07 ନଭେମ୍ବର 2020, ଶନିବାର – ୬ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ରହିବା ଶୁଭଦାୟକ ! କର୍ମକ୍ଷେତ୍ରରେ ସମସ୍ୟା ଦୂର

07 ନଭେମ୍ବର 2020, ଶନିବାର – ୬ଟି ରାଶିର ବ୍ୟକ୍ତିଙ୍କ ପାଇଁ ଦିନଟି ରହିବା ଶୁଭଦାୟକ ! କର୍ମକ୍ଷେତ୍ରରେ ସମସ୍ୟା ଦୂର ହେବ ଏବଂ ଆର୍ଥିକ କ୍ଷେତ୍ରରେ କରିବେ ଉନ୍ନତି !

ଆଜି ଆମେ ଆପଣଙ୍କୁ ୦୭ ନଭେମ୍ବର ଶନିବାରର ରାଶିଫଳ କହିବାକୁ ଯାଉଛି । ରାଶିଚକ୍ର ମନୁଷ୍ୟ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଏହାର ପ୍ରଭାବ ବ୍ୟକ୍ତିଙ୍କ ଜୀବନ ଉପରେ ପଡିଥାଏ । ଯାହାଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଗ୍ରହର ପରିବର୍ତ୍ତନ ଫଳରେ ରାଶିଗୁଡିକ ଉପରେ ମଧ୍ୟ ଭଲ ହେଉ ବା ମନ୍ଦ, କିଛି ନା କିଛି ପ୍ରଭାବ ନିଶ୍ଚୟ ପଡିଥାଏ । ଗ୍ରହର ସ୍ଥିତି ଭଲ ଥିଲେ ବ୍ୟକ୍ତିର ଜୀବନରେ ଏହାର ସୁପ୍ରଭାବ ପଡିଥାଏ ଓ ବ୍ୟକ୍ତି ଉନ୍ନତି କରିଥାଏ କିନ୍ତୁ ଗ୍ରହ ସ୍ଥିତି ଭଲ ନ ଥିଲେ, ବ୍ୟକ୍ତିର ଜୀବନରେ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଥାଏ । ଜ୍ୟୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାର କରି ବ୍ୟକ୍ତିର ଦୈନନ୍ଦିନ ଜୀବନ ଅଥବା ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହି କର୍ମକ୍ଷେତ୍ରରେ ଶାନ୍ତି ବାତାବରଣ ସୃଷ୍ଟି କରିପାରିବେ । ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହେବ । କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟରେ ଆଗକୁ ବଢ଼ିବେ । ଉଚ୍ଚ ପଦାଧିକାରିମାନଙ୍କର ପ୍ରୋତ୍ସାହନ ପାଇ ମନୋବଳ ଟାଣ ହେବ । ସହକର୍ମୀମାନେ ସହଯୋଗର ହାତ ବଢ଼ାଇବେ ଓ ସାହାଯ୍ୟ କରିବାକୁ ଆଗେଇ ଆସିପାରନ୍ତି । କଳା, ସାହିତ୍ୟ, କ୍ରୀଡ଼ା, ଶିଳ୍ପ, ସାମ୍ବାଦିକତା କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି । ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ନିକଟ ସମ୍ପର୍କୀୟଙ୍କ ସହ ସମ୍ପର୍କୀରେ ତିକ୍ତତା ଆସିପାରେ । ଆଜି କୌଣସି ପ୍ରକାର ଆର୍ଥିକ ନେଣଦେଣ କରନ୍ତୁ ନାହିଁ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ସୂର୍ଯ୍ୟଦେବ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

ମାନସିକ ଶାନ୍ତି ଫେରି ପାଇବେ । ଲକ୍ଷ ହାସଲ ପାଇଁ ଠୋସ୍‌ ଯୋଜନା ପ୍ରସ୍ତୁତ କରିବେ । ରୋହିଣୀର ପ୍ରଭାବରେ ଅସମ୍ପୂର୍ଣ୍ଣ କାମରୁ ପୂର୍ଣ୍ଣାଙ୍ଗ କରିବାରେ ସମର୍ଥ ହେବେ । ବ୍ୟବସାୟ ବାଣିଜ୍ୟରେ ଦେଖାଯାଉଥିବା ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁମାନେ ସାହାଯ୍ୟ କରିବେ । ବ୍ୟବସାୟରେ ସ୍ଥିତି ମାଧ୍ୟମ ଧାରଣର ରହିଲେ ମଧ୍ୟ କ୍ଷତି ସହିବାକୁ ପଡିବ ନାହିଁ । କିନ୍ତୁ ପରୋକ୍ଷ ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରେ ଫସି ଯାଇପାରନ୍ତି । ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖିବା କାରଣରୁ ମନ ମଧ୍ୟ ଭଲ ରହି ନ ପାରେ । ଦୂରରେ ରହୁଥିବା ବନ୍ଧୁଙ୍କଠାରୁ ଶୁଭ ସମାଚାର ମିଳିପାରେ । ସହଧର୍ମୀଙ୍କ ଧୌର୍ଯ୍ୟ ପୂର୍ଣ୍ଣ କଥା ଶୁଣି ମନୋବଳ ଦୃଢ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

ଦିନଟି ଆପଣଙ୍କ ପାଇଁ ଖଟାମିଠା ରହିବ । ପୁନର୍ବସୁ ନକ୍ଷତ୍ରର ପ୍ରଭାବରେ ଗତକାଲିର ଅଟକି ରହିଥିବା କାମକୁ ଆଜି ପୂର୍ଣ୍ଣାଙ୍ଗ କରିପାରିବେ । କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ଆର୍ଥିକ ଅସନ୍ତୁଳନ ସାଙ୍ଗକୁ ପରିବାରରେ କାହାରି ମନ କାହା ସହ ନ ମିଶିବା କାରଣରୁ ମନରେ ସରସତା ରହିବ ନାହିଁ । କର୍ମକ୍ଷେତ୍ରରେ ବାଧ୍ୟବାଧକତାରେ କେତେକ କାମ କରିବାକୁ ବାଧ୍ୟ ହେବେ । ଅଫିସରେ ଉଚ୍ଚାଧିକାରୀଙ୍କ ସହ ଭୁଲ ବୁଝାମୁଣା ଯୋଗୁଁ ପରିସ୍ଥିତି ଭିନ୍ନ ରୂପ ନେଇପାରେ । ପରୋକ୍ଷ ଶତ୍ରୁତା ଆଚରଣ କରୁଥିବା ନିଜ ସମ୍ପର୍କୀୟ ଲୋକମାନେ “ନିଆଁରେ ଘିଅ ପକାଇବା” ଭଳି କାର୍ଯ୍ୟ କରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖା ଦେଇପାରେ । ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମିଯାଇପାରେ । ଶୁଭରଙ୍ଗ: ହଳଦିଆ । ଆରାଧନା: ପ୍ରଭୁ ହନୁମାନ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

ଆପଣଙ୍କ ଦୃଢ଼ ମନୋବଳ ଯୋଗୁଁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ । ପଦସ୍ଥବ୍ୟକ୍ତିଙ୍କ ସାହାଯ୍ୟ ପାଇ କର୍ମକ୍ଷେତ୍ରରେ ସମ୍ମାନ ଲାଭ କରିବେ, ଯାହାଫଳରେ ମନ ଉତ୍‌ଫୁଲ୍ଲିତ ହେବେ । ବ୍ୟବସାୟରେ ଆର୍ଥିକ ସ୍ଥିତି ମଜଭୁତ ରହିବ । କିନ୍ତୁ ଅଶ୍ଳେଷା ନକ୍ଷତ୍ର ପ୍ରଭାବରେ ବାଣିଜ୍ୟ, ବ୍ୟବସାୟରେ ସତର୍କତା ଅବଲମ୍ବନ ନ କଲେ ଠକାମିରେ ପଡିପାରନ୍ତି । ଅଫିସରେ ସହକର୍ମୀମାନେ ସହଯୋଗ କରିବା ପାଇଁ ପ୍ରତିଶ୍ରୁତି ଦେବେ । ତରବର ନ ହୋଇ କାମ କଲେ ସମସ୍ୟାର ସରଳ ସମାଧାନ ହେବାରେ କୌଣସି ଅସୁବିଧା ରହିବ ନାହିଁ । ଇଚ୍ଛା ନ ଥିଲେ ମଧ୍ୟ ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ବନ୍ଧୁଙ୍କ ପରାମର୍ଶରେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ । ପରିବାର ସଦସ୍ୟମାନଙ୍କ ସହିତ ପାରସ୍ପରିକ ସାମଞ୍ଜସ୍ୟ ଗଠନ ହେବ । ଶୁଭରଙ୍ଗ: ଧଳା । ଆରାଧନା: ଜୟ ଜଗନ୍ନାଥ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

ଠାକୁରଙ୍କ ଦର୍ଶନ ଲାଭ କରିବାର ସୁଯୋଗ ସୃଷ୍ଟି ହୋଇଛି । ବନ୍ଧୁମାନଙ୍କ ଆଶ୍ୱାସନା କ୍ରମେ ଅର୍ଥ ସମ୍ପର୍କିତ କୌଣସି ଅନୁଚିନ୍ତା ମଧ୍ୟାହ୍ନରେ ଦୂରହେବ । ଦୀର୍ଘଦିନରୁ ଅଟକି ରହିଥିବା କର୍ମକ୍ଷେତ୍ରର ସ୍ଥିତି ଅନୁକୂଳ ହୋଇପାରେ । ବ୍ୟବସାୟରେ ଆମଦାନି ପାଇଁ ନୂଆ ରଣନୀତି ପ୍ରସ୍ତୁତ କରିବେ । ସରକାରୀ କାମରେ ସଫଳତା ମିଳିବ । କିନ୍ତୁ ସହକର୍ମୀଙ୍କ ଅସଂଯତ କାର୍ଯ୍ୟକଳାପ ପାଇଁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କର ଭାଗ୍ୟ ଉଜ୍ଜ୍ଵଳ ହେବ । ସାମାଜିକ ସ୍ତରରେ ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ । ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବା ଶୁଣିବାକୁ ପାଇବେ । ସ୍ଵାସ୍ଥ୍ୟ ପ୍ରତି ସାବଧାନତା ଅବଲମ୍ବନ ନ କଲେ ପଶ୍ଚାନ୍ତେ ଅନୁତାପ କରିବାକୁ ପଡ଼ିପାରେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ସମଲେଶ୍ଵରୀ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

ଆଜି ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ଓ ପ୍ରତିବାନ୍ଧକ ମଧ୍ୟ ଦେଇ ଗତି କରିବାକୁ ପଡିବ । ଉତ୍ତରାଫାଲଗୁନୀ ନକ୍ଷତ୍ର ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ । ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ ସୁଯୋଗର ସଦ୍‌-ବ୍ୟବହାର କରିପାରିବେ ନାହିଁ । କର୍ମକ୍ଷେତ୍ରର ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିରତା ରହି ନ ପାରେ । ବନ୍ଧୁଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହେଲେ ମଧ୍ୟ ସମ୍ମୁଖରେ କିଛି କହିପାରିବେ ନାହିଁ । ଶିଳ୍ପ, ବାଣିଜ୍ୟ ଓ କଳା, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକର ସାମ୍ନା କରିବେ । ଅଫିସରେ ବଡ଼ ଅଧିକାରୀମାନଙ୍କ ସହଯୋଗ ପାଇବେ । ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । ପାରିବାରିକ ଅସ୍ଥିରତା କାରଣରୁ ମାନସିକ ଶାନ୍ତି ବ୍ୟାହତ ହେବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

ପ୍ରଭୁଙ୍କୁ ଦର୍ଶନ କରନ୍ତୁ, ମନକୁ ଶାନ୍ତି ମିଳିବ । ସ୍ଵାତି ନକ୍ଷତ୍ରର ପ୍ରଭାବରେ ସାଧାରଣ କଥାକୁ କେନ୍ଦ୍ରକରି ଗୃହରେ କଳହ ସୃଷ୍ଟି ହୋଇପାରେ । ବ୍ୟବସାୟରେ ଆୟ ବୃଦ୍ଧି କରିବା ଲାଗି ମନରେ ନୂଆ ନୂଆ ବିଚାର ଆସିବ । ପ୍ରତ୍ୟେକ ଦିଗରୁ ସାହାଯ୍ୟ ସହଯୋଗ ଲାଭକରି ଆରମ୍ଭ କରିଥିବା କାମଟିକୁ ପୂର୍ଣ୍ଣାଙ୍ଗ କରି ପାରିବେ । ଚାକିରିଆଙ୍କୁ ସହକର୍ମୀଙ୍କ ସାହାଯ୍ୟ ମିଳିବ । କିନ୍ତୁ କର୍ମକ୍ଷେତ୍ରରେ ତର୍କବିତର୍କ କାରଣରୁ ସାୟାହ୍ନେ ମନ ଭଲ ରହିବ ନାହିଁ । ସଭାସମିତି, ଆନୁଷ୍ଠାନିକ କାମ ଓ କଚେରି ମାମଲା କ୍ଷେତ୍ରରୁ ଶୁଭଫଳ ମିଳିବ । ପରିବାର ଲୋକଙ୍କ ସହିତ ସମ୍ବନ୍ଧ ଭଲ ରହିବ । ବୈବାହିକ ଜୀବନରେ ଖୁସିର ଲୋହରି ଖେଳିବ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ବାବା କପିଳାସ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣ ଭାବି କର୍ମ କରିଚଲାନ୍ତୁ । ଆଜି ଯେଉଁ କାମରେ ହାତ ଦିଅନ୍ତୁ ନା କାହିଁକି, ଆପଣଙ୍କ ସକାଶେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । ବ୍ୟବସାୟୀମାନେ ନିଜ କାରବାର ବଢାଇବା ପାଇଁ ବିଭିନ୍ନ ପ୍ରକାର ଉଦ୍ୟମ କରିବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ସତ୍ତ୍ୱେ ଉଚ୍ଚାଧିକାରୀ ଆପଣଙ୍କ କାର୍ଯ୍ୟକୁ ସମାଲୋଚିତ କରିପାରନ୍ତି । ସାଧାରଣ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ । କୂଟନୈତିକ କାର୍ଯ୍ୟାନୁସରଣରେ ସାମାଜିକ ପ୍ରତିଷ୍ଠା ବଢିବ । ବିବାଦୀୟ ବିତର୍କରେ ଭାଗ ନ ନେଇ ବରଂ ନୀରବ ଦର୍ଶକ ହେବା ସବୁଠୁ ଭଲ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍-ଭାବର ଅଭାବ ପରିଲକ୍ଷିତ ହେବ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ କଟାକଚଣ୍ଡୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

ଆପଣଙ୍କ ଅନ୍ତରର ବାଣି ହିଁ ଆପଣଙ୍କୁ ନୂତନ ଦିଗଦର୍ଶନ ଦେବ । ବନ୍ଧୁଙ୍କ ସଦ୍‌ଭାବ ସହକର୍ମୀମାନଙ୍କ ସହଯୋଗ ପାଇ କାମ ହାସଲ କରିବାରେ ସମର୍ଥ ହେବେ । କର୍ମକ୍ଷେତ୍ରରେ କୌଣସି ମହିଳାଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି । ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଅଫିସରେ ଉଚ୍ଚାଧିକାରୀଙ୍କ ସହଯୋଗ ମିଳିବ । ଆର୍ଥିକ ସ୍ଥିତି ଭଲ ଥିଲେ ମଧ୍ୟ ପାରିବାରିକ ଖର୍ଚ୍ଚର ପରିମାଣ ବୃଦ୍ଧି ପାଇବା ସକାଶେ ମନରେ ସରସତା ରହିବ ନାହିଁ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ହେବେ । ଅଧୂରା କାର୍ଯ୍ୟ ସଂପୂର୍ଣ୍ଣ ହେବ । ଶାରୀରିକ ଏବଂ ମାନସିକ ରୂପରେ ସ୍ଵସ୍ଥତା ଏବଂ ସତେଜ ରହିବେ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳାସ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

କୌଣସି ସୁସମ୍ବାଦ ପାଇ ମନ ଉତ୍-ଫୁଲ୍ଲିତ ହେବେ । ପରିବାର ବ୍ୟତୀତ ଦିନଟି ପ୍ରତ୍ୟେକ ଦୃଷ୍ଟିକୋଣରୁ ଆପଣଙ୍କ ନିମନ୍ତେ ଶୁଭଦାୟକ ରହିବ । ବନ୍ଧୁ ଓ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇ ପ୍ରତ୍ୟେକ କ୍ଷେତ୍ରରେ ଉନ୍ନତିର ପଥରେ ଅଗ୍ରସର ହେବେ । ପୂର୍ବ ପ୍ରସ୍ତୁତି ଯୋଜନା ଅନୁସାରେ କାମ କରିଲେ ଯଥେଷ୍ଟ ଫାଇଦା ପାଇବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ସ୍ଥଗିତ ଥିବା କାମକୁ ପୁରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ । ସଭାସମିତି, ସଂଗଠନ ଓ ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । କିନ୍ତୁ ପରୋକ୍ଷ ଶତ୍ରୁତା ଯୋଗୁଁ କର୍ମକ୍ଷେତ୍ରରେ ସାମୟିକ ବାଧା ସୃଷ୍ଟି ହୋଇପାରେ । ଧାର୍ମିକ କାର୍ଯ୍ୟ ପ୍ରତି ମନ ଆକର୍ଷିତ ହେବ । କୋର୍ଟ କଚେରୀ କାମ ପ୍ରତି ଅତ୍ୟଧିକ ସାବଧାନ ରହିବାର ଆବଶ୍ୟକତା । ଶୁଭରଙ୍ଗ:ଲାଲ । ଆରାଧନା: ମାଆ ବିମଳା ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

ଆଲୋଚନା ସୌଜନ୍ୟପୂର୍ଣ୍ଣ ହେବ । ଶତଭିଷା ନକ୍ଷତ୍ର ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ । ଯେଉଁ କାମରେ ହାତ ଦେବେ ସେଥିରେ ସଫଳତା ସୁନିଶ୍ଚିତ ଲାଭ କରିବେ । ବ୍ୟବସାୟ ବାଣିଜ୍ୟରେ ଆର୍ଥିକ ସ୍ଥିତି ଭଲ ରହିବ । ଆପଣଙ୍କ ସାହସ ଓ ଦକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଆପେ ଦୂରେଇଯିବ । ଅଫିସରେ ଉଚ୍ଚ ପଦାଧିକାରିମାନଙ୍କର ପ୍ରୋତ୍ସାହନ ପାଇ ଆପଣଙ୍କ ମନରେ ଉତ୍ସାହ ବଢିବ । ସମାଜରେ ପଦସ୍ଥ ବ୍ୟକ୍ତିବିଶେଷଙ୍କ ସାନ୍ନିଧ୍ୟ ଲାଭ କରି, ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରାଇବେ । କିନ୍ତୁ ବିଭିନ୍ନ ପ୍ରକାରର ପାରିବାରିକ ବିଷୟକୁ ନେଇ ମନ ଭାରାକ୍ରାନ୍ତ ରହିବ । ଆପଣଙ୍କ ରୁକ୍ଷ ବ୍ୟବହାର ବନ୍ଧୁଙ୍କ ମନରେ ଆଘାତ ଦେଇପାରେ । ବିବାଦୀୟ ଘଟଣାରେ ମଧ୍ୟସ୍ଥତା କଲେ ଅଯଥାରେ ଅପଦସ୍ଥ ହେବାକୁ ପଡିବ । ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ଶ୍ରୀଗଣେଶ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

ଦୃଢ ମନୋବଳ ନେଇ କାର୍ଯ୍ୟ ସଂପାଦନ କରିବେ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବାକୁ ପଡିବ । ବ୍ୟବସାୟ ବାଣିଜ୍ୟରେ ସ୍ଥିତି ମାନ୍ଦା ରହିବ । କର୍ମକ୍ଷେତ୍ରରେ ହଠାତ୍‌ କାୈଣସି ଘଟଣା ମନକୁ ବିବ୍ରତ କରିପାରେ । ଆଜି ଅଫିସ କାର୍ଯ୍ୟକୁ ନେଇ ସାରା ଦିନ ବ୍ୟସ୍ତ ରହିବେ । ଆର୍ଥିକ ଅଭାବ ଯୋଗୁଁ କେତେକ କାର୍ଯ୍ୟ ଅଧାରେ ଅଟକି ଯାଇପାରେ । ରାଜନୀତି, ପ୍ରଶାସନ କ୍ଷେତ୍ରରେ ନିଜ କ୍ଷମତାକୁ ଅକ୍ଷୁର୍ଣ୍ଣ ରଖିବେ । ଦୂରରେ ରହୁଥିବା ବନ୍ଧୁଙ୍କଠାରୁ ଶୁଭ ସମାଚାର ମିଳିପାରେ । ଯାତ୍ରା ସମୟରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ । ପରିବାର ପାଇଁ ଯେତେ ଭଲ କାମ କଲେ ମଧ୍ୟ ପରିବାର ସଦସ୍ୟମାନେ ଆପଣଙ୍କ ଦୋଷ ଖୋଜିବେ ଓ ଅଯଥାରେ ସମାଲୋଚିତ କରିବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ଶୁଭରଙ୍ଗ: ଧଳା। ଆରାଧନା: ବାବା ଗୁପ୍ତେଶ୍ୱର ।

Be the first to comment

Leave a Reply

Your email address will not be published.


*