Breaking News: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକ !

Breaking News: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ପରଲୋକ !

ନୂଆଦିଲ୍ଲୀ,୩୧/୮: ପୂର୍ବତନ ରାଷ୍ଟ୍ରପତି ତଥା ଭାରତରତ୍ନ ପ୍ରଣବ ମୁଖାର୍ଜୀଙ୍କର ସୋମବାର ପରଲୋକ ହୋଇଯାଇଛି । ଏନେଇ ତାଙ୍କ ପୁଅ ଅଭିଜିତ ମୁଖାର୍ଜୀ ସୂଚନା ଦେଇଛନ୍ତି । ୮୪ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ।

ସୂଚନା ଅନୁଯାୟୀ, ସୋମବାର ପୂର୍ବାହ୍ଣରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥାରେ କୌଣସି ସୁଧାର ଆସିନଥିଲା । ରବିବାର ଅପେକ୍ଷା ସୋମବାର ତାଙ୍କ ସ୍ୱାସ୍ଥ୍ୟ ଅଧିକ ବିଗିଡ଼ି ଯାଇଥିଲା । ମସ୍ତିଷ୍କ ସର୍ଜରୀ ପରେ ଭେଣ୍ଟିଲିଟରରେ ଥିବା ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥାରେ ଅବନତି ଘଟିଥିବା ନୂଆଦିଲ୍ଲୀର ଆର୍ମି ହସ୍ପିଟାଲ ପକ୍ଷରୁ କୁହାଯାଇଥିଲା । ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିବାବେଳେ ସେ ଗଭୀର କୋମାରେ ଥିଲେ । ଏକ ସ୍ୱତନ୍ତ୍ର ବିଶେଷଜ୍ଞ ଦଳ ତାଙ୍କର ଚିକିତ୍ସା କରୁଥିଲେ । ହେଲେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି । ସୂଚନାଯୋଗ୍ୟ, ଗତ ଅଗଷ୍ଟ ୧୦ରେ ଦିଲ୍ଲୀ କ୍ୟାଣ୍ଟନମେଣ୍ଟରେ ଥିବା ଆର୍ମି ରିସର୍ଚ୍ଚ ଏବଂ ରେଫରାଲ୍ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା । ତାଙ୍କ ମସ୍ତିଷ୍କରେ ରକ୍ତ ଜମାଟ ବାନ୍ଧିଥିବା ଜଣାପଡ଼ିବା ପରେ ଅସ୍ତ୍ରୋପଚାର କରାଯାଇଥିଲା । ଅସ୍ତ୍ରୋପଚାର ପୂର୍ବରୁ ୮୪ ବର୍ଷୀୟ ମୁଖାର୍ଜୀଙ୍କର କୋଭିଡ-୧୯ ପରୀକ୍ଷା କରାଯାଇଥିଲା । ସେ କରୋନା ପଜିଟିଭ୍ ଥିବା ଜଣାପଡ଼ିଥିଲା ।

Leave a Reply

Your email address will not be published. Required fields are marked *