । ଏକ ସାଧାରଣ କଥାକୁ କେନ୍ଦ୍ର କରି ସହକର୍ମୀଙ୍କ ସହ ଉଚ୍ଚବାଚ ଘଟିପାରେ । ବହୁତ ଦିନରୁ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ । କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ । ଚନ୍ଦ୍ର କୋଣଭାବରେ ରହିବ ବୃହସ୍ପତି ଭାଗ୍ୟ ସ୍ଥାନକୁ ଦେଖୁଥିବା ଯୋଗୁଁ ଆଜି ଯାହା କରନ୍ତୁ ନା କାହିଁକି ସବୁଥିରେ ସଫଳତା ମିଳିବ । ଆଶା କରୁଥିବା ଦିଗରୁ ଅଚାନକ ଭାବରେ ଶୁଭ ଖବର ଶୁଣି ଖୁସି ହେବେ । ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢ଼ାଇ ଦେବାର ଆଶଙ୍କା ରହିଛ । ଅବଶ୍ୟ କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ । କିନ୍ତୁ ମନେ ରଖନ୍ତୁ, ତରବାରିଆ ପଦକ୍ଷେପ ଅସୁବିଧାରେ ପକାଇପାରେ । ବାଦ ବିବାଦ ଠାରୁ ଦୂରେଇ ରହିବା ରୁହନ୍ତୁ । ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ପରିବାରରେ ସୁଖଶାନ୍ତି ବଜାୟ ରହିବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ମାଆ ଭୈରବୀ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ଭଗବାନଙ୍କୁ ଆରୋଧନ କରନ୍ତୁ, ସମ୍ଭାବ୍ୟ ସଙ୍କଟ ଦୂର ହେବ । ଶୁକ୍ରର କୁପ୍ରଭାବ ଯୋଗୁଁ ମନରେ ସୁଖ, ସୈାହାର୍ଦ୍ଦ୍ୟ ନଥିଲେ ମଧ୍ୟ କେତେକ କାମ ବାଧ୍ୟତା ମୂଳକ ଭାବରେ କରିବାକୁ ପଡିପାରେ । ନିଜ କଥାବାର୍ତ୍ତା ଓ ବ୍ୟବହାରରେ ନିୟନ୍ତ୍ରଣ ରଖନ୍ତୁ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ କରିବାକୁ ପଡିବ । ଅଫିସରେ ନିଷ୍ଠାର ସହ କାର୍ଯ୍ୟ କରିଲେ ମଧ୍ୟ ସହକର୍ମୀମାନେ ଭିନ୍ନ ଭିନ୍ନ କୁଟ ବାକ୍ୟ କହି ମାନସିକ ସ୍ଥିତିକୁ ଭଙ୍ଗ କରିବେ । ମନ ଅସ୍ଥିର ଏବଂ ବ୍ୟଗ୍ର ରହିବ । ପରିବାରରେ ବୟୋଜ୍ୟେଷ୍ଟଙ୍କ ସହ ମିଶି କୌଣସି ବିଷୟକୁ ନେଇ ଆଲୋଚନା କରିପାରନ୍ତି । ଜୀବନସାଥୀଙ୍କ ଠାରୁ ବହୁତ ପ୍ରେମ ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ଵରୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ଆଜି ଆପଣ ଦିନଟି ସକାରାତ୍ମକ ଊର୍ଜା ଅନୁଭବ କରିବେ । ତୃତୀୟାଧିପ କେନ୍ଦ୍ରସ୍ଥ ବନ୍ଧୁ, ଆତ୍ମୀୟସ୍ଵଜନଙ୍କ ମାଧ୍ୟମରେ ଅଟକି ରହିଥିବା କାମକୁ ପୂର୍ଣ୍ଣାଙ୍ଗ କରିବାରେ ସହାୟକ ହେବେ । କୌଣସି ବନ୍ଧୁଙ୍କ ଦ୍ୱାରା ଅନୁପ୍ରରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି । କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ବିଭିନ୍ନ ପ୍ରକାର କାର୍ଯ୍ୟବ୍ୟସ୍ତତାକୁ ନେଇ ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟିକୁ ଶେଷ କରି ପାରିବେନି । ଚାକିରୀ କରୁଥିବା ବ୍ୟକ୍ତିମାନେ ନିଜ କାର୍ଯ୍ୟଦକ୍ଷତା ବଳରେ, ସମସ୍ତଙ୍କ ପ୍ରିୟପାତ୍ର ହେବେ ଓ ପ୍ରଶଂସାର ପତ୍ର ହେବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ । ପ୍ରେମରେ ଆପଣଙ୍କୁ ସଫଳତା ମିଳିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ଦିନଟି ସକାରାତ୍ମକ ଫଳ ପ୍ରଦାନ କରିବ । ଚନ୍ଦ୍ର ଦ୍ୱାଦଶରେ ଶନିଙ୍କ ପୂର୍ଣ୍ଣଦୃଷ୍ଟିରେ ରହିଥିବାରୁ ଆଜିର ଯାତ୍ରା ସମସ୍ୟା ବହୁଳ ହେବ । ସାଧାରଣ କଥାକୁ କେନ୍ଦ୍ରକରି ବନ୍ଧୁ ସମ୍ପର୍କ କ୍ଷୁଣ୍ଣ ହେବା ଆଶଙ୍କା ରହିଛି । ଆଜିର ପ୍ରଶାସନ, କଳା, ସାହିତ୍ୟ କ୍ଷେତ୍ରରେ ଦିନଟି ଭାରି ଭଲ ରହିବ । ବ୍ୟବସାୟରେ ପୂର୍ଣ୍ଣ ସଫଳତା ହାସଲ କରିବେ । ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ । ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ, କିନ୍ତୁ କିଛି ଲୋଭନୀୟ ପ୍ରତିଶ୍ରୁତି ପାଇ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ । ମହିଳାମାନେ ଉଚିତ ପନ୍ଥା ଗ୍ରହଣ କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମହାଦେବ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ସକାରାତ୍ମକ ଭାବନାରେ ଦିନଟି ଅତିବାହିତ ହେବ । ଶନି ଓ ଶୁକ୍ରଙ୍କ ପାରସ୍ପରିକ ଦୃଷ୍ଟି ଆଶା ଓ କାମନାକୁ ତୀବ୍ରତର କରିପାରେ । ବାଣିଜ୍ୟ, ବ୍ୟବସାୟ ଓ କାର୍ଯ୍ୟସାଧନ ଦିଗରେ କୌଣସି ପ୍ରତିବନ୍ଧକ ରହିବ ନାହିଁ । ସମସ୍ୟା ଲାଗି ରହିଥିଲେ ମଧ୍ୟ ଆପଣ ଧୀରପାଣି ପଥର କାଟେ ନୀତିରେ କାମ ହାସଲ କରିପାରିଲେ ସଫଳତା ପ୍ରାପ୍ତ କରିବେ । କୌଣସି ଜଣେ ବ୍ୟକ୍ତିଙ୍କ ଦ୍ୱାରା ଅପମାନିତ ହୋଇପାରନ୍ତି । ବ୍ୟବସାୟୀମାନେ ବେଶ ଲାଭବାନ ହେବେ ଏବଂ କର୍ମଜିବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ହସଖୁସିରେ ଦିନଟି ବିତାଇବେ । ଚାକିରୀ କ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ । ଶୁଭରଙ୍ଗ: ସବୁଜ ରଙ୍ଗ । ଆରାଧନା: ପ୍ରଭୁ ହନୁମାନ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ । ବ୍ୟବସାୟ ଓ ପରିବହନ, କ୍ରୀଡା, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ । ପରିଚାଳନା କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ଲାଭପ୍ରଦ ହେବ । ବରିଷ୍ଠ ଲୋକ ନିଜର ବନ୍ଧୁଙ୍କ ସହିତ ମିଶିବେ । ଭୁଲ୍‌ ବୁଝାମଣା କାରଣରୁ ନିଜ ଭାଇ, ବନ୍ଧୁ ଓ କୁଟୁମ୍ବ ଲୋକମାନଙ୍କ ସହ ସାଧାରଣ କଥାରେ ପାଟିତୁଣ୍ଡ ହୋଇପାରେ । ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା କ୍ରମଶଃ ବୃଦ୍ଧି ପାଇପାରେ । ବାତବ୍ୟାଧି ଜନିତ ହାତ ପାଦ କିମ୍ବା ଆଣ୍ଠୁଗଣ୍ଠିରେ ଦରଜ ଜନିତ ପୀଡ଼ା ଲାଗିପାରେ । ଦାଂପତ୍ୟ ଜୀବନରେ ପାରସ୍ପରିକ ବିଶ୍ଵାସରେ ମଜଭୁତ ଆସିବ । ଶୁଭରଙ୍ଗ: ଧଳା । ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ପ୍ରଭୁଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ । କୋଣଭାବସ୍ଥ ଚନ୍ଦ୍ର ନୂତନ ସମ୍ପର୍କ ସ୍ଥାପନ ଦିଗରେ ସହାୟକ ହୋଇପାରିବ । ଯାହା ଭାବିଛନ୍ତି ତାହା ହିଁ ହେବ ଓ ପାଇବା ଜିନିଷ ମଧ୍ୟ ପାଇବେ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇ ପାରନ୍ତି । ସାମାଜିକ ସମାରୋହରେ ସହଭାଗିତା କରିବାରେ ସୁଯୋଗ ମିଳିବ । ପ୍ରତିଦ୍ଵନ୍ଦୀଙ୍କୁ ପଛରେ ପକାଇବାରେ ସଫଳ ପାଇବେ । ନୂଆ ସମ୍ପର୍କରୁ ଆପଣଙ୍କୁ ଫାଇଦା ହେବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ଦାଂପତ୍ୟ ଜୀବନରେ ମଧୁରତା ବଢ଼ିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳିଜାଇ ।

Leave a Reply

Your email address will not be published. Required fields are marked *