ଆସନ୍ତୁ ଜାଣିବା ଆସନ୍ତାକାଲି 03 ଅକ୍ଟୋବର 2020, ଶନିବାରର ରାଶିଫଳ !

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖାଦେଇଥାଏ । ଆମେ ପ୍ରତିଦିନର ରାଶିଫଳ ବିଶେଷ କରି ଆପଣଙ୍କ ପାଇଁ ପ୍ରକାଶ କରୁଛୁ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ? ଆସନ୍ତୁ ଜାଣିବା ୦୩ ଅକ୍ଟୋବର ଶନିବାରର ରାଶିଫଳ ରାଶିଫଳ :

ମେଷ :

ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ । ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଆପଣଙ୍କ ପାଇଁ ସୁଖଦ ଆଣିବ । କାର୍ଯ୍ୟଦକ୍ଷତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ସୁନାମ ଓ ସଫଳତା ଅର୍ଜନ କରିବେ । କିନ୍ତୁ ସାମାନ୍ୟ ବିଳମ୍ବିତ ସମୟରେ ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି । ଅଫିସରେ ସହକର୍ମଙ୍କ ସହଯୋଗ ପାଇବେ ଓ ବରିଷ୍ଠ ଅଧିକାରୀ ମଧ୍ୟ ଆପଣଙ୍କ ପ୍ରାର୍ଥନାକୁ ସ୍ଵୀକାର କରିବେ । ବିବାଦୀୟ ଘଟଣାରେ କୈାଣସି ନିର୍ଦ୍ଦିଷ୍ଟ ପକ୍ଷକୁ ସମର୍ଥନ କରିବା ଅର୍ଥ ସମସ୍ୟାକୁ ନିମନ୍ତ୍ରଣ କରିବା ସଦୃଶ, ତେଣୁ ଏହିପ୍ରତି ସାବଧାନ ରୁହନ୍ତୁ । ପ୍ରତ୍ୟେକ କ୍ଷେତ୍ରରେ କେବଳ ବିନୟପୂର୍ଣ୍ଣ କଥା କହି କାମ ହାସଲ କରିବେ । ପରିବାରର ବିଗତ ଦିନର ସମସ୍ୟାଗୁଡ଼ିକର ସମାଧାନ ପାଇଁ ଚେଷ୍ଟା କରିବେ । ଶୁଭରଙ୍ଗ: ମେରୁନ । ଆରାଧନା: ବାବା ଭୋଳାନାଥ ।

ବୃଷ :

ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ । ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତିତ ରହିବ । ଆଜି ଯାହା କହିବେ କିମ୍ବା ଯାହା ସବୁ କରିବେ ଭଲ ଭାବରେ ଭାବିଚିନ୍ତି କରନ୍ତୁ, ଅନ୍ୟଥା ବିବାଦର ଘେରରେ ଛନ୍ଦି ହୋଇପାରନ୍ତି । ଦୀର୍ଘଦିନର ଅପୂରଣୀୟ ଆଶା ମନରେ ବାରମ୍ବାର ଆଲୋଡନ ସୃଷ୍ଟି କରିବ, ଯାହା ଅଶାନ୍ତିର କାରଣ ହେବ । ଋଣ ସୂତ୍ରରେ ଅର୍ଥଲାଭ କରିବେ । ଅଫିସରେ ସହକର୍ମୀମାନେ ସହଯୋଗ କରିବା ପାଇଁ ପ୍ରତିଶ୍ରୁତି ଦେବେ । ଆଜି ବ୍ୟବସାୟ ବାଣିଜ୍ୟ ସମ୍ଭାନ୍ଦୀୟ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ । ଅର୍ଥ ସମସ୍ୟା ଯୋଗୁଁ ମନ ଭଲ ରହିବ ନାହିଁ । ବନ୍ଧୁ ଗହଣରେ ସତ କଥା କହି ଅପମାନିତ ହୋଇପାରନ୍ତି । ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଚର୍ଚ୍ଚିକା ।

ମିଥୁନ :

ମାନସିକ ସ୍ତରରେ ଅସ୍ଥିରତା ଆଜିର ମୁଖ୍ୟ ସମସ୍ୟା ହେବ । ମାନସିକ ଅସ୍ଥିରତା କାରଣରୁ ବିଶୃଙ୍ଖଳା ଘଟିପାରେ । ପ୍ରତିବନ୍ଧକ ମଧ୍ୟରେ କାମଗୁଡିକ ଅଟକିଯିବା ସଙ୍ଗକୁ ଅର୍ଥ ସମ୍ପର୍କୀୟ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା ଯୋଗୁଁ କେତେକ କାର୍ଯ୍ୟରେ ବ୍ୟତିକ୍ରମ ଦେଖାଦେଇପାରେ । ତେଣୁ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ । ସଭାସମିତି କିମ୍ବା ଅଫିସ୍‌ କାମରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି । ବନ୍ଧୁମାନଙ୍କ ସହାନୁଭୂତି ଲାଭ କରିବା ସହ ସ୍ଵାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବ । ପରିବାରର ସଦସ୍ୟଙ୍କ ସହ ହସଖୁସିରେ ଦିନଟି ଅତିବାହିତ କରିବେ । ବୈବାହିକ ଜୀବନରେ ମଧୁରତା ଆସିବ । ଶୁଭରଙ୍ଗ: କଫିରଙ୍ଗ । ଆରାଧନା: ମାଆ ତାରିଣୀ ।

କର୍କଟ :

ଦିନଟି ପ୍ରତ୍ୟେକ ଦୃଷ୍ଟିକୋଣରୁ ଆପଣଙ୍କ ନିମନ୍ତେ ଶୁଭ ଫଳପ୍ରଦାୟକ ରହିବ । କର୍ମକ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟ ଲାଭ କରିବେ । ବ୍ୟବସାୟ ଓ ବାଣିଜ୍ୟରେ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଅଫିସରେ ସହକର୍ମୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । କିନ୍ତୁ ଈର୍ଷାପରାୟଣ ବନ୍ଧୁମାନଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ନିର୍ମାଣାଧୀନ କାର୍ଯ୍ୟ ଅଧାରେ ଅଟକି ଯାଇପାରେ । ଗତକାଲି ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ସକାଶେ କେତେକ ବନ୍ଧୁ ସହଯୋଗ ସାହାଯ୍ୟ କରିବେ । ଘରୋଇ ଖର୍ଚ୍ଚକୁ ନିୟନ୍ତ୍ରଣରେ ରଖନ୍ତୁ । ପରିବାର ସଦସ୍ୟଙ୍କ ମଧ୍ୟ ପ୍ରେମ, ସଦ୍-ଭାବ ବଜାୟ ରହିବ । ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଶାରଳା ।

ସିଂହ :

ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ରହିବ । ଆନୁଷ୍ଠାନିକ କାମରେ ଅଗ୍ରଣୀ ହେବା ସହ ପାରିବାରିକ ସ୍ତରରେ ବନ୍ଧୁବର୍ଗଙ୍କ ସହାନୁଭୂତି ଲାଭ କରିବେ । କର୍ମକ୍ଷେତ୍ରରେ ଅଟକି ରହିଥିବା କାମଗୁଡ଼ିକ ଆଜି ହିଁ ଶେଷ କରିବାକୁ ମନସ୍ଥକରି ସଫଳତା ହାସଲ କରିପାରିବେ । କର୍ମକ୍ଷେତ୍ରରେ କିଛି ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲଭାବରେ ଚିନ୍ତା କରନ୍ତୁ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିଶେଷ ଉନ୍ନତି କରି କେତେକାଂଶରେ ଋଣମୁକ୍ତ ହେବା ସୂଚନା ରହିଛି । ଅଫିସ ମଧ୍ୟରେ ପ୍ରାୟତଃ ସମସ୍ତଙ୍କ ସହ ମିତ୍ରତା ବନ୍ଧନରେ ଅବଦ୍ଧ ହେବେ । ଅନ୍ୟର ବିବାଦୀୟ ଘଟଣାରେ ମୁଣ୍ଡ ପୁରନ୍ତୁ ନାହିଁ । ଅସାବଧାନତା କାରଣରୁ ହାତ କିମ୍ବା ଗୋଡରେ ଆଘାତ ଲାଗିପାରେ । ପିତାଙ୍କ ସ୍ଵାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ମନକୁ ଆଶ୍ଵସ୍ତି ମିଳିବ । ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ଦାମ୍ପତ୍ୟ ସମ୍ବନ୍ଧ ବଢିଆ ରହିବ । ଶୁଭରଙ୍ଗ : କଫିରଙ୍ଗ । ଆରାଧନା: ମାଆ ମାଣିକେଶ୍ଵରୀ ।

କନ୍ୟା :

ପ୍ରତ୍ୟେକ କ୍ଷେତ୍ରରେ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବ । ବିଭିନ୍ନ ପ୍ରକାର କାମରେ ନିଜକୁ ଅନୁପ୍ରବେଶ କରି ମନକୁ ଭାରାକ୍ରାନ୍ତ କରିପାରନ୍ତି । ଯେଉଁ କାର୍ଯ୍ୟ କରିଲେ ମଧ୍ୟ ଖର୍ଚ୍ଚାନ୍ତ ଅଧିକ ହେବାର ସୂଚନା ରହିଛି । ବ୍ୟବସାୟରେ ସ୍ଥିତି ମାନ୍ଦା ରହିଲେ ମଧ୍ୟ କୌଣସି ଅଭାବ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ ନାହିଁ । କର୍ମକ୍ଷେତ୍ରରେ ଏକ ସାଧାରଣ ଘଟଣାକୁ କେନ୍ଦ୍ର କରି ଉଚ୍ଚବାଚ ଓ ତର୍କବିତର୍କ ହୋଇପାରେ । ଆକସ୍ମିକ ଭାବରେ କୌଣସି ବ୍ୟକ୍ତିଙ୍କ ଉପସ୍ଥିତି ଯୋଗୁଁ ଆପଣଙ୍କୁ କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । କୌଣସି ବିବାଦୀୟ ପରିସ୍ଥିତିର ମଧ୍ୟସ୍ଥତା କରନ୍ତୁ ନାହିଁ, ନଚେତ ସମସ୍ୟାର ଜାଲରେ ଛନ୍ଦି ହୋଇପାରନ୍ତି । ପରିବାରର ଖର୍ଚ୍ଚଭାର ବୃଦ୍ଧି ଯୋଗୁଁ ଚିନ୍ତାପ୍ରକଟ କରିବେ । ରୋଗ, ଋଣ ଓ ଶତ୍ରୁତା ବିଷୟ ଚିନ୍ତନରେ ସମୟ ଅତିବାହିତ କରିବେ । ଦାମ୍ପତ୍ୟ ଜୀବନ ପ୍ରେମମୟ ରହିବ । ଶୁଭରଙ୍ଗ: କ୍ରୀମ୍‌ । ଆରାଧନା: ହର ପାର୍ବତୀ ।

ତୁଳା :

ମନରେ ଆତ୍ମବିଶ୍ଵାସ ରଖନ୍ତୁ, ବିଳମ୍ବ ହେଲେ ମଧ୍ୟ ସଫଳତା ନିଶ୍ଚିୟ ପାଇବେ । ଆନୁଷ୍ଠାନିକ କାମରେ ଅଗ୍ରଣୀ ହେବା ସହ ପାରିବାରିକ ସ୍ତରରେ ବନ୍ଧୁବର୍ଗଙ୍କ ସହାନୁଭୂତି ଲାଭ କରିବେ । ଆଶା କରୁଥିବା ଦିଗରୁ ଅର୍ଥ ପାଇବେ, କିନ୍ତୁ ଏଥିପାଇଁ ଆପଣଙ୍କୁ ସାମାନ୍ୟ କଷ୍ଟ ସ୍ଵୀକାର କରିବାକୁ ପଡ଼ିବ । ବ୍ୟବସାୟ ବାଣିଜ୍ୟରେ ସ୍ଥିତି ଭଲ ରହିବ । ପୂର୍ବ ପରିକଳ୍ପିତ ଯୋଜନାକୁ କାର୍ଯ୍ୟକାରୀ କରିପାରିବେ । ଅଫିସରେ ଅତ୍ୟାଧିକ କାମ ରହିଲେ ମଧ୍ୟ ସହକର୍ମୀଙ୍କ ସହଯୋଗ ସାହାଯ୍ୟର ଅଭାବ ରହିବ ନାହିଁ । କେତେକ କ୍ଷେତ୍ରରେ ଅନ୍ୟ ବ୍ୟକ୍ତିଙ୍କ ଠାରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ । ଆନୁଷ୍ଠାନିକ କ୍ଷେତ୍ର ଓ ସାମାଜିକ ସ୍ତରରେ ସମ୍ମାନ ଲାଭ କରିିବେ । ପରିବାରରେ ଶାନ୍ତିପୂର୍ଣ୍ଣ ବାତାବରଣ ରହିବ । ସହଧର୍ମୀଙ୍କ ସହଯୋଗ ପାଇବା ଯୋଗୁଁ ମନୋବଳ ଦୃଢ ରହିବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ବିମଳା ।

ବିଛା :

ଦିନଟି ଆପଣଙ୍କ ପାଇଁ ଶୁଭଦାୟକ ରହିବ । ଦୈହିକ ସୁସ୍ଥତା ଫେରି ଆସିବ । ଭାଙ୍ଗି ପଡିଥିବା ସମ୍ପର୍କ ପୁନଶ୍ଚ ଯୋଡି ହେବାର ସୂଚନା ରହିଛି । ବ୍ୟବସାୟିକ କାରବାର ବୃଦ୍ଧି ହେତୁ ଆର୍ଥିକ ସ୍ଵଚ୍ଛଳତା ଫେରି ଆସିବା କାରଣରୁ ସାମୟିକ ଆମତ୍ତୃପ୍ତି ଲାଭକରିବେ । ଭୁଲ୍‌ ବୁଝାମଣା ଯୋଗୁଁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ସାମାଜିକ ସ୍ତରରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ପଡ଼ୋଶୀଙ୍କ ଠାରୁ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବାର ସୁଯୋଗ ପାଇବେ । ପାରିବାରିକ ସ୍ଥିତିରେ କିଛିଟା ଉନ୍ନତି ପରିଲକ୍ଷିତ ହୋଇପାରେ । ବୈବାହିକ ଜୀବନରେ ପରିସ୍ଥିତି ଅନୁକୂଳ ରହିବ । ଶୁଭରଙ୍ଗ: ଧଳା । ଆରାଧନା : ମାଆ ମାଣିକେଶ୍ଵରୀ ।

ଧନୁ :

କୌଣସି ଅଭାବ, ଅସୁବିଧା ନ ଥିଲେ ମଧ୍ୟ ମନ ଉଦାସ ରହିବ, କାର୍ଯ୍ୟ କରିବାକୁ ମନରେ ଆଗ୍ରହ ଆସିବା ନାହିଁ । ଆଜି ପାରିବାରିକ ଜଞ୍ଜାଳ ବୃଦ୍ଧି ଯୋଗୁଁ ମନରେ ବିସ୍ତାପ ଭାବନା ସୃଷ୍ଟି ହେବ । ଆଳସ୍ୟ ଓ ଅବହେଳା କାରଣରୁ ବ୍ୟବସାୟରେ କେତେକ ସୁଯୋଗ ହାତଛଡା ହୋଇପାରେ । ଅତିତର ଘଟଣାବଳୀକୁ ସ୍ମରଣ କରି କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ଦେଖାଦେବ । ଅଫିସରେ ଉଚ୍ଚାଧିକାରୀ ଆପଣଙ୍କ କାର୍ଯ୍ୟକୁ ତର୍ଜମା କରିପାରନ୍ତି । ସଭାସମିତିରେ ଏପରି କିଛି ପ୍ରସ୍ତାବ ଦେବେ, ଯାହାକି ବନ୍ଧୁମାନଙ୍କ ମନକୁ ବେଶ୍‌ ଆକର୍ଷିତ କରିବ । ଦୀର୍ଘ ଦିନରୁ ଲାଗି ରହିଥିବା ବିବାଦ ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ । ପରିବାରର ପୂର୍ଣ୍ଣ ସହଯୋଗ ପାଇବେ । ଶୁଭରଙ୍ଗ: ଲାଲ୍ । ଆରାଧନା : ମାଆ ଭୈରବୀ ।

ମକର :

ମନରେ ସକାରାତ୍ମକ ଭାବନା ନେଇ କାର୍ଯ୍ୟ କରନ୍ତୁ, ବିଳମ୍ବ ହେଲେ ମଧ୍ୟ ସଫଳତା ନିଶ୍ଚୟ ମିଳିବ । ବିଭିନ୍ନ ପ୍ରକାର ଦୁଶ୍ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ । କର୍ମକ୍ଷେତ୍ରରେ ଭୁଲ୍ ବୁଝାମଣା ଯୋଗୁଁ ନାନା ପ୍ରକାର ବାଧାବିଘ୍ନର ସମ୍ମୁଖୀନ ହେବାକୁ ପଡିବ । ବ୍ୟବସାୟରେ ଆର୍ଥିକ ସ୍ଥିତି ସାମାନ୍ୟ ମାନ୍ଦା ରହିବ । ଅଫିସରେ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ । ଲୋକସମ୍ପର୍କ ବୃଦ୍ଧି ସକାଶେ ନୂତନ ଉପାୟ ଖୋଜି ବାହାର କରିବାରେ ସମର୍ଥ ହେବେ । ପ୍ରତୀକ୍ଷା କରିଥିବା କୌଣସି ଖବର ମଧ୍ୟାହ୍ନ ପରେ ପାଇ ଖୁସି ହୋଇପାରନ୍ତି । ପାରିବାରିକ ସମସ୍ୟାର ସମାଧାନ କରିବା ନିମନ୍ତେ ବନ୍ଧୁ ସାହାଯ୍ୟ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ରହିଲେ ମଧ୍ୟ ପ୍ରେମମୟ ରହିବ ପିଲାଙ୍କ ବିଷୟ ନେଇ ବ୍ୟସ୍ତତା ବଢ଼ିବ । ଶୁଭରଙ୍ଗ: ବାଦାମୀ । ଆରାଧନା : ମାଆ ତାରିଣୀ ।

କୁମ୍ଭ :

ଦିନଟି ଆପଣଙ୍କ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି କରିବ । ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ । ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ ଓ ସଫଳତା ମଧ୍ୟ ପ୍ରାପ୍ତ କରିବେ । ବ୍ୟବସାୟରେ ଉତ୍ଥାନପତ୍ତନ ଲାଗିରହିବ । ଅଫିସ କାର୍ଯ୍ୟାଳୟରେ ଯୋଜନା ଗୁଡିକ ଠିକ୍ ଭାବେ କାର୍ଯ୍ୟକାରୀ ନ ହେବା ଯୋଗୁଁ ଅଫିସ କତୃପକ୍ଷ କ୍ଷୁବ୍ଧ ହୋଇପାରନ୍ତି । ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତିବିଶେଷଙ୍କ ସହାୟତା ମିଳିବ । ଅଯଥା ବାଦବିବାଦ, ଯୁକ୍ତିତର୍କ ଠାରୁ ଦୂରେଇ ରହିବ ଭଲ । ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନାକୁ ଏଡାଇ ପାରିବେ ନାହିଁ । ଶୁଭରଙ୍ଗ: ଆକାଶିଆ ନୀଳ । ଆରାଧନା : ମାଆ ଦୁର୍ଗା ।

ମୀନ :

କର୍ମକ୍ଷେତ୍ରରେ ହଠାତ୍ କୋଣସି ଘଟଣା ମନକୁ ବିବ୍ରତ କରିପାରେ । ପାରିବାରିକ ସମସ୍ୟା ଯୋଗୁଁ ମନ ବିଚଳିତ ରହିବ । ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂରହୋଇଯିବ । କେତେକ କ୍ଷେତ୍ରରେ ବନ୍ଧୁଙ୍କ ସହାନୁଭୂତି ଲାଭ କରି ସମସ୍ୟାର ସମାଧାନ କରିବାରେ ସମର୍ଥ ହେବେ । ଭୁଲ୍ ବୁଝାମଣା କାରଣରୁ ସହକର୍ମୀଙ୍କ ସହ ତିକ୍ତତା ଲାଗିରହିବ । ଅଫିସରେ ଉଚ୍ଚାଧିକାରୀ ଆପଣଙ୍କୁ କୈଫତ୍ ମାଗିପରାନ୍ତି । ଆନୁଷ୍ଠାନିକ କାର୍ଯ୍ୟର ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଆତ୍ମୀୟଙ୍କ ସହ ଜମିଜମାକୁ କେନ୍ଦ୍ରକରି କଳହ ସୃଷ୍ଟି ହୋଇପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି, ପରେ ଅନୁତାପ କରିବାକୁ ପଡିପାରେ । ସ୍ୱାସ୍ଥ୍ୟ ଅବସ୍ଥାରେ ଅବନତି ଦେଖାଦେଇପାରେ । ଶୁଭରଙ୍ଗ: ହଳଦିଆ । ଆରାଧନା : ପ୍ରଭୁ ହନୁମାନ ।

Be the first to comment

Leave a Reply

Your email address will not be published.


*