8 ଅଗଷ୍ଟ 2020, ଶନିବାର- ଏହି ୭ଟି ରାଶିର ବ୍ୟକ୍ତିଙ୍କ ସପକ୍ଷରେ ରହିବ ଆଜିର ଦିନଟି । ସଫଳତାର ଶିଖରରେ ଛାଡିବାର

8 ଅଗଷ୍ଟ 2020, ଶନିବାର- ଏହି ୭ଟି ରାଶିର ବ୍ୟକ୍ତିଙ୍କ ସପକ୍ଷରେ ରହିବ ଆଜିର ଦିନଟି । ସଫଳତାର ଶିଖରରେ ଛାଡିବାର

8 ଅଗଷ୍ଟ 2020, ଶନିବାର- ଏହି ୭ଟି ରାଶିର ବ୍ୟକ୍ତିଙ୍କ ସପକ୍ଷରେ ରହିବ ଆଜିର ଦିନଟି । ସଫଳତାର ଶିଖରରେ ଛାଡିବାର ସୁଯୋଗ ମିଳିବ ।

ଗ୍ରହ ନକ୍ଷେତ୍ର ଗୁଡିକ ସମୟ କ୍ରମରେ ନିଜର ସ୍ଥାନ ପରିବର୍ତ୍ତନ କରିଥାନ୍ତି, ଯାହାର ପ୍ରଭାବ ବ୍ୟକ୍ତିଙ୍କ ଉପରେ ପଡିଥାଏ । ଯାହା ଫଳରେ ବ୍ୟକ୍ତିର ଜୀବନରେ ମଧ୍ୟ ପରିବର୍ତ୍ତନ ଆସିଥାଏ । ଗ୍ରହର ପରିବର୍ତ୍ତନ ଫଳରେ ରାଶି ଗୁଡିକ ଉପରେ ମଧ୍ୟ କିଛି ନା କିଛି ପ୍ରଭାବ ପଡିଥାଏ । ଗ୍ରହର ସ୍ଥିତି ଭଲ ଥିଲେ ବ୍ୟକ୍ତିର ଜୀବନରେ ଏହାର ସୁପ୍ରଭାବ ପଡିଥାଏ ଓ ବ୍ୟକ୍ତି ଉନ୍ନତି କରିଥାଏ କିନ୍ତୁ ଗ୍ରହ ସ୍ଥିତି ଭଲ ନ ଥିଲେ, ବ୍ୟକ୍ତିର ଜୀବନରେ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ଲାଗି ରହିଥାଏ । ଜୋତିଷଙ୍କ ଅନୁସାରେ ରାଶିଗୁଡିକ ଆଧାରରେ ବ୍ୟକ୍ତିର ଭବିଷ୍ୟତ ବିଷୟରେ କୁହାଯାଇପାରେ । ଯେପରି କି ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ଚିନ୍ତାଧାରା ଉନ୍ନତମାନର ହେବ । ରାଶିରେ ତୃତୀୟ ଅଷ୍ଟମାଧିପ ଥିବାରୁ କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ବ୍ୟବସାୟ ବାଣିଜ୍ୟରେ ସ୍ଥିତି ଅତ୍ୟନ୍ତ ଭଲ ରହିବ । କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ଅନ୍ୟମାନଙ୍କ ସହଯୋଗ ପାଇ ସମ୍ପାଦନ କରିବେ । ସାମାଜିକ କାର୍ଯ୍ୟ ଆର୍ଥତ ଜନମଙ୍ଗଳ କାର୍ଯ୍ୟରେ ନିୟୋଜିତ ହେବେ । କୌଣସି ବିବାଦୀୟ ପରିସ୍ଥିତିରେ ମୁଣ୍ଡ ପୁରନ୍ତୁ ନାହିଁ । ଆପୋଷ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ । ପରୋକ୍ଷ ଶତ୍ରୁତା କାରଣରୁ ଆତ୍ମୀୟସ୍ଵଜନମାନେ ଦୂରେଇ ଯାଇପାରନ୍ତି । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ବିରଜା ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ଆଜି ଆପଣ କର୍ମତତ୍ପର ରହିବେ ଓ ମନ ଆନନ୍ଦିତ ରହିବ । ଚତୁର୍ଥ ସ୍ଥାନ ପାପପ୍ରଭାବରୁ ମୁକ୍ତ ରହିଥିବାରୁ ପାରିବାରିକ ଓ ସାମାଜିକ ସ୍ଥିତି ବହୁତ ଭଲ ରହିବ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଆଜି ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳା ଯୋଗୁଁ କେତେକ ସୁଯୋଗ ହାତଛଡା ହୋଇପାରେ । ଗଣମାଧ୍ୟମ କ୍ଷେତ୍ରରେ କାର୍ଯ୍ୟ କରୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ବଢ଼ିଆ ରହିବ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ବିରିଷ୍ଠ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ । ଅତୀତଘଟଣାକୁ ନେଇ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଅନିୟମିତ ଆହାର ଯୋଗୁଁ ସ୍ଵାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ହର ପାର୍ବତୀ ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

ଜନକଲ୍ୟାଣ କାର୍ଯ୍ୟକ୍ରମରେ ଦିନ ଅତିବାହିତ କରିବେ । ସ୍ଵସ୍ବଗୃହୀ ଶନିଙ୍କ ସୁପ୍ରଭାବଜନିତ ସାମାଜିକ ଓ ରାଜନୈତିକ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ । ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇବେ । କାର୍ଯ୍ୟକ୍ଷେତ୍ରରେ କର୍ମତତ୍ପରତା ବୃଦ୍ଧି ପାଇବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ଅଫିସରେ ଆପଣଙ୍କ କାର୍ଯ୍ୟ କରିବା ଶୈଳୀ ଦେଖି ଉଚ୍ଚାଧିକାରୀ ମଧ୍ୟ ଖୁସି ହେବେ । ପରିବାରରେ ବିଶେଷ କିଛି ସମସ୍ୟା ନଥିଲେ ମଧ୍ୟ ଖର୍ଚ୍ଚ ପରିମାଣ ବୃଦ୍ଧି ଯୋଗୁଁ ମନରେ ସରସତା ରହିବ ନାହିଁ । ସ୍ଵାସ୍ଥ୍ୟ ସମସ୍ୟା ଦେଖାଦେବାର ସମ୍ଭାବନା ରହିଛି । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ : ସବୁଜ । ଆରାଧନା: ମାଆ ତାରିଣୀ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ପୂଜାର୍ଚ୍ଚନାରେ ମନୋନିବେଶ କରିପାରନ୍ତି । ରାଶିରେ ଏକାଧିକ ଗ୍ରହ ଅବସ୍ଥାନ କରିଥିବା ଯୋଗୁଁ ବିଭିନ୍ନ ପ୍ରକାର ସମସ୍ୟା ଓ ପ୍ରତିବନ୍ଧକ ମଧ୍ୟ ଦେଇ ଗତି କରିବାକୁ ପଡିବ । ବକେୟା ଅର୍ଥ ଆଦାୟ କରିବାକୁ ଯାଇ ତର୍କବିତର୍କ ହୋଇପାରେ । ବ୍ୟବସାୟରେ ଆର୍ଥିକ ସ୍ଥିତି ସାମାନ୍ୟ ମାନ୍ଦା ରହିବ କିନ୍ତୁ କୌଣସି ଅଭାବ ଅସୁବିଧା ହେବ ନାହିଁ । ସ୍ଥଗିତ ରହିଯାଇଥିବା କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିବା ସକାଶେ ଜଣେ ବନ୍ଧୁ ସାହାଯ୍ୟ କରିବେ । କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ । ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ । ପରିବାର ଓ ସହଧର୍ମୀଙ୍କ ତରଫରୁ ସହଯୋଗର ଅଭାବ ରହିବ ନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଭୈରବୀ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ମନ ଫୁର୍ତ୍ତି ରହିବ । ବୁଧଙ୍କ ସୁପ୍ରଭାବ ରବିଙ୍କ ସଙ୍ଗତ୍ୱରୁ ନଷ୍ଟ ହେବା ଯୋଗୁଁ ଆର୍ଥିକ ଦୁରବସ୍ଥା ମଧ୍ୟ ଦୂରେଇ ଯିବ । ଅନ୍ୟକୁ ଦେଇଥିବା ପ୍ରତିଶ୍ରୁତି ପାଳନ କରିବେ । ଇଚ୍ଛା ବିରୁଦ୍ଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିପାରେ । ଅଫିସରେ କାର୍ଯ୍ୟଭାରରେ ବିବ୍ରତ ହୋଇପାରନ୍ତି । ବନ୍ଧୁ ସହାୟତା ପାଇ ଆନନ୍ଦ ଅନୁଭବ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ । ଫଳତଃ ସ୍ଥଗିତ କାମକୁ ପୂରାଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ । ସ୍ଵାସ୍ଥ୍ୟର ବିଶେଷ ଯତ୍ନ ନିଅନ୍ତୁ । ପଡ଼ୋଶୀମାନେ କଣ୍ଟାବାଡ଼ରେ ଲୁଗା ଛାଟି କହଳ କରିପାରନ୍ତି । ପରିବାରରେ ବୟସ୍କ ବ୍ୟକ୍ତିଙ୍କ ସହ ଆଲୋଚନା କରିବେ । ଶୁଭରଙ୍ଗ: ଲାଲ । ଆରାଧନା: ହନୁମାନ ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ଲୋକ ସଂପର୍କ ବୃଦ୍ଧି ପାଇବ ଓ ଜୀବନରେ କିଛି ପରିବର୍ତ୍ତନ ହେବ । କେନ୍ଦ୍ରାଧିପ ବୃହସ୍ପତି ସ୍ଵଗୃହସ୍ଥ ହୋଇ ଶନିଙ୍କ ପ୍ରଭାବରେ କାମକୁ ବିଳମ୍ବିତ କରାଇବେ । ବ୍ୟବସାୟରେ ସ୍ଥିତି ଭଲ ରହିବ । ଅଫିସରେ କର୍ତ୍ତୃପକ୍ଷଙ୍କ ଠାରୁ ପ୍ରଶଂସା ମିଳିପାରେ । ସତ୍‌-କର୍ମରେ ଆତ୍ମସନ୍ତୋଷ ଲାଭ କରିବେ । ଇଚ୍ଛା ନ ଥିଲେ ମଧ୍ୟ ବାଧ୍ୟବାଧକତାରେ ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ । ପରିବାରରେ କାହାର ସ୍ଵାସ୍ଥ୍ୟ ସମସ୍ୟା ଦେଖାଦେଇପାରେ । ରାଜନୈତିକ କ୍ଷେତ୍ରରେ ଥିବା ବ୍ୟକ୍ତିବିଶେଷମାନେ ସାମାଜିକ କାର୍ଯ୍ୟକାଳପରେ ଭାଗ ନେଇପାରନ୍ତି । ଆର୍ଥିକ ସମସ୍ୟାକୁ ନେଇ ପରିବାର ସଦସ୍ୟଙ୍କ ସହ ଆଲୋଚନା କରିବେ । ସହଧର୍ମୀଙ୍କ ସହଯୋଗ ପାଇବେ ଯାହାଫଳରେ ମନୋବଳ ଦୃଢ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଅମ୍ବିକା ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ଦିନଟି ଆପଣଙ୍କ ପାଇଁ ମଙ୍ଗଳଦୟାକ ରହିବ । ରାଶିର ଭାଗ୍ୟ ସ୍ଥାନରେ ଶନିଦେବଙ୍କ ଅବସ୍ଥାନ ଯୋଗୁଁ କାର୍ଯ୍ୟସିଦ୍ଧିର ଝଲକ ଦେଖିବାକୁ ପାଇବେ । ବ୍ୟବସାୟରେ ସ୍ୱଳ୍ପ ଲାଭ ମିଳିବ । ଅଫିସରେ ଅନ୍ୟମାନଙ୍କ ସହିତ ତାଳମେଳ ବଢ଼ିଆ ରହିବ । ସହକର୍ମୀଙ୍କ ସହାନୁଭୂତି ଯୋଗୁଁ କାମଗୁଡିକ ସଂପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ । ସମାଜରେ ମଧ୍ୟ ଆପଣଙ୍କ ପ୍ରତିପତ୍ତି ବୃଦ୍ଧି ପାଇବ । ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । କାନକୁହା କଥା ଶୁଣି ପରିବାରରେ ପାରସ୍ପରିକ ସନ୍ଦେହ ଭାବ ଜାଗ୍ରତ ହୋଇପାରେ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ଯେଉଁ କାର୍ଯ୍ୟରେ ହାତ ନେବେ ସେଥିରେ ଅପୂର୍ବ ସଫଳତା ପ୍ରାପ୍ତ ହେବେ । କର୍ମକ୍ଷେତ୍ରରେ ଯଥେଷ୍ଟ ଉନ୍ନତି କରିବେ । ବ୍ୟବସାୟ ଆଶାତୀତ ଲାଭ ପାଇବେ । ଦରକାର ସମୟରେ ଅଫିସ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ କିନ୍ତୁ ବନ୍ଧୁଙ୍କ ଆଶ୍ୱାସନାରୁ ଆଶ୍ୱସ୍ତି ଲାଭ କରିବେ । ନିଜ କ୍ରୋଧକୁ ନିୟନ୍ତ୍ରଣ ମଧ୍ୟରେ ରଖନ୍ତୁ । କେତେକ ସ୍ଥଗିତ କାମ ସକାଶେ ମାନସିକ ଅସ୍ଥିରତା ଦେଖାଦେଇପାରେ ଏବଂ ଏହି କାରଣରୁ ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି । ଆକସ୍ମିକ ଭାବରେ ପୁରାତନ ରୋଗର ପୀଡା ପୁନରାବୃତ୍ତି ହୋଇପାରେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଶାରଳା ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ପରାମର୍ଶ ନେଇ କାର୍ଯ୍ୟ କଲେ ଅଧିକ ସଫଳତା ପାଇବେ । ଭାଗ୍ୟସ୍ଥାନରେ ଶୁକ୍ର ଥିବାରୁ ଆଜି ସକାଳୁ ସକାଳୁ ନୂତନ କର୍ମାରମ୍ଭ ପ୍ରୀତିପଦ ହେବ । ଦକ୍ଷତା ଓ ସଚ୍ଚୋଟତା ହେତୁ କର୍ମକ୍ଷେତ୍ରରେ ଅଥବା ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଅଫିସରେ ନିଜ କାର୍ଯ୍ୟକୁ ନିଷ୍ଠାର ସହ ସମ୍ପାଦନ କରି ଉଚ୍ଚାଧିକାରୀଙ୍କ ପ୍ରିୟପାତ୍ର ହେବେ । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ସ୍ଵାସ୍ଥ୍ୟ ସମସ୍ୟା କେତେକାଂଶରେ ନିୟନ୍ତ୍ରଣାଧୀନ ରହିବ । ଦାମ୍ପତ୍ୟ ଜୀବନ ପ୍ରେମମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ବାବା କପିଳସ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ମନଭିତର ଦୁଃଖ ଓ ଅସ୍ଥିରତାକୁ ହୃଦୟରେ ଚାପି ରଖି ମୁହଁରେ ହସ ଫୁଟାଇ କାମ କରିବେ । ପାପାକ୍ରାନ୍ତ ବୁଧ ବନ୍ଧୁମାନଙ୍କ ସହ ମତାନ୍ତର ସୃଷ୍ଟିକରି ନୂତନ ସମସ୍ୟା ସୃଷ୍ଟିକରିବେ କିନ୍ତୁ ମୃଗଶିରା ନକ୍ଷତ୍ର ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେଲେ ସଫଳତା ପାଇପାରିବେ ଓ ଶ୍ରମ ସାର୍ଥକ ହେବ । ଅଧିକ ଦାୟିତ୍ୱ ବହନ କରି ସୁପରିଚାଳନା କରିପାରନ୍ତି । ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁଁ ଯୋଜନାଗୁଡିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ । ପାଖ, ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିମଳା ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ଆପଣ ନିଜକୁ ଖୁବ୍‌ ଶକ୍ତିବାନ ଅନୁଭବ କରିବେ । ଉଚ୍ଚରାଶିରେ ଶୁକ୍ର ଥିବାରୁ ପ୍ରତ୍ୟେକ ପ୍ରତିବନ୍ଧକକୁ ଚତୁରତାର ସହ ସମ୍ମୁଖୀନ ହୋଇ ସଫଳତା ପ୍ରାପ୍ତ ହେବେ । କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ । ନୂତନ କର୍ମାରମ୍ବ ଯୋଜନା ନିମନ୍ତେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ । ସାମାଜିକ କ୍ଷେତ୍ରରେ ସମ୍ମାନ ପାଇବେ । ସରକାରୀ କାମରେ ଲାଗି ରହିଥିବା ବାଧା ଦୂର ହେବ । କୌଣସି ବିବାଦୀୟ ଘଟଣାକୁ ନେଇ ମାନସିକ ଅବସାଦ ବୃଦ୍ଧି ପାଇପାରେ । ପାରିବାରିକ ଶାନ୍ତି ଓ ସୁସ୍ଥତା ସାମାନ୍ୟ ବ୍ୟାହତ ହେଲେ ମଧ୍ୟ ପରବର୍ତ୍ତୀ ସମୟରେ ସବୁ କିଛି ଠିକ୍‌ ହୋଇଯିବ । ଶୁଭରଙ୍ଗ: ମେରୁନ । ଆରାଧନା: ମାଆ ଦୁର୍ଗା ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଭଲ ରହିବ । ସ୍ଵନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ମାନସିକ ସ୍ଥିତି ଭଲ ରହିବ ଏବଂ ପ୍ରତ୍ୟେକ କାମ ଯଥା ସମୟରେ ସମ୍ପନ୍ନ ହେବ । ବ୍ୟବସାୟ ଓ ସାମାଜିକ କ୍ଷେତ୍ରରେ ଭଲ ପରିଣାମ ପାଇବେ । ଯୋଜନା ମୁତାବିକ କର୍ମକ୍ଷେତ୍ରରେ କାର୍ଯ୍ୟ ଗୁଡିକ ସମ୍ପାଦନ କରିବେ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଆର୍ଥିକ ସ୍ଥିତି ପୂର୍ବ ଭଳି ରହିବ । ଆନୁଷ୍ଠାନିକ କାମରେ ଗଠନମୂଳକ ପରାମର୍ଶ ଦେଇ ପ୍ରଶଂସିତ ହେବେ । ତଥାପି ଆପଣ ସହନଶୀଳତା ଓ ଉଦାରତା ଗୁଣରୁ ପ୍ରତ୍ୟେକ କ୍ଷେତ୍ରରେ ପ୍ରଶଂସିତ ହେବେ । ଚକ୍ଷୁପୀଡା ଅନୁଭବ କରିପାରନ୍ତି । ବୈବାହିକ ଜୀବନ ସୁଖମୟ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ସୂର୍ଯ୍ୟଦେବ ।

Leave a Reply

Your email address will not be published. Required fields are marked *