8 ଜୁଲାଇ 2020, ବୁଧବାର- ଆଜି ଏହି ୮ଟି ରାଶିର ବ୍ୟକ୍ତି ସୁଖଶାନ୍ତିରେ ଜୀବନ ଅତିବାହିତ କରିବେ । ସମାଜରେ

8 ଜୁଲାଇ 2020, ବୁଧବାର- ଆଜି ଏହି ୮ଟି ରାଶିର ବ୍ୟକ୍ତି ସୁଖଶାନ୍ତିରେ ଜୀବନ ଅତିବାହିତ କରିବେ । ସମାଜରେ ମାନସମ୍ମାନ ବୃଦ୍ଧି ହେବା ସଙ୍ଗେ ସଙ୍ଗେ କର୍ମକ୍ଷେତ୍ରରେ ମଧ୍ୟ ଉନ୍ନତି କରିବେ ।

ମନୁଷ୍ୟର ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ମନୁଷ୍ୟ ଜୀବନ ପାଇଁ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ । ଜ୍ୟୋତିଷଙ୍କ ଅନୁସାରେ ଗ୍ରହ ନକ୍ଷେତ୍ରଙ୍କ ପରିବର୍ତ୍ତନ ସର୍ବଦା ଲାଗି ରହିଥାଏ । ଯାହାଫଳରେ ମନୁଷ୍ୟ ଜୀବନରେ ପରିବର୍ତ୍ତନ ଦେଖା ଯାଇଥାଏ । ଗ୍ରହର ସ୍ଥିତି ଠିକ ଥିଲେ ବ୍ୟକ୍ତିର ଜୀବନ ଠିକ ଚାଲିଥାଏ କିନ୍ତୁ ଗ୍ରହ ସ୍ଥିତି ଠିକ ନ ଥିଲେ, ବ୍ୟକ୍ତିର ଜୀବନରେ ସମସ୍ୟା ଲାଗି ରହିଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖା ଦେଇଥାଏ । ଆଜିର ରାଶିଫଳରେ ଆପଣ ଚାକିରି, ବ୍ୟବସାୟ, ସ୍ୱାସ୍ଥ୍ୟ, ଶିକ୍ଷା, ବିବାହିତ ଓ ପ୍ରେମ ଜୀବନ ସହିତ ଜଡିତ ପ୍ରତ୍ୟେକ ବିଷୟରେ ସୂଚନା ପାଇପାରିବେ । ଆସନ୍ତୁ ଜାଣିବା ଆଜି ଦିନଟି ଆପଣ ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତନ ଘଟିବ ?

ମେଷ : (ଚ, ଚୁ, ଚେ, ଚୋ, ଳା, ଲୀ, ଲୁ, ଲେ, ଲୋ, ଆ)

www.livehindustan.com

ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ଶୁଭଦାୟକ ରହିବା । ବଳବାନ୍‌ କର୍ମାଧିପତିଙ୍କ ସହ ଚତୁର୍ଥାଧିପ ହେତୁ ଆଜି ହଠାତ୍‌ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ ହୋଇଯିବ । କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି ଓ ମାନସମ୍ମାନ ବୃଦ୍ଧି ପାଇବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି କରିବେ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପରିବାରରେ ସୁଖଶାନ୍ତି ବଜାୟ ରହିବ ଓ ପରସ୍ପର ମଧ୍ୟ ସ୍ନେହାଶ୍ରଦ୍ଧା ଅତୁଟ ରହିବ । ଶୁଭରଙ୍ଗ: ଧୂସର । ଆରାଧନା: ବାବା ଲିଙ୍ଗରାଜ ।

ବୃଷ : (ଈ, ଊ, ଏ, ଓ, ବା, ବି, ବୂ, ବେ, ବୋ, ଵ, ଵୋ)

www.livehindustan.com

ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ । ରବି କେନ୍ଦ୍ରକୋଣାଧିପ ଶନି ନକ୍ଷତ୍ରସ୍ଥ ହୋଇ ଷଡାଷ୍ଟକ ସ୍ଥିତିରେ ଥିବାରୁ ଯୋଜନାନୁଯାୟୀ କାର୍ଯ୍ୟସାଧନ କରିପାରିବା କଷ୍ଟକର ହେବ । ବ୍ୟବସାୟରେ କ୍ଷତି ସହିବାକୁ ପଡିବ । କୌଣସି ନୂତନ କାର୍ଯ୍ୟ ହାତକୁ ନେବା ପୂର୍ବରୁ ଭଲ ଭାବରେ ଚିନ୍ତା କରିବା ଦରକାର । ଆର୍ଥିକ ଅଭାବ ଓ ଅନଟନକୁ ଦୂରେଇବାରେ ବନ୍ଧୁ ସାହାଯ୍ୟ କରିପାରନ୍ତି । ଅଫିସରେ ଦିନଟି ପ୍ରସନ୍ନତାଭରା ରହିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା କାରଣରୁ ସାମୟିକ ଆଶ୍ୱସ୍ତିି ଅନୁଭବ କରିବେ । ଶୁଭରଙ୍ଗ: କଫି ରଙ୍ଗ । ଆରଧନା: ସନ୍ତୋଷୀ ମାତା ।

ମିଥୁନ : (କା, କୀ, କୂ, ଘ, ଙ, ଛ, କେ, କୋ, ହ)

www.livehindustan.com

କାରବାରରେ ପରିବର୍ତ୍ତନ ଆଣିବା ଲାଗି ଚେଷ୍ଟା କରିବେ । ମଙ୍ଗଳ ଷଷ୍ଠ ଏକାଦଶାଧିପତି ହେତୁ ଧାରକରଜ କିମ୍ବା ବ୍ୟାଙ୍କଲୋନ୍‌ ମାଧ୍ୟମରେ ଅର୍ଥପ୍ରାପ୍ତି କରାଇପାରେ । କିନ୍ତୁ ରାଶ୍ୟାଧିପତି ସହ ସମ୍ପର୍କିତ ଯୋଗୁ ଔଷଧକ୍ରୟ, ଡାକ୍ତର ଫ’ କିମ୍ବା ଶାରୀରିକ ପରୀକ୍ଷାଜନିତ ବ୍ୟୟ ମଧ୍ୟ କରିପାରନ୍ତି । ବ୍ୟବସାୟିକ ଗତିବିଧି ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ । ଅଫିସର କେତେକ ଜରୁରୀ କାର୍ଯ୍ୟକୁ ନିଷ୍ଠାର ସହ ସଂପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ କିନ୍ତୁ ବାରମ୍ବାର ପାରିବାରିକ ଚିନ୍ତା କାର୍ଯ୍ୟ ମନ୍ଥର କରିଦେବ । ବନ୍ଧୁ ଓ ନିକଟ ସମ୍ପର୍କୀୟଙ୍କ ସହ ମନାନ୍ତର ହୋଇପାରେ । ପରିବାରରେ ଆପଣଙ୍କ କଥାକୁ କେହି ଗୁରୁତ୍ଵ ଦେବେ ନାହିଁ । ଶୁଭରଙ୍ଗ: ଧଳା । ଆରାଧନା: ମାଆ କାଳୀଜାଈ ।

କର୍କଟ : (ହୀ, ହୂ, ହେ, ହୋ, ଡା, ଡୀ, ଡୂ, ଡେ, ଡୋ)

www.livehindustan.com

ସ୍ଵଭାବ ରୋମାଞ୍ଚକର ସତେଜତା ରହିବା । ତୃତୀୟ ବ୍ୟୟାଧିପତି ବୁଧ ଧନଲାଭାଧିପତି ଯୁକ୍ତ ହେତୁ ବନ୍ଧୁଙ୍କୁ ଅର୍ଥ ସାହାଯ୍ୟ ପ୍ରଦାନ କରିପାରନ୍ତି । କର୍ମକ୍ଷେତ୍ରରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭର ସୌଭାଗ୍ୟ ପାଇବେ । ସହକର୍ମୀମାନେ ପ୍ରତ୍ୟେକ କ୍ଷେତ୍ରରେ ସହଯୋଗର ହାତ ବଢାଇବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ । ସ୍ଵାସ୍ଥ୍ୟରେ ବିଶେଷ ଉନ୍ନତି ନ ଘଟିବାରୁ ମନ ସାମୟିକ ବିଚଳିତ ରହିପାରେ । ବୈବାହିକ ଜୀବନ ଖୁସି ଭରା ରହିବ । ଶୁଭରଙ୍ଗ: ବାଦାମୀ । ଆରାଧନା: ସୂର୍ଯ୍ୟଦେବ ।

ସିଂହ : (ମା, ମୀ, ମୂ, ମେ, ମୋ, ଟା, ଟି, ଟୁ, ଟେ)

www.livehindustan.com

ପ୍ରଭୁଙ୍କ କୃପାରୁ ସଫଳତା ଆପଣଙ୍କ ସମ୍ମୁଖରେ ଦଣ୍ଡାୟମାନ ହେବ । ବୃହସ୍ପତି ଚତୁର୍ଥସ୍ଥ ହୋଇ ବୁଧଙ୍କ ନକ୍ଷତ୍ରରେ ରହିଥିବାରୁ ଆକସ୍ମିକ ଆର୍ଥିକ ନିମନ୍ତେ ଘରରେ ଥିବା ଗହଣା ବନ୍ଧକ ରହିବାକୁ ମନସ୍ଥ କରିପାରନ୍ତି । କିନ୍ତୁ ପରବର୍ତ୍ତୀ ସମୟରେ ବନ୍ଧୁଙ୍କ ଠାରୁ ଅର୍ଥ ପାଇ ସମସ୍ୟାରୁ ମୁକୁଳିବେ । ବ୍ୟବସାୟରେ ଫାଇଦା ପାଇଁ କୌଣସି ବ୍ୟକ୍ତିର ସହଯୋଗ ମିଳିବ । ଅଫିସରେ ସହକର୍ମୀଙ୍କ ସହ ସମ୍ପର୍କ ଭଲ ରହିବ କିନ୍ତୁ ଉଚ୍ଚାଧିକାରୀ ଆପଣଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ ନାହିଁ । ସାମାଜିକ କାର୍ଯ୍ୟରେ ସହଭାଗିତା କରିବେ । ପାରିବାରିକ ଅସ୍ଥିରତା କାରଣରୁ ମାନସିକ ଶାନ୍ତି ବ୍ୟାହତ ହୋଇପାରେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ଦୁର୍ଗା ।

କନ୍ୟା : (ଢୋ, ପା, ପୀ, ପୂ, ଷ, ଣ, ଠ, ପେ, ପୋ)

www.livehindustan.com

ଭଗବାନଙ୍କୁ ଆରୋଧନ କରନ୍ତୁ, ସମ୍ଭାବ୍ୟ ସଙ୍କଟ ଦୂର ହେବ । ପାପଗ୍ରହ ମଧ୍ୟସ୍ଥ ଧନାଧିପ ଯୋଗୁଁ ଅସାବଧାନତା କାରଣରୁ ଧନହାନିର ସମ୍ଭାବନା ରହିଛି । ଆଜି ଆପଣ ଯାହା ନିଷ୍ପତ୍ତି ନେବେ ଭାବିଚ଼ିନ୍ତି ନିଅନ୍ତୁ, କାରଣ ଆପଣ ନେଇଥିବା ନିଷ୍ପତ୍ତି ଉପରେ ପଶ୍ଚାତାପ ଯେପରି କରିବାକୁ ନ ପଡ଼େ । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ । ବ୍ୟବସାୟର ବାତାବରଣ ଅନୁକୂଳ ରହିବ । ଅଫିସ ହେଉ ଅବା କର୍ମକ୍ଷେତ୍ରରେ ଆପଣଙ୍କ ସହଯୋଗୀ ଆପଣଙ୍କୁ ସହଯୋଗ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ । ପାରିବାରିକ ବାତାବରଣ ମଧ୍ୟ ଅନୁକୂଳ ରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ମହାଲକ୍ଷ୍ମୀ ।

ତୁଳା : (ରା, ରୀ, ରୂ, ରେ, ରୋ, ତା, ତୀ, ତୁ, ତେ)

www.livehindustan.com

ସଂଘର୍ଷର ଫଳ ସନ୍ତୋଷଜନକ ହେବ । ରାଜଯୋଗକାରକ ଗ୍ରହ ଶନି ରାଶ୍ୟାଧିପଙ୍କ ନକ୍ଷତ୍ରରେ ରହିଥିବାରୁ କାର୍ଯ୍ୟହାସଲ ସକାଶେ ଆପଣଙ୍କ ଚେଷ୍ଟା ଅବ୍ୟାହତ ରହିବ । କିନ୍ତୁ ତୃତୀୟଭାବରୁ ଦ୍ୱାଦଶସ୍ଥ ବୃହସ୍ପତି ଯୋଗୁଁ କଥା ଦେଇ କଥା ରଖୁ ନପାରିବା କାରଣରୁ ମନ ଭଲ ରହିନପାରେ । ନିର୍ଦ୍ଧାରିତ କାର୍ଯ୍ୟ ସମ୍ପନ୍ନ ନ ହେବା କାରଣରୁ ହତାସା ଅନୁଭବ କରିପାରନ୍ତି । କୌଣସି ମଧ୍ୟ ମହତ୍ଵପୂର୍ଣ୍ଣ କାର୍ଯ୍ୟର ନିର୍ଣ୍ଣୟ ନେବା ପୂର୍ବରୁ ଭଲ ଭାବରେ ଚିନ୍ତା କରନ୍ତୁ । ତରବାରିଆ ହୋଇ କୌଣସି ପଦକ୍ଷେପ ନିଅନ୍ତୁ ନାହିଁ । ଅଫିସରେ ସହକର୍ମୀମାନେ ଆପଣଙ୍କୁ ସନ୍ଦେହ ଚକ୍ଷୁରେ ଦେଖିବେ । ପାରିବାରିକ କଳହରେ ନୀରବ ରହିବାକୁ ବାଧ୍ୟ ହେବେ । ଶୁଭରଙ୍ଗ: ଲାଲ । ଆରାଧନା: ମାଆ ଭୈରବୀ ।

ବିଛା : (ତୋ, ନା, ନୀ, ନୂ, ନେ, ନୋ, ୟା, ୟୀ, ୟୁ)

www.livehindustan.com

ମନରେ ଆତ୍ମା ବିଶ୍ଵାସ ବଢିବ । କେନ୍ଦ୍ରସ୍ଥ ମଙ୍ଗଳ ପ୍ରଭାବରେ ସ୍ଥଗିତ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ । ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମନାନ୍ତର ଦେଖା ଦେଇପାରେ । ସାହାଯ୍ୟ କରିବାକୁ ପଡିବ କାଳେ ଏହି ଚିନ୍ତାଧାରା ନେଇ ଈର୍ଷାପରାୟଣ ନିକଟ ସମ୍ପର୍କୀୟମାନେ ପାଖ ମାଡିବେ ନାହିଁ । ବ୍ୟବସାୟରେ ବନ୍ଧୁଙ୍କ ସାହାଯ୍ୟରେ ଉନ୍ନତି କରିବେ । କୌଣସି ଜନକଲ୍ୟାଣ କାର୍ଯ୍ୟରେ ଯୋଗ ଦେଇପାରନ୍ତି । ଅପରାହ୍ନ ସମୟ ପରେ ଉଚ୍ଚ ଅଧିକାରୀଗଣ ଆପଣଙ୍କ କାର୍ଯ୍ୟକୁ ଦେଖି ପ୍ରଶଂସା କରିବେ । ପରିବାରର ସଦସ୍ୟଙ୍କ ପୂର୍ଣ୍ଣ ସହଯୋଗ ପାଇବେ । ଶୁଭରଙ୍ଗ: ଧୂସର । ଆରାଧନା: ମାଆ ସମଲେଶ୍ଵରୀ ।

ଧନୁ : (ଯେ, ଯୋ, ଭା, ଭୀ, ଭୂ, ଘା, ଫା, ଢା, ଭେ)

www.livehindustan.com

ଧୌର୍ଯ୍ୟ ଧରି କାର୍ଯ୍ୟ କରନ୍ତୁ । ସମସ୍ୟା ଭିତରେ ମାନସିକ ଦୁଶ୍ଚିନ୍ତା ବଢି ଚାଲିଥିଲେ ମଧ୍ୟ ଗୁରୁକ୍ଷେତ୍ରସ୍ଥ ଚତୁର୍ଥଚନ୍ଦ୍ର ଯୋଗୁଁ ଆପଣଙ୍କ ପରିବାର ଓ କର୍ମକ୍ଷେତ୍ରରେ କୌଣସି ପ୍ରଭାବ ପଡିବ ନାହିଁ । ଅନେକ ଗୁଡ଼ିଏ କାର୍ଯ୍ୟ ବ୍ୟସ୍ତତା ଭିତରେ ରହି ନିଜର ମାନସିକ-ଭାରସାମ୍ୟ ହରାଇବେ । ଆଲୋଚନା ପରିସରରେ କୌତୁକିଆ କଥା କହି ବନ୍ଧୁଙ୍କୁ ଆପ୍ୟାୟିତ କରିବେ । ସାମାଜିକ ସ୍ତରରେ ଗଠନ ମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ମଧ୍ୟାହ୍ନ ପରେ ଆପଣ କିଛି ଅଧିକ ଭାବୁକ ହେବେ । ଏହା ମନର ବ୍ୟଥା ବୃଦ୍ଧି କରିପାରେ । ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରାତାରିଣୀ ।

ମକର : (ଭୋ, ଜା, ଜୀ, ଖୀ, ଖୂ, ଖେ, ଖୋ, ଗା, ଗୀ)

www.livehindustan.com

ପାରିବାରିକ ମାମଲାକୁ ନେଇ ଆପଣଙ୍କର ବ୍ୟସ୍ତତା ବଢ଼ିବ । କେନ୍ଦ୍ରସ୍ଥ ଶନି ଯୋଗୁଁ କୌଣସି ଅସୁବିଧା ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । କାମକୁ ନେଇ ଉଚ୍ଚ ଅଧିକାରୀ ଆପଣଙ୍କ ଉପରେ ନାରାଜ ହୋଇପାରନ୍ତି । ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗ ହେବ । ଆର୍ଥିକଦିଗରୁ ସୁବିଧା ହେଲେ ମଧ୍ୟ ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ । ସାମାଜିକକ୍ଷେତ୍ର କିମ୍ବା ସଭାସମିତିରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । ନିଜଲୋକଙ୍କ ଶତ୍ରୁତା ଫଳରେ ମନରେକ୍ଷୋଭ ଓ ହତାଶଭାବ ଦେଖା ଦେବ । ଶରୀର ଭଲ ରହିବନାହିଁ । ଆୟଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ଶୁଭରଙ୍ଗ: ଧଳା । ଆରାଧନା: ଶ୍ରୀଗଣେଶ ।

କୁମ୍ଭ : (ଗୂ, ଗେ, ଗୋ, ସା, ସୀ, ସୂ, ସେ, ସୋ, ଦା)

www.livehindustan.com

ଦିନଟି ଉତ୍କର୍ଷପୂର୍ଣ୍ଣ ରହିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ । ପୁଞ୍ଜି ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ଯୋଗୁଁ ମନ ବହୁତ ଖୁସି ରହିବ । କୌଣସି କମ୍ପନୀରେ ଚାକିରିରେ ଡାକରା ଆସିବ । ରାଜନୀତି କ୍ଷେତ୍ରରେ ସମ୍ମାନ ମିଳିବ । ସାମାଜିକ କାର୍ଯ୍ୟରେ ନିୟୋଜିତ ରହିବେ । ମହିଳାମାନେ ନିଜ ସନ୍ତାନଙ୍କ ପାଇଁ ଚିନ୍ତାଟା ରହିବେ । ଶୁଭରଙ୍ଗ: ଗୋଲାପି । ଆରାଧନା: ମାଆ ସମଲେଶ୍ୱରୀ ।

ମୀନ : (ଦି, ଦୂ, ଥ, ଝ, ଞ, ଦେ, ଦୋ, ଚା, ଚି)

www.livehindustan.com

ଆର୍ଥିକ ଦୃଷ୍ଟି କୋଣରୁ ଦିନଟି ମାନ୍ଦା ରହିବା । କେନ୍ଦ୍ରାଧିପ ବୁଧଙ୍କ ନକ୍ଷତ୍ରରେ ରାଶ୍ୟାଧିପ ବୃହସ୍ପତି କୋଣଭାବ ମଣ୍ଡନ କରିଥିବାରୁ ବନ୍ଧୁମାନଙ୍କ ସାହାଯ୍ୟ, ସହଯୋଗ ପାଇ କାର୍ଯ୍ୟହାସଲ କରିବେ । ବ୍ୟବସାୟ କ୍ଷେତ୍ରରେ ବାଧାବିଘ୍ନର ସମ୍ମୁଖୀନ ହୋଇପାରନ୍ତି । ଉଚ୍ଚ ଅଧିକାରୀମାନଙ୍କ ସହିତ ଯୁକ୍ତିତର୍କର ପ୍ରସଙ୍ଗକୁ ଏଡ଼ାଇବାକୁ ଚେଷ୍ଟା କରିବା ସହିତ ଶତ୍ରୁମାନଙ୍କ ସହିତ ବାଦ-ବିବାଦ କିମ୍ବା ଉଗ୍ର ଚର୍ଚ୍ଚା ନ ହେଉ, ଏଥିପ୍ରତି ଧ୍ୟାନ ଦିଅନ୍ତୁ । କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବାରେ ବିଳମ୍ବ ହୋଇପାରେ ଏଥିପାଇଁ ଧୈର୍ଯ୍ୟର ସହକାରେ କାର୍ଯ୍ୟ କରନ୍ତୁ । ଶୁଭରଙ୍ଗ: ସବୁଜ । ଆରାଧନା: ହନୁମାନ ।

Leave a Reply

Your email address will not be published. Required fields are marked *