ଆସନ୍ତୁ ଜାଣିବା 06 ଅକ୍ଟୋବର 2020, ମଙ୍ଗଳବାରର ରାଶିଫଳ !

ଦୈନନ୍ଦିନ କାର୍ଯ୍ୟକଳାପରେ ଗ୍ରହମାନଙ୍କ ପ୍ରଭାବ ଅତ୍ୟନ୍ତ ମହତ୍ୱପୂର୍ଣ୍ଣ, ଯାହାଫଳରେ ଗ୍ରହମାନଙ୍କ ଗତିବିଧିକୁ ଆଧାର କରି ରାଶିଫଳ ନିର୍ଣ୍ଣୟ କରାଯାଇଥାଏ । ଗ୍ରହ ନକ୍ଷେତ୍ରଗୁଡି଼କ ନିରନ୍ତର ପରିବର୍ତ୍ତନ ଘଟିଥାଏ, ଯେଉଁଥି କାରଣରୁ ମନୁଷ୍ୟର ଦୈନନ୍ଦିନ ଜୀବନ ଶୈଳୀରେ ମଧ୍ୟ ପରିବର୍ତ୍ତନ ଦେଖାଦେଇଥାଏ । ଆମେ ପ୍ରତିଦିନର ରାଶିଫଳ ବିଶେଷ କରି ଆପଣଙ୍କ ପାଇଁ ପ୍ରକାଶ କରୁଛୁ । ତା’ହେଲେ ଆସନ୍ତୁ ଜାଣିବା ଆଜି ଦିନଟି ଆପଣଙ୍କ ପାଇଁ କିପରି ରହିବ ଓ ଆପଣଙ୍କ ଜୀବନରେ କଣ ପରିବର୍ତ୍ତନ ଘଟିବ ? ଆସନ୍ତୁ ଜାଣିବା ୦୬ ଅକ୍ଟୋବର ମଙ୍ଗଳବାରର ରାଶିଫଳ :

ମେଷ :

ମାନସିକ ଅସ୍ଥିରତା ମଧ୍ୟ ଦେଇ ଗତି କରିବେ । ଅର୍ଥକୁ କେନ୍ଦ୍ର କରି ବିବାଦ ଦେଖାଦେଇପାରେ । ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ମିଥ୍ୟା ଅଭିଯୋଗ ସକାଶେ ମନରେ ଅଶାନ୍ତି ଲାଗିରହିବ । ବ୍ୟବସାୟରେ ନାନା ପ୍ରକାର ସମସ୍ୟା ଓ ପ୍ରତିବାନ୍ଧକ ମଧ୍ୟ ଦେଇ ଗତି କରିବେ । ଦୀର୍ଘ ଦିନରୁ ଅଟକି ଥିବା କାମଟି ବନ୍ଧୁଙ୍କ ସହାୟତାରେ ହଠାତ୍ ଆରମ୍ଭ କରିବାକୁ ମନ ବଳାଇବେ । ଅଫିସରେ ସହକର୍ମୀଙ୍କ ସହିତ ଅଧିକାଂଶ ସମୟ ଅତିହାବିତ କରିବେ । ଆର୍ଥିକ ସ୍ଥିତି ଦୁର୍ବଳ ରହିବ । ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିପାରନ୍ତି । ଆପୋସ ଆଲୋଚନା ଦ୍ୱାରା ପାରିବାରିକ ସମସ୍ୟାର ସମାଧାନ କରିପାରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ତାରିଣୀ ।

ବୃଷ :

ଦିନଟି ଆପଣଙ୍କ ପାଇଁ ଶୁଭଦାୟକ ରହିବ । ଆପଣଙ୍କ ଅଭାବ ପୂରଣ ଦିଗରେ ସହକର୍ମୀ କିମ୍ବା ପଡୋଶୀମାନେ ସାହାଯ୍ୟ କରିବେ । ବ୍ୟବସାୟ ବାଣିଜ୍ୟରେ ପ୍ରତିଦ୍ୱନ୍ଦିତା ଲାଗିରହିଲେ ମଧ୍ୟ ସ୍ଥିତି ଭଲ ରହିବ । ନୂତନ କାର୍ଯ୍ୟାରମ୍ଭ ନିମନ୍ତେ ବନ୍ଧୁଙ୍କ ସହ ଆଲୋଚନା କରିବେ । ଅଫିସରେ ଉପରିସ୍ଥ କର୍ମଚାରୀମାନଙ୍କ ଅନୁକମ୍ପାରୁ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ । ସଭାସମିତିରେ ବିତର୍କ ଜନିତ ସାମୟିକ ଅସ୍ଥିରତାର ସୂଚନା ମଧ୍ୟ ରହିଛି । ରାଜନୀତି କ୍ଷେତ୍ରରେ ସମର୍ଥକମାନଙ୍କ ଶୁଭ କାମନାରୁ ଖୁସି ରହିବେ । ପାରିବାରିକ ସମସ୍ୟା ସୁଧଉାରି ନେବା ପାଇଁ ପ୍ରଯତ୍ନ କରିବେ । ପତିପତ୍ନୀଙ୍କ ମଧ୍ୟରେ ସମ୍ପର୍କ ଭଲ ରହିବ । ନିର୍ଦ୍ଧାରିତ ସମୟରେ ଖାଦ୍ୟପେୟ କରନ୍ତୁ ଓ ନିଜ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ବାବା ଆଖଣ୍ତଳମଣି ।

ମିଥୁନ :

ଆଜି ଆପଣ ହସଖୁସୀର ପରିବେଶ ଭିତରେ ନିଜକୁ ହଜାଇ ଦେବେ । ନୂତନ ଗୃହ, ଯାନବାହନ କ୍ରୟ କରିପାରନ୍ତି । କିନ୍ତୁ ଆଜି ଆପଣଙ୍କ ମନର ଭାବ ଓ ଭାଷା କଠୋର ଯୋଗୁଁ କେତେକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ନିଜର ଲୋକମାନେ ଶତ୍ରୁତା କରିବା ଫଳରେ କେତେକ କାମରେ ସାମୟିକ ବାଧା ଉପୁଜିପାରେ । ବ୍ୟବସାୟ ଓ ବାଣିଜ୍ୟରେ ଆର୍ଥିକ ସ୍ଥିତି ମଜବୁତ ରହିବ । ଅଫିସରେ ସୁସ୍ଥ ବାତାବରଣ ରହିବା ସଙ୍ଗେ ସଙ୍ଗେ ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗର ଅଭାବ ଅନୁଭବ କରିବେ ନାହିଁ । ଅନୁଷ୍ଠାନିକ କାମ, ସଭାସମିତିରେ ଯଶ, ମାନସମ୍ମନ ବୃଦ୍ଧି ହେବ । ପରିବାରରେ ହସଖୁସିର ମହୋଲ ରହିବ । ଘର ସଜ୍ଜାସଜ୍ଜିରେ ଅଧିକାଂଶ ସମୟ ଅତିବାହିତ କରିବେ । ଦାମ୍ପତ୍ୟ ଜୀବନ ପ୍ରେମରେ ଭରପୁର ରହିବ । ସ୍ଵସ୍ଥ୍ୟାବସ୍ଥାରେ ଉନ୍ନତି ଯୋଗୁଁ ମନ ଆନନ୍ଦିତ ରହିବ । ଶୁଭରଙ୍ଗ: ହଳଦିଆ । ଆରାଧନା: ମାଆ ଗାୟତ୍ରୀ ।

କର୍କଟ :

ମଧୁର ବିନୟ ବଚନ ପ୍ରଭାବରୁ ସମସ୍ୟାଗୁଡିକର ସରଳ ସମାଧାନ କରିବାରେ ସମର୍ଥ ହେବେ । ପାରିବାରିକ କ୍ଷେତ୍ରରେ ସୁଖଦ ଅନୁଭୂତି କରିବେ । ଅତି ପରିଚିତ ବନ୍ଧୁଙ୍କ ସାହାଯ୍ୟରୁ ନୂତନ କର୍ମାରମ୍ଭ କରିବାର ଯୋଗ ରହିଛି । ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମକ୍ଷେତ୍ରରେ ଲାଗିରହିଥିବା ବିବାଦର ଆଶୁ ସମାଧାନ ହେବ । ଅଫିସରେ ଉଚ୍ଚାଧିକାରୀଙ୍କ ସହାୟତା ପାଇବେ । ସମାଜର ବରିଷ୍ଠ ତଥା ସମ୍ମାନନୀୟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ପ୍ରାପ୍ତ କରିବେ ଓ ଗଠନମୂଳକ କାର୍ଯ୍ୟରେ ଲିପ୍ତ ରହିବ । ସାମୟିକ ପାରିବାରିକ ସମସ୍ୟା ମନକୁ ଭାରକ୍ରାନ୍ତ କରିପାରେ । ଜୀବନ ସାଥୀଙ୍କ ସହିତ ସମ୍ବନ୍ଧ ମଜଭୁତ ହେବ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ସୂର୍ଯ୍ୟଦେବ ।

ସିଂହ :

ଆଜି ସାମୟିକ ବିଭିନ୍ନ ପ୍ରକାରର ଅସ୍ଵାଭାବିକ ପରିସ୍ଥିତିକୁ ସାମ୍‌ନା କରିବା କରିବାକୁ ପଡିବ । ସାମୟିକ ପାରିବାରିକ ସମସ୍ୟାକୁ ନେଇ ଅର୍ନ୍ତଦ୍ୱନ୍ଦ୍ୱ ଲାଗି ରହିବ । ସଦାବେଳେ ହାତଖାଲି ରହିବା କାରଣରୁ ମନରେ ସରସତା ରହିବ ନାହିଁ । ବ୍ୟବସାୟ କ୍ଷେତ୍ରରେ ସାମୟିକ ଆର୍ଥିକ ସ୍ଥିତି ମାନ୍ଦା ରହିବ । ଅଫିସରେ କାର୍ଯ୍ୟଭାର ଅଧିକ ରହିବ । ଅଫିସରେ କୌଣସି ଫାଇଲ କାମ ସମ୍ପର୍କରେ ଉପରିସ୍ଥଙ୍କୁ କୈଫିୟତ୍‌ ଦେବାକୁ ପଡିବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନରେ ଦାଗ ଲାଗିବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପରକଥାରେ ପଡି ପରିବାର ଲୋକଙ୍କୁ ଭୁଲ୍ ବୁଝିବେ । ଦାମ୍ପତ୍ୟ ଜୀବନରେ ସାମୟିକ ମତଭେଦ ଦେଖାଦେଇପାରେ । ଶୁଭରଙ୍ଗ: କଫି ରଙ୍ଗ । ଆରାଧନା: ମାଆ ଶାରଳା ।

କନ୍ୟା :

ମନରେ ସକାରାତ୍ମକ ଭାବନା ନେଇ କାର୍ଯ୍ୟ କରନ୍ତୁ, ବିଳମ୍ବ ହେଲେ ମଧ୍ୟ କାର୍ଯ୍ୟରେ ସଫଳତା ମିଳିବ । ଖର୍ଚ୍ଚାନ୍ତ ମଧ୍ୟରେ କାମ ସମ୍ପାଦନ କରିବେ । ମନରେ ଶୁଦ୍ଧ ଭାବନା ଓ କର୍ମନିଷ୍ଠା ରହିଥିଲେ ମଧ୍ୟ ପାରିବେଶିକ ବ୍ୟତିକ୍ରମ କର୍ମକ୍ଷେତ୍ରର ଯୋଜନାକୁ ବଦଳାଇ ଦେବ । ବ୍ୟବସାୟରେ ସ୍ଥିତି ଭଲ ରହିବ । କାମର ଚାପ ବୃଦ୍ଧି ପାଇବା କାରଣରୁ ମନରେ ସରସତା ରହିବ ନାହିଁ । ପ୍ରଶାସନ କିମ୍ବା ରାଜନୀତିରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ହଠାତ୍‌ ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କକୁ ନେଇ ଭାତ୍ରୁବିବାଦ ଦେଖାଦେଇ ପାରେ । ପାରିବାରିକ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ଶୁଭରଙ୍ଗ: ଧଳା । ଆରାଧନା: ମହାଦେବ ।

ତୁଳା :

ଦିନଟି ଆପଣଙ୍କ ପାଇଁ ଖଟାମିଠା ରହିବ । ଆଜିର କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ସମ୍ପର୍କ ଭଲ ରହି ନ ପାରେ । ଏକ ସାଧାରଣ କଥାକୁ କେନ୍ଦ୍ର କରି କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ତିକ୍ତତା ଦେଖାଦେଇପାରେ । ସାମାଜିକ ସ୍ତରରେ ନିଜକୁ ଆଗରେ ରଖିପାରିବେ ନାହିଁ, ଫଳରେ ପଶ୍ଚାତ୍ତାପ କରିପାରନ୍ତି । ଆଗାମୀ ଆନୁଷ୍ଠାନିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ । ଘର ସାଜସଜ୍ଜା, ଗାଡି ମୋଟର ଆଦି ଯାନ୍ତ୍ରିକ ଜିନିଷର ମରାମତିରେ ଅଧିକ ସମୟ ଅତିବାହିତ କରିପାରନ୍ତି । ଅବଶ୍ୟ ପାରିବାରିକ କ୍ଷେତ୍ରରେ ବିଶେଷ କିଛି ଅପ୍ରୀତିକର ପରିସ୍ଥିତିର ସମ୍ଭାବନା ନାହିଁ । ବନ୍ଧୁଗହଣରେ ନୂତନ ଭାବେ ମିତ୍ରତାର ବନ୍ଧନରେ ଆବଦ୍ଧ ହେବେ । ଶୁଭରଙ୍ଗ: ଘିଅ ରଙ୍ଗ । ଆରାଧନା: ପ୍ରଭୁ ହନୁମାନ ।

ବିଛା :

ମାନସିକ ସ୍ତରରେ ଦିନଟି ଭଲ ରହିଲେ ମଧ୍ୟ ଟଙ୍କା ପଇସାକୁ ଅସ୍ତବ୍ୟସ୍ତ ହେବାକୁ ପଡିପାରେ । ଟଙ୍କା ପଇସା ଯୋଗାଡ କରିବା ମଧ୍ୟ କାଠିକର ପାଠ ହେବ । ମାନସିକ ଅସ୍ଥିରତା କାରଣରୁ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଅବହେଳା କରିପାରନ୍ତି । କର୍ମକ୍ଷେତ୍ରରେ ମଧ୍ୟ ଗୋଟିଏ ପରେ ଗୋଟିଏ ସମସ୍ୟା ମୁଣ୍ଡ ଟେକି ଉଭା ହେବ, ଯାହାଦ୍ଵାରା ମନରେ ଆଦୌ ସରସତା ରହିବ ନାହିଁ । ଏକ ସାଧାରଣ କଥାକୁ କେନ୍ଦ୍ର କରି ସହକର୍ମୀଙ୍କ ସହ ଉଚ୍ଚବାଚ ଘଟିପାରେ । ସାମାଜିକ ସ୍ତରରେ ଜୀବନରେ ଅଶାନ୍ତିର ବାତାବରଣ ରହିବ । ବହୁତ ଦିନରୁ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ । କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ଦୁର୍ଗା ।

ଧନୁ :

ସକାରାତ୍ମକ ଭାବନା ନେଇ କାର୍ଯ୍ୟ କରନ୍ତୁ । ଶନି ଓ ଶୁକ୍ରଙ୍କ ପାରସ୍ପରିକ ଦୃଷ୍ଟି ଯୋଗୁଁ ମନରେ ଆଶା ପୂରଣରେ କୌଣସି ପ୍ରତିବନ୍ଧକ ରହିବ ନାହିଁ । ବାଣିଜ୍ୟ, ବ୍ୟବସାୟ ଓ କାର୍ଯ୍ୟସାଧନ ଦିଗରେ କୌଣସି ପ୍ରତିବନ୍ଧକ ରହିବ ନାହିଁ । ସମସ୍ୟା ଲାଗି ରହିଥିଲେ ମଧ୍ୟ ଆପଣ ଧୀରପାଣି ପଥର କାଟେ ନୀତିରେ କାମ ହାସଲ କରିପାରିଲେ ସଫଳତା ପ୍ରାପ୍ତ କରିବେ । କୌଣସି ଜଣେ ବ୍ୟକ୍ତିଙ୍କ ଦ୍ୱାରା ଅପମାନିତ ହୋଇପାରନ୍ତି । ବ୍ୟବସାୟୀମାନେ ବେଶ ଲାଭବାନ ହେବେ ଏବଂ କର୍ମଜିବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ହସଖୁସିରେ ଦିନଟି ବିତାଇବେ । ଚାକିରୀ କ୍ଷେତ୍ରରେ ଅଧିକାରୀଙ୍କଠାରୁ ସହଯୋଗ ମିଳିବ । କିନ୍ତୁ ନିଜ ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ । ଶୁଭରଙ୍ଗ: ସବୁଜ ରଙ୍ଗ । ଆରାଧନା: ପ୍ରଭୁ ହନୁମାନ ।

ମକର :

ଭଗବାନଙ୍କୁ ଆରୋଧନ କରନ୍ତୁ, ସମ୍ଭାବ୍ୟ ସଙ୍କଟ ଦୂର ହେବ । ଆଜିର ଯାତ୍ରା ସମସ୍ୟା ବହୁଳ ହେବ । ନିଜ କଥାବାର୍ତ୍ତା ଓ ବ୍ୟବହାରରେ ନିୟନ୍ତ୍ରଣ ରଖନ୍ତୁ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ କରିବାକୁ ପଡିବ । ଅଫିସରେ ନିଷ୍ଠାର ସହ କାର୍ଯ୍ୟ କରିଲେ ମଧ୍ୟ ସହକର୍ମୀମାନେ ଭିନ୍ନ ଭିନ୍ନ କୁଟ ବାକ୍ୟ କହି ମାନସିକ ସ୍ଥିତିକୁ ଭଙ୍ଗ କରିବେ । ସମ୍ମାନନୀୟ ବ୍ୟକ୍ତି ବିଶେଷଙ୍କ ଦ୍ୱାରା ପ୍ରଶଂସିତ ହେବେ । ପରିବାରରେ ବୟୋଜ୍ୟେଷ୍ଟଙ୍କ ସହ ମିଶି କୌଣସି ବିଷୟକୁ ନେଇ ଆଲୋଚନା କରିପାରନ୍ତି । ଜୀବନସାଥୀଙ୍କ ଠାରୁ ବହୁତ ପ୍ରେମ ପାଇବେ । ଶୁଭରଙ୍ଗ: ଧଳା । ଆରାଧନା: ମାଆ ମାଣିକେଶ୍ଵରୀ ।

କୁମ୍ଭ :

ନିର୍ଦ୍ଦିଷ୍ଟ ସମୟ ଭିତରେ କାମ ସମ୍ପୂର୍ଣ୍ଣ ହେବା ଯୋଗୁଁ ମନ ଶାନ୍ତ ରହିବ । ଶାରୀରିକ ସୁସ୍ଥତା ସହ ଯୁକ୍ତିଯୁକ୍ତ କଥା କହି ପରିସ୍ଥିିତିକୁ ସୁଧାରି ନେବେ । ଆର୍ଥିକ ପରିସ୍ଥିତି ମନ୍ଦ ନ ଥିବାରୁ ଅଟକି ଥିବା ଅସମ୍ପୂର୍ଣ୍ଣ କାର୍ଯ୍ୟଗୁଡିକ ପୂର୍ଣ୍ଣ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ କିନ୍ତୁ ଆନୁଷ୍ଠାନିକ କାମରେ କେବଳ ବେଠି ଖଟିବା ବ୍ୟତୀତ କିଛି ଲାଭ ହେବାର ଆଶା ନାହିଁ । ଅନ୍ୟମାନଙ୍କ ଫୁସୁଲା ଫୁସୁଲି କଥାରେ ଭାସିଯାଇ ଯେଉଁ କାମ କରିବେ, ପରବର୍ତ୍ତୀ ସମୟରେ ଅନୁତାପ କରିବାକୁ ପଡ଼ିପାରେ । ପରିବରରେ ହସଖୁସିର ବାତାବରଣ ରହିବ । ଶୁଭରଙ୍ଗ: ସବୁଜ । ଆରାଧନା: ମାଆ ବିରଜା ।

ମୀନ :

ଦେବଦେବୀଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସଂଚାର ହେବ । ଦୀର୍ଘଦିନର ଅପୂରଣୀୟ ଆଶା ମନକୁ ବାରମ୍ବାର ଆଲୋଡନ କରିବା କାରଣରୁ ମାନସିକ ଅଶାନ୍ତି ଅନୁଭବ କରିବେ । ବହୁପୂର୍ବରୁ କେତେକ ସମସ୍ୟା ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । କାରବାର ବୃଦ୍ଧି କରିବା ଲାଗି ଚେଷ୍ଟା କରିବେ ଏବଂ ସଫଳ ହେବେ । ଅଫିସରେ ଉଚ୍ଚଧିକାରୀଙ୍କ ନିକଟରେ ନିଜର ଭାବକୁ ପ୍ରକାଶ କରିପାରିବେ । ପ୍ରିୟ ବନ୍ଧୁଙ୍କ ମାଧ୍ୟମରେ ଆର୍ଥିକରେ ସୁବିଧା ସୁଯୋଗ ପାଇ ଉନ୍ନତି କରିବେ । ସ୍ଵାସ୍ଥ୍ୟ ଜନିତ ସମସ୍ୟା ଯୋଗୁଁ କର୍ମକ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେବ । ଯାତ୍ରା ସମୟରେ କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ । ଶୁଭରଙ୍ଗ: ଫିକା ହଳଦିଆ । ଆରାଧନା: ହରପାର୍ବତୀ ।

Be the first to comment

Leave a Reply

Your email address will not be published.


*