ସାବଧାନ! ୧୩ ଯାଏଁ ପ୍ରବଳ ବର୍ଷା : ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଦିଆଯାଇଛି ସୂଚନ ! ୧୪ରେ ଆଉ ଏକ ଲଘୁଚାପ !

ଭୁବନେଶ୍ୱର,୧୧/୧୦: କରୋନା ସାଙ୍ଗକୁ ମାଡ଼ିଆସୁଛି ଆଉ ଏକ ବିପତ୍ତି । ମୌସୁମୀ ଦୁର୍ବଳ ହେବାକୁ ବସିଥିବା ବେଳେ ସୃଷ୍ଟି ହେଉଛି ଲଘୁଚାପ ପରେ ଲଘୁଚାପ । ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ମାଡ଼ିଆସୁଛି ପ୍ରବଳ ବର୍ଷା । ଏହାକୁ ନେଇ ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ସତର୍କ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି) ପ୍ରଦୀପ କୁମାର ଜେନା । ବର୍ଷା ଯୋଗୁଁ ପ୍ରଭାବିତ ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠିଲେଖି ସେ ସତର୍କ କରାଇଛନ୍ତି ।

ସୂଚନା ଅନୁଯାୟୀ, ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଅବପାତରେ ପରିଣତ ହୋଇସାରିଛି । ଏହାର ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିଯୋଗୁଁ କେତେକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଆଉ କେତେକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳ ଯେକୌଣସି ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି ।

Google

ଆସନ୍ତା ୧୩ ତାରିଖ ଯାଏଁ ରାଜ୍ୟର ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହି ସମୟରେ ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତଳିଆ ଅଞ୍ଚଳରେ ପାଣି ଜମି ରହିବା ନେଇ ଆଶଙ୍କା ପ୍ରକାଶ ପାଇଛି । ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଭଳି ସ୍ଥିତି ମଧ୍ୟ ଉପୁଜିପାରେ । ତେଣୁ ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଏସଆରସି ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଲଗାଣ ବର୍ଷାକୁ ନେଇ ସାରା ଜିଲ୍ଲାକୁ ସତର୍କ କରାଯାଇଛି । ୧୩ ତାରିଖ ପର୍ଯ୍ୟନ୍ତ ବର୍ଷାରୁ ନିସ୍ତାର ନାହିଁ । ମାତ୍ର ଏଭଳି ସମୟରେ ଆସନ୍ତା ୧୪ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Be the first to comment

Leave a Reply

Your email address will not be published.


*